< ପ୍ରଥମ ରାଜାବଳୀ 20 >

1 ଏଥିଉତ୍ତାରେ ଅରାମର ରାଜା ବିନ୍‍ହଦଦ୍‍ ଆପଣାର ସମସ୍ତ ସୈନ୍ୟ ଏକତ୍ର କଲା; ପୁଣି, ତାହା ସଙ୍ଗେ ବତିଶ ରାଜା, ଆଉ ଅଶ୍ୱ ଓ ରଥମାନ ଥିଲେ; ପୁଣି, ସେ ଯାଇ ଶମରୀୟା ଅବରୋଧ କରି ତହିଁ ବିରୁଦ୍ଧରେ ଯୁଦ୍ଧ କଲା।
Daarna trok Ben-Hadad, de koning van Aram, heel zijn legermacht samen, terwijl twee en dertig koningen zich met hun paarden en strijdwagens bij hem aansloten. Zo rukte hij op, belegerde Samaria en bestormde het.
2 ଆଉ ନଗର ମଧ୍ୟକୁ ଇସ୍ରାଏଲର ରାଜା ଆହାବଙ୍କ ନିକଟକୁ ଦୂତଗଣ ପଠାଇ ତାଙ୍କୁ କହିଲା, “ବିନ୍‍ହଦଦ୍‍ ଏହି କଥା କହନ୍ତି,
Toen zond hij gezanten naar de stad tot koning Achab van Israël,
3 ‘ତୁମ୍ଭର ରୂପା ଓ ତୁମ୍ଭର ସୁନା ମୋହର ଅଟେ, ତୁମ୍ଭର ଭାର୍ଯ୍ୟା ଓ ତୁମ୍ଭର ସନ୍ତାନମାନେ, ମଧ୍ୟ ସର୍ବୋତ୍ତମ ଯେତେ, ମୋହର ଅଟନ୍ତି।’”
en liet hem zeggen: Zo spreekt Ben-Hadad! Uw zilver en uw goud behoren mij, maar uw vrouwen en kinderen moogt ge behouden.
4 ଏଥିରେ ଇସ୍ରାଏଲର ରାଜା ଉତ୍ତର କରି କହିଲେ, “ହେ ମୋହର ପ୍ରଭୋ, ମହାରାଜ, ଆପଣଙ୍କ ବାକ୍ୟାନୁସାରେ ମୁଁ ଓ ମୋର ସର୍ବସ୍ୱ ହିଁ ଆପଣଙ୍କର।”
De koning van Israël antwoordde: Zoals ge zegt, mijn heer en koning; met al het mijne behoor ik u toe.
5 ଏଉତ୍ତାରେ ଦୂତମାନେ ପୁନର୍ବାର ଆସି କହିଲେ, “ବିନ୍‍ହଦଦ୍‍ ଏହି କଥା କହନ୍ତି, ‘ତୁମ୍ଭେ ଆପଣା ରୂପା, ଆପଣା ସୁନା, ଆପଣା ଭାର୍ଯ୍ୟା ଓ ଆପଣା ସନ୍ତାନମାନଙ୍କୁ ମୋʼ ହସ୍ତରେ ସମର୍ପଣ କର ବୋଲି ମୁଁ ତୁମ୍ଭକୁ କହି ପଠାଇଲି;
Maar de gezanten keerden terug en zeiden: Zo spreekt Ben-Hadad! Niet alleen uw goud en uw zilver, maar ook uw vrouwen en kinderen moet ge mij geven;
6 ମାତ୍ର କାଲି ପ୍ରାୟ ଏହି ସମୟରେ ମୁଁ ତୁମ୍ଭ ନିକଟକୁ ଆପଣା ଦାସମାନଙ୍କୁ ପଠାଇବି, ଆଉ ସେମାନେ ତୁମ୍ଭ ଗୃହ ଓ ତୁମ୍ଭ ଦାସମାନଙ୍କ ଗୃହ ଅନୁସନ୍ଧାନ କରିବେ; ପୁଣି, ତୁମ୍ଭ ଦୃଷ୍ଟିରେ ଯାହା ଯାହା ମନୋହର, ତାହାସବୁ ସେମାନେ ହାତରେ ଧରି ନେଇଯିବେ।’”
anders stuur ik morgen om deze tijd mijn volk, om uw paleis en de huizen uwer dienaren te doorzoeken; en dan grijpen ze alles, wat hun ogen begeren, en nemen het mee.
