< Leviticus 4 >

1 Locutusque est Dominus ad Moysen, dicens:
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
2 Loquere filiis Israel: Anima cum peccaverit per ignorantiam, et de universis mandatis Domini, quae praecepit ut non fierent, quippiam fecerit:
“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଯାହା ନ କରିବାକୁ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି, ଯଦି କୌଣସି ବ୍ୟକ୍ତି ତହିଁ ମଧ୍ୟରୁ କୌଣସି କର୍ମ କରି ଭୁଲବଶତଃ ପାପ କରେ;
3 si sacerdos, qui unctus est, peccaverit, delinquere faciens populum, offeret pro peccato suo vitulum immaculatum Domino:
ବିଶେଷତଃ ଅଭିଷିକ୍ତ ଯାଜକ ଯଦି ଲୋକମାନଙ୍କର ଦୋଷଜନକ ପାପ କରେ; ତେବେ ସେ ଆପଣା କୃତ ପାପ ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିଖୁନ୍ତ ଏକ ଗୋବତ୍ସ ପାପାର୍ଥକ ବଳି ରୂପେ ଉତ୍ସର୍ଗ କରିବ।
4 et adducet illum ad ostium tabernaculi testimonii coram Domino, ponetque manum super caput eius, et immolabit eum Domino.
ପୁଣି ସେ ସମାଗମ-ତମ୍ବୁର ଦ୍ୱାର ନିକଟରେ ସଦାପ୍ରଭୁଙ୍କ ଛାମୁରେ ସେହି ଗୋବତ୍ସ ଆଣି ତାହା ମସ୍ତକରେ ହସ୍ତ ରଖି ସଦାପ୍ରଭୁଙ୍କ ସମ୍ମୁଖରେ ତାକୁ ବଧ କରିବ।
5 Hauriet quoque de sanguine vituli, inferens illum in tabernaculum testimonii.
ଆଉ, ଅଭିଷିକ୍ତ ଯାଜକ ସେହି ଗୋବତ୍ସର ରକ୍ତରୁ କିଛି ନେଇ ସମାଗମ-ତମ୍ବୁ ମଧ୍ୟକୁ ଆଣିବ।
6 Cumque intinxerit digitum in sanguinem, asperget eum septies coram Domino contra velum Sanctuarii.
ପୁଣି, ଯାଜକ ସେହି ରକ୍ତରେ ଆପଣା ଅଙ୍ଗୁଳି ଡୁବାଇ ସଦାପ୍ରଭୁଙ୍କ ଛାମୁରେ ପବିତ୍ର ସ୍ଥାନର ବିଚ୍ଛେଦ ବସ୍ତ୍ର ଆଗରେ ସାତ ଥର ଛିଞ୍ଚିବ।
7 ponetque de eodem sanguine super cornua altaris thymiamatis gratissimi Domino, quod est in tabernaculo testimonii. omnem autem reliquum sanguinem fundet in basim altaris holocausti in introitu tabernaculi.
ଆଉ, ଯାଜକ ସେହି ରକ୍ତରୁ କିଛି ନେଇ ସମାଗମ-ତମ୍ବୁର ମଧ୍ୟସ୍ଥିତ ସୁଗନ୍ଧି ଧୂପବେଦିର ଶୃଙ୍ଗରେ ସଦାପ୍ରଭୁଙ୍କ ସମ୍ମୁଖରେ ଦେବ; ତହୁଁ ଗୋବତ୍ସର ସମସ୍ତ ରକ୍ତ ନେଇ ସମାଗମ-ତମ୍ବୁର ଦ୍ୱାରସ୍ଥିତ ହୋମବେଦି ମୂଳରେ ଢାଳିବ।
8 Et adipem vituli offeret pro peccato, tam eum qui vitalia operit quam omnia quae intrinsecus sunt:
ଆଉ, ପାପାର୍ଥକ ବଳିରୂପ ଗୋବତ୍ସର ସମସ୍ତ ମେଦ, ଅର୍ଥାତ୍‍, ଅନ୍ତ ଆଚ୍ଛାଦକ ମେଦ, ଅନ୍ତ ଉପରିସ୍ଥ ମେଦ,
9 duos renunculos et reticulum quod est super eos iuxta ilia, et adipem iecoris cum renunculis,
ଦୁଇ ଗୁର୍ଦା, ତହିଁ ଉପରିସ୍ଥ ପାର୍ଶ୍ୱବର୍ତ୍ତୀ ମେଦ ଓ ଯକୃତର ଉପରିସ୍ଥ ଅନ୍ତପ୍ଲାବକ, ଗୁର୍ଦା ସହିତ ନେବ।
10 sicut offertur de vitulo hostiae pacificorum: et adolebit ea super altare holocausti.
