< ଦ୍ବିତୀୟ ବଂଶାବଳୀ 19 >

1 ଏଉତ୍ତାରେ ଯିହୁଦାର ରାଜା ଯିହୋଶାଫଟ୍‍ ଯିରୂଶାଲମକୁ ଆପଣା ଗୃହକୁ କୁଶଳରେ ଫେରିଗଲେ।
וַ֠יָּשָׁב יְהֹושָׁפָ֨ט מֶֽלֶךְ־יְהוּדָ֧ה אֶל־בֵּיתֹ֛ו בְּשָׁלֹ֖ום לִֽירוּשָׁלָֽ͏ִם׃
2 ପୁଣି ହନାନିର ପୁତ୍ର ଯେହୂ ଦର୍ଶକ ତାଙ୍କୁ ଭେଟିବାକୁ ବାହାରକୁ ଯାଇ ଯିହୋଶାଫଟ୍‍ ରାଜାଙ୍କୁ କହିଲା, “ଦୁଷ୍ଟମାନଙ୍କର ସାହାଯ୍ୟ କରିବା, ପୁଣି ଯେଉଁମାନେ ସଦାପ୍ରଭୁଙ୍କୁ ଘୃଣା କରନ୍ତି, ସେମାନଙ୍କୁ ପ୍ରେମ କରିବା କି ତୁମ୍ଭର କର୍ତ୍ତବ୍ୟ? ଏହି କାର୍ଯ୍ୟ ହେତୁ ସଦାପ୍ରଭୁଙ୍କଠାରୁ ତୁମ୍ଭ ଉପରେ କୋପ ଉପସ୍ଥିତ।
וַיֵּצֵ֣א אֶל־פָּנָ֗יו יֵה֣וּא בֶן־חֲנָ֘נִי֮ הַחֹזֶה֒ וַיֹּ֙אמֶר֙ אֶל־הַמֶּ֣לֶךְ יְהֹושָׁפָ֔ט הֲלָרָשָׁ֣ע לַעְזֹ֔ר וּלְשֹׂנְאֵ֥י יְהוָ֖ה תֶּאֱהָ֑ב וּבָזֹאת֙ עָלֶ֣יךָ קֶּ֔צֶף מִלִּפְנֵ֖י יְהוָֽה׃
3 ତଥାପି ତୁମ୍ଭେ ଯେ ଦେଶରୁ ଆଶେରା ମୂର୍ତ୍ତି ଦୂର କରିଦେଇଅଛ ଓ ପରମେଶ୍ୱରଙ୍କର ଅନ୍ୱେଷଣ କରିବା ପାଇଁ ଆପଣା ମନ ନିବେଶ କରିଅଛ, ଏଥିରେ ତୁମ୍ଭଠାରେ କୌଣସି କୌଣସି ସଦ୍‍ଭାବ ପ୍ରକାଶ ପାଇଅଛି।”
אֲבָ֕ל דְּבָרִ֥ים טֹובִ֖ים נִמְצְא֣וּ עִמָּ֑ךְ כִּֽי־בִעַ֤רְתָּ הָאֲשֵׁרֹות֙ מִן־הָאָ֔רֶץ וַהֲכִינֹ֥ותָ לְבָבְךָ֖ לִדְרֹ֥שׁ הָֽאֱלֹהִֽים׃
4 ପୁଣି ଯିହୋଶାଫଟ୍‍ ଯିରୂଶାଲମରେ ବାସ କଲେ; ଆଉ ସେ ପୁନର୍ବାର ବେର୍‍ଶେବାଠାରୁ ଇଫ୍ରୟିମର ପର୍ବତମୟ ଦେଶ ପର୍ଯ୍ୟନ୍ତ ଲୋକମାନଙ୍କ ମଧ୍ୟରେ ଗତାୟାତ କରି ସଦାପ୍ରଭୁ ସେମାନଙ୍କ ପିତୃଗଣର ପରମେଶ୍ୱରଙ୍କ ପ୍ରତି ସେମାନଙ୍କୁ ଫେରାଇ ଆଣିଲେ।
וַיֵּ֥שֶׁב יְהֹושָׁפָ֖ט בִּירוּשָׁלָ֑͏ִם ס וַיָּ֜שָׁב וַיֵּצֵ֣א בָעָ֗ם מִבְּאֵ֥ר שֶׁ֙בַע֙ עַד־הַ֣ר אֶפְרַ֔יִם וַיְשִׁיבֵ֕ם אֶל־יְהוָ֖ה אֱלֹהֵ֥י אֲבֹותֵיהֶֽם׃
