< 歴代誌Ⅰ 6 >

1 レビの子等はゲルシヨン、コハテ、メラリ
ଲେବୀର ପୁତ୍ର ଗେର୍ଶୋନ‍, କହାତ ଓ ମରାରି।
2 コハテの子等はアムラム、イヅハル、ヘブロン、ウジエル
କହାତର ପୁତ୍ର ଅମ୍ରାମ୍‍, ଯିଷ୍‍ହର ଓ ହିବ୍ରୋଣ ଓ ଉଷୀୟେଲ।
3 アムラムの子等はアロン、モーセ、ミリアム、アロンの子等はナダブ、アビウ、エレアザル、イタマル
ଅମ୍ରାମ୍‍ର ସନ୍ତାନ ହାରୋଣ ଓ ମୋଶା ଓ ମରୀୟମ। ପୁଣି, ହାରୋଣର ପୁତ୍ର ନାଦବ୍‍ ଓ ଅବୀହୂ, ଇଲୀୟାସର ଓ ଈଥାମର।
4 エレアザル、ピネハスを生み ピネハス、アビシユアを生み
ଇଲୀୟାସର ପୀନହସ୍‍କୁ ଜାତ କଲା, ପୀନହସ୍‍ ଅବୀଶୂୟକୁ ଜାତ କଲା;
5 アビシユア、ブツキを生み ブツキ、ウジを生み
ପୁଣି, ଅବୀଶୂୟ ବୁକ୍କିକୁ ଜାତ କଲା ଓ ବୁକ୍କୁ ଉଷିକୁ ଜାତ କଲା;
6 ウジ、ゼラヒヤを生み ゼラヒヤ、メラヨテを生み
ଆଉ ଉଷି ସରହୀୟକୁ ଜାତ କଲା ଓ ସରହୀୟ ମରାୟୋତ୍‍କୁ ଜାତ କଲା;
7 メラヨテ、アマリヤを生み アマリヤ、アヒトブを生み
ମରାୟୋତ୍‍ ଅମରୀୟକୁ ଜାତ କଲା, ଅମରୀୟ ଅହୀଟୂବ୍‍କୁ ଜାତ କଲା।
8 アヒトブ、ザドクを生み ザドク、アヒマアズを生み
ଆଉ ଅହୀଟୂବ୍‍ ସାଦୋକକୁ ଜାତ କଲା, ସାଦୋକ ଅହୀମାସ୍‍କୁ ଜାତ କଲା;
9 アヒマアズ、アザリヤを生み アザリヤ、ヨハナンを生み
ଅହୀମାସ୍‍ ଅସରୀୟକୁ ଜାତ କଲା, ଅସରୀୟ ଯୋହାନନ୍‍କୁ ଜାତ କଲା;
10 ヨハナン、アザリヤを生り此アザリヤはヱルサレムなるソロモンの建たる宮にて祭司の職をなせし者なり
ଆଉ ଯୋହାନନ୍‍ ଅସରୀୟକୁ ଜାତ କଲା, ଏହି ଅସରୀୟ ଯିରୂଶାଲମରେ ଶଲୋମନ ନିର୍ମିତ ମନ୍ଦିରରେ ଯାଜକ କର୍ମ କଲା।
11 アザリヤ、アマリヤを生み アマリヤ、アヒトブを生み
ଅସରୀୟ ଅମରୀୟକୁ ଜାତ କଲା, ଅମରୀୟ ଅହୀଟୂବ୍‍କୁ ଜାତ କଲା;
12 アヒトブ、ザドクを生み ザドク、シヤルムを生み
ପୁଣି, ଅହୀଟୂବ୍‍ ସାଦୋକକୁ ଜାତ କଲା, ସାଦୋକ ଶଲ୍ଲୁମ୍‍କୁ ଜାତ କଲା;
13 シヤルム、ヒルキヤを生み ヒルキヤ、アザリヤを生み
ଶଲ୍ଲୁମ୍‍ ହିଲ୍‍କୀୟକୁ ଜାତ କଲା, ହିଲ୍‍କୀୟ ଅସରୀୟକୁ ଜାତ କଲା;
