< Genesis 35 >

1 Interea locutus est Deus ad Iacob: Surge, et ascende Bethel, et habita ibi, facque altare Deo qui apparuit tibi quando fugiebas Esau fratrem tuum.
ଏଥିଉତ୍ତାରେ ପରମେଶ୍ୱର ଯାକୁବଙ୍କୁ କହିଲେ, “ତୁମ୍ଭେ ଉଠି ବେଥେଲ୍‍କୁ ଯାଇ ସେଠାରେ ବାସ କର; ପୁଣି, ତୁମ୍ଭ ଭ୍ରାତା ଏଷୌ ସମ୍ମୁଖରୁ ପଳାଇବା ସମୟରେ ଯେଉଁ ପରମେଶ୍ୱର ଦର୍ଶନ ଦେଇଥିଲେ, ତାହାଙ୍କ ଉଦ୍ଦେଶ୍ୟରେ ଯଜ୍ଞବେଦି ନିର୍ମାଣ କର।”
2 Iacob vero convocata omni domo sua, ait: Abiicite deos alienos qui in medio vestri sunt, et mundamini, ac mutate vestimenta vestra.
ତହିଁରେ ଯାକୁବ ଆପଣା ପରିଜନ ଓ ସଙ୍ଗୀ ଲୋକମାନଙ୍କୁ କହିଲେ, “ତୁମ୍ଭମାନଙ୍କ ନିକଟରେ ଯେଉଁସବୁ ବିଦେଶୀୟ ଦେବତା ଅଛନ୍ତି, ସେମାନଙ୍କୁ ଦୂର କର, ଆପଣାମାନଙ୍କୁ ଶୁଚି କର, ପୁଣି, ଆପଣାମାନଙ୍କ ବସ୍ତ୍ର ପରିବର୍ତ୍ତନ କର।
3 Surgite, et ascendamus in Bethel, ut faciamus ibi altare Deo: qui exaudivit me in die tribulationis meae, et socius fuit itineris mei.
ପୁଣି, ଆସ, ଆମ୍ଭେମାନେ ଉଠି ବେଥେଲ୍‍କୁ ଯାଉ; ଯେଉଁ ପରମେଶ୍ୱର ମୋର ଦୁଃଖର ଦିନରେ ମୋʼ ପ୍ରାର୍ଥନାର ଉତ୍ତର ଦେଲେ, ଓ ମୋର ଗମନର ପଥରେ ମୋର ସହାୟ ହୋଇଥିଲେ, ତାହାଙ୍କ ଉଦ୍ଦେଶ୍ୟରେ ମୁଁ ସେହି ସ୍ଥାନରେ ଗୋଟିଏ ଯଜ୍ଞବେଦି ନିର୍ମାଣ କରିବି।”
4 Dederunt ergo ei omnes deos alienos quos habebant, et inaures quae erant in auribus eorum: at ille infodit eas subter terebinthum, quae est post urbem Sichem.
ତହିଁରେ ସେମାନେ ଆପଣାମାନଙ୍କ ନିକଟସ୍ଥ ବିଦେଶୀୟ ଦେବତା ଓ କର୍ଣ୍ଣକୁଣ୍ଡଳ ସକଳ ଘେନି ଯାକୁବଙ୍କୁ ଦେଲେ, ପୁଣି, ସେ ତାହାସବୁ ନେଇ ଶିଖିମ ନିକଟବର୍ତ୍ତୀ ଅଲୋନ ବୃକ୍ଷ ମୂଳେ ଲୁଚାଇ ରଖିଲେ।
5 Cumque profecti essent, terror Dei invasit omnes per circuitum civitates, et non sunt ausi persequi recedentes.
ଏଉତ୍ତାରେ ସେମାନେ ଯାତ୍ରା କଲେ; ସେତେବେଳେ ଚତୁର୍ଦ୍ଦିଗସ୍ଥ ନଗରରେ ପରମେଶ୍ୱରଙ୍କଠାରୁ ଭୟ ଉପସ୍ଥିତ ହେବାରୁ ସେମାନେ ଯାକୁବଙ୍କର ପୁତ୍ରମାନଙ୍କୁ ଗୋଡ଼ାଇଲେ ନାହିଁ।
6 Venit igitur Iacob Luzam, quae est in terra Chanaan, cognomento Bethel: ipse et omnis populus cum eo.
ଏଥିଉତ୍ତାରେ ଯାକୁବ ଓ ତାଙ୍କର ସଙ୍ଗୀସମୂହ କିଣାନ ଦେଶସ୍ଥ ଲୂସ୍‌ରେ, ଅର୍ଥାତ୍‍, ବେଥେଲ୍‍ରେ ଉପସ୍ଥିତ ହେଲେ।
7 Aedificavitque ibi altare, et appellavit nomen loci illius, Domus Dei: ibi enim apparuit ei Deus cum fugeret fratrem suum.
