< ପ୍ରଥମ ବଂଶାବଳୀ 6 >

1 ଲେବୀର ପୁତ୍ର ଗେର୍ଶୋନ‍, କହାତ ଓ ମରାରି।
लेवी के पुत्र गेर्शोन, कहात और मरारी।
2 କହାତର ପୁତ୍ର ଅମ୍ରାମ୍‍, ଯିଷ୍‍ହର ଓ ହିବ୍ରୋଣ ଓ ଉଷୀୟେଲ।
और कहात के पुत्र, अम्राम, यिसहार, हेब्रोन और उज्जीएल।
3 ଅମ୍ରାମ୍‍ର ସନ୍ତାନ ହାରୋଣ ଓ ମୋଶା ଓ ମରୀୟମ। ପୁଣି, ହାରୋଣର ପୁତ୍ର ନାଦବ୍‍ ଓ ଅବୀହୂ, ଇଲୀୟାସର ଓ ଈଥାମର।
और अम्राम की सन्तान हारून, मूसा और मिर्याम, और हारून के पुत्र, नादाब, अबीहू, एलीआजर और ईतामार।
4 ଇଲୀୟାସର ପୀନହସ୍‍କୁ ଜାତ କଲା, ପୀନହସ୍‍ ଅବୀଶୂୟକୁ ଜାତ କଲା;
एलीआजर से पीनहास, पीनहास से अबीशू,
5 ପୁଣି, ଅବୀଶୂୟ ବୁକ୍କିକୁ ଜାତ କଲା ଓ ବୁକ୍କୁ ଉଷିକୁ ଜାତ କଲା;
अबीशू से बुक्की, बुक्की से उज्जी,
6 ଆଉ ଉଷି ସରହୀୟକୁ ଜାତ କଲା ଓ ସରହୀୟ ମରାୟୋତ୍‍କୁ ଜାତ କଲା;
उज्जी से जरहयाह, जरहयाह से मरायोत,
7 ମରାୟୋତ୍‍ ଅମରୀୟକୁ ଜାତ କଲା, ଅମରୀୟ ଅହୀଟୂବ୍‍କୁ ଜାତ କଲା।
मरायोत से अमर्याह, अमर्याह से अहीतूब,
8 ଆଉ ଅହୀଟୂବ୍‍ ସାଦୋକକୁ ଜାତ କଲା, ସାଦୋକ ଅହୀମାସ୍‍କୁ ଜାତ କଲା;
अहीतूब से सादोक, सादोक से अहीमास,
9 ଅହୀମାସ୍‍ ଅସରୀୟକୁ ଜାତ କଲା, ଅସରୀୟ ଯୋହାନନ୍‍କୁ ଜାତ କଲା;
अहीमास से अजर्याह, अजर्याह से योहानान,
10 ଆଉ ଯୋହାନନ୍‍ ଅସରୀୟକୁ ଜାତ କଲା, ଏହି ଅସରୀୟ ଯିରୂଶାଲମରେ ଶଲୋମନ ନିର୍ମିତ ମନ୍ଦିରରେ ଯାଜକ କର୍ମ କଲା।
१०और योहानान से अजर्याह उत्पन्न हुआ (जो सुलैमान के यरूशलेम में बनाए हुए भवन में याजक का काम करता था)।
11 ଅସରୀୟ ଅମରୀୟକୁ ଜାତ କଲା, ଅମରୀୟ ଅହୀଟୂବ୍‍କୁ ଜାତ କଲା;
११अजर्याह से अमर्याह, अमर्याह से अहीतूब,
12 ପୁଣି, ଅହୀଟୂବ୍‍ ସାଦୋକକୁ ଜାତ କଲା, ସାଦୋକ ଶଲ୍ଲୁମ୍‍କୁ ଜାତ କଲା;
१२अहीतूब से सादोक, सादोक से शल्लूम,
13 ଶଲ୍ଲୁମ୍‍ ହିଲ୍‍କୀୟକୁ ଜାତ କଲା, ହିଲ୍‍କୀୟ ଅସରୀୟକୁ ଜାତ କଲା;
१३शल्लूम से हिल्किय्याह, हिल्किय्याह से अजर्याह,
14 ଆଉ ଅସରୀୟ ସରାୟକୁ ଜାତ କଲା ଓ ସରାୟ ଯିହୋଷାଦକଙ୍କୁ ଜାତ କଲା।
१४अजर्याह से सरायाह, और सरायाह से यहोसादाक उत्पन्न हुआ।
