< Fitowa 29 >

1 “Ga abin da za ka yi don ka keɓe su, don su yi mini hidima a matsayin firistoci. Ka ɗauki ɗan bijimi da raguna biyu marasa lahani.
ଆଉ ଆମ୍ଭ ଉଦ୍ଦେଶ୍ୟରେ ଯାଜକ କର୍ମ କରିବା ନିମନ୍ତେ ସେମାନଙ୍କୁ ପ୍ରତିଷ୍ଠା କରିବା ପାଇଁ ତୁମ୍ଭେ ସେମାନଙ୍କ ପ୍ରତି ଏହି ସମସ୍ତ କର୍ମ କରିବ; ନିଖୁନ୍ତ ଏକ ଗୋବତ୍ସ ଓ ଦୁଇ ମେଷ ନେବ,
2 Daga garin alkama mai laushi marar yisti kuwa, ka yi burodi, da wainan da aka kwaɓa da mai, da ƙosai waɗanda an barbaɗa mai a kai.
ପୁଣି, ତାଡ଼ିଶୂନ୍ୟ ରୁଟି, ତୈଳ ମିଶ୍ରିତ ତାଡ଼ିଶୂନ୍ୟ ପିଠା ଓ ତୈଳଯୁକ୍ତ ତାଡ଼ିଶୂନ୍ୟ ସରୁ ଚକୁଳି ଗହମ ମଇଦାରେ ପ୍ରସ୍ତୁତ କରିବ।
3 Ka sa waɗannan a cikin kwando. Sa’an nan ka miƙa su tare da ɗan bijimin da ragunan nan biyu.
ପୁଣି, ଗୋଟିଏ ଡାଲାରେ ତାହା ରଖିବ, ସେହି ଗୋବତ୍ସ ଓ ଦୁଇ ମେଷ ସଙ୍ଗରେ ଘେନି ସେହି ଡାଲା ଆଣିବ।
4 Bayan haka sai ka kawo Haruna da’ya’yansa a ƙofar Tentin Sujada ka yi musu wanka.
ଆଉ ହାରୋଣକୁ ଓ ତାହାର ପୁତ୍ରଗଣକୁ ସମାଗମ-ତମ୍ବୁ ଦ୍ୱାର ନିକଟକୁ ଆଣି ଜଳରେ ସେମାନଙ୍କୁ ସ୍ନାନ କରାଇବ।
5 Ka ɗauki rigar ka sa wa Haruna, ka sa masa doguwar rigar, da rigar efod, da efod kanta, da ƙyallen maƙalawa a ƙirji. Ka ɗaura masa efod da ɗamarar da aka yi mata ado.
ତାʼପରେ ସେହି ସମସ୍ତ ବସ୍ତ୍ର ନେଇ ହାରୋଣକୁ ଜାମା, ଏଫୋଦର ଚୋଗା, ଏଫୋଦ ଓ ବୁକୁପଟା ପରିଧାନ କରାଇବ, ଆଉ ଏଫୋଦର ଚିତ୍ରିତ ପଟୁକାରେ ତାହାର କଟି ବାନ୍ଧିବ।
6 Ka naɗa masa rawani a kai, ka kuma sa kambi mai tsarki a bisa rawanin.
ତାହାର ମସ୍ତକରେ ପଗଡ଼ି ବାନ୍ଧି ତହିଁ ଉପରେ ପବିତ୍ର ମୁକୁଟ ଦେବ।
7 Ka ɗauki man shafewa ka shafe shi, ta wurin zuba man a kansa.
ଏଉତ୍ତାରେ ଅଭିଷେକାର୍ଥକ ତୈଳ ଘେନି ତାହାର ମସ୍ତକ ଉପରେ ଢ଼ାଳି ତାହାକୁ ଅଭିଷେକ କରିବ।
8 Ka kawo’ya’yansa, ka sa musu taguwoyi,
ତହୁଁ ତୁମ୍ଭେ ହାରୋଣର ପୁତ୍ରଗଣକୁ ଆଣି ଜାମା ପରିଧାନ କରାଇବ।
9 ka kuma sa musu huluna a kansu. Sa’an nan ka ɗaura wa Haruna da’ya’yansa abin ɗamara. Su kuwa da zuriyarsu, aikin firist kuwa zai zama nasu ta wurin dawwammamiyar farilla. “Ta haka za ka keɓe Haruna da’ya’yansa maza.
