< Ii Samuelis 18 >

1 Igitur considerato David populo suo constituit super eos tribunos et centuriones,
ଏଥିଉତ୍ତାରେ ଦାଉଦ ଆପଣା ସୈନ୍ୟମାନଙ୍କୁ ଗଣନା କରି ସେମାନଙ୍କ ଉପରେ ସହସ୍ରପତି ଓ ଶତପତିଗଣଙ୍କୁ ନିଯୁକ୍ତ କଲେ।
2 et dedit populi tertiam partem sub manu Ioab, et tertiam partem sub manu Abisai filii Sarviae fratris Ioab, et tertiam partem sub manu Ethai, qui erat de Geth, dixitque rex ad populum: Egrediar et ego vobiscum.
ପୁଣି ଦାଉଦ ଯୋୟାବ ହସ୍ତରେ ସୈନ୍ୟମାନଙ୍କର ତୃତୀୟାଂଶ ଓ ଯୋୟାବର ଭ୍ରାତା, ସରୁୟାର ପୁତ୍ର ଅବୀଶୟ ହସ୍ତରେ ତୃତୀୟାଂଶ ଓ ଗାଥୀୟ ଇତ୍ତୟ ହସ୍ତରେ ତୃତୀୟାଂଶ ସମର୍ପଣ କରି ପଠାଇଲେ। ଆଉ ରାଜା ଲୋକମାନଙ୍କୁ କହିଲେ, “ମୁଁ ନିଜେ ମଧ୍ୟ ତୁମ୍ଭମାନଙ୍କ ସଙ୍ଗେ ନିଶ୍ଚୟ ଯିବି।”
3 Et respondit populus: Non exibis: sive enim fugerimus, non magnopere ad eos de nobis pertinebit: sive media pars ceciderit e nobis, non satis curabunt: quia tu unus pro decem millibus computaris: melius est igitur ut sis nobis in urbe praesidio.
ମାତ୍ର ଲୋକମାନେ କହିଲେ, “ଆପଣ ଆମ ସଙ୍ଗେ ଯୁଦ୍ଧକୁ ଯିବେ ନାହିଁ; କାରଣ ଆମ୍ଭେମାନେ ପଳାଇଲେ ସେମାନେ ଆମ୍ଭମାନଙ୍କ ନିମନ୍ତେ ଚିନ୍ତା କରିବେ ନାହିଁ; କିଅବା ଆମ୍ଭମାନଙ୍କର ଅର୍ଦ୍ଧେକ ମଲେ ହେଁ ଆମ୍ଭମାନଙ୍କ ନିମନ୍ତେ ଚିନ୍ତା କରିବେ ନାହିଁ; ମାତ୍ର ଆପଣ ଆମ୍ଭମାନଙ୍କ ଦଶ ହଜାର ସମାନ; ଏହେତୁ ନଗରରୁ ଆମ୍ଭମାନଙ୍କୁ ସାହାଯ୍ୟ କରିବା ପାଇଁ ଆପଣ ପ୍ରସ୍ତୁତ ରହିଲେ ଭଲ।”
4 Ad quos rex ait: Quod vobis videtur rectum, hoc faciam. Stetit ergo rex iuxta portam: egrediebaturque populus per turmas suas centeni, et milleni.
ତହିଁରେ ରାଜା ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କୁ ଯାହା ଭଲ ଦିଶେ, ତାହା ମୁଁ କରିବି।” ଏଉତ୍ତାରେ ରାଜା ନଗର ଦ୍ୱାରର ପାର୍ଶ୍ଵରେ ଠିଆ ହେଲା ସମୟରେ ସମସ୍ତ ଲୋକ ଶହ ଶହ ଓ ହଜାର ହଜାର ହୋଇ ବାହାରିଗଲେ।
5 Et praecepit rex Ioab, et Abisai, et Ethai, dicens: Servate mihi puerum Absalom. Et omnis populus audiebat praecipientem regem cunctis principibus pro Absalom.
