< ଦ୍ୱିତୀୟ ରାଜାବଳୀ 14 >

1 ଇସ୍ରାଏଲର ରାଜା ଯିହୋୟାହସ୍‍ଙ୍କ ପୁତ୍ର ଯୋୟାଶ୍‍ଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷରେ ଯିହୁଦାର ରାଜା ଯୋୟାଶ୍‍ଙ୍କ ପୁତ୍ର ଅମତ୍‍ସୀୟ ରାଜତ୍ୱ କରିବାକୁ ଆରମ୍ଭ କଲେ।
ἐν ἔτει δευτέρῳ τῷ Ιωας υἱῷ Ιωαχας βασιλεῖ Ισραηλ καὶ ἐβασίλευσεν Αμεσσιας υἱὸς Ιωας βασιλεὺς Ιουδα
2 ସେ ରାଜତ୍ୱ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ଅଣତିରିଶ ବର୍ଷ ରାଜ୍ୟ କଲେ; ତାଙ୍କ ମାତାଙ୍କର ନାମ ଯିହୋୟଦ୍ଦନ୍‍, ସେ ଯିରୂଶାଲମ ନିବାସିନୀ ଥିଲେ।
υἱὸς εἴκοσι καὶ πέντε ἐτῶν ἦν ἐν τῷ βασιλεύειν αὐτὸν καὶ εἴκοσι καὶ ἐννέα ἔτη ἐβασίλευσεν ἐν Ιερουσαλημ καὶ ὄνομα τῆς μητρὸς αὐτοῦ Ιωαδιν ἐξ Ιερουσαλημ
3 ପୁଣି ଅମତ୍‍ସୀୟ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ, ମାତ୍ର ଆପଣା ପୂର୍ବପୁରୁଷ ଦାଉଦଙ୍କ ପରି ନୁହେଁ; ସେ ଆପଣା ପିତା ଯୋୟାଶ୍‍ଙ୍କର କୃତ ସମସ୍ତ କର୍ମାନୁସାରେ କର୍ମ କଲେ।
καὶ ἐποίησεν τὸ εὐθὲς ἐν ὀφθαλμοῖς κυρίου πλὴν οὐχ ὡς Δαυιδ ὁ πατὴρ αὐτοῦ κατὰ πάντα ὅσα ἐποίησεν Ιωας ὁ πατὴρ αὐτοῦ ἐποίησεν
4 ତଥାପି ଉଚ୍ଚସ୍ଥଳୀମାନ ଦୂରୀକୃତ ହେଲା ନାହିଁ; ଲୋକମାନେ ସେସମୟରେ ହେଁ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ।
πλὴν τὰ ὑψηλὰ οὐκ ἐξῆρεν ἔτι ὁ λαὸς ἐθυσίαζεν καὶ ἐθυμίων ἐν τοῖς ὑψηλοῖς
5 ଏଥିଉତ୍ତାରେ ତାଙ୍କ ହସ୍ତରେ ରାଜ୍ୟ ସ୍ଥିର ହେବା ମାତ୍ରେ ସେ ତାଙ୍କର ପିତା ରାଜାଙ୍କର ହତ୍ୟାକାରୀ ଆପଣା ଦାସମାନଙ୍କୁ ବଧ କଲେ।
καὶ ἐγένετο ὅτε κατίσχυσεν ἡ βασιλεία ἐν χειρὶ αὐτοῦ καὶ ἐπάταξεν τοὺς δούλους αὐτοῦ τοὺς πατάξαντας τὸν πατέρα αὐτοῦ
6 “ମାତ୍ର ସନ୍ତାନମାନଙ୍କ ପାଇଁ ପିତୃଗଣର ପ୍ରାଣଦଣ୍ଡ ହେବ ନାହିଁ; କିଅବା ପିତୃଗଣ ପାଇଁ ସନ୍ତାନମାନଙ୍କର ପ୍ରାଣଦଣ୍ଡ ହେବ ନାହିଁ;” କିନ୍ତୁ ପ୍ରତ୍ୟେକ ଲୋକ ନିଜ ପାପ ଲାଗି ମୃତ୍ୟୁୁଭୋଗ କରିବ, ମୋଶାଙ୍କର ବ୍ୟବସ୍ଥା-ପୁସ୍ତକରେ ଲିଖିତ ସଦାପ୍ରଭୁଙ୍କର ଏହି ଆଜ୍ଞା ପ୍ରମାଣେ ସେ ସେହି ହତ୍ୟାକାରୀମାନଙ୍କ ସନ୍ତାନଗଣର ପ୍ରାଣଦଣ୍ଡ କଲେ ନାହିଁ।
