< שמות 12 >

ויאמר יהוה אל משה ואל אהרן בארץ מצרים לאמר׃ 1
ଏଥିଉତ୍ତାରେ ମିସର ଦେଶରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ,
החדש הזה לכם ראש חדשים ראשון הוא לכם לחדשי השנה׃ 2
“ଏହି ମାସ ତୁମ୍ଭମାନଙ୍କର ପ୍ରଧାନ ମାସ ଓ ବର୍ଷର ପ୍ରଥମ ମାସ ହେବ।
דברו אל כל עדת ישראל לאמר בעשר לחדש הזה ויקחו להם איש שה לבית אבת שה לבית׃ 3
ତୁମ୍ଭେମାନେ ଇସ୍ରାଏଲୀୟ ସମଗ୍ର ମଣ୍ଡଳୀକୁ ଏହି କଥା କୁହ, ଏହି ମାସର ଦଶମ ଦିନରେ ତୁମ୍ଭମାନଙ୍କର ପ୍ରତ୍ୟେକ ମନୁଷ୍ୟ ପିତୃଗୃହାନୁସାରେ ପ୍ରତ୍ୟେକ ପରିବାର ନିମନ୍ତେ ଏକ ଏକ ମେଷଶାବକ ନେବ।
ואם ימעט הבית מהית משה ולקח הוא ושכנו הקרב אל ביתו במכסת נפשת איש לפי אכלו תכסו על השה׃ 4
ଆଉ, ଗୋଟିଏ ମେଷଶାବକ ନେବା ନିମନ୍ତେ ଯଦି କୌଣସି ପରିଜନ ଅଳ୍ପ ହେବ, ତେବେ ସେ ଓ ତାହାର ଗୃହ ନିକଟବର୍ତ୍ତୀ ପ୍ରତିବାସୀ, ପ୍ରାଣୀଗଣର ସଂଖ୍ୟାନୁସାରେ ଏକ ମେଷଶାବକ ନେବେ; ତୁମ୍ଭେମାନେ ପ୍ରତ୍ୟେକ ଜଣର ଭୋଜନ ଶକ୍ତି ଅନୁସାରେ ମେଷଶାବକର ଅଟକଳ କରିବ।
שה תמים זכר בן שנה יהיה לכם מן הכבשים ומן העזים תקחו׃ 5
ତୁମ୍ଭେମାନେ ମେଷପଲ ବା ଛାଗପଲ ମଧ୍ୟରୁ ଶାବକ ନେବ; ତାହା ନିର୍ଦ୍ଦୋଷ, ଏକ ବର୍ଷୀୟ ଓ ପୁଂଶାବକ ହେବ;
והיה לכם למשמרת עד ארבעה עשר יום לחדש הזה ושחטו אתו כל קהל עדת ישראל בין הערבים׃ 6
ସେହି ମାସର ଚତୁର୍ଦ୍ଦଶ ଦିନ ଯାଏ ତାକୁ ବନ୍ଦ କରି ରଖିବ; ଏଥିଉତ୍ତାରେ ଇସ୍ରାଏଲ-ମଣ୍ଡଳୀର ସମସ୍ତ ସମାଜ ସନ୍ଧ୍ୟାକାଳରେ ସେହି ଶାବକକୁ ବଧ କରିବେ।
ולקחו מן הדם ונתנו על שתי המזוזת ועל המשקוף על הבתים אשר יאכלו אתו בהם׃ 7
ପୁଣି, ଲୋକମାନେ ତାହାର କିଛି ରକ୍ତ ନେଇ ଯେଉଁ ଯେଉଁ ଗୃହ ମଧ୍ୟରେ ମେଷ ଭୋଜନ କରିବେ, ସେହି ସେହି ଗୃହ ଦ୍ୱାରର ଦୁଇ ବାଜୁବନ୍ଧ ଓ କପାଳୀ ଉପରେ ତାହା ଲଗାଇବେ।
ואכלו את הבשר בלילה הזה צלי אש ומצות על מררים יאכלהו׃ 8