15 ପୁଣି, ସଦାପ୍ରଭୁ ନବୂଖଦ୍‍ନିତ୍ସରର ହସ୍ତ ଦ୍ୱାରା ଯିହୁଦା ଓ ଯିରୂଶାଲମକୁ ନିର୍ବାସନ କରିବା ସମୟରେ ଏହି ଯିହୋଷାଦକ ବନ୍ଦୀ ହୋଇଗଲା।
१५और जब यहोवा, यहूदा और यरूशलेम को नबूकदनेस्सर के द्वारा बन्दी बना करके ले गया, तब यहोसादाक भी बन्धुआ होकर गया।
16 ଲେବୀର ପୁତ୍ର ଗେର୍ଶୋମ, କହାତ ଓ ମରାରି ଥିଲେ।
१६लेवी के पुत्र गेर्शोम, कहात और मरारी।
17 ଗେର୍ଶୋମର ପୁତ୍ରମାନଙ୍କ ନାମ ଲିବ୍‍ନି ଓ ଶିମୀୟି।
१७और गेर्शोम के पुत्रों के नाम ये थे, अर्थात् लिब्नी और शिमी।
18 କହାତର ପୁତ୍ର ଅମ୍ରାମ୍‍, ଯିଷ୍‍ହର, ହିବ୍ରୋଣ ଓ ଉଷୀୟେଲ।
१८और कहात के पुत्र अम्राम, यिसहार, हेब्रोन और उज्जीएल।
19 ମରାରିର ପୁତ୍ର ମହଲି ଓ ମୂଶି; ଆଉ ଆପଣା ଆପଣା ପିତୃବଂଶାନୁସାରେ ଏସମସ୍ତେ ଲେବୀୟ ଗୋଷ୍ଠୀ।
१९और मरारी के पुत्र महली और मूशी। अपने-अपने पितरों के घरानों के अनुसार लेवियों के कुल ये हुए।
20 ଗେର୍ଶୋମର (ସନ୍ତାନ); ତାହାର ପୁତ୍ର ଲିବ୍‍ନି, ତାହାର ପୁତ୍ର ଯହତ୍‍, ତାହାର ପୁତ୍ର ସିମ୍ମ;
२०अर्थात्, गेर्शोम का पुत्र लिब्नी हुआ, लिब्नी का यहत, यहत का जिम्मा।
21 ତାହାର ପୁତ୍ର ଯୋୟାହ, ତାହାର ପୁତ୍ର ଇଦ୍ଦୋ, ତାହାର ପୁତ୍ର ସେରହ, ତାହାର ପୁତ୍ର ଯୀୟତ୍ରୟ।
२१जिम्मा का योआह, योआह का इद्दो, इद्दो का जेरह, और जेरह का पुत्र यातरै हुआ।
22 କହାତର ସନ୍ତାନ; ତାହାର ପୁତ୍ର ଅମ୍ମୀନାଦବ, ତାହାର ପୁତ୍ର କୋରହ, ତାହାର ପୁତ୍ର ଅସୀର;
२२फिर कहात का पुत्र अम्मीनादाब हुआ, अम्मीनादाब का कोरह, कोरह का अस्सीर,
23 ତାହାର ପୁତ୍ର ଇଲ୍‍କାନା, ତାହାର ପୁତ୍ର ଅବୀୟାସଫ, ତାହାର ପୁତ୍ର ଅସୀର;
२३अस्सीर का एल्काना, एल्काना का एब्यासाप, एब्यासाप का अस्सीर,
24 ତାହାର ପୁତ୍ର ତହତ, ତାହାର ପୁତ୍ର ଊରୀୟେଲ, ତାହାର ପୁତ୍ର ଉଷୀୟ, ତାହାର ପୁତ୍ର ଶୌଲ।
२४अस्सीर का तहत, तहत का ऊरीएल, ऊरीएल का उज्जियाह और उज्जियाह का पुत्र शाऊल हुआ।
25 ଇଲ୍‍କାନାର ସନ୍ତାନ ଅମାସୟ ଓ ଅହୀମୋତ୍‍।
२५फिर एल्काना के पुत्र अमासै और अहीमोत।
