< I Regum 20 >

1 Porro Benadad rex Syriae, congregavit omnem exercitum suum, et triginta duos reges secum, et equos, et currus: et ascendens pugnabat contra Samariam, et obsidebat eam.
ଏଥିଉତ୍ତାରେ ଅରାମର ରାଜା ବିନ୍‍ହଦଦ୍‍ ଆପଣାର ସମସ୍ତ ସୈନ୍ୟ ଏକତ୍ର କଲା; ପୁଣି, ତାହା ସଙ୍ଗେ ବତିଶ ରାଜା, ଆଉ ଅଶ୍ୱ ଓ ରଥମାନ ଥିଲେ; ପୁଣି, ସେ ଯାଇ ଶମରୀୟା ଅବରୋଧ କରି ତହିଁ ବିରୁଦ୍ଧରେ ଯୁଦ୍ଧ କଲା।
2 Mittensque nuncios ad Achab regem Israel in civitatem,
ଆଉ ନଗର ମଧ୍ୟକୁ ଇସ୍ରାଏଲର ରାଜା ଆହାବଙ୍କ ନିକଟକୁ ଦୂତଗଣ ପଠାଇ ତାଙ୍କୁ କହିଲା, “ବିନ୍‍ହଦଦ୍‍ ଏହି କଥା କହନ୍ତି,
3 ait: Haec dicit Benadad: Argentum tuum, et aurum tuum meum est: et uxores tuae, et filii tui optimi, mei sunt.
‘ତୁମ୍ଭର ରୂପା ଓ ତୁମ୍ଭର ସୁନା ମୋହର ଅଟେ, ତୁମ୍ଭର ଭାର୍ଯ୍ୟା ଓ ତୁମ୍ଭର ସନ୍ତାନମାନେ, ମଧ୍ୟ ସର୍ବୋତ୍ତମ ଯେତେ, ମୋହର ଅଟନ୍ତି।’”
4 Responditque rex Israel: Iuxta verbum tuum, domine mi rex, tuus sum ego, et omnia mea.
ଏଥିରେ ଇସ୍ରାଏଲର ରାଜା ଉତ୍ତର କରି କହିଲେ, “ହେ ମୋହର ପ୍ରଭୋ, ମହାରାଜ, ଆପଣଙ୍କ ବାକ୍ୟାନୁସାରେ ମୁଁ ଓ ମୋର ସର୍ବସ୍ୱ ହିଁ ଆପଣଙ୍କର।”
5 Revertentesque nuncii, dixerunt: Haec dicit Benadad, qui misit nos ad te: Argentum tuum, et aurum tuum, et uxores tuas, et filios tuos dabis mihi.
ଏଉତ୍ତାରେ ଦୂତମାନେ ପୁନର୍ବାର ଆସି କହିଲେ, “ବିନ୍‍ହଦଦ୍‍ ଏହି କଥା କହନ୍ତି, ‘ତୁମ୍ଭେ ଆପଣା ରୂପା, ଆପଣା ସୁନା, ଆପଣା ଭାର୍ଯ୍ୟା ଓ ଆପଣା ସନ୍ତାନମାନଙ୍କୁ ମୋʼ ହସ୍ତରେ ସମର୍ପଣ କର ବୋଲି ମୁଁ ତୁମ୍ଭକୁ କହି ପଠାଇଲି;
6 Cras igitur hac eadem hora mittam servos meos ad te, et scrutabuntur domum tuam, et domum servorum tuorum: et omne, quod eis placuerit, ponent in manibus suis, et auferent.
ମାତ୍ର କାଲି ପ୍ରାୟ ଏହି ସମୟରେ ମୁଁ ତୁମ୍ଭ ନିକଟକୁ ଆପଣା ଦାସମାନଙ୍କୁ ପଠାଇବି, ଆଉ ସେମାନେ ତୁମ୍ଭ ଗୃହ ଓ ତୁମ୍ଭ ଦାସମାନଙ୍କ ଗୃହ ଅନୁସନ୍ଧାନ କରିବେ; ପୁଣି, ତୁମ୍ଭ ଦୃଷ୍ଟିରେ ଯାହା ଯାହା ମନୋହର, ତାହାସବୁ ସେମାନେ ହାତରେ ଧରି ନେଇଯିବେ।’”
7 Vocavit autem rex Israel omnes seniores terrae, et ait: Animadvertite, et videte quoniam insidietur nobis. misit enim ad me pro uxoribus meis, et filiis, et pro argento et auro: et non abnui.
