< ଦ୍ୱିତୀୟ ଶାମୁୟେଲ 24 >

1 ଏଥିଉତ୍ତାରେ ଇସ୍ରାଏଲ ବିରୁଦ୍ଧରେ ସଦାପ୍ରଭୁଙ୍କ କ୍ରୋଧ ପୁନର୍ବାର ପ୍ରଜ୍ୱଳିତ ହେଲା, ଆଉ ସେ ଦାଉଦଙ୍କୁ ପ୍ରବର୍ତ୍ତାଇ କହିଲେ, “ଯାଅ, ଇସ୍ରାଏଲ ଓ ଯିହୁଦାକୁ ଗଣନା କର।”
Još je jednom srdžba Jahvina planula na Izraelce te potakla Davida protiv njih govoreći: “Idi, izbroj Izraelce i Judejce!”
2 ତହିଁରେ ରାଜା ଆପଣା ନିକଟସ୍ଥ ସେନାପତି ଯୋୟାବଙ୍କୁ କହିଲେ; “ତୁମ୍ଭେମାନେ ଦାନ୍‍ଠାରୁ ବେର୍‍ଶେବା ପର୍ଯ୍ୟନ୍ତ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟଦେଇ ଭ୍ରମଣ କରି ଲୋକମାନଙ୍କୁ ଗଣନା କର, ତାହାହେଲେ ମୁଁ ଲୋକମାନଙ୍କର ସଂଖ୍ୟା ଜାଣି ପାରିବି।”
I kralj zapovjedi Joabu i vojvodama koji bijahu s njim: “Obiđite sva Izraelova plemena od Dana do Beer Šebe i popišite narod da znam koliko ima naroda.”
3 ଏଥିରେ ଯୋୟାବ ରାଜାଙ୍କୁ କହିଲା, “ଏବେ ଯେତେ ଲୋକ ଅଛନ୍ତି; ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ସେମାନଙ୍କୁ ଶତଗୁଣ ବୃଦ୍ଧି କରନ୍ତୁ ଓ ମୋʼ ପ୍ରଭୁ ମହାରାଜଙ୍କ ଚକ୍ଷୁ ତାହା ଦେଖୁ; ମାତ୍ର ମୋʼ ପ୍ରଭୁ ମହାରାଜ ଏପରି କରିବା ପାଇଁ କାହିଁକି ଚାହୁଁଅଛନ୍ତି?”
Joab odgovori kralju: “Neka Jahve, tvoj Bog, dade svome narodu još sto puta ovoliko koliko ga je sada i neka to još vidi svojim očima moj gospodar kralj, ali zašto moj gospodar kralj ima takvu želju?”
4 ତଥାପି ଯୋୟାବ ଉପରେ ଓ ସେନାପତିମାନଙ୍କ ଉପରେ ରାଜାଙ୍କ ବାକ୍ୟ ପ୍ରବଳ ହେଲା। ତହୁଁ ଯୋୟାବ ଓ ସେନାପତିମାନେ ଇସ୍ରାଏଲ ଲୋକମାନଙ୍କୁ ଗଣନା କରିବା ପାଇଁ ରାଜାଙ୍କ ସାକ୍ଷାତରୁ ଗମନ କଲେ।
Ali kraljeva riječ bijaše jača od Joabove i od riječi vojvoda njegove vojske. Tako Joab i vojvode odoše ispred kralja da popišu izraelski narod.
5 ଏଉତ୍ତାରେ ସେମାନେ ଯର୍ଦ୍ଦନ ପାର ହୋଇ ଅରୋୟେରରେ ଗାଦ୍‍ ଉପତ୍ୟକାର ମଧ୍ୟବର୍ତ୍ତୀ ନଗରର ଦକ୍ଷିଣ ପାଖରେ ଛାଉଣି ସ୍ଥାପନ କଲେ, ଓ ଗାଦ୍‍ରୁ ଯାସେର ପର୍ଯ୍ୟନ୍ତ ଯାତ୍ରା କଲେ;
Prijeđoše oni preko Jordana i počeše kod Aroera i kod grada što leži usred doline i krenuše odande prema Gaditima i prema Jazeru.
