< Sofonias Propheta 1 >

1 Verbum Domini quod factum est ad Sophoniam, filium Chusi, filii Godoliæ, filii Amariæ, filii Ezeciæ, in diebus Josiæ, filii Amon, regis Judæ.
ଆମୋନ୍‍ଙ୍କ ପୁତ୍ର ଯିହୁଦାର ରାଜା ଯୋଶୀୟର ଅଧିକାର ସମୟରେ, ହିଜକୀୟଙ୍କ ବୃଦ୍ଧ ପ୍ରପୌତ୍ର, ଅମରୀୟଙ୍କ ପ୍ରପୌତ୍ର, ଗଦଲୀୟଙ୍କ ପୌତ୍ର, କୂଶୀଙ୍କ ପୁତ୍ର ସଫନୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା।
2 [Congregans congregabo omnia a facie terræ, dicit Dominus:
ସଦାପ୍ରଭୁ କହନ୍ତି, “ଆମ୍ଭେ ଭୂମିରୁ ସମଗ୍ର ବସ୍ତୁ ନିଃଶେଷ ରୂପେ ସଂହାର କରିବା,”
3 congregans hominem et pecus, congregans volatilia cæli et pisces maris: et ruinæ impiorum erunt, et disperdam homines a facie terræ, dicit Dominus.
“ଆମ୍ଭେ ମନୁଷ୍ୟ ଓ ପଶୁଗଣକୁ ସଂହାର କରିବା; ଆମ୍ଭେ ଆକାଶର ପକ୍ଷୀଗଣକୁ, ସମୁଦ୍ରର ମତ୍ସ୍ୟଗଣକୁ ଓ ଦୁଷ୍ଟଗଣ ସହିତ ବିଘ୍ନସକଳ ସଂହାର କରିବା; ଆଉ, ଆମ୍ଭେ ଭୂମିରୁ ମନୁଷ୍ୟକୁ ଉଚ୍ଛିନ୍ନ କରିବା,” ଏହା ସଦାପ୍ରଭୁ କହନ୍ତି।
4 Et extendam manum meam super Judam et super omnes habitantes Jerusalem: et disperdam de loco hoc reliquias Baal, et nomina ædituorum cum sacerdotibus;
ପୁଣି, “ଆମ୍ଭେ ଯିହୁଦାର ବିରୁଦ୍ଧରେ ଓ ଯିରୂଶାଲମର ନିବସୀସକଳର ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା; ଆମ୍ଭେ ଏହି ସ୍ଥାନରୁ ବାଲ୍‍ର ଅବଶିଷ୍ଟାଂଶକୁ ଓ ଯାଜକଗଣ ସହିତ ପୁରୋହିତମାନଙ୍କର ନାମ;
5 et eos qui adorant super tecta militiam cæli, et adorant et jurant in Domino, et jurant in Melchom;
ଆଉ, ଯେଉଁମାନେ ଛାତ ଉପରେ ଆକାଶର ବାହିନୀକୁ ପ୍ରଣାମ କରନ୍ତି ଓ ଯେଉଁମାନେ ସଦାପ୍ରଭୁଙ୍କ ନିକଟରେ ଶପଥ କରନ୍ତି ଓ ମାଲ୍‍କମ୍‍ ନାମରେ ଶପଥ କରି ପ୍ରଣାମ କରନ୍ତି;
6 et qui avertuntur de post tergum Domini, et qui non quæsierunt Dominum, nec investigaverunt eum.
ଆଉ, ଯେଉଁମାନେ ସଦାପ୍ରଭୁଙ୍କ ପଶ୍ଚାତ୍‍ଗମନରୁ ବିମୁଖ ହୋଇଅଛନ୍ତି; ପୁଣି, ଯେଉଁମାନେ ସଦାପ୍ରଭୁଙ୍କର ଅନ୍ଵେଷଣ କରି ନାହାନ୍ତି, କିଅବା ତାହାଙ୍କର ଅନୁସନ୍ଧାନ କରି ନାହାନ୍ତି, ସେସମସ୍ତଙ୍କୁ ଆମ୍ଭେ ଉଚ୍ଛିନ୍ନ କରିବା।”
