< Leviticus 14 >

1 Locutusque est Dominus ad Moysen, dicens:
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
2 Hic est ritus leprosi, quando mundandus est: Adducetur ad sacerdotem:
“କୁଷ୍ଠରୋଗୀର ଶୁଚି ହେବା ଦିନରେ ତାହାର ଏହି ବ୍ୟବସ୍ଥା; ସେ ଯାଜକ ନିକଟକୁ ଅଣାଯିବ;
3 qui egressus de castris, cum invenerit lepram esse mundatam,
ତହୁଁ ଯାଜକ ଛାଉଣିର ବାହାରକୁ ଯିବ; ପୁଣି ଯାଜକ ଦେଖିବ, ଆଉ, ଯଦି କୁଷ୍ଠୀର କୁଷ୍ଠରୋଗର ଘାʼ ସୁସ୍ଥ ହୋଇଥାଏ,
4 praecipiet ei, qui purificatur, ut offerat duos passeres vivos pro se, quibus vesci licitum est, et lignum cedrinum, vermiculumque et hyssopum.
ତେବେ ଯେଉଁ ଲୋକ ଶୁଚି ହେବାକୁ ଅଛି, ଯାଜକ ସେହି ଲୋକ ନିମନ୍ତେ ଦୁଇ ଜୀଅନ୍ତା ଶୁଚି ପକ୍ଷୀ, ଏରସ କାଠ, ସିନ୍ଦୂର ବର୍ଣ୍ଣ (ଲୋମ) ଓ ଏସୋବ ନେବା ପାଇଁ ଆଜ୍ଞା ଦେବ।
5 et unum ex passeribus immolari iubebit in vase fictili super aquas viventes:
ପୁଣି ଯାଜକ ମୃତ୍ତିକା ପାତ୍ରସ୍ଥିତ ସ୍ରୋତଜଳ ଉପରେ ଏକ ପକ୍ଷୀକୁ ବଧ କରିବାକୁ ଆଜ୍ଞା ଦେବ।
6 alium autem vivum cum ligno cedrino, et cocco et hyssopo, tinget in sanguine passeris immolati,
ତହିଁ ଉତ୍ତାରେ ସେ ସେହି ଜୀଅନ୍ତା ପକ୍ଷୀକୁ, ଏରସ କାଠ, ସିନ୍ଦୂର ବର୍ଣ୍ଣ (ଲୋମ) ଓ ଏସୋବ ନେଇ ସେହି ସ୍ରୋତଜଳ ଉପରେ ହତ ପକ୍ଷୀର ରକ୍ତରେ ଜୀଅନ୍ତା ପକ୍ଷୀକୁ ଓ ସେହି ସବୁ ଡୁବାଇବ;
7 quo asperget illum, qui mundandus est, septies, ut iure purgetur: et dimittet passerem vivum, ut in agrum avolet.
