< Kronika 2 7 >

1 Esi Solomo wu gbedodoɖa nu la, dzo ge tso dziƒo, fia numevɔsa kple vɔsa la eye Yehowa ƒe ŋutikɔkɔe yɔ gbedoxɔ la me.
ଶଲୋମନ ପ୍ରାର୍ଥନା କରିବାର ସମାପ୍ତ କରନ୍ତେ, ଆକାଶରୁ ଅଗ୍ନି ଓହ୍ଲାଇ ଆସି ହୋମ ଓ ବଳିଦାନ ସବୁକୁ ଗ୍ରାସ କଲା ଓ ସଦାପ୍ରଭୁଙ୍କର ପ୍ରତାପ ଗୃହକୁ ପରିପୂର୍ଣ୍ଣ କଲା।
2 Nunɔlaawo mete ŋu ge ɖe Yehowa ƒe gbedoxɔ la me o elabena Yehowa ƒe ŋutikɔkɔe yɔe fũu.
ଏଣୁ ଯାଜକମାନେ ସଦାପ୍ରଭୁଙ୍କ ଗୃହରେ ପ୍ରବେଶ କରି ପାରିଲେ ନାହିଁ, କାରଣ ସଦାପ୍ରଭୁଙ୍କ ପ୍ରତାପ ସଦାପ୍ରଭୁଙ୍କ ଗୃହକୁ ପରିପୂର୍ଣ୍ଣ କଲା।
3 Israel blibo la kpɔ nu sia teƒe eye wotsyɔ mo anyi, kafu Yehowa eye woda akpe nɛ hedo ɣli bena, “Eƒe dɔme nyo eye eƒe amenuveve li tegbee!”
ଆଉ ଅଗ୍ନି ଓହ୍ଲାଇବା ବେଳେ ଓ ଗୃହ ଉପରେ ସଦାପ୍ରଭୁଙ୍କ ପ୍ରତାପ ଅବସ୍ଥିତି କରିବା ବେଳେ ସମଗ୍ର ଇସ୍ରାଏଲ ସନ୍ତାନ ତାହା ଦେଖିଲେ ଓ ସେମାନେ ଚଟାଣ ଉପରେ ଭୂମିରେ ମୁହଁ ମାଡ଼ି ପଡ଼ି ପ୍ରଣାମ କଲେ, ପୁଣି ସଦାପ୍ରଭୁଙ୍କର ଧନ୍ୟବାଦ କରି କହିଲେ, “ସେ ମଙ୍ଗଳମୟ, ତାହାଙ୍କର କରୁଣା ସଦାକାଳସ୍ଥାୟୀ।”
4 Fia la kple ameawo katã sa vɔwo le Yehowa ŋkume
ତହୁଁ ରାଜା ଓ ସମଗ୍ର ଲୋକ ସଦାପ୍ରଭୁଙ୍କ ସମ୍ମୁଖରେ ବଳି ଉତ୍ସର୍ଗ କଲେ।
5 eye Fia Solomo sa vɔ kple nyi akpe blaeve-vɔ-eve kple ale kple gbɔ̃ akpe alafa ɖeka blaeve. Ale fia la kple ameawo katã kɔ Mawu ƒe gbedoxɔ la ŋu.
ପୁଣି ଶଲୋମନ ରାଜା ବାଇଶ ହଜାର ଗୋରୁ ଓ ଏକ ଲକ୍ଷ କୋଡ଼ିଏ ହଜାର ମେଷ ବଳିଦାନ କଲେ। ଏହିରୂପେ ରାଜା ଓ ସମସ୍ତ ଲୋକ ପରମେଶ୍ୱରଙ୍କ ଗୃହ ପ୍ରତିଷ୍ଠା କଲେ।
6 Nunɔlawo nɔ tsitre ɖe woƒe dɔwɔƒewo le esime Levitɔwo nɔ woƒe akpedahawo dzim be, “Eƒe amenuveve li tegbee” kpe ɖe haƒonu siwo Fia David ŋutɔ wɔ eye wòna wowɔa wo ŋu dɔ hena Yehowa kafukafu ŋuti. Esi nunɔlaawo ku kpẽawo la, Israel ƒe ameha blibo la tsi tsitre.