7 Silete a facie Domini Dei, quia juxta est dies Domini: quia præparavit Dominus hostiam; sanctificavit vocatos suos.
ତୁମ୍ଭେ ପ୍ରଭୁ ସଦାପ୍ରଭୁଙ୍କ ଛାମୁରେ ନୀରବ ହୁଅ; କାରଣ ସଦାପ୍ରଭୁଙ୍କର ଦିନ ସନ୍ନିକଟ; କାରଣ ସଦାପ୍ରଭୁ ଏକ ଯଜ୍ଞର ଆୟୋଜନ କରିଅଛନ୍ତି, ସେ ଆପଣା ନିମନ୍ତ୍ରିତଗଣକୁ ପବିତ୍ର କରିଅଛନ୍ତି।
8 Et erit: in die hostiæ Domini, visitabo super principes, et super filios regis, et super omnes qui induti sunt veste peregrina;
ପୁଣି, ସଦାପ୍ରଭୁଙ୍କର ସେହି ଯଜ୍ଞ ଦିନ “ଆମ୍ଭେ ଅଧିପତିଗଣକୁ ଓ ରାଜପୁତ୍ରଗଣକୁ ଓ ବିଦେଶୀୟ ବସ୍ତ୍ରରେ ବସ୍ତ୍ରାନ୍ୱିତ ସମସ୍ତଙ୍କୁ ଦଣ୍ଡ ଦେବା।
9 et visitabo super omnem qui arroganter ingreditur super limen in die illa, qui complent domum Domini Dei sui iniquitate et dolo.
ଆଉ, ଯେଉଁମାନେ ଚୌକାଠ ଡେଇଁ କରି ଯାʼନ୍ତି, ଯେଉଁମାନେ ଆପଣାମାନଙ୍କ କର୍ତ୍ତାର ଗୃହ ଦୌରାତ୍ମ୍ୟରେ ଓ ପ୍ରବଞ୍ଚନାରେ ପରିପୂର୍ଣ୍ଣ କରନ୍ତି, ସେସମସ୍ତଙ୍କୁ ଆମ୍ଭେ ସେହି ଦିନ ଦଣ୍ଡ ଦେବା।”
10 Et erit in die illa, dicit Dominus, vox clamoris a porta piscium, et ululatus a Secunda, et contritio magna a collibus.
ପୁଣି, ସଦାପ୍ରଭୁ କହନ୍ତି, “ସେହି ଦିନ ମତ୍ସ୍ୟଦ୍ୱାରଠାରୁ କ୍ରନ୍ଦନର ଶବ୍ଦ ଓ (ନଗରର) ଦ୍ୱିତୀୟ ବିଭାଗଠାରୁ ହାହାକାର ଶବ୍ଦ ଓ ଉପପର୍ବତଗଣରୁ ମହାଭଙ୍ଗର ଶବ୍ଦ ଶୁଣାଯିବ।
11 Ululate, habitatores Pilæ: conticuit omnis populus Chanaan, disperierunt omnes involuti argento.
ହେ ମକ୍ତେଶ ନିବାସୀଗଣ, ତୁମ୍ଭେମାନେ ହାହାକାର କର, କାରଣ କିଣାନର ଲୋକ ସମସ୍ତେ ବିନଷ୍ଟ ହୋଇଅଛନ୍ତି ଓ ରୌପ୍ୟ ବାହକ ସମସ୍ତେ ଉଚ୍ଛିନ୍ନ ହୋଇଅଛନ୍ତି।
12 Et erit in tempore illo: scrutabor Jerusalem in lucernis, et visitabo super viros defixos in fæcibus suis, qui dicunt in cordibus suis: Non faciet bene Dominus, et non faciet male.
ପୁଣି, ସେହି ସମୟରେ ଆମ୍ଭେ ପ୍ରଦୀପ ଜ୍ୱଳାଇ ଯିରୂଶାଲମର ଅନ୍ଵେଷଣ କରିବା; ଆଉ, ଯେଉଁମାନେ ଆପଣା ଆପଣା ମଳ ଉପରେ ସୁସ୍ଥିର ହୋଇ ବସିଅଛନ୍ତି ଓ ମନେ ମନେ କହନ୍ତି, ସଦାପ୍ରଭୁ ମଙ୍ଗଳ କରିବେ ନାହିଁ କିଅବା ଅମଙ୍ଗଳ କରିବେ ନାହିଁ, ସେମାନଙ୍କୁ ଆମ୍ଭେ ଦଣ୍ଡ ଦେବା।
13 Et erit fortitudo eorum in direptionem, et domus eorum in desertum: et ædificabunt domos, et non habitabunt; et plantabunt vineas, et non bibent vinum earum.