7 ତେବେ ଇସ୍ରାଏଲର ରାଜା ଦେଶର ସମସ୍ତ ପ୍ରାଚୀନବର୍ଗଙ୍କୁ ଡକାଇ କହିଲେ, “ବିନୟ କରୁଅଛି, ତୁମ୍ଭେମାନେ ବିଚାର କରି ଦେଖ, ଏ ଲୋକ କିପରି ଅନିଷ୍ଟ ଚେଷ୍ଟା କରୁଅଛି; କାରଣ ସେ ମୋʼ ଭାର୍ଯ୍ୟା ଓ ସନ୍ତାନଗଣ ପାଇଁ, ପୁଣି, ମୋହର ରୂପା ଓ ସୁନା ପାଇଁ ଲୋକ ପଠାନ୍ତେ, ମୁଁ ତାହାକୁ ମନା କଲି ନାହିଁ।”
Toen riep de koning van Israël al de oudsten bijeen en sprak: Thans ziet gij duidelijk, dat hij ons kwaad wil; want nu stuurt hij om mijn vrouwen en kinderen, terwijl ik hem toch mijn zilver en goud niet geweigerd heb.
8 ଏଥିରେ ସମସ୍ତ ପ୍ରାଚୀନବର୍ଗ ଓ ସମୁଦାୟ ଲୋକ ତାଙ୍କୁ କହିଲେ, “ଆପଣ ତାହାର କଥାରେ କର୍ଣ୍ଣ ନ ଦେଉନ୍ତୁ, ଅବା ସମ୍ମତ ନ ହେଉନ୍ତୁ।”
Al de oudsten en heel het volk antwoordden hem: Ga niet op het voorstel in en geef niet toe.
9 ଏହେତୁ ସେ ବିନ୍‍ହଦଦ୍‍ର ଦୂତମାନଙ୍କୁ କହିଲେ, “ମୋହର ପ୍ରଭୁ ମହାରାଜଙ୍କୁ କୁହ, ଆପଣ ପ୍ରଥମେ ଆପଣା ଦାସ ନିକଟକୁ ଯହିଁ ପାଇଁ ପଠାଇଥିଲେ, ସେସବୁ ମୁଁ କରିବି; ମାତ୍ର ଏହି କାର୍ଯ୍ୟ ମୁଁ କରି ପାରିବି ନାହିଁ।” ତହୁଁ ଦୂତମାନେ ପ୍ରସ୍ଥାନ କରି ତାହାକୁ ସମ୍ବାଦ ଦେଲେ।
Daarom sprak hij tot de gezanten van Ben-Hadad: Zegt aan mijn heer en koning: Al wat gij uw dienaar de eerste keer hebt laten bevelen, zal ik doen; maar dit kan ik niet. Daarop gingen de gezanten heen, en brachten het antwoord over.
10 ଏଉତ୍ତାରେ ବିନ୍‍ହଦଦ୍‍ ତାଙ୍କ ନିକଟକୁ ଲୋକ ପଠାଇ କହିଲା, “ଯେବେ ଶମରୀୟାର ଧୂଳି ମୋʼ ପଶ୍ଚାତ୍‍ଗାମୀ ସମସ୍ତ ଲୋକଙ୍କ ପୂର୍ଣ୍ଣ ମୁଷ୍ଟି ନିମନ୍ତେ ଯଥେଷ୍ଟ ହୁଏ, ତେବେ ଦେବତାମାନେ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ମୋତେ ଦେଉନ୍ତୁ।”
Nu liet Ben-Hadad hem echter melden: Zo mogen de goden mij doen en nog erger, als het puin van Samaria voldoende zal zijn, om de holle hand te vullen van al het volk, dat ik onder mijn bevelen heb.
11 ତହୁଁ ଇସ୍ରାଏଲର ରାଜା ଉତ୍ତର କରି କହିଲେ, “ତାହାକୁ କୁହ, ଯେ ସଜ୍ଜା ପରିଧାନ କରେ, ସେ ସଜ୍ଜା ତ୍ୟାଗ କରିବା ଲୋକ ତୁଲ୍ୟ ଦର୍ପ ନ କରୁ।”
Maar de koning van Israël antwoordde: Er is een spreekwoord: "Iemand die aangespt moet niet juichen als iemand die losgespt."
12 ବିନ୍‍ହଦଦ୍‍ ଓ ରାଜାମାନେ କୁଟୀରରେ ପାନ କରୁଥିବା ସମୟରେ ସେ ଏହି ସମ୍ବାଦ ଶୁଣି ଆପଣା ଦାସମାନଙ୍କୁ କହିଲା, “ଆପଣାମାନଙ୍କୁ ସଜାଅ।” ତହୁଁ ସେମାନେ ନଗର ବିରୁଦ୍ଧରେ ଆପଣାମାନଙ୍କୁ ସଜାଇଲେ।
Zodra Ben-Hadad, die juist met de koningen in de tenten zat te drinken, dit antwoord vernam, zeide hij tot zijn dienaren: In het gelid! En ze stelden zich in slagorde op tegen de stad.