ତେବେ ଇସ୍ରାଏଲର ରାଜା ଦେଶର ସମସ୍ତ ପ୍ରାଚୀନବର୍ଗଙ୍କୁ ଡକାଇ କହିଲେ, “ବିନୟ କରୁଅଛି, ତୁମ୍ଭେମାନେ ବିଚାର କରି ଦେଖ, ଏ ଲୋକ କିପରି ଅନିଷ୍ଟ ଚେଷ୍ଟା କରୁଅଛି; କାରଣ ସେ ମୋʼ ଭାର୍ଯ୍ୟା ଓ ସନ୍ତାନଗଣ ପାଇଁ, ପୁଣି, ମୋହର ରୂପା ଓ ସୁନା ପାଇଁ ଲୋକ ପଠାନ୍ତେ, ମୁଁ ତାହାକୁ ମନା କଲି ନାହିଁ।”
8 Dixeruntque omnes maiores natu, et universus populus ad eum: Non audias, neque acquiescas illi.
ଏଥିରେ ସମସ୍ତ ପ୍ରାଚୀନବର୍ଗ ଓ ସମୁଦାୟ ଲୋକ ତାଙ୍କୁ କହିଲେ, “ଆପଣ ତାହାର କଥାରେ କର୍ଣ୍ଣ ନ ଦେଉନ୍ତୁ, ଅବା ସମ୍ମତ ନ ହେଉନ୍ତୁ।”
9 Respondit itaque nunciis Benadad: Dicite domino meo regi: Omnia propter quae misisti ad me servum tuum in initio, faciam: hanc autem rem facere non possum.
ଏହେତୁ ସେ ବିନ୍‍ହଦଦ୍‍ର ଦୂତମାନଙ୍କୁ କହିଲେ, “ମୋହର ପ୍ରଭୁ ମହାରାଜଙ୍କୁ କୁହ, ଆପଣ ପ୍ରଥମେ ଆପଣା ଦାସ ନିକଟକୁ ଯହିଁ ପାଇଁ ପଠାଇଥିଲେ, ସେସବୁ ମୁଁ କରିବି; ମାତ୍ର ଏହି କାର୍ଯ୍ୟ ମୁଁ କରି ପାରିବି ନାହିଁ।” ତହୁଁ ଦୂତମାନେ ପ୍ରସ୍ଥାନ କରି ତାହାକୁ ସମ୍ବାଦ ଦେଲେ।
10 Reversique nuncii retulerunt ei. Qui remisit, et ait: Haec faciant mihi dii, et haec addant, si suffecerit pulvis Samariae pugillis omnis populi, qui sequitur me.
ଏଉତ୍ତାରେ ବିନ୍‍ହଦଦ୍‍ ତାଙ୍କ ନିକଟକୁ ଲୋକ ପଠାଇ କହିଲା, “ଯେବେ ଶମରୀୟାର ଧୂଳି ମୋʼ ପଶ୍ଚାତ୍‍ଗାମୀ ସମସ୍ତ ଲୋକଙ୍କ ପୂର୍ଣ୍ଣ ମୁଷ୍ଟି ନିମନ୍ତେ ଯଥେଷ୍ଟ ହୁଏ, ତେବେ ଦେବତାମାନେ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ମୋତେ ଦେଉନ୍ତୁ।”
11 Et respondens rex Israel, ait: Dicite ei: Ne glorietur accinctus aeque ut discinctus.
ତହୁଁ ଇସ୍ରାଏଲର ରାଜା ଉତ୍ତର କରି କହିଲେ, “ତାହାକୁ କୁହ, ଯେ ସଜ୍ଜା ପରିଧାନ କରେ, ସେ ସଜ୍ଜା ତ୍ୟାଗ କରିବା ଲୋକ ତୁଲ୍ୟ ଦର୍ପ ନ କରୁ।”
12 Factum est autem, cum audisset Benadad verbum istud, bibebat ipse et reges in umbraculis, et ait servis suis: Circumdate civitatem. Et circumdederunt eam.
