< Exodus 25 >

1 Locutusque est Dominus ad Moysen, dicens:
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
2 Loquere filiis Israel ut tollant mihi primitias ab omni homine qui offeret ultroneus, accipietis eas.
ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ ଆମ୍ଭ ନିମନ୍ତେ ଉପହାର ସଂଗ୍ରହ କରିବାକୁ କୁହ; ଯାହାର ହୃଦୟ ଯାହାକୁ ଇଚ୍ଛୁକ କରାଏ, ତାହାଠାରୁ ତୁମ୍ଭେମାନେ ଆମ୍ଭର ସେହି ଉପହାର ଗ୍ରହଣ କରିବ।
3 Hæc sunt autem quæ accipere debeatis: Aurum, et argentum, et æs,
ଅର୍ଥାତ୍‍, ସ୍ୱର୍ଣ୍ଣ, ରୌପ୍ୟ ଓ ପିତ୍ତଳ;
4 hyacinthum et purpuram, coccumque bis tinctum, et byssum, pilos caprarum,
ପୁଣି, ନୀଳବର୍ଣ୍ଣ, ଧୂମ୍ରବର୍ଣ୍ଣ, ସିନ୍ଦୂର ବର୍ଣ୍ଣ, ଶୁଭ୍ର କ୍ଷୌମସୂତ୍ର, ଛାଗର ଲୋମ,
5 et pelles arietum rubricatas, pellesque ianthinas, et ligna setim:
ରକ୍ତୀକୃତ ମେଷର ଚର୍ମ ଓ ଶିଶୁକ ଚର୍ମ, ଶିଟୀମ୍‍ କାଷ୍ଠ,
6 oleum ad luminaria concinnanda: aromata in unguentum, et thymiamata boni odoris:
ଦୀପ ନିମନ୍ତେ ତୈଳ ପୁଣି, ଅଭିଷେକାର୍ଥ ତୈଳ ଓ ସୁଗନ୍ଧି ଧୂପ ନିମନ୍ତେ ଗନ୍ଧଦ୍ରବ୍ୟ,
7 lapides onychinos, et gemmas ad ornandum ephod, ac rationale.
ପୁଣି, ଏଫୋଦ ଓ ବୁକୁପଟା ନିମନ୍ତେ ଗୋମେଦକ ମଣି ପ୍ରଭୃତି ଖଚନୀୟ ପ୍ରସ୍ତର; ଏହି ସମସ୍ତ ଉପହାର ସେମାନଙ୍କଠାରୁ ଗ୍ରହଣ କରିବ।
8 Facientque mihi sanctuarium, et habitabo in medio eorum:
ସେମାନେ ଆମ୍ଭ ନିମନ୍ତେ ଗୋଟିଏ ପବିତ୍ର ସ୍ଥାନ ନିର୍ମାଣ କରନ୍ତୁ; ତହିଁରେ ଆମ୍ଭେ ସେମାନଙ୍କ ମଧ୍ୟରେ ବାସ କରିବା।
9 iuxta omnem similitudinem tabernaculi quod ostendam tibi, et omnium vasorum in cultum eius: sicque facietis illud:
ଆବାସର ଆକାର ଓ ତହିଁର ସମସ୍ତ ପାତ୍ରର ଆକାରାଦିର ଯେଉଁ ଆଦର୍ଶ ଆମ୍ଭେ ତୁମ୍ଭକୁ ଦେଖାଇବା, ତଦନୁସାରେ ତୁମ୍ଭେମାନେ ସମସ୍ତ କରିବ।
10 Arcam de lignis setim compingite, cuius longitudo habeat duos et semis cubitos: latitudo, cubitum et dimidium: altitudo, cubitum similiter ac semissem.