ପୁଣି ସେ କୁଷ୍ଠରୋଗରୁ ଶୁଚିଯୋଗ୍ୟ ଲୋକ ଉପରେ ସାତ ଥର ତାହା ଛିଞ୍ଚି; ସେ ଶୁଚି ବୋଲି ପ୍ରକାଶ କରିବ, ଆଉ ସେହି ଜୀଅନ୍ତା ପକ୍ଷୀକୁ କ୍ଷେତ୍ର ଆଡ଼େ ଛାଡ଼ିଦେବ।
8 Cumque laverit homo vestimenta sua, radet omnes pilos corporis, et lavabitur aqua: purificatusque ingredietur castra, ita dumtaxat ut maneat extra tabernaculum suum septem diebus,
ତହୁଁ ସେହି ଶୁଚିଯୋଗ୍ୟ ଲୋକ ଆପଣା ବସ୍ତ୍ର ଧୋଇ ଓ ସମସ୍ତ କେଶ କ୍ଷୌର କରି ଜଳରେ ସ୍ନାନ କରିବ, ତହିଁରେ ସେ ଶୁଚି ହେବ; ତହିଁ ଉତ୍ତାରେ ସେ ଛାଉଣି ଭିତରକୁ ଆସିବ, ମାତ୍ର ସେ ସାତ ଦିନ ଆପଣା ତମ୍ବୁର ବାହାରେ ରହିବ।
9 et die septimo radet capillos capitis, barbamque et supercilia, ac totius corporis pilos. Et lotis rursum vestibus et corpore,
ଆଉ, ସପ୍ତମ ଦିନରେ ସେ ଆପଣାର ସମସ୍ତ କେଶ, ଅର୍ଥାତ୍‍, ମସ୍ତକ, ଦାଢ଼ି ଓ ଭ୍ରୂଲତାର ସମସ୍ତ କେଶ କ୍ଷୌର କରିବ, ପୁଣି ଆପଣା ବସ୍ତ୍ର ଧୋଇ ଆପେ ଜଳରେ ସ୍ନାନ କରି ଶୁଚି ହେବ।
10 die octavo assumet duos agnos immaculatos, et ovem anniculam absque macula, et tres decimas similae in sacrificium, quae conspersa sit oleo, et seorsum olei sextarium.
ପୁଣି, ଅଷ୍ଟମ ଦିନରେ ଦୁଇ ନିଖୁନ୍ତ ମେଷବତ୍ସ, ଏକବର୍ଷୀୟା ଏକ ନିଖୁନ୍ତ ମେଷବତ୍ସା ଓ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ଏକ ଐଫାର ତିନି ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦା ଓ ଏକ ଲୋଗ୍‍ ତୈଳ ନେବ।
11 Cumque sacerdos purificans hominem, statuerit eum, et haec omnia coram Domino in ostio tabernaculi testimonii,
ତହୁଁ ଶୁଚିକାରୀ ଯାଜକ ସେହି ଶୁଚିଯୋଗ୍ୟ ଲୋକକୁ ଓ ସେହି ସବୁ ଦ୍ରବ୍ୟ ନେଇ ସମାଗମ-ତମ୍ବୁର ଦ୍ୱାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖରେ ସ୍ଥାପନ କରିବ;
12 tollet agnum, et offeret eum pro delicto, oleique sextarium. et oblatis ante Dominum omnibus,
ପୁଣି ଯାଜକ ସେହି ଦୁଇ ମେଷବତ୍ସ ମଧ୍ୟରୁ ଗୋଟିଏ ଓ ସେହି ଏକ ଲୋଗ୍‍ ତୈଳ ନେଇ ଦୋଷାର୍ଥକ ବଳି ରୂପେ ଉତ୍ସର୍ଗ କରିବ, ଆଉ ଦୋଳନୀୟ ନୈବେଦ୍ୟ ନିମନ୍ତେ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳାଇବ।
13 immolabit agnum, ubi solet immolari hostia pro peccato, et holocaustum, id est, in loco sancto. Sicut enim pro peccato, ita et pro delicto ad sacerdotem pertinet hostia: Sancta sanctorum est.
