< କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 5 >

1 କାରଣ ଯଦି ଆମ୍ଭମାନଙ୍କର ଏହି ତମ୍ବୁରୂପ ପାର୍ଥିବ ଗୃହ ଭାଙ୍ଗିଯାଏ, ତେବେ ଈଶ୍ବରକୃତ ଅହସ୍ତନିର୍ମିତ ଆମ୍ଭମାନଙ୍କର ଏକ ଅନନ୍ତକାଳସ୍ଥାୟୀ ଗୃହ ଯେ ସ୍ୱର୍ଗରେ ଅଛି, ଏହା ଆମ୍ଭେମାନେ ଜାଣୁ। (aiōnios g166)
For we know that if our tent – that earthly body which is now our home – is taken down, we have a house of God’s building, a home not made by hands, imperishable, in heaven. (aiōnios g166)
2 ଯେଣୁ ଆମ୍ଭେମାନେ ତ ଆମ୍ଭମାନଙ୍କ ସ୍ୱର୍ଗୀୟ ଗୃହରୂପ ବସ୍ତ୍ରରେ ପରିହିତ ହେବାକୁ ଏକାନ୍ତ ଇଚ୍ଛା କରି ଏହି ଗୃହରେ ଥାଉ ଥାଉ ଆର୍ତ୍ତନାଦ କରୁଅଛୁ;
Even while in our present body we sigh, longing to put over it our heavenly house,
3 ଏହିପରି ପରିହିତ ହେଲେ ଆମ୍ଭେମାନେ ଉଲଗ୍ନ ଦେଖାଯିବା ନାହିଁ।
sure that, when we have put it on, we will never be found naked.
4 କାରଣ ଆମ୍ଭେମାନେ ଏହି ତମ୍ବୁରେ ବାସ କରି ଭାରଗ୍ରସ୍ତ ହୋଇ ଆର୍ତ୍ତନାଦ କରୁଅଛୁ; ଯେଣୁ ଆମ୍ଭେମାନେ ଯେ ପରିଚ୍ଛଦ ତ୍ୟାଗ କରିବାକୁ ଇଚ୍ଛା କରୁ, ତାହା ନୁହେଁ, ମାତ୍ର ଜୀବନ ଯେପରି ମର୍ତ୍ତ୍ୟକୁ ଗ୍ରାସ କରେ, ଏଥିନିମନ୍ତେ ଏହି ପରିଚ୍ଛଦ ଉପରେ ଅନ୍ୟ ବସ୍ତ୍ର ପରିଧାନ କରିବାକୁ ଆମ୍ଭେମାନେ ଇଚ୍ଛା କରୁଅଛୁ।
For we who are in this tent sigh under our burden, unwilling to take it off, yet wishing to put our heavenly body over it, so that all that is mortal may be absorbed in life.
5 ଆଉ ଯେ ଏଥିନିମନ୍ତେ ଆମ୍ଭମାନଙ୍କୁ ପ୍ରସ୍ତୁତ କରିଅଛନ୍ତି, ସେ ଈଶ୍ବର, ସେ ଆମ୍ଭମାନଙ୍କୁ ବଇନା ସ୍ୱରୂପେ ପବିତ୍ର ଆତ୍ମା ମଧ୍ୟ ଦାନ କରିଅଛନ୍ତି।
And he who has prepared us for this change is God, who has also given us his Spirit as a pledge.
6 ଅତଏବ ଆମ୍ଭେମାନେ ସର୍ବଦା ସାହସୀ ଅଟୁ, ଆଉ ଏହି ଶରୀରରେ ଯେପର୍ଯ୍ୟନ୍ତ ନିବାସ କରୁଅଛୁ, ସେପର୍ଯ୍ୟନ୍ତ ଯେ ପ୍ରଭୁଙ୍କଠାରୁ ଦୂରରେ ପ୍ରବାସ କରୁଅଛୁ, ଏହା ଜାଣୁ।
Therefore we are always confident, knowing that, while our home is in the body, we are absent from our home with the Lord.
7 (କାରଣ ଆମ୍ଭେମାନେ ଦୃଶ୍ୟ ବିଷୟ ଦେଇ ଜୀବନଯାପନ ନ କରି ବିଶ୍ୱାସରେ ଜୀବନଯାପନ କରୁଅଛୁ),
For we guide our lives by faith, and not by what we see.
8 ହଁ, ଆମ୍ଭେମାନେ ସାହସୀ ଅଟୁ, ଆଉ ଶରୀରଠାରୁ ଦୂରରେ ବାସ କରି ବରଂ ପ୍ରଭୁଙ୍କ ନିକଟରେ ନିବାସ କରିବାରେ ଆମ୍ଭମାନଙ୍କର ଅଧିକ ସନ୍ତୋଷ।
And in this confidence we would gladly leave our home in the body, and make our home with the Lord.
