< エゼキエル書 21 >

1 主の言葉がわたしに臨んだ、
ଏଥିଉତ୍ତାରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
2 「人の子よ、あなたの顔をエルサレムに向け、あなたの言葉を聖所に向けてのべ、イスラエルの地に向かって預言し、
“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଯିରୂଶାଲମ ପ୍ରତି ଆପଣା ମୁଖ ରଖ, ପବିତ୍ର ସ୍ଥାନ ସମୂହର ପ୍ରତି ଆପଣା ବାକ୍ୟ ବର୍ଷଣ କର ଓ ଇସ୍ରାଏଲ ଦେଶ ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର,
3 イスラエルの地に言え。主はこう言われる、見よ、わたしはあなたを攻め、わたしのつるぎをさやから抜き、あなたのうちから、正しい者も悪しき者をも断ってしまう。
ଆଉ, ଇସ୍ରାଏଲ ଦେଶକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ ଓ ଆମ୍ଭେ ଆପଣା ଖଡ୍ଗ କୋଷରୁ ବାହାର କରି ତୁମ୍ଭ ମଧ୍ୟରୁ ଧାର୍ମିକ ଓ ଦୁଷ୍ଟକୁ ବଧ କରିବା।
4 わたしがあなたのうちから、正しい者も悪しき者をも断つゆえに、わたしのつるぎはさやから抜け出て、南から北までのすべての肉なる者を攻める。
ଆମ୍ଭେ ତୁମ୍ଭ ମଧ୍ୟରୁ ଧାର୍ମିକ ଓ ଦୁଷ୍ଟକୁ ବଧ କରିବା, ଏଥିପାଇଁ ଆମ୍ଭର ଖଡ୍ଗ କୋଷରୁ ବାହାରି ଦକ୍ଷିଣଠାରୁ ଉତ୍ତର ପର୍ଯ୍ୟନ୍ତ ସମସ୍ତ ପ୍ରାଣୀର ବିରୁଦ୍ଧରେ ଯିବ;
5 すべて肉なる者は、主なるわたしが、そのつるぎをさやから抜き放ったことを知る。このつるぎは再びさやに納められない。
ତହିଁରେ ସମସ୍ତ ପ୍ରାଣୀ ଜାଣିବେ ଯେ, ଆମ୍ଭେ ସଦାପ୍ରଭୁ ଆପଣା ଖଡ୍ଗ କୋଷରୁ ବାହାର କରିଅଛୁ; ତାହା ଆଉ ଫେରିବ ନାହିଁ।
6 それゆえ、人の子よ、嘆け、心砕けるまでに嘆き、彼らの目の前でいたく嘆け。
ଏହେତୁ ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଦୀର୍ଘ ନିଃଶ୍ୱାସ ଛାଡ଼; ତୁମ୍ଭେ ଆପଣା କଟି ଭାଙ୍ଗି ମନସ୍ତାପପୂର୍ବକ ସେମାନଙ୍କ ସାକ୍ଷାତରେ ଦୀର୍ଘ ନିଃଶ୍ୱାସ ଛାଡ଼ିବ।
7 人があなたに向かって、『なぜ嘆くのか』と言うなら、『この知らせのためである。それが来れば人の心はみな溶け、手はみななえ、霊はみな弱り、ひざはみな水のようになる。見よ、それは来る、必ず成就する』と言え」と主なる神は言われる。
ଆଉ, ‘ତୁମ୍ଭେ କାହିଁକି ଦୀର୍ଘ ନିଃଶ୍ୱାସ ଛାଡ଼ୁଅଛ?’ ଏ କଥା ଯଦି ସେମାନେ ତୁମ୍ଭକୁ ପଚାରିବେ, ତେବେ ତୁମ୍ଭେ କହିବ, ‘ସମ୍ବାଦ ସକାଶେ, କାରଣ ତାହା ଆସୁଅଛି; ତହିଁରେ ପ୍ରତ୍ୟେକ ହୃଦୟ ତରଳି ଯିବ ଓ ସକଳ ହସ୍ତ ଦୁର୍ବଳ ହେବ, ପ୍ରତ୍ୟେକ ମନ କ୍ଳାନ୍ତ ହେବ ଓ ସମସ୍ତ ଆଣ୍ଠୁ ଜଳ ପରି ହେବ; ଦେଖ, ତାହା ଆସୁଅଛି ଓ ତାହା ସିଦ୍ଧ ହେବ,’” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