ପୁଣି, ହାରୋଣକୁ ଓ ତାହାର ପୁତ୍ରଗଣକୁ କଟିବନ୍ଧନ ପରିଧାନ କରାଇବ ଓ ସେମାନଙ୍କ ମସ୍ତକରେ ଶିରୋଭୂଷଣ ବାନ୍ଧିବ; ତହିଁରେ ସେମାନେ ଅନନ୍ତକାଳୀନ ବିଧି ଦ୍ୱାରା ଯାଜକତ୍ୱ ପଦ ପ୍ରାପ୍ତ ହେବେ। ଏହିରୂପେ ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ ନିଯୁକ୍ତ କରିବ।
10 “Ka kuma kawo bijimin a gaban Tentin Sujada, sai Haruna da’ya’yansa su ɗora hannuwansu a kansa.
ଏଥିଉତ୍ତାରେ ତୁମ୍ଭେ ସମାଗମ-ତମ୍ବୁ ସମ୍ମୁଖକୁ ସେହି ଗୋବତ୍ସ ଅଣାଇବ, ପୁଣି, ହାରୋଣ ଓ ତାହାର ପୁତ୍ରଗଣ ସେହି ଗୋବତ୍ସର ମସ୍ତକରେ ଆପଣା ଆପଣା ହସ୍ତ ରଖିବେ।
11 Ka yanka shi a gaban Ubangiji a ƙofar Tentin Sujada.
ତହୁଁ ତୁମ୍ଭେ ସମାଗମ-ତମ୍ବୁର ଦ୍ୱାର ସମୀପରେ ସଦାପ୍ରଭୁଙ୍କ ଛାମୁରେ ସେହି ଗୋବତ୍ସକୁ ବଧ କରିବ।
12 Ka ɗibi jinin bijimin ka zuba a kan ƙahoni na bagade da yatsanka, sauran jinin kuwa ka zuba a gindin bagaden.
ଏଥିଉତ୍ତାରେ ଗୋବତ୍ସର ରକ୍ତରୁ କିଛି ନେଇ ଅଙ୍ଗୁଳି ଦ୍ୱାରା ବେଦିର ଶୃଙ୍ଗ ଉପରେ ଦେବ, ପୁଣି, ବେଦି ମୂଳରେ ଆଉ ସବୁ ରକ୍ତ ଢାଳି ଦେବ।
13 Sa’an nan ka ɗauki dukan kitsen da ya rufe kayan ciki, da kitsen da yake manne da hanta, da ƙoda biyu da kuma kintsen da yake a kansu, ka ƙone su a kan bagade.
ଆଉ ତାହାର ଅନ୍ତ୍ରୋପରିସ୍ଥିତ ମେଦ ଓ ଯକୃତ ଉପରିସ୍ଥ ଅନ୍ତ୍ରାପ୍ଳାବକ ଓ ଦୁଇ ବୃକକ୍ ଓ ତହିଁ ଉପରିସ୍ଥ ମେଦ ଘେନି ବେଦିରେ ଦଗ୍ଧ କରିବ।
14 Amma ka ƙone naman bijimin, da fatarsa, da kayan cikin, a bayan sansani. Hadaya ce ta zunubi.
ମାତ୍ର ଗୋବତ୍ସର ମାଂସ, ଚର୍ମ ଓ ଗୋମୟ ଛାଉଣିର ବାହାରେ ଅଗ୍ନିରେ ଦଗ୍ଧ କରିବ; ଏହା ପାପାର୍ଥକ ବଳି ଅଟେ।
15 “Ka ɗauki ɗaya daga cikin ragunan, Haruna kuwa da’ya’yan maza za su ɗora hannuwansa a kansa.