13 ଏଥିମଧ୍ୟରେ ଦେଖ, ଜଣେ ଭବିଷ୍ୟଦ୍‍ବକ୍ତା ଇସ୍ରାଏଲର ରାଜା ଆହାବଙ୍କ ନିକଟକୁ ଆସି କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେ କି ଏହି ସମସ୍ତ ମହାଜନତା ଦେଖିଅଛ? ଦେଖ, ଆମ୍ଭେ ଆଜି ତାହା ତୁମ୍ଭ ହସ୍ତରେ ସମର୍ପଣ କରିବା, ଆଉ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେ ଜ୍ଞାତ ହେବ।’”
Maar toen kwam er een profeet bij Achab, den koning van Israël, en zeide: Zo spreekt Jahweh! Ziet gij heel deze grote menigte? Welnu, vandaag nog lever Ik ze aan u over. Zo zult ge weten, dat Ik Jahweh ben.
14 ତହିଁରେ ଆହାବ ପଚାରିଲେ, “କାହା ଦ୍ୱାରା?” ସେ କହିଲେ, ସଦାପ୍ରଭୁ ଏହି କଥା କହନ୍ତି; ପ୍ରଦେଶର ଅଧିପତିମାନଙ୍କ ଯୁବା ଲୋକଙ୍କ ଦ୍ୱାରା। ତେବେ ସେ ପଚାରିଲେ, “କିଏ ଯୁଦ୍ଧ ଆରମ୍ଭ କରିବ?” ତହିଁରେ ସେ ଉତ୍ତର କଲେ, “ତୁମ୍ଭେ।”
Hierop vroeg Achab: Door wien? Hij antwoordde: Zo spreekt Jahweh! Door de manschappen van de landvoogden. Hij vroeg verder: Wie zal de strijd beginnen? Het antwoord luidde: Gij.
15 ତହୁଁ ସେ ପ୍ରଦେଶର ଅଧିପତିମାନଙ୍କ ଯୁବା ଲୋକଙ୍କୁ ଗଣନା କଲେ, ସେମାନେ ଦୁଇ ଶହ ବତିଶ ଜଣ ହେଲେ, ପୁଣି, ସେମାନଙ୍କ ଉତ୍ତାରେ ସମୁଦାୟ ଲୋକଙ୍କୁ, ଅର୍ଥାତ୍‍, ସମଗ୍ର ଇସ୍ରାଏଲ-ସନ୍ତାନଙ୍କୁ ଗଣନା କରନ୍ତେ, ସାତ ସହସ୍ର ଜଣ ହେଲେ।
Nu monsterde hij de manschappen van de landvoogden; er waren er tweehonderd twee en dertig. Daarna monsterde hij heel het volk; in het geheel zeven duizend Israëlieten.
16 ଏଉତ୍ତାରେ ସେମାନେ ମଧ୍ୟାହ୍ନ କାଳରେ ବାହାରିଲେ। ମାତ୍ର ବିନ୍‍ହଦଦ୍‍ ଓ ତାହାର ସାହାଯ୍ୟକାରୀ ବତିଶ ଜଣ ରାଜା କୁଟୀରରେ ପାନ କରି ମତ୍ତ ହେଉଥିଲେ।
‘s Middags, terwijl Ben-Hadad met de twee en dertig koningen, die hem te hulp gekomen waren, in de tenten beschonken aan tafel zat, deden zij een uitval;
17 ଏହି ସମୟରେ ପ୍ରଦେଶର ଅଧିପତିମାନଙ୍କ ଯୁବା ଲୋକେ ପ୍ରଥମେ ବାହାରିଲେ; ତହିଁରେ ବିନ୍‍ହଦଦ୍‍ ଲୋକ ପଠାନ୍ତେ, ସେମାନେ ତାହାକୁ ସମ୍ବାଦ ଦେଇ କହିଲେ, “ଶମରୀୟାରୁ ଲୋକେ ଆସିଅଛନ୍ତି।”
de manschappen van de landvoogden gingen voorop. Terstond liet men Ben-Hadad berichten, dat er mannen uit Samaria kwamen.