ମଙ୍ଗଳାର୍ଥକ ବଳିର ଗୋରୁ ହେଲେ ଯେରୂପ କରିବାକୁ ହୁଏ, ସେରୂପ କରିବ; ପୁଣି ଯାଜକ ହୋମବେଦି ଉପରେ ତାହା ଦଗ୍ଧ କରିବ।
11 Pellem vero et omnes carnes cum capite et pedibus et intestinis et fimo,
ଆଉ, ସେହି ଗୋବତ୍ସର ଚର୍ମ, ସମସ୍ତ ମାଂସ, ମସ୍ତକ, ପାଦ, ଅନ୍ତ ଓ ଗୋମୟ,
12 et reliquo corpore efferet extra castra in locum mundum, ubi cineres effundi solent: incendetque ea super lignorum struem, quae in loco effusorum cinerum cremabuntur.
ସର୍ବସମେତ ଗୋବତ୍ସକୁ ନେଇ ଛାଉଣି ବାହାରେ ଶୁଚି ସ୍ଥାନରେ, ଅର୍ଥାତ୍‍, ଭସ୍ମ ନିକ୍ଷେପ ସ୍ଥାନକୁ ଆଣି କାଷ୍ଠ ଉପରେ ଅଗ୍ନିରେ ଦଗ୍ଧ କରିବ; ଭସ୍ମ ନିକ୍ଷେପ ସ୍ଥାନରେ ତାହା ଦଗ୍ଧ କରିବାକୁ ହେବ।
13 Quod si omnis turba Israel ignoraverit, et per imperitiam fecerit quod contra mandatum Domini est,
ଆଉ, ଇସ୍ରାଏଲର ସମଗ୍ର ମଣ୍ଡଳୀ ଯଦି ଭୁଲବଶତଃ ପାପ କରନ୍ତି ଓ ତାହା ସମାଜର ଦୃଷ୍ଟିରେ ଅଗୋଚର ହୁଏ, ଆଉ ଯାହା ନ କରିବାକୁ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି, ତହିଁ ମଧ୍ୟରୁ ସେମାନେ ଯଦି କୌଣସି କର୍ମ କରି ଦୋଷୀ ହୁଅନ୍ତି;
14 et postea intellexerit peccatum suum, offeret pro peccato suo vitulum, adducetque eum ad ostium tabernaculi.
ତେବେ ସେମାନଙ୍କ କୃତ ସେହି ପାପ ଜଣାପଡ଼ିଲେ, ସମାଜ ପାପାର୍ଥକ ବଳି ରୂପେ ଏକ ଗୋବତ୍ସ ଉତ୍ସର୍ଗ କରିବେ, ପୁଣି ସମାଗମ-ତମ୍ବୁ ନିକଟକୁ ତାହା ଆଣିବେ।
15 Et ponent seniores populi manus super caput eius coram Domino. Immolatoque vitulo in conspectu Domini,
ଏଥିଉତ୍ତାରେ ମଣ୍ଡଳୀର ପ୍ରାଚୀନବର୍ଗ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ଗୋବତ୍ସ ମସ୍ତକରେ ହସ୍ତ ରଖିବେ; ଆଉ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ଗୋବତ୍ସ ବଧ କରାଯିବ।
16 inferet sacerdos, qui unctus est, de sanguine eius in tabernaculum testimonii,
ଆଉ, ଅଭିଷିକ୍ତ ଯାଜକ ସେହି ଗୋବତ୍ସର ରକ୍ତରୁ କିଛି ନେଇ ସମାଗମ-ତମ୍ବୁ ମଧ୍ୟକୁ ଆଣିବ।
17 tincto digito aspergens septies contra velum.
ପୁଣି, ଯାଜକ ସେହି ରକ୍ତରେ ଆପଣା ଅଙ୍ଗୁଳି ଡୁବାଇ ସଦାପ୍ରଭୁଙ୍କ ଛାମୁରେ ବିଚ୍ଛେଦ ବସ୍ତ୍ର ଆଗରେ ସାତ ଥର ଛିଞ୍ଚିବ।
18 ponetque de eodem sanguine in cornibus altaris, quod est coram Domino in tabernaculo testimonii: reliquum autem sanguinem fundet iuxta basim altaris holocaustorum, quod est in ostio tabernaculi testimonii.