9 ଏଣୁ ମଧ୍ୟ ନିବାସୀ ହେଉ ବା ପ୍ରବାସୀ ହେଉ, ତାହାଙ୍କ ନିକଟରେ ସନ୍ତୋଷପାତ୍ର ହେବା ଆମ୍ଭମାନଙ୍କର ଏକାନ୍ତ ବାସନା।
Therefore, whether in our home or absent from our home, our one ambition is to please him.
10 କାରଣ ଭଲ ହେଉ ବା ମନ୍ଦ ହେଉ, ପ୍ରତ୍ୟେକ ଜଣ ଆପଣା ଶରୀର ଦ୍ୱାରା କୃତ କର୍ମାନୁସାରେ ଫଳ ପାଇବା ନିମନ୍ତେ ଖ୍ରୀଷ୍ଟଙ୍କ ବିଚାରାସନ ଛାମୁରେ ଆମ୍ଭ ସମସ୍ତଙ୍କୁ ଉପସ୍ଥିତ ହେବାକୁ ହେବ।
For at the court of the Christ we must all appear in our true characters, so that each may reap the results of the life which he has lived in the body, in accordance with his actions – whether good or worthless.
11 ଅତଏବ, ପ୍ରଭୁ ବିଷୟକ ଭୟ ଜ୍ଞାତ ହେବାରୁ ଆମ୍ଭେମାନେ ମନୁଷ୍ୟମାନଙ୍କୁ ମଣାଉଅଛୁ, କିନ୍ତୁ ଆମ୍ଭେମାନେ ଈଶ୍ବରଙ୍କ ଛାମୁରେ ପ୍ରକାଶିତ ଅଟୁ ଏବଂ ତୁମ୍ଭମାନଙ୍କ ବିବେକ ନିକଟରେ ମଧ୍ୟ ଯେ ପ୍ରକାଶିତ ଅଟୁ, ଏହା ମୁଁ ଆଶା କରେ।
Therefore, because we know the fear inspired by the Lord, it is true that we are trying to win people over, but our motives are plain to God; and I hope that in your inmost hearts they are plain to you also.
12 ଆମ୍ଭେମାନେ ପୁନର୍ବାର ତୁମ୍ଭମାନଙ୍କ ନିକଟରେ ଆତ୍ମପ୍ରଶଂସା କରୁ ନାହୁଁ, କିନ୍ତୁ ଯେଉଁମାନେ ଆନ୍ତରିକ ବିଷୟରେ ଦର୍ପ ନ କରି ବାହ୍ୟ ବିଷୟରେ ଦର୍ପ କରନ୍ତି, ସେମାନଙ୍କୁ ଯେପରି ଉତ୍ତର ଦେଇପାରୁ, ଏଥିନିମନ୍ତେ ଆମ୍ଭମାନଙ୍କ ସପକ୍ଷରେ ଦର୍ପ କରିବା ନିମନ୍ତେ ତୁମ୍ଭମାନଙ୍କୁ ସୁଯୋଗ ଦେଉଅଛୁ।
We are not ‘commending ourselves’ again to you, but rather are giving you cause for pride in us, so that you may have an answer ready for those who pride themselves on appearances and not on character.
13 ଯେଣୁ ଯଦି ଆମ୍ଭେମାନେ ନିର୍ବୋଧ, ତାହା ଈଶ୍ବରଙ୍କ ନିମନ୍ତେ; କିଅବା ଯଦି ସୁବୋଧ, ତାହା ତୁମ୍ଭମାନଙ୍କ ନିମନ୍ତେ।
For, if we were ‘beside ourselves,’ it was in God’s service! If we are not in our senses, it is in yours!
14 କାରଣ ଖ୍ରୀଷ୍ଟଙ୍କ ପ୍ରେମ ଆମ୍ଭମାନଙ୍କୁ ବଶରେ ରଖି ଚଳାଉଅଛି, ଯେଣୁ ଆମ୍ଭେମାନେ ଏହି ବିଚାର କରିଅଛୁ ଯେ, ଜଣେ ସମସ୍ତଙ୍କ ନିମନ୍ତେ ମୃତ୍ୟୁଭୋଗ କରିଥିବାରୁ ସମସ୍ତେ ମୃତ ହେଲେ;
It is the love of the Christ which compels us, when we reflect that, as one died for all, therefore all died;
15 ଆଉ ସେ ସମସ୍ତଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ଯେପରି ଯେଉଁମାନେ ଜୀବିତ, ସେମାନେ ଆଉ ଆପଣା ଆପଣା ନିମନ୍ତେ ଜୀବନଯାପନ ନ କରି ବରଂ ଯେ ସେମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ ଓ ଉତ୍ଥିତ ହେଲେ, ତାହାଙ୍କ ନିମନ୍ତେ ଜୀବନଯାପନ କରନ୍ତି।
and that he died for all, so that the living should no longer live for themselves, but for him who died and rose for them.