ବିନ୍‍ହଦଦ୍‍ ଓ ରାଜାମାନେ କୁଟୀରରେ ପାନ କରୁଥିବା ସମୟରେ ସେ ଏହି ସମ୍ବାଦ ଶୁଣି ଆପଣା ଦାସମାନଙ୍କୁ କହିଲା, “ଆପଣାମାନଙ୍କୁ ସଜାଅ।” ତହୁଁ ସେମାନେ ନଗର ବିରୁଦ୍ଧରେ ଆପଣାମାନଙ୍କୁ ସଜାଇଲେ।
13 Et ecce propheta unus accedens ad Achab regem Israel, ait ei: Haec dicit Dominus: Certe vidisti omnem multitudinem hanc nimiam? ecce, ego tradam eam in manu tua hodie: ut scias, quia ego sum Dominus.
ଏଥିମଧ୍ୟରେ ଦେଖ, ଜଣେ ଭବିଷ୍ୟଦ୍‍ବକ୍ତା ଇସ୍ରାଏଲର ରାଜା ଆହାବଙ୍କ ନିକଟକୁ ଆସି କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେ କି ଏହି ସମସ୍ତ ମହାଜନତା ଦେଖିଅଛ? ଦେଖ, ଆମ୍ଭେ ଆଜି ତାହା ତୁମ୍ଭ ହସ୍ତରେ ସମର୍ପଣ କରିବା, ଆଉ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେ ଜ୍ଞାତ ହେବ।’”
14 Et ait Achab: Per quem? Dixitque ei: Haec dicit Dominus: Per pedissequos principum provinciarum. Et ait: Quis incipiet praeliari? Et ille dixit: Tu.
ତହିଁରେ ଆହାବ ପଚାରିଲେ, “କାହା ଦ୍ୱାରା?” ସେ କହିଲେ, ସଦାପ୍ରଭୁ ଏହି କଥା କହନ୍ତି; ପ୍ରଦେଶର ଅଧିପତିମାନଙ୍କ ଯୁବା ଲୋକଙ୍କ ଦ୍ୱାରା। ତେବେ ସେ ପଚାରିଲେ, “କିଏ ଯୁଦ୍ଧ ଆରମ୍ଭ କରିବ?” ତହିଁରେ ସେ ଉତ୍ତର କଲେ, “ତୁମ୍ଭେ।”
15 Recensuit ergo pueros principum provinciarum, et reperit numerum ducentorum triginta duorum: et recensuit post eos populum, omnes filios Israel, septem millia.
ତହୁଁ ସେ ପ୍ରଦେଶର ଅଧିପତିମାନଙ୍କ ଯୁବା ଲୋକଙ୍କୁ ଗଣନା କଲେ, ସେମାନେ ଦୁଇ ଶହ ବତିଶ ଜଣ ହେଲେ, ପୁଣି, ସେମାନଙ୍କ ଉତ୍ତାରେ ସମୁଦାୟ ଲୋକଙ୍କୁ, ଅର୍ଥାତ୍‍, ସମଗ୍ର ଇସ୍ରାଏଲ-ସନ୍ତାନଙ୍କୁ ଗଣନା କରନ୍ତେ, ସାତ ସହସ୍ର ଜଣ ହେଲେ।
16 et egressi sunt meridie. Benadad autem bibebat temulentus in umbraculo suo, et reges triginta duo cum eo, qui ad auxilium eius venerant.
ଏଉତ୍ତାରେ ସେମାନେ ମଧ୍ୟାହ୍ନ କାଳରେ ବାହାରିଲେ। ମାତ୍ର ବିନ୍‍ହଦଦ୍‍ ଓ ତାହାର ସାହାଯ୍ୟକାରୀ ବତିଶ ଜଣ ରାଜା କୁଟୀରରେ ପାନ କରି ମତ୍ତ ହେଉଥିଲେ।
17 Egressi sunt autem pueri principum provinciarum in prima fronte. Misit itaque Benadad. Qui nunciaverunt ei, dicentes: Viri egressi sunt de Samaria.
ଏହି ସମୟରେ ପ୍ରଦେଶର ଅଧିପତିମାନଙ୍କ ଯୁବା ଲୋକେ ପ୍ରଥମେ ବାହାରିଲେ; ତହିଁରେ ବିନ୍‍ହଦଦ୍‍ ଲୋକ ପଠାନ୍ତେ, ସେମାନେ ତାହାକୁ ସମ୍ବାଦ ଦେଇ କହିଲେ, “ଶମରୀୟାରୁ ଲୋକେ ଆସିଅଛନ୍ତି।”