ଆଉ, ଯେଉଁ ସ୍ଥାନରେ ପାପାର୍ଥକ ଓ ହୋମାର୍ଥକ ବଳି ବଧ କରାଯାଏ, ସେହି ପବିତ୍ର ସ୍ଥାନରେ ସେହି ମେଷବତ୍ସ ବଧ କରିବ; କାରଣ ଯେପରି ପାପାର୍ଥକ ବଳି, ସେପରି ଦୋଷାର୍ଥକ ବଳି ଯାଜକର ଅଟଇ; ତାହା ମହାପବିତ୍ର ଅଟେ।
14 Assumensque sacerdos de sanguine hostiae, quae immolata est pro delicto, ponet super extremum auriculae dextrae eius qui mundatur, et super pollices manus dextrae et pedis:
ଏଥିଉତ୍ତାରେ ଯାଜକ ସେହି ଦୋଷାର୍ଥକ ବଳିର କିଛି ରକ୍ତ ନେବ; ପୁଣି, ଯାଜକ ସେହି ଶୁଚିଯୋଗ୍ୟ ଲୋକର ଡାହାଣ କର୍ଣ୍ଣପ୍ରାନ୍ତରେ, ଡାହାଣ ହସ୍ତର ବୃଦ୍ଧାଙ୍ଗୁଳିରେ ଓ ଡାହାଣ ପାଦର ବୃଦ୍ଧାଙ୍ଗୁଳିରେ ତାହା ଲଗାଇବ;
15 et de olei sextario mittet in manum suam sinistram,
ଆଉ, ଯାଜକ ସେହି ଏକ ଲୋଗ୍‍ ତୈଳରୁ କିଛି ନେଇ ଆପଣା ବାମ ହସ୍ତର ପାପୁଲିରେ ଢାଳିବ;
16 tingetque digitum dextrum in eo, et asperget coram Domino septies.
ତହୁଁ ଯାଜକ ସେହି ବାମ ହସ୍ତର ପାପୁଲିସ୍ଥିତ ତୈଳରେ ଆପଣା ଡାହାଣ ଅଙ୍ଗୁଳି ଡୁବାଇ ଅଙ୍ଗୁଳି ଦ୍ୱାରା ସେହି ତୈଳରୁ କିଛି ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ସାତ ଥର ଛିଞ୍ଚିବ;
17 quod autem reliquum est olei in laeva manu, fundet super extremum auriculae dextrae eius qui mundatur, et super pollices manus ac pedis dextri, et super sanguinem qui effusus est pro delicto,
ପୁଣି, ଯାଜକ ଆପଣା ହସ୍ତସ୍ଥିତ ଅବଶିଷ୍ଟ ତୈଳ ନେଇ ସେହି ଶୁଚିଯୋଗ୍ୟ ଲୋକର ଡାହାଣ କର୍ଣ୍ଣପ୍ରାନ୍ତରେ, ଡାହାଣ ହସ୍ତର ବୃଦ୍ଧାଙ୍ଗୁଳିରେ ଓ ଡାହାଣ ପାଦର ବୃଦ୍ଧାଙ୍ଗୁଳିରେ ଲାଗିଥିବା ଦୋଷାର୍ଥକ ବଳିର ରକ୍ତ ଉପରେ ଲଗାଇବ;
18 et super caput eius.
ଏଥିଉତ୍ତାରେ ଯାଜକ ଆପଣା ହସ୍ତସ୍ଥିତ ଅବଶିଷ୍ଟ ତୈଳ ସେହି ଶୁଚିଯୋଗ୍ୟ ଲୋକର ମସ୍ତକରେ ଲଗାଇବ; ପୁଣି ଯାଜକ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ପାଇଁ ପ୍ରାୟଶ୍ଚିତ୍ତ କରିବ।
19 Rogabitque pro eo coram Domino, et faciet sacrificium pro peccato. tunc immolabit holocaustum,
ଆଉ ଯାଜକ ପାପାର୍ଥକ ବଳି ଉତ୍ସର୍ଗ କରିବ ଓ ସେହି ଶୁଚିଯୋଗ୍ୟ ଲୋକର ଅଶୁଚିତା ହେତୁ ପ୍ରାୟଶ୍ଚିତ୍ତ କରିବ; ଏଥିଉତ୍ତାରେ ସେ ହୋମାର୍ଥକ ବଳି ବଧ କରିବ।
20 et ponet illud in altari cum libamentis suis, et homo rite mundabitur.
