< 2 Chronik 23 >

1 Im siebten Jahre aber ermannte sich Jojada und verbündete sich mit den Obersten der Hundertschaften Azarjahu, Jerochams Sohn, Ismael, Jochanans Sohn, Azarjahu, Obeds Sohn, Maasejahu, Adajas Sohn, und Elisaphat, Zikris Sohn.
ଏଥିଉତ୍ତାରେ ସପ୍ତମ ବର୍ଷରେ ଯିହୋୟାଦା ଆପଣାକୁ ବଳବାନ କରି ଯିରୋହମର ପୁତ୍ର ଅସରୀୟ ଓ ଯିହୋହାନନ୍‍ର ପୁତ୍ର ଇଶ୍ମାୟେଲ, ଓବେଦ୍‍ର ପୁତ୍ର ଅସରୀୟ ଓ ଅଦାୟାର ପୁତ୍ର ମାସେୟ ଓ ସିଖ୍ରିର ପୁତ୍ର ଇଲୀଶାଫଟ୍‍, ଏହି ଶତପତିମାନଙ୍କୁ ଆପଣା ସଙ୍ଗେ ନିୟମରେ ଆବଦ୍ଧ କଲା।
2 Diese zogen in Juda umher und sammelten die Leviten aus allen Städten Judas und die Stammhäupter Israels. Dann kamen sie nach Jerusalem.
ତହିଁରେ ସେମାନେ ଯିହୁଦାର ଚାରିଆଡ଼େ ଭ୍ରମଣ କରି ଯିହୁଦାର ସମସ୍ତ ନଗରରୁ ଲେବୀୟମାନଙ୍କୁ ଓ ଇସ୍ରାଏଲର ପିତୃବଂଶର ପ୍ରଧାନମାନଙ୍କୁ ଏକତ୍ର କଲେ, ତହୁଁ ସେମାନେ ଯିରୂଶାଲମକୁ ଆସିଲେ।
3 Da schloß die ganze Gemeinde im Gotteshause einen Bund wegen des Königs. Er sprach zu ihnen: "Hier ist der Königssohn. Er soll König sein, wie der Herr den Söhnen Davids verheißen hat!
ଏଉତ୍ତାରେ ସମଗ୍ର ସମାଜ ପରମେଶ୍ୱରଙ୍କ ଗୃହରେ ରାଜାଙ୍କ ସଙ୍ଗେ ନିୟମ କଲେ। ପୁଣି ଯିହୋୟାଦା ସେମାନଙ୍କୁ କହିଲା, “ଦେଖ, ଦାଉଦଙ୍କର ସନ୍ତାନଗଣ ବିଷୟରେ ସଦାପ୍ରଭୁ ଯାହା କହିଅଛନ୍ତି, ତଦନୁସାରେ ରାଜପୁତ୍ର ରାଜ୍ୟ କରିବେ।
4 Ihr habt folgendes zu tun: Das Drittel, das von euch am Sabbat abzieht, Priester und Leviten, sei Torhüter an den Schwellen!
ତୁମ୍ଭେମାନେ ଏହି କର୍ମ କରିବ; ତୁମ୍ଭମାନଙ୍କ ମଧ୍ୟରୁ ଯେଉଁ ଯାଜକମାନେ ଓ ଲେବୀୟମାନେ ବିଶ୍ରାମବାରରେ ଆସନ୍ତି, ସେମାନଙ୍କର ତୃତୀୟାଂଶ ଦ୍ୱାରପାଳ ହେବେ।
5 Das andere Drittel sei beim Königshause und das weitere Drittel am Tor des Ausgangs! Das ganze Volk aber sei in den Vorhöfen im Hause des Herrn!
ଓ ତୃତୀୟାଂଶ ରାଜଗୃହରେ ରହିବେ ଓ ତୃତୀୟାଂଶ ଭିତ୍ତିମୂଳ-ଦ୍ୱାରରେ ରହିବେ; ଆଉ ସମଗ୍ର ଲୋକ ସଦାପ୍ରଭୁଙ୍କ ଗୃହର ନାନା ପ୍ରାଙ୍ଗଣରେ ରହିବେ।
6 Niemand komme in das Haus des Herrn, als die Priester und die diensttuenden Leviten! Diese dürfen hineingehen; denn sie sind geweiht. Das ganze Volk aber halte die Vorschriften des Herrn!
