< Jeremiæ 40 >

1 Sermo, qui factus est ad Ieremiam a Domino, postquam dimissus est a Nabuzardan magistro militiae de Rama, quando tulit eum vinctum catenis in medio omnium, qui migrabant de Ierusalem et Iuda, et ducebantur in Babylonem.
ଯିରୂଶାଲମ ଓ ଯିହୁଦାର ଯେସମସ୍ତ ବନ୍ଦୀ ଲୋକ ବାବିଲକୁ ନିଆଯାଉଥିଲେ, ସେମାନଙ୍କ ମଧ୍ୟରୁ ଶୃଙ୍ଖଳାବଦ୍ଧ ଯିରିମୀୟଙ୍କୁ ପ୍ରହରୀବର୍ଗର ସେନାପତି ନବୂଷରଦନ୍‍ ନେଇ ରାମା ନଗରରୁ ବିଦାୟ କଲା ଉତ୍ତାରେ ସଦାପ୍ରଭୁଙ୍କଠାରୁ ଯିରିମୀୟଙ୍କ ନିକଟରେ ଯେଉଁ ବାକ୍ୟ ଉପସ୍ଥିତ ହେଲା, ତହିଁର ବୃତ୍ତାନ୍ତ।
2 Tollens ergo princeps militiae Ieremiam, dixit ad eum: Dominus Deus tuus locutus est malum hoc super locum istum,
ପ୍ରହରୀବର୍ଗର ସେନାପତି ଯିରିମୀୟଙ୍କୁ ନେଇ କହିଲା, “ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଏହି ସ୍ଥାନ ବିଷୟରେ ଏହି ଅମଙ୍ଗଳର କଥା କହିଥିଲେ:
3 et adduxit: et fecit Dominus sicut locutus est, quia peccastis Domino, et non audistis vocem eius, et factus est vobis sermo hic.
ଆଉ, ସଦାପ୍ରଭୁ ତାହା ଘଟାଇଅଛନ୍ତି ଓ ଯେପରି କହିଥିଲେ, ସେପରି କରିଅଛନ୍ତି; ତୁମ୍ଭେମାନେ ସଦାପ୍ରଭୁଙ୍କର କଥା ନ ମାନି ତାହାଙ୍କ ବିରୁଦ୍ଧରେ ପାପ କରିଅଛ, ଏଥିପାଇଁ ତୁମ୍ଭମାନଙ୍କ ପ୍ରତି ଏହା ଘଟିଅଛି।
4 Nunc ergo ecce solvi te hodie de catenis, quae sunt in manibus tuis: si placet tibi ut venias mecum in Babylonem, veni: et ponam oculos meos super te: si autem displicet tibi venire mecum in Babylonem, reside: ecce omnis terra in conspectu tuo est: quod elegeris, et quo placuerit tibi ut vadas, illuc perge.
ଆଉ, ଏବେ ଦେଖ, ମୁଁ ଆଜି ତୁମ୍ଭ ହସ୍ତରେ ଥିବା ଶୃଙ୍ଖଳରୁ ତୁମ୍ଭକୁ ମୁକ୍ତ କଲି। ମୋʼ ସଙ୍ଗେ ବାବିଲକୁ ଯିବା ପାଇଁ ଯଦି ତୁମ୍ଭକୁ ଭଲ ଦିଶେ, ତେବେ ଆସ, ଆଉ ମୁଁ ଭଲ ରୂପେ ତୁମ୍ଭର ତତ୍ତ୍ୱାବଧାନ କରିବି; ମାତ୍ର ମୋʼ ସଙ୍ଗେ ବାବିଲକୁ ଯିବା ପାଇଁ ଯଦି ତୁମ୍ଭକୁ ଭଲ ନ ଦିଶେ, ତେବେ କ୍ଷାନ୍ତ ହୁଅ; ଦେଖ, ସମୁଦାୟ ଦେଶ ତୁମ୍ଭ ଆଗରେ ପଡ଼ିଛି; ଯେଉଁଠାକୁ ଯିବା ପାଇଁ ତୁମ୍ଭକୁ ଭଲ ଓ ଉପଯୁକ୍ତ ଦିଶେ, ସେଠାକୁ ଯାଅ।”
5 Et mecum noli venire: sed habita apud Godoliam filium Ahicam filii Saphan, quem praeposuit rex Babylonis civitatibus Iuda: habita ergo cum eo in medio populi: vel quocumque placuerit tibi ut vadas, vade. Dedit quoque ei magister militiae cibaria, et munuscula, et dimisit eum.