ଆଉ, ଯାଜକ ହୋମବଳି ଓ ଭକ୍ଷ୍ୟ ନୈବେଦ୍ୟ ଆଣି ବେଦିରେ ଉତ୍ସର୍ଗ କରିବ, ତହୁଁ ଯାଜକ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କଲେ ସେ ଶୁଚି ହେବ।
21 Quod si pauper est, et non potest manus eius invenire quae dicta sunt, pro delicto assumet agnum ad oblationem, ut roget pro eo sacerdos, decimamque partem similae conspersae oleo in sacrificium, et olei sextarium,
ଆଉ, ଯଦି ସେ ଦରିଦ୍ର ଓ ସେହି ସମସ୍ତ ବଳିଦାନ ଆଣି ନ ପାରେ, ତେବେ ସେ ଆପଣା ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ଦୋଳନୀୟ ନୈବେଦ୍ୟ ରୂପେ ଦୋଷାର୍ଥକ ବଳି ପାଇଁ ଗୋଟିଏ ମେଷବତ୍ସ ଓ ଭକ୍ଷ୍ୟ ନୈବେଦ୍ୟ ରୂପେ ଏକ ଐଫାର ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦା ଓ ଏକ ଲୋଗ୍‍ ତୈଳ;
22 duosque turtures sive duos pullos columbae, quorum unus sit pro peccato, et alter in holocaustum:
ପୁଣି, ତାହାର ପ୍ରାପ୍ତିର ସାଧ୍ୟାନୁସାରେ ଦୁଇ କପୋତ ଅବା ଦୁଇ ପାରାଛୁଆ ଆଣିବ; ଆଉ, ଏଥିରୁ ଗୋଟିଏ ପାପାର୍ଥକ ବଳି ଓ ଅନ୍ୟଟି ହୋମବଳି ହେବ।
23 offeretque ea die octavo purificationis suae sacerdoti, ad ostium tabernaculi testimonii coram Domino.
ଆଉ, ଅଷ୍ଟମ ଦିନରେ ସେ ଆପଣାର ଶୁଚିକାର୍ଯ୍ୟ ନିମନ୍ତେ ସମାଗମ-ତମ୍ବୁର ଦ୍ୱାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖରେ ଯାଜକ ନିକଟକୁ ସେମାନଙ୍କୁ ଆଣିବ।
24 qui suscipiens agnum pro delicto et sextarium olei, levabit simul:
ତହୁଁ ଯାଜକ ଦୋଷାର୍ଥକ ବଳିର ମେଷବତ୍ସ ଓ ସେହି ଏକ ଲୋଗ୍‍ ତୈଳ ନେବ; ପୁଣି, ଯାଜକ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟାର୍ଥେ ତାହା ଦୋଳାଇବ।
25 immolatoque agno, de sanguine eius ponet super extremum auriculae dextrae illius qui mundatur, et super pollices manus eius ac pedis dextri:
ପୁଣି, ସେ ସେହି ଦୋଷାର୍ଥକ ବଳିର ମେଷବତ୍ସ ବଧ କରିବ; ଆଉ ଯାଜକ ସେହି ଦୋଷାର୍ଥକ ବଳିର କିଛି ରକ୍ତ ନେଇ ଶୁଚିଯୋଗ୍ୟ ଲୋକର ଡାହାଣ କର୍ଣ୍ଣପ୍ରାନ୍ତରେ, ଡାହାଣ ହସ୍ତର ବୃଦ୍ଧାଙ୍ଗୁଳିରେ ଓ ଡାହାଣ ପାଦର ବୃଦ୍ଧାଙ୍ଗୁଳିରେ ଲଗାଇବ;
26 olei vero partem mittet in manum suam sinistram,
ତହିଁ ଉତ୍ତାରେ ଯାଜକ ସେହି ତୈଳରୁ କିଛି ନେଇ ଆପଣା ବାମ ହସ୍ତ ପାପୁଲିରେ ଢାଳିବ;
27 in quo tingens digitum dextrae manus asperget septies coram Domino:
