< ପ୍ରେରିତ 12 >

1 ପ୍ରାୟ ସେହି ସମୟରେ ହେରୋଦ ରାଜା ମଣ୍ଡଳୀର କେତେକ ଜଣଙ୍କୁ ଅତ୍ୟାଚାର କରିବା ନିମନ୍ତେ ହସ୍ତକ୍ଷେପ କଲେ।
It was at that time that King Herod began to ill-treat some of the members of the church.
2 ସେ ଯୋହନଙ୍କ ଭାଇ ଯାକୁବଙ୍କୁ ଖଡ୍ଗରେ ବଧ କଲେ।
He had James, the brother of John, beheaded;
3 ଆଉ ଯିହୁଦୀ ନେତାମାନଙ୍କୁ ସେଥିରେ ସନ୍ତୁଷ୍ଟ ହେବାର ଦେଖି ସେ ପିତରଙ୍କୁ ମଧ୍ୟ ଧରିବାକୁ ଅଗ୍ରସର ହେଲେ। ସେହି ସମୟରେ ଖମୀରଶୂନ୍ୟ ରୁଟିର ପର୍ବ ଥିଲା।
and, when he saw that the Jews were pleased with this, he proceeded to arrest Peter also. (This was during the Festival of the unleavened bread.)
4 ପରେ ସେ ତାହାଙ୍କୁ ଧରି କାରାଗାରରେ ନିକ୍ଷେପ କଲେ, ପୁଣି, ନିସ୍ତାର ପର୍ବ ଉତ୍ତାରେ ସେ ତାହାଙ୍କୁ ଲୋକମାନଙ୍କ ନିକଟକୁ ବାହାର କରି ଆଣିବା ନିମନ୍ତେ ମନସ୍ଥ କରି ପ୍ରତ୍ୟେକ ଦଳରେ ଚାରି ଜଣ ଲେଖାଏଁ ଥିବା ଚାରୋଟି ସେନାଦଳ ନିକଟରେ ତାହାଙ୍କୁ ଜଗିବା ପାଇଁ ସମର୍ପଣ କଲେ।
After seizing Peter, Herod put him in prison, and entrusted him to the keeping of four Guards of four soldiers each, intending, after the Passover, to bring him up before the people.
5 ଅତଏବ ପିତର କାରାଗାରରେ ରୁଦ୍ଧ ହୋଇ ରହିଲେ, କିନ୍ତୁ ତାହାଙ୍କ ନିମନ୍ତେ ମଣ୍ଡଳୀ ଦ୍ୱାରା ଏକାଗ୍ରଭାବେ ଈଶ୍ବରଙ୍କ ଛାମୁରେ ପ୍ରାର୍ଥନା କରାଯାଉଥିଲା।
So Peter was kept in prison, but meanwhile the prayers of the church were being earnestly offered to God on his behalf.
6 ପରେ ହେରୋଦ ଯେଉଁ ଦିନ ପିତରଙ୍କୁ ବାହାର କରି ଆଣିବା ପାଇଁ ଯାଉଥିଲେ, ସେହି ରାତିରେ ସେ ଦୁଇଟା ଜଞ୍ଜିରରେ ବନ୍ଧା ହୋଇ ଦୁଇ ଜଣ ସୈନ୍ୟଙ୍କ ମଧ୍ୟରେ ଶୋଇଥିଲେ, ଆଉ ପ୍ରହରୀମାନେ ଦ୍ୱାର ସମ୍ମୁଖରେ କାରାଗାର ରକ୍ଷା କରୁଥିଲେ।
Just when Herod was intending to bring him before the people, on that very night Peter was asleep between two soldiers, chained to them both, while there were sentries in front of the door, guarding the prison.