26 ଇଲ୍‍କାନା; ଇଲ୍‍କାନାର ସନ୍ତାନ; ତାହାର ପୁତ୍ର ସୋଫୀ, ତାହାର ପୁତ୍ର ନହତ୍‍;
२६एल्काना का पुत्र सोपै, सोपै का नहत,
27 ତାହାର ପୁତ୍ର ଇଲୀୟାବ୍‍, ତାହାର ପୁତ୍ର ଯିରୋହମ, ତାହାର ପୁତ୍ର ଇଲ୍‍କାନା।
२७नहत का एलीआब, एलीआब का यरोहाम, और यरोहाम का पुत्र एल्काना हुआ।
28 ଶାମୁୟେଲଙ୍କର ସନ୍ତାନ; ପ୍ରଥମଜାତ ଯୋୟେଲ ଓ ଦ୍ୱିତୀୟ ଅବୀୟ।
२८शमूएल के पुत्र: उसका जेठा योएल और दूसरा अबिय्याह हुआ।
29 ମରାରିର ସନ୍ତାନ ମହଲି, ତାହାର ପୁତ୍ର ଲିବ୍‍ନି, ତାହାର ପୁତ୍ର ଶିମୀୟି, ତାହାର ପୁତ୍ର ଉଷଃ;
२९फिर मरारी का पुत्र महली, महली का लिब्नी, लिब्नी का शिमी, शिमी का उज्जा।
30 ତାହାର ପୁତ୍ର ଶିମୀୟ, ତାହାର ପୁତ୍ର ହଗୀୟ, ତାହାର ପୁତ୍ର ଅସାୟ।
३०उज्जा का शिमा; शिमा का हग्गिय्याह और हग्गिय्याह का पुत्र असायाह हुआ।
31 (ନିୟମ)ସିନ୍ଦୁକ ବିଶ୍ରାମ-ସ୍ଥାନ ପାଇଲା ଉତ୍ତାରେ ଦାଉଦ ଯେଉଁମାନଙ୍କୁ ସଦାପ୍ରଭୁଙ୍କ ଗୃହର ଗାନ-ସେବାରେ ନିଯୁକ୍ତ କରିଥିଲେ, ସେମାନଙ୍କର ନାମ ଏହି।
३१फिर जिनको दाऊद ने सन्दूक के भवन में रखे जाने के बाद, यहोवा के भवन में गाने का अधिकारी ठहरा दिया वे ये हैं।
32 ପୁଣି, ଶଲୋମନ ଯିରୂଶାଲମରେ ସଦାପ୍ରଭୁଙ୍କ ଗୃହ ନିର୍ମାଣ ନ କରିବା ପର୍ଯ୍ୟନ୍ତ ସେମାନେ ସମାଗମ-ତମ୍ବୁରୂପ ଆବାସ ସମ୍ମୁଖରେ ଗାନ ଦ୍ୱାରା ପରିଚର୍ଯ୍ୟା କଲେ ଓ ସେମାନେ ଆପଣା ଆପଣା ପାଳି ଅନୁସାରେ ସ୍ୱ ସ୍ୱ ପଦରେ ସେବା କଲେ।
३२जब तक सुलैमान यरूशलेम में यहोवा के भवन को बनवा न चुका, तब तक वे मिलापवाले तम्बू के निवास के सामने गाने के द्वारा सेवा करते थे; और इस सेवा में नियम के अनुसार उपस्थित हुआ करते थे।
33 ଆଉ ସେହି ସେବାକାରୀ ଲୋକମାନେ ଓ ସେମାନଙ୍କ ସନ୍ତାନଗଣ, ଯଥା, କହାତୀୟ ସନ୍ତାନଗଣ ମଧ୍ୟରେ ହେମନ ଗାୟକ, ସେ ଯୋୟେଲର ପୁତ୍ର, ସେ ଶାମୁୟେଲଙ୍କର ପୁତ୍ର;
३३जो अपने-अपने पुत्रों समेत उपस्थित हुआ करते थे वे ये हैं, अर्थात् कहातियों में से हेमान गवैया जो योएल का पुत्र था, और योएल शमूएल का,
34 ସେ ଇଲ୍‍କାନାର ପୁତ୍ର, ସେ ଯିରୋହମର ପୁତ୍ର, ସେ ଇଲୀୟେଲ୍‍ର ପୁତ୍ର, ସେ ତୋହର ପୁତ୍ର;