ଆଉ ଯାଜକମାନେ ଆପଣା ଆପଣା ପଦ ଅନୁସାରେ ଠିଆ ହେଲେ; ଦାଉଦ ଲେବୀୟମାନଙ୍କ ପରିଚର୍ଯ୍ୟାକ୍ରମେ ପ୍ରଶଂସା ଗାନ କରିବା ସମୟରେ, ସଦାପ୍ରଭୁଙ୍କ କରୁଣା ସଦାକାଳସ୍ଥାୟୀ ବୋଲି ତାହାଙ୍କର ଧନ୍ୟବାଦ କରିବା ପାଇଁ ଦାଉଦ ରାଜା ଯେଉଁସବୁ ବାଦ୍ୟଯନ୍ତ୍ର ନିର୍ମାଣ କରିଥିଲେ, ସଦାପ୍ରଭୁଙ୍କର ସେହି ସବୁ ବାଦ୍ୟଯନ୍ତ୍ର ଘେନି ଲେବୀୟମାନେ ମଧ୍ୟ ଠିଆ ହେଲେ; ପୁଣି ଯାଜକମାନେ ସେମାନଙ୍କ ସମ୍ମୁଖରେ ତୂରୀ ବଜାଇଲେ; ଆଉ ସମଗ୍ର ଇସ୍ରାଏଲ ଠିଆ ହେଲେ।
7 Solomo kɔ xɔxɔnu emetɔ si le Yehowa ƒe gbedoxɔ ŋgɔ la ŋuti eye le afi ma wòsa numevɔ, nuɖuvɔ kple akpedavɔ ƒe amiwo le elabena akɔblivɔsamlekpui si wòwɔ la le sue akpa na numevɔ, nuɖuvɔ kple amiawo.
ଆହୁରି ଶଲୋମନ ସଦାପ୍ରଭୁଙ୍କ ଗୃହ ସମ୍ମୁଖସ୍ଥିତ ପ୍ରାଙ୍ଗଣର ମଧ୍ୟଦେଶ ପବିତ୍ର କଲେ; କାରଣ ସେ ସେଠାରେ ହୋମବଳି ଓ ମଙ୍ଗଳାର୍ଥକ ବଳିର ମେଦ ଉତ୍ସର୍ଗ କଲେ; ଯେହେତୁ ଶଲୋମନ ନିର୍ମିତ ପିତ୍ତଳମୟ ଯଜ୍ଞବେଦି, ହୋମବଳି ଓ ଭକ୍ଷ୍ୟ ନୈବେଦ୍ୟ ଓ ମେଦକୁ ଧରି ପାରିଲା ନାହିଁ।
8 Azɔ la, Solomo ɖu ŋkekenyui le ɣe ma ɣi me eye Israel katã ɖui kplii. Ameha gã aɖe ŋutɔe wònye, ameawo tso Lebo Hamat va se ɖe Egipte tɔʋu la gbɔ ke.
ଏହିରୂପେ ସେସମୟରେ ଶଲୋମନ ଓ ତାଙ୍କ ସଙ୍ଗେ ହମାତ୍‍ର ପ୍ରବେଶ ସ୍ଥାନଠାରୁ ମିସରର ନଦୀ ପର୍ଯ୍ୟନ୍ତ ସମଗ୍ର ଇସ୍ରାଏଲର ମହାସମାଜ ସାତ ଦିନ ପର୍ଯ୍ୟନ୍ତ ଉତ୍ସବ କଲେ।
9 Wode ŋkekenyui sia ƒe akpedasɔleme mamlɛtɔ le ŋkeke enyia gbe.
ପୁଣି ଅଷ୍ଟମ ଦିନରେ ସେମାନେ ମହାସଭା କଲେ; କାରଣ ସେମାନେ ସାତ ଦିନ ଯଜ୍ଞବେଦିର ପ୍ରତିଷ୍ଠା ଓ ସାତ ଦିନ ଉତ୍ସବ କଲେ।
10 Fia Solomo ɖo ameawo ɖe aƒe le ɣleti adrelia ƒe ŋkeke blaeve-vɔ-etɔ̃lia gbe. Ameawo kpɔ dzidzɔ ŋutɔ le ale si Yehowa ve David kple Solomo kpakple eƒe dukɔ, Israel nu la ta.