ଆଉ, ସେମାନେ ଅଢ଼ାଇ ହସ୍ତ ଦୀର୍ଘ, ଦେଢ଼ ହସ୍ତ ପ୍ରସ୍ଥ ଓ ଦେଢ଼ ହସ୍ତ ଉଚ୍ଚ ଶିଟୀମ୍‍ କାଷ୍ଠର ଏକ ସିନ୍ଦୁକ ନିର୍ମାଣ କରିବେ।
11 Et deaurabis eam auro mundissimo intus et foris: faciesque supra, coronam auream per circuitum:
ତହୁଁ ତୁମ୍ଭେ ନିର୍ମଳ ସୁବର୍ଣ୍ଣରେ ତାହା ମଡ଼ାଇବ; ପୁଣି, ତହିଁର ଭିତର ଓ ବାହାର ହିଁ ମଡ଼ାଇବ, ପୁଣି, ତହିଁ ଉପର ଚତୁର୍ଦ୍ଦିଗରେ ସ୍ୱର୍ଣ୍ଣର କାନ୍ଥି କରିବ।
12 et quattuor circulos aureos, quos pones per quattuor arcæ angulos: duo circuli sint in latere uno, et duo in altero.
ପୁଣି, ତହିଁ ନିମନ୍ତେ ସ୍ୱର୍ଣ୍ଣର ଚାରି କଡ଼ା ଛାଞ୍ଚରେ ଢାଳି ତହିଁର ଚାରି କୋଣରେ ଦେବ; ତହିଁର ଏକ ପାର୍ଶ୍ୱରେ ଦୁଇ କଡ଼ା ଓ ଅନ୍ୟ ପାର୍ଶ୍ୱରେ ଦୁଇ କଡ଼ା ରହିବ।
13 Facies quoque vectes de lignis setim, et operies eos auro.
ଆଉ ତୁମ୍ଭେ ଶିଟୀମ୍‍ କାଷ୍ଠରେ ଦୁଇ ସାଙ୍ଗୀ କରି ସ୍ୱର୍ଣ୍ଣରେ ମଡ଼ାଇବ।
14 Inducesque per circulos qui sunt in arcæ lateribus, ut portetur in eis:
ପୁଣି, ସିନ୍ଦୁକ ବହିବା ନିମନ୍ତେ ସିନ୍ଦୁକର ଦୁଇ ପାର୍ଶ୍ୱସ୍ଥ କଡ଼ାରେ ସେହି ସାଙ୍ଗୀ ପ୍ରବେଶ କରାଇବ।
15 qui semper erunt in circulis, nec umquam extrahentur ab eis.
ସେହି ସାଙ୍ଗୀ ସିନ୍ଦୁକର କଡ଼ାରେ ଥିବ, ତହିଁରୁ ବାହାର କରାଯିବ ନାହିଁ।
16 Ponesque in arca testificationem quam dabo tibi.
ପୁଣି, ଆମ୍ଭେ ତୁମ୍ଭକୁ ଯେଉଁ ସାକ୍ଷ୍ୟପତ୍ର ଦେବା, ତାହା ସେହି ସିନ୍ଦୁକରେ ରଖିବ।
17 Facies et propitiatorium de auro mundissimo: duos cubitos et dimidium tenebit longitudo eius, et cubitum ac semissem latitudo.
ଏଉତ୍ତାରେ ତୁମ୍ଭେ ଶୁଦ୍ଧ ସୁବର୍ଣ୍ଣରେ ଅଢ଼ାଇ ହସ୍ତ ଦୀର୍ଘ ଓ ଦେଢ଼ ହସ୍ତ ପ୍ରସ୍ଥ ଏକ ପାପାଚ୍ଛାଦନ ନିର୍ମାଣ କରିବ।
18 Duos quoque Cherubim aureos et productiles facies, ex utraque parte oraculi.
ତୁମ୍ଭେ ସୁବର୍ଣ୍ଣର ଦୁଇ କିରୂବ ପ୍ରସ୍ତୁତ କରିବ; ପିଟାକର୍ମରେ ତାହା ପ୍ରସ୍ତୁତ କରି ସେହି ପାପାଚ୍ଛାଦନର ଦୁଇ ମୁଣ୍ଡରେ ଦେବ।