14 アザリヤ、セラヤを生み セラヤ、ヨザダクを生む
ଆଉ ଅସରୀୟ ସରାୟକୁ ଜାତ କଲା ଓ ସରାୟ ଯିହୋଷାଦକଙ୍କୁ ଜାତ କଲା।
15 ヨザダグはヱホバ、ネブカデネザルの手をもてユダおよびヱルサレムの人を擄へうつしたまひし時に擄へられて往り
ପୁଣି, ସଦାପ୍ରଭୁ ନବୂଖଦ୍‍ନିତ୍ସରର ହସ୍ତ ଦ୍ୱାରା ଯିହୁଦା ଓ ଯିରୂଶାଲମକୁ ନିର୍ବାସନ କରିବା ସମୟରେ ଏହି ଯିହୋଷାଦକ ବନ୍ଦୀ ହୋଇଗଲା।
16 レビの子等はゲルシヨン、コハテおよびメラリ
ଲେବୀର ପୁତ୍ର ଗେର୍ଶୋମ, କହାତ ଓ ମରାରି ଥିଲେ।
17 ゲルシヨンの子等の名は左のごとしリブニおよびシメイ
ଗେର୍ଶୋମର ପୁତ୍ରମାନଙ୍କ ନାମ ଲିବ୍‍ନି ଓ ଶିମୀୟି।
18 コハテの子等はアムラム、イヅハル、ヘブロン、ウジエル
କହାତର ପୁତ୍ର ଅମ୍ରାମ୍‍, ଯିଷ୍‍ହର, ହିବ୍ରୋଣ ଓ ଉଷୀୟେଲ।
19 メラリの子等はマヘリおよびムシ、レビ人の宗族はその宗家によれば是のごとし
ମରାରିର ପୁତ୍ର ମହଲି ଓ ମୂଶି; ଆଉ ଆପଣା ଆପଣା ପିତୃବଂଶାନୁସାରେ ଏସମସ୍ତେ ଲେବୀୟ ଗୋଷ୍ଠୀ।
20 ゲシヨンの子はリブニ その子はヤハテ その子はジンマ
ଗେର୍ଶୋମର (ସନ୍ତାନ); ତାହାର ପୁତ୍ର ଲିବ୍‍ନି, ତାହାର ପୁତ୍ର ଯହତ୍‍, ତାହାର ପୁତ୍ର ସିମ୍ମ;
21 その子はヨア その子はイド その子はゼラ その子はヤテライ
ତାହାର ପୁତ୍ର ଯୋୟାହ, ତାହାର ପୁତ୍ର ଇଦ୍ଦୋ, ତାହାର ପୁତ୍ର ସେରହ, ତାହାର ପୁତ୍ର ଯୀୟତ୍ରୟ।
22 コハテの子はアミナダブ その子はコラ その子はアシル
କହାତର ସନ୍ତାନ; ତାହାର ପୁତ୍ର ଅମ୍ମୀନାଦବ, ତାହାର ପୁତ୍ର କୋରହ, ତାହାର ପୁତ୍ର ଅସୀର;
23 その子はエルカナ その子はエビアサフ その子はアシル
ତାହାର ପୁତ୍ର ଇଲ୍‍କାନା, ତାହାର ପୁତ୍ର ଅବୀୟାସଫ, ତାହାର ପୁତ୍ର ଅସୀର;
24 その子はタハテ その子はウリエル その子はウジヤ その子はシヤウル
ତାହାର ପୁତ୍ର ତହତ, ତାହାର ପୁତ୍ର ଊରୀୟେଲ, ତାହାର ପୁତ୍ର ଉଷୀୟ, ତାହାର ପୁତ୍ର ଶୌଲ।
25 エルカナの子等はアマサイおよびアヒモテ
ଇଲ୍‍କାନାର ସନ୍ତାନ ଅମାସୟ ଓ ଅହୀମୋତ୍‍।
26 エルカナについてはエルカナの子はゾバイ その子はナハテ