ସେଠାରେ ସେ ଏକ ଯଜ୍ଞବେଦି ନିର୍ମାଣ କରି ସେହି ସ୍ଥାନର ନାମ ଏଲ-ବେଥେଲ୍‍ ରଖିଲେ; କାରଣ ଯାକୁବ ଭ୍ରାତୃଭୟରେ ପଳାଇବା ବେଳେ ପରମେଶ୍ୱର ସେହି ସ୍ଥାନରେ ତାଙ୍କୁ ଦର୍ଶନ ଦେଇଥିଲେ।
8 Eodem tempore mortua est Debora nutrix Rebeccae, et sepulta est ad radices Bethel subter quercum: vocatumque est nomen loci illius, Quercus fletus.
ଆଉ ସେହି ସ୍ଥାନରେ ରିବିକାର ଦବୋରା ନାମ୍ନୀ ଧାତ୍ରୀର ମୃତ୍ୟୁୁ ହୁଅନ୍ତେ, ବେଥେଲ୍‍ର ଅଧଃସ୍ଥିତ ଅଲୋନ ବୃକ୍ଷ ମୂଳେ ତାହାର କବର ହେଲା, ପୁଣି, ସେହି ସ୍ଥାନର ନାମ ଅଲୋନ-ବାଖୁତ୍‍ ହେଲା।
9 Apparuit autem iterum Deus Iacob postquam reversus est de Mesopotamia Syriae, benedixitque ei,
ଏଥିଉତ୍ତାରେ ଯାକୁବ ପଦ୍ଦନ୍‍ ଅରାମଠାରୁ ବାହୁଡ଼ି ଆସନ୍ତେ, ପରମେଶ୍ୱର ପୁନର୍ବାର ଦର୍ଶନ ଦେଇ ତାଙ୍କୁ ଆଶୀର୍ବାଦ କଲେ।
10 dicens: Non vocaberis ultra Iacob, sed Israel erit nomen tuum. Et appellavit eum Israel,
ପୁଣି, ପରମେଶ୍ୱର ତାଙ୍କୁ କହିଲେ, “ତୁମ୍ଭର ନାମ ଯାକୁବ; ମାତ୍ର ତୁମ୍ଭର ନାମ ଆଉ ଯାକୁବ ହେବ ନାହିଁ, ତୁମ୍ଭର ନାମ ଇସ୍ରାଏଲ ହେବ;” ଆଉ ସେ ତାଙ୍କର ନାମ ଇସ୍ରାଏଲ ରଖିଲେ।
11 dixitque ei: Ego Deus omnipotens, cresce, et multiplicare: gentes, et populi nationum ex te erunt, reges de lumbis tuis egredientur.
ପରମେଶ୍ୱର ତାଙ୍କୁ ଆହୁରି କହିଲେ, “ଆମ୍ଭେ ସର୍ବଶକ୍ତିମାନ ପରମେଶ୍ୱର; ତୁମ୍ଭେ ପ୍ରଜାବନ୍ତ ଓ ବହୁବଂଶ ହୁଅ; ତୁମ୍ଭଠାରୁ ଏକ ଗୋଷ୍ଠୀ, ବରଂ ଗୋଷ୍ଠୀ ସମାଜ ଉତ୍ପନ୍ନ ହେବ, ପୁଣି, ତୁମ୍ଭ କଟିଦେଶରୁ ରାଜାଗଣ ଜାତ ହେବେ।
12 Terramque quam dedi Abraham et Isaac, dabo tibi et semini tuo post te.
ପୁଣି, ଆମ୍ଭେ ଅବ୍ରହାମ ଓ ଇସ୍‌ହାକକୁ ଯେଉଁ ଦେଶ ଦାନ କରିଅଛୁ, ସେହି ଦେଶ ତୁମ୍ଭକୁ ଓ ତୁମ୍ଭ ଭବିଷ୍ୟତ ବଂଶକୁ ଦେବା।”
