< Genesis 39 >

1 Igitur Ioseph ductus est in Aegyptum, emitque eum Phutiphar eunuchus Pharaonis, princeps exercitus sui, vir Aegyptius, de manu Ismaelitarum, a quibus perductus erat.
ଯୋଷେଫ ମିସର ଦେଶକୁ ଅଣାଯାʼନ୍ତେ, ଫାରୋଙ୍କର ଜଣେ ଭୃତ୍ୟ ଅର୍ଥାତ୍‍, ମିସରୀୟ ପୋଟୀଫର ନାମକ ରକ୍ଷକ ସେନାପତି, ତାଙ୍କର ଆନୟନକାରୀ ଇଶ୍ମାୟେଲୀୟମାନଙ୍କଠାରୁ ଯୋଷେଫଙ୍କୁ କିଣି ଥିଲା।
2 Fuitque Dominus cum eo, et erat vir in cunctis prospere agens: habitavitque in domo domini sui,
ମାତ୍ର ସଦାପ୍ରଭୁ ଯୋଷେଫଙ୍କର ସହବର୍ତ୍ତୀ ଥିଲେ, ଏଣୁ ସେ ସମୃଦ୍ଧ ହେଲେ; ଆଉ ସେ ଆପଣା ମିସରୀୟ କର୍ତ୍ତାର ଗୃହରେ ବାସ କଲେ।
3 qui optime noverat Dominum esse cum eo, et omnia, quae gerebat, ab eo dirigi in manu illius.
ଏଥିରେ ସଦାପ୍ରଭୁ ତାଙ୍କର ସହବର୍ତ୍ତୀ ଅଛନ୍ତି ଓ ସେ ଯେଉଁ ଯେଉଁ କାର୍ଯ୍ୟ କଲେ, ସଦାପ୍ରଭୁ ତାଙ୍କ ହାତରେ ସେହି ସମସ୍ତ ସିଦ୍ଧ କରୁଅଛନ୍ତି, ଏହା ତାଙ୍କର କର୍ତ୍ତା ଦେଖିଲା।
4 Invenitque Ioseph gratiam coram domino suo, et ministrabat ei, a quo praepositus omnibus gubernabat creditam sibi domum, et universa quae ei tradita fuerant:
ଏଣୁ ଯୋଷେଫ ତାହାର ଦୃଷ୍ଟିରେ ଅନୁଗ୍ରହ ପାଇ ତାହାର ସେବାରେ ନିଯୁକ୍ତ ହେଲେ, ପୁଣି, ସେ ଯୋଷେଫଙ୍କୁ ଆପଣାର ଗୃହାଧ୍ୟକ୍ଷ କରି ତାଙ୍କର ହସ୍ତରେ ସର୍ବସ୍ୱ ସମର୍ପଣ କଲା।
5 benedixitque Dominus domui Aegyptii propter Ioseph, et multiplicavit tam in aedibus quam in agris cunctam eius substantiam:
ଏହି ପ୍ରକାରେ ସେ ଯୋଷେଫଙ୍କୁ ଆପଣା ଗୃହ ଓ ସର୍ବସ୍ୱର ଅଧ୍ୟକ୍ଷ କରିବା ଦିନଠାରୁ ସଦାପ୍ରଭୁ ଯୋଷେଫଙ୍କ ଲାଗି ସେହି ମିସରୀୟ ଲୋକର ଗୃହ ଉପରେ ଆଶୀର୍ବାଦ କଲେ; ପୁଣି, ଗୃହ ଓ କ୍ଷେତ୍ରସ୍ଥିତ ସମସ୍ତ ସମ୍ପଦ ପ୍ରତି ସଦାପ୍ରଭୁଙ୍କର ଆଶୀର୍ବାଦ ବର୍ତ୍ତିଲା।
6 nec quidquam aliud noverat, nisi panem quo vescebatur. Erat autem Ioseph pulchra facie, et decorus aspectu.
ଏହେତୁ ସେ ଯୋଷେଫଙ୍କ ହସ୍ତରେ ଆପଣା ସର୍ବସ୍ୱର ଏରୂପ ଭାର ଦେଲା, ଯେ ଆପଣା ଭୋଜନ ବିନୁ ଆଉ କୌଣସି ବିଷୟର ତତ୍ତ୍ୱ ନେଲା ନାହିଁ। ଯୋଷେଫ ରୂପରେ ଓ ସୌନ୍ଦର୍ଯ୍ୟରେ ମନୋହର ଥିଲେ।