ଇଲ୍‍କାନା; ଇଲ୍‍କାନାର ସନ୍ତାନ; ତାହାର ପୁତ୍ର ସୋଫୀ, ତାହାର ପୁତ୍ର ନହତ୍‍;
27 その子はエリアブ その子はヱロハム その子はエルカナ
ତାହାର ପୁତ୍ର ଇଲୀୟାବ୍‍, ତାହାର ପୁତ୍ର ଯିରୋହମ, ତାହାର ପୁତ୍ର ଇଲ୍‍କାନା।
28 サムエルの子等は長子はヨエル 次はアビヤ
ଶାମୁୟେଲଙ୍କର ସନ୍ତାନ; ପ୍ରଥମଜାତ ଯୋୟେଲ ଓ ଦ୍ୱିତୀୟ ଅବୀୟ।
29 メラリの子はマヘリ その子はリブニ その子はシメイ その子はウザ
ମରାରିର ସନ୍ତାନ ମହଲି, ତାହାର ପୁତ୍ର ଲିବ୍‍ନି, ତାହାର ପୁତ୍ର ଶିମୀୟି, ତାହାର ପୁତ୍ର ଉଷଃ;
30 その子はシメア その子はハギヤ その子はアサヤなり
ତାହାର ପୁତ୍ର ଶିମୀୟ, ତାହାର ପୁତ୍ର ହଗୀୟ, ତାହାର ପୁତ୍ର ଅସାୟ।
31 契約の櫃を安置せし後ダビデ左の人々を立てヱホバの家にて謳歌事を司どらせたり
(ନିୟମ)ସିନ୍ଦୁକ ବିଶ୍ରାମ-ସ୍ଥାନ ପାଇଲା ଉତ୍ତାରେ ଦାଉଦ ଯେଉଁମାନଙ୍କୁ ସଦାପ୍ରଭୁଙ୍କ ଗୃହର ଗାନ-ସେବାରେ ନିଯୁକ୍ତ କରିଥିଲେ, ସେମାନଙ୍କର ନାମ ଏହି।
32 彼等は集會の幕屋の住所の前にて謳歌事をおこなひ來りしがソロモン、ヱルサレムにヱホバの室を建るにおよびその次序に循ひてその職をつとめたり
ପୁଣି, ଶଲୋମନ ଯିରୂଶାଲମରେ ସଦାପ୍ରଭୁଙ୍କ ଗୃହ ନିର୍ମାଣ ନ କରିବା ପର୍ଯ୍ୟନ୍ତ ସେମାନେ ସମାଗମ-ତମ୍ବୁରୂପ ଆବାସ ସମ୍ମୁଖରେ ଗାନ ଦ୍ୱାରା ପରିଚର୍ଯ୍ୟା କଲେ ଓ ସେମାନେ ଆପଣା ଆପଣା ପାଳି ଅନୁସାରେ ସ୍ୱ ସ୍ୱ ପଦରେ ସେବା କଲେ।
33 立て奉事をなせるものおよびその子等は左のごとしコハテの子等の中ヘマンは謳歌師長たり ヘマンはヨルの子 ヨエルはサムエルの子
ଆଉ ସେହି ସେବାକାରୀ ଲୋକମାନେ ଓ ସେମାନଙ୍କ ସନ୍ତାନଗଣ, ଯଥା, କହାତୀୟ ସନ୍ତାନଗଣ ମଧ୍ୟରେ ହେମନ ଗାୟକ, ସେ ଯୋୟେଲର ପୁତ୍ର, ସେ ଶାମୁୟେଲଙ୍କର ପୁତ୍ର;
34 サムエルはエルカナの子 エルカナはヱロハムの子 ヱロハムはエリエルの子 エリエルはトアの子
ସେ ଇଲ୍‍କାନାର ପୁତ୍ର, ସେ ଯିରୋହମର ପୁତ୍ର, ସେ ଇଲୀୟେଲ୍‍ର ପୁତ୍ର, ସେ ତୋହର ପୁତ୍ର;
