< ירמיה 51 >

כה אמר יהוה הנני מעיר על בבל ואל ישבי לב קמי רוח משחית׃ 1
ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ବାବିଲ ବିରୁଦ୍ଧରେ ଓ ଲେବ-କାମାଇ ନିବାସୀମାନଙ୍କ ବିରୁଦ୍ଧରେ ଏକ ବିନାଶକ ବାୟୁ ଉତ୍ପନ୍ନ କରିବା।
ושלחתי לבבל זרים וזרוה ויבקקו את ארצה כי היו עליה מסביב ביום רעה׃ 2
ପୁଣି, ଆମ୍ଭେ ବିଦେଶୀମାନଙ୍କୁ ବାବିଲକୁ ପ୍ରେରଣ କରିବା, ସେମାନେ ତାହାକୁ ଝାଡ଼ି ତାହାର ଦେଶ ଶୂନ୍ୟ କରିବେ; କାରଣ ବିପଦ ଦିନରେ ସେମାନେ ଚତୁର୍ଦ୍ଦିଗରେ ତାହାର ବିପକ୍ଷ ହେବେ।
אל ידרך ידרך הדרך קשתו ואל יתעל בסרינו ואל תחמלו אל בחריה החרימו כל צבאה׃ 3
ଧନୁର୍ଦ୍ଧାରୀ ଆପଣା ଧନୁରେ ଗୁଣ ନ ଦେଉ ଓ ସେ ଆପଣା ସାଞ୍ଜୁଆ ପିନ୍ଧି ଉତ୍ଥିତ ନ ହେଉ; ତୁମ୍ଭେମାନେ ତାହାର ଯୁବକଗଣକୁ ଦୟା କର ନାହିଁ; ତାହାର ସୈନ୍ୟସକଳକୁ ସମ୍ପୂର୍ଣ୍ଣ ରୂପେ ବିନାଶ କର।
ונפלו חללים בארץ כשדים ומדקרים בחוצותיה׃ 4
ତହିଁରେ ସେମାନେ କଲ୍‍ଦୀୟ ଦେଶରେ ହତ ଓ ରାଜଦାଣ୍ଡରେ ବିଦ୍ଧ ହୋଇ ପଡ଼ିବେ।
כי לא אלמן ישראל ויהודה מאלהיו מיהוה צבאות כי ארצם מלאה אשם מקדוש ישראל׃ 5
କାରଣ ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧ ଦୋଷରେ ସେମାନଙ୍କ ଦେଶ ପରିପୂର୍ଣ୍ଣ ହେଲେ ମଧ୍ୟ ଇସ୍ରାଏଲ କିଅବା ଯିହୁଦା ଆପଣା ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁଙ୍କ ଦ୍ୱାରା ପରିତ୍ୟକ୍ତ ହୋଇ ନାହାନ୍ତି।
נסו מתוך בבל ומלטו איש נפשו אל תדמו בעונה כי עת נקמה היא ליהוה גמול הוא משלם לה׃ 6
ତୁମ୍ଭେମାନେ ବାବିଲ ମଧ୍ୟରୁ ପଳାଅ ଓ ପ୍ରତ୍ୟେକ ଜଣ ଆପଣା ଆପଣା ପ୍ରାଣ ରକ୍ଷା କର; ତାହାର ଅଧର୍ମରେ ଉଚ୍ଛିନ୍ନ ହୁଅ ନାହିଁ; କାରଣ ସଦାପ୍ରଭୁଙ୍କର ପ୍ରତିଶୋଧ ନେବାର ସମୟ ଏହି; ସେ ତାହାକୁ ପ୍ରତିଫଳ ଦେବେ।
כוס זהב בבל ביד יהוה משכרת כל הארץ מיינה שתו גוים על כן יתהללו גוים׃ 7
ବାବିଲ ସଦାପ୍ରଭୁଙ୍କ ହସ୍ତରେ ଏକ ସୁବର୍ଣ୍ଣ ପାତ୍ର ସ୍ୱରୂପ ହୋଇଅଛି, ତାହା ସମୁଦାୟ ପୃଥିବୀକୁ ମତ୍ତ କରିଅଛି; ଗୋଷ୍ଠୀୟମାନେ ତାହାର ଦ୍ରାକ୍ଷାରସ ପାନ କରିଅଛନ୍ତି; ଏହେତୁ ଗୋଷ୍ଠୀୟମାନେ ପାଗଳ ହୋଇଅଛନ୍ତି।
פתאם נפלה בבל ותשבר הילילו עליה קחו צרי למכאובה אולי תרפא׃ 8
ବାବିଲ ଅକସ୍ମାତ୍‍ ପତିତ ଓ ବିନଷ୍ଟ ହୋଇଅଛି; ତାହା ପାଇଁ ହାହାକାର କର; ତାହାର ବେଦନାର ପାଇଁ ଔଷଧ ନିଅ, କେଜାଣି ସେ ସୁସ୍ଥ ହୋଇ ପାରିବ।
רפאנו את בבל ולא נרפתה עזבוה ונלך איש לארצו כי נגע אל השמים משפטה ונשא עד שחקים׃ 9
