< ଦ୍ୱିତୀୟ ରାଜାବଳୀ 25 >

1 ଏଥିଉତ୍ତାରେ ସିଦିକୀୟଙ୍କ ରାଜତ୍ଵର ନବମ ବର୍ଷରେ, ଦଶମ ମାସର ଦଶମ ଦିନରେ ବାବିଲ ରାଜା ନବୂଖଦ୍‍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଯିରୂଶାଲମକୁ ଆସି ତହିଁ ବିରୁଦ୍ଧରେ ଛାଉଣି କଲେ; ଆଉ ସେମାନେ ତହିଁର ଚତୁର୍ଦ୍ଦିଗରେ ଗଡ଼ ନିର୍ମାଣ କଲେ।
It happened in the ninth year of his reign, in the tenth month, in the tenth day of the month, that Nebuchadnezzar king of Babylon came, he and all his army, against Jerusalem, and camped against it; and they built forts against it around it.
2 ତହୁଁ ସିଦିକୀୟ ରାଜାଙ୍କ ରାଜତ୍ଵର ଏଗାର ବର୍ଷ ପର୍ଯ୍ୟନ୍ତ ନଗର ଅବରୁଦ୍ଧ ହୋଇ ରହିଲା।
So the city was besieged to the eleventh year of king Zedekiah.
3 ଚତୁର୍ଥ ମାସର ନବମ ଦିନରେ ନଗରରେ ମହାଦୁର୍ଭିକ୍ଷ ହେଲା, ତହିଁରେ ଦେଶର ଲୋକମାନଙ୍କ ନିମନ୍ତେ କିଛି ଖାଦ୍ୟଦ୍ରବ୍ୟ ମିଳିଲା ନାହିଁ।
On the ninth day of the fourth month the famine was severe in the city, so that there was no bread for the people of the land.
4 ତେବେ ନଗରର ଏକ ସ୍ଥାନ ଭଗ୍ନ ହୁଅନ୍ତେ, ସମସ୍ତ ଯୋଦ୍ଧା ଏକ ରାତ୍ରି ଭିତରେ ରାଜାଙ୍କର ଉଦ୍ୟାନ ନିକଟସ୍ଥ ଦୁଇ ପ୍ରାଚୀରର ମଧ୍ୟବର୍ତ୍ତୀ ଦ୍ୱାର ପଥ ଦେଇ ପଳାଇଲେ; ସେସମୟରେ କଲ୍‍ଦୀୟମାନେ ନଗରର ଚତୁର୍ଦ୍ଦିଗରେ ଥିଲେ, ପୁଣି ରାଜା ସିଦିକୀୟ ଆରବା ପଥ ଦେଇ ଚାଲିଗଲେ।
Then a breach was made in the city, and all the men of war fled by night by the way of the gate between the two walls, which was by the king's garden (now the Chaldeans were against the city around it); and they went by the way of the Arabah.
5 ମାତ୍ର କଲ୍‍ଦୀୟମାନଙ୍କ ସୈନ୍ୟ ରାଜା ସିଦିକୀୟଙ୍କର ପଛେ ପଛେ ଗୋଡ଼ାଇ ଯିରୀହୋ ପଦାରେ ତାଙ୍କୁ ଧରିଲେ; ତହିଁରେ ସିଦିକୀୟଙ୍କର ସକଳ ସୈନ୍ୟ ତାଙ୍କ ନିକଟରୁ ଛିନ୍ନଭିନ୍ନ ହୋଇଗଲେ।
But the army of the Chaldeans pursued after the king, and overtook him in the plains of Jericho; and all his army was scattered from him.
6 ତହୁଁ ସେମାନେ ରାଜାଙ୍କୁ ଧରି ରିବ୍ଲାକୁ ବାବିଲ ରାଜାଙ୍କ ନିକଟକୁ ନେଇଗଲେ; ତହିଁରେ ସେମାନେ ତାଙ୍କ ପ୍ରତି ଦଣ୍ଡାଜ୍ଞା କଲେ।
Then they took the king, and carried him up to the king of Babylon to Riblah; and they gave judgment on him.