ଆଉ, ଯାଜକ ଆପଣା ଡାହାଣ ଅଙ୍ଗୁଳି ଦ୍ୱାରା ସେହି ବାମ ହସ୍ତସ୍ଥିତ ତୈଳରୁ କିଛି କିଛି ନେଇ ସଦାପ୍ରଭୁଙ୍କ ଛାମୁରେ ସାତ ଥର ଛିଞ୍ଚିବ;
28 tangetque extremum dextrae auriculae illius qui mundatur, et pollices manus ac pedis dextri in loco sanguinis qui effusus est pro delicto:
ତହୁଁ ଯାଜକ ଆପଣା ହସ୍ତସ୍ଥିତ ତୈଳ ନେଇ ସେହି ଶୁଚିଯୋଗ୍ୟ ଲୋକର ଡାହାଣ କର୍ଣ୍ଣପ୍ରାନ୍ତରେ, ତାହାର ଡାହାଣ ହସ୍ତର ବୃଦ୍ଧାଙ୍ଗୁଳିରେ ଓ ଡାହାଣ ପାଦର ବୃଦ୍ଧାଙ୍ଗୁଳିରେ ଲାଗିଥିବା ଦୋଷାର୍ଥକ ବଳିର ରକ୍ତ ସ୍ଥାନରେ ଲଗାଇବ।
29 reliquam autem partem olei, quae est in sinistra manu, mittet super caput purificati, ut placet pro eo Dominum:
ପୁଣି ଯାଜକ ଶୁଚିଯୋଗ୍ୟ ଲୋକ ନିମନ୍ତେ ସଦାପ୍ରଭୁଙ୍କ ଛାମୁରେ ପ୍ରାୟଶ୍ଚିତ୍ତ କରିବା ପାଇଁ ଆପଣା ହସ୍ତସ୍ଥିତ ଅବଶିଷ୍ଟ ତୈଳ ତାହାର ମସ୍ତକରେ ଲଗାଇବ।
30 et turturem sive pullum columbae offeret,
ପୁଣି, ସେ ତାହାର ପ୍ରାପ୍ତିର ସାଧ୍ୟାନୁସାରେ ସେହି ଦୁଇ କପୋତ ଅବା ଦୁଇ ପାରାଛୁଆ ମଧ୍ୟରୁ ଗୋଟିଏ ଉତ୍ସର୍ଗ କରିବ;
31 unum pro delicto, et alterum in holocaustum cum libamentis suis.
ଅର୍ଥାତ୍‍, ତାହାର ପ୍ରାପ୍ତିର ସାଧ୍ୟାନୁସାରେ ଭକ୍ଷ୍ୟ ନୈବେଦ୍ୟ ସହିତ ଗୋଟିଏକୁ ପାପାର୍ଥକ ବଳି ରୂପେ ଓ ଅନ୍ୟଟିକୁ ହୋମବଳି ରୂପେ ଉତ୍ସର୍ଗ କରିବ; ପୁଣି, ଯାଜକ ଶୁଚିଯୋଗ୍ୟ ଲୋକ ନିମନ୍ତେ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାୟଶ୍ଚିତ୍ତ କରିବ।
32 Hoc est sacrificium leprosi, qui habere non potest omnia in emundationem sui.
ଯେଉଁ କୁଷ୍ଠରୋଗର ଘାʼଯୁକ୍ତ ଲୋକ ଆପଣାର ଶୁଚିକାର୍ଯ୍ୟ ସମ୍ବନ୍ଧୀୟ ଦ୍ରବ୍ୟ ପାଇବାକୁ ଅସମର୍ଥ, ତାହା ପାଇଁ ଏହି ବ୍ୟବସ୍ଥା।”
33 Locutusque est Dominus ad Moysen et Aaron, dicens:
ଏଥିଉତ୍ତାରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ,
34 Cum ingressi fueritis Terram Chanaan, quam ego dabo vobis in possessionem, si fuerit plaga leprae in aedibus,
“ଆମ୍ଭେ ଯେଉଁ ଦେଶ ତୁମ୍ଭମାନଙ୍କ ଅଧିକାର ନିମନ୍ତେ ଦେବା, ସେହି କିଣାନ ଦେଶରେ ତୁମ୍ଭେମାନେ ପ୍ରବେଶ କଲେ, ଯେବେ ଆମ୍ଭେ ତୁମ୍ଭମାନଙ୍କ ଅଧିକୃତ ଦେଶର କୌଣସି ଗୃହରେ କୁଷ୍ଠରୋଗର ଦାଗ ଉତ୍ପନ୍ନ କରୁ;
35 ibit cuius est domus, nuncians sacerdoti, et dicet: Quasi plaga leprae videtur mihi esse in domo mea.
