< 2 Samuel 24 >

1 Nochmals zürnte der Herr über Israel. Und so reizte er David gegen Israel durch den Befehl: "Auf! Zähle Israel und Juda!"
ଏଥିଉତ୍ତାରେ ଇସ୍ରାଏଲ ବିରୁଦ୍ଧରେ ସଦାପ୍ରଭୁଙ୍କ କ୍ରୋଧ ପୁନର୍ବାର ପ୍ରଜ୍ୱଳିତ ହେଲା, ଆଉ ସେ ଦାଉଦଙ୍କୁ ପ୍ରବର୍ତ୍ତାଇ କହିଲେ, “ଯାଅ, ଇସ୍ରାଏଲ ଓ ଯିହୁଦାକୁ ଗଣନା କର।”
2 Da sprach der König zu Joabs Heerführern, die bei ihm waren: "Durchwandert alle Stämme Israels von Dan bis Beerseba und zählt das Volk, daß ich die Zahl des Volkes erfahre!"
ତହିଁରେ ରାଜା ଆପଣା ନିକଟସ୍ଥ ସେନାପତି ଯୋୟାବଙ୍କୁ କହିଲେ; “ତୁମ୍ଭେମାନେ ଦାନ୍‍ଠାରୁ ବେର୍‍ଶେବା ପର୍ଯ୍ୟନ୍ତ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟଦେଇ ଭ୍ରମଣ କରି ଲୋକମାନଙ୍କୁ ଗଣନା କର, ତାହାହେଲେ ମୁଁ ଲୋକମାନଙ୍କର ସଂଖ୍ୟା ଜାଣି ପାରିବି।”
3 Da sprach Joab zum König: "Mag der Herr, dein Gott, das Volk, wie es ist, hundertfach vermehren, und mag mein Herr, der König, dies selbst erleben! Aber warum verlangt dies mein Herr, der König?"
ଏଥିରେ ଯୋୟାବ ରାଜାଙ୍କୁ କହିଲା, “ଏବେ ଯେତେ ଲୋକ ଅଛନ୍ତି; ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ସେମାନଙ୍କୁ ଶତଗୁଣ ବୃଦ୍ଧି କରନ୍ତୁ ଓ ମୋʼ ପ୍ରଭୁ ମହାରାଜଙ୍କ ଚକ୍ଷୁ ତାହା ଦେଖୁ; ମାତ୍ର ମୋʼ ପ୍ରଭୁ ମହାରାଜ ଏପରି କରିବା ପାଇଁ କାହିଁକି ଚାହୁଁଅଛନ୍ତି?”
4 Aber des Königs Befehl zwang Joab und die Heerführer. So gingen Joab und die Heerführer vom König weg, das Volk Israel zu zählen.
ତଥାପି ଯୋୟାବ ଉପରେ ଓ ସେନାପତିମାନଙ୍କ ଉପରେ ରାଜାଙ୍କ ବାକ୍ୟ ପ୍ରବଳ ହେଲା। ତହୁଁ ଯୋୟାବ ଓ ସେନାପତିମାନେ ଇସ୍ରାଏଲ ଲୋକମାନଙ୍କୁ ଗଣନା କରିବା ପାଇଁ ରାଜାଙ୍କ ସାକ୍ଷାତରୁ ଗମନ କଲେ।
5 Sie überschritten den Jordan und machten sich an die Arbeit in Aroër, rechts von der Stadt, im Bachtale, gegen Gad und Jazer hin.
ଏଉତ୍ତାରେ ସେମାନେ ଯର୍ଦ୍ଦନ ପାର ହୋଇ ଅରୋୟେରରେ ଗାଦ୍‍ ଉପତ୍ୟକାର ମଧ୍ୟବର୍ତ୍ତୀ ନଗରର ଦକ୍ଷିଣ ପାଖରେ ଛାଉଣି ସ୍ଥାପନ କଲେ, ଓ ଗାଦ୍‍ରୁ ଯାସେର ପର୍ଯ୍ୟନ୍ତ ଯାତ୍ରା କଲେ;
6 So kamen sie nach dem Gilead und in das Land unter dem Hermon. Dann kamen sie nach Dan und in Galiläas Umkreis nach Sidon zu.
