< Isaiæ 12 >

1 Et dices in die illa: Confitebor tibi Domine, quoniam iratus es mihi: conversus est furor tuus, et consolatus es me.
ସେହି ଦିନରେ ତୁମ୍ଭେ କହିବ, “ହେ ସଦାପ୍ରଭୋ, ମୁଁ ତୁମ୍ଭର ଧନ୍ୟବାଦ କରିବି; କାରଣ ତୁମ୍ଭେ ଆମ୍ଭ ପ୍ରତି କ୍ରୁଦ୍ଧ ଥିଲ, ତୁମ୍ଭର କ୍ରୋଧ ନିବୃତ୍ତ ହୋଇଅଛି ଓ ତୁମ୍ଭେ ଆମ୍ଭକୁ ସାନ୍ତ୍ୱନା କରୁଅଛ।”
2 Ecce Deus salvator meus, fiducialiter agam, et non timebo: quia fortitudo mea, et laus mea Dominus, et factus est mihi in salutem.
ଦେଖ, “ପରମେଶ୍ୱର ଆମ୍ଭର ପରିତ୍ରାଣ; ଆମ୍ଭେ ବିଶ୍ୱାସ କରିବା ଓ ଭୀତ ହେବା ନାହିଁ; କାରଣ ଯିହୋବାଃ ସଦାପ୍ରଭୁ ଆମ୍ଭର ବଳ ଓ ଗାନ; ପୁଣି, ସେ ଆମ୍ଭର ପରିତ୍ରାଣ ହୋଇଅଛନ୍ତି।”
3 Haurietis aquas in gaudio de fontibus salvatoris:
ଏହେତୁ ତୁମ୍ଭେମାନେ ଆନନ୍ଦରେ ପରିତ୍ରାଣର କୂପସମୂହରୁ ଜଳ କାଢ଼ିବ।
4 et dicetis in die illa: Confitemini Domino, et invocate nomen eius: notas facite in populis adinventiones eius: mementote quoniam excelsum est nomen eius.
ପୁଣି, ସେହି ଦିନରେ ତୁମ୍ଭେମାନେ କହିବ, “ସଦାପ୍ରଭୁଙ୍କର ଧନ୍ୟବାଦ କର, ତାହାଙ୍କ ନାମରେ ପ୍ରାର୍ଥନା କର, ଗୋଷ୍ଠୀୟମାନଙ୍କ ମଧ୍ୟରେ ତାହାଙ୍କର କ୍ରିୟାସକଳ ପ୍ରଚାର କର, ତାହାଙ୍କର ନାମ ଉନ୍ନତ ବୋଲି ବ୍ୟକ୍ତ କର।
5 Cantate Domino quoniam magnifice fecit: annunciate hoc in universa terra.
ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର; କାରଣ ସେ ମହିମାଯୁକ୍ତ କର୍ମ କରିଅଛନ୍ତି; ତାହା ସମୁଦାୟ ପୃଥିବୀର ଜ୍ଞାତ ହେଉ।
6 Exulta, et lauda habitatio Sion: quia magnus in medio tui sanctus Israel.
ହେ ସିୟୋନ ନିବାସିନୀ, ତୁମ୍ଭେ ଉଚ୍ଚସ୍ୱର କରି ଆନନ୍ଦଧ୍ୱନି କର; କାରଣ ଯେ ଇସ୍ରାଏଲର ଧର୍ମସ୍ୱରୂପ, ସେ ତୁମ୍ଭ ମଧ୍ୟରେ ମହାନ ଅଟନ୍ତି।”

< Isaiæ 12 >