18 Et ille ait: Sive pro pace veniunt, apprehendite eos vivos: sive ut praelientur, vivos eos capite.
ତହୁଁ ସେ କହିଲା, “ସେମାନେ ସନ୍ଧି ପାଇଁ ଆସିଥିଲେ, ସେମାନଙ୍କୁ ଜୀବିତ ଧର, ପୁଣି, ଯୁଦ୍ଧ ପାଇଁ ଆସିଥିଲେ ମଧ୍ୟ ସେମାନଙ୍କୁ ଜୀବିତ ଧର।”
19 Egressi sunt ergo pueri principum provinciarum, ac reliquus exercitus sequebatur:
ଏଥିମଧ୍ୟରେ ପ୍ରଦେଶର ଅଧିପତିମାନଙ୍କ ସେହି ଯୁବାମାନେ ଓ ସେମାନଙ୍କ ପଶ୍ଚାତ୍‍ଗାମୀ ସୈନ୍ୟଦଳ ନଗରରୁ ବାହାରିଲେ।
20 et percussit unusquisque virum, qui contra se veniebat: fugeruntque Syri, et persecutus est eos Israel. Fugit quoque Benadad rex Syriae in equo cum equitibus suis.
ପୁଣି, ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିଯୋଦ୍ଧାକୁ ବଧ କଲେ; ତହିଁରେ ଅରାମୀୟମାନେ ପଳାଇଲେ ଓ ଇସ୍ରାଏଲ ସେମାନଙ୍କ ପଛେ ପଛେ ଗୋଡ଼ାଇଲେ; ପୁଣି, ଅରାମର ରାଜା ବିନ୍‍ହଦଦ୍‍ ଅଶ୍ୱାରୋହୀମାନଙ୍କ ସହିତ ଏକ ଅଶ୍ୱ ଆରୋହଣ କରି ରକ୍ଷା ପାଇଲା।
21 Necnon egressus rex Israel percussit equos et currus, et percussit Syriam plaga magna.
ଏଥିରେ ଇସ୍ରାଏଲର ରାଜା ବାହାରକୁ ଯାଇ ଅଶ୍ୱ ଓ ରଥସକଳ ଆଘାତ କଲେ ଓ ଅରାମୀୟମାନଙ୍କୁ ମହାସଂହାରରେ ବଧ କଲେ।
22 (Accedens autem propheta ad regem Israel, dixit ei: Vade, et confortare, et scito, et vide quid facias: sequenti enim anno rex Syriae ascendet contra te.)
ଏଉତ୍ତାରେ ସେହି ଭବିଷ୍ୟଦ୍‍ବକ୍ତା ଇସ୍ରାଏଲର ରାଜାଙ୍କ ନିକଟକୁ ଆସି ତାଙ୍କୁ କହିଲେ, “ଯାଅ, ଆପଣାକୁ ସବଳ କର ଓ ଯାହା କରୁଅଛ, ତାହା ବିଚାର କରି ଦେଖ; କାରଣ ଆସନ୍ତା ବର୍ଷ ଅରାମର ରାଜା ପୁନର୍ବାର ତୁମ୍ଭ ବିରୁଦ୍ଧରେ ଆସିବ।”
23 Servi vero regis Syriae dixerunt ei: Dii montium sunt dii eorum, ideo superaverunt nos: sed melius est ut pugnemus contra eos in campestribus, et obtinebimus eos.
ଏଥିଉତ୍ତାରେ ଅରାମ-ରାଜାର ଦାସମାନେ ତାହାକୁ କହିଲେ, “ସେମାନଙ୍କ ଦେବତା ପର୍ବତଗଣର ଦେବତା ଅଟନ୍ତି; ଏଥିପାଇଁ ସେମାନେ ଆମ୍ଭମାନଙ୍କ ଅପେକ୍ଷା ବଳବାନ ହେଲେ; ମାତ୍ର ଆମ୍ଭେମାନେ ଯଦି ପଦାରେ ସେମାନଙ୍କ ସଙ୍ଗେ ଯୁଦ୍ଧ କରୁ, ତେବେ ଆମ୍ଭେମାନେ ସେମାନଙ୍କ ଅପେକ୍ଷା ନିଶ୍ଚୟ ଅଧିକ ବଳବାନ ହେବା।
24 Tu ergo verbum hoc fac: Amove reges singulos ab exercitu tuo, et pone principes pro eis:
ଏଣୁ ଏହି କାର୍ଯ୍ୟ କରନ୍ତୁ; ରାଜାମାନଙ୍କର ପ୍ରତି ଜଣକୁ ଆପଣା ଆପଣା ସ୍ଥାନରୁ କାଢ଼ି ଦେଉନ୍ତୁ ଓ ସେମାନଙ୍କ ସ୍ଥାନରେ ସେନାପତିମାନଙ୍କୁ ରଖନ୍ତୁ;
25 et instaura numerum militum, qui ceciderunt de tuis, et equos secundum equos pristinos, et currus secundum currus, quos ante habuisti: et pugnabimus contra eos in campestribus, et videbis quod obtinebimus eos. Credidit consilio eorum, et fecit ita.
