< Job 41 >

1 “Can you draw out Leviathan with a fish hook, or press down his tongue with a cord?
ତୁମ୍ଭେ କି ବନଶୀ ଦ୍ୱାରା ଲିବିୟାଥନକୁ ଓଟାରି ପାର? ଅବା ରଜ୍ଜୁରେ ତାହାର ଜିହ୍ୱା ତଳକୁ ଚାପିପାର?
2 Can you put a rope into his nose, or pierce his jaw through with a hook?
ତୁମ୍ଭେ କି ତାହାର ନାସାରେ ଦଉଡ଼ି ଦେଇ ପାର? ଅବା ଅଙ୍କୁଶରେ ତାହାର ଥୋମଣି ଫୋଡ଼ିପାର?
3 Will he make many petitions to you, or will he speak soft words to you?
ସେ କି ତୁମ୍ଭ ନିକଟରେ ଅନେକ ବିନତି କରିବ? ଅବା ସେ କି ତୁମ୍ଭକୁ କୋମଳ କଥା କହିବ?
4 Will he make a covenant with you, that you should take him for a servant forever?
ତୁମ୍ଭେ ତାହାକୁ ଚିରକାଳ ଦାସ କରି ରଖିବା ପାଇଁ ସେ କି ତୁମ୍ଭ ସଙ୍ଗେ ନିୟମ କରିବ?
5 Will you play with him as with a bird? Or will you bind him for your girls?
ପକ୍ଷୀ ସଙ୍ଗେ ଖେଳିଲା ପରି ତୁମ୍ଭେ କି ତାହା ସଙ୍ଗେ ଖେଳିବ? ଅବା ତୁମ୍ଭେ କି ଆପଣା ବାଳିକାମାନଙ୍କ ନିମନ୍ତେ ତାହାକୁ ବାନ୍ଧି ରଖିବ?
6 Will traders barter for him? Will they part him among the merchants?
ମତ୍ସ୍ୟଧାରୀଦଳ କି ତାହାକୁ ବାଣିଜ୍ୟ ଦ୍ରବ୍ୟ କରିବେ? ସେମାନେ କି ବଣିକମାନଙ୍କ ମଧ୍ୟରେ ତାହାକୁ ଭାଗବିଭାଗ କରିବେ?
7 Can you fill his skin with barbed irons, or his head with fish spears?
ତୁମ୍ଭେ କି ଲୌହ ଅଙ୍କୁଶରେ ତାହାର ଚର୍ମ, ଅବା ତେଣ୍ଟାରେ ତାହାର ମସ୍ତକ ବିନ୍ଧିପାର?
8 Lay your hand on him. Remember the battle, and do so no more.
ତାହା ଉପରେ ତୁମ୍ଭେ ହସ୍ତକ୍ଷେପ କର; ଯୁଦ୍ଧ ସ୍ମରଣ କର, ପୁଣି ସେପରି ଆଉ କର ନାହିଁ।
9 Behold, the hope of him is in vain. Won’t one be cast down even at the sight of him?
ଦେଖ, ତାହା ବିଷୟକ ପ୍ରତ୍ୟାଶା ବୃଥା; କେହି ତାହାକୁ ଦେଖିବାମାତ୍ର କି ତଳେ ପଡ଼ିଯିବ ନାହିଁ?
10 None is so fierce that he dare stir him up. Who then is he who can stand before me?
ତାହାକୁ ଯେ ଜଗାଇବ, ଏପରି ସାହସିକ କେହି ନାହିଁ; ତେବେ ଆମ୍ଭ ସମ୍ମୁଖରେ କିଏ ଛିଡ଼ା ହୋଇପାରେ?