ଯିରିମୀୟ ଫେରି ନ ଯାଉଣୁ ନବୂଷରଦନ୍‍ ତାଙ୍କୁ କହିଲା, “ତେବେ ତୁମ୍ଭେ ଶାଫନ୍‍ର ପୌତ୍ର ଅହୀକାମ୍‍‍ର ପୁତ୍ର ଗଦଲୀୟ ନିକଟକୁ ଫେରିଯାଅ, ବାବିଲର ରାଜା ତାହାକୁ ଯିହୁଦାର ନଗରସମୂହର ଉପରେ ଶାସନକର୍ତ୍ତା ପଦରେ ନିଯୁକ୍ତ କରିଅଛି, ଆଉ ତୁମ୍ଭେ ଲୋକମାନଙ୍କ ମଧ୍ୟରେ ତାହା ସଙ୍ଗେ ବାସ କର; ଅବା ଯେକୌଣସି ସ୍ଥାନକୁ ଯିବା ପାଇଁ ତୁମ୍ଭକୁ ଉପଯୁକ୍ତ ଦିଶେ, ସେ ସ୍ଥାନକୁ ଯାଅ।” ତହିଁରେ ପ୍ରହରୀବର୍ଗର ସେନାପତି ତାଙ୍କୁ ପାଥେୟ ଓ ପାରିତୋଷିକ ଦେଇ ବିଦାୟ କଲା।
6 Venit autem Ieremias ad Godoliam filium Ahicam in Maspha, et habitavit cum eo in medio populi, qui relictus fuerat in terra.
ତହିଁରେ ଯିରିମୀୟ ମିସ୍ପାକୁ ଅହୀକାମ୍‍‍ର ପୁତ୍ର ଗଦଲୀୟ ନିକଟକୁ ଯାଇ ଦେଶସ୍ଥ ଅବଶିଷ୍ଟ ଲୋକମାନଙ୍କ ମଧ୍ୟରେ ତାହା ସଙ୍ଗେ ବାସ କଲେ।
7 Cumque audissent omnes principes exercitus, qui dispersi fuerant per regiones, ipsi et socii eorum, quod praefecisset rex Babylonis Godoliam filium Ahicam terrae, et quod commendasset ei viros, et mulieres, et parvulos, et de pauperibus terrae, qui non fuerant translati in Babylonem.
ଏଥିଉତ୍ତାରେ ଅହୀକାମ୍‍‍ର ପୁତ୍ର ଗଦଲୀୟଙ୍କୁ ବାବିଲର ରାଜା ଦେଶର ଶାସନକର୍ତ୍ତା କରି ନିଯୁକ୍ତ କରିଅଛି ଓ ଯେଉଁମାନେ ବନ୍ଦୀ ହୋଇ ବାବିଲକୁ ନୀତ ହୋଇ ନାହାନ୍ତି, ଏପରି ସକଳ ପୁରୁଷ, ସ୍ତ୍ରୀ, ବାଳକ ଓ ବାଳିକା ଓ ଦେଶସ୍ଥ ଦରିଦ୍ରମାନଙ୍କର ଭାର ତାହା ହସ୍ତରେ ସମର୍ପଣ କରିଅଛି ବୋଲି ପଦାରେ ସ୍ଥିତ ସେନାପତିଗଣ ଓ ସେମାନଙ୍କର ଲୋକମାନେ ଶୁଣିଲେ।
8 Venerunt ad Godoliam in Masphath: Ismahel filius Nathaniae, et Iohanan et Ionathan filii Caree, et Sareas filius Thanehumeth, et filii Ophi, qui erant de Netophathi, et Iezonias filius Maachathi, ipsi et viri eorum.