ଆଉ ଆପଣ ଯେଉଁ ସୈନ୍ୟ ହରାଇଅଛନ୍ତି, ତାହାରି ପରି ସୈନ୍ୟ ଓ ଅଶ୍ୱ ବଦଳେ ଅଶ୍ୱ ଓ ରଥ ବଦଳେ ରଥ ସଂଗ୍ରହ କରନ୍ତୁ; ତହୁଁ ଆମ୍ଭେମାନେ ପଦାରେ ସେମାନଙ୍କ ସଙ୍ଗେ ଯୁଦ୍ଧ କରିବା, ଆଉ ନିଶ୍ଚୟ ଆମ୍ଭେମାନେ ସେମାନଙ୍କ ଅପେକ୍ଷା ଅଧିକ ବଳବାନ ହେବା।” ଏଥିରେ ରାଜା ସେମାନଙ୍କ କଥା ଶୁଣି ସେହିରୂପ କଲା।
26 Igitur postquam annus transierat, recensuit Benadad Syros, et ascendit in Aphec ut pugnaret contra Israel.
ଏଥିଉତ୍ତାରେ ପର ବର୍ଷ ଉପସ୍ଥିତ ହୁଅନ୍ତେ, ବିନ୍‍ହଦଦ୍‍ ଅରାମୀୟମାନଙ୍କୁ ଗଣନା କରି ଇସ୍ରାଏଲ ସଙ୍ଗେ ଯୁଦ୍ଧ କରିବା ପାଇଁ ଅଫେକକୁ ଗଲା।
27 Porro filii Israel recensiti sunt, et acceptis cibariis profecti ex adverso, castraque metati sunt contra eos, quasi duo parvi greges caprarum: Syri autem repleverunt terram.
ତହିଁରେ ଇସ୍ରାଏଲ-ସନ୍ତାନଗଣ ଗଣିତ ହୋଇ ଖାଦ୍ୟ-ଦ୍ରବ୍ୟାଦି ପ୍ରସ୍ତୁତ କରି ସେମାନଙ୍କ ବିରୁଦ୍ଧରେ ଯାତ୍ରା କଲେ; ପୁଣି, ଇସ୍ରାଏଲ ସନ୍ତାନମାନେ ଦୁଇ କ୍ଷୁଦ୍ର ଛାଗପଲ ପରି ସେମାନଙ୍କ ସମ୍ମୁଖରେ ଛାଉଣି ସ୍ଥାପନ କଲେ; ମାତ୍ର ଅରାମୀୟ ଲୋକମାନେ ଦେଶଯାକ ବ୍ୟାପିଲେ।
28 (Et accedens unus vir Dei, dixit ad regem Israel: Haec dicit Dominus: Quia dixerunt Syri: Deus montium est dominus, et non est Deus Vallium: dabo omnem multitudinem hanc grandem in manu tua, et scietis quia ego sum Dominus.)
ତହିଁରେ ପରମେଶ୍ୱରଙ୍କର ଜଣେ ଲୋକ ଇସ୍ରାଏଲର ରାଜାଙ୍କ ନିକଟକୁ ଆସି କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ‘ଅରାମୀୟମାନେ କହିଅଛନ୍ତି, ସଦାପ୍ରଭୁ ପର୍ବତଗଣର ଦେବତା, ମାତ୍ର ତଳଭୂମିର ଦେବତା ନୁହନ୍ତି; ଏହେତୁ ଆମ୍ଭେ ଏହି ସମସ୍ତ ମହାଜନତାକୁ ତୁମ୍ଭ ହସ୍ତରେ ସମର୍ପଣ କରିବା, ତହିଁରେ ଆମ୍ଭେ ଯେ ସଦାପ୍ରଭୁ, ଏହା ତୁମ୍ଭେମାନେ ଜ୍ଞାତ ହେବ।’”
29 Dirigebantque septem diebus ex adverso hi, atque illi acies, septima autem die commissum est bellum: percusseruntque filii Israel de Syris centum millia peditum in die una.