35 トアはヅフの子 ヅフはエルカナの子 エルカナはマハテの子 マハテはアマサイの子
ସେ ସୂଫର ପୁତ୍ର, ସେ ଇଲ୍‍କାନାର ପୁତ୍ର, ସେ ମାହତ୍‍ର ପୁତ୍ର, ସେ ଅମାସୟର ପୁତ୍ର;
36 アマサイはヱルカナの子 エルカナはヨエルの子 ヨエルはアザリヤの子 アザリヤはゼパニヤの子
ସେ ଇଲ୍‍କାନାର ପୁତ୍ର, ସେ ଯୋୟେଲର ପୁତ୍ର, ସେ ଅସରୀୟର ପୁତ୍ର, ସେ ସଫନୀୟର ପୁତ୍ର;
37 ゼパニヤはタハテの子 タハテはアシルの子 アシルはエビアサフの子 エビアサフはコラの子
ସେ ତହତର ପୁତ୍ର, ସେ ଅସୀରର ପୁତ୍ର, ସେ ଅବୀୟାସଫର ପୁତ୍ର, ସେ କୋରହର ପୁତ୍ର;
38 コラはイヅハルの子 イヅハルはコハテの子 コハテはレビの子 レビはイスラエルの子なり
ସେ ଯିଷ୍‍ହରିର ପୁତ୍ର, ସେ କହାତର ପୁତ୍ର, ସେ ଲେବୀର ପୁତ୍ର, ସେ ଇସ୍ରାଏଲର ପୁତ୍ର।
39 ヘマンの兄弟アサフ、ヘマンの右に立り アサフはベレキヤの子 ベレキヤはシメアの子
ହେମନର ଭ୍ରାତା ଆସଫ ତାହାର ଦକ୍ଷିଣରେ ଠିଆ ହେଲା, ସେହି ଆସଫ ବେରିଖୀୟର ପୁତ୍ର, ସେ ଶିମୀୟର ପୁତ୍ର;
40 シメアはミカエルの子 ミカエルはバアセヤの子 バアセヤはマルキヤの子
ସେ ମୀଖାୟେଲର ପୁତ୍ର, ସେ ବାସେୟର ପୁତ୍ର, ସେ ମଲ୍‍କୀୟର ପୁତ୍ର;
41 マルキヤはエテニの子 エテニはゼラの子 ゼラはアダヤの子
ସେ ଇତ୍‍ନିର ପୁତ୍ର, ସେ ସେରହର ପୁତ୍ର, ସେ ଅଦାୟାର ପୁତ୍ର;
42 アダヤはエタンの子 エタンはジンマの子 ジンマはシメイの子
ସେ ଏଥନ୍‍ର ପୁତ୍ର, ସେ ସିମ୍ମର ପୁତ୍ର, ସେ ଶିମୀୟିର ପୁତ୍ର।
43 シメイはヤハテの子 ヤハテはゲルシヨンの子 ゲルシヨンはレビの子なり
ସେ ଯହତ୍‍ର ପୁତ୍ର, ସେ ଗେର୍ଶୋମର ପୁତ୍ର, ସେ ଲେବୀର ପୁତ୍ର।
44 また彼らの兄弟なるメラリ人等その左に立り 其中のエタンはキシの子なり キシはアブデの子 アブデはマルクの子
ବାମ ଭାଗରେ ସେମାନଙ୍କ ଭ୍ରାତୃଗଣ ମରାରିର ସନ୍ତାନମାନେ ଠିଆ ହେଲେ; ଏଥନ୍‍ କୀଶିର ପୁତ୍ର, ସେ ଅବ୍‍ଦିର ପୁତ୍ର, ସେ ମଲ୍ଲୁକର ପୁତ୍ର;
45 マルクはハシヤビヤの子 ハシヤビヤはアマジヤの子 アマジヤはヒルキヤの子