ମାତ୍ର ଯାଜକମାନଙ୍କର ଓ ପରିଚର୍ଯ୍ୟାକାରୀ ଲେବୀୟମାନଙ୍କର ବ୍ୟତୀତ ଆଉ କାହାକୁ ସଦାପ୍ରଭୁଙ୍କ ଗୃହରେ ପ୍ରବେଶ କରିବାକୁ ଦିଅ ନାହିଁ; ସେମାନେ ପବିତ୍ର, ଏଥିପାଇଁ ସେମାନେ ପ୍ରବେଶ କରିବେ; ମାତ୍ର ସମଗ୍ର ଲୋକ ସଦାପ୍ରଭୁଙ୍କ ରକ୍ଷଣୀୟ ରକ୍ଷା କରିବେ।
7 Die Leviten sollen nun den König umgeben, jeder mit der Waffe in der Hand! Wer aber das Haus betritt, werde getötet! Jene sollen bei dem König bleiben, wenn er aus- und eingeht!"
ପୁଣି ଲେବୀୟମାନଙ୍କର ପ୍ରତ୍ୟେକେ ଆପଣା ଆପଣା ହାତରେ ଆପଣା ଆପଣା ଅସ୍ତ୍ର ଧରି ରାଜାଙ୍କୁ ଚତୁର୍ଦ୍ଦିଗରେ ବେଷ୍ଟନ କରିବେ; ଆଉ ଯେକେହି ଗୃହ ଭିତରକୁ ଆସେ, ସେ ହତ ହେଉ; ପୁଣି ରାଜା ଭିତରକୁ ଆସିବା ବେଳେ ଓ ବାହାରକୁ ଯିବା ବେଳେ ତୁମ୍ଭେମାନେ ତାଙ୍କ ସଙ୍ଗେ ଥାଅ।”
8 Und die Leviten und ganz Juda taten so, wie der Priester Jojada befohlen. Sie nahmen jeder seine Leute, sowohl die, die am Sabbat abzogen, als auch die am Sabbat aufzogen. Denn der Priester Jojada hatte die Abteilungen nicht entlassen.
ତହୁଁ ଲେବୀୟମାନେ ଓ ସମଗ୍ର ଯିହୁଦା, ଯିହୋୟାଦା ଯାଜକର ଆଜ୍ଞା ପ୍ରମାଣେ ସମସ୍ତ କର୍ମ କଲେ; ପୁଣି ସେମାନେ ପ୍ରତ୍ୟେକେ ବିଶ୍ରାମବାରରେ ଅନ୍ତର୍ଗାମୀ ଓ ବିଶ୍ରାମବାରରେ ବହିର୍ଗାମୀ ଆପଣା ଆପଣା ଲୋକଙ୍କୁ ନେଲେ; କାରଣ ଯିହୋୟାଦା ଯାଜକ ଲୋକମାନଙ୍କୁ ପାଳିରୁ ବିଦାୟ କରି ନ ଥିଲା।
9 Der Priester Jojada gab nun den Obersten der Hundertschaften die Speere, Schilde und Tartschen des Königs David, die im Gotteshause lagen.
ଆଉ, ଦାଉଦ ରାଜାଙ୍କର ଯେଉଁ ବର୍ଚ୍ଛା ଓ ଢାଲ ଓ ଚର୍ମ ପରମେଶ୍ୱରଙ୍କ ଗୃହରେ ଥିଲା, ତାହାସବୁ ଯିହୋୟାଦା ଯାଜକ ଶତପତିମାନଙ୍କୁ ଦେଲା।
10 Dann stellte er das ganze Volk auf, jeden mit seiner Schleuder in der Hand, von der Südseite des Hauses bis zur Nordseite, bis zum Altar und wieder bis zum Hause rings um den König.
ଆଉ, ସେ ସମସ୍ତ ଲୋକଙ୍କୁ, ସ୍ୱହସ୍ତରେ ଅସ୍ତ୍ରଧାରୀ ପ୍ରତି ଜଣକୁ ଗୃହର ଦକ୍ଷିଣ ପାର୍ଶ୍ୱର ବାମ ପାର୍ଶ୍ୱ ପର୍ଯ୍ୟନ୍ତ ଯଜ୍ଞବେଦି ଓ ଗୃହ ନିକଟରେ ରାଜାଙ୍କର ଚତୁର୍ଦ୍ଦିଗରେ ସ୍ଥାପନ କଲା।
11 Dann führten sie den Königssohn vor, legten ihm das Diadem und die Spange an und machten ihn zum König. Und Jojada und seine Söhne salbten ihn und riefen: "Es lebe der König!"
