< 2 Samuel 8 >

1 Danach schlug David die Philister und demütigte sie. David nahm auch die Talsperre den Philistern aus der Hand.
ଏଥିଉତ୍ତାରେ ଦାଉଦ ପଲେଷ୍ଟୀୟମାନଙ୍କୁ ପରାସ୍ତ କରି ନତ କଲେ ଓ ଦାଉଦ ପଲେଷ୍ଟୀୟମାନଙ୍କ ହସ୍ତରୁ ଗାଥ୍‍ ଏବଂ ମାତୃନଗରର କର୍ତ୍ତୃତ୍ୱ ନେଲେ।
2 Dann schlug er Moab und vermaß es mit der Meßschnur, nachdem er sie zu Boden geworfen hatte. Je zwei Schnüre maß er zur Verwüstung ab und je eine Schnur zur Aufpflanzung. So ward Moab David untertan und steuerpflichtig.
ପୁଣି ସେ ମୋୟାବକୁ ପରାସ୍ତ କରି ସେହି ଲୋକମାନଙ୍କୁ ଭୂମିରେ ଶୟନ କରାଇ ଦଉଡ଼ିରେ ମାପିଲେ ଓ ସେ ବଧ କରିବା ପାଇଁ ଦୁଇ ଦଉଡ଼ି ଓ ଜୀବିତ ରଖିବା ପାଇଁ ସମ୍ପୂର୍ଣ୍ଣ ଏକ ଦଉଡ଼ି ମାପିଲେ। ତହିଁରେ ମୋୟାବୀୟମାନେ ଦାଉଦଙ୍କର ଦାସ ହୋଇ ତାଙ୍କୁ କର ଦେଲେ।
3 Dann schlug David den König von Soba, Hadadezer, Rechobs Sohn, als er auszog, seine Hand nach dem Strom zu strecken.
ସୋବାର ରାଜା ରହୋବର ପୁତ୍ର ହଦଦେଷର ଫରାତ୍‍ ନଦୀ ନିକଟରେ ଆପଣା ରାଜ୍ୟ ପୁନର୍ବାର ପାଇବାକୁ ଯିବା ସମୟରେ ଦାଉଦ ତାହାକୁ ପରାସ୍ତ କଲେ।
4 David nahm ihm 1.700 Wagenkämpfer und 20.000 Mann Fußvolk ab. Alle Rosse lähmte David. Nur 100 Pferdewagen ließ er davon übrig.
ପୁଣି ଦାଉଦ ତାହାଠାରୁ ଏକ ସହସ୍ର ସାତ ଶହ ଅଶ୍ୱାରୂଢ଼ ଓ କୋଡ଼ିଏ ସହସ୍ର ପଦାତିକ ସୈନ୍ୟ ନେଲେ; ଆଉ ଦାଉଦ ରଥ-ଅଶ୍ୱ ସମସ୍ତର ଗୋଡ଼-ଶିରା କାଟି ପକାଇଲେ, ମାତ୍ର ତହିଁ ମଧ୍ୟରୁ ଶହେ ରଥ ପାଇଁ ଅଶ୍ୱ ରଖିଲେ।
5 Da kamen die damaszenischen Aramäer dem König von Soba, Hadadezer, zu Hilfe. Aber David schlug von den Aramäern 22.000 Mann.
ଏଉତ୍ତାରେ ଦମ୍ମେଶକର ଅରାମୀୟମାନେ ସୋବାର ହଦଦେଷର ରାଜାର ସାହାଯ୍ୟ କରିବାକୁ ଆସନ୍ତେ, ଦାଉଦ ସେହି ଅରାମୀୟମାନଙ୍କର ବାଇଶ ହଜାର ଲୋକଙ୍କୁ ଆଘାତ କଲେ।
6 Dann setzte David im damaszenischen Aram Vögte ein. So wurden die Aramäer David untertan und steuerpflichtig. Der Herr half David überall, wohin er zog.