ଆମ୍ଭେମାନେ ବାବିଲକୁ ସୁସ୍ଥ କରିବାକୁ ଇଚ୍ଛା କରୁ, ମାତ୍ର ସେ ସୁସ୍ଥ ହେଲା ନାହିଁ; ଆସ, ଆମ୍ଭେମାନେ ତାହାକୁ ପରିତ୍ୟାଗ କରି ପ୍ରତ୍ୟେକେ ଆପଣା ଆପଣା ଦେଶକୁ ଯାଉ; କାରଣ ତାହାର ଦଣ୍ଡ ଗଗନସ୍ପର୍ଶୀ ଓ ଆକାଶ ପର୍ଯ୍ୟନ୍ତ ଉଚ୍ଚୀକୃତ ଅଛି।
הוציא יהוה את צדקתינו באו ונספרה בציון את מעשה יהוה אלהינו׃ 10
ସଦାପ୍ରଭୁ ଆମ୍ଭମାନଙ୍କର ଧାର୍ମିକତା ପ୍ରକାଶ କରିଅଛନ୍ତି; ଆସ, ଆମ୍ଭେମାନେ ସିୟୋନରେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କର କ୍ରିୟା ପ୍ରକାଶ କରୁ।
הברו החצים מלאו השלטים העיר יהוה את רוח מלכי מדי כי על בבל מזמתו להשחיתה כי נקמת יהוה היא נקמת היכלו׃ 11
ତୁମ୍ଭେମାନେ ତୀର ତୀକ୍ଷ୍ଣ କର; ଦୃଢ଼ କରି ଢାଲ ଧର; ସଦାପ୍ରଭୁ ମାଦୀୟ ରାଜାଗଣର ମନ ଉତ୍ତେଜିତ କରିଅଛନ୍ତି; କାରଣ ବାବିଲକୁ ନଷ୍ଟ କରିବା ପାଇଁ ତାହା ବିରୁଦ୍ଧରେ ତାହାଙ୍କର ସଂକଳ୍ପ ଅଛି; ଯେହେତୁ ଏହା ସଦାପ୍ରଭୁଙ୍କର ଦାତବ୍ୟ ପ୍ରତିଶୋଧ, ତାହାଙ୍କର ମନ୍ଦିର ନିମିତ୍ତକ ପ୍ରତିଶୋଧ ଅଟେ।
אל חומת בבל שאו נס החזיקו המשמר הקימו שמרים הכינו הארבים כי גם זמם יהוה גם עשה את אשר דבר אל ישבי בבל׃ 12
ବାବିଲର ପ୍ରାଚୀର ବିରୁଦ୍ଧରେ ଧ୍ୱଜା ସ୍ଥାପନ କର, ରକ୍ଷକଦଳ ଦୃଢ଼ କର, ପ୍ରହରୀଗଣ ନିଯୁକ୍ତ କର, ଗୋପନ ସ୍ଥାନରେ ସୈନ୍ୟ ରଖ: କାରଣ ସଦାପ୍ରଭୁ ବାବିଲର ନିବାସୀମାନଙ୍କ ବିଷୟରେ ଯାହା କହିଲେ, ତାହା ସଂକଳ୍ପ କରି ସିଦ୍ଧ କରିଅଛନ୍ତି।
שכנתי על מים רבים רבת אוצרת בא קצך אמת בצעך׃ 13
ହେ ଜଳରାଶିର ଉପରେ ବାସକାରିଣୀ ଓ ଧନ ସମ୍ପତ୍ତିରେ ଐଶ୍ୱର୍ଯ୍ୟଶାଳିନୀ, ତୁମ୍ଭର ଅନ୍ତିମକାଳ, ତୁମ୍ଭର ଅନ୍ୟାୟ ଲାଭର ସୀମା ଉପସ୍ଥିତ।
נשבע יהוה צבאות בנפשו כי אם מלאתיך אדם כילק וענו עליך הידד׃ 14
ସୈନ୍ୟାଧିପତି ସଦାପ୍ରଭୁ ଆପଣା ନାମରେ ଏହି ଶପଥ କରିଅଛନ୍ତି, ନିଶ୍ଚୟ ଆମ୍ଭେ ତୁମ୍ଭକୁ ପତଙ୍ଗ ପରି ଜନତାରେ ପୂର୍ଣ୍ଣ କରିବା; ଆଉ, ସେମାନେ ତୁମ୍ଭ ବିରୁଦ୍ଧରେ ସିଂହନାଦ ଉଠାଇବେ।
עשה ארץ בכחו מכין תבל בחכמתו ובתבונתו נטה שמים׃ 15
ସେ ଆପଣା ପରାକ୍ରମରେ ପୃଥିବୀ ନିର୍ମାଣ କରିଅଛନ୍ତି, ସେ ଆପଣା ଜ୍ଞାନରେ ଜଗତ ସ୍ଥାପନ କରିଅଛନ୍ତି ଓ ଆପଣା ବୁଦ୍ଧିରେ ସେ ଗଗନମଣ୍ଡଳ ବିସ୍ତାର କରିଅଛନ୍ତି।
לקול תתו המון מים בשמים ויעל נשאים מקצה ארץ ברקים למטר עשה ויוצא רוח מאצרתיו׃ 16
ଯେତେବେଳେ ସେ ଆପଣା ରବ ଉଚ୍ଚାରଣ କରନ୍ତି, ସେତେବେଳେ ଆକାଶରେ ଜଳରାଶିର ଶବ୍ଦ ହୁଅଇ ଓ ପୃଥିବୀର ପ୍ରାନ୍ତରୁ ସେ ବାଷ୍ପ ଉତ୍ଥାପନ କରାନ୍ତି; ସେ ବୃଷ୍ଟି ନିମନ୍ତେ ବିଦ୍ୟୁତ୍ ସୃଷ୍ଟି କରନ୍ତି ଓ ଆପଣା ଭଣ୍ଡାରସମୂହରୁ ବାୟୁ ବାହାର କରି ଆଣନ୍ତି।