6 ତହିଁ ଉତ୍ତାରେ ସେମାନେ ଗିଲୀୟଦକୁ ଓ ତହତୀମ୍‍-ହଦ୍‍ଶି ଦେଶକୁ ଆସିଲେ; ତହୁଁ ସେମାନେ ଦାନ୍‍-ଯାନକୁ ଓ ସେଠାରୁ ବୁଲି ସୀଦୋନକୁ ଆସିଲେ।
Potom dođoše u Gilead i u zemlju Hetita, u Kadeš; zatim stigoše u Dan, a iz Dana skrenuše prema Sidonu.
7 ତହୁଁ ସୋର ଗଡ଼ରେ ଓ ହିବ୍ବୀୟମାନଙ୍କର ଓ କିଣାନୀୟମାନଙ୍କ ସମସ୍ତ ନଗରରେ ଉପସ୍ଥିତ ହେଲେ; ପୁଣି ସେମାନେ ବେର୍‍ଶେବାରେ ଯିହୁଦାର ଦକ୍ଷିଣାଞ୍ଚଳକୁ ବାହାରିଗଲେ।
Zatim dođoše do tvrđave Tira i u sve gradove Hivijaca i Kanaanaca i završiše svoj put u Negebu Judinu, u Beer Šebi.
8 ଏହିରୂପେ ସେମାନେ ସମୁଦାୟ ଦେଶ ଦେଇ ଭ୍ରମଣ କଲା ଉତ୍ତାରେ ନଅ ମାସ କୋଡ଼ିଏ ଦିନର ଶେଷରେ ଯିରୂଶାଲମରେ ଉପସ୍ଥିତ ହେଲେ।
Prošavši svu zemlju, vratiše se poslije devet mjeseci i dvadeset dana u Jeruzalem.
9 ତହିଁରେ ଯୋୟାବ ଗଣିତ ଯୋଦ୍ଧାମାନଙ୍କ ସଂଖ୍ୟା ରାଜାଙ୍କ ନିକଟରେ ସମର୍ପଣ କଲା; ଇସ୍ରାଏଲର ଖଡ୍ଗଧାରୀ ଆଠ ଲକ୍ଷ ବଳବାନ ଲୋକ ଓ ଯିହୁଦାର ପାଞ୍ଚ ଲକ୍ଷ ଲୋକ ଥିଲେ।
Joab dade kralju popis naroda: Izraelaca bijaše osam stotina tisuća ratnika vičnih maču, a Judejaca pet stotina tisuća ljudi.
10 ଏହିରୂପେ ଦାଉଦ ଲୋକମାନଙ୍କୁ ଗଣନା କରାଇଲା ଉତ୍ତାରେ ତାଙ୍କ ହୃଦୟ ତାଙ୍କୁ ଆଘାତ କଲା। ତହୁଁ ଦାଉଦ ସଦାପ୍ରଭୁଙ୍କୁ କହିଲେ, “ଏହି କର୍ମ କରିବାରେ ମୁଁ ମହାପାପ କରିଅଛି; ମାତ୍ର ଏବେ ହେ ସଦାପ୍ରଭୋ, ବିନୟ କରୁଅଛି, ନିଜ ଦାସର ଅପରାଧ କ୍ଷମା କର; କାରଣ ମୁଁ ଅତି ମୂର୍ଖର କର୍ମ କରିଅଛି।”
Poslije toga Davida zapeče savjest što je dao brojiti narod pa reče Jahvi: “Veoma sam sagriješio što sam to učinio! Ali, Jahve, oprosti tu krivicu sluzi svome, jer sam vrlo ludo radio.”