ତହିଁ ଉତ୍ତାରେ ସେମାନେ ଗିଲୀୟଦକୁ ଓ ତହତୀମ୍‍-ହଦ୍‍ଶି ଦେଶକୁ ଆସିଲେ; ତହୁଁ ସେମାନେ ଦାନ୍‍-ଯାନକୁ ଓ ସେଠାରୁ ବୁଲି ସୀଦୋନକୁ ଆସିଲେ।
7 Dann kamen sie zur Festung von Tyrus sowie zu allen Chiwiter- und Kanaaniterstädten. Dann zogen sie nach Judas Südland, nach Beerseba.
ତହୁଁ ସୋର ଗଡ଼ରେ ଓ ହିବ୍ବୀୟମାନଙ୍କର ଓ କିଣାନୀୟମାନଙ୍କ ସମସ୍ତ ନଗରରେ ଉପସ୍ଥିତ ହେଲେ; ପୁଣି ସେମାନେ ବେର୍‍ଶେବାରେ ଯିହୁଦାର ଦକ୍ଷିଣାଞ୍ଚଳକୁ ବାହାରିଗଲେ।
8 So durchstreiften sie das ganze Land und kamen nach neun Monaten und zwanzig Tagen nach Jerusalem zurück.
ଏହିରୂପେ ସେମାନେ ସମୁଦାୟ ଦେଶ ଦେଇ ଭ୍ରମଣ କଲା ଉତ୍ତାରେ ନଅ ମାସ କୋଡ଼ିଏ ଦିନର ଶେଷରେ ଯିରୂଶାଲମରେ ଉପସ୍ଥିତ ହେଲେ।
9 Da gab Joab die Zahl aus der Volkszählung dem Könige an: "Israel zählte 800.000 an waffenfähigen, schwertgerüsteten Mannen und Juda nach seiner Mannschaft 500.000."
ତହିଁରେ ଯୋୟାବ ଗଣିତ ଯୋଦ୍ଧାମାନଙ୍କ ସଂଖ୍ୟା ରାଜାଙ୍କ ନିକଟରେ ସମର୍ପଣ କଲା; ଇସ୍ରାଏଲର ଖଡ୍ଗଧାରୀ ଆଠ ଲକ୍ଷ ବଳବାନ ଲୋକ ଓ ଯିହୁଦାର ପାଞ୍ଚ ଲକ୍ଷ ଲୋକ ଥିଲେ।
10 David aber schlug das Gewissen nach der Volkszählung. Und so sprach David zum Herrn: "Ich habe schwer gesündigt durch das, was ich getan. Nun aber, Herr, vergib die Schuld Deines Sklaven. Denn ich habe töricht gehandelt."
ଏହିରୂପେ ଦାଉଦ ଲୋକମାନଙ୍କୁ ଗଣନା କରାଇଲା ଉତ୍ତାରେ ତାଙ୍କ ହୃଦୟ ତାଙ୍କୁ ଆଘାତ କଲା। ତହୁଁ ଦାଉଦ ସଦାପ୍ରଭୁଙ୍କୁ କହିଲେ, “ଏହି କର୍ମ କରିବାରେ ମୁଁ ମହାପାପ କରିଅଛି; ମାତ୍ର ଏବେ ହେ ସଦାପ୍ରଭୋ, ବିନୟ କରୁଅଛି, ନିଜ ଦାସର ଅପରାଧ କ୍ଷମା କର; କାରଣ ମୁଁ ଅତି ମୂର୍ଖର କର୍ମ କରିଅଛି।”
11 Als David am Morgen aufstand, war das Wort des Herrn an den Propheten Gad, Davids Seher, also ergangen:
ଏଥିଉତ୍ତାରେ ଦାଉଦ ପ୍ରଭାତରେ ଉଠନ୍ତେ, ଦାଉଦଙ୍କ ଦର୍ଶକ ଗାଦ୍‍ ଭବିଷ୍ୟଦ୍‍ବକ୍ତା ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା, ଯଥା,
12 "Auf! Sprich zu David: 'So spricht der Herr: Ich lege dir dreierlei vor: Eins wähle dir davon, daß ich es dir antue!'"