נבער כל אדם מדעת הביש כל צרף מפסל כי שקר נסכו ולא רוח בם׃ 17
ପ୍ରତ୍ୟେକ ମନୁଷ୍ୟ ପଶୁବତ୍‍ ହୋଇଅଛି ଓ ଜ୍ଞାନବିହୀନ ଅଟେ; ପ୍ରତ୍ୟେକ ସ୍ୱର୍ଣ୍ଣକାର ଆପଣା ଖୋଦିତ ପ୍ରତିମା ଦ୍ୱାରା ଲଜ୍ଜିତ ହୋଇଅଛି; କାରଣ ତାହାର ଛାଞ୍ଚରେ ଢଳା ପ୍ରତିମା ମିଥ୍ୟା ଓ ସେମାନଙ୍କଠାରେ ଶ୍ୱାସବାୟୁ ନାହିଁ।
הבל המה מעשה תעתעים בעת פקדתם יאבדו׃ 18
ସେସବୁ ଅସାର ଓ ମାୟାର କର୍ମ; ପୁଣି, ପ୍ରତିଫଳ ପାଇବା ସମୟରେ ସେମାନେ ବିନଷ୍ଟ ହେବେ।
לא כאלה חלק יעקוב כי יוצר הכל הוא ושבט נחלתו יהוה צבאות שמו׃ 19
ଯେ ଯାକୁବର ବାଣ୍ଟ ସ୍ୱରୂପ, ସେ ଏସବୁର ପରି ନୁହନ୍ତି। କାରଣ ସେ ସକଳ ବସ୍ତୁର ଗଠନକାରୀ; ପୁଣି, ଇସ୍ରାଏଲ ତାହାଙ୍କର ଅଧିକାର ସ୍ୱରୂପ ବଂଶ; ତାହାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ।
מפץ אתה לי כלי מלחמה ונפצתי בך גוים והשחתי בך ממלכות׃ 20
ତୁମ୍ଭେ ଆମ୍ଭର ଗଦା ଓ ଯୁଦ୍ଧର ଅସ୍ତ୍ର ସ୍ୱରୂପ; ପୁଣି, ଆମ୍ଭେ ତୁମ୍ଭ ଦ୍ୱାରା ନାନା ଗୋଷ୍ଠୀଙ୍କୁ ଚୂର୍ଣ୍ଣ କରିବା ଓ ତୁମ୍ଭ ଦ୍ୱାରା ନାନା ରାଜ୍ୟକୁ ସଂହାର କରିବା;
ונפצתי בך סוס ורכבו ונפצתי בך רכב ורכבו׃ 21
ପୁଣି, ତୁମ୍ଭ ଦ୍ୱାରା ଆମ୍ଭେ ଅଶ୍ୱ ଓ ତଦାରୋହୀକୁ ଚୂର୍ଣ୍ଣ କରିବା, ଆଉ ରଥ ଓ ତଦାରୋହୀକୁ ଚୂର୍ଣ୍ଣ କରିବା;
ונפצתי בך איש ואשה ונפצתי בך זקן ונער ונפצתי בך בחור ובתולה׃ 22
ପୁଣି, ତୁମ୍ଭ ଦ୍ୱାରା ଆମ୍ଭେ ପୁରୁଷ ଓ ସ୍ତ୍ରୀକୁ ଚୂର୍ଣ୍ଣ କରିବା ଓ ତୁମ୍ଭ ଦ୍ୱାରା ଆମ୍ଭେ ବୃଦ୍ଧ ଓ ବାଳକକୁ ଚୂର୍ଣ୍ଣ କରିବା ଓ ତୁମ୍ଭ ଦ୍ୱାରା ଆମ୍ଭେ ଯୁବକ ଓ ଯୁବତୀକି ଚୂର୍ଣ୍ଣ କରିବା;
ונפצתי בך רעה ועדרו ונפצתי בך אכר וצמדו ונפצתי בך פחות וסגנים׃ 23
ପୁଣି, ତୁମ୍ଭ ଦ୍ୱାରା ଆମ୍ଭେ ପାଳକ ଓ ତାହାର ପଲକୁ ଚୂର୍ଣ୍ଣ କରିବା ଓ ତୁମ୍ଭ ଦ୍ୱାରା ଆମ୍ଭେ କୃଷକକୁ ଓ ତାହାର ହଳ ବଳଦକୁ ଚୂର୍ଣ୍ଣ କରିବା; ଆଉ, ତୁମ୍ଭ ଦ୍ୱାରା ଆମ୍ଭେ ଦେଶାଧ୍ୟକ୍ଷ ଓ ଅଧିପତିଗଣକୁ ଚୂର୍ଣ୍ଣ କରିବା।
ושלמתי לבבל ולכל יושבי כשדים את כל רעתם אשר עשו בציון לעיניכם נאם יהוה׃ 24
ପୁଣି, ଆମ୍ଭେ ବାବିଲକୁ ଓ କଲ୍‍ଦୀୟ ନିବାସୀସକଳକୁ, ସିୟୋନରେ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ ସେମାନଙ୍କ କୃତ ସକଳ ଦୁଷ୍କର୍ମର ପ୍ରତିଫଳ ଦେବା, ଏହା ସଦାପ୍ରଭୁ କହନ୍ତି।
הנני אליך הר המשחית נאם יהוה המשחית את כל הארץ ונטיתי את ידי עליך וגלגלתיך מן הסלעים ונתתיך להר שרפה׃ 25