ଏଥିଉତ୍ତାରେ ତୁମ୍ଭେ ପ୍ରଥମ ମେଷ ନେବ; ପୁଣି, ହାରୋଣ ଓ ତାହାର ପୁତ୍ରଗଣ ସେହି ମେଷର ମସ୍ତକରେ ଆପଣା ଆପଣା ହସ୍ତ ରଖିବେ।
16 Ka yanka ragon, ka ɗibi jinin, ka yayyafa shi kewaye da gefen bagaden.
ତହୁଁ ତୁମ୍ଭେ ସେହି ମେଷକୁ ବଧ କରି ତାହାର ରକ୍ତ ନେଇ ବେଦି ଉପରେ ଚାରିଆଡ଼େ ଛିଞ୍ଚିବ।
17 Ka yayyanka rago gunduwa-gunduwa, ka wanke kayan cikin, da ƙafafun, da kan, ka haɗa su da gunduwoyin.
ତହିଁ ଉତ୍ତାରେ ମେଷକୁ ଖଣ୍ଡ ଖଣ୍ଡ କରି ତାହାର ଅନ୍ତ୍ର ଓ ଗୋଡ଼ ଧୌତ କରି ତାହାସବୁ ସେହି ଖଣ୍ଡସକଳ ଓ ମସ୍ତକ ସହ ରଖିବ।
18 Sa’an nan ka ƙone ragon ɗungum a kan bagade. Hadaya ta ƙonawa ce ga Ubangiji, mai daɗin ƙanshi, wato, hadaya ce da aka ƙone da wuta ga Ubangiji.
ପୁଣି, ତୁମ୍ଭେ ସମ୍ପୂର୍ଣ୍ଣ ମେଷକୁ ବେଦି ଉପରେ ଦଗ୍ଧ କରିବ; ତାହା ସଦାପ୍ରଭୁଙ୍କର ହୋମବଳି ଓ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଅଟେ।
19 “Ka ɗauki ɗayan ragon, sai Haruna da’ya’yansa maza su ɗora hannuwansu a kansa.
ଏଥିଉତ୍ତାରେ ତୁମ୍ଭେ ଦ୍ୱିତୀୟ ମେଷକୁ ନେବ, ପୁଣି, ହାରୋଣ ଓ ତାହାର ପୁତ୍ରଗଣ ସେହି ମେଷର ମସ୍ତକରେ ଆପଣା ଆପଣା ହସ୍ତ ରଖିବେ।
20 Ka yanka ragon, ka ɗibi jinin, ka shafa a bisa leɓen kunnen Haruna na dama, da bisa leɓen kunnuwan’ya’yansa maza na dama, da kan manyan yatsotsin hannuwansu na dama, da kuma a kan manyan yatsotsin ƙafafunsu na dama. Sauran jinin kuwa, sai ka yayyafa shi kewaye da gefen bagaden.
ତହୁଁ ତୁମ୍ଭେ ସେହି ମେଷକୁ ବଧ କରି ତାହାର କିଛି ରକ୍ତ ଘେନି ହାରୋଣର ଦକ୍ଷିଣ କର୍ଣ୍ଣପ୍ରାନ୍ତରେ ଓ ତାହାର ପୁତ୍ରଗଣର ଦକ୍ଷିଣ କର୍ଣ୍ଣପ୍ରାନ୍ତରେ, ସେମାନଙ୍କ ଦକ୍ଷିଣ ହସ୍ତର ବୃଦ୍ଧାଙ୍ଗୁଷ୍ଠି ଉପରେ ଓ ଦକ୍ଷିଣ ପାଦର ବୃଦ୍ଧାଙ୍ଗୁଷ୍ଠି ଉପରେ ଲଗାଇବ, ପୁଣି, ବେଦି ଉପରେ ଚାରିଆଡ଼େ ରକ୍ତ ଛିଞ୍ଚିବ।
21 Ka ɗibi jinin da yake a kan bagade, da man shafewa, ka yafa a kan Haruna da rigunansa, da kuma a kan’ya’yansa maza da rigunansu. Sa’an nan shi da’ya’yansa maza da rigunansu za su tsarkake.
ଏଥିଉତ୍ତାରେ ବେଦିର ଉପରିସ୍ଥିତ ରକ୍ତରୁ ଓ ଅଭିଷେକାର୍ଥକ ତୈଳରୁ କିଛି ନେଇ ହାରୋଣ ଉପରେ ଓ ତାହାର ବସ୍ତ୍ର ଉପରେ, ପୁଣି, ତାହା ସହିତ ତାହାର ପୁତ୍ରଗଣ ଉପରେ ଓ ସେମାନଙ୍କ ବସ୍ତ୍ର ଉପରେ ଛିଞ୍ଚିବ; ତହିଁରେ ସେ ଓ ତାହା ସହିତ ତାହାର ବସ୍ତ୍ର, ପୁଣି, ତାହାର ପୁତ୍ରଗଣ ଓ ସେମାନଙ୍କ ବସ୍ତ୍ର ପବିତ୍ର ହେବ।
22 “Ka ɗebi kitse daga wannan rago, ka yanke wutsiyarsa mai kitse, ka kuma ɗebi kitsen da ya rufe kayan ciki, da kitsen da yake bisa hanta, da ƙoda biyu da kitsen da yake kansu, da cinyar dama. (Gama rago ne don naɗi.)