11 Who has first given to me, that I should repay him? Everything under the heavens is mine.
କିଏ ଆଗେ ଆମ୍ଭକୁ ଦେଇଅଛି ଯେ, ଆମ୍ଭେ ତାହାକୁ ପରିଶୋଧ କରିବା? ସମୁଦାୟ ଆକାଶମଣ୍ଡଳ ତଳେ ଯାହା କିଛି ଅଛି, ସବୁ ହିଁ ଆମ୍ଭର।
12 “I will not keep silence concerning his limbs, nor his mighty strength, nor his goodly frame.
ତାହାର ଅଙ୍ଗପ୍ରତ୍ୟଙ୍ଗ, ଅବା ମହାପରାକ୍ରମ, ଅବା ତାହାର ସୁନ୍ଦର ଗଠନ ବିଷୟରେ ଆମ୍ଭେ ନୀରବ ରହିବା ନାହିଁ।
13 Who can strip off his outer garment? Who will come within his jaws?
ତାହାର ବାହାର ବସ୍ତ୍ର କିଏ କାଢ଼ିପାରେ? କିଏ ତାହାର ଦନ୍ତଶ୍ରେଣୀଦ୍ୱୟ ମଧ୍ୟକୁ ଆସିବ?
14 Who can open the doors of his face? Around his teeth is terror.
କିଏ ତାହାର ମୁଖରୁ କବାଟ ଫିଟାଇପାରେ? ତାହାର ଦନ୍ତର ଚତୁର୍ଦ୍ଦିଗରେ ତ୍ରାସ ଥାଏ।
15 Strong scales are his pride, shut up together with a close seal.
ତାହାର ଶକ୍ତ କାତିସବୁ ତାହାର ଦର୍ପର ବିଷୟ, ତାହା ଦୃଢ଼ ରୂପେ ମୋହରାଙ୍କିତ ହେଲା ପରି ଏକତ୍ର ବନ୍ଦ ହୋଇଅଛି।
16 One is so near to another, that no air can come between them.
ଏକଆରେକର ଏତେ ନିକଟ ଯେ, ବାୟୁ ତହିଁରେ ପ୍ରବେଶ କରିପାରେ ନାହିଁ।
17 They are joined to one another. They stick together, so that they can’t be pulled apart.
ତାହାସବୁ ପରସ୍ପର ସଂଯୁକ୍ତ; ତାହାସବୁ ଏପରି ଏକତ୍ର ଲାଗି ରହିଅଛି ଯେ, ଭିନ୍ନ କରାଯାଇପାରେ ନାହିଁ।