καὶ τοὺς υἱοὺς τῶν παταξάντων οὐκ ἐθανάτωσεν καθὼς γέγραπται ἐν βιβλίῳ νόμων Μωυσῆ ὡς ἐνετείλατο κύριος λέγων οὐκ ἀποθανοῦνται πατέρες ὑπὲρ υἱῶν καὶ υἱοὶ οὐκ ἀποθανοῦνται ὑπὲρ πατέρων ὅτι ἀλλ’ ἢ ἕκαστος ἐν ταῖς ἁμαρτίαις αὐτοῦ ἀποθανεῖται
7 ସେ ଲବଣ ଉପତ୍ୟକାରେ ଇଦୋମର ଦଶ ସହସ୍ର ଲୋକଙ୍କୁ ବଧ କଲେ ଓ ଯୁଦ୍ଧରେ ସେଲା ନଗର ହସ୍ତଗତ କରି ତହିଁର ନାମ ଯକ୍ତେଲ ରଖିଲେ; ତାହା ଆଜି ପର୍ଯ୍ୟନ୍ତ ଅଛି।
αὐτὸς ἐπάταξεν τὸν Εδωμ ἐν Γαιμελε δέκα χιλιάδας καὶ συνέλαβε τὴν πέτραν ἐν τῷ πολέμῳ καὶ ἐκάλεσεν τὸ ὄνομα αὐτῆς Καθοηλ ἕως τῆς ἡμέρας ταύτης
8 ସେହି ସମୟରେ ଅମତ୍‍ସୀୟ ବାର୍ତ୍ତାବାହକ ପଠାଇ ଯେହୂଙ୍କର ପୌତ୍ର ଯିହୋୟାହସ୍‍ଙ୍କ ପୁତ୍ର, ଇସ୍ରାଏଲର ରାଜା ଯୋୟାଶ୍‍ଙ୍କୁ କହିଲେ, “ଆସ, ଆମ୍ଭେମାନେ ପରସ୍ପର ମୁଖ ଦେଖାଦେଖି ହେବା।”
τότε ἀπέστειλεν Αμεσσιας ἀγγέλους πρὸς Ιωας υἱὸν Ιωαχας υἱοῦ Ιου βασιλέως Ισραηλ λέγων δεῦρο ὀφθῶμεν προσώποις
9 ତହିଁରେ ଇସ୍ରାଏଲର ରାଜା ଯୋୟାଶ୍‍ ଯିହୁଦାର ରାଜା ଅମତ୍‍ସୀୟଙ୍କ ନିକଟକୁ ଲୋକ ପଠାଇ କହିଲେ, “ଲିବାନୋନର କଣ୍ଟକଲତା ଲିବାନୋନର ଏରସ ବୃକ୍ଷ ନିକଟକୁ କହି ପଠାଇଲା, ‘ତୁମ୍ଭ କନ୍ୟାକୁ ଆମ୍ଭ ପୁତ୍ର ସଙ୍ଗେ ବିବାହ ଦିଅ,’ ଏଥିମଧ୍ୟରେ ଲିବାନୋନର ଏକ ବନ୍ୟ ପଶୁ ନିକଟ ଦେଇ ଯାଉ ଯାଉ ସେହି କଣ୍ଟକଲତାକୁ ଦଳି ପକାଇଲା।
καὶ ἀπέστειλεν Ιωας βασιλεὺς Ισραηλ πρὸς Αμεσσιαν βασιλέα Ιουδα λέγων ὁ ακαν ὁ ἐν τῷ Λιβάνῳ ἀπέστειλεν πρὸς τὴν κέδρον τὴν ἐν τῷ Λιβάνῳ λέγων δὸς τὴν θυγατέρα σου τῷ υἱῷ μου εἰς γυναῖκα καὶ διῆλθον τὰ θηρία τοῦ ἀγροῦ τὰ ἐν τῷ Λιβάνῳ καὶ συνεπάτησαν τὸν ακανα
10 ପ୍ରକୃତରେ ତୁମ୍ଭେ ଇଦୋମକୁ ପରାସ୍ତ କରିଅଛ, ଆଉ ତୁମ୍ଭ ମନ ଗର୍ବିତ ହୋଇଅଛି; ସେହି ଗୌରବ ନେଇ ଘରେ ଥାଅ; ଆପଣାର ଅମଙ୍ଗଳ ପାଇଁ କାହିଁକି ବିରୋଧ କରିବ? ପୁଣି ତୁମ୍ଭେ ଓ ତୁମ୍ଭ ସଙ୍ଗେ ଯିହୁଦା, ଦୁହେଁ କାହିଁକି ପତିତ ହେବ?”