7 Post multos itaque dies iniecit domina sua oculos suos in Ioseph, et ait: Dormi mecum.
ଆଉ ଉକ୍ତ ଘଟଣା ଉତ୍ତାରେ ତାଙ୍କର ପ୍ରଭୁର ଭାର୍ଯ୍ୟା ଯୋଷେଫଙ୍କ ଉପରେ ଦୃଷ୍ଟି ପକାଇବାକୁ ଲାଗିଲା; ତହୁଁ ତାଙ୍କୁ କହିଲା, “ତୁମ୍ଭେ ମୋʼ ସଙ୍ଗେ ଶୟନ କର।”
8 Qui nequaquam acquiescens operi nefario, dixit ad eam: Ecce dominus meus, omnibus mihi traditis, ignorat quid habeat in domo sua:
ମାତ୍ର ଯୋଷେଫ ଅସ୍ୱୀକାର କରି ଆପଣା ପ୍ରଭୁର ଭାର୍ଯ୍ୟାକୁ କହିଲେ, “ଦେଖ, ଏ ଗୃହରେ ଯାହା ଅଛି ମୋʼ ପ୍ରଭୁ ତହିଁର ତତ୍ତ୍ୱ ନିଅନ୍ତି ନାହିଁ, ସେ ମୋʼ ହସ୍ତରେ ଆପଣାର ସର୍ବସ୍ୱ ସମର୍ପଣ କରିଅଛନ୍ତି।
9 nec quidquam est quod non in mea sit potestate, vel non tradiderit mihi, praeter te, quae uxor eius es: quo modo ergo possum hoc malum facere, et peccare in Dominum meum?
ଏହି ଗୃହରେ ମୋʼ ଠାରୁ ବଡ଼ କେହି ନାହିଁ; ତୁମ୍ଭେ ତାଙ୍କର ଭାର୍ଯ୍ୟା, ଏନିମନ୍ତେ କେବଳ ତୁମ୍ଭ ଛଡ଼ା ମୋʼ ପ୍ରତି ଆଉ କିଛି ମନା ନାହିଁ। ଏହେତୁ ମୁଁ କିପରି ଏଡ଼େ ବଡ଼ ଦୁଷ୍ଟତା ଓ ପରମେଶ୍ୱରଙ୍କ ବିରୁଦ୍ଧରେ ପାପ କରିପାରେ?”
10 Huiuscemodi verbis per singulos dies et mulier molesta erat adolescenti: et ille recusabat stuprum.
ତଥାପି ସେ ସ୍ତ୍ରୀ ଦିନକୁ ଦିନ ଯୋଷେଫଙ୍କୁ ଏପରି କହେ; ମାତ୍ର ଯୋଷେଫ ତାହା ସଙ୍ଗେ ଶୟନ କରିବାକୁ କିମ୍ବା ତାହା ନିକଟରେ ରହିବାକୁ ସମ୍ମତ ହୁଅନ୍ତି ନାହିଁ।
11 Accidit autem quadam die ut intraret Ioseph domum, et operis quippiam absque arbitris faceret:
ଏଥିଉତ୍ତାରେ ଦିନକରେ ଯୋଷେଫ ନିଜ କାର୍ଯ୍ୟ ନିମନ୍ତେ ଗୃହ ଭିତରକୁ ଗଲେ, ପୁଣି, ଗୃହର ଦାସ ମଧ୍ୟରୁ କେହି ସେଠାରେ ନ ଥିଲା।
12 et illa, apprehensa lacinia vestimenti eius, diceret: Dormi mecum. Qui relicto in manu eius pallio fugit, et egressus est foras.
ତେଣୁ ସେ ଯୋଷେଫଙ୍କର ବସ୍ତ୍ର ଧରି “ମୋʼ ସଙ୍ଗେ ଶୟନ କର ବୋଲି ଟଣାଟଣି କଲା;” ମାତ୍ର ଯୋଷେଫ ତାହା ହସ୍ତରେ ଆପଣା ବସ୍ତ୍ର ଛାଡ଼ି ବାହାରକୁ ପଳାଇଗଲେ।
13 Cumque vidisset mulier vestem in manibus suis, et se esse contemptam,
ଯେତେବେଳେ ସେ ସ୍ତ୍ରୀ ଯୋଷେଫଙ୍କୁ ତାହା ହସ୍ତରେ ଆପଣା ବସ୍ତ୍ର ଛାଡ଼ି ବାହାରକୁ ପଳାଇ ଯିବାର ଦେଖିଲା,
14 vocavit ad se homines domus suae, et ait ad eos: En introduxit virum Hebraeum, ut illuderet nobis: ingressus est ad me, ut coiret mecum: cumque ego succlamassem,
ସେତେବେଳେ ସେ ନିଜ ଗୃହର ଲୋକମାନଙ୍କୁ ଡାକି କହିଲା, “ଦେଖ, ସେ ଆମ୍ଭମାନଙ୍କ ସଙ୍ଗରେ ପରିହାସ କରିବା ନିମନ୍ତେ ଜଣେ ଏବ୍ରୀୟକୁ ଆଣିଅଛନ୍ତି; ସେ ମୋʼ ସଙ୍ଗେ ଶୟନ କରିବା ପାଇଁ ଭିତରକୁ ମୋʼ କତିକି ଆସିଥିଲା; ତହିଁରେ ମୁଁ ବଡ଼ ପାଟି କରି ଡାକ ପକାଇଲି;
15 et audisset vocem meam, reliquit pallium quod tenebam, et fugit foras.