ସେ ହଶବୀୟର ପୁତ୍ର, ସେ ଅମତ୍‍ସୀୟର ପୁତ୍ର, ସେ ହିଲ୍‍କୀୟର ପୁତ୍ର;
46 ヒルキヤはアムジの子 アムジはバニの子 バニはセメルの子
ସେ ଅମ୍ସିର ପୁତ୍ର, ସେ ବାନିର ପୁତ୍ର, ସେ ଶେମରର ପୁତ୍ର;
47 セメルはマヘリの子 マヘリはムシの子 ムシはメラリの子 メラリはレビの子なり
ସେ ମହଲିର ପୁତ୍ର, ସେ ମୂଶିର ପୁତ୍ର, ସେ ମରାରିର ପୁତ୍ର, ସେ ଲେବୀର ପୁତ୍ର।
48 彼らの兄弟なるレビ人等は神の室の幕屋の諸の職に任ぜられたり
ସେମାନଙ୍କ ଭ୍ରାତୃଗଣ ଲେବୀୟମାନେ ପରମେଶ୍ୱରଙ୍କ ଗୃହରୂପ ଆବାସର ସମସ୍ତ ସେବାରେ ନିଯୁକ୍ତ ଥିଲେ।
49 アロンおよびその子等は燔祭の壇と香壇の上に物を献ぐることを司どりまた至聖所の諸の工をなし且イスラエルのために贖をなすことを司どれり凡て神の僕モーセの命じたるごとし
ମାତ୍ର ହାରୋଣ ଓ ତାଙ୍କର ପୁତ୍ରଗଣ ପରମେଶ୍ୱରଙ୍କ ସେବକ ମୋଶାଙ୍କର ସମସ୍ତ ଆଜ୍ଞା ପ୍ରମାଣେ ମହାପବିତ୍ର ସ୍ଥାନର ସମସ୍ତ କାର୍ଯ୍ୟ ନିମନ୍ତେ ଓ ଇସ୍ରାଏଲ ପାଇଁ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ହୋମାର୍ଥକ ବେଦି ଉପରେ ଓ ଧୂପାର୍ଥକ ବେଦି ଉପରେ ଉତ୍ସର୍ଗ କଲେ।
50 アロンの子孫は左のごとし アロンの子はエレアザル その子はピネハス その子はアビシユア
ହାରୋଣଙ୍କର ସନ୍ତାନଗଣ; ହାରୋଣଙ୍କର ପୁତ୍ର ଇଲୀୟାସର, ତାହାର ପୁତ୍ର ପୀନହସ୍‍, ତାହାର ପୁତ୍ର ଅବୀଶୂୟ
51 その子はブツキ その子はウジ その子はゼラヒヤ
ତାହାର ପୁତ୍ର ବୁକ୍କି, ତାହାର ପୁତ୍ର ଉଷି, ତାହାର ପୁତ୍ର ସରହୀୟ;
52 その子はメラヨテ その子はアマリヤ その子はアヒトブ
ତାହାର ପୁତ୍ର ମରାୟୋତ୍‍, ତାହାର ପୁତ୍ର ଅମରୀୟ, ତାହାର ପୁତ୍ର ଅହୀଟୂବ୍‍;
53 その子はザドク その子はアヒマアズ
ତାହାର ପୁତ୍ର ସାଦୋକ, ତାହାର ପୁତ୍ର ଅହୀମାସ୍‍।
54 アロンの子孫の住處は四方の境の内にありその閭里に循ひていはば左の如し先コハテ人の宗族が籤によりて得たるところは是なり
ଆଉ ସେମାନଙ୍କ ସ୍ୱ ସ୍ୱ ସୀମାରେ ଛାଉଣିର ସ୍ଥାପନାନୁସାରେ ଏହିସବୁ ସେମାନଙ୍କର ବସତି ସ୍ଥାନ। ଯଥା, ହାରୋଣଙ୍କର ସନ୍ତାନଗଣ କହାତୀୟ ଗୋଷ୍ଠୀର ପ୍ରଥମ ବାଣ୍ଟ ଥିଲା,