ପୁଣି, ସେମାନେ ସାତ ଦିନ ସମ୍ମୁଖାସମ୍ମୁଖୀ ହୋଇ ଛାଉଣି ସ୍ଥାପନ କରି ରହିଲେ। ତହୁଁ ସପ୍ତମ ଦିନରେ ଯୁଦ୍ଧ ସଂଘଟନ ହେଲା; ତହିଁରେ ଇସ୍ରାଏଲ-ସନ୍ତାନଗଣ ଏକ ଦିନରେ ଅରାମୀୟମାନଙ୍କର ଏକ ଲକ୍ଷ ପଦାତିକ ସୈନ୍ୟ ବଧ କଲେ।
30 Fugerunt autem qui remanserant in Aphec, in civitatem: et cecidit murus super viginti septem millia hominum, qui remanserant. Porro Benadad fugiens ingressus est civitatem, in cubiculum quod erat intra cubiculum.
ମାତ୍ର ଅବଶିଷ୍ଟ ସମସ୍ତେ ଅଫେକକୁ ପଳାଇ ନଗରରେ ପ୍ରବେଶ କଲେ; ଆଉ ଅବଶିଷ୍ଟ ସତାଇଶ ହଜାର ଲୋକଙ୍କ ଉପରେ ପାଚେରୀ ପଡ଼ିଲା। ପୁଣି, ବିନ୍‍ହଦଦ୍‍ ପଳାଇ ନଗରରେ ପ୍ରବେଶ କରି ଗୋଟିଏ ଭିତର କୋଠରିକୁ ଗଲା।
31 dixeruntque ei servi sui: Ecce, audivimus quod reges domus Israel clementes sint: ponamus itaque saccos in lumbis nostris, et funiculos in capitibus nostris, et egrediamur ad regem Israel: forsitan salvabit animas nostras.
ଏଥିରେ ତାହାର ଦାସମାନେ ତାହାଙ୍କୁ କହିଲେ, “ଦେଖନ୍ତୁ, ଆମ୍ଭେମାନେ ଶୁଣିଅଛୁ ଯେ, ଇସ୍ରାଏଲ ବଂଶୀୟ ରାଜାମାନେ ଦୟାଳୁ ଅଟନ୍ତି; ଆମ୍ଭେମାନେ ଆପଣଙ୍କୁ ବିନୟ କରୁଅଛୁ, ଆସନ୍ତୁ, ଆମ୍ଭେମାନେ କଟିରେ ଅଖା ପିନ୍ଧି ଓ ମସ୍ତକରେ ରଜ୍ଜୁ ବାନ୍ଧି ଇସ୍ରାଏଲର ରାଜା ନିକଟକୁ ଯାଉ; କେଜାଣି ସେ ଆପଣଙ୍କ ପ୍ରାଣ ବଞ୍ଚାଇବେ।”
32 Accinxerunt saccis lumbos suos, et posuerunt funiculos in capitibus suis, veneruntque ad regem Israel, et dixerunt ei: Servus tuus Benadad dicit: Vivat, oro te, anima mea. Et ille ait: Si adhuc vivit, frater meus est.
ତହୁଁ ସେମାନେ କଟିରେ ଅଖା ଓ ମସ୍ତକରେ ରଜ୍ଜୁ ବାନ୍ଧି ଇସ୍ରାଏଲର ରାଜାଙ୍କ ନିକଟକୁ ଆସି କହିଲେ, “ଆପଣଙ୍କ ଦାସ ବିନ୍‍ହଦଦ୍‍ କହୁଅଛି, ‘ମୁଁ ଆପଣଙ୍କୁ ବିନୟ କରୁଅଛି, ମୋତେ ବଞ୍ଚାଉନ୍ତୁ।’” ଏଥିରେ ସେ କହିଲେ, “ସେ କʼଣ ଏଯାଏ ବଞ୍ଚିଅଛି? ସେ ତ ମୋହର ଭାଇ।”
33 Quod acceperunt viri pro omine: et festinantes rapuerunt verbum ex ore eius, atque dixerunt: Frater tuus Benadad. Et dixit eis: Ite, et adducite eum ad me. Egressus est ergo ad eum Benadad, et levavit eum in currum suum.