ସେତେବେଳେ ରାଜା ଯୋୟାବକୁ ଓ ଅବୀଶୟକୁ ଓ ଇତ୍ତୟକୁ ଆଜ୍ଞା ଦେଇ କହିଲେ, “ମୋʼ ଲାଗି ସେହି ଯୁବା ଅବଶାଲୋମ ପ୍ରତି କୋମଳ ବ୍ୟବହାର କର।” ପୁଣି ରାଜା ଅବଶାଲୋମ ବିଷୟରେ ସମସ୍ତ ସେନାପତିଙ୍କୁ ଏହି ଆଜ୍ଞା ଦେବା ସମୟରେ ସମସ୍ତ ଲୋକ ତାହା ଶୁଣିଲେ।
6 Itaque egressus est populus in campum contra Israel, et factum est praelium in saltu Ephraim.
ଏହିରୂପେ ସୈନ୍ୟଦଳ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧକ୍ଷେତ୍ରକୁ ଗଲେ ଓ ଇଫ୍ରୟିମ ନାମକ ବନରେ ଯୁଦ୍ଧ ହେଲା।
7 Et caesus est ibi populus Israel ab exercitu David, factaque est plaga magna in die illa, viginti millium.
ତହିଁରେ ଇସ୍ରାଏଲର ସୈନ୍ୟଦଳ ସେଠାରେ ଦାଉଦଙ୍କର ଦାସମାନଙ୍କ ସମ୍ମୁଖରେ ପରାସ୍ତ ହେଲେ ଓ ସେହି ଦିନ ସେଠାରେ ମହାସଂହାର ହେଲା, ପୁଣି କୋଡ଼ିଏ ହଜାର ଲୋକ ହତ ହେଲେ।
8 Fuit autem ibi praelium dispersum super faciem omnis terrae, et multo plures erant, quos saltus consumpserat de populo, quam hi, quos voraverat gladius in die illa.
ଦେଶସାରା ଯୁଦ୍ଧ ବ୍ୟାପିଗଲା; ପୁଣି ସେହି ଦିନ ଖଡ୍ଗ ଗ୍ରାସ କରିବା ଅପେକ୍ଷା ବନ ଅଧିକ ଲୋକକୁ ଗ୍ରାସ କଲା।
9 Accidit autem ut occurreret Absalom servis David, sedens mulo: cumque ingressus fuisset mulus subter condensam quercum et magnam, adhaesit caput eius quercui: et illo suspenso inter caelum et terram, mulus, cui insederat, pertransivit.
ଆଉ ଅବଶାଲୋମ ଅକସ୍ମାତ୍‍ ଦାଉଦଙ୍କର ସୈନ୍ୟମାନଙ୍କୁ ଭେଟିଲା। ସେହି ସମୟରେ ଅବଶାଲୋମ ଖଚର ଉପରେ ଚଢ଼ିଥିଲା, ସେହି ଖଚର ଏକ ବଡ଼ ଅଲୋନ ବୃକ୍ଷର ଛନ୍ଦାଛନ୍ଦି ଶାଖା ତଳେ ଯିବାରୁ ଅବଶାଲୋମର ମସ୍ତକ ସେହି ଅଲୋନ ବୃକ୍ଷରେ ଅଟକି ରହିଲା, ତହିଁରେ ସେ ଆକାଶ ଓ ପୃଥିବୀ ମଧ୍ୟରେ ଝୁଲିଲା ଓ ଖଚର ତାହା ତଳୁ ଚାଲିଗଲା।
10 Vidit autem hoc quispiam, et nunciavit Ioab, dicens: Vidi Absalom pendere de quercu.
ସେତେବେଳେ ଜଣେ ତାହା ଦେଖି ଯୋୟାବକୁ କହିଲା, “ଦେଖ, ମୁଁ ଅବଶାଲୋମଙ୍କୁ ଅଲୋନ ବୃକ୍ଷରେ ଟଙ୍ଗାଥିବାର ଦେଖିଲି!”
11 Et ait Ioab viro, qui nunciaverat ei: Si vidisti, quare non confodisti eum cum terra, et ego dedissem tibi decem argenti siclos, et unum balteum?
ତହୁଁ ଯୋୟାବ ତାହା ଜଣାଇବା ଲୋକଙ୍କୁ କହିଲା, “ଦେଖ! ତୁମ୍ଭେ ଏହା ଦେଖିଲ, ମାତ୍ର କାହିଁକି ତୁମ୍ଭେ ସେଠାରେ ତାଙ୍କୁ ମାରି ଭୂମିରେ ପକାଇ ନ ଦେଲ? ତାହା କରିଥିଲେ, ମୁଁ ତୁମ୍ଭକୁ ଦଶ ଖଣ୍ଡ ରୂପା ଓ ଏକ କଟିବନ୍ଧନ ଦେଇଥାʼନ୍ତି।”
12 Qui dixit ad Ioab: Si appenderes in manibus meis mille argenteos, nequaquam mitterem manum meam in filium regis: audientibus enim nobis praecepit rex tibi, et Abisai, et Ethai, dicens: Custodite mihi puerum Absalom.