18 ତହୁଁ ସେ କହିଲା, “ସେମାନେ ସନ୍ଧି ପାଇଁ ଆସିଥିଲେ, ସେମାନଙ୍କୁ ଜୀବିତ ଧର, ପୁଣି, ଯୁଦ୍ଧ ପାଇଁ ଆସିଥିଲେ ମଧ୍ୟ ସେମାନଙ୍କୁ ଜୀବିତ ଧର।”
Hij beval: Hetzij ze met vredelievende bedoelingen komen, hetzij om te strijden, grijpt ze levend.
19 ଏଥିମଧ୍ୟରେ ପ୍ରଦେଶର ଅଧିପତିମାନଙ୍କ ସେହି ଯୁବାମାନେ ଓ ସେମାନଙ୍କ ପଶ୍ଚାତ୍‍ଗାମୀ ସୈନ୍ୟଦଳ ନଗରରୁ ବାହାରିଲେ।
Intussen trok achter de manschappen van de landvoogden ook de tros van het leger de stad uit,
20 ପୁଣି, ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିଯୋଦ୍ଧାକୁ ବଧ କଲେ; ତହିଁରେ ଅରାମୀୟମାନେ ପଳାଇଲେ ଓ ଇସ୍ରାଏଲ ସେମାନଙ୍କ ପଛେ ପଛେ ଗୋଡ଼ାଇଲେ; ପୁଣି, ଅରାମର ରାଜା ବିନ୍‍ହଦଦ୍‍ ଅଶ୍ୱାରୋହୀମାନଙ୍କ ସହିତ ଏକ ଅଶ୍ୱ ଆରୋହଣ କରି ରକ୍ଷା ପାଇଲା।
en iedereen versloeg zijn man. De Arameën namen de vlucht, doch de Israëlieten zetten hen achterna. Maar Ben-Hadad, de koning van Aram, ontkwam te paard met enige ruiters.
21 ଏଥିରେ ଇସ୍ରାଏଲର ରାଜା ବାହାରକୁ ଯାଇ ଅଶ୍ୱ ଓ ରଥସକଳ ଆଘାତ କଲେ ଓ ଅରାମୀୟମାନଙ୍କୁ ମହାସଂହାରରେ ବଧ କଲେ।
Toen trok ook de koning van Israël uit, veroverde de paarden en de strijdwagens, en richtte onder de Arameën een grote slachting aan.
22 ଏଉତ୍ତାରେ ସେହି ଭବିଷ୍ୟଦ୍‍ବକ୍ତା ଇସ୍ରାଏଲର ରାଜାଙ୍କ ନିକଟକୁ ଆସି ତାଙ୍କୁ କହିଲେ, “ଯାଅ, ଆପଣାକୁ ସବଳ କର ଓ ଯାହା କରୁଅଛ, ତାହା ବିଚାର କରି ଦେଖ; କାରଣ ଆସନ୍ତା ବର୍ଷ ଅରାମର ରାଜା ପୁନର୍ବାର ତୁମ୍ଭ ବିରୁଦ୍ଧରେ ଆସିବ।”
Nu kwam de profeet weer bij den koning van Israël en sprak tot hem: Maar u nu sterk en overleg goed, wat u te doen staat; want over een jaar trekt de koning van Aram weer tegen u op.
23 ଏଥିଉତ୍ତାରେ ଅରାମ-ରାଜାର ଦାସମାନେ ତାହାକୁ କହିଲେ, “ସେମାନଙ୍କ ଦେବତା ପର୍ବତଗଣର ଦେବତା ଅଟନ୍ତି; ଏଥିପାଇଁ ସେମାନେ ଆମ୍ଭମାନଙ୍କ ଅପେକ୍ଷା ବଳବାନ ହେଲେ; ମାତ୍ର ଆମ୍ଭେମାନେ ଯଦି ପଦାରେ ସେମାନଙ୍କ ସଙ୍ଗେ ଯୁଦ୍ଧ କରୁ, ତେବେ ଆମ୍ଭେମାନେ ସେମାନଙ୍କ ଅପେକ୍ଷା ନିଶ୍ଚୟ ଅଧିକ ବଳବାନ ହେବା।
Maar de hovelingen van den koning van Aram zeiden tot hem: Hun god is een berggod; daarom waren ze sterker dan wij. Wanneer we echter in de vlakte tegen hen strijden, zullen we zeker sterker zijn.