“ଦାଉଦ ନିକଟକୁ ଯାଇ ତାହାକୁ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ତୁମ୍ଭ ଆଗରେ ତିନି କଥା ରଖୁଅଛୁ; ତହିଁ ମଧ୍ୟରୁ ଆପଣା ପାଇଁ ଗୋଟିଏ ମନୋନୀତ କର, ତାହା ହିଁ ଆମ୍ଭେ ତୁମ୍ଭ ପ୍ରତି କରିବୁ।’”
13 Da ging Gad zu David und verkündete es ihm. Er sprach zu ihm: "Entweder für dich drei Jahre Hungersnot in deinem Land oder drei Monate Flucht vor deinem Feind, wenn er dich verfolgt, oder drei Tage Pest in deinem Land? Nun besinne dich und sieh zu, was ich dem bescheiden soll, der mich sendet!"
ତହୁଁ ଗାଦ୍‍ ଦାଉଦଙ୍କ ନିକଟକୁ ଆସି ତାଙ୍କୁ ଜଣାଇ କହିଲା, “ତୁମ୍ଭ ଦେଶରେ ତିନି ବର୍ଷ ଦୁର୍ଭିକ୍ଷ ହେବ? କି ତୁମ୍ଭ ଶତ୍ରୁମାନେ ତୁମ୍ଭ ପଛେ ପଛେ ଗୋଡ଼ାଇବା ବେଳେ ତୁମ୍ଭେ ସେମାନଙ୍କ ଆଗେ ଆଗେ ତିନି ମାସ ପର୍ଯ୍ୟନ୍ତ ପଳାଇବ? କିଅବା ତିନି ଦିନ ପର୍ଯ୍ୟନ୍ତ ତୁମ୍ଭ ଦେଶରେ ମହାମାରୀ ହେବ? ଏହା ବୁଝ, ଆଉ ମୋʼ ପ୍ରେରଣା କର୍ତ୍ତାଙ୍କୁ ମୁଁ ଫେରି କି ଉତ୍ତର ଦେବି, ତାହା ବିବେଚନା କର।”
14 Da sprach David zu Gad: "Mir ist sehr bange. Laßt uns lieber in des Herrn Hand fallen! Denn sein Erbarmen ist groß. Aber in Menschenhand möchte ich nicht fallen."
ତହିଁରେ ଦାଉଦ ଗାଦ୍‍କୁ କହିଲେ, “ମୁଁ ବଡ଼ ଅକଳରେ ପଡ଼ିଲି, ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ହସ୍ତରେ ପଡ଼ୁ; କାରଣ ତାହାଙ୍କ ଦୟା ପ୍ରଚୁର; ମାତ୍ର ମୁଁ ମନୁଷ୍ୟ ହସ୍ତରେ ନ ପଡ଼େ।”
15 So schickte der Herr eine Pest über Israel vom Morgen bis zum Vormittag. Und vom Volke starben 70.000 Mann von Dan bis Beerseba.
ତହୁଁ ସଦାପ୍ରଭୁ ପ୍ରାତଃକାଳ ଅବଧି ନିରୂପିତ ସମୟ ପର୍ଯ୍ୟନ୍ତ ଇସ୍ରାଏଲ ଉପରେ ମହାମାରୀ ପଠାଇଲେ; ତହିଁରେ ଦାନ୍‍ଠାରୁ ବେର୍‍ଶେବା ପର୍ଯ୍ୟନ୍ତ ଲୋକମାନଙ୍କ ମଧ୍ୟରୁ ସତୁରି ହଜାର ଲୋକ ମଲେ।
16 Und der Engel des Herrn streckte seine Hand gegen Jerusalem aus, es zu vernichten. Da reute den Herrn das Unheil, und er gebot dem Engel, der unter dem Volke würgte: "Genug! Zieh deine Hand jetzt ab!" Des Herrn Engel war eben bei der Tenne des Jebusiters Arauna.