ତହିଁରେ ସେମାନେ, ଅର୍ଥାତ୍‍, ନଥନୀୟର ପୁତ୍ର ଇଶ୍ମାୟେଲ ଓ କାରେହର ପୁତ୍ର ଯୋହାନନ୍‍ ଓ ଯୋନାଥନ, ତନ୍‍ହୂମତର ପୁତ୍ର ସରାୟ ଓ ନଟୋଫାତୀୟ ଏଫର ପୁତ୍ରମାନେ ଆଉ ମାଖାଥୀୟର ପୁତ୍ର ଯାସନୀୟ, ଏମାନେ, ପୁଣି ଏମାନଙ୍କର ଲୋକମାନେ ମିସ୍ପାକୁ ଗଦଲୀୟ ନିକଟକୁ ଗଲେ।
9 Et iuravit eis Godolias filius Ahicam filii Saphan, et comitibus eorum, dicens: Nolite timere servire Chaldaeis, habitate in terra, et servite regi Babylonis, et bene erit vobis.
ପୁଣି, ଶାଫନ୍‍ର ପୌତ୍ର ଅହୀକାମ୍‍‍ର ପୁତ୍ର ଗଦଲୀୟ ସେମାନଙ୍କ ଓ ସେମାନଙ୍କ ଲୋକମାନଙ୍କ ନିକଟରେ ଶପଥ କରି କହିଲା, “ତୁମ୍ଭେମାନେ କଲ୍‍ଦୀୟମାନଙ୍କର ଦାସ ହେବା ପାଇଁ ଭୟ କର ନାହିଁ, ବାବିଲ ରାଜାର ଦାସ ହୋଇ ଦେଶରେ ବାସ କର, ତହିଁରେ ତୁମ୍ଭମାନଙ୍କର ମଙ୍ଗଳ ହେବ।
10 Ecce ego habito in Masphath ut respondeam praecepto Chaldaeorum, qui mittuntur ad nos: vos autem colligite vindemiam, et messem, et oleum, et condite in vasis vestris, et manete in urbibus vestris, quas tenetis.
ଦେଖ, ଯେଉଁ କଲ୍‍ଦୀୟମାନେ ଆମ୍ଭମାନଙ୍କ ନିକଟକୁ ଆସିବେ, ସେମାନଙ୍କ ସମ୍ମୁଖରେ ଠିଆ ହେବା ପାଇଁ ଆମ୍ଭେ ମିସ୍ପାରେ ବାସ କରିବା; ମାତ୍ର ତୁମ୍ଭେମାନେ ଦ୍ରାକ୍ଷାରସ, ଗ୍ରୀଷ୍ମକାଳୀନ ଫଳ ଓ ତୈଳ ସଞ୍ଚୟ କରି ଆପଣା ଆପଣା ପାତ୍ରରେ ରଖ, ଆଉ ତୁମ୍ଭମାନଙ୍କର ଯେସକଳ ନଗର ତୁମ୍ଭେମାନେ ହସ୍ତଗତ କରିଅଛ, ତହିଁରେ ବାସ କର।”
11 Sed et omnes Iudaei, qui erant in Moab, et in filiis Ammon, et in Idumaea, et in universis regionibus, audito quod dedisset rex Babylonis reliquias in Iudaea, et quod praeposuisset super eos Godoliam filium Ahicam filii Saphan:
ଆଉ, ମୋୟାବରେ ଓ ଅମ୍ମୋନ-ସନ୍ତାନଗଣ ମଧ୍ୟରେ, ଆଉ ଇଦୋମରେ ଓ ଅନ୍ୟାନ୍ୟ ସକଳ ଦେଶରେ ଯେଉଁ ଯିହୁଦୀୟମାନେ ଥିଲେ, ସେମାନେ ଯେତେବେଳେ ଶୁଣିଲେ ଯେ, ବାବିଲର ରାଜା ଯିହୁଦାର ଏକ ଅଂଶ ଲୋକ ଅବଶିଷ୍ଟ ରଖିଅଛି ଓ ଶାଫନ୍‍ର ପୌତ୍ର ଅହୀକାମ୍‍‍ର ପୁତ୍ର ଗଦଲୀୟଙ୍କୁ ସେମାନଙ୍କ ଉପରେ ନିଯୁକ୍ତ କରିଅଛି;
12 reversi sunt, inquam, omnes Iudaei de universis locis, ad quae profugerant, et venerunt in Terram Iuda ad Godoliam in Masphath: et collegerunt vinum, et messem multam nimis.
