< 2 Sama’ila 13 >

1 Ana nan sai Amnon ɗan Dawuda ya fara son Tamar, kyakkyawar’yar’uwar Absalom ɗan Dawuda.
ଏଥିଉତ୍ତାରେ ଏହି ଘଟଣା ହେଲା; ଦାଉଦଙ୍କର ପୁତ୍ର ଅବଶାଲୋମର ତାମର ନାମରେ ଏକ ସୁନ୍ଦରୀ ଭଉଣୀ ଥିଲା; ନିଜର ସାବତ ଭଉଣୀ ପ୍ରତି ଦାଉଦଙ୍କର ପୁତ୍ର ଅମ୍ନୋନ କାମାସକ୍ତ ହେଲା।
2 Amnon ya matsu ƙwarai har abin ya sa shi ciwo saboda ƙanuwarsa Tamar. Ya gane zai zama da wuya yă sadu da Tamar ita kaɗai, gama ba ta taɓa kwana da namiji ba.
ପୁଣି ଅମ୍ନୋନ ଆପଣା ଭଉଣୀ ତାମର ଲାଗି ଏପରି ଆକୁଳ ହେଲା ଯେ, ସେ ପୀଡ଼ିତ ହେଲା; କାରଣ ତାମର ଅନୂଢ଼ା ଥିଲା ଓ ତାହା ପ୍ରତି କିଛି କରିବାକୁ ଅମ୍ନୋନକୁ କଷ୍ଟକର ବୋଧ ହେଲା।
3 To, Amnon yana da wani aboki mai suna Yonadab, ɗan Shimeya, ɗan’uwan Dawuda. Yonadab dai mai wayo ne ƙwarai.
ମାତ୍ର ଦାଉଦଙ୍କର ଭ୍ରାତା ଶିମୀୟର ପୁତ୍ର ଯୋନାଦବ୍‍ ନାମରେ ଅମ୍ନୋନର ଜଣେ ବନ୍ଧୁ ଥିଲା; ସେହି ଯୋନାଦବ୍‍ ଅତି ଚତୁର।
4 Ya tambayi Amnon ya ce, “Don me kowace safiya fuskarka a ɓace take? Kai ba yaron sarki ba ne? Faɗa mini, me ke faruwa?” Amnon ya ce masa, “Ina son Tamar ƙanuwar wan nawa Absalom ne.”
ଏଣୁ ଯୋନାଦବ୍‍ ଅମ୍ନୋନକୁ କହିଲା, “ହେ ରାଜପୁତ୍ର, ତୁମ୍ଭେ କାହିଁକି ଦିନକୁ ଦିନ ଏପରି କ୍ଷୀଣ ହୋଇ ଯାଉଅଛ; ମୋତେ କʼଣ ତାହା କହିବ ନାହିଁ?” ଏଥିରେ ଅମ୍ନୋନ ତାହାକୁ କହିଲା, “ମୁଁ ମୋର ଭ୍ରାତା ଅବଶାଲୋମର ଭଉଣୀ ତାମର ପ୍ରତି କାମାସକ୍ତ ଅଟେ।”
5 Yonadab ya ce, “Je gado ka kwanta kamar ba ka da lafiya. Sa’ad da mahaifinka ya zo ganinka, sai ka ce masa, ‘Ina so ƙanuwata Tamar tă kawo mini wani abu in ci. Bari tă shirya abincin a gabana don in ganta, in kuma ci daga hannunta.’”
ଏଥିରେ ଯୋନାଦବ୍‍ ତାହାକୁ କହିଲା, “ତୁମ୍ଭେ ଶଯ୍ୟାରେ ପଡ଼ି ରୋଗର ବାହାନା କର; ପୁଣି ତୁମ୍ଭ ପିତା ତୁମ୍ଭକୁ ଦେଖିବାକୁ ଆସିଲେ ତାଙ୍କୁ କୁହ, ‘ମୋହର ଭଗିନୀ ତାମରକୁ ମୋʼ ନିକଟକୁ ଆସି ମୋତେ ଖାଦ୍ୟ ଦେବାକୁ ଅନୁମତି ଦେଉନ୍ତୁ, ସେ ମୋʼ ଆଗରେ ଖାଦ୍ୟ ରାନ୍ଧିବ, ତହିଁରେ ମୁଁ ତାହା ଦେଖି ତାହା ହାତରୁ ଭୋଜନ କରିବି।’”
6 Sai Amnon ya kwanta sai ka ce yana ciwo. Da sarki ya zo don ganinsa, sai Amnon ya ce, “Zan so ƙanuwata Tamar tă zo tă shirya mini abinci a gabana, don in ci daga hannunta.”