13 Et recessit ab eo.
ସେହି ସ୍ଥାନରେ ତାଙ୍କ ସହିତ ଏହିପରି କଥାବାର୍ତ୍ତା କରି ପରମେଶ୍ୱର ତାଙ୍କ ନିକଟରୁ ଊର୍ଦ୍ଧ୍ୱଗମନ କଲେ।
14 Ille vero erexit titulum lapideum in loco quo locutus fuerat ei Deus: libans super eum libamina, et effundens oleum:
ତହିଁରେ ଯାକୁବ ସେହି କଥୋପକଥନର ସ୍ଥାନରେ ଏକ ସ୍ତମ୍ଭ, ଅର୍ଥାତ୍‍, ପ୍ରସ୍ତର ସ୍ତମ୍ଭ ସ୍ଥାପନ କରି ତହିଁ ଉପରେ ପାନୀୟ ନୈବେଦ୍ୟ ଉତ୍ସର୍ଗ କଲେ ଓ ତୈଳ ଢାଳିଲେ।
15 vocansque nomen loci illius, Bethel.
ପୁଣି, ଯାକୁବ ପରମେଶ୍ୱରଙ୍କ ସହିତ କଥୋପକଥନ ସ୍ଥାନର ନାମ ବେଥେଲ୍‍ ରଖିଲେ।
16 Egressus autem inde, venit verno tempore ad terram quae ducit Ephratam: in qua cum parturiret Rachel,
ଏଥିଉତ୍ତାରେ ସେମାନେ ବେଥେଲ୍‍ଠାରୁ ପ୍ରସ୍ଥାନ କଲେ, ମାତ୍ର ଇଫ୍ରାଥାରେ ଉପସ୍ଥିତ ହେବା ପାଇଁ ଅଳ୍ପ ପଥ ଥାଉ ଥାଉ ରାହେଲର ପ୍ରସବବେଦନା ହେଲା; ପୁଣି, ତାହାର ପ୍ରସବ କରିବାରେ ଅତିଶୟ କଷ୍ଟ ହେଲା।
17 ob difficultatem partus periclitari coepit. Dixitque ei obstetrix: Noli timere, quia et hunc habebis filium.
ଆଉ ପ୍ରସବ ବ୍ୟଥା ଅତିଶୟ ହୁଅନ୍ତେ, ଧାତ୍ରୀ ତାହାକୁ କହିଲା, “ଭୟ କର ନାହିଁ, ତୁମ୍ଭେ ଏହିଥର ମଧ୍ୟ ପୁତ୍ର ପ୍ରସବ କରିବ।”
18 Egrediente autem anima prae dolore, et imminente iam morte, vocavit nomen filii sui Benomi, id est filius doloris mei: pater vero appellavit eum Beniamin, id est filius dextrae.
ତଥାପି ସେ ମଲା, ପୁଣି, ପ୍ରାଣତ୍ୟାଗ ସମୟରେ ପୁତ୍ରର ନାମ ବିନୋନୀ ରଖିଲା; ମାତ୍ର ତାହାର ପିତା ତାହାର ନାମ ବିନ୍ୟାମୀନ୍ ରଖିଲେ।
19 Mortua est ergo Rachel, et sepulta est in via quae ducit Ephratam, haec est Bethlehem.
ଏହି ପ୍ରକାରେ ରାହେଲର ମୃତ୍ୟୁୁ ହୁଅନ୍ତେ, ଇଫ୍ରାଥା, ଅର୍ଥାତ୍‍, ବେଥଲିହିମକୁ ଯିବା ପଥ ନିକଟରେ ତାହାର କବର ହେଲା।
20 Erexitque Iacob titulum super sepulchrum eius: hic est titulus monumenti Rachel, usque in praesentem diem.
ଏଥିଉତ୍ତାରେ ଯାକୁବ ସେହି କବର ଉପରେ ଏକ ସ୍ତମ୍ଭ ସ୍ଥାପନ କଲେ; ରାହେଲ-କବରସ୍ଥ ସେହି ସ୍ତମ୍ଭ ଆଜି ପର୍ଯ୍ୟନ୍ତ ଅଛି।
21 Egressus inde, fixit tabernaculum trans Turrem gregis.
ଏଥିଉତ୍ତାରେ ଇସ୍ରାଏଲ ସେଠାରୁ ପ୍ରସ୍ଥାନ କରି ଏଦର ଗଡ଼ ପାର ହୋଇ ତହିଁ ନିକଟରେ ତମ୍ବୁ ସ୍ଥାପନ କଲେ।
22 Cumque habitaret in illa regione, abiit Ruben, et dormivit cum Bala concubina patris sui: quod illum minime latuit. Erant autem filii Iacob duodecim.
