< 歴代誌Ⅱ 4 >

1 ソロモンはまた青銅の祭壇を造った。その長さ二十キュビト、幅二十キュビト、高さ十キュビトである。
ଆହୁରି ସେ ଏକ ପିତ୍ତଳମୟ ଯଜ୍ଞବେଦି ନିର୍ମାଣ କଲେ, ତହିଁର ଦୈର୍ଘ୍ୟ କୋଡ଼ିଏ ହାତ ଓ ତହିଁର ପ୍ରସ୍ଥ କୋଡ଼ିଏ ହାତ ଓ ତହିଁର ଉଚ୍ଚତା ଦଶ ହାତ।
2 彼はまた海を鋳て造った。縁から縁まで十キュビトであって、周囲は円形をなし、高さ五キュビトで、その周囲は綱をもって測ると三十キュビトあった。
ମଧ୍ୟ ସେ ଛାଞ୍ଚରେ ଢଳା ଗୋଲାକାର ସମୁଦ୍ରରୂପ ପାତ୍ର ନିର୍ମାଣ କଲେ, ତାହା ଫନ୍ଦଠାରୁ ଫନ୍ଦ ପର୍ଯ୍ୟନ୍ତ ଦଶ ହାତ ଓ ତହିଁର ଉଚ୍ଚତା ପାଞ୍ଚ ହାତ; ଆଉ ତହିଁର ପରିଧି ତିରିଶ ହାତ ଥିଲା।
3 海の下には三十キュビトの周囲をめぐるひさごの形があって、海の周囲を囲んでいた。そのひさごは二並びで、海を鋳る時に鋳たものである。
ତହିଁ ତଳେ ବଳଦମାନର ଆକୃତି ଥିଲା, ସେମାନେ ତହିଁର ଚତୁର୍ଦ୍ଦିଗ ଘେରିଲେ, ଦଶ ହାତ ଲେଖାଏଁ ଥାଇ ସମୁଦ୍ରରୂପ ପାତ୍ର ବେଷ୍ଟନ କଲେ। ସେହି ବଳଦମାନ ଦୁଇ ଧାଡ଼ିରେ ଥିଲେ, ସମୁଦ୍ରରୂପ ପାତ୍ର ଢଳାଯିବା ସମୟରେ ତାହାସବୁ ଢଳା ଯାଇଥିଲେ।
4 その海は十二の牛の上に置かれ、その三つは北に向かい、三つは西に向かい、三つは南に向かい、三つは東に向かっていた。海はその上に置かれ、牛のうしろはみな内に向かっていた。
ସେହି ପାତ୍ର ବାର ଗୋରୁ ଉପରେ ସ୍ଥାପିତ ଥିଲା, ତିନିର ମୁଖ ଉତ୍ତରକୁ ଓ ତିନିର ମୁଖ ପଶ୍ଚିମକୁ ଓ ତିନିର ମୁଖ ଦକ୍ଷିଣକୁ ଓ ତିନିର ମୁଖ ପୂର୍ବକୁ ଥିଲା; ପୁଣି ସମୁଦ୍ରରୂପ ପାତ୍ର ସେମାନଙ୍କ ଉପରେ ଅବସ୍ଥାପିତ ଓ ସେମାନଙ୍କ ପଶ୍ଚାଦ୍‍ଭାଗସବୁ ଭିତରକୁ ଥିଲା।
5 海の厚さは手の幅で、その縁は杯の縁のように、ゆりの花に似せて造られた。海には水を三千バテ入れることができた。
ସେହି ପାତ୍ର ଚାରି ଅଙ୍ଗୁଳି ମୋଟ; ତହିଁର ଫନ୍ଦ ତାଟିଆର ଫନ୍ଦ ପରି ନିର୍ମିତ; କଇଁଫୁଲ ତୁଲ୍ୟ ଥିଲା; ତାହା ତିନି ହଜାର ମହଣ ଧରିଲା।
6 彼はまた物を洗うために洗盤十個を造って、五個を南側に、五個を北側に置いた。その中で燔祭に用いるものを洗った。しかし海は祭司がその中で身を洗うためであった。