ତହିଁରେ ସେହି ବ୍ୟକ୍ତି ଯୋୟାବକୁ କହିଲା, “ମୁଁ ଆପଣା ଅଞ୍ଜଳିରେ ସହସ୍ର ଖଣ୍ଡ ରୂପା ପ୍ରାପ୍ତ ହେଲେ ହେଁ ସେହି ରାଜପୁତ୍ର ବିରୁଦ୍ଧରେ ଆପଣା ହସ୍ତ ପ୍ରସାର କରନ୍ତି ନାହିଁ, କାରଣ ଆମ୍ଭମାନଙ୍କ କର୍ଣ୍ଣଗୋଚରରେ ରାଜା ତୁମ୍ଭକୁ ଓ ଅବୀଶୟକୁ ଓ ଇତ୍ତୟକୁ ଏହି ଆଜ୍ଞା ଦେଇଥିଲେ, ‘ତୁମ୍ଭେମାନେ କେହି ଯୁବା ଅବଶାଲୋମଙ୍କୁ ସ୍ପର୍ଶ କରିବ ନାହିଁ।’
13 Sed et si fecissem contra animam meam audacter, nequaquam hoc regem latere potuisset, et tu stares ex adverso?
ଯଦି ମୁଁ ତାହାର ପ୍ରାଣ ବିରୁଦ୍ଧରେ ବିଶ୍ୱାସଘାତକତା କରିଥାʼନ୍ତି, ତେବେ ତୁମ୍ଭେ ନିଜେ ତ ଅଲଗା ହୋଇ ଠିଆ ହୋଇଥାʼନ୍ତ; କାରଣ ରାଜାଙ୍କଠାରୁ କୌଣସି ବିଷୟ ଗୁପ୍ତ ରହେ ନାହିଁ।”
14 Et ait Ioab: Non sicut tu vis, sed aggrediar eum coram te. Tulit ergo tres lanceas in manu sua, et infixit eas in corde Absalom: cumque adhuc palpitaret haerens in quercu,
ତେବେ ଯୋୟାବ କହିଲା, “ମୁଁ ଏପରି ବିଳମ୍ବ କରି ନ ପାରେ।” ତହୁଁ ସେ ଆପଣା ହସ୍ତରେ ତିନୋଟି ବର୍ଚ୍ଛା ନେଇ ଅବଶାଲୋମ ଅଲୋନ ବୃକ୍ଷରେ ଜୀବିତ ଥାଉ ଥାଉ ତାହା ଦେହରେ ବିନ୍ଧିଲା।
15 cucurrerunt decem iuvenes armigeri Ioab, et percutientes interfecerunt eum.
ଏଉତ୍ତାରେ ଯୋୟାବର ଅସ୍ତ୍ରବାହକ ଦଶ ଜଣ ଯୁବା ଅବଶାଲୋମଙ୍କୁ ଚାରିଆଡ଼େ ଘେରି ତାହାକୁ ଆଘାତ କରି ବଧ କଲେ।
16 Cecinit autem Ioab buccina, et retinuit populum, ne persequeretur fugientem Israel, volens parcere multitudini.
ତହୁଁ ଯୋୟାବ ତୂରୀ ବଜାନ୍ତେ, ସୈନ୍ୟମାନେ ଇସ୍ରାଏଲର ପଶ୍ଚାତ୍‍ଗମନରୁ ବାହୁଡ଼ି ଆସିଲେ; କାରଣ ଯୋୟାବ ସୈନ୍ୟମାନଙ୍କୁ ଅଟକାଇଲା।
17 Et tulerunt Absalom, et proiecerunt eum in saltu, in foveam grandem, et comportaverunt super eum acervum lapidum magnum nimis: omnis autem Israel fugit in tabernacula sua.
ଆଉ ସୈନ୍ୟମାନେ ଅବଶାଲୋମଙ୍କୁ ନେଇ ବନ ମଧ୍ୟରେ ଥିବା ଗର୍ତ୍ତରେ ପକାଇ ତାହା ଉପରେ ଏକ ବଡ଼ ପ୍ରସ୍ତରରାଶି କଲେ; ତହୁଁ ସମସ୍ତ ଇସ୍ରାଏଲ ଆପଣା ତମ୍ବୁକୁ ଗଲେ।
18 Porro Absalom erexerat sibi, cum adhuc viveret, titulum qui est in Valle regis: dixerat enim: Non habeo filium, et hoc erit monimentum nominis mei. Vocavitque titulum nomine suo, et appellatur Manus Absalom, usque ad hanc diem.