18 His sneezing flashes out light. His eyes are like the eyelids of the morning.
ତାହାର ଛିଙ୍କରୁ ଆଲୁଅ ଝଟକେ ଓ ତାହାର ଚକ୍ଷୁ ଅରୁଣର ଚକ୍ଷୁପତା ସଦୃଶ।
19 Out of his mouth go burning torches. Sparks of fire leap out.
ତାହାର ମୁଖରୁ ଜ୍ୱଳନ୍ତ ମଶାଲ ନିର୍ଗତ ହୁଏ ଓ ଅଗ୍ନିକଣା ଉଡ଼େ।
20 Out of his nostrils a smoke goes, as of a boiling pot over a fire of reeds.
ଯେପରି ରନ୍ଧାହାଣ୍ଡିରୁ ଓ ଜ୍ୱଳନ୍ତ ତୃଣରୁ, ସେପରି ତାହାର ନାସାରନ୍ଧ୍ରରୁ ଧୂମ ନିର୍ଗତ ହୁଏ।
21 His breath kindles coals. A flame goes out of his mouth.
ତାହାର ନିଶ୍ୱାସ ଅଙ୍ଗାର ଜ୍ୱଳାଏ ଓ ତାହାର ମୁଖରୁ ଅଗ୍ନିଶିଖା ନିର୍ଗତ ହୁଏ।
22 There is strength in his neck. Terror dances before him.
ତାହାର ଗ୍ରୀବାରେ ଶକ୍ତି ଅବସ୍ଥିତି କରେ ଓ ତାହା ସମ୍ମୁଖରେ ତ୍ରାସ ନୃତ୍ୟ କରେ।
23 The flakes of his flesh are joined together. They are firm on him. They can’t be moved.
ତାହାର ମାଂସର ପରସ୍ତ ଏକତ୍ର ସଂଯୁକ୍ତ ଥାଏ; ତାହାସବୁ ତାହା ଉପରେ ଦୃଢ଼ବଦ୍ଧ ଥାଏ; ତାହାସବୁ ଘୁଞ୍ଚାଯାଇ ପାରେ ନାହିଁ।
24 His heart is as firm as a stone, yes, firm as the lower millstone.
ତାହାର ହୃଦୟ ପ୍ରସ୍ତର ପରି ଦୃଢ଼ ଓ ଚକିର ତଳପଟ ପରି ଦୃଢ଼।
25 When he raises himself up, the mighty are afraid. They retreat before his thrashing.
ସେ ଉଠିଲେ, ବିକ୍ରମୀମାନେ ଭୟଗ୍ରସ୍ତ ହୁଅନ୍ତି; ଭୟ ସକାଶୁ ସେମାନେ ହତବୁଦ୍ଧି ହୁଅନ୍ତି।
26 If one attacks him with the sword, it can’t prevail; nor the spear, the dart, nor the pointed shaft.
କେହି ତାହା ଉପରେ ଖଡ୍ଗ ଲଗାଇଲେ, କିଛି ହୁଏ ନାହିଁ; ବର୍ଚ୍ଛା, ଶୂଳ କି ତୀକ୍ଷ୍ଣ ତୀର ବିଫଳ ହୁଏ।
27 He counts iron as straw, and bronze as rotten wood.
ସେ ଲୁହାକୁ କୁଟା ପରି ଓ ପିତ୍ତଳକୁ ସଢ଼ା କାଠ କରି ଗଣେ।
28 The arrow can’t make him flee. Sling stones are like chaff to him.
ତୀର ତାହାକୁ ତଡ଼ାଇ ପାରେ ନାହିଁ ଓ ଛାଟିଣୀ ପଥର ତାହା ପ୍ରତି ନଡ଼ା ପରି ହୁଏ।
29 Clubs are counted as stubble. He laughs at the rushing of the javelin.
ଗଦା ତୃଣ ତୁଲ୍ୟ ଗଣିତ ହୁଏ; ବର୍ଚ୍ଛା ବଳରେ ଆସିବା ବେଳେ ସେ ହସେ।
30 His undersides are like sharp potsherds, leaving a trail in the mud like a threshing sledge.
ତାହାର ନିମ୍ନଭାଗ ତୀକ୍ଷ୍ଣ ଖପରା ପରି; ସେ କାଦୁଅ ଉପରେ କଣ୍ଟାର ମଇ ଚଳାଏ।
31 He makes the deep to boil like a pot. He makes the sea like a pot of ointment.
ସେ ଗଭୀର ଜଳକୁ ହାଣ୍ଡି ଜଳ ପରି ଫୁଟାଏ; ସେ ସମୁଦ୍ରକୁ ଲେପ ପରି କରେ।
32 He makes a path shine after him. One would think the deep had white hair.
ସେ ଆପଣା ପଛେ ପଛେ ପଥ ଉଜ୍ଜ୍ୱଳ କରେ; କେହି ମନେ କରିପାରେ, ଜଳଧି ପକ୍ୱକେଶ ହେଲା;
33 On earth there is not his equal, that is made without fear.
ପୃଥିବୀରେ ତାହା ପରି ଭୟରହିତ ହୋଇ କେହି ସୃଷ୍ଟ ହୋଇ ନାହିଁ।
34 He sees everything that is high. He is king over all the sons of pride.”
ସେ ସକଳ ଉଚ୍ଚ ବିଷୟ ଦେଖେ, ସେ ଯାବତୀୟ ଗର୍ବର ସନ୍ତାନଗଣ ଉପରେ ରାଜା ଅଟେ।”

< Job 41 >