55 すなはちユダの地の中よりはヘブロンとその周圍の郊地を得たり
ଏହେତୁ ସେମାନଙ୍କୁ ଯିହୁଦା ଦେଶସ୍ଥ ହିବ୍ରୋଣ ଓ ତହିଁର ଚତୁର୍ଦ୍ଦିଗସ୍ଥ ତଳିଭୂମି ଦିଆଗଲା।
56 但しその邑の田野と村々はヱフンネの子カレブに歸せり
ମାତ୍ର ନଗରର କ୍ଷେତ୍ର ଓ ତହିଁର ଗ୍ରାମସବୁ ଯିଫୁନ୍ନିର ପୁତ୍ର କାଲେବଙ୍କୁ ଦିଆଗଲା।
57 すなはちアロンの子孫の得たる邑は逃遁邑なるヘブロン、リブナとその郊地 ヤツテルおよびエシテモアとそれらの郊地
ପୁଣି, ହାରୋଣଙ୍କର ସନ୍ତାନମାନଙ୍କୁ ଆଶ୍ରୟ ନଗରସବୁ, ହିବ୍ରୋଣ; ଲିବ୍‍ନା, ତହିଁର ତଳିଭୂମି ଓ ଯତ୍ତୀର ଓ ଇଷ୍ଟିମୋୟ, ତହିଁର ତଳିଭୂମି;
58 ホロンとその郊地 デビルとその郊地
ହିଲେନ୍‍, ତହିଁର ତଳିଭୂମି, ଦବୀର, ତହିଁର ତଳିଭୂମି;
59 アシヤンとその郊地 ベテシメシとその郊地なり
ଆଶନ୍‍, ତହିଁର ତଳିଭୂମି ଓ ବେଥ୍-ଶେମଶ, ତହିଁର ତଳିଭୂମି;
60 またベニヤミンの支派の中よりはゲバとその郊地 アレメテとその郊地 アナトテとその郊地を得たり 彼らの邑はその宗族の中に都合十三ありき
ପୁଣି, ବିନ୍ୟାମୀନ୍ ବଂଶଠାରୁ ଗେବା, ତହିଁର ତଳିଭୂମି ଓ ଆଲେମତ୍‍, ତହିଁର ତଳିଭୂମି ଓ ଅନାଥୋତ୍‍, ତହିଁର ତଳିଭୂମି ଦିଆଗଲା। ସେମାନଙ୍କ ସମୁଦାୟ ବଂଶର ସର୍ବସୁଦ୍ଧା ତେର ନଗର ଥିଲା।
61 またコハテの子孫の支派の中此他なる者はかの半支派の中即ちマナセの半支派の中より籤によりて十の邑を得たり
ପୁଣି, କହାତର ଅବଶିଷ୍ଟ ସନ୍ତାନମାନଙ୍କୁ ଗୁଲିବାଣ୍ଟ ଦ୍ୱାରା ବଂଶୀୟ ଗୋଷ୍ଠୀଠାରୁ, ଅର୍ଦ୍ଧ ବଂଶ, ଅର୍ଥାତ୍‍, ମନଃଶିର ଅର୍ଦ୍ଧାଂଶଠାରୁ ଦଶ ନଗର ଦିଆଗଲା।
62 またゲルシヨンの子孫の宗族はイツサカルの支派アセルの支派ナフタリの支派及びバシヤンなるマナセの支派の中より十三の邑を得たり
ଆଉ ଗେର୍ଶୋମର ସନ୍ତାନଗଣକୁ ସେମାନଙ୍କ ଗୋଷ୍ଠୀ ଅନୁସାରେ ଇଷାଖର-ବଂଶଠାରୁ ଓ ଆଶେର-ବଂଶଠାରୁ ଓ ନପ୍ତାଲି-ବଂଶଠାରୁ ଓ ବାଶନସ୍ଥ ମନଃଶି-ବଂଶଠାରୁ ତେର ନଗର ଦିଆଗଲା।