ଆହୁରି, ତୁମ୍ଭେ ସେହି ମେଷର ମେଦ, ମେଦମୟ ଲାଙ୍ଗୁଳ, ଅନ୍ତ୍ର ଉପରିସ୍ଥ ମେଦ, ଯକୃତର ଉପରିସ୍ଥ ଅନ୍ତ୍ରାପ୍ଳାବକ, ଦୁଇ ଗୁର୍ଦା, ତହିଁ ଉପରିସ୍ଥ ମେଦ ଓ ଡାହାଣ ଚଟୁଆ ନେବ, ଯେହେତୁ ତାହା ଉତ୍ସର୍ଗୀକୃତ ମେଷ ଅଟେ।
23 Daga kwandon burodi marar yisti, wanda yake gaban Ubangiji, ka ɗauki dunƙule ɗaya, da waina da aka yi da mai, da kuma ƙosai.
ପୁଣି, ସଦାପ୍ରଭୁଙ୍କ ଛାମୁସ୍ଥିତ ତାଡ଼ିଶୂନ୍ୟ ରୁଟିର ଡାଲାରୁ ଏକ ରୁଟି, ତୈଳ ମିଶ୍ରିତ ଏକ ପିଠା ଓ ଏକ ସରୁ ଚକୁଳି ନେଇ
24 Ka sa dukan waɗannan a hannun Haruna da’ya’yansa maza, su kaɗa su a gaban Ubangiji a matsayin hadaya ta kaɗawa.
ତାହାସବୁ ହାରୋଣର ହସ୍ତରେ ଓ ତାହାର ପୁତ୍ରଗଣ ହସ୍ତରେ ଦେଇ ଦୋଳନୀୟ ନୈବେଦ୍ୟାର୍ଥେ ସଦାପ୍ରଭୁଙ୍କ ଛାମୁରେ ତାହା ଦୋଳାଇବ।
25 Sa’an nan ka karɓe su daga hannuwansu, ka ƙone su a kan bagade tare da hadaya ta ƙonawa, domin ƙanshi mai daɗi ga Ubangiji, wato, hadaya ce da aka ƙone da wuta ga Ubangiji.
ଏଥିଉତ୍ତାରେ ତୁମ୍ଭେ ସେମାନଙ୍କ ହସ୍ତରୁ ତାହାସବୁ ନେଇ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଛାମୁରେ ବେଦିରେ ହୋମାର୍ଥକ ବଳି ଉପରେ ଦଗ୍ଧ କରିବ। ଏହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଅଟେ।
26 Bayan haka, ka ɗauki ƙirjin ragon domin naɗin Haruna, ka kaɗa shi a gaban Ubangiji kamar hadaya ta kaɗawa. Wannan ƙirji zai zama rabonka.
ଏଥିଉତ୍ତାରେ ତୁମ୍ଭେ ହାରୋଣର ଉତ୍ସର୍ଗୀକୃତ ମେଷର ବକ୍ଷ ଘେନି ଦୋଳନୀୟ ନୈବେଦ୍ୟାର୍ଥେ ସଦାପ୍ରଭୁଙ୍କ ଛାମୁରେ ଦୋଳାଇବ; ସେହି ଖଣ୍ଡ ତୁମ୍ଭର ଅଂଶ ହେବ।
27 “Ka tsarkake ƙirji na hadaya ta kaɗawa, da cinya ta hadaya ta ɗagawa, waɗanda za a kaɗa a kuma ɗaga na ragon naɗin, wanda yake na Haruna da kuma na’ya’yansa maza.
ଆଉ ହାରୋଣର ଓ ତାହାର ପୁତ୍ରଗଣର ପଦନିଯୋଗାର୍ଥକ ମେଷର ଯେଉଁ ବୁକୁ ରୂପ ଦୋଳନୀୟ ନୈବେଦ୍ୟ ଦୋଳାୟିତ ଓ ଯେଉଁ ଚଟୁଆ ରୂପ ଉତ୍ତୋଳନୀୟ ଉପହାର ଉତ୍ତୋଳିତ ହେଲା, ତାହା ତୁମ୍ଭେ ପବିତ୍ର କରିବ।
28 Wannan zai zama rabon Haruna da’ya’yansa maza daga Isra’ilawa. Gama wannan hadaya ta ɗagawa ce daga cikin hadayu na salama da Isra’ilawa za su miƙa wa Ubangiji.
