< Deuteronomy 6 >

1 'And this [is] the command, the statutes and the judgments which Jehovah your God hath commanded to teach you, to do in the land which ye are passing over thither to possess it,
ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ପାର ହୋଇ ଯାଉଅଛ, ସେହି ଦେଶରେ ତୁମ୍ଭମାନଙ୍କ ପାଳନାର୍ଥେ ଏହିସବୁ ଆଜ୍ଞା ଓ ବିଧି ଓ ଶାସନ ତୁମ୍ଭମାନଙ୍କୁ ଶିଖାଇବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆଜ୍ଞା ଦେଇଅଛନ୍ତି।
2 so that thou dost fear Jehovah thy God, to keep all His statutes and His commands, which I am commanding thee, thou, and thy son, and thy son's son, all days of thy life, and so that thy days are prolonged.
ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଯେଉଁ ସକଳ ବିଧି ଓ ଆଜ୍ଞା ମୁଁ ଆଦେଶ କରେ, ତୁମ୍ଭେ ଯାବଜ୍ଜୀବନ ପୁତ୍ରପୌତ୍ରାଦିକ୍ରମେ ତାହା ପାଳନ କରିବା ପାଇଁ ତାଙ୍କୁ ଭୟ କଲେ, ତୁମ୍ଭର ଦୀର୍ଘାୟୁ ହେବ।
3 'And thou hast heard, O Israel, and observed to do, that it may be well with thee, and that thou mayest multiply exceedingly, as Jehovah, God of thy fathers, hath spoken to thee, [in] the land flowing with milk and honey.
ଏହେତୁ ହେ ଇସ୍ରାଏଲ, ଶୁଣ ଓ ତାହା ପାଳନ କରିବାକୁ ମନୋଯୋଗ କର; ତହିଁରେ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷଗଣର ପରମେଶ୍ୱର ତୁମ୍ଭକୁ ଯେରୂପ ପ୍ରତିଜ୍ଞା କରିଅଛନ୍ତି, ତଦନୁସାରେ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶରେ ତୁମ୍ଭର ମଙ୍ଗଳ ହେବ ଓ ତୁମ୍ଭେମାନେ ଅତିଶୟ ବର୍ଦ୍ଧିଷ୍ଣୁ ହେବ।
4 'Hear, O Israel, Jehovah our God [is] one Jehovah;
ହେ ଇସ୍ରାଏଲ, ଶୁଣ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଏକମାତ୍ର ସଦାପ୍ରଭୁ ଅଟନ୍ତି।
5 and thou hast loved Jehovah thy God with all thy heart, and with all thy soul, and with all thy might,
ଏନିମନ୍ତେ ତୁମ୍ଭେ ଆପଣା ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ ଓ ସମସ୍ତ ଶକ୍ତି ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ପ୍ରେମ କରିବ।
6 and these words which I am commanding thee to-day have been on thine heart,
ପୁଣି ଏହି ଯେଉଁ ସକଳ କଥା ମୁଁ ଆଜି ତୁମ୍ଭକୁ ଆଜ୍ଞା କରୁଅଛି, ତାହା ତୁମ୍ଭେ ଆପଣା ହୃଦୟରେ ରଖିବ।
7 and thou hast repeated them to thy sons, and spoken of them in thy sitting in thine house, and in thy walking in the way, and in thy lying down, and in thy rising up,
ଆଉ ତୁମ୍ଭେ ଆପଣା ସନ୍ତାନଗଣକୁ ଯତ୍ନପୂର୍ବକ ତାହା ଶିଖାଇବ ଓ ତୁମ୍ଭେ ଆପଣା ଗୃହରେ ବସିବା ବେଳେ ଓ ତୁମ୍ଭେ ପଥରେ ଚାଲିବା ବେଳେ ଓ ତୁମ୍ଭେ ଶୟନ କରିବା ବେଳେ ଓ ତୁମ୍ଭେ ଉଠିବା ବେଳେ, ସେମାନଙ୍କ ସଙ୍ଗେ ସେ ବିଷୟରେ କଥାବାର୍ତ୍ତା କରିବ।
8 and hast bound them for a sign upon thy hand, and they have been for frontlets between thine eyes,
ଆଉ ତୁମ୍ଭେ ଚିହ୍ନସ୍ୱରୂପ ଆପଣା ହସ୍ତରେ ତାହା ବାନ୍ଧିବ ଓ ତାହା ତୁମ୍ଭ ଚକ୍ଷୁଦ୍ୱୟ ମଧ୍ୟରେ ଭୂଷଣ ସ୍ୱରୂପ ହେବ।
9 and thou hast written them on door-posts of thy house, and on thy gates.
