< Job 35 >

1 And Elihu answereth and saith: —
ଆହୁରି, ଇଲୀହୂ ଉତ୍ତର କରି କହିଲା,
2 This hast thou reckoned for judgment: Thou hast said — 'My righteousness [is] more than God's?'
“ତୁମ୍ଭେ କି ଏହାକୁ ଆପଣାର ନ୍ୟାୟ ବୋଲି ଜ୍ଞାନ କରୁଅଛ? ଅବା କହୁଅଛ? ପରମେଶ୍ୱରଙ୍କ ଧାର୍ମିକତା ଅପେକ୍ଷା ମୋହର ଧାର୍ମିକତା ଅଧିକ?
3 For thou sayest, 'What doth it profit Thee! What do I profit from my sin?'
ଏଥିପାଇଁ କି ତୁମ୍ଭେ କହୁଅଛ, ‘ଏଥିରୁ ମୋହର କେଉଁ ଫଳ ହେବ? ଓ ପାପ କଲେ ଯେଉଁ ଲାଭ ହୁଅନ୍ତା, ତହିଁରୁ କେଉଁ ଅଧିକ ଲାଭ ମୋହର ହେବ?’
4 I return thee words, and thy friends with thee,
ମୁଁ ତୁମ୍ଭକୁ ଓ ତୁମ୍ଭ ସଙ୍ଗେ ତୁମ୍ଭ ସଙ୍ଗୀମାନଙ୍କୁ ଉତ୍ତର ଦେବି।
5 Behold attentively the heavens — and see, And behold the clouds, They have been higher than thou.
ଗଗନମଣ୍ଡଳ ପ୍ରତି ଦୃଷ୍ଟି କରି ଅନାଅ ଓ ତୁମ୍ଭ ଅପେକ୍ଷା ଉଚ୍ଚ ଆକାଶମଣ୍ଡଳକୁ ଦେଖ।
6 If thou hast sinned, what dost thou against Him? And thy transgressions have been multiplied, What dost thou to Him?
ତୁମ୍ଭେ ପାପ କଲେ, ପରମେଶ୍ୱରଙ୍କ ବିରୁଦ୍ଧରେ କଅଣ କର? ଓ ତୁମ୍ଭର ଅପରାଧ ବୃଦ୍ଧି ପାଇଲେ, ତାହାଙ୍କ ପ୍ରତି ତୁମ୍ଭେ କଅଣ କର?
7 If thou hast been righteous, What dost thou give to Him? Or what from thy hand doth He receive?
ତୁମ୍ଭେ ଧାର୍ମିକ ହେଲେ, ତାହାଙ୍କୁ କଅଣ ଦିଅ? ଅବା ସେ ତୁମ୍ଭ ହସ୍ତରୁ କଅଣ ପାଆନ୍ତି?
8 For a man like thyself [is] thy wickedness, And for a son of man thy righteousness.
ତୁମ୍ଭର ଦୁଷ୍ଟତା ତୁମ୍ଭ ତୁଲ୍ୟ ମନୁଷ୍ୟର କ୍ଷତି କରିପାରେ ଓ ତୁମ୍ଭର ଧାର୍ମିକତା ମନୁଷ୍ୟ-ସନ୍ତାନର ଲାଭ କରିପାରେ।
9 Because of the multitude of oppressions They cause to cry out, They cry because of the arm of the mighty.
ଉପଦ୍ରବର ବାହୁଲ୍ୟ ସକାଶୁ ଲୋକେ କ୍ରନ୍ଦନ କରନ୍ତି; ବଳବାନର ବାହୁ ସକାଶୁ ସେମାନେ ସାହାଯ୍ୟ ପାଇଁ ଡାକ ପକାନ୍ତି।
10 And none said, 'Where [is] God my maker? Giving songs in the night,
‘ମାତ୍ର ଯେ ରାତ୍ରିକାଳେ ଗାନ ପ୍ରଦାନ କରନ୍ତି, ଯେ ପୃଥିବୀର ପଶୁମାନଙ୍କ ଅପେକ୍ଷା ଆମ୍ଭମାନଙ୍କୁ ଅଧିକ ଶିକ୍ଷା ଦିଅନ୍ତି
11 Teaching us more than the beasts of the earth, Yea, than the fowl of the heavens He maketh us wiser.'
ଓ ଆକାଶର ପକ୍ଷୀଗଣ ଅପେକ୍ଷା ଆମ୍ଭମାନଙ୍କୁ ଅଧିକ ଜ୍ଞାନବାନ କରନ୍ତି, ଏପରି ମୋହର ସୃଷ୍ଟିକର୍ତ୍ତା ପରମେଶ୍ୱର କାହାନ୍ତି?’ ଏହା କେହି ନ କହେ।
12 There they cry, and He doth not answer, Because of the pride of evil doers.
ଦୁଷ୍ଟ ଲୋକଙ୍କ ଅହଙ୍କାର ସକାଶୁ ସେମାନେ କ୍ରନ୍ଦନ କରନ୍ତି, ମାତ୍ର କେହି ଉତ୍ତର ଦିଏ ନାହିଁ।
13 Surely vanity God doth not hear, And the Mighty doth not behold it.
ନିଶ୍ଚୟ ପରମେଶ୍ୱର ଅସାର କଥା ଶୁଣିବେ ନାହିଁ, କିଅବା ସର୍ବଶକ୍ତିମାନ ତାହା ଆଦର କରିବେ ନାହିଁ।
14 Yea, though thou sayest thou dost not behold Him, Judgment [is] before Him, and stay for Him.
ତୁମ୍ଭେ ତ କହୁଅଛ, ମୁଁ ପରମେଶ୍ୱରଙ୍କୁ ଦେଖୁ ନାହିଁ, ବିଚାର ତାହାଙ୍କ ସମ୍ମୁଖରେ ଅଛି ଓ ମୁଁ ତାହାଙ୍କୁ ଅପେକ୍ଷା କରୁଅଛି; ତେବେ ମୁଁ ଏହି କଥାକୁ କେତେ ଅନାଦର କରିବି।
15 And, now, because there is not, He hath appointed His anger, And He hath not known in great extremity.
ମାତ୍ର ଏବେ, ସେ ନିଜ କ୍ରୋଧରେ ଶାସ୍ତି ଦେଇ ନାହାନ୍ତି, କିଅବା ଅହଙ୍କାର ପ୍ରତି ବଡ଼ ମନୋଯୋଗ କରନ୍ତି ନାହିଁ;
16 And Job [with] vanity doth open his mouth, Without knowledge words he multiplieth.
ଏଥିପାଇଁ ଆୟୁବ ଅସାର କଥାରେ ଆପଣା ମୁଖ ଫିଟାଏ; ସେ ଅନେକ ଜ୍ଞାନବର୍ଜ୍ଜିତ କଥା କହେ।”

< Job 35 >