24 ଏଣୁ ଏହି କାର୍ଯ୍ୟ କରନ୍ତୁ; ରାଜାମାନଙ୍କର ପ୍ରତି ଜଣକୁ ଆପଣା ଆପଣା ସ୍ଥାନରୁ କାଢ଼ି ଦେଉନ୍ତୁ ଓ ସେମାନଙ୍କ ସ୍ଥାନରେ ସେନାପତିମାନଙ୍କୁ ରଖନ୍ତୁ;
Doe nu zo: Zet de koningen af en vervang ze door stadhouders;
25 ଆଉ ଆପଣ ଯେଉଁ ସୈନ୍ୟ ହରାଇଅଛନ୍ତି, ତାହାରି ପରି ସୈନ୍ୟ ଓ ଅଶ୍ୱ ବଦଳେ ଅଶ୍ୱ ଓ ରଥ ବଦଳେ ରଥ ସଂଗ୍ରହ କରନ୍ତୁ; ତହୁଁ ଆମ୍ଭେମାନେ ପଦାରେ ସେମାନଙ୍କ ସଙ୍ଗେ ଯୁଦ୍ଧ କରିବା, ଆଉ ନିଶ୍ଚୟ ଆମ୍ଭେମାନେ ସେମାନଙ୍କ ଅପେକ୍ଷା ଅଧିକ ବଳବାନ ହେବା।” ଏଥିରେ ରାଜା ସେମାନଙ୍କ କଥା ଶୁଣି ସେହିରୂପ କଲା।
dan kunt gij een even groot leger monsteren als gij verloren hebt, met evenveel paarden en strijdwagens. En als we dan in de vlakte tegen hen strijden, zullen we zeker overwinnen. Hij luisterde naar hun raad en deed het.
26 ଏଥିଉତ୍ତାରେ ପର ବର୍ଷ ଉପସ୍ଥିତ ହୁଅନ୍ତେ, ବିନ୍‍ହଦଦ୍‍ ଅରାମୀୟମାନଙ୍କୁ ଗଣନା କରି ଇସ୍ରାଏଲ ସଙ୍ଗେ ଯୁଦ୍ଧ କରିବା ପାଇଁ ଅଫେକକୁ ଗଲା।
Het volgende jaar riep Ben-Hadad de Arameën weer op en trok naar Afek, om tegen Israël te strijden.
27 ତହିଁରେ ଇସ୍ରାଏଲ-ସନ୍ତାନଗଣ ଗଣିତ ହୋଇ ଖାଦ୍ୟ-ଦ୍ରବ୍ୟାଦି ପ୍ରସ୍ତୁତ କରି ସେମାନଙ୍କ ବିରୁଦ୍ଧରେ ଯାତ୍ରା କଲେ; ପୁଣି, ଇସ୍ରାଏଲ ସନ୍ତାନମାନେ ଦୁଇ କ୍ଷୁଦ୍ର ଛାଗପଲ ପରି ସେମାନଙ୍କ ସମ୍ମୁଖରେ ଛାଉଣି ସ୍ଥାପନ କଲେ; ମାତ୍ର ଅରାମୀୟ ଲୋକମାନେ ଦେଶଯାକ ବ୍ୟାପିଲେ।
Ook de Israëlieten werden gemonsterd en van levensmiddelen voorzien, en trokken hun tegemoet. Maar toen de Israëlieten tegenover hen lagen, leken ze wel een paar troepjes geiten, terwijl de Arameën het land overstroomden.
28 ତହିଁରେ ପରମେଶ୍ୱରଙ୍କର ଜଣେ ଲୋକ ଇସ୍ରାଏଲର ରାଜାଙ୍କ ନିକଟକୁ ଆସି କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ‘ଅରାମୀୟମାନେ କହିଅଛନ୍ତି, ସଦାପ୍ରଭୁ ପର୍ବତଗଣର ଦେବତା, ମାତ୍ର ତଳଭୂମିର ଦେବତା ନୁହନ୍ତି; ଏହେତୁ ଆମ୍ଭେ ଏହି ସମସ୍ତ ମହାଜନତାକୁ ତୁମ୍ଭ ହସ୍ତରେ ସମର୍ପଣ କରିବା, ତହିଁରେ ଆମ୍ଭେ ଯେ ସଦାପ୍ରଭୁ, ଏହା ତୁମ୍ଭେମାନେ ଜ୍ଞାତ ହେବ।’”
Toen kwam de godsman weer bij den koning van Israël en zeide: Zo spreekt Jahweh! Omdat de Arameën gezegd hebben: "Jahweh is een berggod en geen dalgod", dáárom zal Ik heel deze grote menigte aan u overleveren. Zo zult gij weten, dat Ik Jahweh ben!