ଅବଶାଲୋମ ବଞ୍ଚିଥିବା ବେଳେ ରାଜାଙ୍କର ତଳଭୂମିରେ ଏକ ସ୍ତମ୍ଭ ନିର୍ମାଣ କରି ଆପଣା ପାଇଁ ସ୍ଥାପନ କରିଥିଲା; କାରଣ ସେ କହିଥିଲା, “ମୋʼ ନାମ ସ୍ମରଣରେ ରଖିବାକୁ ମୋହର ପୁତ୍ର ନାହିଁ;” ଏହେତୁ ସେ ଆପଣା ନାମାନୁସାରେ ସେହି ସ୍ତମ୍ଭର ନାମ ରଖିଲା; ସେହି ଦିନଠାରୁ ଅାଜି ପର୍ଯ୍ୟନ୍ତ ଅବଶାଲୋମର ସ୍ମରଣାର୍ଥକ ସ୍ତମ୍ଭ ବୋଲି ତହିଁର ନାମ ରହିଅଛି।
19 Achimaas autem filius Sadoc, ait: Curram, et nunciabo regi, quia iudicium fecerit ei Dominus de manu inimicorum eius.
ଏଉତ୍ତାରେ ସାଦୋକର ପୁତ୍ର ଅହୀମାସ୍‍ କହିଲା, “ସଦାପ୍ରଭୁ କିପରି ରାଜାଙ୍କର ଶତ୍ରୁମାନଙ୍କଠାରୁ ସୁରକ୍ଷା ଦେଇଅଛନ୍ତି, ଏହି ସୁସମ୍ବାଦ ତାଙ୍କ ନିକଟକୁ ନେବା ପାଇଁ ମୁଁ ଏବେ ଦୌଡ଼ି ଯାଏ।”
20 Ad quem Ioab dixit: Non eris nuncius in hac die, sed nunciabis in alia: hodie nolo te nunciare, filius enim regis est mortuus.
ତହିଁରେ ଯୋୟାବ ତାହାଙ୍କୁ କହିଲା, “ଆଜି ତୁମ୍ଭେ ସୁସମ୍ବାଦବାହକ ହେବ ନାହିଁ, ମାତ୍ର ଅନ୍ୟ ଦିନ ସୁସମ୍ବାଦ ନେବ; ରାଜାଙ୍କ ପୁତ୍ର ମରିଅଛି, ଏହେତୁ ଆଜି ତୁମ୍ଭେ ସୁସମ୍ବାଦ ନେବ ନାହିଁ।”
21 Et ait Ioab Chusi: Vade, et nuncia regi quae vidisti. Adoravit Chusi Ioab, et cucurrit.
ତେବେ ଯୋୟାବ କୂଶୀୟଙ୍କୁ କହିଲା, “ତୁମ୍ଭେ ଯାହା ଦେଖିଅଛ, ତାହା ତୁମ୍ଭେ ରାଜାଙ୍କୁ ଯାଇ ଜଣାଅ।” ଏଥିରେ କୂଶୀୟ ଯୋୟାବକୁ ପ୍ରଣାମ କରି ଦୌଡ଼ିଲା।
22 Rursus autem Achimaas filius Sadoc dixit ad Ioab: Quid impedit si etiam ego curram post Chusi? Dixitque ei Ioab: Quid vis currere fili mi? Veni huc! non eris boni nuncii baiulus.
ତହୁଁ ସାଦୋକର ପୁତ୍ର ଅହୀମାସ୍‍ ପୁନର୍ବାର ଯୋୟାବଙ୍କୁ କହିଲା, “ଯାହାହେଉ, ବିନୟ କରୁଅଛି, ମୁଁ ମଧ୍ୟ ସେହି କୂଶୀୟର ପଛେ ଦୌଡ଼େ।” ତହିଁରେ ଯୋୟାବ କହିଲା, “ମୋʼ ପୁତ୍ର, ତୁମ୍ଭେ କାହିଁକି ଦୌଡ଼ିବ, କାରଣ ସେହି ସମ୍ବାଦ ପାଇଁ ତୁମ୍ଭେ ତ କୌଣସି ପୁରସ୍କାର ପାଇବ ନାହଁ?”