ମୋହର ବଡ଼ ପାଟି କରି ଡାକିବାର ଶୁଣି ସେ ଆପଣା ବସ୍ତ୍ର ମୋʼ ନିକଟରେ ପକାଇଦେଇ ବାହାରକୁ ପଳାଇଗଲା।”
16 In argumentum ergo fidei retentum pallium ostendit marito revertenti domum,
ପୁଣି, ସେହି ସ୍ତ୍ରୀ ତାହାର କର୍ତ୍ତାର ଗୃହାଗମନ ପର୍ଯ୍ୟନ୍ତ ସେହି ବସ୍ତ୍ର ଆପଣା ନିକଟରେ ରଖିଲା।
17 et ait: Ingressus est ad me servus Hebraeus quem adduxisti ut illuderet mihi:
ଏଥିଉତ୍ତାରେ ସେ ଆପଣା ସ୍ୱାମୀକୁ ସେହି କଥାନୁସାରେ କହିଲା, “ତୁମ୍ଭେ ଯେଉଁ ଏବ୍ରୀୟ ଦାସକୁ ଆମ୍ଭମାନଙ୍କ ପାଖକୁ ଆଣିଅଛ, ସେ ମୋʼ ସଙ୍ଗେ ପରିହାସ କରିବା ନିମନ୍ତେ ମୋʼ କତିକି ଆସିଥିଲା,
18 cumque audisset me clamare, reliquit pallium quod tenebam, et fugit foras.
ପୁଣି, ମୁଁ ବଡ଼ ପାଟି କରି ଡାକ ପକାଇବାରୁ ସେ ମୋʼ ନିକଟରେ ଏହି ବସ୍ତ୍ର ପକାଇଦେଇ ବାହାରକୁ ପଳାଇଗଲା।”
19 His auditis dominus, et nimium credulus verbis coniugis, iratus est valde:
ସେତେବେଳେ “ତୁମ୍ଭର ଦାସ ମୋʼ ପ୍ରତି ଏପ୍ରକାର ବ୍ୟବହାର କରିଅଛି,” ଆପଣା ଭାର୍ଯ୍ୟାର ମୁଖରୁ ଏ କଥା ଶୁଣି ଯୋଷେଫଙ୍କର ପ୍ରଭୁ କ୍ରୋଧରେ ପ୍ରଜ୍ୱଳିତ ହେଲା।
20 tradiditque Ioseph in carcerem, ubi vincti regis custodiebantur, et erat ibi clausus.
ଆଉ ଯୋଷେଫଙ୍କର ପ୍ରଭୁ ତାଙ୍କୁ ନେଇ ରାଜବନ୍ଦୀମାନଙ୍କ ବାସସ୍ଥାନ କାରାଗାରରେ ରଖିଲା; ତହୁଁ ଯୋଷେଫ ସେହି କାରାଗାରରେ ରହିଲେ।
21 Fuit autem Dominus cum Ioseph, et misertus illius dedit ei gratiam in conspectu principis carceris.
ମାତ୍ର ସଦାପ୍ରଭୁ ଯୋଷେଫଙ୍କର ସହବର୍ତ୍ତୀ ଥିଲେ, ପୁଣି, ତାଙ୍କ ପ୍ରତି କୃପା ପ୍ରକାଶ କରି କାରାରକ୍ଷକର ଦୃଷ୍ଟିରେ ତାଙ୍କୁ ଅନୁଗ୍ରହପାତ୍ର କଲେ।
22 Qui tradidit in manu illius universos vinctos qui in custodia tenebantur: et quidquid fiebat, sub ipso erat.
ତହିଁରେ ସେହି କାରାରକ୍ଷକ ବନ୍ଦୀଶାଳାସ୍ଥିତ ସମସ୍ତ ବନ୍ଦୀଲୋକଙ୍କ ଭାର ଯୋଷେଫଙ୍କ ହସ୍ତରେ ସମର୍ପଣ କଲା; ପୁଣି, ସେମାନେ ଯାହା କଲେ, ସେହି ସକଳର କର୍ତ୍ତା ସେ ହେଲେ।
23 Nec noverat aliquid, cunctis ei creditis: Dominus enim erat cum illo, et omnia opera eius dirigebat.
କାରାରକ୍ଷକ ଯୋଷେଫଙ୍କର ହସ୍ତଗତ କୌଣସି ବିଷୟରେ ଦୃଷ୍ଟିପାତ କଲା ନାହିଁ, କାରଣ ସଦାପ୍ରଭୁ ତାଙ୍କର ସହବର୍ତ୍ତୀ ଥିଲେ; ପୁଣି, ସେ ଯାହା କଲେ, ସଦାପ୍ରଭୁ ତାହା ସିଦ୍ଧ କଲେ।

< Genesis 39 >