३४शमूएल एल्काना का, एल्काना यरोहाम का, यरोहाम एलीएल का, एलीएल तोह का,
35 ସେ ସୂଫର ପୁତ୍ର, ସେ ଇଲ୍‍କାନାର ପୁତ୍ର, ସେ ମାହତ୍‍ର ପୁତ୍ର, ସେ ଅମାସୟର ପୁତ୍ର;
३५तोह सूफ का, सूफ एल्काना का, एल्काना महत का, महत अमासै का,
36 ସେ ଇଲ୍‍କାନାର ପୁତ୍ର, ସେ ଯୋୟେଲର ପୁତ୍ର, ସେ ଅସରୀୟର ପୁତ୍ର, ସେ ସଫନୀୟର ପୁତ୍ର;
३६अमासै एल्काना का, एल्काना योएल का, योएल अजर्याह का, अजर्याह सपन्याह का,
37 ସେ ତହତର ପୁତ୍ର, ସେ ଅସୀରର ପୁତ୍ର, ସେ ଅବୀୟାସଫର ପୁତ୍ର, ସେ କୋରହର ପୁତ୍ର;
३७सपन्याह तहत का, तहत अस्सीर का, अस्सीर एब्यासाप का, एब्यासाप कोरह का,
38 ସେ ଯିଷ୍‍ହରିର ପୁତ୍ର, ସେ କହାତର ପୁତ୍ର, ସେ ଲେବୀର ପୁତ୍ର, ସେ ଇସ୍ରାଏଲର ପୁତ୍ର।
३८कोरह यिसहार का, यिसहार कहात का, कहात लेवी का और लेवी इस्राएल का पुत्र था।
39 ହେମନର ଭ୍ରାତା ଆସଫ ତାହାର ଦକ୍ଷିଣରେ ଠିଆ ହେଲା, ସେହି ଆସଫ ବେରିଖୀୟର ପୁତ୍ର, ସେ ଶିମୀୟର ପୁତ୍ର;
३९और उसका भाई आसाप जो उसके दाहिने खड़ा हुआ करता था वह बेरेक्याह का पुत्र था, और बेरेक्याह शिमा का,
40 ସେ ମୀଖାୟେଲର ପୁତ୍ର, ସେ ବାସେୟର ପୁତ୍ର, ସେ ମଲ୍‍କୀୟର ପୁତ୍ର;
४०शिमा मीकाएल का, मीकाएल बासेयाह का, बासेयाह मल्किय्याह का,
41 ସେ ଇତ୍‍ନିର ପୁତ୍ର, ସେ ସେରହର ପୁତ୍ର, ସେ ଅଦାୟାର ପୁତ୍ର;
४१मल्किय्याह एत्नी का, एत्नी जेरह का, जेरह अदायाह का,
42 ସେ ଏଥନ୍‍ର ପୁତ୍ର, ସେ ସିମ୍ମର ପୁତ୍ର, ସେ ଶିମୀୟିର ପୁତ୍ର।
४२अदायाह एतान का, एतान जिम्मा का, जिम्मा शिमी का,
43 ସେ ଯହତ୍‍ର ପୁତ୍ର, ସେ ଗେର୍ଶୋମର ପୁତ୍ର, ସେ ଲେବୀର ପୁତ୍ର।
४३शिमी यहत का, यहत गेर्शोम का, गेर्शोम लेवी का पुत्र था।
44 ବାମ ଭାଗରେ ସେମାନଙ୍କ ଭ୍ରାତୃଗଣ ମରାରିର ସନ୍ତାନମାନେ ଠିଆ ହେଲେ; ଏଥନ୍‍ କୀଶିର ପୁତ୍ର, ସେ ଅବ୍‍ଦିର ପୁତ୍ର, ସେ ମଲ୍ଲୁକର ପୁତ୍ର;
४४और बाईं ओर उनके भाई मरारी खड़े होते थे, अर्थात् एतान जो कीशी का पुत्र था, और कीशी अब्दी का, अब्दी मल्लूक का,