ଆଉ ସେହି ରାତ୍ରିରେ ତାହାର ମାଂସ ଭୋଜନ କରିବେ; ଅଗ୍ନିରେ ଦଗ୍ଧ କରି ତାଡ଼ିଶୂନ୍ୟ ରୁଟି ଓ ପିତା ଶାକ ସହିତ ତାହା ଭୋଜନ କରିବେ।
אל תאכלו ממנו נא ובשל מבשל במים כי אם צלי אש ראשו על כרעיו ועל קרבו׃ 9
ତୁମ୍ଭେମାନେ ସେହି ମାଂସ ଅପକ୍ୱ କିମ୍ବା ଜଳରେ ସିଦ୍ଧ କରି ଭୋଜନ କରିବ ନାହିଁ, ମାତ୍ର ଅଗ୍ନିରେ ତାହାର ମୁଣ୍ଡ ଓ ଜଙ୍ଘ ଶରୀର ସମେତ ଦଗ୍ଧ କରି ଭୋଜନ କରିବ।
ולא תותירו ממנו עד בקר והנתר ממנו עד בקר באש תשרפו׃ 10
ପୁଣି, ପ୍ରଭାତ ଯାଏ ତହିଁର କିଛି ରଖିବ ନାହିଁ; ଯଦି ପ୍ରଭାତ ପର୍ଯ୍ୟନ୍ତ କିଛି ଅବଶିଷ୍ଟ ରହିବ, ତାହା ଅଗ୍ନିରେ ଭସ୍ମସାତ୍‍ କରିବ।
וככה תאכלו אתו מתניכם חגרים נעליכם ברגליכם ומקלכם בידכם ואכלתם אתו בחפזון פסח הוא ליהוה׃ 11
ଏହି ପ୍ରକାରେ ତୁମ୍ଭେମାନେ ତାହା ଚଞ୍ଚଳ ଭୋଜନ କରିବ, କାରଣ ତୁମ୍ଭେମାନେ କଟିବନ୍ଧନ କରି ପାଦରେ ପାଦୁକା ଦେଇ ହସ୍ତରେ ଯଷ୍ଟି ଘେନି ଯାତ୍ରା କରିବା ନିମନ୍ତେ ପ୍ରସ୍ତୁତ ହେବ; ଏହା ସଦାପ୍ରଭୁଙ୍କର ନିସ୍ତାର ପର୍ବ।
ועברתי בארץ מצרים בלילה הזה והכיתי כל בכור בארץ מצרים מאדם ועד בהמה ובכל אלהי מצרים אעשה שפטים אני יהוה׃ 12
ଯେହେତୁ ଆମ୍ଭେ ଆଜି ରାତ୍ରି ମିସର ଦେଶର ମଧ୍ୟଦେଇ ଯାଇ ମିସର ଦେଶସ୍ଥ ମନୁଷ୍ୟ ଓ ପଶୁର ସମସ୍ତ ପ୍ରଥମଜାତକୁ ସଂହାର କରିବା; ପୁଣି, ମିସରୀୟ ସମସ୍ତ ଦେବତାର ବିଚାର କରି ଦଣ୍ଡ ଦେବା; ଆମ୍ଭେ ସଦାପ୍ରଭୁ।
והיה הדם לכם לאת על הבתים אשר אתם שם וראיתי את הדם ופסחתי עלכם ולא יהיה בכם נגף למשחית בהכתי בארץ מצרים׃ 13
ଏଣୁକରି ତୁମ୍ଭେମାନେ ଯେଉଁ ଯେଉଁ ଗୃହରେ ଥାଅ, ସେହି ସେହି ଗୃହରେ ସେହି ରକ୍ତ ଚିହ୍ନ ସ୍ୱରୂପେ ରହିବ; ଆଉ ଆମ୍ଭେ ମିସର ଦେଶକୁ ଦଣ୍ଡ ଦେବା ସମୟରେ ସେହି ରକ୍ତ ଦେଖିଲେ, ତୁମ୍ଭମାନଙ୍କୁ ଛାଡ଼ି ଆଗକୁ ଯିବା, ପୁଣି, ସଂହାରକ ଆଘାତ ତୁମ୍ଭମାନଙ୍କ ପ୍ରତି ଘଟିବ ନାହିଁ।