7 ଆଉ ସେମାନେ ସିଦିକୀୟଙ୍କର ପୁତ୍ରମାନଙ୍କୁ ତାଙ୍କର ସାକ୍ଷାତରେ ବଧ କଲେ ଓ ସିଦିକୀୟଙ୍କର ଚକ୍ଷୁ ଉପାଡ଼ି ପକାଇଲେ, ଆଉ ତାଙ୍କୁ ଶୃଙ୍ଖଳରେ ବଦ୍ଧ କରି ବାବିଲକୁ ନେଇଗଲେ।
They killed the sons of Zedekiah before his eyes, and put out the eyes of Zedekiah, and bound him in fetters, and carried him to Babylon.
8 ପଞ୍ଚମ ମାସରେ, ମାସର ସପ୍ତମ ଦିନରେ ବାବିଲ ରାଜା ନବୂଖଦ୍‍ନିତ୍ସରଙ୍କ ରାଜତ୍ଵର ଊଣେଇଶ ବର୍ଷରେ ବାବିଲ ରାଜାର ଦାସ ନବୂଷରଦନ୍‍ ନାମକ ପ୍ରହରୀବର୍ଗର ସେନାପତି ଯିରୂଶାଲମକୁ ଆସିଲା।
Now in the fifth month, on the seventh day of the month, which was the nineteenth year of king Nebuchadnezzar, king of Babylon, came Nebuzaradan the captain of the guard, a servant of the king of Babylon, to Jerusalem.
9 ପୁଣି ସେ ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ଦଗ୍ଧ କଲା; ଆଉ ଯିରୂଶାଲମର ସମସ୍ତ ଗୃହ, ଅର୍ଥାତ୍‍, ପ୍ରତ୍ୟେକ ବୃହତ ଗୃହ ଅଗ୍ନିରେ ଦଗ୍ଧ କଲା।
He burnt the house of YHWH, and the king's house; and all the houses of Jerusalem, even every great house, burnt he with fire.
10 ପୁଣି ପ୍ରହରୀବର୍ଗର ସେନାପତି ସଙ୍ଗେ ଥିବା କଲ୍‍ଦୀୟ ସମସ୍ତ ସୈନ୍ୟ ଯିରୂଶାଲମର ଚତୁର୍ଦ୍ଦିଗର ପ୍ରାଚୀର ଭଗ୍ନ କଲେ।
All the army of the Chaldeans, who were with the captain of the guard, broke down the walls around Jerusalem.
11 ଆଉ ପ୍ରହରୀବର୍ଗର ସେନାପତି ନବୂଷରଦନ୍‍ ନଗରର ଅବଶିଷ୍ଟ ଲୋକମାନଙ୍କୁ ଓ ବାବିଲ ରାଜାର ପକ୍ଷକୁ ପଳାୟନକାରୀମାନଙ୍କୁ ଓ ଅବଶିଷ୍ଟ ସାଧାରଣ ଲୋକମାନଙ୍କୁ ବନ୍ଦୀ କରି ନେଇଗଲା।
Nebuzaradan the captain of the guard carried away captive the residue of the people who were left in the city, and those who fell away, who fell to the king of Babylon, and the residue of the multitude.
12 ମାତ୍ର ପ୍ରହରୀବର୍ଗର ସେନାପତି ଦେଶର ନିତାନ୍ତ ଦରିଦ୍ରମାନଙ୍କ ମଧ୍ୟରୁ କେତେକଙ୍କୁ ଦ୍ରାକ୍ଷାକ୍ଷେତ୍ରର କର୍ମକାରୀ ଓ କୃଷକ ହେବା ପାଇଁ ଛାଡ଼ିଗଲା।
But the captain of the guard left some of the poorest of the land to work the vineyards and fields.
13 ଆହୁରି କଲ୍‍ଦୀୟମାନେ ସଦାପ୍ରଭୁଙ୍କ ଗୃହର ପିତ୍ତଳ ସ୍ତମ୍ଭ ଓ ସଦାପ୍ରଭୁଙ୍କ ଗୃହର ବୈଠିକିସକଳ ଓ ପିତ୍ତଳମୟ ସମୁଦ୍ରରୂପ ପାତ୍ର ଖଣ୍ଡ ଖଣ୍ଡ କରି ଭାଙ୍ଗି ତହିଁର ପିତ୍ତଳ ବାବିଲକୁ ନେଇଗଲେ।
The Chaldeans broke up the pillars of bronze that were in the house of YHWH and the bases and the bronze sea that were in the house of YHWH, and carried the bronze pieces to Babylon.