ଆଉ ଦୂତ ଯିରୂଶାଲମକୁ ବିନାଶ କରିବା ପାଇଁ ତହିଁ ଆଡ଼କୁ ହସ୍ତ ବିସ୍ତାର କରନ୍ତେ, ସଦାପ୍ରଭୁ ସେହି ବିପଦ ସକାଶୁ ଦୁଃଖିତ ହୋଇ ସେହି ବିନାଶକ ଦୂତକୁ କହିଲେ, “ଯଥେଷ୍ଟ ହେଲା; ଏବେ ତୁମ୍ଭ ହସ୍ତ ସଙ୍କୁଚିତ କର।” ଏହି ସମୟରେ ସଦାପ୍ରଭୁଙ୍କ ସେହି ଦୂତ ଯିବୂଷୀୟ ଅରୌଣାର ଶସ୍ୟମର୍ଦ୍ଦନ ସ୍ଥାନ ନିକଟରେ ଥିଲା।
17 Da sprach David zum Herrn, als er sah, wie der Engel das Volk schlug, und sagte: "Ich habe gefehlt und gesündigt. Was aber haben die Schafe getan? Deine Hand sei doch gegen mich und mein Haus!"
ପୁଣି ଦାଉଦ ସେହି ବିନାଶକ ଦୂତଙ୍କୁ ଦେଖି ସଦାପ୍ରଭୁଙ୍କୁ କହିଲେ, “ଦେଖ, ମୁଁ ପାପ କଲି ଓ ମୁଁ ହିଁ ଅପରାଧୀ ହେଲି; ମାତ୍ର ଏହି ମେଷଗଣ କଅଣ କଲେ? ବିନୟ କରୁଅଛି, ତୁମ୍ଭ ହସ୍ତ ମୋʼ ବିରୁଦ୍ଧରେ ଓ ମୋʼ ପିତୃଗୃହର ବିରୁଦ୍ଧରେ ହେଉ।”
18 Da kam Gad zu David an jenem Tage und sprach zu ihm: "Geh hinauf und errichte dem Herrn einen Altar auf der Tenne des Jebusiters Arauna!"
ସେହି ଦିନ ଗାଦ୍‍ ଦାଉଦଙ୍କ ନିକଟକୁ ଯାଇ ତାଙ୍କୁ କହିଲା, “ଯାଅ, ଯିବୂଷୀୟ ଅରୌଣାର ଶସ୍ୟମର୍ଦ୍ଦନ ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ସ୍ଥାପନ କର।”
19 Da ging David auf Gads Geheiß hinauf, wie ihm der Herr befohlen.
ତେଣୁ ଦାଉଦ ସଦାପ୍ରଭୁଙ୍କ ଆଜ୍ଞା ପ୍ରମାଣେ ଗାଦ୍‍ର ବାକ୍ୟାନୁସାରେ ଉଠିଗଲେ।
20 Arauna schaute eben aus. Da sah er den König mit seinen Dienern auf sich zukommen. So trat Arauna hinaus und neigte sein Antlitz vor dem König bis zum Boden.
ସେତେବେଳେ ଅରୌଣା ଅନାଇ ଦେଖିଲା ଯେ, ରାଜା ଓ ତାଙ୍କର ଦାସମାନେ ତାହା ଆଡ଼କୁ ଆସୁଅଛନ୍ତି; ତହିଁରେ ଅରୌଣା ବାହାରେ ଆସି ରାଜାଙ୍କ ନିକଟରେ ମୁହଁ ମାଡ଼ି ଭୂମିଷ୍ଠ ପ୍ରଣାମ କଲା।
21 Dann sprach Arauna: "Warum kommt mein Herr, der König, zu seinem Sklaven?" Da sprach David: "Um dir die Tenne abzukaufen und dem Herrn einen Altar zu bauen, daß die Seuche vom Volke abgewehrt werde."