16 ଅତଏବ ଆଜିଠାରୁ ଆମ୍ଭେମାନେ ଶରୀର ଅନୁସାରେ କାହାରିକୁ ଜାଣୁ ନାହୁଁ; ଯଦ୍ୟପି ଖ୍ରୀଷ୍ଟଙ୍କୁ ଶରୀର ଅନୁସାରେ ଆମ୍ଭେମାନେ ଜାଣିଅଛୁ, ତଥାପି ଏବେ ଆଉ ତାହାଙ୍କୁ ସେହି ପ୍ରକାରେ ଜାଣୁ ନାହୁଁ।
For ourselves, then, from this time forward, we refuse to regard anyone from the world’s standpoint. Even if we once thought of Christ from the standpoint of the world, yet now we do so no longer.
17 ଏଣୁ ଯଦି କେହି ଖ୍ରୀଷ୍ଟଙ୍କଠାରେ ଅଛି, ତେବେ ସେ ନୂତନ ସୃଷ୍ଟି ହୋଇଅଛି ପୁରାତନ ବିଷୟସବୁ ଲୋପ ପାଇଅଛି, ଦେଖ, ନୂତନ ବିଷୟସବୁ ହୋଇଅଛି।
Therefore, if anyone is in union with Christ, he is a new being! His old life has passed away; a new life has begun!
18 କିନ୍ତୁ ସମସ୍ତ ବିଷୟ ଈଶ୍ବରଙ୍କଠାରୁ ହୋଇଅଛି; ସେ ଖ୍ରୀଷ୍ଟଙ୍କ ଦ୍ୱାରା ଆପଣା ସହିତ ଆମ୍ଭମାନଙ୍କୁ ସମ୍ମିଳିତ କରିଅଛନ୍ତି ଓ ସେହି ସମ୍ମିଳନର ସେବକପଦ ଆମ୍ଭମାନଙ୍କୁ ଦେଇଅଛନ୍ତି;
But all this is the work of God, who reconciled us to himself through Christ, and gave us the ministry of reconciliation –
19 ସେହି ସମ୍ମିଳନର ବାକ୍ୟ ଏହି, ଈଶ୍ବର ଖ୍ରୀଷ୍ଟଙ୍କଠାରେ ଜଗତକୁ ଆପଣା ସହିତ ସମ୍ମିଳିତ କରୁଥିଲେ; ସେ ଜଗତବାସୀଙ୍କର ଅପରାଧ ଗଣନା ନ କରି ସେହି ସମ୍ମିଳନର ବାକ୍ୟ ଆମ୍ଭମାନଙ୍କ ନିକଟରେ ସମର୍ପଣ କରିଅଛନ୍ତି।
To proclaim that God, in Christ, was reconciling the world to himself, not reckoning people’s offences against them, and that he had entrusted us with the message of this reconciliation.
20 ଅତଏବ, ଈଶ୍ବର ଆମ୍ଭମାନଙ୍କ ଦ୍ୱାରା ଆହ୍ୱାନ କରୁଥିବାରୁ ଆମ୍ଭେମାନେ ଖ୍ରୀଷ୍ଟଙ୍କ ପକ୍ଷରେ ରାଜଦୂତର କର୍ମ କରୁଅଛୁ; ଖ୍ରୀଷ୍ଟଙ୍କ ପକ୍ଷରୁ ଆମ୍ଭେମାନେ ନିବେଦନ କରୁଅଛୁ, ତୁମ୍ଭେମାନେ ଈଶ୍ବରଙ୍କ ସହିତ ସମ୍ମିଳିତ ହୁଅ।
It is, then, on Christ’s behalf that we are acting as ambassadors, God, as it were, appealing to you through us. We implore you on Christ’s behalf – Be reconciled to God.
21 ଯାହାଙ୍କଠାରେ ପାପର ଲେଶମାତ୍ର ନ ଥିଲା, ତାହାଙ୍କୁ ସେ ଆମ୍ଭମାନଙ୍କ ନିମନ୍ତେ ପାପ ସ୍ୱରୂପ କଲେ, ଯେପରି ଆମ୍ଭେମାନେ ତାହାଙ୍କ ଦ୍ୱାରା ଈଶ୍ବରଙ୍କର ଧାର୍ମିକତାସ୍ୱରୂପ ହେଉ।
For our sake God made Christ, who was innocent of sin, one with our sinfulness, so that in him we might be made one with the righteousness of God.

< କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 5 >