ତହିଁରେ ଅନନ୍ତକାଳୀନ ବିଧି ଦ୍ୱାରା ଇସ୍ରାଏଲ-ସନ୍ତାନଗଣଠାରୁ ତାହା ହାରୋଣର ଓ ତାହାର ପୁତ୍ରଗଣର ଅଧିକାର ହେବ, ଯେହେତୁ ତାହା ଉତ୍ତୋଳନୀୟ ଉପହାର ଅଟେ; ଇସ୍ରାଏଲ-ସନ୍ତାନଗଣର ଏହି ଉତ୍ତୋଳନୀୟ ଉପହାର ସେମାନଙ୍କ ମଙ୍ଗଳାର୍ଥକ ବଳିରୁ ଦେୟ ହେବ; ଏହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେମାନଙ୍କର ଉତ୍ତୋଳନୀୟ ଉପହାର ଅଟେ।
29 “Keɓaɓɓun tufafin nan na Haruna za su zama na zuriyarsa bayan mutuwarsa. Da tufafin nan ne za a zuba musu mai, a keɓe su.
ପୁଣି, ହାରୋଣର (ମୃତ୍ୟୁ) ଉତ୍ତାରେ ତାହାର ପବିତ୍ର ବସ୍ତ୍ରସକଳ ତାହାର ପୁତ୍ରଗଣର ହେବ; ଅଭିଷେକ ଓ ପଦ ନିଯୁକ୍ତି ସମୟରେ ସେମାନେ ତାହା ପରିଧାନ କରିବେ।
30 Ɗan da ya gāje shi a matsayin firist, shi ne zai sa su har kwana bakwai, lokacin da ya shiga Tentin Sujada, don yă yi aiki a Wuri Mai Tsarki.
ତାହାର ପୁତ୍ରମାନଙ୍କ ମଧ୍ୟରୁ ଯେଉଁ ଲୋକ ତାହା ପଦରେ ଯାଜକ ହୋଇ ପବିତ୍ର ସ୍ଥାନରେ ସେବା କରିବା ନିମନ୍ତେ ସମାଗମ-ତମ୍ବୁକୁ ଆସିବ, ସେ ସେହି ବସ୍ତ୍ର ସାତ ଦିନ ପରିଧାନ କରିବ।
31 “Ka ɗauki ragon naɗi, ka dafa naman a tsattsarkan wuri.
ଏଥିଉତ୍ତାରେ ତୁମ୍ଭେ ସେହି ଉତ୍ସର୍ଗୀକୃତ ମେଷର ମାଂସ ଘେନି ଗୋଟିଏ ପବିତ୍ର ସ୍ଥାନରେ ପାକ କରିବ,
32 A ƙofar Tentin Sujada, Haruna da’ya’yansa maza za su ci wannan rago da burodin da yake cikin kwandon.
ପୁଣି, ହାରୋଣ ଓ ତାହାର ପୁତ୍ରଗଣ ସମାଗମ-ତମ୍ବୁର ଦ୍ୱାର ନିକଟରେ ସେହି ମେଷ ମାଂସ ଓ ଡାଲାସ୍ଥିତ ସେହି ରୁଟି ଭୋଜନ କରିବେ।
33 Za su ci abubuwan nan da aka yi kafara da su a lokacin tsarkakewarsu da keɓewarsu. Ba wanda zai ci, sai su kaɗai, gama abubuwan nan tsarkaka ne.