ପୁଣି ସେହି ରକ୍ତରୁ କିଛି ନେଇ ସମାଗମ-ତମ୍ବୁ ମଧ୍ୟରେ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ବେଦିର ଶୃଙ୍ଗ ଉପରେ ଦେବ, ଆଉ ସମାଗମ-ତମ୍ବୁର ଦ୍ୱାର ସମୀପସ୍ଥ ହୋମବେଦି ମୂଳରେ ତାହାର ସମସ୍ତ ରକ୍ତ ଢାଳିବ।
19 Omnemque eius adipem tollet, et adolebit super altare:
ପୁଣି, ବଳିରୁ ସମସ୍ତ ମେଦ ନେଇ ବେଦି ଉପରେ ଦଗ୍ଧ କରିବ।
20 sic faciens et de hoc vitulo quo modo fecit et prius: et rogante pro eis sacerdote, propitius erit eis Dominus.
ପୁଣି, ସେ ସେହି ପାପାର୍ଥକ ବଳିର ଗୋବତ୍ସକୁ ଯେରୂପ କଲା, ଏହାକୁ ହିଁ ସେରୂପ କରିବ; ଏହିରୂପେ ଯାଜକ ସେମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେମାନେ କ୍ଷମାପ୍ରାପ୍ତ ହେବେ।
21 Ipsum autem vitulum efferet extra castra, atque comburet sicut et priorem vitulum: quia est pro peccato multitudinis.
ଏଥିଉତ୍ତାରେ ସେ ଗୋବତ୍ସକୁ ଛାଉଣିର ବାହାରେ ନେଇ ପ୍ରଥମ ଗୋବତ୍ସ ତୁଲ୍ୟ ତାକୁ ଦଗ୍ଧ କରିବ; ତାହା ସମାଜର ପାପାର୍ଥକ ବଳିଦାନ।
22 Si peccaverit princeps, et fecerit unum e pluribus per ignorantiam, quod Domini lege prohibetur:
ଆଉ, ଯଦି କୌଣସି ଅଧ୍ୟକ୍ଷ ପାପ କରେ ଓ ଯାହା ନ କରିବାକୁ ତାହାର ସଦାପ୍ରଭୁ ପରମେଶ୍ୱର ଆଜ୍ଞା ଦେଇଅଛନ୍ତି, ସେସମସ୍ତ ମଧ୍ୟରୁ କୌଣସି ଏକ କର୍ମ ଭୁଲବଶତଃ କରି ଦୋଷୀ ହୁଏ;
23 et postea intellexerit peccatum suum, offeret hostiam Domino, hircum de capris immaculatum.
ତେବେ ସେ ଯେଉଁ ବିଷୟରେ ପାପ କରିଅଛି, ତାହାର ସେହି ପାପ ତାହାକୁ ଜ୍ଞାତ କରାଗଲେ, ସେ ଏକ ନିଖୁନ୍ତ ପୁଂ ଛାଗ ଉପହାର ଆଣିବ।
24 Ponetque manum suam super caput eius: cumque immolaverit eum loco ubi solet mactari holocaustum coram Domino, quia pro peccato est,
ପୁଣି, ସେ ସେହି ଛାଗର ମସ୍ତକରେ ହସ୍ତ ରଖି ହୋମବଳି ବଧ କରିବା ସ୍ଥାନରେ ସଦାପ୍ରଭୁଙ୍କ ସମ୍ମୁଖରେ ତାକୁ ବଧ କରିବ; ତାହା ପାପାର୍ଥକ ବଳିଦାନ।
25 tinget sacerdos digitum in sanguine hostiae pro peccato, tangens cornua altaris holocausti, et reliquum fundens ad basim eius.
ତହୁଁ ଯାଜକ ଆପଣା ଅଙ୍ଗୁଳିରେ ସେହି ପାପାର୍ଥକ ବଳିର ରକ୍ତରୁ କିଛି ନେଇ ହୋମବେଦିର ଶୃଙ୍ଗ ଉପରେ ଦେବ ଓ ତାହାର ସମସ୍ତ ରକ୍ତ ହୋମବେଦି ମୂଳରେ ଢାଳିବ।
26 Adipem vero adolebit supra, sicut in victimis pacificorum fieri solet: rogabitque pro eo sacerdos, et pro peccato eius, et dimittetur ei.
ପୁଣି ମଙ୍ଗଳାର୍ଥକ ବଳିଦାନର ମେଦ ତୁଲ୍ୟ ତାହାର ସକଳ ମେଦ ନେଇ ବେଦି ଉପରେ ଦଗ୍ଧ କରିବ; ଏହିରୂପେ ଯାଜକ ତାହାର ପାପମୋଚନାର୍ଥକ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ।
27 Quod si peccaverit anima per ignorantiam, de populo terrae, ut faciat quidquam de his, quae Domini lege prohibentur, atque delinquat,
ଆଉ, ସଦାପ୍ରଭୁ ଯାହା ନ କରିବାକୁ ଆଜ୍ଞା କରିଅଛନ୍ତି, ତହିଁରୁ କୌଣସି କର୍ମ କରିବାରେ ଯଦି ସାଧାରଣ ଲୋକଙ୍କ ମଧ୍ୟରୁ କୌଣସି ପ୍ରାଣୀ ଭୁଲବଶତଃ ପାପ କରି ଦୋଷୀ ହୁଏ
28 et cognoverit peccatum suum, offeret capram immaculatam.
