< Zabura 44 >

1 Don mai bi da kaɗe-kaɗe. Ta’ya’yan Kora maza. Maskil ne. Mun ji da kunnuwanmu, ya Allah; kakanninmu sun faɗa mana abin da ka aikata a kwanakinsu, tun dā can.
ପ୍ରଧାନ ବାଦ୍ୟକର ନିମନ୍ତେ କୋରହ-ସନ୍ତାନଗଣର ଗୀତ। ମସ୍କୀଲ୍‍। ହେ ପରମେଶ୍ୱର, ତୁମ୍ଭେ ପୂର୍ବକାଳରେ ଆମ୍ଭମାନଙ୍କ ପିତୃପୁରୁଷଙ୍କ ସମୟରେ ଯେଉଁ କର୍ମ କରିଥିଲ, ତାହା ଆମ୍ଭେମାନେ ସ୍ୱକର୍ଣ୍ଣରେ ଶୁଣିଅଛୁ ଓ ସେମାନେ ତାହା ଆମ୍ଭମାନଙ୍କୁ ଜଣାଇ ଅଛନ୍ତି।
2 Da hannunka ka kori al’ummai ka kuma dasa kakanninmu; ka ragargaza mutanen ka kuma sa kakanninmu suka haɓaka.
ତୁମ୍ଭେ ଅନ୍ୟ ଗୋଷ୍ଠୀୟମାନଙ୍କୁ ସ୍ୱହସ୍ତରେ ତଡ଼ିଦେଇ ସେମାନଙ୍କୁ ରୋପଣ କରିଥିଲ; ତୁମ୍ଭେ ଜନବୃନ୍ଦକୁ ନାଶ କରି ସେମାନଙ୍କୁ ବିସ୍ତାରିତ କରିଥିଲ।
3 Ba da takobinsu ba ne suka ci ƙasar, ba kuwa ƙarfin hannunsu ne ya ba su nasara ba; hannun damanka ne, ƙarfin hannunka, da kuma hasken fuskarka, gama ka ƙaunace su.
କାରଣ ସେମାନେ ନିଜ ଖଡ୍ଗ ଦ୍ୱାରା ଦେଶାଧିକାର ପ୍ରାପ୍ତ ହେଲେ ନାହିଁ, କିଅବା ସେମାନଙ୍କ ନିଜ ବାହୁ ସେମାନଙ୍କୁ ଉଦ୍ଧାର କଲା ନାହିଁ; ମାତ୍ର ସେମାନଙ୍କ ପ୍ରତି ତୁମ୍ଭର ଅନୁଗ୍ରହ ଥିବାରୁ ତୁମ୍ଭର ଦକ୍ଷିଣ ହସ୍ତ, ତୁମ୍ଭର ବାହୁ ଓ ତୁମ୍ଭ ମୁଖର ପ୍ରସନ୍ନତା ତାହା କରିଥିଲା।
4 Kai ne Sarkina da kuma Allahna, wanda ya ba da nasarori wa Yaƙub.
ହେ ପରମେଶ୍ୱର, ତୁମ୍ଭେ ମୋହର ରାଜା ଅଟ; ପୁଣି ତୁମ୍ଭେ ଯାକୁବ ପକ୍ଷରେ ମୁକ୍ତିର ଆଜ୍ଞା ଦିଅ।
5 Ta wurinka mun tura abokan gābanmu baya; ta wurin sunanka muka tattake maƙiyanmu.
ତୁମ୍ଭ ଦ୍ୱାରା ଆମ୍ଭେମାନେ ବିପକ୍ଷଗଣକୁ ତଳେ ପକାଇବା; ତୁମ୍ଭ ନାମ ଦ୍ୱାରା ଆମ୍ଭେମାନେ ଆପଣା ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କୁ ଦଳି ପକାଇବା।
6 Ba na dogara ga bakana, takobina ba ya kawo nasara;
ଯେହେତୁ ମୁଁ ଆପଣା ଧନୁରେ ନିର୍ଭର କରିବି ନାହିଁ, କିଅବା ମୋʼ ଖଡ୍ଗ ମୋତେ ଉଦ୍ଧାର କରିବ ନାହିଁ।
7 amma kana ba mu nasara a kan abokan gābanmu, ka sa abokan gābanmu suka sha kunya.