ପୁଣି, ସେମାନଙ୍କୁ ପଦରେ ନିଯୁକ୍ତ ଓ ପ୍ରତିଷ୍ଠା କରିବା ନିମନ୍ତେ ଯାହା ଦ୍ୱାରା ପ୍ରାୟଶ୍ଚିତ୍ତ ହେଲା, ତାହା ସେମାନେ ଭୋଜନ କରିବେ; ମାତ୍ର କୌଣସି ଅନ୍ୟ ବଂଶୀୟ ଲୋକ ତାହା ଭୋଜନ କରିବ ନାହିଁ, କାରଣ ତାହାସବୁ ପବିତ୍ର ବସ୍ତୁ।
34 In naman ragon naɗi ko wani burodin ya ragu har safiya, a ƙone shi, kada a ci gama tsarkake ne.
ଆଉ ସେହି ପଦନିଯୋଗାର୍ଥକ ମାଂସ ଓ ରୁଟିରୁ ଯଦି ପ୍ରଭାତ ପର୍ଯ୍ୟନ୍ତ କିଛି ଅବଶିଷ୍ଟ ରହିବ, ତେବେ ସେହି ଅବଶିଷ୍ଟାଂଶ ଅଗ୍ନିରେ ଭସ୍ମସାତ୍‍ କରିବ, କେହି ତାହା ଖାଇବ ନାହିଁ; କାରଣ ତାହା ପବିତ୍ର ବସ୍ତୁ ଅଟେ।
35 “Ka yi wa Haruna da’ya’yansa maza duk abin da na umarce ka, ka ɗauki kwana bakwai don naɗinsu.
ଆମ୍ଭେ ତୁମ୍ଭକୁ ଯେପରି ଆଜ୍ଞା ଦେଇଅଛୁ, ତଦନୁସାରେ ତୁମ୍ଭେ ହାରୋଣ ପ୍ରତି ଓ ତାହାର ପୁତ୍ରଗଣ ପ୍ରତି କରିବ; ସେମାନଙ୍କ ଉତ୍ସର୍ଗୀକୃତରେ ସାତ ଦିନ ଲାଗିବ।
36 Ka miƙa bijimi ɗaya kowace rana domin hadaya don zunubi ta yin kafara. Ka tsarkake bagade ta wuri yin kafara dominsa, ka shafe shi da mai don ka tsarkake shi.
ଆଉ ତୁମ୍ଭେ ପ୍ରାୟଶ୍ଚିତ୍ତ ନିମନ୍ତେ ପ୍ରତିଦିନ ପାପାର୍ଥକ ବଳି ରୂପେ ଏକ ପୁଂଗୋବତ୍ସ ଉତ୍ସର୍ଗ କରିବ, ପୁଣି, ବେଦି ନିମନ୍ତେ ପ୍ରାୟଶ୍ଚିତ୍ତ କରି ତାହା ପାପମୁକ୍ତ କରିବ ଓ ତାହା ପବିତ୍ର କରିବା ପାଇଁ ଅଭିଷେକ କରିବ।
37 Kwana bakwai za ka yi kafara saboda bagaden, ka kuma tsarkake shi. Sa’an nan bagaden zai zama mafi tsarki, kuma duk abin da ya taɓa bagaden zai tsarkaka.
ତୁମ୍ଭେ ବେଦି ନିମନ୍ତେ ସାତ ଦିନ ପ୍ରାୟଶ୍ଚିତ୍ତ କରି ତାହା ପବିତ୍ର କରିବ; ତହିଁରେ ବେଦି ମହାପବିତ୍ର ହେବ, ପୁଣି, ଯାହା କିଛି ବେଦି ସ୍ପର୍ଶ କରେ, ସେସବୁ ପବିତ୍ର ହେବ।
38 “Ga abin da za ka miƙa a bisa bagaden kowace rana.’Yan raguna biyu masu shekara ɗaya-ɗaya.
ସେହି ବେଦି ଉପରେ ତୁମ୍ଭେ ଏହି ବଳି ଉତ୍ସର୍ଗ କରିବ; ତୁମ୍ଭେ ନିୟମିତ ଭାବରେ ପ୍ରତିଦିନ ଏକ ବର୍ଷୀୟ ଦୁଇ ମେଷଶାବକ,
39 Ka miƙa ɗaya da safe, ɗaya kuma da yamma.
ଅର୍ଥାତ୍‍, ତାହାର ପ୍ରଥମ ମେଷଶାବକକୁ ପ୍ରଭାତରେ ଉତ୍ସର୍ଗ କରିବ ଓ ଦ୍ୱିତୀୟ ମେଷଶାବକକୁ ସନ୍ଧ୍ୟା ବେଳେ ଉତ୍ସର୍ଗ କରିବ।
40 Haɗe da ɗan rago na farkon, ka miƙa mudun gari mai laushi wanda an gauraye da kwalaba ɗaya na tataccen mai zaitun, da kwalaba ɗaya na ruwan inabi don hadaya ta sha.