ଆଉ ସେ ସପ୍ତମ ମାସର ତେଇଶ ଦିନରେ ଲୋକମାନଙ୍କୁ ସେମାନଙ୍କ ତମ୍ବୁକୁ ବିଦାୟ କଲେ; ସଦାପ୍ରଭୁ ଦାଉଦଙ୍କ ପ୍ରତି ଓ ଶଲୋମନଙ୍କ ପ୍ରତି ଓ ଆପଣା ଲୋକ ଇସ୍ରାଏଲ ପ୍ରତି ଯେଉଁ ମଙ୍ଗଳ ଦେଖାଇଥିଲେ, ତହିଁ ସକାଶୁ ସେମାନେ ଆନନ୍ଦିତ ଓ ହୃଷ୍ଟଚିତ୍ତ ହେଲେ।
11 Esi Solomo wu Yehowa ƒe gbedoxɔ kple fiasã la tutu kple nu siwo katã wòɖo ɖe ta me be yeawɔ ɖe Yehowa ƒe gbedoxɔ la me kple eya ŋutɔ ƒe fiasã me nu la,
ଏହିରୂପେ ଶଲୋମନ ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ସମାପ୍ତ କଲେ; ପୁଣି ସଦାପ୍ରଭୁଙ୍କ ଗୃହରେ ଓ ଆପଣା ଗୃହରେ ଯାହା ଯାହା କରିବା ପାଇଁ ଶଲୋମନଙ୍କର ମନକୁ ଆସିଲା, ତାହାସବୁ ସେ କୁଶଳରେ ସାଧନ କଲେ।
12 Yehowa ɖe eɖokui fiae le zã me eye wògblɔ nɛ be, “Mese wò gbedodoɖa eye metia teƒe sia na ɖokuinye be wòanye gbedoxɔ na vɔsawo.
ଏଥିଉତ୍ତାରେ ସଦାପ୍ରଭୁ ଶଲୋମନଙ୍କୁ ରାତ୍ରିରେ ଦର୍ଶନ ଦେଇ କହିଲେ, “ଆମ୍ଭେ ତୁମ୍ଭର ପ୍ରାର୍ଥନା ଶୁଣିଲୁ ଓ ଏହି ସ୍ଥାନକୁ ବଳିଦାନର ଗୃହ ରୂପେ ଆପଣା ପାଇଁ ମନୋନୀତ କଲୁ।
13 “Ne metu dziƒowo nu ale be tsi megale dzadzam o alo meɖe gbe na ʋetsuviwo be woaɖu nu siwo le anyigba dzi alo medɔ dɔvɔ̃ ɖe dukɔ la dome la,
ଆମ୍ଭେ ବୃଷ୍ଟି ନୋହିବା ପାଇଁ ଆକାଶ ରୁଦ୍ଧ କଲେ, କିଅବା ଦେଶ ବିନାଶ କରିବା ପାଇଁ ପଙ୍ଗପାଳମାନଙ୍କୁ ଆଜ୍ଞା ଦେଲେ, ଅଥବା ଆମ୍ଭେ ଆପଣା ଲୋକମାନଙ୍କ ମଧ୍ୟକୁ ମହାମାରୀ ପଠାଇଲେ,
14 ekema ne nye dukɔ, ame siwo ŋuti woyɔ nye ŋkɔ ɖo abɔbɔ wo ɖokui, ado gbe ɖa, adi nye ŋkume eye woaɖe asi le woƒe mɔ vɔ̃wo ŋu la, mase woƒe gbedodoɖa le dziƒo, matsɔ woƒe nu vɔ̃wo ake wo eye mayɔ dɔ woƒe anyigba.