19 Cherub unus sit in latere uno, et alter in altero.
ଏକ କିରୂବ ଏକ ମୁଣ୍ଡରେ ଓ ଅନ୍ୟ କିରୂବ ଅନ୍ୟ ମୁଣ୍ଡରେ ସ୍ଥାପନ କରିବ; ଦୁଇ କିରୂବକୁ ପାପାଚ୍ଛାଦନ ସହିତ ସଂଲଗ୍ନ ଓ ତହିଁର ଦୁଇ ପ୍ରାନ୍ତରେ ଉଭା କରି ସ୍ଥାପନ କରିବ।
20 Utrumque latus propitiatorii tegant expandentes alas, et operientes oraculum, respiciantque se mutuo versis vultibus in propitiatorium quo operienda est arca,
ପୁଣି, କିରୂବମାନେ ପରସ୍ପର ସମ୍ମୁଖୀନ ହୋଇ ପକ୍ଷ ଊର୍ଦ୍ଧ୍ୱକୁ ବିସ୍ତାର କରି ପାପାଚ୍ଛାଦନ ଆବରଣ କରିବେ; ପାପାଚ୍ଛାଦନ ପ୍ରତି କିରୂବମାନଙ୍କର ମୁଖ ରହିବ।
21 in qua pones testimonium quod dabo tibi.
ତୁମ୍ଭେ ସେହି ପାପାଚ୍ଛାଦନ ସେହି ସିନ୍ଦୁକ ଉପରେ ରଖିବ, ପୁଣି, ଆମ୍ଭେ ତୁମ୍ଭକୁ ଯେଉଁ ସାକ୍ଷ୍ୟପତ୍ର ଦେବା, ତାହା ସେହି ସିନ୍ଦୁକ ଭିତରେ ଥୋଇବ।
22 Inde præcipiam, et loquar ad te supra propitiatorium, ac de medio duorum Cherubim, qui erunt super arcam testimonii, cuncta quæ mandabo per te filiis Israel.
ଆଉ ଆମ୍ଭେ ସେହି ସ୍ଥାନରେ ତୁମ୍ଭ ସହିତ ସାକ୍ଷାତ କରିବା ଓ ପାପାଚ୍ଛାଦନର ଉପରି ଭାଗରୁ, ଅର୍ଥାତ୍‍, ସାକ୍ଷ୍ୟ-ସିନ୍ଦୁକର ଉପରିସ୍ଥ କିରୂବ ଦ୍ୱୟ ମଧ୍ୟରୁ ତୁମ୍ଭ ସଙ୍ଗେ ଆଳାପ କରି ଇସ୍ରାଏଲ-ସନ୍ତାନଗଣ ବିଷୟକ ଆମ୍ଭର ସମସ୍ତ ଆଜ୍ଞା ତୁମ୍ଭକୁ ଜଣାଇବା।
23 Facies et mensam de lignis setim, habentem duos cubitos longitudinis, et in latitudine cubitum, et in altitudine cubitum et semissem.
ତହିଁ ଉତ୍ତାରେ ତୁମ୍ଭେ ଶିଟୀମ୍‍ କାଷ୍ଠରେ ଦୁଇ ହସ୍ତ ଦୀର୍ଘ ଓ ଏକ ହସ୍ତ ପ୍ରସ୍ଥ ଓ ଦେଢ଼ ହସ୍ତ ଉଚ୍ଚ ଗୋଟିଏ ମେଜ ନିର୍ମାଣ କରି
24 Et inaurabis eam auro purissimo: faciesque illi labium aureum per circuitum,
ନିର୍ମଳ ସ୍ୱର୍ଣ୍ଣରେ ତାହା ମଡ଼ାଇବ, ପୁଣି, ତହିଁର ଚତୁର୍ଦ୍ଦିଗରେ ସ୍ୱର୍ଣ୍ଣର କାନ୍ଥି କରିବ।
25 et ipsi labio coronam interrasilem altam quattuor digitis: et super illam, alteram coronam aureolam.