ପୁଣି, ପ୍ରଥମ ମେଷଶାବକ ସହିତ ହିନ୍‍ପାତ୍ରର ଚତୁର୍ଥାଂଶ ନିର୍ମଳ ପେଷା ତୈଳରେ ମିଶ୍ରିତ ଏକ ଐଫାର ଦଶମାଂଶ ମଇଦା ଓ ପେୟ-ନୈବେଦ୍ୟ ନିମନ୍ତେ ହିନ୍‍ର ଚତୁର୍ଥାଂଶ ଦ୍ରାକ୍ଷାରସ ଦେବ।
41 Ka miƙa ɗaya ragon da yamma, tare da hadaya ta gari da hadaya ta sha kamar aka yi ta safe, mai daɗin ƙanshi, wato, hadaya ce da aka ƙone da wuta ga Ubangiji.
ଆଉ ସନ୍ଧ୍ୟା ସମୟରେ ଦ୍ୱିତୀୟ ମେଷଶାବକ ଉତ୍ସର୍ଗ କରିବ, ପୁଣି, ପ୍ରଭାତର ଭକ୍ଷ୍ୟ ନୈବେଦ୍ୟ ଓ ପେୟ-ନୈବେଦ୍ୟ ପ୍ରମାଣେ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ସ୍ୱରୂପେ ତାହା ଉତ୍ସର୍ଗ କରିବ।
42 “Wannan za tă zama hadaya ta ƙonawar da za a dinga yi kowace rana, daga tsara zuwa tsara. Za a yi ta miƙa hadayar a ƙofar Tentin Sujada a gaban Ubangiji. A can zan sadu da kai, in yi magana da kai;
ଏହା ସମାଗମ-ତମ୍ବୁର ଦ୍ୱାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ନିତ୍ୟ (କର୍ତ୍ତବ୍ୟ) ହୋମ ହେବ; ସେହି ସ୍ଥାନରେ ଆମ୍ଭେ ତୁମ୍ଭ ସହିତ ଆଳାପ କରିବା ନିମନ୍ତେ ତୁମ୍ଭମାନଙ୍କ ସହିତ ସାକ୍ଷାତ କରିବା।
43 a can kuma zan sadu da Isra’ilawa, in kuma tsarkake wurin da ɗaukakata.
ଆଉ ସେହି ସ୍ଥାନରେ ଆମ୍ଭେ ଇସ୍ରାଏଲ-ସନ୍ତାନଗଣ ସହିତ ସାକ୍ଷାତ କରିବା; ପୁଣି, ଆମ୍ଭ ପ୍ରତାପରେ (ତମ୍ବୁ) ପବିତ୍ରୀକୃତ ହେବ।
44 “Ta haka zan tsarkake Tentin Sujada da bagaden, in kuma tsarkake Haruna da’ya’yansa maza su yi mini hidima a matsayin firistoci.
ଆଉ, ଆମ୍ଭେ ସମାଗମ-ତମ୍ବୁ ଓ ବେଦିକୁ ପବିତ୍ର କରିବା, ପୁଣି, ଆମ୍ଭର ଯାଜକ କର୍ମ କରଣାର୍ଥେ ହାରୋଣକୁ ଓ ତାହାର ପୁତ୍ରଗଣକୁ ପବିତ୍ର କରିବା।
45 Sa’an nan zan zauna a cikin Isra’ilawa, in kuma zama Allahnsu.
ଆମ୍ଭେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ବାସ କରି ସେମାନଙ୍କର ପରମେଶ୍ୱର ହେବା।
46 Za su san cewa ni ne Ubangiji Allahnsu, wanda ya fitar da su daga Masar saboda in zauna a cikinsu. Ni ne Ubangiji Allahnsu.
ତହିଁରେ ଆମ୍ଭେ ଯେ ସେମାନଙ୍କର ସଦାପ୍ରଭୁ ପରମେଶ୍ୱର, ସେମାନଙ୍କ ମଧ୍ୟରେ ବାସ କରିବା ନିମନ୍ତେ ମିସର ଦେଶରୁ ସେମାନଙ୍କୁ ବାହାର କରି ଆଣିଅଛୁ, ତାହା ସେମାନେ ଜାଣିବେ; ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର।

< Fitowa 29 >