14 ଆହୁରି ସେମାନେ ପାତ୍ର ଓ କରଚୁଲି ଓ କତୁରୀ ଓ ଚମସ ଓ ପରିଚର୍ଯ୍ୟାର୍ଥକ ସକଳ ପିତ୍ତଳମୟ ପାତ୍ର ନେଇଗଲେ।
They took away the pots, the shovels, the snuffers, the spoons, and all the vessels of bronze with which they ministered.
15 ଆଉ ପ୍ରହରୀବର୍ଗର ସେନାପତି ଅଙ୍ଗାରଧାନୀ ଓ କୁଣ୍ଡସବୁ, ଯାହା ସୁନାର ଥିଲା, ତାହା ସୁନା କରି, ପୁଣି ଯାହା ରୂପାର ଥିଲା, ତାହା ରୂପା କରି ନେଇଗଲା।
The captain of the guard took away the fire pans, the basins, that which was of gold, in gold, and that which was of silver, in silver.
16 ସଦାପ୍ରଭୁଙ୍କ ଗୃହ ନିମନ୍ତେ ଶଲୋମନଙ୍କ ନିର୍ମିତ ଦୁଇ ସ୍ତମ୍ଭ, ଏକ ସମୁଦ୍ରରୂପ ପାତ୍ର ଓ ବୈଠିକିସକଳ, ଏହିସବୁ ପାତ୍ରର ପିତ୍ତଳ ଅପରିମିତ ଥିଲା।
The two pillars, the one sea, and the bases, which Solomon had made for the house of YHWH, the bronze of all these vessels was without weight.
17 ଏକ ସ୍ତମ୍ଭ ଅଠର ହାତ ଉଚ୍ଚ ଓ ତହିଁ ଉପରେ ପିତ୍ତଳର ମୁଣ୍ଡାଳି ଥିଲା, ଆଉ ମୁଣ୍ଡାଳିର ଉଚ୍ଚ ତିନି ହାତ ମୁଣ୍ଡାଳି ଉପରେ ଚତୁର୍ଦ୍ଦିଗରେ ପିତ୍ତଳମୟ ଜାଲିକର୍ମ ଓ ଡାଳିମ୍ବାକୃତି ଥିଲା, ମଧ୍ୟ ଦ୍ୱିତୀୟ ସ୍ତମ୍ଭ ଜାଲିକର୍ମ ସହିତ ଏହି ପ୍ରକାର ଥିଲା।
The height of the one pillar was thirty-one feet, and a capital of bronze was on it; and the height of the capital was eight feet seven inches, with network and pomegranates on the capital around it, all of bronze: and like to these had the second pillar with network.
18 ପୁଣି ପ୍ରହରୀବର୍ଗର ସେନାପତି ନବୂଷରଦନ୍‍ ପ୍ରଧାନ ଯାଜକ ସରାୟଙ୍କୁ ଓ ଦ୍ୱିତୀୟ ଯାଜକ ସଫନୀୟଙ୍କୁ ଓ ତିନି ଜଣ ଦ୍ୱାରପାଳଙ୍କୁ ଧରିଲା।
The captain of the guard took Seraiah the chief priest, and Zephaniah the second priest, and the three keepers of the threshold:
19 ଆଉ ନବୂଷରଦନ୍‍ ନଗରରୁ ଯୋଦ୍ଧାମାନଙ୍କ ଉପରେ ନିଯୁକ୍ତ ଏକ ନପୁଂସକକୁ ଓ ନଗରରେ ପ୍ରାପ୍ତ ରାଜମୁଖ ଦର୍ଶନକାରୀମାନଙ୍କ ମଧ୍ୟରୁ ପାଞ୍ଚ ଜଣଙ୍କୁ ଓ ଦେଶର ଲୋକଗଣନାକାରୀ ଲେଖକ ସେନାପତିକୁ ଓ ନଗରରେ ପ୍ରାପ୍ତ ଦେଶୀୟ ଷାଠିଏ ଲୋକଙ୍କୁ ଧରିଲା।
and out of the city he took an officer who was set over the men of war; and five men of those who saw the king's face, who were found in the city; and the scribe, the captain of the army, who mustered the people of the land; and sixty men of the people of the land, who were found in the city.