ହେ ବିନାଶକ ପର୍ବତ, ତୁମ୍ଭେ ସମୁଦାୟ ପୃଥିବୀକୁ ବିନାଶ କରୁଅଛ, ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ବିପକ୍ଷ ଅଟୁ; ଆଉ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା ଓ ଶୈଳରୁ ତୁମ୍ଭକୁ ଗଡ଼ାଇ ପକାଇ ଏକ ଦଗ୍ଧ ପର୍ବତ କରିବା।
ולא יקחו ממך אבן לפנה ואבן למוסדות כי שממות עולם תהיה נאם יהוה׃ 26
ଆଉ, ଲୋକମାନେ କୋଣ କିଅବା ଭିତ୍ତିମୂଳ ନିମନ୍ତେ ତୁମ୍ଭଠାରୁ ପ୍ରସ୍ତର ନେବେ ନାହିଁ; ମାତ୍ର ସଦାପ୍ରଭୁ କହନ୍ତି, ତୁମ୍ଭେ ଚିରକାଳ ଧ୍ୱଂସସ୍ଥାନ ହୋଇ ରହିବ।
שאו נס בארץ תקעו שופר בגוים קדשו עליה גוים השמיעו עליה ממלכות אררט מני ואשכנז פקדו עליה טפסר העלו סוס כילק סמר׃ 27
ତୁମ୍ଭେମାନେ ଦେଶରେ ଧ୍ୱଜା ସ୍ଥାପନ କର, ଗୋଷ୍ଠୀୟମାନଙ୍କ ମଧ୍ୟରେ ତୂରୀ ବଜାଅ, ଗୋଷ୍ଠୀୟମାନଙ୍କୁ ତାହା ବିରୁଦ୍ଧରେ ପ୍ରସ୍ତୁତ କର, ଆରାରାଟ୍‍, ମିନ୍ନି ଓ ଅସ୍କିନସ୍‍, ଏହିସବୁ ରାଜ୍ୟକୁ ତାହାର ବିରୁଦ୍ଧରେ ଏକତ୍ର ଡାକ, ତାହାର ବିରୁଦ୍ଧରେ ସେନାପତି ବର୍ଗଙ୍କୁ ନିଯୁକ୍ତ କର ଓ କର୍କଶ ପତଙ୍ଗ ପରି ଅଶ୍ୱଗଣକୁ ପଠାଅ।
קדשו עליה גוים את מלכי מדי את פחותיה ואת כל סגניה ואת כל ארץ ממשלתו׃ 28
ତାହାର ବିରୁଦ୍ଧରେ ଗୋଷ୍ଠୀୟମାନଙ୍କୁ, ମାଦୀୟ ରାଜାଗଣଙ୍କୁ, ସେମାନଙ୍କର ଦେଶାଧ୍ୟକ୍ଷ ଓ ତହିଁର ଅଧିପତିଗଣକୁ ଓ ତାହାର କର୍ତ୍ତୃତ୍ୱାଧୀନ ସମୁଦାୟ ଦେଶକୁ ପ୍ରସ୍ତୁତ କର।
ותרעש הארץ ותחל כי קמה על בבל מחשבות יהוה לשום את ארץ בבל לשמה מאין יושב׃ 29
ପୁଣି, ଦେଶ କମ୍ପିତ ଓ ବେଦନାଗ୍ରସ୍ତ ହେଉଅଛି, କାରଣ ବାବିଲ ଦେଶକୁ ଧ୍ୱଂସିତ ଓ ନିବାସୀଶୂନ୍ୟ କରିବା ପାଇଁ ବାବିଲ ବିରୁଦ୍ଧରେ ସଦାପ୍ରଭୁଙ୍କର ସଂକଳ୍ପ ସଫଳ ହେଉଅଛି।
חדלו גבורי בבל להלחם ישבו במצדות נשתה גבורתם היו לנשים הציתו משכנתיה נשברו בריחיה׃ 30
ବାବିଲର ବୀରଗଣ ଯୁଦ୍ଧରୁ କ୍ଷାନ୍ତ ହୋଇଅଛନ୍ତି, ସେମାନେ ଆପଣାମାନଙ୍କର ଗଡ଼ ମଧ୍ୟରେ ରହୁଛନ୍ତି; ସେମାନଙ୍କର ବଳ ଊଣା ହୋଇଅଛି; ସେମାନେ ସ୍ତ୍ରୀମାନଙ୍କ ସମାନ ହୋଇଅଛନ୍ତି, ତାହାର ବାସସ୍ଥାନସବୁ ଦଗ୍ଧ, ତାହାର ହୁଡ଼କାସବୁ ଭଗ୍ନ ହୋଇଅଛି।
רץ לקראת רץ ירוץ ומגיד לקראת מגיד להגיד למלך בבל כי נלכדה עירו מקצה׃ 31
ବାବିଲ ରାଜାର ନଗର ଚତୁର୍ଦ୍ଦିଗରେ ହସ୍ତଗତ ହୋଇଅଛି, ଏହି ସମ୍ବାଦ ତାହାକୁ ଦେବା ନିମନ୍ତେ ଏକ ଧାଉଡ଼ିଆ ଅନ୍ୟ ଧାଉଡ଼ିଆର ଓ ଏକ ଦୂତ ଅନ୍ୟ ଦୂତ ସହିତ ଭେଟିବାକୁ ଦୌଡ଼ିବେ,
והמעברות נתפשו ואת האגמים שרפו באש ואנשי המלחמה נבהלו׃ 32
ପୁଣି, ପାରଘାଟସବୁ ହସ୍ତଗତ ହୋଇଅଛି, ନଳବଣସବୁ ଅଗ୍ନିରେ ଦଗ୍ଧ ଓ ଯୋଦ୍ଧାମାନେ ଭୟଗ୍ରସ୍ତ ହୋଇଅଛନ୍ତି।
כי כה אמר יהוה צבאות אלהי ישראל בת בבל כגרן עת הדריכה עוד מעט ובאה עת הקציר לה׃ 33
କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ବାବିଲର କନ୍ୟା ଶସ୍ୟମର୍ଦ୍ଦନ ସମୟର ଖଳା ସ୍ୱରୂପ; ଆଉ, ଅଳ୍ପ କାଳ ମଧ୍ୟରେ ତାହା ପାଇଁ ଶସ୍ୟଚ୍ଛେଦନର ସମୟ ଉପସ୍ଥିତ ହେବ।”
אכלנו הממנו נבוכדראצר מלך בבל הציגנו כלי ריק בלענו כתנין מלא כרשו מעדני הדיחנו׃ 34
“ବାବିଲର ରାଜା ନବୂଖଦ୍‍ନିତ୍ସର ମୋତେ ଗ୍ରାସ କରିଅଛି, ସେ ମୋତେ ଚୂର୍ଣ୍ଣ କରିଅଛି, ସେ ମୋତେ ଶୂନ୍ୟପାତ୍ର ସ୍ୱରୂପ କରିଅଛି, ସେ ନାଗସର୍ପ ପରି ମୋତେ ଗ୍ରାସ କରିଅଛି, ମୋହର ସୁଖାଦ୍ୟ ଦ୍ରବ୍ୟରେ ସେ ଉଦର ପୂର୍ଣ୍ଣ କରିଅଛି, ସେ ମୋତେ ଦୂର କରିଦେଇଅଛି।”
חמסי ושארי על בבל תאמר ישבת ציון ודמי אל ישבי כשדים תאמר ירושלם׃ 35
ସିୟୋନ ନିବାସିନୀ କହିବ, “ମୋʼ ପ୍ରତି ଓ ମୋʼ ମାଂସ ପ୍ରତି କୃତ ଦୌରାତ୍ମ୍ୟ ବାବିଲ ଉପରେ ବର୍ତ୍ତୁ” ଓ ଯିରୂଶାଲମ କହିବ, “ମୋʼ ରକ୍ତର ଦାୟ କଲ୍‍ଦୀୟ ନିବାସୀମାନଙ୍କ ଉପରେ ବର୍ତ୍ତୁ।”
לכן כה אמר יהוה הנני רב את ריבך ונקמתי את נקמתך והחרבתי את ימה והבשתי את מקורה׃ 36
ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ତୁମ୍ଭର ବିବାଦ ନିଷ୍ପନ୍ନ କରିବା ଓ ତୁମ୍ଭ ନିମନ୍ତେ ପ୍ରତିଶୋଧ ନେବା। ପୁଣି, ଆମ୍ଭେ ତାହାର ସମୁଦ୍ରକୁ ଜଳଶୂନ୍ୟ ଓ ତାହାର ନିର୍ଝରକୁ ଶୁଷ୍କ କରିବା।
והיתה בבל לגלים מעון תנים שמה ושרקה מאין יושב׃ 37
ପୁଣି, ବାବିଲ ଢିପିମୟ ଶୃଗାଳମାନର ବାସସ୍ଥାନ, ବିସ୍ମୟାସ୍ପଦ, ଶୀସ୍‍ ଶବ୍ଦର ବିଷୟ ଓ ନିବାସୀବିହୀନ ହେବ।
יחדו ככפרים ישאגו נערו כגורי אריות׃ 38
ସେମାନେ ଏକତ୍ର ଯୁବା ସିଂହ ପରି ଗର୍ଜ୍ଜନ କରିବେ; ସେମାନେ ସିଂହଛୁଆ ପରି ଘୋରନାଦ କରିବେ।
בחמם אשית את משתיהם והשכרתים למען יעלזו וישנו שנת עולם ולא יקיצו נאם יהוה׃ 39
ସଦାପ୍ରଭୁ କହନ୍ତି, ସେମାନେ ଉତ୍ତପ୍ତ ହେଲା ଉତ୍ତାରେ ଆମ୍ଭେ ସେମାନଙ୍କର ଭୋଜ ପ୍ରସ୍ତୁତ କରିବା, ପୁଣି ସେମାନେ ଯେପରି ଆହ୍ଲାଦିତ ହେବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ମତ୍ତ କରିବା, ତହିଁରେ ସେମାନେ ଚିର ନିଦ୍ରାରେ ନିଦ୍ରିତ ହୋଇ ଆଉ ଜାଗରିତ ହେବେ ନାହିଁ।
אורידם ככרים לטבוח כאילים עם עתודים׃ 40
ଆମ୍ଭେ ସେମାନଙ୍କୁ ମେଷଗଣର ତୁଲ୍ୟ, ଛାଗମାନଙ୍କ ସହିତ ମେଷଗଣର ତୁଲ୍ୟ ବଧ ସ୍ଥାନକୁ ଆଣିବା।
איך נלכדה ששך ותתפש תהלת כל הארץ איך היתה לשמה בבל בגוים׃ 41
ଶେଶକ୍‍ କିପରି ପରହସ୍ତଗତ ହୋଇଅଛି! ଓ ସମୁଦାୟ ପୃଥିବୀର ପ୍ରଶଂସାପାତ୍ର କିପରି ହଠାତ୍‍ ଧରା ପଡ଼ିଅଛି! ଗୋଷ୍ଠୀସମୂହର ମଧ୍ୟରେ ବାବିଲ କିପରି ଧ୍ୱଂସସ୍ଥାନ ହୋଇଅଛି!