29 ପୁଣି, ସେମାନେ ସାତ ଦିନ ସମ୍ମୁଖାସମ୍ମୁଖୀ ହୋଇ ଛାଉଣି ସ୍ଥାପନ କରି ରହିଲେ। ତହୁଁ ସପ୍ତମ ଦିନରେ ଯୁଦ୍ଧ ସଂଘଟନ ହେଲା; ତହିଁରେ ଇସ୍ରାଏଲ-ସନ୍ତାନଗଣ ଏକ ଦିନରେ ଅରାମୀୟମାନଙ୍କର ଏକ ଲକ୍ଷ ପଦାତିକ ସୈନ୍ୟ ବଧ କଲେ।
Nadat ze zeven dagen tegenover elkaar hadden gelegen, kwam het op de zevende dag tot een treffen, waarbij de Israëlieten op één dag honderdduizend man voetvolk van de Arameën neersloegen.
30 ମାତ୍ର ଅବଶିଷ୍ଟ ସମସ୍ତେ ଅଫେକକୁ ପଳାଇ ନଗରରେ ପ୍ରବେଶ କଲେ; ଆଉ ଅବଶିଷ୍ଟ ସତାଇଶ ହଜାର ଲୋକଙ୍କ ଉପରେ ପାଚେରୀ ପଡ଼ିଲା। ପୁଣି, ବିନ୍‍ହଦଦ୍‍ ପଳାଇ ନଗରରେ ପ୍ରବେଶ କରି ଗୋଟିଏ ଭିତର କୋଠରିକୁ ଗଲା।
De overigen vluchtten naar Afek, de stad in; maar de stadsmuur stortte neer op de zeven en twintig duizend man, die waren overgebleven. Ook Ben-Hadad was naar de stad gekomen, en vluchtte van de ene schuilplaats naar de andere.
31 ଏଥିରେ ତାହାର ଦାସମାନେ ତାହାଙ୍କୁ କହିଲେ, “ଦେଖନ୍ତୁ, ଆମ୍ଭେମାନେ ଶୁଣିଅଛୁ ଯେ, ଇସ୍ରାଏଲ ବଂଶୀୟ ରାଜାମାନେ ଦୟାଳୁ ଅଟନ୍ତି; ଆମ୍ଭେମାନେ ଆପଣଙ୍କୁ ବିନୟ କରୁଅଛୁ, ଆସନ୍ତୁ, ଆମ୍ଭେମାନେ କଟିରେ ଅଖା ପିନ୍ଧି ଓ ମସ୍ତକରେ ରଜ୍ଜୁ ବାନ୍ଧି ଇସ୍ରାଏଲର ରାଜା ନିକଟକୁ ଯାଉ; କେଜାଣି ସେ ଆପଣଙ୍କ ପ୍ରାଣ ବଞ୍ଚାଇବେ।”
Toen zeiden zijn hovelingen tot hem: We hebben gehoord, dat de koningen van het huis van Israël genadige koningen zijn. Laat ons daarom met een zak om de lenden en een touw om de hals naar den koning van Israël gaan. Misschien spaart hij uw leven.
32 ତହୁଁ ସେମାନେ କଟିରେ ଅଖା ଓ ମସ୍ତକରେ ରଜ୍ଜୁ ବାନ୍ଧି ଇସ୍ରାଏଲର ରାଜାଙ୍କ ନିକଟକୁ ଆସି କହିଲେ, “ଆପଣଙ୍କ ଦାସ ବିନ୍‍ହଦଦ୍‍ କହୁଅଛି, ‘ମୁଁ ଆପଣଙ୍କୁ ବିନୟ କରୁଅଛି, ମୋତେ ବଞ୍ଚାଉନ୍ତୁ।’” ଏଥିରେ ସେ କହିଲେ, “ସେ କʼଣ ଏଯାଏ ବଞ୍ଚିଅଛି? ସେ ତ ମୋହର ଭାଇ।”
Ze bonden dus een zak om de lenden en een touw om de hals, gingen naar den koning van Israël, en zeiden: Uw dienaar Ben-Hadad smeekt: Spaar toch mijn leven. Hij antwoordde: Leeft hij nog? Hij is mijn broeder!
33 ସେତେବେଳେ ସେହି ଲୋକମାନେ ଯତ୍ନପୂର୍ବକ ନିରୀକ୍ଷଣ କରି ତାହାର ମନ ସେପରି କି ନାହିଁ, ଏହା ଧରିବାକୁ ଚଞ୍ଚଳ ହେଲେ; ଆଉ ସେମାନେ କହିଲେ, “ଆପଣଙ୍କ ଭ୍ରାତା ବିନ୍‍ହଦଦ୍‍।” ତେବେ ସେ କହିଲେ, “ତୁମ୍ଭେମାନେ ଯାଇ ତାହାକୁ ଆଣ।” ତହୁଁ ବିନ୍‍ହଦଦ୍‍ ତାଙ୍କ ନିକଟକୁ ଆସନ୍ତେ, ସେ ତାହାକୁ ରଥ ଉପରକୁ ଅଣାଇଲେ।
De mannen beschouwden dit als een gunstig teken, gingen terstond op dit antwoord in, en zeiden: Ja, Ben-Hadad is uw broeder. Hij hernam: Gaat hem halen. En toen Ben-Hadad bij hem gekomen was, liet hij hem in zijn wagen stijgen.