ତେବେ ସେହି ଗୃହସ୍ୱାମୀ ଯାଜକ ନିକଟକୁ ଆସି କହିବ, ଯଥା, ‘ମୋʼ ଗୃହରେ ଦାଗ ଥିଲା ପରି ମୋତେ ଦେଖାଯାଉଅଛି;’
36 At ille praecipiet ut efferant universa de domo, priusquam ingrediatur eam, et videat utrum leprosa sit, ne immunda fiant omnia quae in domo sunt. Intrabitque postea ut consideret lepram domus:
ତହୁଁ ଗୃହର ସମସ୍ତ ଦ୍ରବ୍ୟ ଯେପରି ଅଶୁଚି ନ ହୁଏ, ଏଥିପାଇଁ ଯାଜକ ଦାଗ ଦେଖିବାକୁ ପ୍ରବେଶ କରିବା ପୂର୍ବେ ଗୃହ ଶୂନ୍ୟ କରିବାକୁ ଯାଜକ ଆଜ୍ଞା ଦେବ; ତହିଁ ଉତ୍ତାରେ ଯାଜକ ଗୃହ ଦେଖିବାକୁ ପ୍ରବେଶ କରିବ।
37 et cum viderit in parietibus illius quasi valliculas pallore sive rubore deformes, et humiliores superficie reliqua,
ପୁଣି, ସେ ସେହି ଦାଗ ଦେଖିବ, ପୁଣି ପ୍ରକୃତରେ, ଯଦି ସେହି ଦାଗ ଗୃହର କାନ୍ଥରେ ଟୋଲାପୋଲା ହୋଇ ବସିଯାଇ ଅଳ୍ପ ଶାଗୁଆ ବର୍ଣ୍ଣ ବା ରକ୍ତବର୍ଣ୍ଣ ହୋଇଥାଏ, ପୁଣି ତାହା କାନ୍ଥର ନୀଚସ୍ଥ ଦେଖାଯାଏ,
38 egredietur ostium domus, et statim claudet illam septem diebus.
ତେବେ ଯାଜକ ଗୃହରୁ ବାହାର ହୋଇ ଦ୍ୱାର ନିକଟକୁ ଯିବ ଓ ସେହି ଗୃହକୁ ସାତ ଦିନ ବନ୍ଦ କରି ରଖିବ।
39 Reversusque die septimo, considerabit eam. si invenerit crevisse lepram,
ପୁଣି, ଯାଜକ ସପ୍ତମ ଦିନରେ ପୁନର୍ବାର ଆସି ଦେଖିବ; ପୁଣି ପ୍ରକୃତରେ, ଯଦି ଗୃହର କାନ୍ଥରେ ସେହି ଦାଗ ବଢ଼ିଥାଏ,
40 iubebit erui lapides in quibus lepra est, et proiici eos extra civitatem in locum immundum:
ତେବେ ଯାଜକ ଦାଗଯୁକ୍ତ ପ୍ରସ୍ତରସବୁ ବାହାର କରି ନଗରର ବାହାରେ ଅଶୁଚି ସ୍ଥାନରେ ପକାଇ ଦେବାକୁ ଲୋକମାନଙ୍କୁ ଆଜ୍ଞା ଦେବ।
41 domum autem ipsam radi intrinsecus per circuitum, et spargi pulverem rasurae extra urbem in locum immundum,
ପୁଣି, ସେ ସେହି ଗୃହର ଭିତର ଚାରିଆଡ଼େ ଚଞ୍ଛାଇବ ଓ ସେହି ଚଞ୍ଛା ଧୂଳି ନଗରର ବାହାରେ ଅଶୁଚି ସ୍ଥାନରେ ପକାଇ ଦେବ।
42 lapidesque alios reponi pro his qui ablati fuerint, et luto alio liniri domum.