ଯେବେ ଆମ୍ଭ ନାମରେ ବିଖ୍ୟାତ ଆମ୍ଭ ଲୋକମାନେ ଆପଣାମାନଙ୍କୁ ନମ୍ର କରି ପ୍ରାର୍ଥନା କରିବେ ଓ ଆମ୍ଭର ମୁଖ ଅନ୍ୱେଷଣ କରି ଆପଣା ଆପଣା କୁପଥରୁ ଫେରିବେ, ତେବେ ଆମ୍ଭେ ସ୍ୱର୍ଗରୁ ଶୁଣିବା ଓ ସେମାନଙ୍କର ପାପ କ୍ଷମା କରିବା ଓ ସେମାନଙ୍କ ଦେଶ ସୁସ୍ଥ କରିବା।
15 Azɔ la, nye ŋkuwo anɔ ʋuʋu eye nye towo anɔ te ɖe gbe ɖe sia ɖe si woado ɖa le teƒe sia ŋuti.
ଏହି ସ୍ଥାନରେ ଯେଉଁ ପ୍ରାର୍ଥନା କରାଯାଏ, ତହିଁ ପ୍ରତି ଆମ୍ଭର ଚକ୍ଷୁ ମୁକ୍ତ ଓ ଆମ୍ଭର କର୍ଣ୍ଣ ନିବିଷ୍ଟ ଥିବ।
16 Metia eye mekɔ gbedoxɔ sia ŋuti ale be nye ŋkɔ anɔ afi ma tegbetegbee. Nye ŋkuwo kple nye dzi anɔ afi ma ɣe sia ɣi.
କାରଣ ଏହି ଗୃହରେ ଆମ୍ଭର ନାମ ଅନନ୍ତକାଳ ରହିବା ପାଇଁ ଆମ୍ଭେ ତାହା ମନୋନୀତ ଓ ପବିତ୍ର କଲୁ; ଆଉ, ଏହି ସ୍ଥାନ ପ୍ରତି ଆମ୍ଭର ଚକ୍ଷୁ ଓ ଆମ୍ଭର ଚିତ୍ତ ନିରନ୍ତର ଥିବ।
17 “Ke wò la, ne àzɔ le ŋkunye me, aɖi anukware abe fofowò, David ene eye nàwɔ nye seawo dzi, alé nye ɖoɖowo kple kɔnuwo me ɖe asi la,
ପୁଣି ତୁମ୍ଭ ପିତା ଦାଉଦ ଯେପରି ଚାଲିଲେ, ସେପରି ଯେବେ ତୁମ୍ଭେ ଆମ୍ଭ ସମ୍ମୁଖରେ ଚାଲିବ ଓ ଆମ୍ଭେ ତୁମ୍ଭକୁ ଯେସବୁ ଆଜ୍ଞା ଦେଇଅଛୁ, ତଦନୁସାରେ କରିବ, ପୁଣି ଆମ୍ଭର ବିଧି ଓ ଶାସନସବୁ ପାଳନ କରିବ;
18 ekema makpɔ egbɔ be, wò fiaɖuƒe nali ke abe ale si medo ŋugbe na fofowò David ene hegblɔ nɛ be, ‘Wò ame siwo aɖu fia ɖe Israel dzi la matso o.’