ଆହୁରି ସେ ଦଶ ପ୍ରକ୍ଷାଳନ-ପାତ୍ର ନିର୍ମାଣ କଲେ ଓ ପ୍ରକ୍ଷାଳନାର୍ଥେ ପାଞ୍ଚୋଟି ଦକ୍ଷିଣ ଭାଗରେ ଓ ପାଞ୍ଚୋଟି ବାମ ଭାଗରେ ରଖିଲେ; ସେମାନେ ହୋମବଳି ସମ୍ବନ୍ଧୀୟ ସାମଗ୍ରୀ ସେସବୁରେ ପ୍ରକ୍ଷାଳନ କଲେ; ମାତ୍ର ସମୁଦ୍ରରୂପ ପାତ୍ର ଯାଜକମାନଙ୍କର ସ୍ନାନାର୍ଥେ ଥିଲା।
7 彼はまた金の燭台十個をその定めに従って造り、拝殿の中の南側に五個、北側に五個を置き、
ଆଉ ସେ ଦୀପବୃକ୍ଷ ବିଷୟକ ବିଧାନାନୁସାରେ ଦଶ ସୁବର୍ଣ୍ଣମୟ ଦୀପବୃକ୍ଷ ନିର୍ମାଣ କଲେ; ଆଉ ପାଞ୍ଚୋଟି ଦକ୍ଷିଣ ଭାଗରେ ଓ ପାଞ୍ଚୋଟି ବାମ ଭାଗରେ ମନ୍ଦିରରେ ସ୍ଥାପନ କଲେ।
8 また机十個を造り、神殿の中の南側に五個、北側に五個を置き、また金の鉢百を造った。
ଆହୁରି ସେ ଦଶ ମେଜ ନିର୍ମାଣ କରି ମନ୍ଦିରର ଦକ୍ଷିଣ ଭାଗରେ ପାଞ୍ଚୋଟି ଓ ବାମ ଭାଗରେ ପାଞ୍ଚୋଟି ରଖିଲେ। ପୁଣି, ସେ ଏକ ଶତ ସୁବର୍ଣ୍ଣ କୁଣ୍ଡ ନିର୍ମାଣ କଲେ।
9 彼はまた祭司の庭と大庭および庭の戸を造り、その戸を青銅でおおった。
ଆହୁରି ସେ ଯାଜକମାନଙ୍କର ପ୍ରାଙ୍ଗଣ ଓ ବୃହତ ପ୍ରାଙ୍ଗଣ ଓ ପ୍ରାଙ୍ଗଣ-ଦ୍ୱାର ନିର୍ମାଣ କଲେ, ଆଉ ତହିଁର କବାଟସବୁ ପିତ୍ତଳରେ ମଡ଼ାଇଲେ।
10 彼は海を宮の東南のすみにすえた。
ପୁଣି ସେ ପୂର୍ବଦିଗସ୍ଥ ଗୃହର ଡାହାଣ ପାଖରେ ଦକ୍ଷିଣ ଆଡ଼କୁ ସମୁଦ୍ରରୂପ ପାତ୍ର ସ୍ଥାପନ କଲେ।
11 ヒラムはまたつぼと十能と鉢とを造った。こうしてヒラムはソロモン王のため、神の宮の工事を終えた。
ଆଉ ହୂରମ୍‍ ପାତ୍ର ଓ କୋଦାଳ ଓ କୁଣ୍ଡସବୁ ନିର୍ମାଣ କଲା। ଏହିରୂପେ ହୂରମ୍‍ ପରମେଶ୍ୱରଙ୍କ ଗୃହରେ ଶଲୋମନ ରାଜାଙ୍କ ନିମନ୍ତେ ଆପଣା କରିବା କାର୍ଯ୍ୟ ସମାପ୍ତ କଲା।
12 すなわち二本の柱と玉と、柱の頂にある二つの柱頭と、柱の頂にある柱頭の二つの玉をおおう二つの網細工と、
ଅର୍ଥାତ୍‍, ଦୁଇ ସ୍ତମ୍ଭ ଓ ସେହି ସ୍ତମ୍ଭ ଉପରିସ୍ଥ ଗୋଲାକାର ଓ ଦୁଇ ମୁଣ୍ଡାଳି ଓ ସ୍ତମ୍ଭ ଉପରିସ୍ଥ ମୁଣ୍ଡାଳିର ଦୁଇ ଗୋଲାକାର ଆଚ୍ଛାଦନାର୍ଥେ ଦୁଇ ଜାଲିକର୍ମ
13 その二つの網細工のためのざくろ四百、このざくろはおのおの網細工に二並びにつけて、柱の頂にある柱頭の二つの玉を巻いていた。
ଓ ସେହି ଦୁଇ ଜାଲିକର୍ମ ନିମନ୍ତେ ଚାରି ଶହ ଡାଳିମ୍ବ; ଅର୍ଥାତ୍‍, ସ୍ତମ୍ଭ ଉପରିସ୍ଥ ମୁଣ୍ଡାଳିର ଦୁଇ ଗୋଲାକାର ଆଚ୍ଛାଦନାର୍ଥେ ପ୍ରତ୍ୟେକ ଜାଲିକର୍ମ ପାଇଁ ଦୁଇ ଦୁଇ ଧାଡ଼ି ଡାଳିମ୍ବ କଲା।