11 ଏଥିଉତ୍ତାରେ ଦାଉଦ ପ୍ରଭାତରେ ଉଠନ୍ତେ, ଦାଉଦଙ୍କ ଦର୍ଶକ ଗାଦ୍‍ ଭବିଷ୍ୟଦ୍‍ବକ୍ତା ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା, ଯଥା,
Kad je David ujutro ustao, već je Jahvina riječ bila došla proroku Gadu, Davidovu vidiocu:
12 “ଦାଉଦ ନିକଟକୁ ଯାଇ ତାହାକୁ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ତୁମ୍ଭ ଆଗରେ ତିନି କଥା ରଖୁଅଛୁ; ତହିଁ ମଧ୍ୟରୁ ଆପଣା ପାଇଁ ଗୋଟିଏ ମନୋନୀତ କର, ତାହା ହିଁ ଆମ୍ଭେ ତୁମ୍ଭ ପ୍ରତି କରିବୁ।’”
“Idi i kaži Davidu: Ovako govori Jahve: 'Troje stavljam preda te, izaberi jedno od toga da ti učinim!'”
13 ତହୁଁ ଗାଦ୍‍ ଦାଉଦଙ୍କ ନିକଟକୁ ଆସି ତାଙ୍କୁ ଜଣାଇ କହିଲା, “ତୁମ୍ଭ ଦେଶରେ ତିନି ବର୍ଷ ଦୁର୍ଭିକ୍ଷ ହେବ? କି ତୁମ୍ଭ ଶତ୍ରୁମାନେ ତୁମ୍ଭ ପଛେ ପଛେ ଗୋଡ଼ାଇବା ବେଳେ ତୁମ୍ଭେ ସେମାନଙ୍କ ଆଗେ ଆଗେ ତିନି ମାସ ପର୍ଯ୍ୟନ୍ତ ପଳାଇବ? କିଅବା ତିନି ଦିନ ପର୍ଯ୍ୟନ୍ତ ତୁମ୍ଭ ଦେଶରେ ମହାମାରୀ ହେବ? ଏହା ବୁଝ, ଆଉ ମୋʼ ପ୍ରେରଣା କର୍ତ୍ତାଙ୍କୁ ମୁଁ ଫେରି କି ଉତ୍ତର ଦେବି, ତାହା ବିବେଚନା କର।”
Gad tako dođe Davidu i javi mu ovo: “Hoćeš li da dođu tri gladne godine na tvoju zemlju, ili da tri mjeseca bježiš pred svojim neprijateljem koji će te goniti, ili da bude tri dana kuga u tvojoj zemlji? Sada promisli i gledaj što da odgovorim onome koji me poslao!”
14 ତହିଁରେ ଦାଉଦ ଗାଦ୍‍କୁ କହିଲେ, “ମୁଁ ବଡ଼ ଅକଳରେ ପଡ଼ିଲି, ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ହସ୍ତରେ ପଡ଼ୁ; କାରଣ ତାହାଙ୍କ ଦୟା ପ୍ରଚୁର; ମାତ୍ର ମୁଁ ମନୁଷ୍ୟ ହସ୍ତରେ ନ ପଡ଼େ।”
David odgovori Gadu: “Na velikoj sam muci! Ali neka padnemo u ruke Jahvine, jer je veliko njegovo milosrđe, a u ljudske ruke neka ne zapadnem!”
15 ତହୁଁ ସଦାପ୍ରଭୁ ପ୍ରାତଃକାଳ ଅବଧି ନିରୂପିତ ସମୟ ପର୍ଯ୍ୟନ୍ତ ଇସ୍ରାଏଲ ଉପରେ ମହାମାରୀ ପଠାଇଲେ; ତହିଁରେ ଦାନ୍‍ଠାରୁ ବେର୍‍ଶେବା ପର୍ଯ୍ୟନ୍ତ ଲୋକମାନଙ୍କ ମଧ୍ୟରୁ ସତୁରି ହଜାର ଲୋକ ମଲେ।
David, dakle, izabra kugu. Bilo je upravo vrijeme pšenične žetve. Jahve pusti kugu na Izraela od jutra pa do određenoga vremena; i pomor udari na narod i pomrije sedamdeset tisuća ljudi od Dana do Beer Šebe.