ଆହୁରି ତୁମ୍ଭେ ଆପଣା ଗୃହଦ୍ୱାର ଚଉକାଠରେ ଓ ବାହାର ଦ୍ୱାରରେ ତାହା ଲେଖିବ।
10 'And it hath been, when Jehovah thy God doth bring thee in unto the land which He hath sworn to thy fathers, to Abraham, to Isaac, and to Jacob, to give to thee — cities great and good, which thou hast not built,
ତୁମ୍ଭ ପୂର୍ବପୁରୁଷ ଅବ୍ରହାମ, ଇସ୍‌ହାକ ଓ ଯାକୁବ ନିକଟରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଅଛନ୍ତି, ସେହି ଦେଶରେ ସେ ତୁମ୍ଭକୁ ଉପସ୍ଥିତ କରାଇଲା ଉତ୍ତାରେ ତୁମ୍ଭେ ଯାହା ନିର୍ମାଣ କରି ନାହଁ, ଏପରି ବୃହତ ଓ ସୁନ୍ଦର ନଗର,
11 and houses full of all good things which thou hast not filled, and wells digged which thou hast not digged, vineyards and olive-yards which thou hast not planted, and thou hast eaten, and been satisfied;
ଆଉ ଯାହା ତୁମ୍ଭେ ପୂର୍ଣ୍ଣ କରି ନାହଁ, ଏପରି ସକଳ ଉତ୍ତମ ଦ୍ରବ୍ୟରେ ପରିପୂର୍ଣ୍ଣ ଗୃହ ଓ ଯାହା ତୁମ୍ଭେ ଖୋଳିଲ ନାହିଁ, ଏପରି ଖୋଦିତ କୂପ, ଯାହା ରୋପଣ କଲ ନାହିଁ, ଏପରି ଦ୍ରାକ୍ଷାକ୍ଷେତ୍ର ଓ ଜୀତବୃକ୍ଷ ପାଇ ଯେତେବେଳେ ତୁମ୍ଭେ ଭୋଗ କରି ତୃପ୍ତ ହେବ,
12 'Take heed to thyself lest thou forget Jehovah who hath brought thee out of the land of Egypt, out of a house of servants;
ସେତେବେଳେ ସାବଧାନ, ଯେ ତୁମ୍ଭକୁ ଦାସ୍ୟଗୃହରୂପ ମିସର ଦେଶରୁ ବାହାର କରି ଆଣିଅଛନ୍ତି, ସେହି ସଦାପ୍ରଭୁଙ୍କୁ ପାସୋର ନାହିଁ।
13 Jehovah thy God thou dost fear, and Him thou dost serve, and by His name thou dost swear;
ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ଭୟ କରିବ ଓ ତୁମ୍ଭେ ତାହାଙ୍କର ସେବା କରିବ ଓ ତାହାଙ୍କ ନାମରେ ଶପଥ କରିବ।
14 ye do not go after other gods, of the gods of the peoples who [are] round about you;
ତୁମ୍ଭେମାନେ ଅନ୍ୟ ଦେବଗଣର, ତୁମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଅନ୍ୟ ଦେଶୀୟ ଲୋକଙ୍କ ଦେବଗଣର ପଶ୍ଚାଦ୍‍ଗାମୀ ହେବ ନାହିଁ;
15 for a zealous God [is] Jehovah thy God in thy midst — lest the anger of Jehovah thy God burn against thee, and He hath destroyed thee from off the face of the ground.
ହେଲେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ କ୍ରୋଧ ତୁମ୍ଭ ପ୍ରତିକୂଳରେ ପ୍ରଜ୍ୱଳିତ ହେବ ଓ ସେ ଭୂମଣ୍ଡଳରୁ ତୁମ୍ଭକୁ ବିନାଶ କରିବେ; କାରଣ ତୁମ୍ଭ ମଧ୍ୟବର୍ତ୍ତୀ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସ୍ୱଗୌରବ ରକ୍ଷଣରେ ଉଦ୍‍ଯୋଗୀ ପରମେଶ୍ୱର ଅଟନ୍ତି।
16 'Ye do not try Jehovah your God as ye tried in Massah;
ତୁମ୍ଭେମାନେ ମଃସାରେ ଯେପରି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ପରୀକ୍ଷା କରିଥିଲ, ସେପରି ତାହାଙ୍କୁ ପରୀକ୍ଷା କରିବ ନାହିଁ।
17 ye do diligently keep the commands of Jehovah your God, and His testimonies, and His statutes which He hath commanded thee,
ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ତୁମ୍ଭ ପ୍ରତି ଆଦିଷ୍ଟ ସମସ୍ତ ଆଜ୍ଞା, ତାହାଙ୍କ ପ୍ରମାଣ-ବାକ୍ୟ ଓ ତାହାଙ୍କ ବିଧି ଯତ୍ନପୂର୍ବକ ପାଳନ କରିବ।
18 and thou hast done that which is right and good in the eyes of Jehovah, so that it is well with thee, and thou hast gone in and possessed the good land which Jehovah hath sworn to thy fathers,
ପୁଣି ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ନ୍ୟାୟ ଓ ଉତ୍ତମ, ତୁମ୍ଭେ ତାହା କରିବ; ତହିଁରେ ତୁମ୍ଭର ମଙ୍ଗଳ ହେବ ଓ ସଦାପ୍ରଭୁ ଆପଣା ବାକ୍ୟାନୁସାରେ ତୁମ୍ଭ ସମ୍ମୁଖରୁ ତୁମ୍ଭର ସମସ୍ତ ଶତ୍ରୁଙ୍କୁ ଦୂର କରିବା ପାଇଁ,
19 to drive away all thine enemies from thy presence, as Jehovah hath spoken.