ଏଣୁ ଅମ୍ନୋନ ରୋଗର ବାହାନା କରି ପଡ଼ି ରହିଲା; ପୁଣି ରାଜା ତାହାକୁ ଦେଖିବାକୁ ଆସନ୍ତେ, ଅମ୍ନୋନ ରାଜାଙ୍କୁ କହିଲା, “ଦୟାକରି ମୋʼ ଭଗିନୀ ତାମରକୁ ଆସିବାକୁ ଦେଉନ୍ତୁ, ପୁଣି ମୁଁ ଦେଖିବା ସମୟରେ ସେ ମୋʼ ନିମନ୍ତେ ଦୁଇ ରୁଟି ପ୍ରସ୍ତୁତ କରୁ, ତହିଁରେ ମୁଁ ତାହା ହାତରୁ ଖାଇବି।”
7 Dawuda kuwa ya aika wa Tamar a fada, ya ce, “Ki je gidan Amnon ɗan’uwanki, ki yi masa abinci.”
ତେବେ ଦାଉଦ ତାମରର ଗୃହକୁ ଲୋକ ପଠାଇ କହିଲେ, “ତୁମ୍ଭ ଭାଇ ଅମ୍ନୋନର ଘରକୁ ଟିକିଏ ଯାଇ ତାହାର ଖାଇବା ପାଇଁ କିଛି ରାନ୍ଧିଦିଅ।”
8 Saboda haka Tamar ta tafi gidan ɗan’uwanta Amnon, wanda yake kwance. Ta ɗauki fulawa, ta kwaɓa, ta yi burodi a gabansa ta toya shi.
ତହିଁରେ ତାମର ଆପଣା ଭାଇ ଅମ୍ନୋନର ଗୃହକୁ ଗଲା; ସେତେବେଳେ ସେ ଶଯ୍ୟାରେ ଥିଲା। ତହୁଁ ତାମର ଚକଟା ମଇଦା ନେଇ ଦଳି ତାହା ଆଗରେ ରୁଟି ପ୍ରସ୍ତୁତ କରି ତାହା ସେକିଲା।
9 Sa’an nan ta juye a kasko ta ba shi burodin, amma ya ƙi ci. Amnon ya ce, “A sa kowa yă fita daga nan.” Saboda haka kowa ya fita ya bar shi.
ପୁଣି ସେ ପାତ୍ର ନେଇ ତାହା ଆଗରେ ତାହା ଦେଲା, ମାତ୍ର ସେ ଭୋଜନ କରିବାକୁ ମନା କଲା। ଆଉ ଅମ୍ନୋନ ସେବକଙ୍କୁ କହିଲା, “ଆମ୍ଭ ନିକଟରୁ ସମସ୍ତଙ୍କୁ ବାହାର କରିଦିଅ।” ତହିଁରେ ସମସ୍ତେ ତାହା ନିକଟରୁ ବାହାରିଗଲେ।
10 Sa’an nan Amnon ya ce wa Tamar, “Kawo abincin a nan a cikin ɗakin kwanciyata, don in ci daga hannunki.” Tamar kuwa ta ɗauki burodin da ta toya, ta kawo wa ɗan’uwanta Amnon a ciki ɗakin kwanciyarsa.