34 ସେତେବେଳେ ବିନ୍‍ହଦଦ୍‍ ତାଙ୍କୁ କହିଲା, “ମୋʼ ପିତା ଆପଣଙ୍କ ପିତାଙ୍କଠାରୁ ଯେଉଁ ଯେଉଁ ନଗର ନେଇଅଛନ୍ତି, ତାହା ମୁଁ ଫେରାଇ ଦେବି; ପୁଣି, ଯେପରି ମୋʼ ପିତା ଶମରୀୟାରେ ନଗରଗୁଡ଼ିକ କରିଥିଲେ, ସେପରି ଆପଣ ଦମ୍ମେଶକରେ ଆପଣା ପାଇଁ କରିବେ।” ଏଥିରେ ଆହାବ କହିଲେ, “ମୁଁ ଏହି ନିୟମରେ ତୁମ୍ଭକୁ ଛାଡ଼ିଦେବି।” ତହୁଁ ସେ ତାହା ସଙ୍ଗେ ନିୟମ କରି ତାହାଙ୍କୁ ଛାଡ଼ିଦେଲେ।
Ben-Hadad stelde hem nu voor: De steden, die mijn vader van uw vader heeft afgenomen, geef ik u terug; ook moogt gij u in Damascus een eigen stadswijk aanleggen, zoals mijn vader in Samaria gedaan heeft. Achab antwoordde: Op die voorwaarde laat ik u vrij. Zo sloot hij een verbond met hem, en liet hem gaan.
35 ଏଥିଉତ୍ତାରେ ଭବିଷ୍ୟଦ୍‍ବକ୍ତାଗଣଙ୍କ ଦଳ ମଧ୍ୟରୁ କେହି ଜଣେ ସଦାପ୍ରଭୁଙ୍କ ବାକ୍ୟରେ ଆପଣା ସଙ୍ଗୀକୁ କହିଲା, “ମୁଁ ବିନୟ କରୁଅଛି; ମୋତେ ମାର।” ମାତ୍ର ସେ ଲୋକ ତାକୁ ମାରିବା ପାଇଁ ମନା କଲା।
Maar nu sprak een profetenzoon op last van Jahweh tot een anderen: Ransel mij af! En toen deze weigerde, hem te slaan
36 ତହୁଁ ସେ ତାହାକୁ କହିଲା, “ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ମାନିଲ ନାହିଁ, ଏହେତୁ ଦେଖ, ତୁମ୍ଭେ ମୋʼ ନିକଟରୁ ପ୍ରସ୍ଥାନ କଲାକ୍ଷଣେ ସିଂହ ତୁମ୍ଭକୁ ବଧ କରିବ।” ଏଥିଉତ୍ତାରେ ସେ ପ୍ରସ୍ଥାନ କଲାକ୍ଷଣେ ସିଂହ ତାହାକୁ ଭେଟି ବଧ କଲା।
sprak hij tot hem: Omdat ge niet naar het bevel van Jahweh hebt geluisterd, zult ge, zodra ge zijt heengegaan, door een leeuw worden gedood. En werkelijk, zodra hij bij hem vandaan was, ontmoette hij een leeuw, die hem doodde.
37 ପୁଣି, ସେ ଆଉ ଏକ ମନୁଷ୍ୟକୁ ଭେଟି କହିଲା, “ବିନୟ କରୁଅଛି, ମୋତେ ମାର।” ତହୁଁ ସେ ଲୋକ ତାହାକୁ ମାରିଲା ଓ ମାରି ମାରି ତାହାକୁ କ୍ଷତବିକ୍ଷତ କଲା।
Daarna trof hij een anderen, en sprak: Ransel mij af! En deze sloeg hem zo hevig, dat hij gewond werd.
38 ଏଥିରେ ଭବିଷ୍ୟଦ୍‍ବକ୍ତା ପ୍ରସ୍ଥାନ କରି ପଥରେ ରାଜାଙ୍କ ଅପେକ୍ଷାରେ ରହିଲା ଓ ଆପଣା ଚକ୍ଷୁ ଉପରେ ପାଗ ବାନ୍ଧି ଛଦ୍ମବେଶ ଧରିଲା।
Nu ging de profeet heen, om den koning onderweg op te wachten; maar hij had zijn hoofddoek over zijn ogen getrokken en zich zo onkenbaar gemaakt.