עלה על בבל הים בהמון גליו נכסתה׃ 42
ବାବିଲ ଉପରେ ସମୁଦ୍ର ମାଡ଼ି ଆସିଅଛି; ସେ ତହିଁର ଲହରୀମାଳାରେ ଆଚ୍ଛାଦିତ ହୋଇଅଛି।
היו עריה לשמה ארץ ציה וערבה ארץ לא ישב בהן כל איש ולא יעבר בהן בן אדם׃ 43
ତାହାର ନଗରସକଳ ଧ୍ୱଂସସ୍ଥାନ ଓ ଶୁଷ୍କ ଭୂମି ଓ ପ୍ରାନ୍ତର ହୋଇଅଛି, ସେ ଦେଶ ମଧ୍ୟରେ କୌଣସି ମନୁଷ୍ୟ ବାସ କରେ ନାହିଁ, କିଅବା ତହିଁ ମଧ୍ୟଦେଇ କୌଣସି ମନୁଷ୍ୟ-ସନ୍ତାନ ଗମନାଗମନ କରେ ନାହିଁ।
ופקדתי על בל בבבל והצאתי את בלעו מפיו ולא ינהרו אליו עוד גוים גם חומת בבל נפלה׃ 44
ପୁଣି, ଆମ୍ଭେ ବାବିଲରେ ବେଲ୍ ଦେବତାକୁ ପ୍ରତିଫଳ ଦେବା ଓ ଯାହା ସେ ଗିଳିଅଛି, ଆମ୍ଭେ ତାହାର ମୁଖରୁ ତାହା ବାହାର କରିବା ଓ ଗୋଷ୍ଠୀୟମାନେ ଆଉ ତାହା ନିକଟକୁ ଧାବମାନ ହେବେ ନାହିଁ; ଆହୁରି ବାବିଲର ପ୍ରାଚୀର ପଡ଼ିଯିବ।
צאו מתוכה עמי ומלטו איש את נפשו מחרון אף יהוה׃ 45
ହେ ଆମ୍ଭର ଲୋକେ, ତୁମ୍ଭେମାନେ ତାହାର ମଧ୍ୟରୁ ବାହାରି ଯାଅ ଓ ପ୍ରତ୍ୟେକ ଲୋକ ସଦାପ୍ରଭୁଙ୍କ ପ୍ରଚଣ୍ଡ କ୍ରୋଧରୁ ଆପଣା ଆପଣାକୁ ରକ୍ଷା କରୁ।
ופן ירך לבבכם ותיראו בשמועה הנשמעת בארץ ובא בשנה השמועה ואחריו בשנה השמועה וחמס בארץ ומשל על משל׃ 46
ପୁଣି, ତୁମ୍ଭେମାନେ ଆପଣା ହୃଦୟକୁ କ୍ଷୀଣ ହେବାକୁ ଦିଅ ନାହିଁ, କିଅବା ଦେଶ ମଧ୍ୟରେ ଯେଉଁ ଜନରବ ଶୁଣାଯିବ, ତହିଁ ସକାଶୁ ଭୀତ ହୁଅ ନାହିଁ; କାରଣ ଏକ ବର୍ଷ ଏକ ଜନରବ ଉଠିବ, ଅନ୍ୟ ବର୍ଷ ଅନ୍ୟ ଏକ ଜନରବ ଉଠିବ, ପୁଣି ଦେଶରେ ଦୌରାତ୍ମ୍ୟ ଓ ଶାସନକର୍ତ୍ତା ଶାସନକର୍ତ୍ତାର ବିପକ୍ଷ ହେବ।
לכן הנה ימים באים ופקדתי על פסילי בבל וכל ארצה תבוש וכל חלליה יפלו בתוכה׃ 47
ଏହେତୁ ଦେଖ, ଯେଉଁ ସମୟରେ ଆମ୍ଭେ ବାବିଲର ଖୋଦିତ ପ୍ରତିମାଗଣକୁ ପ୍ରତିଫଳ ଦେବା ଓ ତାହାର ସମୁଦାୟ ଦେଶ ଲଜ୍ଜିତ ହେବ, ଆଉ ତାହାର ହତ ଲୋକମାନେ ତାହା ମଧ୍ୟରେ ପଡ଼ିବେ, ଏପରି ସମୟ ଆସୁଅଛି।
ורננו על בבל שמים וארץ וכל אשר בהם כי מצפון יבוא לה השודדים נאם יהוה׃ 48
ସେସମୟରେ ସ୍ୱର୍ଗ ଓ ପୃଥିବୀ ଓ ତନ୍ମଧ୍ୟସ୍ଥିତସକଳ ବାବିଲ ବିଷୟରେ ଆନନ୍ଦଗାନ କରିବେ; କାରଣ ସଦାପ୍ରଭୁ କହନ୍ତି, ଉତ୍ତର ଦିଗରୁ ବିନାଶକଗଣ ତାହା ବିରୁଦ୍ଧରେ ଆସିବେ।
גם בבל לנפל חללי ישראל גם לבבל נפלו חללי כל הארץ׃ 49
ବାବିଲ ଯେପରି ଇସ୍ରାଏଲର ହତ ଲୋକମାନଙ୍କୁ ନିପାତିତ କରାଇଅଛି, ସେପରି ସମୁଦାୟ ଦେଶର ହତ ଲୋକମାନେ ବାବିଲରେ ପତିତ ହେବେ।
פלטים מחרב הלכו אל תעמדו זכרו מרחוק את יהוה וירושלם תעלה על לבבכם׃ 50