ଆଉ, ସେମାନେ ଅନ୍ୟ ପ୍ରସ୍ତର ନେଇ ସେହି ପ୍ରସ୍ତର ସ୍ଥାନରେ ବସାଇବେ ଓ ଅନ୍ୟ ଲେପ ନେଇ ଗୃହ ଲେପନ କରିବେ।
43 Sin autem postquam eruti sunt lapides, et pulvis elatus, et alia terra lita,
ଆଉ, ସେହି ପ୍ରସ୍ତର ବଦଳ କଲା ଉତ୍ତାରେ ଓ ଗୃହ ଚାଞ୍ଛିଲା ଉତ୍ତାରେ ଓ ଲେପନ କଲା ଉତ୍ତାରେ ଯେବେ ସେହି ଦାଗ ପୁନର୍ବାର ଗୃହରେ ଫୁଟି ବାହାରେ,
44 ingressus sacerdos viderit reversam lepram, et parietes respersos maculis, lepra est perseverans, et immunda domus:
ତେବେ ଯାଜକ ଆସି ଦେଖିବ, ପୁଣି ପ୍ରକୃତରେ, ଯଦି ସେହି ଦାଗ ଗୃହରେ ବୃଦ୍ଧି ପାଇଥାଏ, ତେବେ ସେହି ଗୃହରେ କ୍ଷୟ କୁଷ୍ଠରୋଗ ଅଛି; ତାହା ଅଶୁଚି ଅଟେ।
45 quam statim destruent, et lapides eius ac ligna, atque universum pulverem proiicient extra oppidum in locum immundum.
ତହିଁରେ ସେ ସେହି ଗୃହ ଭାଙ୍ଗି ପକାଇବ, ତହିଁର ପ୍ରସ୍ତର ଓ କାଷ୍ଠ ଓ ଧୂଳିସବୁ ନଗରର ବାହାରେ ଅଶୁଚି ସ୍ଥାନକୁ ବୋହି ନେଇଯିବ।
46 Qui intraverit domum quando clausa est, immundus erit usque ad vesperum:
ଆହୁରି, ସେହି ଗୃହ ବନ୍ଦ ହୋଇଥିବା ସମୟରେ ଯେକେହି ତହିଁ ଭିତରକୁ ଯାଏ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ହୋଇ ରହିବ।
47 et qui dormierit in ea, et comederit quippiam, lavabit vestimenta sua.