והיה היום הזה לכם לזכרון וחגתם אתו חג ליהוה לדרתיכם חקת עולם תחגהו׃ 14
ଆଉ ସେହି ଦିନ ତୁମ୍ଭମାନଙ୍କର ସ୍ମରଣୀୟ ହେବ, ପୁଣି, ତୁମ୍ଭେମାନେ ସେହି ଦିନକୁ ସଦାପ୍ରଭୁଙ୍କ ପର୍ବ ରୂପେ ପାଳନ କରିବ; ପୁରୁଷାନୁକ୍ରମେ ଅନନ୍ତକାଳୀନ ବିଧିମତେ ଏହି ପର୍ବ ପାଳନ କରିବ।
שבעת ימים מצות תאכלו אך ביום הראשון תשביתו שאר מבתיכם כי כל אכל חמץ ונכרתה הנפש ההוא מישראל מיום הראשן עד יום השבעי׃ 15
ତୁମ୍ଭେମାନେ ସାତ ଦିନ ପର୍ଯ୍ୟନ୍ତ ତାଡ଼ିଶୂନ୍ୟ ରୁଟି ଖାଇବ; ବିଶେଷତଃ ପ୍ରଥମ ଦିନ ଆପଣା ଆପଣା ଗୃହରୁ ତାଡ଼ି ଦୂର କରିବ, କାରଣ ଯେଉଁ ଜନ ପ୍ରଥମ ଦିନଠାରୁ ସପ୍ତମ ଦିନ ପର୍ଯ୍ୟନ୍ତ ତାଡ଼ି ମିଶ୍ରିତ ରୁଟି ଖାଇବ, ସେ ପ୍ରାଣୀ ଇସ୍ରାଏଲ ମଧ୍ୟରୁ ଉଚ୍ଛିନ୍ନ ହେବ।
וביום הראשון מקרא קדש וביום השביעי מקרא קדש יהיה לכם כל מלאכה לא יעשה בהם אך אשר יאכל לכל נפש הוא לבדו יעשה לכם׃ 16
ଆଉ ପ୍ରଥମ ଦିନରେ ତୁମ୍ଭମାନଙ୍କର ପବିତ୍ର ସଭା ହେବ, ପୁଣି, ସପ୍ତମ ଦିନରେ ମଧ୍ୟ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ଆଉ ସେହି ଦୁଇ ଦିନରେ ପ୍ରତ୍ୟେକ ପ୍ରାଣୀର ଖାଦ୍ୟର ଆୟୋଜନ ବିନୁ ଆଉ କୌଣସି କର୍ମ କରାଯିବ ନାହିଁ, କେବଳ ସେହି କର୍ମ ତୁମ୍ଭେମାନେ କରି ପାରିବ।
ושמרתם את המצות כי בעצם היום הזה הוצאתי את צבאותיכם מארץ מצרים ושמרתם את היום הזה לדרתיכם חקת עולם׃ 17
ଏହି ପ୍ରକାରେ ତୁମ୍ଭେମାନେ ତାଡ଼ିଶୂନ୍ୟ ରୁଟିର ପର୍ବ ପାଳନ କରିବ, କାରଣ ସେହି ଦିନରେ ହିଁ ଆମ୍ଭେ ତୁମ୍ଭମାନଙ୍କର ସୈନ୍ୟମାନଙ୍କୁ ମିସର ଦେଶରୁ ବାହାର କରି ଆଣିବା; ଏଣୁ ତୁମ୍ଭେମାନେ ପୁରୁଷାନୁକ୍ରମେ ଅନନ୍ତକାଳୀନ ବିଧିମତେ ଏହି ଦିନ ପାଳନ କରିବ।
בראשן בארבעה עשר יום לחדש בערב תאכלו מצת עד יום האחד ועשרים לחדש בערב׃ 18
ତୁମ୍ଭେମାନେ ପ୍ରଥମ ମାସର ଚଉଦ ଦିନର ସନ୍ଧ୍ୟା ସମୟରୁ ଏକୋଇଶ ଦିନର ସନ୍ଧ୍ୟା ପର୍ଯ୍ୟନ୍ତ ତାଡ଼ିଶୂନ୍ୟ ରୁଟି ଭୋଜନ କରିବ।