16 ଆଉ ଦୂତ ଯିରୂଶାଲମକୁ ବିନାଶ କରିବା ପାଇଁ ତହିଁ ଆଡ଼କୁ ହସ୍ତ ବିସ୍ତାର କରନ୍ତେ, ସଦାପ୍ରଭୁ ସେହି ବିପଦ ସକାଶୁ ଦୁଃଖିତ ହୋଇ ସେହି ବିନାଶକ ଦୂତକୁ କହିଲେ, “ଯଥେଷ୍ଟ ହେଲା; ଏବେ ତୁମ୍ଭ ହସ୍ତ ସଙ୍କୁଚିତ କର।” ଏହି ସମୟରେ ସଦାପ୍ରଭୁଙ୍କ ସେହି ଦୂତ ଯିବୂଷୀୟ ଅରୌଣାର ଶସ୍ୟମର୍ଦ୍ଦନ ସ୍ଥାନ ନିକଟରେ ଥିଲା।
Kad je anđeo pružio svoju ruku na Jeruzalem da ga uništi, sažali se Jahvi zbog toga zla, pa reče anđelu koji je ubijao narod: “Dosta je sada! Povuci svoju ruku!” A Jahvin je anđeo bio upravo kod gumna Araune Jebusejca.
17 ପୁଣି ଦାଉଦ ସେହି ବିନାଶକ ଦୂତଙ୍କୁ ଦେଖି ସଦାପ୍ରଭୁଙ୍କୁ କହିଲେ, “ଦେଖ, ମୁଁ ପାପ କଲି ଓ ମୁଁ ହିଁ ଅପରାଧୀ ହେଲି; ମାତ୍ର ଏହି ମେଷଗଣ କଅଣ କଲେ? ବିନୟ କରୁଅଛି, ତୁମ୍ଭ ହସ୍ତ ମୋʼ ବିରୁଦ୍ଧରେ ଓ ମୋʼ ପିତୃଗୃହର ବିରୁଦ୍ଧରେ ହେଉ।”
Kad David vidje anđela koji je ubijao narod, zavapi Jahvi: “Evo, ja sam sagriješio, ja sam učinio zlo! A oni, ovce, što su skrivili? Neka tvoja ruka padne na mene i na moju obitelj!”
18 ସେହି ଦିନ ଗାଦ୍‍ ଦାଉଦଙ୍କ ନିକଟକୁ ଯାଇ ତାଙ୍କୁ କହିଲା, “ଯାଅ, ଯିବୂଷୀୟ ଅରୌଣାର ଶସ୍ୟମର୍ଦ୍ଦନ ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ସ୍ଥାପନ କର।”
Istoga dana dođe Gad k Davidu i reče mu: “Idi i podigni Jahvi žrtvenik na gumnu Araune Jebusejca!”
19 ତେଣୁ ଦାଉଦ ସଦାପ୍ରଭୁଙ୍କ ଆଜ୍ଞା ପ୍ରମାଣେ ଗାଦ୍‍ର ବାକ୍ୟାନୁସାରେ ଉଠିଗଲେ।
I ode David po Gadovoj riječi, kako mu je zapovjedio Jahve.
20 ସେତେବେଳେ ଅରୌଣା ଅନାଇ ଦେଖିଲା ଯେ, ରାଜା ଓ ତାଙ୍କର ଦାସମାନେ ତାହା ଆଡ଼କୁ ଆସୁଅଛନ୍ତି; ତହିଁରେ ଅରୌଣା ବାହାରେ ଆସି ରାଜାଙ୍କ ନିକଟରେ ମୁହଁ ମାଡ଼ି ଭୂମିଷ୍ଠ ପ୍ରଣାମ କଲା।
Kad Arauna pogleda, opazi kralja i njegove dvorane gdje idu prema njemu. Arauna iziđe i pokloni se kralju licem do zemlje.