45 ସେ ହଶବୀୟର ପୁତ୍ର, ସେ ଅମତ୍‍ସୀୟର ପୁତ୍ର, ସେ ହିଲ୍‍କୀୟର ପୁତ୍ର;
४५मल्लूक हशब्याह का, हशब्याह अमस्याह का, अमस्याह हिल्किय्याह का,
46 ସେ ଅମ୍ସିର ପୁତ୍ର, ସେ ବାନିର ପୁତ୍ର, ସେ ଶେମରର ପୁତ୍ର;
४६हिल्किय्याह अमसी का, अमसी बानी का, बानी शेमेर का,
47 ସେ ମହଲିର ପୁତ୍ର, ସେ ମୂଶିର ପୁତ୍ର, ସେ ମରାରିର ପୁତ୍ର, ସେ ଲେବୀର ପୁତ୍ର।
४७शेमेर महली का, महली मूशी का, मूशी मरारी का, और मरारी लेवी का पुत्र था;
48 ସେମାନଙ୍କ ଭ୍ରାତୃଗଣ ଲେବୀୟମାନେ ପରମେଶ୍ୱରଙ୍କ ଗୃହରୂପ ଆବାସର ସମସ୍ତ ସେବାରେ ନିଯୁକ୍ତ ଥିଲେ।
४८और इनके भाई जो लेवीय थे वे परमेश्वर के भवन के निवास की सब प्रकार की सेवा के लिये अर्पण किए हुए थे।
49 ମାତ୍ର ହାରୋଣ ଓ ତାଙ୍କର ପୁତ୍ରଗଣ ପରମେଶ୍ୱରଙ୍କ ସେବକ ମୋଶାଙ୍କର ସମସ୍ତ ଆଜ୍ଞା ପ୍ରମାଣେ ମହାପବିତ୍ର ସ୍ଥାନର ସମସ୍ତ କାର୍ଯ୍ୟ ନିମନ୍ତେ ଓ ଇସ୍ରାଏଲ ପାଇଁ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ହୋମାର୍ଥକ ବେଦି ଉପରେ ଓ ଧୂପାର୍ଥକ ବେଦି ଉପରେ ଉତ୍ସର୍ଗ କଲେ।
४९परन्तु हारून और उसके पुत्र होमबलि की वेदी, और धूप की वेदी दोनों पर बलिदान चढ़ाते, और परमपवित्र स्थान का सब काम करते, और इस्राएलियों के लिये प्रायश्चित करते थे, जैसे कि परमेश्वर के दास मूसा ने आज्ञाएँ दी थीं।
50 ହାରୋଣଙ୍କର ସନ୍ତାନଗଣ; ହାରୋଣଙ୍କର ପୁତ୍ର ଇଲୀୟାସର, ତାହାର ପୁତ୍ର ପୀନହସ୍‍, ତାହାର ପୁତ୍ର ଅବୀଶୂୟ
५०और हारून के वंश में ये हुए: अर्थात् उसका पुत्र एलीआजर हुआ, और एलीआजर का पीनहास, पीनहास का अबीशू,
51 ତାହାର ପୁତ୍ର ବୁକ୍କି, ତାହାର ପୁତ୍ର ଉଷି, ତାହାର ପୁତ୍ର ସରହୀୟ;
५१अबीशू का बुक्की, बुक्की का उज्जी, उज्जी का जरहयाह,
52 ତାହାର ପୁତ୍ର ମରାୟୋତ୍‍, ତାହାର ପୁତ୍ର ଅମରୀୟ, ତାହାର ପୁତ୍ର ଅହୀଟୂବ୍‍;
५२जरहयाह का मरायोत, मरायोत का अमर्याह, अमर्याह का अहीतूब,
53 ତାହାର ପୁତ୍ର ସାଦୋକ, ତାହାର ପୁତ୍ର ଅହୀମାସ୍‍।
५३अहीतूब का सादोक और सादोक का अहीमास पुत्र हुआ।