ମାତ୍ର ତୁମ୍ଭେ ଆମ୍ଭମାନଙ୍କ ବିପକ୍ଷଗଣଠାରୁ ଆମ୍ଭମାନଙ୍କୁ ଉଦ୍ଧାର କରିଅଛ ଓ ଆମ୍ଭମାନଙ୍କ ଘୃଣାକାରୀମାନଙ୍କୁ ଲଜ୍ଜିତ କରିଅଛ।
8 A cikin Allah muke fariyarmu dukan yini, kuma za mu yabi sunanka har abada. (Sela)
ଆମ୍ଭେମାନେ ସାରାଦିନ ପରମେଶ୍ୱରଙ୍କଠାରେ ଦର୍ପ କରିଅଛୁ ଓ ଅନନ୍ତକାଳ ତୁମ୍ଭ ନାମର ଧନ୍ୟବାଦ କରିବା। (ସେଲା)
9 Amma yanzu ka ƙi mu ka kuma ƙasƙantar da mu; ba ka ƙara fita tare da mayaƙanmu.
ମାତ୍ର ଏବେ ତୁମ୍ଭେ ଆମ୍ଭମାନଙ୍କୁ ଦୂର କରିଅଛ ଓ ଆମ୍ଭମାନଙ୍କୁ ଅପମାନଗ୍ରସ୍ତ କରିଅଛ; ପୁଣି, ଆମ୍ଭମାନଙ୍କ ସୈନ୍ୟ ସଙ୍ଗରେ ଗମନ କରୁ ନାହଁ।
10 Ka sa muka gudu a gaban abokin gāba, kuma abokan gābanmu suka washe mu.
ତୁମ୍ଭେ ବିପକ୍ଷମାନଙ୍କ ନିକଟରୁ ଆମ୍ଭମାନଙ୍କୁ ଫେରାଇ ଦେଉଅଛ ଓ ଆମ୍ଭମାନଙ୍କ ଘୃଣାକାରୀଗଣ ଆପଣାମାନଙ୍କ ନିମନ୍ତେ ଆମ୍ଭମାନଙ୍କୁ ଲୁଣ୍ଠନ କରୁଅଛନ୍ତି।
11 Ka ba da mu a cinye kamar tumaki ka kuma watsar da mu a cikin al’ummai.
ଖାଦ୍ୟ ନିମନ୍ତେ ନିରୂପିତ ମେଷଗଣ ତୁଲ୍ୟ ତୁମ୍ଭେ ଆମ୍ଭମାନଙ୍କୁ ସମର୍ପଣ କରିଅଛ ଓ ନାନା ଗୋଷ୍ଠୀ ମଧ୍ୟରେ ଆମ୍ଭମାନଙ୍କୁ ଛିନ୍ନଭିନ୍ନ କରିଅଛ।
12 Ka sayar da mutanenka a kuɗin da bai taka ƙara ya karye ba babu wata riba daga sayar da su da ka yi.
ତୁମ୍ଭେ ଆପଣା ଲୋକମାନଙ୍କୁ ବିନାମୂଲ୍ୟରେ ବିକ୍ରୟ କରୁଅଛ ଓ ସେମାନଙ୍କ ମୂଲ୍ୟ ଦ୍ୱାରା ଆପଣା ଧନ ବୃଦ୍ଧି କରି ନାହଁ।
13 Ka mai da mu abin dariya ga maƙwabtanmu, abin dariya da reni ga waɗanda suke kewaye da mu.
ତୁମ୍ଭେ ଆମ୍ଭମାନଙ୍କ ପ୍ରତିବାସୀଗଣ ନିକଟରେ ଆମ୍ଭମାନଙ୍କୁ ତିରସ୍କାରର ବିଷୟ ଓ ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଲୋକମାନଙ୍କର ହାସ୍ୟାସ୍ପଦ ଓ ଉପହାସର ପାତ୍ର କରୁଅଛ।
14 Ka sa muka zama abin ba’a a cikin al’ummai; mutanen suna kaɗa mana kai.
ତୁମ୍ଭେ ଆମ୍ଭମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଗଳ୍ପର ବିଷୟ ଓ ଜନବୃନ୍ଦ ମଧ୍ୟରେ ମୁଣ୍ଡହଲାର କାରଣ କରିଅଛ।
15 Dukan yini ina cikin wulaƙanci, fuskata kuma ta rufu da kunya
ତିରସ୍କାରକାରୀର ଓ ନିନ୍ଦକର ସ୍ୱର ସକାଶୁ, ପୁଣି, ଶତ୍ରୁ ଓ ପ୍ରତିହିଂସକ ସକାଶୁ,
16 saboda ba’ar waɗanda suke zagi suke kuma ƙina, saboda abokan gābana, waɗanda suka sha alwashi sai sun yi ramuwa.