τύπτων ἐπάταξας τὴν Ιδουμαίαν καὶ ἐπῆρέν σε ἡ καρδία σου ἐνδοξάσθητι καθήμενος ἐν τῷ οἴκῳ σου καὶ ἵνα τί ἐρίζεις ἐν κακίᾳ σου καὶ πεσῇ σὺ καὶ Ιουδας μετὰ σοῦ
11 ମାତ୍ର ଅମତ୍‍ସୀୟ ଶୁଣିଲେ ନାହିଁ। ଏଣୁ ଇସ୍ରାଏଲର ରାଜା ଯୋୟାଶ୍‍ ଗଲେ; ଆଉ ଯିହୁଦାର ଅଧିକାରସ୍ଥ ବେଥ୍-ଶେମଶରେ ସେ ଓ ଯିହୁଦା-ରାଜା ଅମତ୍‍ସୀୟ ପରସ୍ପର ମୁଖ ଦେଖାଦେଖି ହେଲେ।
καὶ οὐκ ἤκουσεν Αμεσσιας καὶ ἀνέβη ὁ βασιλεὺς Ισραηλ καὶ ὤφθησαν προσώποις αὐτὸς καὶ Αμεσσιας βασιλεὺς Ιουδα ἐν Βαιθσαμυς τῇ τοῦ Ιουδα
12 ଏଥିରେ ଇସ୍ରାଏଲ ସମ୍ମୁଖରେ ଯିହୁଦା ପରାସ୍ତ ହେଲା; ତହିଁରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ତମ୍ବୁକୁ ପଳାଇଲେ।
καὶ ἔπταισεν Ιουδας ἀπὸ προσώπου Ισραηλ καὶ ἔφυγεν ἀνὴρ εἰς τὸ σκήνωμα αὐτοῦ
13 ତହିଁରେ ଇସ୍ରାଏଲର ରାଜା ଯୋୟାଶ୍‍ ବେଥ୍-ଶେମଶରେ ଅହସୀୟଙ୍କର ପୌତ୍ର ଯୋୟାଶ୍‍ଙ୍କର ପୁତ୍ର ଯିହୁଦାର ରାଜା ଅମତ୍‍ସୀୟଙ୍କୁ ଧରି ଯିରୂଶାଲମକୁ ଆସିଲେ ଓ ଇଫ୍ରୟିମ ନଗର-ଦ୍ୱାରଠାରୁ କୋଣର ଦ୍ୱାର ପର୍ଯ୍ୟନ୍ତ ଯିରୂଶାଲମର ଚାରି ଶହ ହାତ ପ୍ରାଚୀର ଭାଙ୍ଗି ପକାଇଲେ।
καὶ τὸν Αμεσσιαν υἱὸν Ιωας υἱοῦ Οχοζιου βασιλέα Ιουδα συνέλαβεν Ιωας υἱὸς Ιωαχας βασιλεὺς Ισραηλ ἐν Βαιθσαμυς καὶ ἦλθεν εἰς Ιερουσαλημ καὶ καθεῖλεν ἐν τῷ τείχει Ιερουσαλημ ἐν τῇ πύλῃ Εφραιμ ἕως πύλης τῆς γωνίας τετρακοσίους πήχεις
14 ପୁଣି ସେ ସଦାପ୍ରଭୁଙ୍କ ଗୃହରେ ଓ ରାଜଗୃହର ଭଣ୍ଡାରରେ ପ୍ରାପ୍ତ ସକଳ ସୁବର୍ଣ୍ଣ ଓ ରୌପ୍ୟ ଓ ସକଳ ପାତ୍ର, ମଧ୍ୟ ଲୋକମାନଙ୍କୁ ବନ୍ଧକ ରୂପେ ନେଇ ଶମରୀୟାକୁ ଫେରିଗଲେ।
καὶ ἔλαβεν τὸ χρυσίον καὶ τὸ ἀργύριον καὶ πάντα τὰ σκεύη τὰ εὑρεθέντα ἐν οἴκῳ κυρίου καὶ ἐν θησαυροῖς οἴκου τοῦ βασιλέως καὶ τοὺς υἱοὺς τῶν συμμίξεων καὶ ἀπέστρεψεν εἰς Σαμάρειαν