14 彼はまた台と台の上の洗盤と、
ଆହୁରି ସେ ବୈଠିକିମାନ ନିର୍ମାଣ କଲା ଓ ସେ ବୈଠିକି ଉପରିସ୍ଥ ପ୍ରକ୍ଷାଳନ-ପାତ୍ର ନିର୍ମାଣ କଲା;
15 一つの海とその下の十二の牛を造った。
ଏକ ସମୁଦ୍ରରୂପ ପାତ୍ର ଓ ତହିଁ ତଳସ୍ଥ ବାର ଗୋରୁ
16 つぼ、十能、肉さしなどすべてこれらの器物を、達人ヒラムはソロモン王のため、主の宮のために、光のある青銅で造った。
ମଧ୍ୟ ତାହାର ପିତା ହୂରମ୍‍ ଶଲୋମନ ରାଜାଙ୍କ ନିମନ୍ତେ ସଦାପ୍ରଭୁଙ୍କ ଗୃହ ପାଇଁ ଉଜ୍ଜ୍ୱଳ ପିତ୍ତଳରେ ହାଣ୍ଡି ଓ କୋଦାଳ ଓ ତ୍ରିଶୂଳ ଓ ତହିଁର ସକଳ ପାତ୍ର ନିର୍ମାଣ କଲା।
17 王はヨルダンの低地で、スコテとゼレダの間の粘土の地でこれを鋳た。
ରାଜା ଯର୍ଦ୍ଦନ-ପଦାରେ ସୁକ୍କୋତ ଓ ସରେଦା ମଧ୍ୟସ୍ଥିତ ଚିକ୍କଣ ଭୂମିରେ ତାହାସବୁ ଢଳାଇଲେ।
18 このようにソロモンはこれらのすべての器物を非常に多く造ったので、その青銅の重量は、量ることができなかった。
ଏହି ପ୍ରକାରେ ଶଲୋମନ ଅତି ବହୁଳ ରୂପେ ଏହିସବୁ ପାତ୍ର ନିର୍ମାଣ କଲେ; ପିତ୍ତଳର ପରିମାଣ ଜଣାଯାଇ ପାରିଲା ନାହିଁ।
19 こうしてソロモンは神の宮のすべての器物を造った。すなわち金の祭壇と、供えのパンを載せる机、
ପୁଣି ଶଲୋମନ ପରମେଶ୍ୱରଙ୍କ ଗୃହସ୍ଥିତ ସମସ୍ତ ସାମଗ୍ରୀ, ମଧ୍ୟ ସ୍ୱର୍ଣ୍ଣମୟ ଯଜ୍ଞବେଦି ଓ ଦର୍ଶନୀୟ ରୁଟି ରଖିବାର ମେଜ;
20 また定めのように本殿の前で火をともす純金の燭台と、そのともしび皿を造った。
ଆଉ ବିଧିମତେ ଗର୍ଭାଗାର ସମ୍ମୁଖରେ ଜ୍ୱଳାଇବା ନିମନ୍ତେ ନିର୍ମଳ ସ୍ୱର୍ଣ୍ଣମୟ ଦୀପବୃକ୍ଷ ଓ ତହିଁର ପ୍ରଦୀପସକଳ
21 その花、ともしび皿、心かきは精金であった。
ଓ ସ୍ୱର୍ଣ୍ଣମୟ ପୁଷ୍ପ, ପ୍ରଦୀପ ଓ ଚିମୁଟାସବୁ ଶୁଦ୍ଧ ସୁବର୍ଣ୍ଣରେ ନିର୍ମାଣ କଲେ;
22 また心切りばさみ、鉢、香の杯、心取り皿は純金であった。また宮の戸、すなわち至聖所の内部の戸および拝殿の戸のひじつぼは金であった。
ଆଉ କତୁରୀ ଓ କୁଣ୍ଡ ଓ ଚାମଚ ଓ ଅଙ୍ଗାରଧାନୀଗୁଡ଼ିକ ନିର୍ମଳ ସୁବର୍ଣ୍ଣରେ ନିର୍ମାଣ କଲେ; ପୁଣି ଗୃହର ପ୍ରବେଶାର୍ଥକ ମହାପବିତ୍ର ସ୍ଥାନର ଭିତର ଦ୍ୱାର ଓ ଗୃହର, ଅର୍ଥାତ୍‍, ମନ୍ଦିରର ଦ୍ୱାରସବୁ ସୁବର୍ଣ୍ଣର ଥିଲା।

< 歴代誌Ⅱ 4 >