ତହୁଁ ଅମ୍ନୋନ ତାମରକୁ କହିଲା, “ଖାଦ୍ୟଦ୍ରବ୍ୟ ଶୟନ-ଗୃହକୁ ଆଣ, ମୁଁ ତୁମ୍ଭ ହାତରେ ଭୋଜନ କରିବି।” ଏଥିରେ ତାମର ଆପଣା ପ୍ରସ୍ତୁତ ରୁଟି ନେଇ ତାହା ଭାଇ ଅମ୍ନୋନର ଶୟନ-ଗୃହକୁ ଗଲା।
11 Amma da ta kai masa don yă ci, sai ya cafke ta ya ce, “Zo in kwana da ke,’yar’uwata.”
ପୁଣି ତାହାକୁ ଖୁଆଇବା ପାଇଁ ତାହା ନିକଟକୁ ନିଅନ୍ତେ, ସେ ତାମରକୁ ଧରି କହିଲା, “ଆସ, ମୋʼ ଭଉଣୀ, ମୋʼ ସଙ୍ଗରେ ଶୁଅ।”
12 Ta ce, “Kada ka yi wannan ɗan’uwana! Kada ka tilasta ni. Bai kamata a yi irin wannan abu a Isra’ila ba! Kada ka yi wannan mugun abu.
ତହିଁରେ ସେ ଉତ୍ତର କଲା, “ନା ନା, ମୋର ଭାଇ, ମୋତେ ଭ୍ରଷ୍ଟ ନ କର; କାରଣ ଇସ୍ରାଏଲ ମଧ୍ୟରେ ଏହିପରି କର୍ମ ନ କରାଯିବା ଉଚିତ। ତୁମ୍ଭେ ଏହି ମୂଢ଼ କର୍ମ ନ କର!
13 Ni fa, ina zan sa kaina saboda kunya? Kai kuma za ka zama kamar wani mugun wawa a Isra’ila. Ina roƙonka ka yi wa sarki magana; ba zai hana ni aurenka ba.”
ମୁଁ ମଧ୍ୟ ଆପଣା କଳଙ୍କ କେଉଁଠାକୁ ନେଇଯିବି? ପୁଣି ତୁମ୍ଭେ ମଧ୍ୟ ଇସ୍ରାଏଲର ମୂଢ଼ମାନଙ୍କ ମଧ୍ୟରେ ଜଣକ ପରି ହେବ। ଏଣୁ ମୁଁ ବିନୟ କରୁଅଛି, ରାଜାଙ୍କ ସଙ୍ଗେ କଥାବାର୍ତ୍ତା କର, ସେ ତୁମ୍ଭ ପ୍ରତି ମୋତେ ଦେବା ପାଇଁ ଅସମ୍ମତ ହେବେ ନାହିଁ।”
14 Amma Amnon ya ƙi yă saurare ta, da yake ya fi ta ƙarfi, sai ya yi mata fyaɗe.
ତଥାପି ଅମ୍ନୋନ ତାହାର ରବ ଶୁଣିଲା ନାହିଁ; ମାତ୍ର ଆପେ ତାହା ଅପେକ୍ଷା ବଳବାନ ହେବାରୁ ତାହାକୁ ବଳାତ୍କାର କରି ତାହା ସଙ୍ଗେ ଶୟନ କଲା।
15 Bayan ya yi lalata da ita sai Amnon ya ƙi ta da mummunan ƙiyayya. Zahiri ya ƙi ta fiye da ya ƙaunace ta. Sai Amnon ya ce mata, “Tashi, ki fita!”
ଏଉତ୍ତାରେ ଅମ୍ନୋନ ତାହାକୁ ଅତିଶୟ ଘୃଣା କଲା; ସେ ତାହାକୁ ଯେପରି ପ୍ରେମ କରିଥିଲା, ତାʼଠାରୁ ଅଧିକ ଘୃଣା କଲା। ଏଣୁ ଅମ୍ନୋନ ତାହାକୁ କହିଲା, ଉଠ, ଯା।
16 Ta ce, “A’a! Korina zai fi muni da abin da ka riga ka yi mini.” Amma ya ƙi yă saurare ta.
ତହିଁରେ ସେ କହିଲା, “ସେପରି ନ ହେଉ! କାରଣ ତୁମ୍ଭେ ମୋʼ ପ୍ରତି ଯାହା କରିଅଛ, ତା ଅପେକ୍ଷା ମୋତେ ଏପରି ବାହାର କରିଦେବା ଅଧିକ ଅନ୍ୟାୟ!” ମାତ୍ର ସେ ତାହା କଥା ଶୁଣିବାକୁ ଅସମ୍ମତ ହେଲା।
17 Sai ya kira bawansa ya ce, “Fitar da matan nan daga nan, ka rufe ƙofa.”
ଏଥିରେ ଅମ୍ନୋନ ଆପଣା ସେବାକାରୀ ଯୁବାକୁ ଡାକି କହିଲା, “ତାମରକୁ ଆମ୍ଭ ନିକଟରୁ ବାହାର କରି କବାଟରେ ଅର୍ଗଳ ଦିଅ।”
18 Saboda haka bawansa ya fitar da ita, ya kuma sa aka rufe ƙofa. Tana sanye da doguwar riga mai kayan ado masu tsada, gama wannan ne irin kayan da budurwai’ya’yan sarki mata suke sawa.