54 ଆଉ ସେମାନଙ୍କ ସ୍ୱ ସ୍ୱ ସୀମାରେ ଛାଉଣିର ସ୍ଥାପନାନୁସାରେ ଏହିସବୁ ସେମାନଙ୍କର ବସତି ସ୍ଥାନ। ଯଥା, ହାରୋଣଙ୍କର ସନ୍ତାନଗଣ କହାତୀୟ ଗୋଷ୍ଠୀର ପ୍ରଥମ ବାଣ୍ଟ ଥିଲା,
५४उनके भागों में उनकी छावनियों के अनुसार उनकी बस्तियाँ ये हैं अर्थात् कहात के कुलों में से पहली चिट्ठी जो हारून की सन्तान के नाम पर निकली;
55 ଏହେତୁ ସେମାନଙ୍କୁ ଯିହୁଦା ଦେଶସ୍ଥ ହିବ୍ରୋଣ ଓ ତହିଁର ଚତୁର୍ଦ୍ଦିଗସ୍ଥ ତଳିଭୂମି ଦିଆଗଲା।
५५अर्थात् चारों ओर की चराइयों समेत यहूदा देश का हेब्रोन उन्हें मिला।
56 ମାତ୍ର ନଗରର କ୍ଷେତ୍ର ଓ ତହିଁର ଗ୍ରାମସବୁ ଯିଫୁନ୍ନିର ପୁତ୍ର କାଲେବଙ୍କୁ ଦିଆଗଲା।
५६परन्तु उस नगर के खेत और गाँव यपुन्ने के पुत्र कालेब को दिए गए।
57 ପୁଣି, ହାରୋଣଙ୍କର ସନ୍ତାନମାନଙ୍କୁ ଆଶ୍ରୟ ନଗରସବୁ, ହିବ୍ରୋଣ; ଲିବ୍‍ନା, ତହିଁର ତଳିଭୂମି ଓ ଯତ୍ତୀର ଓ ଇଷ୍ଟିମୋୟ, ତହିଁର ତଳିଭୂମି;
५७और हारून की सन्तान को शरणनगर हेब्रोन, और चराइयों समेत लिब्ना, और यत्तीर और अपनी-अपनी चराइयों समेत एश्तमो;
58 ହିଲେନ୍‍, ତହିଁର ତଳିଭୂମି, ଦବୀର, ତହିଁର ତଳିଭୂମି;
५८अपनी-अपनी चराइयों समेत हीलेन और दबीर;
59 ଆଶନ୍‍, ତହିଁର ତଳିଭୂମି ଓ ବେଥ୍-ଶେମଶ, ତହିଁର ତଳିଭୂମି;
५९आशान और बेतशेमेश।
60 ପୁଣି, ବିନ୍ୟାମୀନ୍ ବଂଶଠାରୁ ଗେବା, ତହିଁର ତଳିଭୂମି ଓ ଆଲେମତ୍‍, ତହିଁର ତଳିଭୂମି ଓ ଅନାଥୋତ୍‍, ତହିଁର ତଳିଭୂମି ଦିଆଗଲା। ସେମାନଙ୍କ ସମୁଦାୟ ବଂଶର ସର୍ବସୁଦ୍ଧା ତେର ନଗର ଥିଲା।
६०और बिन्यामीन के गोत्र में से अपनी-अपनी चराइयों समेत गेबा, आलेमेत और अनातोत दिए गए। उनके घरानों के सब नगर तेरह थे।
61 ପୁଣି, କହାତର ଅବଶିଷ୍ଟ ସନ୍ତାନମାନଙ୍କୁ ଗୁଲିବାଣ୍ଟ ଦ୍ୱାରା ବଂଶୀୟ ଗୋଷ୍ଠୀଠାରୁ, ଅର୍ଦ୍ଧ ବଂଶ, ଅର୍ଥାତ୍‍, ମନଃଶିର ଅର୍ଦ୍ଧାଂଶଠାରୁ ଦଶ ନଗର ଦିଆଗଲା।
६१और शेष कहातियों के गोत्र के कुल, अर्थात् मनश्शे के आधे गोत्र में से चिट्ठी डालकर दस नगर दिए गए।
62 ଆଉ ଗେର୍ଶୋମର ସନ୍ତାନଗଣକୁ ସେମାନଙ୍କ ଗୋଷ୍ଠୀ ଅନୁସାରେ ଇଷାଖର-ବଂଶଠାରୁ ଓ ଆଶେର-ବଂଶଠାରୁ ଓ ନପ୍ତାଲି-ବଂଶଠାରୁ ଓ ବାଶନସ୍ଥ ମନଃଶି-ବଂଶଠାରୁ ତେର ନଗର ଦିଆଗଲା।