23 Qui respondit: Quid enim si cucurrero? Et ait ei: Curre. Currens ergo Achimaas per viam compendii, transivit Chusi.
ମାତ୍ର ସେ କହିଲା, “ଯାହାହେଉ, ମୁଁ ଦୌଡ଼ୁଅଛି।” ତହିଁରେ ଯୋୟାବ ତାହାକୁ କହିଲା, “ଦୌଡ଼।” ତହୁଁ ଅହୀମାସ୍‍ ପ୍ରାନ୍ତର-ପଥ ଦେଇ ଦୌଡ଼ି କୂଶୀୟକୁ ପଛରେ ପକାଇ ଗଲା।
24 David autem sedebat inter duas portas: speculator vero, qui erat in fastigio portae super murum, elevans oculos, vidit hominem currentem solum.
ଏହି ସମୟରେ ନଗରର ଦ୍ୱାରଦ୍ୱୟର ମଧ୍ୟସ୍ଥାନରେ ଦାଉଦ ବସିଥିଲେ; ଏଥିରେ ପ୍ରହରୀ ଦ୍ୱାରଛାତର କାନ୍ଥ ଉପରକୁ ଯାଇ ଅନାଇ ଦେଖନ୍ତେ, ଦେଖ, ଜଣେ ଲୋକ ଏକାକୀ ଦୌଡ଼ି ଆସୁଅଛି।
25 Et exclamans indicavit regi: dixitque rex: Si solus est, bonus est nuncius in ore eius. Properante autem illo, et accedente propius,
ତହୁଁ ପ୍ରହରୀ ଉଚ୍ଚସ୍ୱରରେ ରାଜାଙ୍କୁ ତାହା ଜଣାନ୍ତେ, ରାଜା କହିଲେ, “ଯଦି ସେ ଏକାକୀ ଅଛି, ତେବେ ତାହା ମୁଖରେ ସୁସମ୍ବାଦ ଅଛି।” ଏଥିରେ ସେ ଆସୁ ଆସୁ ସହରର ନିକଟବର୍ତ୍ତୀ ହେଲା।
26 vidit speculator hominem alterum currentem, et vociferans in culmine, ait: Apparet mihi alter homo currens solus. Dixitque rex: Et iste bonus est nuncius.
ଏଉତ୍ତାରେ ପ୍ରହରୀ ଆଉ ଜଣକୁ ଦୌଡ଼ି ଆସୁଥିବାର ଦେଖିଲା; ତହିଁରେ ପ୍ରହରୀ ଉଚ୍ଚସ୍ୱରରେ ଦ୍ୱାରୀକୁ ଡାକି କହିଲା, “ଦେଖ, ଆଉ ଜଣେ ଏକାକୀ ଦୌଡ଼ି ଆସୁଅଛି।” ତହିଁରେ ରାଜା କହିଲେ, “ସେ ମଧ୍ୟ ସୁସମ୍ବାଦ ଆଣୁଅଛି।”
27 Speculator autem: Contemplor, ait, cursum prioris, quasi cursum Achimaas filii Sadoc. Et ait rex: Vir bonus est: et nuncium portans bonum, venit.
ଏଥିରେ ପ୍ରହରୀ କହିଲା, “ପ୍ରଥମ ଲୋକର ଦୌଡ଼ ସାଦୋକର ପୁତ୍ର ଅହୀମାସ୍‍ର ଦୌଡ଼ ପରି ମୋହର ବୋଧ ହୁଏ।” ତେବେ ରାଜା କହିଲେ, “ସେ ଭଲ ଲୋକ, ସେ ଭଲ ସମ୍ବାଦ ନେଇ ଆସୁଅଛି।”
28 Clamans autem Achimaas, dixit ad regem: Salve rex. Et adorans regem coram eo pronus in terram, ait: Benedictus Dominus Deus tuus, qui conclusit homines qui levaverunt manus suas contra dominum meum regem.
ସେତେବେଳେ ଅହୀମାସ୍‍ ଡାକ ପକାଇ ରାଜାଙ୍କୁ କହିଲା, “ସବୁ ମଙ୍ଗଳ।” ତହୁଁ ସେ ରାଜାଙ୍କର ସମ୍ମୁଖରେ ମୁହଁ ମାଡ଼ି ପ୍ରଣାମ କରି କହିଲା, “ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଧନ୍ୟ, ମୋହର ପ୍ରଭୁ ମହାରାଜଙ୍କ ବିରୁଦ୍ଧରେ ଯେଉଁ ମନୁଷ୍ୟମାନେ ହସ୍ତ ଉଠାଇଥିଲେ, ସେମାନଙ୍କୁ ସେ ସମର୍ପଣ କରିଦେଇଅଛନ୍ତି।”
29 Et ait rex: Estne pax puero Absalom? Dixitque Achimaas: Vidi tumultum magnum, cum mitteret Ioab servus tuus, o rex, me servum tuum: nescio aliud.