ଓ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ଯଦି ତାହାକୁ ଜ୍ଞାତ କରାଯାଏ, ତେବେ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ନିମନ୍ତେ ଏକ ନିଖୁନ୍ତ ଛାଗୀ ଉପହାର ଆଣିବ।
29 Ponetque manus super caput hostiae quae pro peccato est, et immolabit eam in loco holocausti.
ପୁଣି ସେ ସେହି ପାପାର୍ଥକ ବଳିର ମସ୍ତକରେ ହସ୍ତ ରଖି ହୋମବଳି ବଧ କରିବା ସ୍ଥାନରେ ସେହି ପାପାର୍ଥକ ବଳି ବଧ କରିବ।
30 Tolletque sacerdos de sanguine in digito suo: et tangens cornua altaris holocausti, reliquum fundet ad basim eius.
ତହୁଁ ଯାଜକ ଅଙ୍ଗୁଳିରେ ତାହାର ରକ୍ତରୁ କିଛି ନେଇ ହୋମବେଦିର ଶୃଙ୍ଗ ଉପରେ ଦେବ, ଆଉ ତାହାର ସମସ୍ତ ରକ୍ତ ହୋମବେଦି ମୂଳରେ ଢାଳିବ।
31 Omnem autem adipem auferens, sicut auferri solet de victimis pacificorum, adolebit super altare in odorem suavitatis Domino: rogabitque pro eo, et dimittetur ei.
ପୁଣି, ମଙ୍ଗଳାର୍ଥକ ବଳିରୁ ନିଆଯାଇଥିବା ମେଦ ତୁଲ୍ୟ ଏହାର ସକଳ ମେଦ ନେବ; ତହୁଁ ଯାଜକ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବେଦି ଉପରେ ତାହା ଦଗ୍ଧ କରିବ; ଏହିରୂପେ ଯାଜକ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ।
32 Sin autem de pecoribus obtulerit victimam pro peccato, ovem scilicet immaculatam;
ମାତ୍ର ଯଦି ସେ ପାପାର୍ଥକ ବଳିଦାନ ନିମନ୍ତେ ମେଷବତ୍ସା ଆଣେ, ତେବେ ନିଖୁନ୍ତ ମେଷବତ୍ସା ଆଣିବ।
33 ponet manum super caput eius, et immolabit eam in loco ubi solent caedi holocaustorum hostiae.
ପୁଣି ସେହି ପାପାର୍ଥକ ବଳିର ମସ୍ତକରେ ହସ୍ତ ରଖି ହୋମବଳି ବଧ କରିବା ସ୍ଥାନରେ ପାପାର୍ଥକ ବଳିକୁ ବଧ କରିବ।
34 Sumetque sacerdos de sanguine eius digito suo, et tangens cornua altaris holocausti, reliquum fundet ad basim eius.
ତହୁଁ ଯାଜକ ଅଙ୍ଗୁଳିରେ ସେହି ପାପାର୍ଥକ ବଳିର ରକ୍ତରୁ କିଛି ନେଇ ହୋମବେଦିର ଶୃଙ୍ଗ ଉପରେ ଦେବ ଓ ତାହାର ସମସ୍ତ ରକ୍ତ ହୋମବେଦି ମୂଳରେ ଢାଳିବ।
35 Omnem quoque adipem auferens, sicut auferri solet adeps arietis, qui immolatur pro pacificis: cremabit super altare in incensum Domini: rogabitque pro eo, et pro peccato eius, et dimittetur ei.
ଆଉ, ମଙ୍ଗଳାର୍ଥକ ବଳିର ମେଷବତ୍ସଠାରୁ ନିଆଯାଇଥିବା ମେଦ ତୁଲ୍ୟ ଏହାର ସକଳ ମେଦ ନେବ, ପୁଣି ଯାଜକ ବେଦିରେ ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ଉପରେ ତାହା ଦଗ୍ଧ କରିବ; ଏହିରୂପେ ସେ ଯେଉଁ ପାପ କରିଅଛି, ସେହି ପାପ ସକାଶୁ ଯାଜକ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ।

< Leviticus 4 >