שבעת ימים שאר לא ימצא בבתיכם כי כל אכל מחמצת ונכרתה הנפש ההוא מעדת ישראל בגר ובאזרח הארץ׃ 19
ସପ୍ତାହ ପର୍ଯ୍ୟନ୍ତ ତୁମ୍ଭମାନଙ୍କ ଗୃହରେ ଲେଶମାତ୍ର ତାଡ଼ି ନ ରହୁ, କାରଣ ବିଦେଶୀ ଅବା ସ୍ୱଦେଶୀ ଯେଉଁ ଜନ ଏଥିମଧ୍ୟରେ ତାଡ଼ି ମିଶ୍ରିତ ଦ୍ରବ୍ୟ ଖାଇବ, ସେ ପ୍ରାଣୀ ଇସ୍ରାଏଲ-ମଣ୍ଡଳୀରୁ ଉଚ୍ଛିନ୍ନ ହେବ।
כל מחמצת לא תאכלו בכל מושבתיכם תאכלו מצות׃ 20
ତୁମ୍ଭେମାନେ ତାଡ଼ି ମିଶ୍ରିତ କୌଣସି ଦ୍ରବ୍ୟ ଖାଇବ ନାହିଁ, ତୁମ୍ଭେମାନେ ଆପଣା ଆପଣା ସମସ୍ତ ବାସ ସ୍ଥାନରେ ତାଡ଼ିଶୂନ୍ୟ ରୁଟି ଖାଇବ।”
ויקרא משה לכל זקני ישראל ויאמר אלהם משכו וקחו לכם צאן למשפחתיכם ושחטו הפסח׃ 21
ସେତେବେଳେ ମୋଶା ଇସ୍ରାଏଲର ସମସ୍ତ ପ୍ରାଚୀନ ଲୋକଙ୍କୁ ଡକାଇ କହିଲେ, “ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ଆପଣା ଆପଣା ପରିଜନାନୁସାରେ ଏକ ଏକ ମେଷଶାବକ ବାହାର କରି ନେଇ ନିସ୍ତାରପର୍ବୀୟ ବଳି ବଧ କର।
ולקחתם אגדת אזוב וטבלתם בדם אשר בסף והגעתם אל המשקוף ואל שתי המזוזת מן הדם אשר בסף ואתם לא תצאו איש מפתח ביתו עד בקר׃ 22
ପୁଣି, ବିଡ଼ାଏ ଏସୋବ ଘେନି ପାତ୍ରସ୍ଥିତ ରକ୍ତରେ ବୁଡ଼ାଇ ଦ୍ୱାରର କପାଳୀ ଓ ଦୁଇ ବାଜୁବନ୍ଧ ଉପରେ ପାତ୍ରସ୍ଥିତ ରକ୍ତ ଲଗାଅ; ପୁଣି, ପ୍ରଭାତ ପର୍ଯ୍ୟନ୍ତ ତୁମ୍ଭମାନଙ୍କର କେହି ଗୃହ ଦ୍ୱାରରେ ବାହାରକୁ ନ ଯାଉ।
ועבר יהוה לנגף את מצרים וראה את הדם על המשקוף ועל שתי המזוזת ופסח יהוה על הפתח ולא יתן המשחית לבא אל בתיכם לנגף׃ 23
ଯେହେତୁ ସଦାପ୍ରଭୁ ମିସରୀୟମାନଙ୍କୁ ଆଘାତ କରିବାକୁ ସେମାନଙ୍କ ମଧ୍ୟଦେଇ ଯିବେ; ତହିଁରେ ଦ୍ୱାରର କପାଳୀ ଓ ଦୁଇ ବାଜୁବନ୍ଧ ଉପରେ ସେହି ରକ୍ତ ଦେଖିଲେ, ସଦାପ୍ରଭୁ ସେହି ଦ୍ୱାର ଛାଡ଼ି ଆଗକୁ ଯିବେ, ତୁମ୍ଭମାନଙ୍କ ଗୃହରେ ସଂହାରକକୁ ପ୍ରବେଶ କରି ଆଘାତ କରିବାକୁ ଦେବେ ନାହିଁ।
ושמרתם את הדבר הזה לחק לך ולבניך עד עולם׃ 24