ସାରାଦିନ ମୋʼ ଅପମାନ ମୋʼ ସମ୍ମୁଖରେ ଥାଏ ଓ ମୋʼ ମୁଖର ଲଜ୍ଜା ମୋତେ ଢାଙ୍କିଅଛି।
17 Dukan wannan ya faru da mu, ko da yake ba mu manta da kai ba ko mu kasance masu ƙarya ga alkawarinka.
ଆମ୍ଭମାନଙ୍କ ପ୍ରତି ଏସବୁ ଘଟିଅଛି; ତଥାପି ଆମ୍ଭେମାନେ ତୁମ୍ଭକୁ ପାସୋରି ନାହୁଁ, କିଅବା ତୁମ୍ଭ ନିୟମ ବିଷୟରେ ଅସତ୍ୟ ବ୍ୟବହାର କରି ନାହୁଁ।
18 Zukatanmu ba su juya baya; ƙafafunmu ba su kauce daga hanyarka ba.
ତୁମ୍ଭେ ଆମ୍ଭମାନଙ୍କୁ ଶୃଗାଳମାନଙ୍କ ସ୍ଥାନରେ ଚୂର୍ଣ୍ଣ ଓ ମୃତ୍ୟୁୁଚ୍ଛାୟାରେ ଆଚ୍ଛନ୍ନ କରିଅଛ ବୋଲି
19 Amma ka ragargaza mu ka kuma maishe mu abin farautar karnukan jeji ka kuma rufe mu cikin duhu baƙi ƙirin.
ଆମ୍ଭମାନଙ୍କ ଅନ୍ତଃକରଣ ବିମୁଖ ହୋଇ ନାହିଁ, କିଅବା ଆମ୍ଭମାନଙ୍କ ପାଦଗତି ତୁମ୍ଭ ପଥରୁ ଭ୍ରଷ୍ଟ ହୋଇ ନାହିଁ।
20 Da a ce mun manta da sunan Allahnmu ko mun miƙa hannuwanmu ga baƙin alloli,
ଯଦି ଆମ୍ଭେମାନେ ଆପଣା ପରମେଶ୍ୱରଙ୍କ ନାମ ପାସୋରିଥାଉ, ଅବା କୌଣସି ଅନ୍ୟ ଦେବତା ଆଡ଼େ ହସ୍ତ ପ୍ରସାରିଥାଉ;
21 da Allah bai gane ba, da yake ya san asiran zuciya?
ତେବେ ପରମେଶ୍ୱର କି ତାହା ଅନୁସନ୍ଧାନ କରିବେ ନାହିଁ? କାରଣ ସେ ଅନ୍ତଃକରଣର ଗୁପ୍ତ ବିଷୟସବୁ ଜାଣନ୍ତି।
22 Duk da haka saboda kai mun fuskanci mutuwa dukan yini; aka ɗauke mu kamar tumakin da za a yanka.
ହଁ, ତୁମ୍ଭ ସକାଶୁ ଆମ୍ଭେମାନେ ଦିନସାରା ହତ ହେଉଅଛୁ; ଆମ୍ଭେମାନେ ହତ୍ୟା ନିମନ୍ତେ ଆନୀତ ମେଷ ତୁଲ୍ୟ ଗଣିତ ହେଉଅଛୁ।
23 Ka farka, ya Ubangiji! Don me kake barci? Ta da kanka! Kada ka ƙi mu har abada.
ଜାଗ, ହେ ପ୍ରଭୋ, ତୁମ୍ଭେ କାହିଁକି ନିଦ୍ରିତ ହେଉଅଛ? ଉଠ, ଆମ୍ଭମାନଙ୍କୁ ସଦାକାଳ ଦୂର କର ନାହିଁ।
24 Me ya sa ka ɓoye fuskarka ka manta da azabanmu da kuma danniyar da ake mana?
ତୁମ୍ଭେ କାହିଁକି ଆପଣା ମୁଖ ଲୁଚାଉଅଛ, ପୁଣି, ଆମ୍ଭମାନଙ୍କ କ୍ଳେଶ ଓ ଦୌରାତ୍ମଭୋଗ ବିସ୍ମୃତ ହେଉଅଛ?
25 An kai mu ƙasa zuwa ƙura; jikunanmu sun manne da ƙasa.
କାରଣ ଆମ୍ଭମାନଙ୍କ ପ୍ରାଣ ଧୂଳିରେ ଅବନତ; ଆମ୍ଭମାନଙ୍କ ଉଦର ଭୂମିରେ ଲାଗୁଅଛି।
26 Ka tashi ka taimake mu; ka cece mu saboda ƙaunarka marar ƙarewa.
ଆମ୍ଭମାନଙ୍କ ସାହାଯ୍ୟ ନିମନ୍ତେ ଉଠ ଓ ଆପଣା ସ୍ନେହପୂର୍ଣ୍ଣ କରୁଣା ସକାଶୁ ଆମ୍ଭମାନଙ୍କୁ ମୁକ୍ତ କର।

< Zabura 44 >