ତାମର ଦେହରେ ଲମ୍ବା ଅଙ୍ଗରଖା ଥିଲା, କାରଣ ଅନୂଢ଼ା ରାଜକନ୍ୟାମାନେ ସେହି ପ୍ରକାର ବସ୍ତ୍ର ପିନ୍ଧୁଥିଲେ। ଏଥିରେ ଅମ୍ନୋନର ଦାସ ତାହାକୁ ବାହାରେ ଆଣି ତାହା ପଛେ କବାଟରେ ଅର୍ଗଳ ଦେଲା।
19 Sai Tamar ta zuba toka a kanta, ta kuma yayyage doguwar riga mai kayan adon da take sanye da shi. Ta sa hannunta a kai, ta tafi tana kuka da ƙarfi.
ତହୁଁ ତାମର ଆପଣା ମସ୍ତକରେ ଭସ୍ମ ଦେଇ ତାହା ଦେହର ଲମ୍ବା ଅଙ୍ଗରଖା ଚିରିଲା, ପୁଣି ସେ ଆପଣା ମସ୍ତକରେ ହସ୍ତ ଦେଇ କ୍ରନ୍ଦନ କରୁ କରୁ ଚାଲିଗଲା।
20 Absalom ɗan’uwanta ya ce mata, “Amnon, ɗan’uwanki ya ɓata ki ko? To, ki yi shiru’yar’uwata; ai, ɗan’uwanki ne. Kada wannan abu yă dame ki.” Tamar kuwa ta zauna a gidan ɗan’uwanta Absalom, zaman kaɗaici.
ଏଥିରେ ତାହାର ଭାଇ ଅବଶାଲୋମ ତାହାକୁ କହିଲା, “ତୁମ୍ଭ ଭାଇ ଅମ୍ନୋନ କି ତୁମ୍ଭର ବଳାତ୍କାର କରିଅଛି? ହେଉ, ଆମ୍ଭ ଭଉଣୀ, ଏବେ ତୁନି ହୁଅ, ସେ ତୁମ୍ଭର ଭାଇ; ଏ କଥା ମନେ ଧର ନାହିଁ।” ତହିଁରେ ତାମର ଉଦାସିନୀ ହୋଇ ଆପଣା ସହୋଦର ଅବଶାଲୋମର ଗୃହରେ ରହିଲା।
21 Da Sarki Dawuda ya ji dukan abin da ya faru, sai ya husata ƙwarai.
ମାତ୍ର ଦାଉଦ ରାଜା ଏହିସବୁ କଥା ଶୁଣି ଅତ୍ୟନ୍ତ କ୍ରୁଦ୍ଧ ହେଲେ।
22 Absalom kuwa bai yi wa Amnon wata magana ta alheri ko ta mugunta ba; ya ƙi jinin Amnon domin ya ci mutuncin ƙanuwarsa Tamar.
ପୁଣି ଅବଶାଲୋମ ଅମ୍ନୋନକୁ ଭଲ କି ମନ୍ଦ କିଛି କହିଲା ନାହିଁ; କାରଣ ତାହାର ଭଉଣୀ ତାମରକୁ ବଳାତ୍କାର କରିବାରୁ ଅବଶାଲୋମ ଅମ୍ନୋନକୁ ଘୃଣା କଲା।
23 Bayan shekaru biyu, sa’ad da masu askin tumakin Absalom suna Ba’al-Hazor, kusa da iyakar Efraim, sai ya gayyaci dukan’ya’yan sarki maza a can.