21 ପୁଣି ଅରୌଣା ପଚାରିଲା, “ମୋʼ ପ୍ରଭୁ ମହାରାଜ ଆପଣା ଦାସ ନିକଟକୁ କି ନିମନ୍ତେ ଆସିଲେ?” ତହିଁରେ ଦାଉଦ କହିଲେ, “ଲୋକମାନଙ୍କ ମଧ୍ୟରୁ ଯେପରି ମହାମାରୀ ନିବୃତ୍ତ ହେବ, ଏଥିପାଇଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରିବା, ତେଣୁ ତୁମ୍ଭଠାରୁ ଶସ୍ୟମର୍ଦ୍ଦନ ସ୍ଥାନ କିଣିବାକୁ ଆସିଲି।”
Arauna upita: “Zašto je moj gospodar kralj došao svome sluzi?” A David odgovori: “Da kupi od tebe ovo gumno, da sagradi žrtvenik Jahvi, kako bi prestao pomor u narodu.”
22 ତହୁଁ ଅରୌଣା ଦାଉଦଙ୍କୁ କହିଲା, “ମୋʼ ପ୍ରଭୁ ମହାରାଜଙ୍କୁ ଯାହା ଭଲ ଦିଶେ, ତାହା ନେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରନ୍ତୁ; ଦେଖନ୍ତୁ, ହୋମବଳି ନିମନ୍ତେ ଏହି ବୃଷସବୁ ଓ କାଷ୍ଠ ନିମନ୍ତେ ଏହି ମର୍ଦ୍ଦନ ଯନ୍ତ୍ର ଓ ବୃଷମାନଙ୍କ ସାଜ ଅଛି;”
Arauna reče Davidu: “Neka ga uzme moj gospodar kralj i neka žrtvuje ono što je u njegovim očima dobro! Evo goveda za paljenicu, mlatilice, i volujske opreme za drvo!
23 ହେ ମହାରାଜ, ଅରୌଣା ଏସମସ୍ତ ମହାରାଜଙ୍କୁ ଦେଉଅଛି। ଆହୁରି ଅରୌଣା ରାଜାଙ୍କୁ କହିଲା, “ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଆପଣଙ୍କୁ ଗ୍ରହଣ କରନ୍ତୁ।”
Sve to sluga moga gospodara kralja poklanja kralju!” Još reče Arauna kralju: “Jahve, Bog tvoj, neka ti bude milostiv!”
24 ତହିଁରେ ରାଜା ଅରୌଣାକୁ କହିଲେ, “ନା, ମାତ୍ର ମୁଁ ଅବଶ୍ୟ ମୂଲ୍ୟ ଦେଇ ତୁମ୍ଭଠାରୁ ଏସବୁ କିଣିବି; ଆଉ ମୁଁ ସଦାପ୍ରଭୁ ମୋʼ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବିନାମୂଲ୍ୟର ହୋମବଳି ଉତ୍ସର୍ଗ କରିବି ନାହିଁ।” ତହୁଁ ଦାଉଦ ପଚାଶ ଶେକଲ (ଏକ ଶେକଲ ୧୨ ଗ୍ରାମ୍) ରୂପାରେ ସେହି ଶସ୍ୟମର୍ଦ୍ଦନ ସ୍ଥାନ ଓ ବୃଷସବୁ କିଣିଲେ।
Ali kralj odgovori Arauni: “Ne, nego hoću da kupim od tebe i da platim; neću prinositi Jahvi, svome Bogu, paljenica koje su mi poklonjene.” I tako David kupi ono gumno i goveda za pedeset srebrnih šekela.
25 ପୁଣି ଦାଉଦ ସେହି ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରି ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ। ତହିଁରେ ସଦାପ୍ରଭୁ ବିନତି ଶୁଣି ଦେଶ ପ୍ରତି ପ୍ରସନ୍ନ ହେଲେ, ପୁଣି ଇସ୍ରାଏଲ ମଧ୍ୟରୁ ମହାମାରୀ ନିବୃତ୍ତ ହେଲା।
Ondje David sagradi žrtvenik Jahvi i prinese paljenice i pričesnice. Tada se Jahve smilova zemlji i presta pomor u Izraelu.

< ଦ୍ୱିତୀୟ ଶାମୁୟେଲ 24 >