5 ଆଉ, ସେ ଦେଶର ସର୍ବତ୍ର ଯିହୁଦାର ପ୍ରାଚୀର-ବେଷ୍ଟିତ ନଗରସମୂହରେ ନଗରକୁ ନଗର ବିଚାରକର୍ତ୍ତାମାନଙ୍କୁ ନିଯୁକ୍ତ କଲେ।
וַיַּעֲמֵ֨ד שֹֽׁפְטִ֜ים בָּאָ֗רֶץ בְּכָל־עָרֵ֧י יְהוּדָ֛ה הַבְּצֻרֹ֖ות לְעִ֥יר וָעִֽיר׃
6 ଓ ସେହି ବିଚାରକର୍ତ୍ତାମାନଙ୍କୁ କହିଲେ, “ତୁମ୍ଭେମାନେ ଯାହା କର, ତାହା ବିବେଚନା କର; କାରଣ ତୁମ୍ଭେମାନେ ମନୁଷ୍ୟ ନିମନ୍ତେ ନୁହେଁ, ମାତ୍ର ସଦାପ୍ରଭୁଙ୍କ ନିମନ୍ତେ ବିଚାର କରୁଅଛ; ପୁଣି ବିଚାରରେ ସେ ତୁମ୍ଭର ସହାୟ ଅଟନ୍ତି।
וַיֹּ֣אמֶר אֶל־הַשֹּֽׁפְטִ֗ים רְאוּ֙ מָֽה־אַתֶּ֣ם עֹשִׂ֔ים כִּ֣י לֹ֧א לְאָדָ֛ם תִּשְׁפְּט֖וּ כִּ֣י לַיהוָ֑ה וְעִמָּכֶ֖ם בִּדְבַ֥ר מִשְׁפָּֽט׃
7 ଏହେତୁ ସଦାପ୍ରଭୁଙ୍କ ଭୟ ତୁମ୍ଭମାନଙ୍କ ଉପରେ ଅଧିଷ୍ଠିତ ହେଉ; ସାବଧାନ ହୋଇ ତାହା କର; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ଅଧର୍ମ କି ମୁଖାପେକ୍ଷା କି ଲାଞ୍ଚ ଗ୍ରହଣ କରିବାର ନାହିଁ।”
וְעַתָּ֕ה יְהִ֥י פַֽחַד־יְהוָ֖ה עֲלֵיכֶ֑ם שִׁמְר֣וּ וַעֲשׂ֔וּ כִּֽי־אֵ֞ין עִם־יְהוָ֣ה אֱלֹהֵ֗ינוּ עַוְלָ֛ה וּמַשֹּׂ֥א פָנִ֖ים וּמִקַּח־שֹֽׁחַד׃
8 ଆହୁରି, ଯିହୋଶାଫଟ୍‍ ଯିରୂଶାଲମରେ ସଦାପ୍ରଭୁଙ୍କ ପକ୍ଷରେ ବିଚାର ଓ ବିବାଦ ଭଞ୍ଜନ କରିବା ନିମନ୍ତେ, ଲେବୀୟମାନଙ୍କ ଓ ଯାଜକମାନଙ୍କ ଓ ଇସ୍ରାଏଲର ପିତୃବଂଶର ପ୍ରଧାନମାନଙ୍କ ମଧ୍ୟରୁ ଲୋକ ନିଯୁକ୍ତ କଲେ। ତହୁଁ ସେମାନେ ଯିରୂଶାଲମକୁ ଫେରିଗଲେ।
וְגַ֣ם בִּ֠ירוּשָׁלַ͏ִם הֶעֱמִ֨יד יְהֹושָׁפָ֜ט מִן־הַלְוִיִּ֣ם וְהַכֹּהֲנִ֗ים וּמֵרָאשֵׁ֤י הָאָבֹות֙ לְיִשְׂרָאֵ֔ל לְמִשְׁפַּ֥ט יְהוָ֖ה וְלָרִ֑יב וַיָּשֻׁ֖בוּ יְרוּשָׁלָֽ͏ִם׃
9 ପୁଣି, ସେ ସେମାନଙ୍କୁ ଆଜ୍ଞା ଦେଇ କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ଭୟରେ ବିଶ୍ୱସ୍ତ ରୂପେ ଓ ସିଦ୍ଧ ଅନ୍ତଃକରଣରେ ଏହିପରି କର।