39 ତହୁଁ ରାଜା ନିକଟ ଦେଇ ଯିବା ବେଳେ ସେ ଡାକ ପକାଇ ରାଜାଙ୍କୁ କହିଲା; “ଆପଣଙ୍କ ଦାସ ବାହାରି ଯୁଦ୍ଧ ମଧ୍ୟକୁ ଯାଇଥିଲା; ଆଉ ଦେଖନ୍ତୁ, ଜଣେ ମନୁଷ୍ୟ ମୋʼ ପାଖକୁ ଫେରି ଏକ ଲୋକକୁ ଆଣି କହିଲା, ‘ଏ ଲୋକକୁ ରଖ; ଯେବେ କୌଣସି ରୂପେ ତାହାର ସନ୍ଧାନ ନ ମିଳେ, ତେବେ ତାହାର ପ୍ରାଣ ବଦଳେ ତୁମ୍ଭର ପ୍ରାଣ ଯିବ, ନୋହିଲେ ତୁମ୍ଭେ ଏକ ତାଳନ୍ତ ରୂପା ଦେବ।’
Toen de koning voorbij kwam, riep hij hem jammerend toe en zeide: Toen uw dienaar het strijdgewoel had verlaten, kwam er een aanvoerder met een man naar mij toe, en zeide: "Bewaak dezen man; als hij vermist wordt, komt gij voor hem in de plaats, of ge betaalt een talent zilver."
40 ମାତ୍ର ଆପଣଙ୍କ ଦାସ ଏଣେତେଣେ କାର୍ଯ୍ୟରେ ବ୍ୟସ୍ତ ହେବା ବେଳେ ସେ ଚାଲିଗଲା।” ତହିଁରେ ଇସ୍ରାଏଲର ରାଜା ତାହାକୁ କହିଲେ, “ତୁମ୍ଭର ସେହି ପ୍ରକାର ଦଣ୍ଡ ହେବ; ତୁମ୍ଭେ ଆପେ ତାହା ନିଷ୍ପତ୍ତି କରିଅଛ।”
Maar terwijl uw dienaar het een en ander te doen had, was hij opeens spoorloos verdwenen. De koning van Israël antwoordde hem: Dan krijgt ge ook volgens uw eigen woorden uw verdiende loon!
41 ଏଉତ୍ତାରେ ସେ ଶୀଘ୍ର ଆପଣା ଚକ୍ଷୁରୁ ପାଗ କାଢ଼ି ପକାଇଲା; ତହୁଁ ସେ ଯେ ଭବିଷ୍ୟଦ୍‍ବକ୍ତାମାନଙ୍କ ମଧ୍ୟରେ ଜଣେ, ଏହା ଇସ୍ରାଏଲର ରାଜା ଚିହ୍ନିଲେ।
Nu deed hij vlug de hoofddoek van zijn ogen weg, waardoor de koning van Israël hem als een profeet herkende.
42 ପୁଣି, ଭବିଷ୍ୟଦ୍‍ବକ୍ତା ତାଙ୍କୁ କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଯେଉଁ ଲୋକକୁ ବିନାଶାର୍ଥେ ନିଯୁକ୍ତ କରିଥିଲୁ, ତୁମ୍ଭେ ତାହାକୁ ଆପଣା ହସ୍ତରୁ ଛାଡ଼ି ଦେଇଅଛ, ‘ଏହେତୁ ତାହାର ପ୍ରାଣ ବଦଳେ ତୁମ୍ଭର ପ୍ରାଣ ଯିବ ଓ ତାହାର ଲୋକଙ୍କ ବଦଳେ ତୁମ୍ଭ ଲୋକମାନେ ଯିବେ।’”
En hij zeide tot den koning: Zo spreekt Jahweh! Omdat gij den man hebt vrijgelaten, die onder mijn banvloek stond, komt ge voor hem in de plaats, en uw volk voor zijn volk.
43 ତହୁଁ ଇସ୍ରାଏଲର ରାଜା ବିଷଣ୍ଣ ଓ ଅତୁଷ୍ଟ ହୋଇ ଆପଣା ଗୃହକୁ ଯାଇ ଶମରୀୟାରେ ଉପସ୍ଥିତ ହେଲେ।
Hierop ging de koning van Israël verdrietig en toornig naar huis; zo kwam hij in Samaria aan.

< ପ୍ରଥମ ରାଜାବଳୀ 20 >