ପୁଣି ଅରୌଣା ପଚାରିଲା, “ମୋʼ ପ୍ରଭୁ ମହାରାଜ ଆପଣା ଦାସ ନିକଟକୁ କି ନିମନ୍ତେ ଆସିଲେ?” ତହିଁରେ ଦାଉଦ କହିଲେ, “ଲୋକମାନଙ୍କ ମଧ୍ୟରୁ ଯେପରି ମହାମାରୀ ନିବୃତ୍ତ ହେବ, ଏଥିପାଇଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରିବା, ତେଣୁ ତୁମ୍ଭଠାରୁ ଶସ୍ୟମର୍ଦ୍ଦନ ସ୍ଥାନ କିଣିବାକୁ ଆସିଲି।”
22 Da sprach Arauna: "Mein Herr, der König, wolle nehmen und opfern, was ihm beliebt! Hier sind die Rinder zum Brandopfer und die Dreschwagen und das Rindergeschirr zum Holz.
ତହୁଁ ଅରୌଣା ଦାଉଦଙ୍କୁ କହିଲା, “ମୋʼ ପ୍ରଭୁ ମହାରାଜଙ୍କୁ ଯାହା ଭଲ ଦିଶେ, ତାହା ନେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରନ୍ତୁ; ଦେଖନ୍ତୁ, ହୋମବଳି ନିମନ୍ତେ ଏହି ବୃଷସବୁ ଓ କାଷ୍ଠ ନିମନ୍ତେ ଏହି ମର୍ଦ୍ଦନ ଯନ୍ତ୍ର ଓ ବୃଷମାନଙ୍କ ସାଜ ଅଛି;”
23 Dies alles, o König, schenkt Arauna dem König." Ferner sprach Arauna zum König: "Der Herr, dein Gott, sei dir geneigt!"
ହେ ମହାରାଜ, ଅରୌଣା ଏସମସ୍ତ ମହାରାଜଙ୍କୁ ଦେଉଅଛି। ଆହୁରି ଅରୌଣା ରାଜାଙ୍କୁ କହିଲା, “ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଆପଣଙ୍କୁ ଗ୍ରହଣ କରନ୍ତୁ।”
24 Da sprach der König zu Arauna: "Nein! Ich will es von dir um Entgelt erwerben! Ich kann dem Herrn, meinem Gott, nicht Brandopfer ohne Entgelt darbringen." So kaufte David die Tenne und die Rinder für fünfzig Silberlinge.
ତହିଁରେ ରାଜା ଅରୌଣାକୁ କହିଲେ, “ନା, ମାତ୍ର ମୁଁ ଅବଶ୍ୟ ମୂଲ୍ୟ ଦେଇ ତୁମ୍ଭଠାରୁ ଏସବୁ କିଣିବି; ଆଉ ମୁଁ ସଦାପ୍ରଭୁ ମୋʼ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବିନାମୂଲ୍ୟର ହୋମବଳି ଉତ୍ସର୍ଗ କରିବି ନାହିଁ।” ତହୁଁ ଦାଉଦ ପଚାଶ ଶେକଲ (ଏକ ଶେକଲ ୧୨ ଗ୍ରାମ୍) ରୂପାରେ ସେହି ଶସ୍ୟମର୍ଦ୍ଦନ ସ୍ଥାନ ଓ ବୃଷସବୁ କିଣିଲେ।
25 Und David baute dort dem Herrn einen Altar und brachte Brand- und Mahlopfer dar. Und der Herr ward dem Lande hold gestimmt. So ward die Seuche von Israel abgewehrt.
ପୁଣି ଦାଉଦ ସେହି ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରି ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ। ତହିଁରେ ସଦାପ୍ରଭୁ ବିନତି ଶୁଣି ଦେଶ ପ୍ରତି ପ୍ରସନ୍ନ ହେଲେ, ପୁଣି ଇସ୍ରାଏଲ ମଧ୍ୟରୁ ମହାମାରୀ ନିବୃତ୍ତ ହେଲା।

< 2 Samuel 24 >