ତେବେ ଇସ୍ରାଏଲ ଉପରେ କର୍ତ୍ତୃତ୍ୱ କରିବା ପାଇଁ ତୁମ୍ଭ ସମ୍ବନ୍ଧୀୟ ଲୋକର ଅଭାବ ନୋହିବ ବୋଲି ଯେଉଁ ନିୟମ ଆମ୍ଭେ ତୁମ୍ଭ ପିତା ଦାଉଦ ସଙ୍ଗେ କରିଅଛୁ, ତଦନୁସାରେ ଆମ୍ଭେ ତୁମ୍ଭର ରାଜସିଂହାସନ ସ୍ଥିର କରିବା।
19 “Ke ne mènɔ yonyeme o, ne ègbe se siwo mena mi dzi la wɔwɔ eye miesubɔ mawu bubuwo hede ta agu na wo la,
ମାତ୍ର ଯେବେ ତୁମ୍ଭେମାନେ ବିମୁଖ ହେବ ଓ ତୁମ୍ଭମାନଙ୍କ ସମ୍ମୁଖରେ ଆମ୍ଭର ସ୍ଥାପିତ ବିଧି ଓ ଆଜ୍ଞାସବୁ ପରିତ୍ୟାଗ କରିବ, ପୁଣି ଯାଇ ଅନ୍ୟ ଦେବଗଣକୁ ସେବା ଓ ପ୍ରଣାମ କରିବ;
20 mate nye amewo le nye anyigba si metsɔ na wo la dzi eye maɖe gbedoxɔ sia togbɔ be mekɔ eŋuti na ɖokuinye hã. Mana wòazu hamelo kple alɔmeɖenu le dukɔwo katã dome.
ତେବେ ଆମ୍ଭେ ସେମାନଙ୍କୁ ଦତ୍ତ ଆମ୍ଭ ଦେଶରୁ ସମୂଳେ ଉତ୍ପାଟନ କରିବା; ପୁଣି ଆମ୍ଭ ନାମ ନିମନ୍ତେ ଏହି ଯେଉଁ ଗୃହକୁ ଆମ୍ଭେ ପବିତ୍ର କରିଅଛୁ, ତାହା ଆମ୍ଭ ଦୃଷ୍ଟିରୁ ଦୂର କରିବା ଓ ସକଳ ଗୋଷ୍ଠୀ ମଧ୍ୟରେ ଗଳ୍ପ ଓ ଉପହାସର ବିଷୟ କରିବା।
21 Gbedoxɔ sia azu xɔ gbagbã si ƒe xɔtunuwo woali kɔe ɖi eye ame sia ame si ava tso eme yina la ƒe nu aku, eye wòabia be, ‘Nu ka ta Yehowa wɔ nu siawo ɖe anyigba sia kple gbedoxɔ sia ŋu?’
ଆଉ, ଏହି ଯେ ଗୃହ ଏଡ଼େ ଉଚ୍ଚ ହୋଇଅଛି, ତହିଁ ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ଚମତ୍କୃତ ହୋଇ ପଚାରିବେ, ‘ଏହି ଦେଶ ଓ ଗୃହ ପ୍ରତି ସଦାପ୍ରଭୁ କାହିଁକି ଏପରି କଲେ?’
22 Woaɖo eŋu be, ‘Elabena ameawo ɖe asi le Yehowa, wo fofowo ƒe Mawu, ame si kplɔ wo do goe le Egiptenyigba dzi la ŋu eye wosubɔ mawu bubuwo eya tae wòhe dzɔgbevɔ̃e sia va wo dzi ɖo!’”
ତହିଁରେ ଲୋକେ ଉତ୍ତର କରି କହିବେ, ‘ସଦାପ୍ରଭୁ ସେମାନଙ୍କ ପୂର୍ବପୁରୁଷଗଣର ଯେଉଁ ପରମେଶ୍ୱର ସେମାନଙ୍କୁ ମିସର ଦେଶରୁ ବାହାର କରି ଆଣିଥିଲେ, ତାହାଙ୍କୁ ସେମାନେ ପରିତ୍ୟାଗ କରି ଅନ୍ୟ ଦେବଗଣକୁ ଅବଲମ୍ବନ କଲେ ଓ ସେମାନଙ୍କୁ ପ୍ରଣାମ କରି ସେବା କଲେ; ଏହେତୁ ସେ ସେମାନଙ୍କ ଉପରେ ଏହିସବୁ ଅମଙ୍ଗଳ ବର୍ତ୍ତାଇଅଛନ୍ତି।’”

< Kronika 2 7 >