ପୁଣି, ତୁମ୍ଭେମାନେ ଓ ଯୁଗାନୁକ୍ରମେ ତୁମ୍ଭମାନଙ୍କ ସନ୍ତାନମାନେ ବିଧିମତେ ଏହି ରୀତି ପାଳନ କରିବ।
והיה כי תבאו אל הארץ אשר יתן יהוה לכם כאשר דבר ושמרתם את העבדה הזאת׃ 25
ଆଉ ସଦାପ୍ରଭୁ ଆପଣା ପ୍ରତିଜ୍ଞାନୁସାରେ; ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବେ, ସେଠାରେ ପ୍ରବେଶ କଲେ, ଏହି ସେବା ସାଧନ କରିବ।
והיה כי יאמרו אליכם בניכם מה העבדה הזאת לכם׃ 26
ପୁଣି, ତୁମ୍ଭମାନଙ୍କ ‘ଏହି ସେବାର ଅଭିପ୍ରାୟ କଅଣ?’
ואמרתם זבח פסח הוא ליהוה אשר פסח על בתי בני ישראל במצרים בנגפו את מצרים ואת בתינו הציל ויקד העם וישתחוו׃ 27
ଏହା ତୁମ୍ଭମାନଙ୍କ ସନ୍ତାନମାନେ ପଚାରିଲେ, ‘ତୁମ୍ଭେମାନେ କହିବ, ଏହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିସ୍ତାରପର୍ବୀୟ ବଳିଦାନ; କାରଣ ମିସରୀୟମାନଙ୍କୁ ଆଘାତ କରିବା ବେଳେ ସେ ମିସରରେ ପ୍ରବାସୀ ଇସ୍ରାଏଲୀୟ ସନ୍ତାନଗଣର ଗୃହସବୁ ଛାଡ଼ି ଆଗକୁ ଯାଇ ଆମ୍ଭମାନଙ୍କ ଗୃହ ରକ୍ଷା କରିଥିଲେ।’” ସେତେବେଳେ ଲୋକମାନେ ମସ୍ତକ ନତ କରି ପ୍ରଣାମ କଲେ।
וילכו ויעשו בני ישראל כאשר צוה יהוה את משה ואהרן כן עשו׃ 28
ତହୁଁ ଇସ୍ରାଏଲୀୟ ସନ୍ତାନମାନେ ଯାଇ ସେପରି କଲେ; ଆଉ ସେମାନେ ମୋଶା ଓ ହାରୋଣଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କଲେ।
ויהי בחצי הלילה ויהוה הכה כל בכור בארץ מצרים מבכר פרעה הישב על כסאו עד בכור השבי אשר בבית הבור וכל בכור בהמה׃ 29
ଏଥିଉତ୍ତାରେ ଅର୍ଦ୍ଧ ରାତ୍ର ସମୟରେ ସଦାପ୍ରଭୁ ସିଂହାସନୋପବିଷ୍ଟ ଫାରୋଙ୍କର ପ୍ରଥମଜାତ ସନ୍ତାନଠାରୁ କାରାକୂପସ୍ଥ ବନ୍ଦୀର ପ୍ରଥମଜାତ ସନ୍ତାନ ପର୍ଯ୍ୟନ୍ତ ମିସର ଦେଶସ୍ଥିତ ସମସ୍ତ ପ୍ରଥମଜାତ ସନ୍ତାନମାନଙ୍କୁ ଓ ପଶୁମାନଙ୍କ ପ୍ରଥମଜାତ ଶାବକଗଣକୁ ଆଘାତ କଲେ।
ויקם פרעה לילה הוא וכל עבדיו וכל מצרים ותהי צעקה גדלה במצרים כי אין בית אשר אין שם מת׃ 30