וַיְצַ֥ו עֲלֵיהֶ֖ם לֵאמֹ֑ר כֹּ֤ה תַעֲשׂוּן֙ בְּיִרְאַ֣ת יְהוָ֔ה בֶּאֱמוּנָ֖ה וּבְלֵבָ֥ב שָׁלֵֽם׃
10 ପୁଣି, ଆପଣା ଆପଣା ନଗରବାସୀ ତୁମ୍ଭମାନଙ୍କ ଭ୍ରାତୃଗଣ ଦ୍ୱାରା ରକ୍ତପାତ ଓ ରକ୍ତପାତ ମଧ୍ୟରେ, ବ୍ୟବସ୍ଥା ଓ ଆଜ୍ଞା, ବିଧି ଓ ଶାସନ ମଧ୍ୟରେ କୌଣସି ବିବାଦ କୌଣସି ସମୟରେ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେଲେ ଯେପରି ସେମାନେ ସଦାପ୍ରଭୁଙ୍କ ପ୍ରତି ଦୋଷୀ ନୋହିବେ, ଆଉ ତୁମ୍ଭମାନଙ୍କ ଓ ତୁମ୍ଭମାନଙ୍କ ଭ୍ରାତୃଗଣ ଉପରେ କୋପ ନ ବର୍ତ୍ତିବ, ଏଥିପାଇଁ ତୁମ୍ଭେମାନେ ସେମାନଙ୍କୁ ଚେତନା ଦେବ; ଏହା କଲେ, ତୁମ୍ଭେମାନେ ଦୋଷୀ ନୋହିବ।
וְכָל־רִיב֩ אֲשֶׁר־יָבֹ֨וא עֲלֵיכֶ֜ם מֵאֲחֵיכֶ֣ם ׀ הַיֹּשְׁבִ֣ים בְּעָרֵיהֶ֗ם בֵּֽין־דָּ֣ם ׀ לְדָם֮ בֵּין־תֹּורָ֣ה לְמִצְוָה֮ לְחֻקִּ֣ים וּלְמִשְׁפָּטִים֒ וְהִזְהַרְתֶּ֣ם אֹתָ֔ם וְלֹ֤א יֶאְשְׁמוּ֙ לַיהוָ֔ה וְהָֽיָה־קֶ֥צֶף עֲלֵיכֶ֖ם וְעַל־אֲחֵיכֶ֑ם כֹּ֥ה תַעֲשׂ֖וּן וְלֹ֥א תֶאְשָֽׁמוּ׃
11 ଆଉ ଦେଖ, ସଦାପ୍ରଭୁଙ୍କ ସମସ୍ତ ବିଷୟରେ ପ୍ରଧାନ ଯାଜକ ଅମରୀୟ, ପୁଣି ରାଜାଙ୍କର ସମସ୍ତ ବିଷୟରେ ଇଶ୍ମାୟେଲର ପୁତ୍ର ଯିହୁଦା-ବଂଶାଧ୍ୟକ୍ଷ ସବଦୀୟ ତୁମ୍ଭମାନଙ୍କ ଉପରେ ନିଯୁକ୍ତ ଅଛନ୍ତି; ମଧ୍ୟ ଲେବୀୟମାନେ ତୁମ୍ଭମାନଙ୍କ ସମ୍ମୁଖରେ ଶାସନକର୍ତ୍ତା ହେବେ। ସାହସିକ ହୋଇ କର୍ମ କର ଓ ସଦାପ୍ରଭୁ ସୁଜନର ସହବର୍ତ୍ତୀ ହେଉନ୍ତୁ।”
וְהִנֵּ֡ה אֲמַרְיָ֣הוּ כֹהֵן֩ הָרֹ֨אשׁ עֲלֵיכֶ֜ם לְכֹ֣ל דְּבַר־יְהוָ֗ה וּזְבַדְיָ֨הוּ בֶן־יִשְׁמָעֵ֜אל הַנָּגִ֤יד לְבֵית־יְהוּדָה֙ לְכֹ֣ל דְּבַר־הַמֶּ֔לֶךְ וְשֹׁטְרִ֥ים הַלְוִיִּ֖ם לִפְנֵיכֶ֑ם חִזְק֣וּ וַעֲשׂ֔וּ וִיהִ֥י יְהוָ֖ה עִם־הַטֹּֽוב׃ פ

< ଦ୍ବିତୀୟ ବଂଶାବଳୀ 19 >