8 主の言葉がわたしに臨んだ、
ଏଥିଉତ୍ତାରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
9 「人の子よ、預言して言え、主はこう言われる、つるぎがある、とぎ、かつ、みがいたつるぎがある。
“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କୁହ, ସଦାପ୍ରଭୁ ଏହି କଥା କହନ୍ତି; କୁହ, ଖଡ୍ଗ, ଖଡ୍ଗ, ତାହା ଶାଣିତ ଓ ମଧ୍ୟ ମାର୍ଜିତ ହୋଇଅଛି;
10 殺すためにといであり、いなずまのようにきらめくためにみがいてある。わたしたちは喜ぶことができるか。わが子よ、あなたはつえと、すべて木で作ったものとを軽んじた。
ହତ୍ୟା କରିବା ନିମନ୍ତେ ତାହା ଶାଣିତ ହୋଇଅଛି, ବିଜୁଳି ପରି ହେବା ପାଇଁ ତାହା ମାର୍ଜିତ ହୋଇଅଛି; ତେବେ ଆମ୍ଭେମାନେ କି ଆମୋଦ ପ୍ରମୋଦ କରିବା? ଆମ୍ଭ ପୁତ୍ରର ରାଜଦଣ୍ଡ ଯାବତୀୟ କାଷ୍ଠକୁ ତୁଚ୍ଛ କରେ।
11 このつるぎは手にとるために、とがれ、殺す者の手に渡すために、とがれみがかれるのである。
ପୁଣି, ହାତରେ ଧରାଯିବା ନିମନ୍ତେ ତାହା ମାର୍ଜିତ ହେବା ପାଇଁ ଦିଆଯାଇଅଛି; ହନ୍ତାର ହସ୍ତରେ ଦେବା ନିମନ୍ତେ ଖଡ୍ଗ ଶାଣିତ ଓ ମାର୍ଜିତ ହୋଇଅଛି।
12 人の子よ、叫び嘆け、このことはわが民に臨み、イスラエルのすべての君たちに臨むからである。彼らはわが民と共につるぎにわたされる。それゆえ、あなたのももを打て。
ହେ ମନୁଷ୍ୟ-ସନ୍ତାନ, କ୍ରନ୍ଦନ ଓ ହାହାକାର କର; କାରଣ ତାହା ଆମ୍ଭର ଲୋକମାନଙ୍କ ବିରୁଦ୍ଧରେ, ଇସ୍ରାଏଲର ସମସ୍ତ ଅଧିପତିଗଣର ବିରୁଦ୍ଧରେ ଉପସ୍ଥିତ ହୋଇଅଛି; ସେମାନେ ଆମ୍ଭ ଲୋକମାନଙ୍କ ସହିତ ଖଡ୍ଗରେ ସମର୍ପିତ ହୋଇଅଛନ୍ତି, ଏଣୁ ତୁମ୍ଭେ ଆପଣା ଊରୁ ଦେଶରେ ଆଘାତ କର।
13 これはためしにすることではない。もしあなたが、つえをあざけったら、どういうことになろうか」と主なる神は言われる。
କାରଣ ପରୀକ୍ଷା ଗୋଟିଏ ଅଛି, ପୁଣି, ସେହି ତୁଚ୍ଛକାରୀ ରାଜଦଣ୍ଡ ଆଉ ନ ରହେ, ତେବେ ତହିଁରେ ହିଁ କି? ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
14 「それゆえ、人の子よ、あなたは預言し、手を打ちならせ。つるぎを二度も三度も臨ませよ。これは人を殺すつるぎ、大いに殺すつるぎであって、彼らを囲むものである。