ତହୁଁ ସେମାନେ ରାଜପୁତ୍ରଙ୍କୁ ବାହାରକୁ ଆଣି ତାଙ୍କ ମସ୍ତକରେ ମୁକୁଟ ପିନ୍ଧାଇ ଓ ସାକ୍ଷ୍ୟ ପୁସ୍ତକ ଦେଇ ତାଙ୍କୁ ରାଜା କଲେ; ପୁଣି ଯିହୋୟାଦା ଓ ତାହାର ପୁତ୍ରମାନେ ତାଙ୍କୁ ଅଭିଷେକ କଲେ; ତହୁଁ ସେମାନେ କହିଲେ, ରାଜା ଚିରଜୀବୀ ହେଉନ୍ତୁ।
12 Ataljahu aber hörte das Geschrei des Volkes, das tanzend dem König entgegenjubelte. So kam sie zum Volk in das Haus des Herrn.
ଏଥିରେ ଅଥଲୀୟା ଲୋକମାନଙ୍କ ଦୌଡ଼ା ଦୌଡ଼ିର ଓ ରାଜାଙ୍କର ପ୍ରଶଂସା କରିବାର କୋଳାହଳ ଶୁଣି ସଦାପ୍ରଭୁଙ୍କ ଗୃହକୁ ଲୋକମାନଙ୍କ କତିକି ଆସିଲେ;
13 Da sah sie, wie der König an seiner Säule am Eingang stand, und beim König waren die Sänger und die Trompeter, und wie alles Volk des Landes fröhlich war und in die Trompeten stieß und wie die Sänger mit den Musikgeräten das Zeichen zum Jubilieren gaben. Da zerriß Ataljahu ihre Kleider und rief: "Verschwörung, Verschwörung!"
ଆଉ, ସେ ଦୃଷ୍ଟିପାତ କରନ୍ତେ, ଦେଖ, ରାଜା ଦ୍ୱାର-ପ୍ରବେଶ ସ୍ଥାନରେ ଆପଣା ସ୍ତମ୍ଭ ନିକଟରେ ଠିଆ ହୋଇଅଛନ୍ତି ଓ ରାଜାଙ୍କ ନିକଟରେ ସେନାପତିମାନେ ଅଛନ୍ତି ଓ ତୂରୀ ଅଛି; ପୁଣି ଦେଶର ସମଗ୍ର ଲୋକ ଆନନ୍ଦ କରୁଅଛନ୍ତି ଓ ତୂରୀ ବଜାଉଅଛନ୍ତି; ମଧ୍ୟ ଗାୟକମାନେ ବାଦ୍ୟଯନ୍ତ୍ର ବଜାଇ ପ୍ରଶଂସା ଗାନ କରୁଅଛନ୍ତି। ଏଥିରେ ଅଥଲୀୟା ଆପଣା ବସ୍ତ୍ର ଚିରି ରାଜଦ୍ରୋହ, ରାଜଦ୍ରୋହ ବୋଲି ଡାକ ପକାଇଲେ।
14 Da gebot der Priester Jojada den Obersten der Hundertschaften, den Heeresbefehlshabern und sprach zu ihnen: "Führt sie durch die Reihen hinaus! Wer ihr folgt, werde mit dem Schwert getötet!" Denn der Priester hatte gesagt: "Tötet sie nicht im Hause des Herrn!"
ତହିଁରେ ଯିହୋୟାଦା ଯାଜକ ସୈନ୍ୟ ଉପରେ ନିଯୁକ୍ତ ଶତପତିମାନଙ୍କୁ ବାହାରକୁ ଆଣି କହିଲା, “ସୈନ୍ୟଶ୍ରେଣୀ ମଧ୍ୟଦେଇ ଏହାକୁ ବାହାରକୁ ନେଇଯାଅ ଓ ଯେକେହି ତାହାର ପଶ୍ଚାଦ୍‍ଗାମୀ ହୁଏ, ସେ ଖଡ୍ଗରେ ହତ ହେଉ;” କାରଣ ଯାଜକ କହିଲା, “ସଦାପ୍ରଭୁଙ୍କ ଗୃହ ଭିତରେ ତାହାକୁ ବଧ କର ନାହିଁ।”
15 Da legten sie Hand an sie. Und so kam sie zum Eingang des Roßtores am Königshause. Dort töteten sie sie.
ତହୁଁ ଲୋକମାନେ ତାଙ୍କ ପାଇଁ ପଥ ଛାଡ଼ନ୍ତେ, ସେ ରାଜଗୃହର ଅଶ୍ୱଦ୍ୱାରର ପ୍ରବେଶ ସ୍ଥାନକୁ ଗଲେ; ଆଉ ସେଠାରେ ସେମାନେ ତାଙ୍କୁ ବଧ କଲେ।
16 Hierauf schloß Jojada einen Bund zwischen dem Herrn, dem ganzen Volk und dem König, daß sie ein Volk des Herrn sein wollten.