63 またメラリの子孫の宗族はルベンの支派ガドの支派およびゼブルンの支派の中より籤によりて十二の邑を得たり
ମରାରିର ସନ୍ତାନଗଣକୁ ସେମାନଙ୍କ ଗୋଷ୍ଠୀ ଅନୁସାରେ ଗୁଲିବାଣ୍ଟ ଦ୍ୱାରା ରୁବେନ୍‍-ବଂଶଠାରୁ ଓ ଗାଦ୍‍ ବଂଶଠାରୁ ଓ ସବୂଲୂନ-ବଂଶଠାରୁ ବାର ନଗର ଦିଆଗଲା।
64 イスラエルの子孫は邑とその郊地とをレビ人に與へたり
ପୁଣି, ଇସ୍ରାଏଲ-ସନ୍ତାନଗଣ ଲେବୀୟମାନଙ୍କୁ ତଳିଭୂମି ସହିତ ନଗରମାନ ଦେଲେ।
65 即ちユダの子孫の支派とシメオンの子孫の支派とベニヤミンの子孫の支派の中よりして此に名を擧たる是等の邑を籤によりて之に與へたり
ସେମାନେ ଗୁଲିବାଣ୍ଟ ଦ୍ୱାରା ନାମରେ ଉଲ୍ଲିଖିତ ଏହି ନଗରସବୁ ଯିହୁଦା-ସନ୍ତାନଗଣର ବଂଶଠାରୁ ଓ ଶିମୀୟୋନ-ସନ୍ତାନଗଣର ବଂଶଠାରୁ ଓ ବିନ୍ୟାମୀନ୍-ସନ୍ତାନଗଣର ବଂଶଠାରୁ ସେମାନଙ୍କୁ ଦେଲେ।
66 コハテの子孫の宗族はまたエフライムの支派の中よりも邑を得てその領地となせり
ପୁଣି, କହାତ-ସନ୍ତାନଗଣର କୌଣସି କୌଣସି ଗୋଷ୍ଠୀ ଇଫ୍ରୟିମ-ବଂଶଠାରୁ ସ୍ୱ ସ୍ୱ ସୀମାସ୍ଥ ନଗର ପାଇଲେ।
67 即ちその得たる逃遁邑はエフライム山のシケムとその郊地およびゲゼルとその郊地
ଆଉ ସେମାନେ ସେମାନଙ୍କୁ ଆଶ୍ରୟ-ନଗରମାନ ଦେଲେ, ଇଫ୍ରୟିମର ପର୍ବତମୟ ଦେଶରେ ତଳିଭୂମି ସହିତ ଶିଖିମ; ତଳିଭୂମି ସହିତ ଗେଷର;
68 ヨクメアムとその郊地 ベテホロンとその郊地
ତଳିଭୂମି ସହିତ ଯକମୀୟାମ୍‍ ଓ ତଳିଭୂମି ସହିତ ବେଥ୍-ହୋରଣ;
69 アヤロンとその郊地 ガテリンモンとその郊地なり
ତଳିଭୂମି ସହିତ ଅୟାଲୋନ୍‍ ଓ ତଳିଭୂମି ସହିତ ଗାଥ୍‍-ରିମ୍ମୋନ;
70 またマナセの半支派の中よりはアネルとその郊地 ビレアムとその郊地是みなコハテの子孫の遺れる宗族に歸せり
ପୁଣି, ମନଃଶିର ଅର୍ଦ୍ଧ ବଂଶଠାରୁ ତଳିଭୂମି ସହିତ ଆନେର୍‍ ଓ ତଳିଭୂମି ସହିତ ବିଲୀୟମ୍‍, ଏହିସବୁ ନଗର କହାତ-ସନ୍ତାନଗଣର ଅବଶିଷ୍ଟ ଗୋଷ୍ଠୀକୁ ଦେଲେ।
71 ゲルシヨンの子孫に歸せし者はマナセの半支派の宗族の中よりはバシヤンのゴランとその郊地 アシタロテとその郊地