20 ପୁଣି ପ୍ରହରୀବର୍ଗର ସେନାପତି ନବୂଷରଦନ୍‍ ସେମାନଙ୍କୁ ଧରି ରିବ୍ଲାକୁ ବାବିଲ ରାଜାଙ୍କ ନିକଟକୁ ନେଇଗଲା।
Nebuzaradan the captain of the guard took them, and brought them to the king of Babylon to Riblah.
21 ତହିଁରେ ବାବିଲ ରାଜା ହମାତ ଦେଶସ୍ଥ ରିବ୍ଲାରେ ସେମାନଙ୍କୁ ଆଘାତ କରି ବଧ କଲା। ଏହିରୂପେ ଯିହୁଦା ଆପଣା ଦେଶରୁ ବନ୍ଦୀ ହୋଇ ନୀତ ହେଲା।
The king of Babylon struck them, and put them to death at Riblah in the land of Hamath. So Judah was carried away captive out of his land.
22 ଆଉ ବାବିଲ ରାଜା ନବୂଖଦ୍‍ନିତ୍ସର ଯେଉଁମାନଙ୍କୁ ଛାଡ଼ି ଯାଇଥିଲା, ଏପରି ଯିହୁଦା ଦେଶରେ ଅବଶିଷ୍ଟ ଥିବା ଲୋକମାନଙ୍କ ଉପରେ ସେ ଶାଫନ୍‍ର ପୌତ୍ର ଅହୀକାମର ପୁତ୍ର ଗଦଲୀୟଙ୍କୁ ଶାସନକର୍ତ୍ତା ରୂପେ ନିଯୁକ୍ତ କଲା।
As for the people who were left in the land of Judah, whom Nebuchadnezzar king of Babylon had left, even over them he made Gedaliah the son of Ahikam, the son of Shaphan, governor.
23 ଏଥିଉତ୍ତାରେ ବାବିଲ ରାଜା ଗଦଲୀୟଙ୍କୁ ଶାସନକର୍ତ୍ତା କରିଅଛି ବୋଲି ଶୁଣି ସେନାପତିଗଣ ଓ ସେମାନଙ୍କ ଲୋକମାନେ, ଅର୍ଥାତ୍‍, ନଥନୀୟର ପୁତ୍ର ଇଶ୍ମାୟେଲ ଓ କାରେହର ପୁତ୍ର ଯୋହାନନ୍‍ ଓ ନଟୋଫାତୀୟ ତନ୍‍ହୂମତର ପୁତ୍ର ସରାୟ ଓ ମାଖାଥୀୟର ପୁତ୍ର ଯାସନୀୟ ଓ ସେମାନଙ୍କର ଲୋକମାନେ ମିସ୍ପାକୁ ଗଦଲୀୟଙ୍କ ନିକଟକୁ ଆସିଲେ।
Now when all the captains of the forces, they and their men, heard that the king of Babylon had made Gedaliah governor, they came to Gedaliah to Mizpah, even Ishmael the son of Nethaniah, and Johanan the son of Kareah, and Seraiah the son of Tanhumeth the Netophathite, and Jaazaniah the son of the Maacathite, they and their men.
24 ଏଥିରେ ଗଦଲୀୟ ସେମାନଙ୍କ ନିକଟରେ ଓ ସେମାନଙ୍କ ଲୋକମାନଙ୍କ ନିକଟରେ ଶପଥ କରି ସେମାନଙ୍କୁ କହିଲା, “କଲ୍‍ଦୀୟମାନଙ୍କର ଦାସମାନଙ୍କ ସକାଶୁ ଭୀତ ହୁଅ ନାହିଁ; ଦେଶରେ ବାସ କରି ବାବିଲ ରାଜାର ସେବା କର, ତହିଁରେ ତୁମ୍ଭମାନଙ୍କର ମଙ୍ଗଳ ହେବ।”
Gedaliah swore to them and to their men, and said to them, "Do not be afraid because of the servants of the Chaldeans. Dwell in the land, and serve the king of Babylon, and it shall be well with you."