ତହିଁରେ ରାଜା କହିଲେ, “ସେ ଯୁବା ଲୋକ ଅବଶାଲୋମର ମଙ୍ଗଳ ତ?” ତହୁଁ ଅହୀମାସ୍‍ ଉତ୍ତର କଲା, “ଯୋୟାବ ମହାରାଜଙ୍କ ଦାସକୁ, ଅର୍ଥାତ୍‍, ଆପଣଙ୍କ ଦାସ ମୋତେ ପଠାଇବା ବେଳେ ମହାଲୋକ ଗହଳି ଦେଖିଲି, ମାତ୍ର କଅଣ ହେଲା, ତାହା ଜାଣି ନାହିଁ।”
30 Ad quem rex: Transi, ait, et sta hic. Cumque ille transisset, et staret,
ଏଥିରେ ରାଜା କହିଲେ, “ଏଆଡ଼େ ଆସି ଠିଆ ହୁଅ।” ତହୁଁ ସେ ଏଆଡ଼େ ଯାଇ ଠିଆ ହେଲା।
31 apparuit Chusi: et veniens ait: Bonum apporto nuncium, domine mi rex: iudicavit enim pro te Dominus hodie de manu omnium qui surrexerunt contra te.
ଏଥିମଧ୍ୟରେ ଦେଖ, ସେହି କୂଶୀୟ ପହଞ୍ଚି କହିଲା, “ମୋʼ ପ୍ରଭୁ ମହାରାଜଙ୍କ ପାଇଁ ସୁସମ୍ବାଦ ଅଛି; କାରଣ ଯେଉଁମାନେ ଆପଣଙ୍କ ବିରୁଦ୍ଧରେ ଉଠିଥିଲେ, ସଦାପ୍ରଭୁ ଆଜି ସେହି ସମସ୍ତଙ୍କଠାରୁ ପରିଶୋଧ ନେଇଅଛନ୍ତି।”
32 Dixit autem rex ad Chusi: Estne pax puero Absalom? Cui respondens Chusi, Fiant, inquit, sicut puer, inimici domini mei regis, et universi qui consurgunt adversus eum in malum.
ତହିଁରେ ରାଜା ସେହି କୂଶୀୟଙ୍କୁ ପଚାରିଲେ, “ସେହି ଯୁବା ଲୋକ ଅବଶାଲୋମର ମଙ୍ଗଳ ତ?” ତହିଁରେ କୂଶୀୟ ଉତ୍ତର କଲା, “ମୋʼ ପ୍ରଭୁ ମହାରାଜଙ୍କ ଶତ୍ରୁଗଣ ଓ ଆପଣଙ୍କର ଅମଙ୍ଗଳ କରିବା ପାଇଁ ଯେଉଁମାନେ ଆପଣଙ୍କ ବିରୁଦ୍ଧରେ ଉଠନ୍ତି, ସେମାନେ ସମସ୍ତେ ସେହି ଯୁବା ଲୋକ ପରି ହେଉନ୍ତୁ।”
33 Contristatus itaque rex, ascendit coenaculum portae, et flevit. Et sic loquebatur, vadens: Fili mi Absalom, Absalom fili mi: quis mihi tribuat ut ego moriar pro te, Absalom fili mi, fili mi Absalom?
ତହିଁରେ ରାଜା ଅତି କମ୍ପିତ ହୋଇ ନଗରଦ୍ୱାର-ଉପରିସ୍ଥ କୋଠରିକୁ ଯାଇ ରୋଦନ କଲେ; ପୁଣି ସେ ଯାଉ ଯାଉ ଏପରି କହିଲେ, “ହାୟ ଆମ୍ଭର ପୁତ୍ର ଅବଶାଲୋମ! ଆମ୍ଭର ପୁତ୍ର, ଆମ୍ଭ ପୁତ୍ର ଅବଶାଲୋମ! ହୁଏତ ତୁମ୍ଭ ବଦଳେ ଆମ୍ଭେ ମରିଥାʼନ୍ତୁ, ହାୟ ଅବଶାଲୋମ! ଆମ୍ଭର ପୁତ୍ର, ଆମ୍ଭର ପୁତ୍ର!”

< Ii Samuelis 18 >