< Iosue 16 >

1 Cecidit quoque sors filiorum Ioseph ab Iordane contra Iericho et aquas eius ab Oriente: solitudo quae ascendit de Iericho ad montem Bethel:
ପୂର୍ବଦିଗସ୍ଥିତ ଯିରୀହୋର ଜଳ ନିକଟବର୍ତ୍ତୀ ଯିରୀହୋ ସନ୍ନିକଟ ଯର୍ଦ୍ଦନ ଅବଧି ଯିରୀହୋଠାରୁ ପର୍ବତମୟ ଦେଶ ଦେଇ ବେଥେଲ୍‍କୁ ଉର୍ଦ୍ଧ୍ବଗାମୀ ପ୍ରାନ୍ତର ଯୋଷେଫ-ସନ୍ତାନମାନଙ୍କ ବାଣ୍ଟ ହେଲା।
2 et egreditur de Bethel Luzam: transitque terminum Archi, Ataroth.
ତହୁଁ ସେ ସୀମା ବେଥେଲ୍‍ଠାରୁ ଲୂସ୍‍କୁ ଗଲା ଓ ଅର୍କୀୟ ସୀମା ଦେଇ ଅଟାରୋତ୍‍କୁ ଗଲା;
3 et descendit ad Occidentem iuxta terminum Iephleti, usque ad terminos Beth horon inferioris, et Gazer: finiunturque regiones eius mari magno:
ପୁଣି ପଶ୍ଚିମ ଦିଗରେ ଯଫ୍ଲେଟୀୟ ସୀମା ଆଡ଼େ ନିମ୍ନଗାମୀ ବେଥ୍-ହୋରଣର ସୀମା ଓ ଗେଷର ପର୍ଯ୍ୟନ୍ତ ଗଲା ଓ ତହିଁର ପ୍ରାନ୍ତଭାଗ ସମୁଦ୍ରରେ ଥିଲା।
4 possederuntque filii Ioseph Manasses et Ephraim.
ଏହିରୂପେ ଯୋଷେଫର ସନ୍ତାନ ମନଃଶି ଓ ଇଫ୍ରୟିମ ଆପଣା ଆପଣା ଅଧିକାର ଗ୍ରହଣ କଲେ।
5 Et factus est terminus filiorum Ephraim per cognationes suas: et possessio eorum contra Orientem Ataroth addar usque Beth horon superiorem.
ଆପଣା ଆପଣା ବଂଶାନୁସାରେ ଇଫ୍ରୟିମ-ସନ୍ତାନଗଣର ସୀମା ଏରୂପ ଥିଲା; ପୂର୍ବ ଦିଗରେ ଉଚ୍ଚତର ବେଥ୍-ହୋରଣ ପର୍ଯ୍ୟନ୍ତ ଅଟାରୋତ୍‍-ଅଦ୍ଦର ସେମାନଙ୍କ ଅଧିକାରର ସୀମା ହେଲା।
6 Egrediunturque confinia in mare: Machmethath vero Aquilonem respicit, et circuit terminos contra Orientem in Thanathselo: et pertransit ab Oriente Ianoe.
ତହୁଁ ସେ ସୀମା ପଶ୍ଚିମ ଦିଗରେ ମିକ୍‍ମଥତ୍‍ ଉତ୍ତରରେ ବାହାରିଗଲା; ସେଠାରୁ ସେ ସୀମା ପୂର୍ବଦିଗ ବୁଲି ତାନତ୍‍ଶୀଲୋ ପର୍ଯ୍ୟନ୍ତ ତହିଁ ନିକଟ ଦେଇ ଯାଇ ପୂର୍ବ ଦିଗରେ ଯାନୋହକୁ ଗଲା।
7 descenditque de Ianoe in Ataroth et Naaratha: et pervenit in Iericho, egrediturque ad Iordanem.
ପୁଣି ଯାନୋହଠାରୁ ଅଟାରୋତ୍‍ ଓ ନାରା ହୋଇ ଯିରୀହୋ ପର୍ଯ୍ୟନ୍ତ ଯାଇ ଯର୍ଦ୍ଦନରେ ବାହାରିଲା।
8 De Taphua pertransit contra mare in Vallem arundineti, suntque egressus eius in mare salsissimum. haec est possessio tribus filiorum Ephraim per familias suas.
ତହୁଁ ସେ ସୀମା ତପୂହଠାରୁ ପଶ୍ଚିମ ଦିଗ ହୋଇ କାନ୍ନା ନଦୀ ଦେଇ ଗଲା ଓ ତହିଁର ପ୍ରାନ୍ତଭାଗ ସମୁଦ୍ରରେ ଥିଲା। ଆପଣା ଆପଣା ବଂଶାନୁସାରେ ଇଫ୍ରୟିମ ସନ୍ତାନମାନଙ୍କ ବଂଶର ଏହି ଅଧିକାର।
9 Urbesque separatae sunt filiis Ephraim in medio possessionis filiorum Manasse, et villae earum.
ଏହାଛଡ଼ା ମନଃଶି-ସନ୍ତାନଗଣର ଅଧିକାର ମଧ୍ୟରେ ଇଫ୍ରୟିମ-ସନ୍ତାନଗଣର ପୃଥକସ୍ଥିତ ଗ୍ରାମ ସମେତ ନାନା ନଗର ଥିଲା।
10 Et non interfecerunt filii Ephraim Chananaeum, qui habitabat in Gazer: habitavitque Chananaeus in medio Ephraim usque in diem hanc tributarius.
ମାତ୍ର ସେମାନେ ଗେଷରବାସୀ କିଣାନୀୟମାନଙ୍କୁ ତଡ଼ିଦେଲେ ନାହିଁ; ତେଣୁ କିଣାନୀୟମାନେ ଆଜି ପର୍ଯ୍ୟନ୍ତ ଇଫ୍ରୟିମ ମଧ୍ୟରେ ବାସ କରି ସେମାନଙ୍କର ବେଠିକର୍ମ କରି ଦାସ ହୋଇ ରହିଅଛନ୍ତି।

< Iosue 16 >