६२और गेर्शोमियों के कुलों के अनुसार उन्हें इस्साकार, आशेर और नप्ताली के गोत्र, और बाशान में रहनेवाले मनश्शे के गोत्र में से तेरह नगर मिले।
63 ମରାରିର ସନ୍ତାନଗଣକୁ ସେମାନଙ୍କ ଗୋଷ୍ଠୀ ଅନୁସାରେ ଗୁଲିବାଣ୍ଟ ଦ୍ୱାରା ରୁବେନ୍‍-ବଂଶଠାରୁ ଓ ଗାଦ୍‍ ବଂଶଠାରୁ ଓ ସବୂଲୂନ-ବଂଶଠାରୁ ବାର ନଗର ଦିଆଗଲା।
६३मरारियों के कुलों के अनुसार उन्हें रूबेन, गाद और जबूलून के गोत्रों में से चिट्ठी डालकर बारह नगर दिए गए।
64 ପୁଣି, ଇସ୍ରାଏଲ-ସନ୍ତାନଗଣ ଲେବୀୟମାନଙ୍କୁ ତଳିଭୂମି ସହିତ ନଗରମାନ ଦେଲେ।
६४इस्राएलियों ने लेवियों को ये नगर चराइयों समेत दिए।
65 ସେମାନେ ଗୁଲିବାଣ୍ଟ ଦ୍ୱାରା ନାମରେ ଉଲ୍ଲିଖିତ ଏହି ନଗରସବୁ ଯିହୁଦା-ସନ୍ତାନଗଣର ବଂଶଠାରୁ ଓ ଶିମୀୟୋନ-ସନ୍ତାନଗଣର ବଂଶଠାରୁ ଓ ବିନ୍ୟାମୀନ୍-ସନ୍ତାନଗଣର ବଂଶଠାରୁ ସେମାନଙ୍କୁ ଦେଲେ।
६५उन्होंने यहूदियों, शिमोनियों और बिन्यामीनियों के गोत्रों में से वे नगर दिए, जिनके नाम ऊपर दिए गए हैं।
66 ପୁଣି, କହାତ-ସନ୍ତାନଗଣର କୌଣସି କୌଣସି ଗୋଷ୍ଠୀ ଇଫ୍ରୟିମ-ବଂଶଠାରୁ ସ୍ୱ ସ୍ୱ ସୀମାସ୍ଥ ନଗର ପାଇଲେ।
६६और कहातियों के कई कुलों को उनके भाग के नगर एप्रैम के गोत्र में से मिले।
67 ଆଉ ସେମାନେ ସେମାନଙ୍କୁ ଆଶ୍ରୟ-ନଗରମାନ ଦେଲେ, ଇଫ୍ରୟିମର ପର୍ବତମୟ ଦେଶରେ ତଳିଭୂମି ସହିତ ଶିଖିମ; ତଳିଭୂମି ସହିତ ଗେଷର;
६७सो उनको अपनी-अपनी चराइयों समेत एप्रैम के पहाड़ी देश का शेकेम जो शरणनगर था, फिर गेजेर,
68 ତଳିଭୂମି ସହିତ ଯକମୀୟାମ୍‍ ଓ ତଳିଭୂମି ସହିତ ବେଥ୍-ହୋରଣ;
६८योकमाम, बेथोरोन,
69 ତଳିଭୂମି ସହିତ ଅୟାଲୋନ୍‍ ଓ ତଳିଭୂମି ସହିତ ଗାଥ୍‍-ରିମ୍ମୋନ;
६९अय्यालोन और गत्रिम्मोन;
70 ପୁଣି, ମନଃଶିର ଅର୍ଦ୍ଧ ବଂଶଠାରୁ ତଳିଭୂମି ସହିତ ଆନେର୍‍ ଓ ତଳିଭୂମି ସହିତ ବିଲୀୟମ୍‍, ଏହିସବୁ ନଗର କହାତ-ସନ୍ତାନଗଣର ଅବଶିଷ୍ଟ ଗୋଷ୍ଠୀକୁ ଦେଲେ।
७०और मनश्शे के आधे गोत्र में से अपनी-अपनी चराइयों समेत आनेर और बिलाम शेष कहातियों के कुल को मिले।