ତହିଁରେ ଫାରୋ ଓ ତାଙ୍କର ଦାସଗଣ ଓ ମିସରୀୟ ଲୋକ ସମସ୍ତେ ରାତ୍ରିରେ ଉଠିଲେ; ପୁଣି, ମିସର ଦେଶରେ ମହାରୋଦନ ହେଲା; କାରଣ ଏପରି ଗୃହ ନ ଥିଲା ଯେଉଁ ଗୃହରେ କେହି ମରି ନ ଥିଲେ।
ויקרא למשה ולאהרן לילה ויאמר קומו צאו מתוך עמי גם אתם גם בני ישראל ולכו עבדו את יהוה כדברכם׃ 31
ତହୁଁ ରାତ୍ରିକାଳରେ ଫାରୋ, ମୋଶା ଓ ହାରୋଣଙ୍କୁ ଡକାଇ କହିଲେ, “ତୁମ୍ଭେମାନେ ଓ ଇସ୍ରାଏଲ ବଂଶ ଉଠି ଆମ୍ଭ ଲୋକମାନଙ୍କ ମଧ୍ୟରୁ ବାହାର ହୁଅ, ତୁମ୍ଭମାନଙ୍କ ବାକ୍ୟାନୁସାରେ ସଦାପ୍ରଭୁଙ୍କର ସେବା କରିବା ପାଇଁ ଯାତ୍ରା କର।
גם צאנכם גם בקרכם קחו כאשר דברתם ולכו וברכתם גם אתי׃ 32
ତୁମ୍ଭମାନଙ୍କ ବାକ୍ୟାନୁସାରେ ଗୋମେଷାଦି ପଲ ସମସ୍ତଙ୍କୁ ନେଇ ଚାଲିଯାଅ ଓ ଆମ୍ଭକୁ ମଧ୍ୟ ଆଶୀର୍ବାଦ କର।”
ותחזק מצרים על העם למהר לשלחם מן הארץ כי אמרו כלנו מתים׃ 33
ସେତେବେଳେ ମିସରୀୟମାନେ ଲୋକମାନଙ୍କୁ ଶୀଘ୍ର ଦେଶରୁ ପଠାଇଦେବା ନିମନ୍ତେ ବ୍ୟଗ୍ର ହେଲେ; କାରଣ ସେମାନେ କହିଲେ, “ଆମ୍ଭେ ସମସ୍ତେ ମୃତକଳ୍ପ।”
וישא העם את בצקו טרם יחמץ משארתם צררת בשמלתם על שכמם׃ 34
ତହିଁରେ ଚକଟା ମଇଦା ତାଡ଼ି ମିଶ୍ରିତ ହେବା ପୂର୍ବେ, ଲୋକମାନେ ତାହା ନେଇ ମଇଦା ଦଳିବା ପାତ୍ରସବୁ ଆପଣା ଆପଣା ବସ୍ତ୍ରରେ ବାନ୍ଧି ସ୍କନ୍ଧରେ ଘେନିଲେ।
ובני ישראל עשו כדבר משה וישאלו ממצרים כלי כסף וכלי זהב ושמלת׃ 35
ପୁଣି, ଇସ୍ରାଏଲ-ସନ୍ତାନଗଣ ମୋଶାଙ୍କର ବାକ୍ୟାନୁସାରେ ମିସରୀୟମାନଙ୍କୁ ରୌପ୍ୟ-ଅଳଙ୍କାର, ସୁବର୍ଣ୍ଣ-ଅଳଙ୍କାର ଓ ବସ୍ତ୍ର ମାଗିଲେ।
ויהוה נתן את חן העם בעיני מצרים וישאלום וינצלו את מצרים׃ 36
ତହିଁରେ ସଦାପ୍ରଭୁ ମିସରୀୟମାନଙ୍କ ଦୃଷ୍ଟିରେ ଲୋକମାନଙ୍କୁ ଅନୁଗ୍ରହପାତ୍ର କରିବାରୁ ସେମାନେ ସେମାନଙ୍କୁ ଯାହା ମାଗିଲେ, ସେମାନେ ତାହା ଦେଲେ। ଏହି ପ୍ରକାରେ, ସେମାନେ ମିସରୀୟମାନଙ୍କ ଧନ ହରଣ କଲେ।