7 ଆଉ ଦେଖ, ପ୍ରଭୁଙ୍କର ଜଣେ ଦୂତ ଉପସ୍ଥିତ ହେଲେ, ପୁଣି, କୋଠରୀଟି ଆଲୋକମୟ ହେଲା, ଆଉ ସେ ପିତରଙ୍କ କକ୍ଷଦେଶରେ ଆଘାତ କରି ତାହାଙ୍କୁ ଉଠାଇ କହିଲେ, ଶୀଘ୍ର ଉଠ। ସେଥିରେ ତାହାଙ୍କ ହାତରୁ ଜଞ୍ଜିର ଖସିପଡ଼ିଲା।
Suddenly an angel of the Lord stood by him, and a light shone in the cell. The angel struck Peter on the side, and roused him with the words, ‘Get up quickly.’
8 ପୁଣି, ଦୂତ ତାହାଙ୍କୁ କହିଲେ, କଟି ବନ୍ଧନ କର ଓ ପାଦୁକା ପିନ୍ଧ। ସେ ସେପରି କଲେ। ଆଉ ସେ ତାହାଙ୍କୁ କହିଲେ, ଆପଣା ବସ୍ତ୍ର ପିନ୍ଧି ମୋହର ପଛେ ପଛେ ଆସ।
The chains dropped from his wrists, and then the angel said, ‘Put on your belt and sandals.’ When Peter had done so, the angel added, ‘Throw your cloak round you and follow me.’
9 ସେ ବାହାରି ତାହାଙ୍କ ପଛେ ପଛେ ଗଲେ; କିନ୍ତୁ ଦୂତଙ୍କ ଦ୍ୱାରା ଯାହା କରାଗଲା, ତାହା ଯେ ପ୍ରକୃତ, ସେ ତାହା ନ ବୁଝି ଦର୍ଶନ ଦେଖୁଅଛନ୍ତି ବୋଲି ମନେ କରୁଥିଲେ।
Peter followed him out, not knowing that what was happening under the angel’s guidance was real, but thinking that he was seeing a vision.
10 ଯେତେବେଳେ ସେମାନେ ପ୍ରଥମ ଓ ଦ୍ୱିତୀୟ ପ୍ରହରୀ-ଦଳ ଅତିକ୍ରମ କରି, ଯେଉଁ ଲୌହଦ୍ୱାର ଦେଇ ନଗରକୁ ଯିବାକୁ ହୁଏ, ତାହା ନିକଟକୁ ଆସିଲେ, ସେତେବେଳେ ସେହି ଦ୍ୱାର ଆପଣା ମନକୁ ସେମାନଙ୍କ ନିମନ୍ତେ ମେଲା ହୋଇଗଲା, ଆଉ ସେମାନେ ବାହାରିଯାଇ ଗୋଟିଏ ଦାଣ୍ଡର ଶେଷ ମୁଣ୍ଡ ଯାଏ ଗଲେ, ପୁଣି, ସେହିକ୍ଷଣି ସେହି ଦୂତ ତାହାଙ୍କଠାରୁ ଅଦୃଶ୍ୟ ହୋଇଗଲେ।
Passing the first Guard, and then the second, they came to the iron gate leading into the city, which opened to them of itself; and, when they had passed through that, and had walked along one street, all at once the angel left him.
11 ସେତେବେଳେ ପିତର ସଚେତନ ହୋଇ କହିଲେ, ପ୍ରଭୁ ଯେ ଆପଣା ଦୂତଙ୍କୁ ପଠାଇ ହେରୋଦଙ୍କ ହସ୍ତରୁ ଓ ଯିହୁଦୀ ଲୋକମାନଙ୍କ ସମସ୍ତ ଆକାଂକ୍ଷାରୁ ମୋତେ ଉଦ୍ଧାର କରିଅଛନ୍ତି, ଏହା ମୁଁ ଏବେ ନିଶ୍ଚୟ ଜାଣିଲି।
Then Peter came to himself and said, ‘Now I know beyond all doubt that the Lord has sent his angel, and has rescued me from Herod’s hands and from all that the Jewish people have been expecting.’