ଯେଉଁ ଦେଶ ବିଷୟରେ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଥିଲେ, ତୁମ୍ଭେ ସେହି ଉତ୍ତମ ଦେଶରେ ପ୍ରବେଶ କରି ତାହା ଅଧିକାର କରିବ।
20 'When thy son asketh thee hereafter, saying, What [are] the testimonies, and the statutes, and the judgments, which Jehovah our God hath commanded you?
“ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ସକଳ ପ୍ରମାଣ-ବାକ୍ୟ ଓ ବିଧି ଓ ଶାସନ ଦେଇଅଛନ୍ତି, ସେସବୁର ଅଭିପ୍ରାୟ କଅଣ?” ଏହା ଭବିଷ୍ୟତ କାଳରେ ତୁମ୍ଭର ସନ୍ତାନ ତୁମ୍ଭକୁ ପଚାରିଲେ,
21 then thou hast said to thy son, Servants we have been to Pharaoh in Egypt, and Jehovah bringeth us out of Egypt by a high hand;
ତୁମ୍ଭେ ଆପଣା ସନ୍ତାନକୁ କହିବ, “ଆମ୍ଭେମାନେ ମିସରରେ ଫାରୋର ବନ୍ଧାଦାସ ଥିଲୁ; ପୁଣି ସଦାପ୍ରଭୁ ବଳବାନ ହସ୍ତ ଦ୍ୱାରା ଆମ୍ଭମାନଙ୍କୁ ମିସରରୁ ବାହାର କରି ଆଣିଲେ;
22 and Jehovah giveth signs and wonders, great and sad, on Egypt, on Pharaoh, and on all his house, before our eyes;
ଆଉ ସଦାପ୍ରଭୁ ଆମ୍ଭମାନଙ୍କ ସାକ୍ଷାତରେ ମିସର ପ୍ରତି, ଫାରୋଙ୍କ ପ୍ରତି ଓ ତାଙ୍କର ସମସ୍ତ ପରିବାର ପ୍ରତି, ମହତ୍ ଓ କ୍ଳେଶଦାୟକ ଚିହ୍ନ ଓ ଆଶ୍ଚର୍ଯ୍ୟକ୍ରିୟା ଦେଖାଇଲେ।
23 and us He hath brought out thence, in order to bring us in, to give to us the land which He had sworn to our fathers.
ପୁଣି ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ଦେଶ ବିଷୟରେ ଶପଥ କରିଥିଲେ, ସେ ଦେଶରେ ସେ ଆମ୍ଭମାନଙ୍କୁ ପହଞ୍ଚାଇ ତାହା ଦେବା ନିମନ୍ତେ ମିସରରୁ ବାହାର କରି ଆଣିଲେ।
24 And Jehovah commandeth us to do all these statutes, to fear Jehovah our God, for good to ourselves all the days, to keep us alive, as [at] this day;
ପୁଣି ସଦାପ୍ରଭୁ ଆଜି ଦିନ ତୁଲ୍ୟ ଯେପରି ଆମ୍ଭମାନଙ୍କୁ ଜୀବିତ ରଖିବେ, ଏଥିପାଇଁ ଆମ୍ଭମାନଙ୍କ ନିତ୍ୟ ମଙ୍ଗଳ ନିମନ୍ତେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କୁ ଭୟ କରିବା ପାଇଁ ସେ ଆମ୍ଭମାନଙ୍କ ପାଳନାର୍ଥେ ଏହି ସକଳ ବିଧି ଆମ୍ଭମାନଙ୍କୁ ଆଜ୍ଞା କଲେ।
25 and righteousness it is for us, when we observe to do all this command before Jehovah our God, as He hath commanded us.
ଆଉ ଯେବେ ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ତାହାଙ୍କ ଆଜ୍ଞାନୁସାରେ ଏହି ସମସ୍ତ ଆଜ୍ଞା ପାଳନ କରିବାକୁ ମନୋଯୋଗ କରିବା, ତେବେ ତାହା ଆମ୍ଭମାନଙ୍କ ନିମନ୍ତେ ଧାର୍ମିକତା ହେବ।”

< Deuteronomy 6 >