ଏଥିଉତ୍ତାରେ ସମ୍ପୂର୍ଣ୍ଣ ଦୁଇ ବର୍ଷ ଉତ୍ତାରେ ଇଫ୍ରୟିମ ନିକଟସ୍ଥ ବାଲ-ହାସୋରରେ ଅବଶାଲୋମର ମେଷର ଲୋମ ଛେଦନ ହେଲା; ତହୁଁ ଅବଶାଲୋମ ସମସ୍ତ ରାଜପୁତ୍ରଙ୍କୁ ନିମନ୍ତ୍ରଣ କଲା।
24 Sai Absalom ya je wurin sarki ya ce, “Bawanka ya sa masu askin tumaki sun zo. Ko sarki da fadawansa za su zo tare da ni?”
ପୁଣି ଅବଶାଲୋମ ରାଜାଙ୍କ ନିକଟକୁ ଆସି କହିଲା, “ଦେଖନ୍ତୁ, ଆପଣଙ୍କ ଦାସର ମେଷଲୋମ ଛେଦନ ହେଉଅଛି, ଏଣୁ ମହାରାଜ ଓ ରାଜାଙ୍କ ଦାସମାନେ ଆପଣଙ୍କ ଏହି ଦାସର ସଙ୍ଗରେ ଆସନ୍ତୁ।”
25 Sarki ya ce, “A’a ɗana, bai kamata dukanmu mu tafi ba; don kada nauyi yă yi maka yawa.” Absalom dai ya dāge, duk da haka sarki ya ƙi yă je, sai dai ya albarkace shi.
ଏଥିରେ ରାଜା ଅବଶାଲୋମଙ୍କୁ କହିଲେ, “ନାହିଁ, ମୋହର ପୁତ୍ର, ଆମ୍ଭେ ସମସ୍ତେ ନ ଯାଉ, ଗଲେ ତୁମ୍ଭ ପ୍ରତି ଭାର ସ୍ୱରୂପ ହେବୁ।” ମାତ୍ର ସେ ବହୁତ ବାଧ୍ୟ କଲା; ତଥାପି ରାଜା ଯିବାକୁ ସମ୍ମତ ନ ହୋଇ ତାହାକୁ ଆଶୀର୍ବାଦ କଲେ।
26 Sa’an nan Absalom ya ce, to, “In ba za ka ba, ina roƙonka bari Amnon ɗan’uwana yă zo tare da mu.” Sarki ya ce masa, “Don me zai tafi tare da kai?”
ଏଥିରେ ଅବଶାଲୋମ କହିଲା, “ଯେବେ ଏହା ନ ହୁଏ, ତେବେ ଆପଣ ଆମ୍ଭ ଭାଇ ଅମ୍ନୋନକୁ ଆମ୍ଭମାନଙ୍କ ସଙ୍ଗରେ ଯିବାକୁ ଦିଅନ୍ତୁ।” ତେବେ ରାଜା ତାହାକୁ କହିଲେ, “ଅମ୍ନୋନ କାହିଁକି ତୁମ୍ଭ ସଙ୍ଗେ ଯିବ?”
27 Amma Absalom ya nace don sarki yă yarda, saboda haka sarki ya bar Amnon da sauran’ya’yan sarki maza su tafi tare da shi.
ମାତ୍ର ଅବଶାଲୋମ ବାଧ୍ୟ କରିବାରୁ ରାଜା ଅମ୍ନୋନକୁ ଓ ସବୁ ରାଜପୁତ୍ରଙ୍କୁ ତାହା ସଙ୍ଗେ ପଠାଇଲେ।
28 Absalom ya umarci mutanensa ya ce, “Ku saurara! Sa’ad da Amnon ya bugu sosai da giya na kuma ce muku, ‘Ku bugi Amnon,’ sai ku kashe shi. Kada ku ji tsoro. Ashe, ba ni ne na ba ku wannan umarni ba? Ku yi ƙarfin hali, ku kuma yi jaruntaka.”