ଗେର୍ଶୋମର ସନ୍ତାନମାନଙ୍କୁ ମନଃଶିର ଅର୍ଦ୍ଧ ବଂଶର ଗୋଷ୍ଠୀଠାରୁ ତଳିଭୂମି ସହିତ ବାଶନସ୍ଥ ଗୋଲନ୍‍ ଓ ତଳିଭୂମି ସହିତ ଅଷ୍ଟାରୋତ୍‍;
72 イツサカルの支派の中よりはゲデシとその郊地 ダベラテとその郊地
ଆଉ ଇଷାଖରର ଗୋଷ୍ଠୀଠାରୁ ତଳିଭୂମି ସହିତ କେଦଶ୍‍, ତଳିଭୂମି ସହିତ ଦାବରତ୍‍;
73 ラモテとその郊地 アネムとその郊地
ତଳିଭୂମି ସହିତ ରାମୋତ୍‍ ଓ ତଳିଭୂମି ସହିତ ଆନେମ୍‍;
74 アセル支派の中よりはミシアルとその郊地 アブドンとその郊地
ଆଉ ଆଶେର-ବଂଶଠାରୁ ତଳିଭୂମି ସହିତ ମଶାଲ୍‍, ତଳିଭୂମି ସହିତ ଅବଦୋନ୍‍;
75 ホコクとその郊地レホブとその郊地
ତଳିଭୂମି ସହିତ ହୁକ୍କୋକ୍‍ ଓ ତଳିଭୂମି ସହିତ ରହୋବ;
76 ナフタリの支派の中よりはガリラヤのゲデシとその郊地 ハンモンとその郊地 キリアタイムとその郊地
ଆଉ ନପ୍ତାଲି-ବଂଶଠାରୁ ତଳିଭୂମି ସହିତ ଗାଲିଲୀସ୍ଥ କେଦଶ, ତଳିଭୂମି ସହିତ ହମ୍ମୋନ ଓ ତଳିଭୂମି ସହିତ କିରୀୟାଥୟିମ ଦିଆଗଲା।
77 比外の者すなはちメラリの子孫に歸せし者はゼブルンの支派の中よりはリンモンとその郊地 タボルとその郊地
ମରାରି-ସନ୍ତାନଗଣର ଅବଶିଷ୍ଟ ଲେବୀୟମାନଙ୍କୁ ସବୂଲୂନ-ବଂଶଠାରୁ ତଳିଭୂମି ସହିତ ରିମ୍ମୋନ୍‍, ତଳିଭୂମି ସହିତ ତାବୋର୍‍ ଦିଆଗଲା।
78 ヱリコに對するヨルダンの彼旁すなはちヨルダンの東においてルベンの支派の中よりは曠野のベゼルとその郊地 ヤザとその郊地
ଆଉ ଯର୍ଦ୍ଦନର ସେପାରି ଯିରୀହୋ ନିକଟରେ ଯର୍ଦ୍ଦନର ପୂର୍ବ ଦିଗରେ ରୁବେନ୍‍-ବଂଶଠାରୁ ତଳିଭୂମି ସହିତ ପ୍ରାନ୍ତରସ୍ଥ ବେତ୍ସର ଓ ତଳିଭୂମି ସହିତ ଯହସ
79 ケデモテとその郊地 メバアテとその郊地
ଓ ତଳିଭୂମି ସହିତ କଦେମୋତ୍‍ ଓ ତଳିଭୂମି ସହିତ ମେଫାତ୍‍;
80 ガドの支派の中よりはギレアデのラモテとその郊地 マハナイムとその郊地
ଆଉ ଗାଦ୍‍ ବଂଶଠାରୁ ତଳିଭୂମି ସହିତ ଗିଲୀୟଦସ୍ଥ ରାମୋତ୍‍, ତଳିଭୂମି ସହିତ ମହନୟିମ,
81 ヘシボンとその郊地 ヤゼルとその郊地
ତଳିଭୂମି ସହିତ ହିଷ୍‍ବୋନ ଓ ତଳିଭୂମି ସହିତ ଯାସେର ଦିଆଗଲା।

< 歴代誌Ⅰ 6 >