ପୁଣି, ତହିଁର ଚତୁର୍ଦ୍ଦିଗରେ ଚତୁରଙ୍ଗୁଳି ପରିମିତ ଏକ ବେଷ୍ଟନ କରିବ ଓ ସେହି ବେଷ୍ଟନର ଚତୁର୍ଦ୍ଦିଗରେ ସୁବର୍ଣ୍ଣ କାନ୍ଥି କରିବ।
26 Quattuor quoque circulos aureos præparabis, et pones eis in quattuor angulis eiusdem mensæ per singulos pedes.
ଆଉ ସୁବର୍ଣ୍ଣ ନିର୍ମିତ ଚାରି କଡ଼ା କରି ତହିଁର ଚାରି ପାହ୍ୟାର ଚାରି କୋଣରେ ରଖିବ।
27 Subter coronam erunt circuli aurei, ut mittantur vectes per eos, et possit mensa portari.
ମେଜ ବହନାର୍ଥେ ସାଙ୍ଗୀର ଘରା ନିମନ୍ତେ ସେହି କଡ଼ା ବେଷ୍ଟନ-ପାର୍ଶ୍ୱରେ ଥିବ।
28 Ipsos quoque vectes facies de lignis setim, et circumdabis auro ad subvehendam mensam.
ପୁଣି, ସେହି ମେଜ ବହନାର୍ଥେ ଶିଟୀମ୍‍ କାଷ୍ଠରେ ସାଙ୍ଗୀ ପ୍ରସ୍ତୁତ କରି ସ୍ୱର୍ଣ୍ଣରେ ମଡ଼ାଇବ।
29 Parabis et acetabula, ac phialas, thuribula, et cyathos, in quibus offerenda sunt libamina, ex auro purissimo.
ପୁଣି, ଥାଳୀ, ଚାମଚ, ଗଡ଼ୁ ଓ ଢାଳିବା ନିମନ୍ତେ ପାତ୍ର ନିର୍ମାଣ କରିବ, ଏହି ସମସ୍ତ ଶୁଦ୍ଧ ସୁବର୍ଣ୍ଣରେ ନିର୍ମାଣ କରିବ।
30 Et pones super mensam panes propositionis in conspectu meo semper.
ତୁମ୍ଭେ ସେହି ମେଜ ଉପରେ ଆମ୍ଭ ସମ୍ମୁଖରେ ସର୍ବଦା ଦର୍ଶନୀୟ ରୁଟି ରଖିବ।
31 Facies et candelabrum ductile de auro mundissimo, hastile eius, et calamos, scyphos, et sphærulas, ac lilia ex ipso procedentia.
ଆହୁରି, ତୁମ୍ଭେ ନିର୍ମଳ ସୁବର୍ଣ୍ଣର ଏକ ଦୀପବୃକ୍ଷ ନିର୍ମାଣ କରିବ; ପିଟାକର୍ମରେ ଦୀପବୃକ୍ଷ, ତହିଁର ଗଣ୍ଡି ଓ ଶାଖା ନିର୍ମିତ ହେବ; ଆଉ ଗୋଲାଧାର, କଳିକା ଓ ପୁଷ୍ପ ତହିଁରେ ସଂଲଗ୍ନ ରହିବ।