ଏଉତ୍ତାରେ ଅବଶାଲୋମ ଆପଣା ଯୁବାମାନଙ୍କୁ ଆଜ୍ଞା ଦେଇ କହିଲା, “ତୁମ୍ଭେମାନେ ଦେଖୁଥାଅ, ଦ୍ରାକ୍ଷାରସରେ ଅମ୍ନୋନର ଚିତ୍ତ ପ୍ରଫୁଲ୍ଲ ହେଲେ, ଯେତେବେଳେ ମୁଁ ତୁମ୍ଭମାନଙ୍କୁ କହିବି, ‘ଅମ୍ନୋନକୁ ମାର,’ ସେତେବେଳେ ତୁମ୍ଭେମାନେ ତାହାକୁ ବଧ କରିବ, ଭୟ କରିବ ନାହିଁ; ମୁଁ କʼଣ ତୁମ୍ଭମାନଙ୍କୁ ଆଜ୍ଞା ଦେଇ ନାହିଁ? ବଳ ବାନ୍ଧ ଓ ବିକ୍ରମଶାଳୀ ହୁଅ।”
29 Saboda haka mutanen Absalom suka yi wa Amnon abin da Absalom ya umarta. Sai dukan sauran’ya’yan sarki maza suka hau dawakansu suka gudu.
ଏଥିରେ ଅବଶାଲୋମର ଆଜ୍ଞା ପ୍ରମାଣେ ଅବଶାଲୋମର ଯୁବାମାନେ ଅମ୍ନୋନ ପ୍ରତି କଲେ। ତହୁଁ ରାଜପୁତ୍ର ସମସ୍ତେ ଉଠି ପ୍ରତ୍ୟେକେ ଆପଣା ଆପଣା ଖଚର ଉପରେ ଚଢ଼ି ପଳାଇଲେ।
30 Yayinda suke kan hanyarsu, sai labari ya kai kunnen Dawuda cewa, “Absalom ya kashe dukan’ya’yan sarki maza; ko ɗayansu Absalom bai rage ba.”
ସେମାନେ ବାଟରେ ଥାଉ ଥାଉ ଦାଉଦଙ୍କ ନିକଟରେ ସମ୍ବାଦ ଉପସ୍ଥିତ ହେଲା ଯେ, “ଅବଶାଲୋମ ସମସ୍ତ ରାଜପୁତ୍ରଙ୍କୁ ବଧ କରିଅଛି, ସେମାନଙ୍କ ମଧ୍ୟରୁ ଜଣେ ଅବଶିଷ୍ଟ ନାହିଁ।”
31 Sai sarki ya tashi, ya yage tufafinsa, ya kuma kwanta a ƙasa; dukan bayinsa kuwa suka tsaya da rigunansu yagaggu.
ତହିଁରେ ରାଜା ଉଠି ଆପଣା ବସ୍ତ୍ର ଚିରି ଭୂମିରେ ଲମ୍ବ ହୋଇ ପଡ଼ିଲେ ଓ ତାଙ୍କର ଦାସ ସମସ୍ତେ ଆପଣା ଆପଣା ବସ୍ତ୍ର ଚିରି ତାଙ୍କ ନିକଟରେ ଠିଆ ହେଲେ।
32 Amma Yonadab, ɗan Shimeya ɗan’uwan Dawuda ya ce, “Kada ranka yă daɗe yă yi tunani cewa an kashe dukan’ya’yan sarki maza; Amnon ne kaɗai ya mutu. Wannan ce niyyar Absalom tun lokacin da Amnon ya yi wa Tamar’yar’uwansa fyaɗe.
ସେତେବେଳେ ଦାଉଦଙ୍କର ଭ୍ରାତା ଶିମୀୟର ପୁତ୍ର ଯୋନାଦବ୍‍ ଉତ୍ତର ଦେଇ କହିଲା, “ସେମାନେ ରାଜକୁମାର ସମସ୍ତଙ୍କୁ ବଧ କରିଅଛନ୍ତି ବୋଲି ମୋହର ପ୍ରଭୁ ବୋଧ ନ କରନ୍ତୁ; କେବଳ ଅମ୍ନୋନ ମରିଅଛି, କାରଣ ଅବଶାଲୋମର ଭଗିନୀ ତାମରକୁ ଅମ୍ନୋନ ବଳାତ୍କାର କରିବା ଦିନାବଧି ଅବଶାଲୋମର ମୁଖରେ ଏହା ସ୍ଥିରୀକୃତ ହୋଇଥିଲା।