ଏହେତୁ ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର ଓ ତୁମ୍ଭ ଦୁଇ ହସ୍ତ ଏକତ୍ର ମାର; ସେହି ଖଡ୍ଗ, ଆହତ ଲୋକମାନଙ୍କର ଖଡ୍ଗ ଦୁଇଗୁଣ, ତିନିଗୁଣ ହେଉ; ତାହା ଆହତ ମହତ ଲୋକର ଖଡ୍ଗ, ତାହା ସେମାନଙ୍କ ଭିତର କୋଠରିରେ ପ୍ରବେଶ କରେ।
15 これがために彼らの心は溶け、多くの者がすべての門に倒れる。わたしはひらめくつるぎを彼らに送る。ああ、これはいなずまのようになり、人を殺すためにみがかれている。
ସେମାନଙ୍କର ଅନ୍ତଃକରଣ ଯେପରି ତରଳି ଯାଏ ଓ ସେମାନଙ୍କର ଅନେକ ବିଘ୍ନ ଜନ୍ମେ, ଏଥିପାଇଁ ଆମ୍ଭେ ସେମାନଙ୍କର ସକଳ ନଗର-ଦ୍ୱାର ବିରୁଦ୍ଧରେ ଖଡ୍ଗର ଅଗ୍ରଭାଗ ରଖିଅଛୁ; ଆଃ! ତାହା ବିଜୁଳି ତୁଲ୍ୟ ନିର୍ମିତ, ହତ୍ୟା କରିବା ନିମନ୍ତେ ତାହା ତୀକ୍ଷ୍ଣ କରାଯାଇଅଛି।
16 あなたの刃の向かうところで、右に左になぎ倒せ。
ତୁମ୍ଭେ ଆପଣାକୁ ଏକତ୍ର କର, ଡାହାଣକୁ ଯାଅ, ଆପଣାକୁ ସଜାଇ ବାମ ପ୍ରତି ଯାଅ; ଯେକୌଣସି ପ୍ରତି ତୁମ୍ଭର ମୁଖ ରଖାଯାଇଅଛି (ଆପଣାକୁ ପ୍ରସ୍ତୁତ କର)।
17 わたしもまた、わたしの手を打ちならし、わたしの怒りをしずめると、主なるわたしは言った」。
ଆମ୍ଭେ ମଧ୍ୟ ଆପଣାର ଦୁଇ ହସ୍ତ ଏକତ୍ର ମାରିବା ଓ ଆମ୍ଭେ ଆପଣା କୋପକୁ ତୃପ୍ତ କରାଇବା,” ଆମ୍ଭେ ସଦାପ୍ରଭୁ ଏହା କହିଅଛୁ।
18 主の言葉がまたわたしに臨んだ、
ପୁନର୍ବାର ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
19 「人の子よ、バビロンの王のつるぎが来るために、二つの道を備えよ。この二つの道は一つの国から出ている。あなたは道しるべを作り、これを町に向かう道のはじめに置け。
“ହେ ମନୁଷ୍ୟ-ସନ୍ତାନ, ବାବିଲ ରାଜାର ଖଡ୍ଗ ଆସିବା ପାଇଁ ତୁମ୍ଭେ ଆହୁରି ଦୁଇ ପଥ ନିରୂପଣ କର; ସେ ଦୁଇ ପଥ ଏକ ଦେଶରୁ ଆସିବ; ଆଉ, ତୁମ୍ଭେ ଏକ ସ୍ଥାନ ଚିହ୍ନିତ କର, ନଗରଗାମୀ ପଥ ମୁଣ୍ଡରେ ଚିହ୍ନିତ କର।
20 あなたはまたアンモンの人々のラバと、ユダと、堅固な城の町エルサレムとにつるぎの来る道を設けよ。
ଅମ୍ମୋନ-ସନ୍ତାନଗଣର ରବ୍ବାକୁ ଓ ପ୍ରାଚୀର-ବେଷ୍ଟିତ ଯିରୂଶାଲମସ୍ଥ ଯିହୁଦାକୁ ଖଡ୍ଗ ଆସିବା ନିମନ୍ତେ ତୁମ୍ଭେ ପଥ ପ୍ରସ୍ତୁତ କର।
21 バビロンの王は道の分れ目、二つの道のはじめに立って占いをし、矢をふり、テラピムに問い、肝を見る。
କାରଣ ବାବିଲ ରାଜା ମନ୍ତ୍ର ପାଠ କରିବା ନିମନ୍ତେ ଦୁଇ ପଥର ସଙ୍ଗମ ସ୍ଥାନରେ, ଅର୍ଥାତ୍‍, ଦୁଇ ପଥର ମୁଣ୍ଡରେ ଠିଆ ହେଲା; ସେ ତୀରସବୁ ଏଣେତେଣେ ହଲାଇଲା, ସେ ଠାକୁରମାନଙ୍କୁ ମନ୍ତ୍ରଣା ପଚାରିଲା, ସେ ଯକୃତ ନିରୀକ୍ଷଣ କଲା।