ଏଥିଉତ୍ତାରେ ସମସ୍ତେ ଯେପରି ସଦାପ୍ରଭୁଙ୍କର ଲୋକ ହେବେ, ଏଥିପାଇଁ ଯିହୋୟାଦା ଆପଣାର, ପୁଣି ସମଗ୍ର ଲୋକଙ୍କର ଓ ରାଜାଙ୍କର ମଧ୍ୟରେ ଏକ ନିୟମ କଲା।
17 Dann kam das Volk zum Hause des Baal, riß es ein und zerstörte alle seine Altäre und Bilder. Den Baalspriester Mattan aber töteten sie vor den Altären.
ଏଉତ୍ତାରେ ସମଗ୍ର ଲୋକ ବାଲ୍‍ ମନ୍ଦିରକୁ ଯାଇ ତାହା ଭାଙ୍ଗି ପକାଇଲେ, ସେମାନେ ତାହାର ଯଜ୍ଞବେଦି ଓ ପ୍ରତିମାସବୁ ଚୂର୍ଣ୍ଣ କଲେ ଓ ଯଜ୍ଞବେଦି ସମ୍ମୁଖରେ ବାଲ୍‍ର ଯାଜକ ମତ୍ତନକୁ ବଧ କଲେ।
18 Hierauf legte Jojada die Ämter für des Herrn Haus in die Hand der levitischen Priester, die David für das Haus des Herrn abgeteilt hatte, um dem Herrn Brandopfer darzubringen nach der Aufzeichnung in der Lehre des Moses, unter Jubelruf und Gesängen nach Davids Anordnung.
ଆଉ, ଦାଉଦଙ୍କର ବିଧାନମତେ ଆନନ୍ଦ ଓ ଗାନ ସହିତ ମୋଶାଙ୍କ ବ୍ୟବସ୍ଥାର ଲିଖନାନୁସାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଉତ୍ସର୍ଗ କରିବାକୁ ଦାଉଦ ଯେଉଁ ଲେବୀୟ ଯାଜକମାନଙ୍କୁ ସଦାପ୍ରଭୁଙ୍କ ଗୃହରେ ବିଭାଗ କରିଥିଲେ, ସେମାନଙ୍କ ହସ୍ତାଧୀନରେ ଯିହୋୟାଦା ସଦାପ୍ରଭୁଙ୍କ ଗୃହର ତତ୍ତ୍ୱାବଧାରଣ କାର୍ଯ୍ୟ ସ୍ଥାପନ କଲା।
19 Auch stellte er die Torhüter an die Tore im Hause des Herrn, daß nicht hineinkomme, wer irgendwie unrein sei.
ଆଉ, କୌଣସି ବିଷୟରେ ଅଶୁଚି କୌଣସି ଲୋକ ଯେପରି ପ୍ରବେଶ କରି ନ ପାରେ, ଏଥିପାଇଁ ସେ ସଦାପ୍ରଭୁଙ୍କ ଗୃହର ଦ୍ୱାରସବୁରେ ଦ୍ୱାରପାଳମାନଙ୍କୁ ନିଯୁକ୍ତ କଲା।
20 Dann nahm er die Obersten der Hundertschaften, die Vornehmen und die Beamten im Volke sowie das ganze Volk des Landes und führte den König aus dem Hause des Herrn hinab. Sie kamen durch das obere Tor in das Königshaus und setzten den König auf den königlichen Thron.
ଏଥିଉତ୍ତାରେ ସେ ଶତପତିମାନଙ୍କୁ ଓ କୁଳୀନମାନଙ୍କୁ ଓ ଲୋକମାନଙ୍କର ଶାସନକର୍ତ୍ତାମାନଙ୍କୁ ଓ ଦେଶର ସମଗ୍ର ଲୋକଙ୍କୁ ନେଇ ରାଜାଙ୍କୁ ସଦାପ୍ରଭୁଙ୍କ ଗୃହକୁ ଆଣିଲା; ଆଉ, ସେମାନେ ଉପର ଦ୍ୱାର ଦେଇ ରାଜଗୃହକୁ ଆସି ରାଜସିଂହାସନରେ ରାଜାଙ୍କୁ ବସାଇଲେ।
21 Alles Volk des Landes war fröhlich; die Stadt aber war ruhig geblieben, obschon sie Ataljahu mit dem Schwert getötet hatten.
ସେତେବେଳେ ଦେଶର ସମସ୍ତ ଲୋକ ଆନନ୍ଦ କଲେ ଓ ନଗର ସୁସ୍ଥିର ହେଲା; ଆଉ, ସେମାନେ ଅଥଲୀୟାଙ୍କୁ ଖଡ୍ଗରେ ବଧ କଲେ।

< 2 Chronik 23 >