12 ସେ ଏହି କଥା ଆଲୋଚନା କରି ମାର୍କ ଉପନାମପ୍ରାପ୍ତ ଯୋହନଙ୍କ ମାତା ମରୀୟମଙ୍କ ଗୃହକୁ ଆସିଲେ; ସେହି ସ୍ଥାନରେ ଅନେକେ ଏକତ୍ରିତ ହୋଇ ପ୍ରାର୍ଥନା କରୁଥିଲେ।
As soon as he realized what had happened, he went to the house of Mary, the mother of John who was also known as Mark, where a number of people were gathered together, praying.
13 ସେ ବାହାର ଦ୍ୱାରରେ ଆଘାତ କରନ୍ତେ ରୋଦା ନାମକ ଜଣେ ଦାସୀ କିଏ ବୋଲି ପଚାରିବାକୁ ଗଲା।
On his knocking at the door in the gate, a maidservant, named Rhoda, came to answer it.
14 ସେ ପିତରଙ୍କର ସ୍ୱର ବାରି ଆନନ୍ଦ ସକାଶେ ଦ୍ୱାର ନ ଫିଟାଇ ଭିତରକୁ ଦୌଡ଼ିଯାଇ, ଦ୍ୱାର ପାଖରେ ପିତର ଠିଆ ହୋଇଅଛନ୍ତି ବୋଲି କହିଲା।
She recognized Peter’s voice, but in her joy left the gate unopened, and ran in, and told them that Peter was standing outside.
15 ସେମାନେ ତାହାକୁ କହିଲେ, ତୁ ବାୟାଣୀ। କିନ୍ତୁ ସେ ତାହା ସତ ବୋଲି ଦୃଢ଼ରୂପେ କହିବାକୁ ଲାଗିଲା। ସେମାନେ କହିଲେ, ଏ ତାଙ୍କର ଦୂତ।
‘You are mad!’ they exclaimed. But, when she persisted that it was so, they said, ‘It must be his spirit!’
16 କିନ୍ତୁ ପିତର ଦ୍ୱାରରେ ବାରମ୍ବାର ଆଘାତ କରୁଥିଲେ, ଆଉ ସେମାନେ ଫିଟାଇ ତାହାଙ୍କୁ ଦେଖି ଆଚମ୍ଭିତ ହେଲେ।
Meanwhile Peter went on knocking, and, when they opened the gate and saw him, they were amazed.
17 କିନ୍ତୁ ସେ ସେମାନଙ୍କୁ ତୁନି ହୋଇ ରହିବା ପାଇଁ ହାତରେ ଠାରି, ପ୍ରଭୁ କିପରି ତାହାଙ୍କୁ କାରାଗାରରୁ ବାହାର କରି ଆଣିଅଛନ୍ତି, ତାହା ସେମାନଙ୍କ ନିକଟରେ ବର୍ଣ୍ଣନା କଲେ। ପୁଣି, ସେ କହିଲେ, ଏହି ସମସ୍ତ କଥା ଯାକୁବ ଓ ଭାଇମାନଙ୍କୁ ଜଣାଅ। ଆଉ ସେ ପ୍ରସ୍ଥାନ କରି ଅନ୍ୟ ସ୍ଥାନକୁ ଚାଲିଗଲେ।
Peter signed to them with his hand to be silent, and then told them how the Lord had brought him out of the prison, adding, ‘Tell James and the others all this.’ Then he left the house, and went away to another place.
18 ସକାଳ ହେବା ପରେ ପିତର କୁଆଡ଼େ ଗଲେ ବୋଲି ସୈନ୍ୟମାନଙ୍କ ମଧ୍ୟରେ ବଡ଼ ଚହଳ ପଡ଼ିଗଲା।
In the morning there was a great stir among the soldiers – what could have become of Peter!
19 ଆଉ ହେରୋଦ ତାହାଙ୍କୁ ଖୋଜି ନ ପାଇବାରୁ ପ୍ରହରୀମାନଙ୍କୁ ପ୍ରଶ୍ନ କଲା ଉତ୍ତାରେ ସେମାନଙ୍କୁ ବଧ କରିବା ପାଇଁ ଆଜ୍ଞା ଦେଲେ। ପରେ ସେ ଯିହୂଦିୟା ପ୍ରଦେଶରୁ କାଇସରିୟା ସହରକୁ ଯାଇ ସେଠାରେ ରହିଲେ।
And, when Herod had made further search for him and failed to find him, he closely questioned the Guard, and ordered them away to execution. Then he went down from Judea to stay at Caesarea.