22 彼の右にエルサレムのために占いが出る。すなわち口を開いて叫び、声をあげ、ときを作り、門に向かって城くずしを設け、塁を築き、雲悌を建てよと言う。
ତାହାର ଦକ୍ଷିଣ ହସ୍ତରେ ଯିରୂଶାଲମ ନାମରେ, ଅର୍ଥାତ୍‍, ସେହି ସ୍ଥାନରେ ପ୍ରାଚୀର-ଭେଦକ ଯନ୍ତ୍ର ସ୍ଥାପନ କରିବାକୁ, ବଧଆଜ୍ଞା ଦେବାକୁ, ଉଚ୍ଚସ୍ୱରରେ ସିଂହନାଦ କରିବାକୁ, ନଗରର ଦ୍ୱାରସମୂହର ବିରୁଦ୍ଧରେ ପ୍ରାଚୀର-ଭେଦକ ଯନ୍ତ୍ର ସ୍ଥାପନ କରିବାକୁ, ବନ୍ଧ ବାନ୍ଧିବାକୁ ଓ ଦୁର୍ଗ ନିର୍ମାଣ କରିବାକୁ ଯିରୂଶାଲମର ନାମରେ ମନ୍ତ୍ର ଉଠିଲା।
23 しかしこれは彼らの目には偽りの占いと思われ、彼らは堅き誓いをなした。しかし彼は、彼らを捕えることによって、罪を思い出させる。
ମାତ୍ର ସେମାନଙ୍କ ପ୍ରତି, ଅର୍ଥାତ୍‍, ଯେଉଁମାନେ ଥରକୁଥର ସେମାନଙ୍କ ନିକଟରେ ଶପଥ କରିଅଛନ୍ତି, ସେମାନଙ୍କ ଦୃଷ୍ଟିରେ ତାହା ମିଥ୍ୟା ବୋଧ ହେବ; ତଥାପି ସେମାନେ ଯେପରି ଧରାଯିବେ, ଏଥିପାଇଁ ସେ ସେମାନଙ୍କର ଅଧର୍ମ ସ୍ମରଣରେ ଆଣିବେ।
24 それゆえ、主なる神はこう言われる、あなたがたの罪は覚えられ、その反逆は現れ、その罪はすべてのわざに現れる。このようにあなたがたは、すでに覚えられているから、彼らの手に捕えられる。
ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭମାନଙ୍କର ଆଜ୍ଞା-ଲଙ୍ଘନସବୁ ଅନାବୃତ ହେବାରେ ତୁମ୍ଭେମାନେ ଆପଣାମାନଙ୍କର ଅଧର୍ମ ସ୍ମରଣ କରାଇଅଛ, ଏଥିପାଇଁ ତୁମ୍ଭମାନଙ୍କର ସକଳ କ୍ରିୟାରେ ତୁମ୍ଭମାନଙ୍କର ପାପ ପ୍ରକାଶ ପାଏ; ତୁମ୍ଭେମାନେ ସ୍ମରଣରେ ଆସିବାରୁ ତୁମ୍ଭେମାନେ ହସ୍ତରେ ଧରାଯିବ।
25 汚れた悪人であるイスラエルの君よ、あなたの終りの刑罰の時であるその日が来る。
ପୁଣି, ହେ ଆହତ ଦୁଷ୍ଟ ଇସ୍ରାଏଲୀୟ ଅଧିପତି, ଅନ୍ତିମ ଅପରାଧ ସମୟରେ ତୁମ୍ଭର ଦିନ ଉପସ୍ଥିତ ହୋଇଅଛି;
26 主なる神はこう言われる、かぶり物を脱ぎ、冠を取り離せ。すべてのものは、そのままには残らない。卑しい者は高くされ、高い者は卑しくされる。
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଶିରୋଭୂଷଣ ଦୂର କର, ରାଜମୁକୁଟ କାଢ଼ି ପକାଅ; ଏହା ସେହିପରି ଆଉ ରହିବ ନାହିଁ; ଯାହା ନୀଚ, ତାହାକୁ ଉଚ୍ଚ କର ଓ ଯାହା ଉଚ୍ଚ, ତାହାକୁ ନୀଚ କର।
27 ああ破滅、破滅、破滅、わたしはこれをこさせる。わたしが与える権威をもつ者が来る時まで、その跡形さえも残らない。