ତହୁଁ ଦାଉଦ ଦମ୍ମେଶକର ଅରାମ ଦେଶରେ ପ୍ରହରୀ-ଦଳ ସ୍ଥାପନ କଲେ; ପୁଣି ଅରାମୀୟ ଲୋକମାନେ ଦାଉଦଙ୍କର ଦାସ ହୋଇ କର ଆଣିଲେ। ଏହି ପ୍ରକାରେ ଦାଉଦ ଯେଉଁଆଡ଼େ ଗଲେ, ସଦାପ୍ରଭୁ ତାଙ୍କୁ ଜୟ ଦେଲେ।
7 David nahm nun die goldenen Schilde der Knechte Hadadezers und brachte sie nach Jerusalem.
ଆଉ, ଦାଉଦ ହଦଦେଷରର ଦାସମାନଙ୍କ ସୁବର୍ଣ୍ଣ-ଢାଲସବୁ ନେଇ ଯିରୂଶାଲମକୁ ଆଣିଲେ।
8 Aus Tebach und aus Berotai, den Städten des Hadadezers, nahm König David sehr viel Erz.
ପୁଣି ଦାଉଦ ରାଜା ହଦଦେଷର-ଅଧିକାରସ୍ଥ ବେଟହ ଓ ବେରୋଥା ନଗରରୁ ବହୁ ପରିମାଣର ପିତ୍ତଳ ଆଣିଲେ।
9 Da hörte Toi, der König von Chamat, David habe die ganze Streitmacht Hadadezers geschlagen.
ଏଥିଉତ୍ତାରେ ଦାଉଦ ହଦଦେଷରର ସମସ୍ତ ସୈନ୍ୟଦଳକୁ ପରାସ୍ତ କରିଅଛନ୍ତି, ଏହା ହମାତର ରାଜା ତୟି ଶୁଣନ୍ତେ,
10 So sandte nun Toi seinen Sohn Hadoram zum König David, ihn zu begrüßen und zu beglückwünschen wegen seines siegreichen Kampfes mit Hadadezer. Denn Hadadezer war Tois Kriegsgegner. Er brachte silberne, goldene und eherne Gefäße.
ଦାଉଦ ରାଜାଙ୍କର ମଙ୍ଗଳ ବାର୍ତ୍ତା ପଚାରିବା ନିମନ୍ତେ ଓ ହଦଦେଷର ପ୍ରତିକୂଳରେ ଯୁଦ୍ଧ କରି ପରାସ୍ତ କରିବା ସକାଶୁ ତାଙ୍କୁ ଧନ୍ୟବାଦ ଦେବା ନିମନ୍ତେ ସେ ଆପଣା ପୁତ୍ର ଯୋରାମ୍‍କୁ ତାଙ୍କ ନିକଟକୁ ପଠାଇଲା; ଯେହେତୁ ହଦଦେଷର ସଙ୍ଗେ ତୟିର ଯୁଦ୍ଧ ଥିଲା। ପୁଣି ଯୋରାମ୍‍ ଆପଣା ସଙ୍ଗେ ରୂପା, ସୁନା, ଓ ପିତ୍ତଳର ପାତ୍ର ନେଇ ଆସିଥିଲା।
11 Auch sie weihte König David dem Herrn, samt dem Silber und Gold, das er von all den Völkern geweiht, die er unterjocht hatte,
ଦାଉଦ ରାଜା ଏହିସବୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର କଲେ, ପୁଣି ଯେଉଁ ସମସ୍ତ ଗୋଷ୍ଠୀକୁ ବଶୀଭୂତ କରିଥିଲେ, ସେମାନଙ୍କଠାରୁ,
12 von den Edomitern, Moabitern, Ammonitern, Philistern und Amalekitern und von der Beute des Hadadezer, des Königs von Soba und Sohnes des Rechob.