32 Sex calami egredientur de lateribus, tres ex uno latere, et tres ex altero.
ଅର୍ଥାତ୍‍, ତହିଁର ଏକ ପାର୍ଶ୍ୱରୁ ତିନି ଦୀପଶାଖା ଓ ଅନ୍ୟ ପାର୍ଶ୍ୱରୁ ତିନି ଦୀପଶାଖା, ଏହିରୂପେ ଦୁଇ ପାର୍ଶ୍ୱରୁ ଛଅ ଶାଖା ନିର୍ଗତ ହେବ।
33 Tres scyphi quasi in nucis modum per calamos singulos, sphærulaque simul, et lilium: et tres similiter scyphi instar nucis in calamo altero, sphærulaque simul et lilium. Hoc erit opus sex calamorum, qui producendi sunt de hastili:
ତହିଁର ଏକ ଶାଖାରେ ବାଦାମପୁଷ୍ପାକୃତି ତିନି ଗୋଲାଧାର, କଳିକା ଓ ପୁଷ୍ପ ରହିବ, ପୁଣି, ଅନ୍ୟ ଶାଖାରେ ବାଦାମପୁଷ୍ପାକୃତି ତିନି ଗୋଲାଧାର, କଳିକା ଓ ପୁଷ୍ପ ରହିବ; ସେହି ଦୀପବୃକ୍ଷରୁ ନିର୍ଗତ ଛଅ ଶାଖାରେ ଏହିରୂପେ ହେବ।
34 in ipso autem candelabro erunt quattuor scyphi in nucis modum, sphærulæque per singulos, et lilia.
ମାତ୍ର ଦୀପବୃକ୍ଷରେ ବାଦାମପୁଷ୍ପାକୃତି ଚାରି ଗୋଲାଧାର, କଳିକା ଓ ପୁଷ୍ପ ରହିବ;
35 Sphærulæ sub duobus calamis per tria loca, qui simul sex fiunt procedentes de hastili uno.
ପୁଣି, ସେହି ଦୀପବୃକ୍ଷରୁ ଯେଉଁ ଛଅ ଶାଖା ନିର୍ଗତ ହୁଏ, ସେମାନଙ୍କ ଏକ ଶାଖାଦ୍ୱୟର ତଳେ ଏକ କଳିକା ଓ ଦ୍ୱିତୀୟ ଶାଖାଦ୍ୱୟର ତଳେ ଏକ କଳିକା ଓ ତୃତୀୟ ଶାଖାଦ୍ୱୟର ତଳେ ଏକ କଳିକା ରହିବ।
36 Et sphærulæ igitur et calami ex ipso erunt, universa ductilia de auro purissimo.
ଆଉ, କଳିକା, ଶାଖା ତହିଁର ଅଂଶ ହେବ ଓ ସମସ୍ତ ନିର୍ମଳ ସ୍ୱର୍ଣ୍ଣରେ ନିର୍ମିତ ଏକ ପିଟାକର୍ମ ହେବ।
37 Facies et lucernas septem, et pones eas super candelabrum, ut luceant ex adverso.
ଆଉ, ତୁମ୍ଭେ ତହିଁ ପାଇଁ ସପ୍ତ ପ୍ରଦୀପ ନିର୍ମାଣ କରିବ; ତହିଁରେ ଲୋକମାନେ ସେହି ପ୍ରଦୀପ ଜ୍ୱଳାଇଲେ, ତହିଁର ସମ୍ମୁଖରେ ଆଲୁଅ ହେବ
38 Emunctoria quoque, et ubi quæ emuncta sunt extinguantur, fiant de auro purissimo.
ଏବଂ ନିର୍ମଳ ସୁବର୍ଣ୍ଣରେ ତହିଁର ଚିମୁଟା ଓ ଅଙ୍ଗାରଦାନି ନିର୍ମାଣ କରିବ।
39 Omne pondus candelabri cum universis vasis suis habebit talentum auri purissimi.
ଏହି ଦୀପବୃକ୍ଷ ଓ ତହିଁର ସାମଗ୍ରୀ ସର୍ବସୁଦ୍ଧା ଏକ ତାଳନ୍ତ ନିର୍ମଳ ସୁବର୍ଣ୍ଣରେ ନିର୍ମିତ ହେବ।
40 Inspice, et fac secundum exemplar quod tibi in monte monstratum est.
ସାବଧାନ, ପର୍ବତରେ ତୁମ୍ଭକୁ ତହିଁର ଯେଉଁ ଯେଉଁ ଆଦର୍ଶ ପ୍ରଦର୍ଶିତ ହୋଇଅଛି, ସେହିରୂପେ ସମସ୍ତ କର।

< Exodus 25 >