ହେ ଖଡ୍ଗରୁ ରକ୍ଷାପ୍ରାପ୍ତ ଲୋକମାନେ, ତୁମ୍ଭେମାନେ ଚାଲିଯାଅ, ସ୍ଥିର ହୋଇ ଠିଆ ହୁଅ ନାହିଁ! ଦୂର ଦେଶରୁ ସଦାପ୍ରଭୁଙ୍କୁ ସ୍ମରଣ କର ଓ ଯିରୂଶାଲମ ତୁମ୍ଭମାନଙ୍କ ମନରେ ପଡ଼ୁ।
בשנו כי שמענו חרפה כסתה כלמה פנינו כי באו זרים על מקדשי בית יהוה׃ 51
‘ଆମ୍ଭେମାନେ ନିନ୍ଦା କଥା ଶୁଣିବାରୁ ଲଜ୍ଜିତ ହୋଇଅଛୁ; ଅପମାନ ଆମ୍ଭମାନଙ୍କ ମୁଖକୁ ଆଚ୍ଛାଦିତ କରିଅଛି; କାରଣ ବିଦେଶୀମାନେ ସଦାପ୍ରଭୁଙ୍କ ଗୃହର ସକଳ ପବିତ୍ର ସ୍ଥାନରେ ପ୍ରବେଶ କରିଅଛନ୍ତି।’
לכן הנה ימים באים נאם יהוה ופקדתי על פסיליה ובכל ארצה יאנק חלל׃ 52
ଏଣୁକରି ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଆମ୍ଭେ ତାହାର ଖୋଦିତ ପ୍ରତିମାଗଣକୁ ପ୍ରତିଫଳ ଦେବା, ଏପରି ସମୟ ଆସୁଅଛି ଓ କ୍ଷତବିକ୍ଷତ ଲୋକମାନେ ତାହାର ଦେଶର ସର୍ବତ୍ର କାତରୋକ୍ତି କରିବେ।
כי תעלה בבל השמים וכי תבצר מרום עזה מאתי יבאו שדדים לה נאם יהוה׃ 53
ସଦାପ୍ରଭୁ କହନ୍ତି, ଯଦ୍ୟପି ବାବିଲ ଆକାଶ ପର୍ଯ୍ୟନ୍ତ ଉଠିବ, ଆଉ ଯଦ୍ୟପି ସେ ଆପଣା ବଳରୂପ ଉଚ୍ଚ ଦୁର୍ଗକୁ ଦୃଢ଼ କରିବ, ତଥାପି ଆମ୍ଭ ନିକଟରୁ ବିନାଶକମାନେ ତାହାର ମଧ୍ୟରେ ଉପସ୍ଥିତ ହେବେ।
קול זעקה מבבל ושבר גדול מארץ כשדים׃ 54
ବାବିଲରୁ କ୍ରନ୍ଦନର ରବ ଓ କଲ୍‍ଦୀୟମାନଙ୍କ ଦେଶରୁ ମହାବିନାଶର ଶବ୍ଦ ଉଠୁଅଛି!
כי שדד יהוה את בבל ואבד ממנה קול גדול והמו גליהם כמים רבים נתן שאון קולם׃ 55
କାରଣ ସଦାପ୍ରଭୁ ବାବିଲକୁ ଉଚ୍ଛିନ୍ନ କରୁଅଛନ୍ତି ଓ ତହିଁ ମଧ୍ୟରୁ ମହାରବ କ୍ଷାନ୍ତ କରୁଅଛନ୍ତି; ସେମାନଙ୍କର ତରଙ୍ଗସକଳ ଜଳରାଶି ପରି ଗର୍ଜ୍ଜନ କରୁଅଛି, ସେମାନଙ୍କର କଲ୍ଲୋଳ ଧ୍ୱନି ଶୁଣା ଯାଉଅଛି।
כי בא עליה על בבל שודד ונלכדו גבוריה חתתה קשתותם כי אל גמלות יהוה שלם ישלם׃ 56
କାରଣ ତାହା ବିରୁଦ୍ଧରେ, ହଁ, ବାବିଲର ବିରୁଦ୍ଧରେ ବିନାଶକ ଆସିଅଛି ଓ ତାହାର ବୀରମାନେ ଧରା ଯାଇଅଛନ୍ତି, ସେମାନଙ୍କର ଧନୁସବୁ ଖଣ୍ଡ ଖଣ୍ଡ ହୋଇ ଭଙ୍ଗା ଯାଇଅଛି; କାରଣ ସଦାପ୍ରଭୁ ପ୍ରତିଫଳଦାତା ପରମେଶ୍ୱର ଅଟନ୍ତି, ସେ ନିଶ୍ଚୟ ସମୁଚିତ ପ୍ରତିଫଳ ଦେବେ।
והשכרתי שריה וחכמיה פחותיה וסגניה וגבוריה וישנו שנת עולם ולא יקיצו נאם המלך יהוה צבאות שמו׃ 57
ପୁଣି, ଆମ୍ଭେ ତାହାର ଅଧିପତିଗଣକୁ ଓ ତାହାର ଜ୍ଞାନୀ ଲୋକମାନଙ୍କୁ ଓ ତାହାର ଦେଶାଧ୍ୟକ୍ଷ ଓ ଅଧିପତିଗଣକୁ ଓ ତାହାର ବୀରପୁରୁଷମାନଙ୍କୁ ମତ୍ତ କରାଇବା; ତହିଁରେ ସେମାନେ ଚିର ନିଦ୍ରାରେ ନିଦ୍ରିତ ହୋଇ ଆଉ ଜାଗରିତ ହେବେ ନାହିଁ ଏହା ରାଜା କହନ୍ତି, ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କର ନାମ।