ସେତେବେଳେ ସେହି ଲୋକମାନେ ଯତ୍ନପୂର୍ବକ ନିରୀକ୍ଷଣ କରି ତାହାର ମନ ସେପରି କି ନାହିଁ, ଏହା ଧରିବାକୁ ଚଞ୍ଚଳ ହେଲେ; ଆଉ ସେମାନେ କହିଲେ, “ଆପଣଙ୍କ ଭ୍ରାତା ବିନ୍‍ହଦଦ୍‍।” ତେବେ ସେ କହିଲେ, “ତୁମ୍ଭେମାନେ ଯାଇ ତାହାକୁ ଆଣ।” ତହୁଁ ବିନ୍‍ହଦଦ୍‍ ତାଙ୍କ ନିକଟକୁ ଆସନ୍ତେ, ସେ ତାହାକୁ ରଥ ଉପରକୁ ଅଣାଇଲେ।
34 Qui dixit ei: Civitates, quas tulit pater meus a patre tuo, reddam: et plateas fac tibi in Damasco, sicut fecit pater meus in Samaria, et ego foederatus recedam a te. Pepigit ergo foedus, et dimisit eum.
ସେତେବେଳେ ବିନ୍‍ହଦଦ୍‍ ତାଙ୍କୁ କହିଲା, “ମୋʼ ପିତା ଆପଣଙ୍କ ପିତାଙ୍କଠାରୁ ଯେଉଁ ଯେଉଁ ନଗର ନେଇଅଛନ୍ତି, ତାହା ମୁଁ ଫେରାଇ ଦେବି; ପୁଣି, ଯେପରି ମୋʼ ପିତା ଶମରୀୟାରେ ନଗରଗୁଡ଼ିକ କରିଥିଲେ, ସେପରି ଆପଣ ଦମ୍ମେଶକରେ ଆପଣା ପାଇଁ କରିବେ।” ଏଥିରେ ଆହାବ କହିଲେ, “ମୁଁ ଏହି ନିୟମରେ ତୁମ୍ଭକୁ ଛାଡ଼ିଦେବି।” ତହୁଁ ସେ ତାହା ସଙ୍ଗେ ନିୟମ କରି ତାହାଙ୍କୁ ଛାଡ଼ିଦେଲେ।
35 Tunc vir quidam de filiis prophetarum dixit ad socium suum in sermone Domini: Percute me. At ille noluit percutere.
ଏଥିଉତ୍ତାରେ ଭବିଷ୍ୟଦ୍‍ବକ୍ତାଗଣଙ୍କ ଦଳ ମଧ୍ୟରୁ କେହି ଜଣେ ସଦାପ୍ରଭୁଙ୍କ ବାକ୍ୟରେ ଆପଣା ସଙ୍ଗୀକୁ କହିଲା, “ମୁଁ ବିନୟ କରୁଅଛି; ମୋତେ ମାର।” ମାତ୍ର ସେ ଲୋକ ତାକୁ ମାରିବା ପାଇଁ ମନା କଲା।
36 Cui ait: Quia noluisti audire vocem Domini, ecce recedes a me, et percutiet te leo. Cumque paululum recessisset ab eo, invenit eum leo, atque percussit.
ତହୁଁ ସେ ତାହାକୁ କହିଲା, “ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ମାନିଲ ନାହିଁ, ଏହେତୁ ଦେଖ, ତୁମ୍ଭେ ମୋʼ ନିକଟରୁ ପ୍ରସ୍ଥାନ କଲାକ୍ଷଣେ ସିଂହ ତୁମ୍ଭକୁ ବଧ କରିବ।” ଏଥିଉତ୍ତାରେ ସେ ପ୍ରସ୍ଥାନ କଲାକ୍ଷଣେ ସିଂହ ତାହାକୁ ଭେଟି ବଧ କଲା।
37 Sed alterum inveniens virum, dixit ad eum: Percute me. Qui percussit eum, et vulneravit.
ପୁଣି, ସେ ଆଉ ଏକ ମନୁଷ୍ୟକୁ ଭେଟି କହିଲା, “ବିନୟ କରୁଅଛି, ମୋତେ ମାର।” ତହୁଁ ସେ ଲୋକ ତାହାକୁ ମାରିଲା ଓ ମାରି ମାରି ତାହାକୁ କ୍ଷତବିକ୍ଷତ କଲା।
38 Abiit ergo propheta, et occurrit regi in via, et mutavit aspersione pulveris os et oculos suos.
ଏଥିରେ ଭବିଷ୍ୟଦ୍‍ବକ୍ତା ପ୍ରସ୍ଥାନ କରି ପଥରେ ରାଜାଙ୍କ ଅପେକ୍ଷାରେ ରହିଲା ଓ ଆପଣା ଚକ୍ଷୁ ଉପରେ ପାଗ ବାନ୍ଧି ଛଦ୍ମବେଶ ଧରିଲା।
39 Cumque rex transisset, clamavit ad regem, et ait: Servus tuus egressus est ad praeliandum cominus: cumque fugisset vir unus, adduxit eum quidam ad me, et ait: Custodi virum istum: qui si lapsus fuerit, erit anima tua pro anima eius, aut talentum argenti appendes.