15 ଏହି ଯୋୟାଶ୍‍ଙ୍କର ଅବଶିଷ୍ଟ କ୍ରିୟାର ବୃତ୍ତାନ୍ତ ଓ ତାଙ୍କର ପରାକ୍ରମ ଓ ସେ ଯିହୁଦାର ରାଜା ଅମତ୍‍ସୀୟଙ୍କ ସଙ୍ଗେ କିପ୍ରକାରେ ଯୁଦ୍ଧ କଲେ, ଏସବୁ କʼଣ ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
καὶ τὰ λοιπὰ τῶν λόγων Ιωας ὅσα ἐποίησεν ἐν δυναστείᾳ αὐτοῦ ἃ ἐπολέμησεν μετὰ Αμεσσιου βασιλέως Ιουδα οὐχὶ ταῦτα γεγραμμένα ἐπὶ βιβλίῳ λόγων τῶν ἡμερῶν τοῖς βασιλεῦσιν Ισραηλ
16 ଏଥିଉତ୍ତାରେ ଯୋୟାଶ୍‍ ମୃତ୍ୟୁବରଣ କଲେ ଓ ଶମରୀୟାରେ ଇସ୍ରାଏଲ ରାଜାମାନଙ୍କ ସଙ୍ଗେ କବର ପାଇଲେ; ପୁଣି ତାଙ୍କର ପୁତ୍ର ଯାରବୀୟାମ ତାଙ୍କ ପଦରେ ରାଜ୍ୟ କଲେ।
καὶ ἐκοιμήθη Ιωας μετὰ τῶν πατέρων αὐτοῦ καὶ ἐτάφη ἐν Σαμαρείᾳ μετὰ τῶν βασιλέων Ισραηλ καὶ ἐβασίλευσεν Ιεροβοαμ υἱὸς αὐτοῦ ἀντ’ αὐτοῦ
17 ପୁଣି ଇସ୍ରାଏଲର ରାଜା ଯିହୋୟାହସ୍‍ଙ୍କ ପୁତ୍ର ଯୋୟାଶ୍‍ଙ୍କର ମୃତ୍ୟୁୁ ଉତ୍ତାରେ ଯିହୁଦାର ରାଜା ଯୋୟାଶ୍‍ଙ୍କର ପୁତ୍ର ଅମତ୍‍ସୀୟ ପନ୍ଦର ବର୍ଷ ବଞ୍ଚିଲେ।
καὶ ἔζησεν Αμεσσιας υἱὸς Ιωας βασιλεὺς Ιουδα μετὰ τὸ ἀποθανεῖν Ιωας υἱὸν Ιωαχας βασιλέα Ισραηλ πεντεκαίδεκα ἔτη
18 ଏହି ଅମତ୍‍ସୀୟଙ୍କର ଅବଶିଷ୍ଟ କ୍ରିୟାର ବୃତ୍ତାନ୍ତ କʼଣ ଯିହୁଦାର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
καὶ τὰ λοιπὰ τῶν λόγων Αμεσσιου καὶ πάντα ἃ ἐποίησεν οὐχὶ ταῦτα γεγραμμένα ἐπὶ βιβλίῳ λόγων τῶν ἡμερῶν τοῖς βασιλεῦσιν Ιουδα
19 ଏଥିଉତ୍ତାରେ ଲୋକମାନେ ଯିରୂଶାଲମରେ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ, ତହିଁରେ ସେ ଲାଖୀଶ୍‍କୁ ପଳାଇଲେ। ମାତ୍ର ସେମାନେ ତାଙ୍କ ପଛେ ପଛେ ଲାଖୀଶ୍‍କୁ ଲୋକ ପଠାଇ ସେଠାରେ ତାଙ୍କୁ ବଧ କଲେ।
καὶ συνεστράφησαν ἐπ’ αὐτὸν σύστρεμμα ἐν Ιερουσαλημ καὶ ἔφυγεν εἰς Λαχις καὶ ἀπέστειλαν ὀπίσω αὐτοῦ εἰς Λαχις καὶ ἐθανάτωσαν αὐτὸν ἐκεῖ