ପୁଣି, ଯେ ସେହି ଗୃହରେ ଶୟନ କରେ, ସେ ଆପଣା ବସ୍ତ୍ର ଧୋଇବ ଓ ସେହି ଘରେ ଯେ ଭୋଜନ କରେ, ସେ ଆପଣା ବସ୍ତ୍ର ଧୋଇବ।
48 Quod si introiens sacerdos viderit lepram non crevisse in domo, postquam denuo lita fuerit, purificabit eam reddita sanitate:
ଆଉ, ଯାଜକ ଆସି ଦେଖନ୍ତେ, ଯଦି, ସେହି ଗୃହ ଲେପନ କଲା ଉତ୍ତାରେ ଦାଗ ସେହି ଗୃହରେ ବଢ଼ି ନାହିଁ, ତେବେ ଯାଜକ ସେହି ଗୃହକୁ ଶୁଚି ବୋଲି ପ୍ରକାଶ କରିବ, କାରଣ ଦାଗ ଅଦୃଶ୍ୟ ହୋଇଅଛି।
49 et in purificatione eius sumet duos passeres, lignumque cedrinum, et vermiculum atque hyssopum:
ତହୁଁ ସେ ସେହି ଗୃହକୁ ଶୁଚି କରିବା ପାଇଁ ଦୁଇ ପକ୍ଷୀ, ଏରସ କାଠ, ସିନ୍ଦୂର ବର୍ଣ୍ଣ (ଲୋମ) ଓ ଏସୋବ ନେବ;
50 et immolato uno passere in vase fictili super aquas vivas,
ପୁଣି, ମୃତ୍ତିକା ପାତ୍ରସ୍ଥିତ ସ୍ରୋତଜଳ ଉପରେ ଏକ ପକ୍ଷୀକୁ ବଧ କରିବ;
51 tollet lignum cedrinum, et hyssopum, et coccum et passerem vivum, et tinget omnia in sanguine passeris immolati, atque in aquis viventibus, et asperget domum septies,
ତହୁଁ ସେ ସେହି ଏରସ କାଠ, ଏସୋବ, ସିନ୍ଦୂର ବର୍ଣ୍ଣ (ଲୋମ) ଓ ଜୀଅନ୍ତା ପକ୍ଷୀକୁ ନେଇ ହତ ପକ୍ଷୀର ରକ୍ତରେ ଓ ସେହି ସ୍ରୋତଜଳରେ ଡୁବାଇବ ଓ ସେହି ଗୃହରେ ସାତ ଥର ଛିଞ୍ଚିବ।
52 purificabitque eam tam in sanguine passeris quam in aquis viventibus, et in passere vivo, lignoque cedrino et hyssopo atque vermiculo.
ଏହି ପ୍ରକାରେ ପକ୍ଷୀର ରକ୍ତ ଦ୍ୱାରା, ସ୍ରୋତଜଳ ଦ୍ୱାରା, ଜୀଅନ୍ତା ପକ୍ଷୀ ଦ୍ୱାରା, ଏରସ କାଠ ଦ୍ୱାରା, ଏସୋବ ଦ୍ୱାରା ଓ ସିନ୍ଦୂର ବର୍ଣ୍ଣ (ଲୋମ) ଦ୍ୱାରା ସେହି ଗୃହକୁ ଶୁଚି କରିବ।
53 Cumque dimiserit passerem avolare in agrum libere, orabit pro domo, et iure mundabitur.
ମାତ୍ର ସେ ଜୀଅନ୍ତା ପକ୍ଷୀକୁ ନଗରର ବାହାରସ୍ଥ କ୍ଷେତ୍ର ଆଡ଼େ ଛାଡ଼ିଦେବ; ଏହିରୂପେ ସେ ଗୃହ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ତହିଁରେ ତାହା ଶୁଚି ହେବ।”
54 Ista est lex omnis leprae et percussurae,
କୁଷ୍ଠରୋଗର ସର୍ବପ୍ରକାର ଘାଆ ଓ ଛଉର ଏହି ବ୍ୟବସ୍ଥା;
55 leprae vestium et domorum,
ପୁଣି, ବସ୍ତ୍ରସ୍ଥିତ ଓ ଗୃହସ୍ଥିତ କୁଷ୍ଠରୋଗ;
56 cicatricis et erumpentium papularum, lucentis maculae, et in varias species, coloribus immutatis,
ଆଉ, ଫୁଲା ଓ ପାମା ଓ ଚିକ୍କଣ ଚିହ୍ନ,
57 ut possit sciri quo tempore mundum quid, vel immundum sit.
ଏହିସବୁ କେଉଁ ସମୟରେ ଶୁଚି ଓ କେଉଁ ସମୟରେ ଅଶୁଚି, ଏହା ଜଣାଇବା ନିମନ୍ତେ କୁଷ୍ଠରୋଗର ଏହି ବ୍ୟବସ୍ଥା।

< Leviticus 14 >