ତହୁଁ ରାଜା ନିକଟ ଦେଇ ଯିବା ବେଳେ ସେ ଡାକ ପକାଇ ରାଜାଙ୍କୁ କହିଲା; “ଆପଣଙ୍କ ଦାସ ବାହାରି ଯୁଦ୍ଧ ମଧ୍ୟକୁ ଯାଇଥିଲା; ଆଉ ଦେଖନ୍ତୁ, ଜଣେ ମନୁଷ୍ୟ ମୋʼ ପାଖକୁ ଫେରି ଏକ ଲୋକକୁ ଆଣି କହିଲା, ‘ଏ ଲୋକକୁ ରଖ; ଯେବେ କୌଣସି ରୂପେ ତାହାର ସନ୍ଧାନ ନ ମିଳେ, ତେବେ ତାହାର ପ୍ରାଣ ବଦଳେ ତୁମ୍ଭର ପ୍ରାଣ ଯିବ, ନୋହିଲେ ତୁମ୍ଭେ ଏକ ତାଳନ୍ତ ରୂପା ଦେବ।’
40 Dum autem ego turbatus huc illucque me verterem, subito non comparuit. Et ait rex Israel ad eum: Hoc est iudicium tuum, quod ipse decrevisti.
ମାତ୍ର ଆପଣଙ୍କ ଦାସ ଏଣେତେଣେ କାର୍ଯ୍ୟରେ ବ୍ୟସ୍ତ ହେବା ବେଳେ ସେ ଚାଲିଗଲା।” ତହିଁରେ ଇସ୍ରାଏଲର ରାଜା ତାହାକୁ କହିଲେ, “ତୁମ୍ଭର ସେହି ପ୍ରକାର ଦଣ୍ଡ ହେବ; ତୁମ୍ଭେ ଆପେ ତାହା ନିଷ୍ପତ୍ତି କରିଅଛ।”
41 At ille statim abstersit pulverem de facie sua, et cognovit eum rex Israel, quod esset de prophetis.
ଏଉତ୍ତାରେ ସେ ଶୀଘ୍ର ଆପଣା ଚକ୍ଷୁରୁ ପାଗ କାଢ଼ି ପକାଇଲା; ତହୁଁ ସେ ଯେ ଭବିଷ୍ୟଦ୍‍ବକ୍ତାମାନଙ୍କ ମଧ୍ୟରେ ଜଣେ, ଏହା ଇସ୍ରାଏଲର ରାଜା ଚିହ୍ନିଲେ।
42 Qui ait ad eum: Haec dicit Dominus: Quia dimisisti virum dignum morte de manu tua, erit anima tua pro anima eius, et populus tuus pro populo eius.
ପୁଣି, ଭବିଷ୍ୟଦ୍‍ବକ୍ତା ତାଙ୍କୁ କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଯେଉଁ ଲୋକକୁ ବିନାଶାର୍ଥେ ନିଯୁକ୍ତ କରିଥିଲୁ, ତୁମ୍ଭେ ତାହାକୁ ଆପଣା ହସ୍ତରୁ ଛାଡ଼ି ଦେଇଅଛ, ‘ଏହେତୁ ତାହାର ପ୍ରାଣ ବଦଳେ ତୁମ୍ଭର ପ୍ରାଣ ଯିବ ଓ ତାହାର ଲୋକଙ୍କ ବଦଳେ ତୁମ୍ଭ ଲୋକମାନେ ଯିବେ।’”
43 Reversus est igitur rex Israel in domum suam, audire contemnens, et furibundus venit in Samariam.
ତହୁଁ ଇସ୍ରାଏଲର ରାଜା ବିଷଣ୍ଣ ଓ ଅତୁଷ୍ଟ ହୋଇ ଆପଣା ଗୃହକୁ ଯାଇ ଶମରୀୟାରେ ଉପସ୍ଥିତ ହେଲେ।

< I Regum 20 >