ଅର୍ଥାତ୍‍, ଅରାମ ଓ ମୋୟାବ ଓ ଅମ୍ମୋନ-ସନ୍ତାନଗଣ ଓ ପଲେଷ୍ଟୀୟ ଲୋକ ଓ ଅମାଲେକୀୟମାନଙ୍କଠାରୁ ପ୍ରାପ୍ତ ସୁନା ଓ ରୂପା, ପୁଣି ସୋବାର ରାଜା ରହୋବର ପୁତ୍ର ହଦଦେଷରଠାରୁ ପ୍ରାପ୍ତ ଲୁଟିତ ଦ୍ରବ୍ୟ ମଧ୍ୟ ପବିତ୍ର କରିଥିଲେ।
13 So machte sich David einen Namen nach seiner Rückkehr vom Siege aber die 18.000 Mann Aramäer im Salztale.
ଆହୁରି ଦାଉଦ ଲବଣ ଉପତ୍ୟକାରେ ଅରାମୀୟମାନଙ୍କର ଅଠର ହଜାର ଲୋକ ବଧ କରି ଫେରିଆସି ବଡ଼ ନାମ ପାଇଲେ।
14 In Edom bestellte er Vögte, hatte er doch mit ganz Edom ein Abkommen getroffen. So ward ganz Edom David untertan. Der Herr half nämlich David überall, wohin er zog.
ପୁଣି ସେ ଇଦୋମ ଦେଶରେ ପ୍ରହରୀ-ଦଳ ସ୍ଥାପନ କଲେ; ସେ ଇଦୋମର ସର୍ବତ୍ର ପ୍ରହରୀ-ଦଳ ସ୍ଥାପନ କଲେ, ଆଉ ଇଦୋମୀୟ ଲୋକ ସମସ୍ତେ ଦାଉଦଙ୍କର ଦାସ ହେଲେ। ଆଉ ଦାଉଦ ଯେଉଁଆଡ଼େ ଗଲେ, ସଦାପ୍ରଭୁ ତାଙ୍କୁ ଜୟ ଦେଲେ।
15 So regierte David über ganz Israel. Und David übte Recht und Gerechtigkeit an seinem ganzen Volke.
ଏହିରୂପେ ଦାଉଦ ସମୁଦାୟ ଇସ୍ରାଏଲ ଉପରେ ରାଜତ୍ୱ କଲେ; ପୁଣି ଦାଉଦ ଆପଣାର ସମସ୍ତ ଲୋକ ପ୍ରତି ବିଚାର ଓ ନ୍ୟାୟ କଲେ।
16 Über das Heer war Serujas Sohn Joab gesetzt, und Achiluds Sohn Josaphat war Kanzler.
ଆଉ ସରୁୟାର ପୁତ୍ର ଯୋୟାବ ସୈନ୍ୟ ଉପରେ ପ୍ରଧାନ ଥିଲା; ଅହୀଲୂଦର ପୁତ୍ର ଯିହୋଶାଫଟ୍‍ ଇତିହାସ ଲେଖକ ଥିଲା;
17 Achitubs Sohn Sadok und Achimelek, Ebjatars Sohn, waren Priester, Seraja Schreiber.
ପୁଣି ଅହୀଟୂବ୍‍ର ପୁତ୍ର ସାଦୋକ ଓ ଅବୀୟାଥରର ପୁତ୍ର ଅହୀମେଲକ୍‍ ଯାଜକ ଥିଲେ; ସରାୟ ଲେଖକ ଥିଲା;
18 Benaja, Jojadas Sohn, war Anführer der Bogenschützen und der Schildträger. Davids Söhne aber waren Landleute.
ଆଉ ଯିହୋୟାଦାର ପୁତ୍ର ବନାୟ କରେଥୀୟ ଓ ପଲେଥୀୟମାନଙ୍କ ଉପରେ ନିଯୁକ୍ତ ଥିଲା, ପୁଣି ଦାଉଦଙ୍କର ପୁତ୍ରମାନେ ରାଜକୀୟ ଉପଦେଷ୍ଟା ଥିଲେ।

< 2 Samuel 8 >