20 ପୁଣି ସେମାନେ ଅଶ୍ୱମାନଙ୍କ ଉପରେ ରଖି ତାଙ୍କୁ ଆଣିଲେ ତହୁଁ ସେ ଯିରୂଶାଲମରେ ଆପଣା ପିତୃଗଣ ସହିତ ଦାଉଦ-ନଗରରେ କବର ପାଇଲେ।
καὶ ἦραν αὐτὸν ἐφ’ ἵππων καὶ ἐτάφη ἐν Ιερουσαλημ μετὰ τῶν πατέρων αὐτοῦ ἐν πόλει Δαυιδ
21 ଏଥିଉତ୍ତାରେ ଯିହୁଦାର ସମସ୍ତ ଲୋକ ଷୋଳ ବର୍ଷ ବୟସ୍କ ଅସରୀୟଙ୍କୁ ନେଇ ତାଙ୍କର ପିତା ଅମତ୍‍ସୀୟଙ୍କ ପଦରେ ରାଜା କଲେ।
καὶ ἔλαβεν πᾶς ὁ λαὸς Ιουδα τὸν Αζαριαν καὶ αὐτὸς υἱὸς ἑκκαίδεκα ἐτῶν καὶ ἐβασίλευσαν αὐτὸν ἀντὶ τοῦ πατρὸς αὐτοῦ Αμεσσιου
22 ରାଜା ଅମତ୍‍ସୀୟଙ୍କ ମୃତ୍ୟୁ ପରେ, ଅସରୀୟ ଏଲତ୍‍ ନଗର ଦୃଢ଼ କରି ତାହା ପୁନର୍ବାର ଯିହୁଦାର ଅଧୀନକୁ ଆଣିଲେ।
αὐτὸς ᾠκοδόμησεν τὴν Αιλωθ καὶ ἐπέστρεψεν αὐτὴν τῷ Ιουδα μετὰ τὸ κοιμηθῆναι τὸν βασιλέα μετὰ τῶν πατέρων αὐτοῦ
23 ଯିହୁଦାର ରାଜା ଯୋୟାଶ୍‍ଙ୍କର ପୁତ୍ର ଅମତ୍‍ସୀୟଙ୍କ ରାଜତ୍ଵର ପନ୍ଦର ବର୍ଷରେ ଇସ୍ରାଏଲର ରାଜା ଯୋୟାଶ୍‍ଙ୍କର ପୁତ୍ର ଯାରବୀୟାମ ଶମରୀୟାରେ ରାଜତ୍ୱ କରିବାକୁ ଆରମ୍ଭ କରି ଏକଚାଳିଶ ବର୍ଷ ରାଜ୍ୟ କଲେ।
ἐν ἔτει πεντεκαιδεκάτῳ τοῦ Αμεσσιου υἱοῦ Ιωας βασιλέως Ιουδα ἐβασίλευσεν Ιεροβοαμ υἱὸς Ιωας ἐπὶ Ισραηλ ἐν Σαμαρείᾳ τεσσαράκοντα καὶ ἓν ἔτος
24 ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସମସ୍ତ ପାପରୁ ସେ ବିମୁଖ ହେଲେ ନାହିଁ।
καὶ ἐποίησεν τὸ πονηρὸν ἐνώπιον κυρίου οὐκ ἀπέστη ἀπὸ πασῶν ἁμαρτιῶν Ιεροβοαμ υἱοῦ Ναβατ ὃς ἐξήμαρτεν τὸν Ισραηλ
25 ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଅମିତ୍ତୟର ପୁତ୍ର ଗାଥ୍‍-ହେଫର ନିବାସୀ ଆପଣା ଦାସ ଯୂନସ ଭବିଷ୍ୟଦ୍‍ବକ୍ତାଙ୍କ ହସ୍ତରେ ଯାହା କହିଥିଲେ, ତାହାଙ୍କର ସେହି ବାକ୍ୟାନୁସାରେ ସେ ହମାତର ପ୍ରବେଶ ସ୍ଥାନଠାରୁ ଆରବା ସମୁଦ୍ର ପର୍ଯ୍ୟନ୍ତ ଇସ୍ରାଏଲର ସୀମା ପୁନର୍ବାର ହସ୍ତଗତ କଲେ।