ויסעו בני ישראל מרעמסס סכתה כשש מאות אלף רגלי הגברים לבד מטף׃ 37
ଏଥିଉତ୍ତାରେ ଇସ୍ରାଏଲ ସନ୍ତାନମାନେ ବାଳକ ବ୍ୟତୀତ ପ୍ରାୟ ଛଅ ଲକ୍ଷ ପୁରୁଷ ପାଦଗତିରେ ରାମିଷେଷ୍‍ଠାରୁ ସୁକ୍କୋତକୁ ଯାତ୍ରା କଲେ।
וגם ערב רב עלה אתם וצאן ובקר מקנה כבד מאד׃ 38
ପୁଣି, ମିଶ୍ରିତ ଲୋକମାନଙ୍କର ଏକ ମହାଜନତା ଓ ଗୋମେଷାଦି ଅନେକ ଅନେକ ପଶୁ ସେମାନଙ୍କ ସହିତ ପ୍ରସ୍ଥାନ କଲେ।
ויאפו את הבצק אשר הוציאו ממצרים עגת מצות כי לא חמץ כי גרשו ממצרים ולא יכלו להתמהמה וגם צדה לא עשו להם׃ 39
ଏଥିଉତ୍ତାରେ ସେମାନେ ମିସରଠାରୁ ଆନୀତ ଚକଟା ମଇଦାରେ ତାଡ଼ିଶୂନ୍ୟ ରୁଟି ପ୍ରସ୍ତୁତ କଲେ; କାରଣ ତାହା ତାଡ଼ି ମିଶ୍ରିତ ହୋଇ ନ ଥିଲା; ଯେହେତୁ ସେମାନେ ମିସରରୁ ତାଡ଼ିତ ହୋଇଥିଲେ, ଏଥିପାଇଁ ବିଳମ୍ବ କରି ନ ପାରିବାରୁ ଆପଣା ଆପଣା ନିମନ୍ତେ କିଛି ଖାଦ୍ୟ ପ୍ରସ୍ତୁତ କରିପାରି ନ ଥିଲେ।
ומושב בני ישראל אשר ישבו במצרים שלשים שנה וארבע מאות שנה׃ 40
ଇସ୍ରାଏଲ ବଂଶ ଚାରି ଶହ ତିରିଶ ବର୍ଷ ପର୍ଯ୍ୟନ୍ତ ମିସର ଦେଶରେ ପ୍ରବାସ କରିଥିଲେ।
ויהי מקץ שלשים שנה וארבע מאות שנה ויהי בעצם היום הזה יצאו כל צבאות יהוה מארץ מצרים׃ 41
ସେହି ଚାରି ଶହ ତିରିଶ ବର୍ଷ ଶେଷରେ, ସେହି ଦିନରେ ସଦାପ୍ରଭୁଙ୍କ ସୈନ୍ୟସମୂହ ମିସରରୁ ବାହାର ହେଲେ।
ליל שמרים הוא ליהוה להוציאם מארץ מצרים הוא הלילה הזה ליהוה שמרים לכל בני ישראל לדרתם׃ 42
ମିସର ଦେଶରୁ ସେମାନେ ବାହାର ହେବା ସକାଶୁ ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅତ୍ୟନ୍ତ ପାଳନୀୟ ରାତ୍ରି; ତାହା ସଦାପ୍ରଭୁଙ୍କ ରାତ୍ରି ବୋଲି ଇସ୍ରାଏଲ ସନ୍ତାନମାନଙ୍କର ପୁରୁଷାନୁକ୍ରମେ ବିଶେଷ ପାଳନୀୟ ଅଟଇ।
ויאמר יהוה אל משה ואהרן זאת חקת הפסח כל בן נכר לא יאכל בו׃ 43
ଆଉ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ, “ନିସ୍ତାର ପର୍ବର ଏହି ବିଧି; କୌଣସି ବିଦେଶୀୟ ଲୋକ ତାହା ଭୋଜନ କରିବ ନାହିଁ।