ସେହି ଦେଶରେ ଇସ୍ରାଏଲ ବାସ କରିବା ବେଳେ ରୁବେନ୍‍ ଯାଇ ଆପଣା ପିତାଙ୍କର ବିଲ୍‌ହା ନାମ୍ନୀ ଉପପତ୍ନୀ ସଙ୍ଗରେ ଶୟନ କଲା, ପୁଣି, ଇସ୍ରାଏଲ ତାହା ଶୁଣିଲେ।
23 Filii Liae: primogenitus Ruben, et Simeon, et Levi, et Iudas, et Issachar, et Zabulon.
ଯାକୁବଙ୍କର ଦ୍ୱାଦଶ ପୁତ୍ର ଥିଲେ; ସେମାନଙ୍କ ମଧ୍ୟରେ ରୁବେନ୍‍ ଯାକୁବଙ୍କର ଜ୍ୟେଷ୍ଠ ପୁତ୍ର, ସେ, ପୁଣି, ଶିମୀୟୋନ ଓ ଲେବୀ ଓ ଯିହୁଦା ଓ ଇଷାଖର ଓ ସବୂଲୂନ, ଏମାନେ ଲେୟାର ସନ୍ତାନ;
24 Filii Rachel: Ioseph et Beniamin.
ପୁଣି, ଯୋଷେଫ ଓ ବିନ୍ୟାମୀନ୍ ରାହେଲର ସନ୍ତାନ;
25 Filii Balae ancillae Rachelis: Dan et Nephthali.
ପୁଣି, ଦାନ୍ ଓ ନପ୍ତାଲି ରାହେଲର ଦାସୀ ବିଲ୍‌ହାର ସନ୍ତାନ;
26 Filii Zelphae ancillae Liae: Gad et Aser: hi sunt filii Iacob, qui nati sunt ei in Mesopotamia Syriae.
ଆଉ ଗାଦ୍‍ ଓ ଆଶେର ଲେୟାର ଦାସୀ ସିଳ୍ପାର ସନ୍ତାନ। ଯାକୁବଙ୍କର ଏହି ସମସ୍ତ ପୁତ୍ର ପଦ୍ଦନ୍‍ ଅରାମଠାରେ ଜନ୍ମିଥିଲେ।
27 Venit etiam ad Isaac patrem suum in Mambre, Civitatem Arbee, haec est Hebron: in qua peregrinatus est Abraham et Isaac.
ଏଥିଉତ୍ତାରେ କିରୀୟଥ୍‍-ଅର୍ବ, ଅର୍ଥାତ୍‍, ହିବ୍ରୋଣ ନଗରର ନିକଟବର୍ତ୍ତୀ ମମ୍ରି ନାମକ ଯେଉଁ ସ୍ଥାନରେ ଅବ୍ରହାମ ଓ ଇସ୍‌ହାକ ପ୍ରବାସ କରିଥିଲେ, ସେହି ସ୍ଥାନରେ ଯାକୁବ ଆପଣା ପିତା ଇସ୍‌ହାକ ନିକଟରେ ଉପସ୍ଥିତ ହେଲେ।
28 Et completi sunt dies Isaac centum octoginta annorum.
ଇସ୍‌ହାକଙ୍କର ଆୟୁର ପରିମାଣ ଏକ ଶହ ଅଶୀ ବର୍ଷ ଥିଲା।
29 Consumptusque aetate mortuus est: et appositus est populo suo senex et plenus dierum: et sepelierunt eum Esau et Iacob filii sui.
ଏଥିଉତ୍ତାରେ ଇସ୍‌ହାକ ବୃଦ୍ଧ ଓ ପୂର୍ଣ୍ଣାୟୁ ହୋଇ ପ୍ରାଣତ୍ୟାଗ କରନ୍ତେ, ଆପଣା ଲୋକମାନଙ୍କ ନିକଟରେ ସଂଗୃହୀତ ହେଲେ; ପୁଣି, ତାଙ୍କର ପୁତ୍ର ଏଷୌ ଓ ଯାକୁବ ତାଙ୍କୁ କବର ଦେଲେ।

< Genesis 35 >