ଆମ୍ଭେ ତାହା ଓଲଟାଇ ପକାଇବା, ଓଲଟାଇ ପକାଇବା, ଓଲଟାଇ ପକାଇବା; ଯେ ଅଧିକାରୀ ଅଟନ୍ତି, ସେ ନ ଆସିବା ପର୍ଯ୍ୟନ୍ତ ଏହା ମଧ୍ୟ ଆଉ ରହିବ ନାହିଁ, ତହୁଁ ଆମ୍ଭେ ତାହାଙ୍କୁ ଏହା ଦେବା।
28 人の子よ、預言して言え。主なる神はアンモンの人々と、そのあざけりについて、こう言われる、つるぎがある。このつるぎは殺すために抜かれ、いなずまのようにひかりきらめくようにとがれている。
ପୁଣି ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କୁହ, ପ୍ରଭୁ, ସଦାପ୍ରଭୁ ଅମ୍ମୋନ-ସନ୍ତାନଗଣ ବିଷୟରେ ଓ ସେମାନଙ୍କ ଅପମାନ ବିଷୟରେ ଏହି କଥା କହନ୍ତି; ତୁମ୍ଭେ କୁହ, ଅନ୍ତିମ ଅଧର୍ମ ସମୟରେ ଯେଉଁମାନଙ୍କର ଦିନ ଉପସ୍ଥିତ ହୋଇଅଛି, ଏପରି ଆହତ ଦୁଷ୍ଟ ଲୋକମାନଙ୍କର ଗ୍ରୀବା ଉପରେ ତୁମ୍ଭକୁ ଥୋଇବା ନିମନ୍ତେ ଲୋକମାନେ ତୁମ୍ଭ ପାଇଁ ଅସାର ଦର୍ଶନ ପାଇଲେ ହେଁ ଓ ତୁମ୍ଭ ନିକଟରେ ମିଥ୍ୟା ମନ୍ତ୍ର ପାଠ କଲେ ହେଁ,
29 彼らがあなたに偽りの幻を示し、偽りを占ったゆえ、これは殺さるべき悪しき者の首の上に置かれる。彼らの終りの刑罰の時であるその日がきている。
ଖଡ୍ଗ, ଖଡ୍ଗ ନିଷ୍କୋଷ ହୋଇଅଛି, ହତ୍ୟା ଓ ଗ୍ରାସ କରିବା ନିମନ୍ତେ ତାହା ଯେପରି ବିଦ୍ୟୁତ୍ ପରି ହେବ, ଏଥିପାଇଁ ତାହା ମାର୍ଜିତ ହୋଇଅଛି।
30 これをさやに納めよ、わたしはあなたの造られた所、あなたの生れた地であなたをさばく。
ତାକୁ ପୁନର୍ବାର ତାହାର କୋଷକୁ ଫେରାଇ ଆଣ। ତୁମ୍ଭେ ଯେଉଁ ସ୍ଥାନରେ ସୃଷ୍ଟ ହୋଇଥିଲ ଓ ଯେଉଁ ଦେଶରେ ତୁମ୍ଭେ ଜନ୍ମ ହୋଇଥିଲ, ସେଠାରେ ଆମ୍ଭେ ତୁମ୍ଭର ବିଚାର କରିବା।
31 わたしの怒りをあなたに注ぎ、わたしの憤りの火をあなたに向けて燃やし、滅ぼすことに巧みな残忍な人の手にあなたを渡す。
ଆଉ, ଆମ୍ଭେ ତୁମ୍ଭ ଉପରେ ଆପଣା କ୍ରୋଧ ଢାଳିବା; ଆମ୍ଭେ ତୁମ୍ଭ ଉପରେ ଆପଣା କୋପରୂପ ଅଗ୍ନି ଫୁଙ୍କିବା; ପୁଣି, ଆମ୍ଭେ ପଶୁବତ୍‍ ଓ ବିନାଶ କରିବାକୁ ନିପୁଣ ଲୋକମାନଙ୍କ ହସ୍ତରେ ତୁମ୍ଭକୁ ସମର୍ପଣ କରିବା।
32 あなたは火のための、たきぎとなり、あなたの血は国の中に流され、覚えられることはない、主なるわたしが言う」。
ତୁମ୍ଭେ ଅଗ୍ନି ପାଇଁ ଜାଳ ସ୍ୱରୂପ ହେବ; ତୁମ୍ଭର ରକ୍ତ ଦେଶ ମଧ୍ୟରେ ପତିତ ହେବ; ତୁମ୍ଭେ ଆଉ ସ୍ମୃତିପଥରେ ଆସିବ ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ଏହା କହିଅଛୁ।”

< エゼキエル書 21 >