וכל עבד איש מקנת כסף ומלתה אתו אז יאכל בו׃ 44
ମାତ୍ର ରୌପ୍ୟ ଦ୍ୱାରା କ୍ରୀତ ପ୍ରତ୍ୟେକ ଲୋକର ଦାସ ସୁନ୍ନତ ହେଲେ ଖାଇ ପାରିବ;
תושב ושכיר לא יאכל בו׃ 45
କୌଣସି ପ୍ରବାସୀ ବା ବେତନଜୀବୀ ଦାସ ତାହା ଖାଇ ପାରିବ ନାହିଁ।
בבית אחד יאכל לא תוציא מן הבית מן הבשר חוצה ועצם לא תשברו בו׃ 46
ଏକ ଗୃହ ମଧ୍ୟରେ ତାହା ଭୋଜନ କରାଯିବ; ତୁମ୍ଭେ ସେହି ମାଂସର କିଛିମାତ୍ର ଗୃହ ବାହାରକୁ ନେଇଯିବ ନାହିଁ; କିଅବା ତାହାର ଗୋଟିଏ ଅସ୍ଥି ହିଁ ଭାଙ୍ଗିବ ନାହିଁ।
כל עדת ישראל יעשו אתו׃ 47
ଇସ୍ରାଏଲର ସମଗ୍ର ମଣ୍ଡଳୀ ତାହା ପାଳନ କରିବେ।
וכי יגור אתך גר ועשה פסח ליהוה המול לו כל זכר ואז יקרב לעשתו והיה כאזרח הארץ וכל ערל לא יאכל בו׃ 48
ପୁଣି, ତୁମ୍ଭ ସଙ୍ଗରେ ପ୍ରବାସୀ କୌଣସି ବିଦେଶୀ ଲୋକ ଯଦି ସଦାପ୍ରଭୁଙ୍କର ନିସ୍ତାର ପର୍ବ ପାଳନ କରିବାକୁ ଚାହେଁ, ତେବେ ତାହାର ପରିବାରର ସମସ୍ତ ପୁରୁଷ ସୁନ୍ନତ ହେଉନ୍ତୁ, ତହିଁ ଉତ୍ତାରେ ସେ ନିକଟକୁ ଆସି ପର୍ବ ପାଳନ କରୁ; ତହିଁରେ ସେ ଦେଶଜାତ ଲୋକ ତୁଲ୍ୟ ହେବ; ମାତ୍ର କୌଣସି ଅସୁନ୍ନତ ଲୋକ ତାହା ଭୋଜନ କରିବ ନାହିଁ।
תורה אחת יהיה לאזרח ולגר הגר בתוככם׃ 49
ଆଉ ଦେଶଜାତ ଲୋକ ଓ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀୟ ଲୋକ ପ୍ରତି ଗୋଟିଏ ବିଧି ହେବ।”
ויעשו כל בני ישראל כאשר צוה יהוה את משה ואת אהרן כן עשו׃ 50
ତହିଁରେ ଇସ୍ରାଏଲର ସମସ୍ତ ସନ୍ତାନ ଏହି ପ୍ରକାର କଲେ; ମୋଶା ଓ ହାରୋଣଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞା ଯେପରି ଥିଲା, ସେହିପରି ସେମାନେ କଲେ।
ויהי בעצם היום הזה הוציא יהוה את בני ישראל מארץ מצרים על צבאתם׃ 51
ଏହି ପ୍ରକାରେ ସଦାପ୍ରଭୁ ସେହି ଦିନ ସୈନ୍ୟଶ୍ରେଣୀବଦ୍ଧ ଇସ୍ରାଏଲ-ସନ୍ତାନଗଣକୁ ମିସର ଦେଶରୁ ବାହାର କରି ଆଣିଲେ।

< שמות 12 >