כה אמר יהוה צבאות חמות בבל הרחבה ערער תתערער ושעריה הגבהים באש יצתו ויגעו עמים בדי ריק ולאמים בדי אש ויעפו׃ 58
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ବାବିଲର ପ୍ରଶସ୍ତ ପ୍ରାଚୀର ସମ୍ପୂର୍ଣ୍ଣ ଉତ୍ପାଟିତ ହେବ ଓ ତାହାର ଉଚ୍ଚ ଦ୍ୱାରସବୁ ଅଗ୍ନିରେ ଦଗ୍ଧ ହେବ; ପୁଣି, ଲୋକବୃନ୍ଦ ଅସାରତାର ନିମନ୍ତେ ଓ ଗୋଷ୍ଠୀଗଣ ଅଗ୍ନି ନିମନ୍ତେ ପରିଶ୍ରମ କରିବେ; ଆଉ ସେମାନେ କ୍ଳାନ୍ତ ହେବେ।”
הדבר אשר צוה ירמיהו הנביא את שריה בן נריה בן מחסיה בלכתו את צדקיהו מלך יהודה בבל בשנת הרבעית למלכו ושריה שר מנוחה׃ 59
ଯିହୁଦାର ରାଜା ସିଦିକୀୟଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ ମହସେୟର ପୌତ୍ର ନେରୀୟର ପୁତ୍ର ସରାୟ ଯେଉଁ ସମୟରେ ରାଜା ସଙ୍ଗେ ବାବିଲକୁ ଗଲା, ସେ ସମୟରେ ଯିରିମୀୟ ଭବିଷ୍ୟଦ୍‍ବକ୍ତା ସରାୟକୁ ଯାହା ଆଜ୍ଞା କରିଥିଲେ, ତହିଁର ବୃତ୍ତାନ୍ତ। ଏହି ସରାୟ ରାଜଗୃହର ପ୍ରଧାନ ଅଧ୍ୟକ୍ଷ ଥିଲା।
ויכתב ירמיהו את כל הרעה אשר תבוא אל בבל אל ספר אחד את כל הדברים האלה הכתבים אל בבל׃ 60
ଆଉ, ବାବିଲର ଭବିଷ୍ୟତ ଅମଙ୍ଗଳର ସକଳ କଥା, ଅର୍ଥାତ୍‍, ବାବିଲ ବିଷୟରେ ଏହି ଯେସକଳ କଥା ଲିଖିତ ଅଛି, ତାହା ଯିରିମୀୟ ଗୋଟିଏ ନଳାକାର ପୁସ୍ତକରେ ଲେଖିଲେ।
ויאמר ירמיהו אל שריה כבאך בבל וראית וקראת את כל הדברים האלה׃ 61
ପୁଣି, ଯିରିମୀୟ ସରାୟକୁ କହିଲେ, “ଦେଖ, ତୁମ୍ଭେ ବାବିଲରେ ଉପସ୍ଥିତ ହେଲା ଉତ୍ତାରେ ଏହିସବୁ କଥା ପାଠ କରିବ,
ואמרת יהוה אתה דברת אל המקום הזה להכריתו לבלתי היות בו יושב למאדם ועד בהמה כי שממות עולם תהיה׃ 62
ଆଉ କହିବ, ‘ହେ ସଦାପ୍ରଭୁ, ତୁମ୍ଭେ ଏହି ସ୍ଥାନ ବିଷୟରେ କହିଅଛ ଯେ, ତୁମ୍ଭେ ତାହା ଉଚ୍ଛିନ୍ନ କରିବ, ତହିଁ ମଧ୍ୟରେ ମନୁଷ୍ୟ କି ପଶୁ କେହି ବାସ କରିବ ନାହିଁ, ମାତ୍ର ତାହା ଚିରକାଳ ଧ୍ୱଂସସ୍ଥାନ ହେବ।’
והיה ככלתך לקרא את הספר הזה תקשר עליו אבן והשלכתו אל תוך פרת׃ 63
ପୁଣି, ଏହି ନଳାକାର ପୁସ୍ତକ ପାଠ କରିବାର ସମାପ୍ତ କଲା ଉତ୍ତାରେ ତୁମ୍ଭେ ତହିଁରେ ଖଣ୍ଡେ ପଥର ବାନ୍ଧି ଫରାତ୍‍ ନଦୀର ମଧ୍ୟସ୍ଥାନରେ ତାହା ପକାଇ ଦେବ;
ואמרת ככה תשקע בבל ולא תקום מפני הרעה אשר אנכי מביא עליה ויעפו עד הנה דברי ירמיהו׃ 64
ଆଉ, ତୁମ୍ଭେ କହିବ, ‘ଆମ୍ଭେ (ସଦାପ୍ରଭୁ) ବାବିଲ ଉପରେ ଯେଉଁ ଅମଙ୍ଗଳ ଘଟାଇବା, ତହିଁ ସକାଶୁ ସେ ଏରୂପ ମଗ୍ନ ହୋଇ ପୁନର୍ବାର ଉଠିବ ନାହିଁ; ପୁଣି, ଲୋକମାନେ କ୍ଳାନ୍ତ ହେବେ।’” ଯିରିମୀୟଙ୍କ ବାକ୍ୟ ଏତିକି।

< ירמיה 51 >