αὐτὸς ἀπέστησεν τὸ ὅριον Ισραηλ ἀπὸ εἰσόδου Αιμαθ ἕως τῆς θαλάσσης τῆς Αραβα κατὰ τὸ ῥῆμα κυρίου θεοῦ Ισραηλ ὃ ἐλάλησεν ἐν χειρὶ δούλου αὐτοῦ Ιωνα υἱοῦ Αμαθι τοῦ προφήτου τοῦ ἐκ Γεθχοβερ
26 କାରଣ ସଦାପ୍ରଭୁ ଦେଖିଲେ ଯେ, ଇସ୍ରାଏଲର ଦୁଃଖ ଅତ୍ୟନ୍ତ ତିକ୍ତ; ଯେଣୁ ବନ୍ଦୀ କି ମୁକ୍ତ କେହି ନ ଥିଲେ, କିଅବା ଇସ୍ରାଏଲର ସାହାଯ୍ୟକାରୀ କେହି ନ ଥିଲା।
ὅτι εἶδεν κύριος τὴν ταπείνωσιν Ισραηλ πικρὰν σφόδρα καὶ ὀλιγοστοὺς συνεχομένους καὶ ἐσπανισμένους καὶ ἐγκαταλελειμμένους καὶ οὐκ ἦν ὁ βοηθῶν τῷ Ισραηλ
27 ମାତ୍ର ସଦାପ୍ରଭୁ ଆକାଶମଣ୍ଡଳ ତଳୁ ଇସ୍ରାଏଲର ନାମ ଲୋପ କରିବାକୁ କହିଲେ ନାହିଁ; ଏଣୁ ସେ ଯୋୟାଶ୍‍ଙ୍କର ପୁତ୍ର ଯାରବୀୟାମଙ୍କ ହସ୍ତ ଦ୍ୱାରା ସେମାନଙ୍କୁ ଉଦ୍ଧାର କଲେ।
καὶ οὐκ ἐλάλησεν κύριος ἐξαλεῖψαι τὸ σπέρμα Ισραηλ ὑποκάτωθεν τοῦ οὐρανοῦ καὶ ἔσωσεν αὐτοὺς διὰ χειρὸς Ιεροβοαμ υἱοῦ Ιωας
28 ଏହି ଯାରବୀୟାମଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା ଓ ତାଙ୍କର ପରାକ୍ରମ, ସେ କିପ୍ରକାରେ ଯୁଦ୍ଧ କଲେ ଓ ଇସ୍ରାଏଲ ପାଇଁ ସେ କିପ୍ରକାରେ ଯିହୁଦାର ପୂର୍ବାଧିକୃତ ଦମ୍ମେଶକ ଓ ହମାତ ପୁନର୍ବାର ହସ୍ତଗତ କଲେ, ଏସବୁ କʼଣ ଇସ୍ରାଏଲର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
καὶ τὰ λοιπὰ τῶν λόγων Ιεροβοαμ καὶ πάντα ὅσα ἐποίησεν καὶ αἱ δυναστεῖαι αὐτοῦ ὅσα ἐπολέμησεν καὶ ὅσα ἐπέστρεψεν τὴν Δαμασκὸν καὶ τὴν Αιμαθ τῷ Ιουδα ἐν Ισραηλ οὐχὶ ταῦτα γεγραμμένα ἐπὶ βιβλίῳ λόγων τῶν ἡμερῶν τοῖς βασιλεῦσιν Ισραηλ
29 ଏଥିଉତ୍ତାରେ ଯାରବୀୟାମଙ୍କ ମୃତ୍ୟୁ ପରେ ସେ ଇସ୍ରାଏଲର ରାଜାମାନଙ୍କ ସହିତ କବରପ୍ରାପ୍ତ ହେଲେ; ପୁଣି ତାଙ୍କର ପୁତ୍ର ଜିଖରୀୟ ତାଙ୍କ ପଦରେ ରାଜ୍ୟ କଲେ।
καὶ ἐκοιμήθη Ιεροβοαμ μετὰ τῶν πατέρων αὐτοῦ μετὰ βασιλέων Ισραηλ καὶ ἐβασίλευσεν Αζαριας υἱὸς Αμεσσιου ἀντὶ τοῦ πατρὸς αὐτοῦ

< ଦ୍ୱିତୀୟ ରାଜାବଳୀ 14 >