ସେତେବେଳେ ସେହି ଯିହୁଦୀୟମାନେ ଯେ ଯେଉଁ ସ୍ଥାନକୁ ତାଡ଼ିତ ହୋଇଥିଲେ, ସେସକଳ ସ୍ଥାନରୁ ଫେରି ଯିହୁଦା ଦେଶକୁ ମିସ୍ପାରେ ଗଦଲୀୟ ନିକଟକୁ ଆସିଲେ, ଆଉ ପ୍ରଚୁର ଦ୍ରାକ୍ଷାରସ ଓ ଗ୍ରୀଷ୍ମକାଳୀନ ଫଳ ସଞ୍ଚୟ କଲେ।
13 Iohanan autem filius Caree, et omnes principes exercitus, qui dispersi fuerant in regionibus, venerunt ad Godoliam in Masphath.
ଆହୁରି, କାରେହର ପୁତ୍ର ଯୋହାନନ୍‍ ଓ ପଦାରେ ଅବସ୍ଥିତ ସେନାପତିସକଳ ମିସ୍ପାରେ ଗଦଲୀୟ ନିକଟକୁ ଆସିଲେ,
14 Et dixerunt ei: Scito quod Baalis rex filiorum Ammon misit Ismahel filium Nathaniae percutere animam tuam. Et non credidit eis Godolias filius Ahicam.
ଆଉ ତାହାକୁ କହିଲେ, “ଅମ୍ମୋନ-ସନ୍ତାନଗଣର ରାଜା ବାଲୀସ ଆପଣଙ୍କ ପ୍ରାଣ ନେବା ପାଇଁ ନଥନୀୟର ପୁତ୍ର ଇଶ୍ମାୟେଲକୁ ପଠାଇଅଛି ବୋଲି କି ଆପଣ ଜାଣନ୍ତି?” ମାତ୍ର ଅହୀକାମ୍‍‍ର ପୁତ୍ର ଗଦଲୀୟ ସେମାନଙ୍କ କଥାରେ ବିଶ୍ୱାସ କଲା ନାହିଁ।
15 Iohanan autem filius Caree dixit ad Godoliam seorsum in Masphath, loquens: Ibo, et percutiam Ismahel filium Nathaniae nullo sciente, ne interficiat animam tuam, et dissipentur omnes Iudaei, qui congregati sunt ad te, et peribunt reliquiae Iuda.
ତହିଁରେ କାରେହର ପୁତ୍ର ଯୋହାନନ୍‍ ମିସ୍ପାରେ ଗଦଲୀୟଙ୍କୁ ଗୋପନରେ କହିଲା, “ଆପଣଙ୍କର ଅନୁମତି ହେଲେ ମୁଁ ଯାଇ ନଥନୀୟର ପୁତ୍ର ଇଶ୍ମାୟେଲକୁ ବଧ କରିବି, ଆଉ କେହି ତାହା ଜାଣିବ ନାହିଁ; ସେ କାହିଁକି ଆପଣଙ୍କୁ ବଧ କରିବ ଓ ତଦ୍ଦ୍ୱାରା ଆପଣଙ୍କ ନିକଟରେ ସଂଗୃହୀତ ଯିହୁଦୀୟ ସମସ୍ତେ ଛିନ୍ନଭିନ୍ନ ହୋଇଯିବେ ଓ ଯିହୁଦାର ଅବଶିଷ୍ଟାଂଶ ବିନଷ୍ଟ ହେବ?”
16 Et ait Godolias filius Ahicam ad Iohanan filium Caree: Noli facere verbum hoc: falsum enim tu loqueris de Ismahel.
ମାତ୍ର ଅହୀକାମ୍‍‍ର ପୁତ୍ର ଗଦଲୀୟ କାରେହର ପୁତ୍ର ଯୋହାନନ୍‍କୁ କହିଲା, “ତୁମ୍ଭେ ଏ କାର୍ଯ୍ୟ କରିବ ନାହିଁ; କାରଣ ତୁମ୍ଭେ ଇଶ୍ମାୟେଲ ବିଷୟରେ ମିଥ୍ୟା କଥା କହୁଅଛ।”

< Jeremiæ 40 >