20 ସେତେବେଳେ ହେରୋଦ ସୋର ଓ ସୀଦୋନ ଲୋକଙ୍କ ଉପରେ ଭୟଙ୍କର ଅସନ୍ତୁଷ୍ଟ ଥିଲେ, ଆଉ ସେମାନେ ଏକମତ ହୋଇ ତାହାଙ୍କ ନିକଟକୁ ଆସିଲେ ଓ ରାଜାଙ୍କ ଶୟନାଗାରର ଅଧ୍ୟକ୍ଷ ବ୍ଲାସ୍ତଙ୍କୁ ଆପଣାମାନଙ୍କ ସପକ୍ଷ କରି ଶାନ୍ତି ପ୍ରାର୍ଥନା କରିବାକୁ ଲାଗିଲେ, କାରଣ ରାଜାଙ୍କ ଦେଶରୁ ସେମାନଙ୍କ ଦେଶକୁ ଖାଦ୍ୟସାମଗ୍ରୀ ଯାଉଥିଲା।
It happened that Herod was deeply offended with the people of Tyre and Sidon, but they went in a body to him, and, having succeeded in winning over Blastus, the Chamberlain, they begged Herod for a reconciliation, because their country was dependent on the king’s for its food supply.
21 ଏଣୁ ଗୋଟିଏ ନିରୂପିତ ଦିନରେ ହେରୋଦ ରାଜବସ୍ତ୍ର ପରିଧାନ କରି ସିଂହାସନରେ ବସି ସେମାନଙ୍କ ନିକଟରେ ଗୋଟିଏ ଭାଷଣ ଦେଲେ;
On an appointed day Herod, wearing his state robes, seated himself on his throne, and delivered an oration.
22 ସେଥିରେ ଲୋକମାନେ ପାଟି କରି କହିବାକୁ ଲାଗିଲେ, ଏ ତ ଦେବତାଙ୍କ ସ୍ୱର ମନୁଷ୍ୟର ସ୍ୱର ନୁହେଁ।
The people kept shouting, ‘It is the voice of God, and not of a person!’
23 ତତ୍‌କ୍ଷଣାତ୍ ପ୍ରଭୁଙ୍କର ଜଣେ ଦୂତ ତାହାଙ୍କୁ ଆଘାତ କଲେ, କାରଣ ସେ ଈଶ୍ବରଙ୍କୁ ଗୌରବ ଦେଲେ ନାହିଁ, ଆଉ ତାହାଙ୍କୁ ପୋକ ଖାଇବା ଦ୍ୱାରା ସେ ମଲେ।
Instantly an angel of the Lord struck him, because he did not give God the glory; and he was attacked with worms, and died.
24 କିନ୍ତୁ ଈଶ୍ବରଙ୍କ ବାକ୍ୟ ବୃଦ୍ଧି ପାଇ ଅଧିକ ବ୍ୟାପିବାକୁ ଲାଗିଲା।
Meanwhile the Lord’s message kept extending, and spreading far and wide.
25 ପରେ ବର୍ଣ୍ଣବ୍ବା ଓ ଶାଉଲ ଆପଣାମାନଙ୍କର ସେବାକାର୍ଯ୍ୟ ସମାପ୍ତ କରି ମାର୍କ ଉପନାମପ୍ରାପ୍ତ ଯୋହନଙ୍କୁ ସାଙ୍ଗରେ ଘେନି ଯିରୂଶାଲମ ସହରରୁ ବାହୁଡ଼ିଗଲେ।
When Barnabas and Saul had carried out their mission, they returned to Jerusalem, and took with them John, who was also known as Mark.

< ପ୍ରେରିତ 12 >