33 Kada mai girma sarki yă damu da jita-jitan nan cewa an kashe dukan’ya’yan sarki maza. Amnon ne kaɗai ya mutu.”
ଏହେତୁ ସମସ୍ତ ରାଜପୁତ୍ର ମରିଅଛନ୍ତି ବୋଲି ମୋହର ପ୍ରଭୁ ମହାରାଜ ମନରେ ନ ଘେନନ୍ତୁ; କାରଣ କେବଳ ଅମ୍ନୋନ ମରିଅଛି।”
34 Ana cikin haka, sai Absalom ya gudu. To, mutumin da yake tsaro a wannan lokaci ya ɗaga kai sai ya ga mutane da yawa a hanya, yamma da shi, suna gangarowa daga gefen tudu. Sai mai tsaron ya je ya gaya wa sarki cewa, “Na ga mutane ta wajen Horonayim, a gefen tudu.”
ଏଥିମଧ୍ୟରେ ଅବଶାଲୋମ ପଳାଇ ଯାଇଥିଲା। ଏଉତ୍ତାରେ ଯେଉଁ ଯୁବା ଲୋକ ପ୍ରହରୀକର୍ମ କରୁଥିଲା, ସେ ଅନାନ୍ତେ, ଦେଖିଲା ଯେ, ଦେଖ, ଆପଣା ପଶ୍ଚାଦ୍ଦିଗରୁ ପର୍ବତ-ପାର୍ଶ୍ୱସ୍ଥ ପଥ ଦେଇ ଅନେକ ଲୋକ ଆସୁଅଛନ୍ତି।
35 Yonadab ya ce wa Sarki, “Duba, ga’ya’yan sarki maza sun zo; ya faru kamar dai yadda bawanka ya faɗa.”
ତହିଁରେ ଯୋନାଦବ୍‍ ରାଜାଙ୍କୁ କହିଲା, “ଦେଖନ୍ତୁ, ରାଜପୁତ୍ରମାନେ ଆସୁଅଛନ୍ତି; ଆପଣଙ୍କ ଦାସ ଯେପରି କହିଲା, ସେପରି ହେଲା।”
36 Yana gama magana, sai ga’ya’yan sarki maza suka shigo suna kuka da ƙarfi. Sarki ma da dukan bayinsa suka yi kuka mai zafi.
ସେ ଏହି କଥା କହିବା ସମାପ୍ତ କଲାକ୍ଷଣେ ଦେଖ, ରାଜପୁତ୍ରମାନେ ଉପସ୍ଥିତ ହେଲେ ଓ ଆପଣା ଆପଣା ରବ ଉଠାଇ ରୋଦନ କଲେ; ଆଉ ରାଜା ଓ ତାଙ୍କ ଦାସମାନେ ମଧ୍ୟ ଅତିଶୟ ରୋଦନ କଲେ।
37 Absalom ya gudu ya tafi wurin Talmai ɗan Ammihud, sarkin Geshur. Amma Sarki Dawuda ya yi ta makokin ɗansa kowace rana.
ମାତ୍ର ଅବଶାଲୋମ ପଳାଇ ଗଶୂରର ରାଜା ଅମ୍ମୀହୂଦର ପୁତ୍ର ତଲ୍ମୟ ନିକଟକୁ ଗଲା। ପୁଣି ଦାଉଦ ପ୍ରତିଦିନ ଆପଣା ପୁତ୍ର ପାଇଁ ଶୋକ କଲେ।
38 Bayan Absalom ya gudu sai ya je wurin Geshur, ya zauna a can shekara uku.
ଏହିରୂପେ ଅବଶାଲୋମ ପଳାଇ ଗଶୂରକୁ ଯାଇ ସେଠାରେ ତିନି ବର୍ଷ ରହିଲା।
39 Sai zuciyar sarki Dawuda ya komo kan Absalom, gama an yi masa ta’aziyya game da mutuwar Amnon.
ପୁଣି ଦାଉଦ ରାଜାଙ୍କର ପ୍ରାଣ ଅବଶାଲୋମ ଆଡ଼େ ଯିବା ଆକାଂକ୍ଷାରେ ବ୍ୟାକୁଳ ହେଲା; କାରଣ ସେ ଅମ୍ନୋନକୁ ମୃତ ଜାଣି ତାହା ବିଷୟରେ ସାନ୍ତ୍ୱନାପ୍ରାପ୍ତ ହେଲେ।

< 2 Sama’ila 13 >