ପୁଣି, ସେମାନଙ୍କର ସମ୍ପତ୍ତି ଲୁଟିତ ହେବ ଓ ସେମାନଙ୍କର ଗୃହ ଧ୍ୱଂସସ୍ଥାନ ହେବ; ଆହୁରି ସେମାନେ ଗୃହ ନିର୍ମାଣ କରିବେ, ମାତ୍ର ତହିଁରେ ବାସ କରିବେ ନାହିଁ; ଆଉ, ସେମାନେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରିବେ, ମାତ୍ର ତହିଁରୁ ଦ୍ରାକ୍ଷାରସ ପାନ କରିବେ ନାହିଁ।”
14 Juxta est dies Domini magnus: juxta est, et velox nimis. Vox diei Domini amara: tribulabitur ibi fortis.
ସଦାପ୍ରଭୁଙ୍କର ମହାଦିନ ନିକଟବର୍ତ୍ତୀ, ତାହା ଅର୍ଥାତ୍‍, ସଦାପ୍ରଭୁଙ୍କର ଦିନର ଶବ୍ଦ ନିକଟବର୍ତ୍ତୀ ଓ ଅତି ଶୀଘ୍ର ଆସୁଅଛି; ବୀରପୁରୁଷ ସେହି ସ୍ଥାନରେ ଅତିଶୟ ରୋଦନ କରୁଅଛି।
15 Dies iræ dies illa, dies tribulationis et angustiæ, dies calamitatis et miseriæ, dies tenebrarum et caliginis, dies nebulæ et turbinis,
ସେହି ଦିନ କ୍ରୋଧର ଦିନ, ସଙ୍କଟ ଓ କ୍ଳେଶର ଦିନ, ଉଜାଡ଼ ଓ ସର୍ବନାଶର ଦିନ, ଅନ୍ଧକାର ଓ ଘୋର ତିମିରର ଦିନ, ମେଘ ଓ ନିବିଡ଼ ଅନ୍ଧକାରର ଦିନ,
16 dies tubæ et clangoris super civitates munitas, et super angulos excelsos.
ତୂରୀଧ୍ୱନି ଓ ଭୟାନକ ନାଦର ଦିନ, ତାହା ପ୍ରାଚୀର-ବେଷ୍ଟିତ ନଗର ଓ ଉଚ୍ଚ ଚୂଡ଼ାସକଳର ବିପକ୍ଷରେ ଉପସ୍ଥିତ ହେବ।
17 Et tribulabo homines, et ambulabunt ut cæci, quia Domino peccaverunt; et effundetur sanguis eorum sicut humus, et corpora eorum sicut stercora.
ପୁଣି, ଆମ୍ଭେ ମନୁଷ୍ୟମାନଙ୍କ ଉପରେ ଦୁଃଖ ଘଟାଇବା, ତହିଁରେ ସେମାନେ ଅନ୍ଧ ଲୋକ ପରି ବୁଲିବେ, କାରଣ ସେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛନ୍ତି; ଆଉ, ସେମାନଙ୍କର ରକ୍ତ ଧୂଳି ପରି ଓ ସେମାନଙ୍କର ମାଂସ ମଳ ପରି ଢଳାଯିବ।
18 Sed et argentum eorum et aurum eorum non poterit liberare eos in die iræ Domini: in igne zeli ejus devorabitur omnis terra, quia consummationem cum festinatione faciet cunctis habitantibus terram.]
ପୁଣି, ସଦାପ୍ରଭୁଙ୍କ କ୍ରୋଧର ଦିନରେ ସେମାନଙ୍କର ରୂପା କିଅବା ସେମାନଙ୍କର ସୁନା ସେମାନଙ୍କୁ ଉଦ୍ଧାର କରି ପାରିବ ନାହିଁ; ମାତ୍ର ତାହାଙ୍କର ଅନ୍ତର୍ଜ୍ୱାଳାରୂପ ଅଗ୍ନିରେ ସମୁଦାୟ ଦେଶ ଗ୍ରାସିତ ହେବ; କାରଣ ସେ ଦେଶ ନିବାସୀ ସମସ୍ତଙ୍କୁ ନିଃଶେଷ କରିବେ, ହଁ, ଭୟାନକ ରୂପେ ନିଃଶେଷ କରିବେ।

< Sofonias Propheta 1 >