71 ଗେର୍ଶୋମର ସନ୍ତାନମାନଙ୍କୁ ମନଃଶିର ଅର୍ଦ୍ଧ ବଂଶର ଗୋଷ୍ଠୀଠାରୁ ତଳିଭୂମି ସହିତ ବାଶନସ୍ଥ ଗୋଲନ୍‍ ଓ ତଳିଭୂମି ସହିତ ଅଷ୍ଟାରୋତ୍‍;
७१फिर गेर्शोमियों को मनश्शे के आधे गोत्र के कुल में से तो अपनी-अपनी चराइयों समेत बाशान का गोलन और अश्तारोत;
72 ଆଉ ଇଷାଖରର ଗୋଷ୍ଠୀଠାରୁ ତଳିଭୂମି ସହିତ କେଦଶ୍‍, ତଳିଭୂମି ସହିତ ଦାବରତ୍‍;
७२और इस्साकार के गोत्र में से अपनी-अपनी चराइयों समेत केदेश, दाबरात,
73 ତଳିଭୂମି ସହିତ ରାମୋତ୍‍ ଓ ତଳିଭୂମି ସହିତ ଆନେମ୍‍;
७३रामोत और आनेम,
74 ଆଉ ଆଶେର-ବଂଶଠାରୁ ତଳିଭୂମି ସହିତ ମଶାଲ୍‍, ତଳିଭୂମି ସହିତ ଅବଦୋନ୍‍;
७४और आशेर के गोत्र में से अपनी-अपनी चराइयों समेत माशाल, अब्दोन,
75 ତଳିଭୂମି ସହିତ ହୁକ୍କୋକ୍‍ ଓ ତଳିଭୂମି ସହିତ ରହୋବ;
७५हूकोक और रहोब;
76 ଆଉ ନପ୍ତାଲି-ବଂଶଠାରୁ ତଳିଭୂମି ସହିତ ଗାଲିଲୀସ୍ଥ କେଦଶ, ତଳିଭୂମି ସହିତ ହମ୍ମୋନ ଓ ତଳିଭୂମି ସହିତ କିରୀୟାଥୟିମ ଦିଆଗଲା।
७६और नप्ताली के गोत्र में से अपनी-अपनी चराइयों समेत गलील का केदेश हम्मोन और किर्यातैम मिले।
77 ମରାରି-ସନ୍ତାନଗଣର ଅବଶିଷ୍ଟ ଲେବୀୟମାନଙ୍କୁ ସବୂଲୂନ-ବଂଶଠାରୁ ତଳିଭୂମି ସହିତ ରିମ୍ମୋନ୍‍, ତଳିଭୂମି ସହିତ ତାବୋର୍‍ ଦିଆଗଲା।
७७फिर शेष लेवियों अर्थात् मरारियों को जबूलून के गोत्र में से तो अपनी-अपनी चराइयों समेत रिम्मोन और ताबोर।
78 ଆଉ ଯର୍ଦ୍ଦନର ସେପାରି ଯିରୀହୋ ନିକଟରେ ଯର୍ଦ୍ଦନର ପୂର୍ବ ଦିଗରେ ରୁବେନ୍‍-ବଂଶଠାରୁ ତଳିଭୂମି ସହିତ ପ୍ରାନ୍ତରସ୍ଥ ବେତ୍ସର ଓ ତଳିଭୂମି ସହିତ ଯହସ
७८और यरीहो के पास की यरदन नदी के पूर्व ओर रूबेन के गोत्र में से तो अपनी-अपनी चराइयों समेत जंगल का बेसेर, यहस,
79 ଓ ତଳିଭୂମି ସହିତ କଦେମୋତ୍‍ ଓ ତଳିଭୂମି ସହିତ ମେଫାତ୍‍;
७९कदेमोत और मेपात;
80 ଆଉ ଗାଦ୍‍ ବଂଶଠାରୁ ତଳିଭୂମି ସହିତ ଗିଲୀୟଦସ୍ଥ ରାମୋତ୍‍, ତଳିଭୂମି ସହିତ ମହନୟିମ,
८०और गाद के गोत्र में से अपनी-अपनी चराइयों समेत गिलाद का रामोत महनैम,
81 ତଳିଭୂମି ସହିତ ହିଷ୍‍ବୋନ ଓ ତଳିଭୂମି ସହିତ ଯାସେର ଦିଆଗଲା।
८१हेशबोन और याजेर दिए गए।

< ପ୍ରଥମ ବଂଶାବଳୀ 6 >