25 ମାତ୍ର ସପ୍ତମ ମାସରେ ରାଜବଂଶଜାତ ଇଲୀଶାମାର ପୌତ୍ର ନଥନୀୟର ପୁତ୍ର ଇଶ୍ମାୟେଲ ଓ ତାହାର ସଙ୍ଗୀ ଦଶ ଜଣ ଆସିଲେ, ଆଉ ଗଦଲୀୟଙ୍କୁ, ପୁଣି ଯେଉଁ ଯିହୁଦୀୟମାନେ ଓ କଲ୍‍ଦୀୟମାନେ ତାହା ସଙ୍ଗେ ମିସ୍ପାରେ ଥିଲେ, ସେମାନଙ୍କୁ ଆଘାତ କରି ବଧ କଲେ।
But it happened in the seventh month, that Ishmael the son of Nethaniah, the son of Elishama, of the royal family came, and ten men with him, and struck Gedaliah, so that he died, and the Jews and the Chaldeans that were with him at Mizpah.
26 ଏଥିଉତ୍ତାରେ ସାନ ବଡ଼ ସମସ୍ତ ଲୋକ ଓ ସେନାପତିଗଣ ଉଠି ମିସରକୁ ଗଲେ; କାରଣ ସେମାନେ କଲ୍‍ଦୀୟମାନଙ୍କ ଲାଗି ଭୀତ ହେଲେ।
All the people, both small and great, and the captains of the forces, arose, and came to Egypt; for they were afraid of the Chaldeans.
27 ଏଥିଉତ୍ତାରେ ଯିହୁଦାର ରାଜା ଯିହୋୟାଖୀନ୍‍ଙ୍କର ବନ୍ଦୀତ୍ୱର ସଇଁତିରିଶ ବର୍ଷର ଦ୍ୱାଦଶ ମାସରେ ଓ ମାସର ସତାଇଶ ଦିନରେ ବାବିଲ ରାଜା ଇବିଲ୍‍-ମରୋଦକ୍‍ ରାଜ୍ୟ ଆରମ୍ଭ କରିବା ବର୍ଷରେ ଯିହୁଦାର ରାଜା ଯିହୋୟାଖୀନ୍‍ଙ୍କୁ କାରାଗାରରୁ ବାହାର କରି ତାଙ୍କର ମସ୍ତକ ଉନ୍ନତ କଲା।
It happened in the seven and thirtieth year of the captivity of Jehoiachin king of Judah, in the twelfth month, on the seven and twentieth day of the month, that Awil-Marduk king of Babylon, in the year that he began to reign, lifted up the head of Jehoiachin king of Judah out of prison;
28 ଆଉ, ସେ ତାଙ୍କୁ ପ୍ରୀତିବାକ୍ୟ କହିଲା ଓ ତାଙ୍କ ସଙ୍ଗେ ବାବିଲରେ ଥିବା ରାଜାମାନଙ୍କ ଆସନଠାରୁ ତାଙ୍କର ଆସନ ଉଚ୍ଚରେ ସ୍ଥାପନ କଲା।
and he spoke kindly to him, and set his throne above the throne of the kings who were with him in Babylon,
29 ଆଉ, ସେ ଆପଣା କାରାଗାରର ବସ୍ତ୍ର ପରିବର୍ତ୍ତନ କରି ଆପଣାର ଯାବଜ୍ଜୀବନ ନିତ୍ୟ ନିତ୍ୟ ତାହା ସମ୍ମୁଖରେ ଭୋଜନ କଲେ।
and changed his prison garments. Jehoiachin ate bread before him continually all the days of his life:
30 ପୁଣି, ତାଙ୍କର ଦିନାତିପାତ ନିମନ୍ତେ ରାଜାଙ୍କଠାରୁ ନିତ୍ୟ ବୃତ୍ତି ଦିଆଗଲା, ସେ ଆପଣା ଜୀବନର ସମସ୍ତ କାଳ ପ୍ରତିଦିନ ଏକ ନିରୂପିତ ଅଂଶ ପାଇଲେ।
and for his allowance, there was a continual allowance given him of the king, every day a portion, all the days of his life.

< ଦ୍ୱିତୀୟ ରାଜାବଳୀ 25 >