< ପ୍ରେରିତ 13 >

1 ସେତେବେଳେ ଆନ୍ତିୟଖିଆସ୍ଥିତ ମଣ୍ଡଳୀରେ ବର୍ଣ୍ଣବ୍ବା, ଶିମିୟୋନ, ଯାହାଙ୍କୁ ନିଗର ବୋଲି କହନ୍ତି, କୂରୀଣୀୟ ଲୂକୀୟ, ସାମନ୍ତରାଜା ହେରୋଦଙ୍କ ସହପାଳିତ ମନହେମ୍‍ ଓ ଶାଉଲ, ଏହିପରି ଭାବବାଦୀ ଓ ଶିକ୍ଷକମାନେ ଥିଲେ।
Sasa katika kanisa la Antiokia, palikuwa na baadhi ya manabii na walimu. Walikua Barnaba, Simeoni (aliyeitwa Nigeri). Lukio wa Kirene, Manaeni( ndugu asiye wa damu wa Herode kiongozi wa mkoa), na Sauli.
2 ସେମାନେ ପ୍ରଭୁଙ୍କ ସେବା ଓ ଉପବାସ କରୁଥିବା ସମୟରେ ପବିତ୍ର ଆତ୍ମା କହିଲେ, ଯେଉଁ କର୍ମ ନିମନ୍ତେ ଆମ୍ଭେ ବର୍ଣ୍ଣବ୍ବା ଓ ଶାଉଲକୁ ଆହ୍ୱାନ କରିଅଛୁ, ସେଥିପାଇଁ ସେମାନଙ୍କୁ ପୃଥକ୍ କର।
Walipokuwa wakimwabudu Bwana na kufunga, Roho Mtakatifu alisema, “Niteengeeni pembeni Barnaba na Sauli, waifanye kazi niliyo waitia.”
3 ସେଥିରେ ସେମାନେ ଉପବାସ ଓ ପ୍ରାର୍ଥନା କଲା ଉତ୍ତାରେ ସେମାନଙ୍କ ଉପରେ ହସ୍ତାର୍ପଣ କରି ସେମାନଙ୍କୁ ବିଦାୟ ଦେଲେ।
Baada ya Kanisa kufunga, kuomba, na kuweka mikono yao juu ya watu hawa, wakawaacha waende.
4 ଏହି ପ୍ରକାରେ ସେମାନେ ପବିତ୍ର ଆତ୍ମାଙ୍କ ଦ୍ୱାରା ପ୍ରେରିତ ହୋଇ ସେଲୂକିଆକୁ ଗଲେ; ସେଠାରୁ ସେମାନେ ଜାହାଜରେ ଚଢ଼ି ସାଇପ୍ରସ୍ ଦ୍ବୀପକୁ ଗଲେ।
Kwa hiyo Barnabas na Sauli walimtii Roho Mtakatifu na walitelemka kuelekea Seleukia; Kutoka huko walisafiri baharini kuelekea kisiwa cha Kipro.
5 ସେମାନେ ସାଲାମି ସହରରେ ପହଞ୍ଚିଲା ଉତ୍ତାରେ ଯିହୁଦୀମାନଙ୍କ ସମସ୍ତ ସମାଜଗୃହରେ ଈଶ୍ବରଙ୍କ ବାକ୍ୟ ପ୍ରଚାର କରିବାକୁ ଲାଗିଲେ; ଆଉ ଯୋହନ ମଧ୍ୟ ପରିଚାରକସ୍ୱରୂପେ ସେମାନଙ୍କ ସହିତ ଥିଲେ।
Walipokuwa katika mji wa Salami, walilitangaza neno la Mungu katika Masinagogi ya Wayahudi. Pia walikuwa pamoja na Yohana Marko kama msaidizi wao.
6 ପୁଣି, ସେମାନେ ସମସ୍ତ ଦ୍ୱୀପ ପରିଭ୍ରମଣ କରି ପାଫ ସହରକୁ ଆସି ଜଣେ ମାୟାବୀ ଭଣ୍ଡ ଭାବବାଦୀଙ୍କୁ ଦେଖିଲେ; ସେ ଜଣେ ଯିହୁଦୀ, ଆଉ ତାହାର ନାମ ବର୍ଯୀଶୁ।
Walipokwenda katika kisiwa chote mpaka Pafo, walikuta mtu fulani mchawi, Myahudi nabii wa uongo, ambaye jina lake lilikuwa Bar Yesu.
7 ସେ ଶାସନକର୍ତ୍ତା ସେର୍ଗିୟ ପାଉଲଙ୍କ ସାଙ୍ଗରେ ଥିଲା, ସେହି ଶାସନକର୍ତ୍ତା ଜଣେ ବୁଦ୍ଧିମାନ ବ୍ୟକ୍ତି। ସେ ବର୍ଣ୍ଣବ୍ବା ଓ ଶାଉଲଙ୍କୁ ଆପଣା ନିକଟକୁ ଡାକି ଈଶ୍ବରଙ୍କ ବାକ୍ୟ ଶୁଣିବାକୁ ଇଚ୍ଛା କଲେ।
Mchawi huyu alishirikiana na Liwali Sergio Paulus, aliyekuwa mtu mwenye akili. Mtu huyu aliwaalika Barnaba na Sauli, kwa sababu alihitaji kusikia neno la Mungu.
8 କିନ୍ତୁ ସେହି ମାୟାବୀ ଅଲ୍ଲୀମା (ଅନୁବାଦ କଲେ ଏହି ନାମର ଅର୍ଥ ମାୟାବୀ) ସେହି ଶାସନକର୍ତ୍ତାଙ୍କୁ ବିଶ୍ୱାସରୁ ବିମୁଖ କରିବା ଚେଷ୍ଟାରେ ସେମାନଙ୍କର ପ୍ରତିରୋଧ କରିବାକୁ ଲାଗିଲା।
Lakini Elima “yule mchawi” (hivyo ndivyo jina lake lilivyo tafsiriwa) aliwapinga; alijaribu kumgeuza yule liwali atoke kwenye imani.
9 ମାତ୍ର ଶାଉଲ, ଯାହାକୁ ପାଉଲ ମଧ୍ୟ କହନ୍ତି, ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ତାହାକୁ ନିରୀକ୍ଷଣ କରି କହିଲେ,
Lakini Sauli aliyeitwa Paulo, alikuwa amejazwa na Roho Mtakatikfu, akamkazia macho
10 ଆରେ ସମସ୍ତ ପ୍ରକାର ଛଳ ଓ ମନ୍ଦତାରେ ପରିପୂର୍ଣ୍ଣ ଆଉ ସମସ୍ତ ପ୍ରକାର ଧାର୍ମିକତାର ଶତ୍ରୁ, ଶୟତାନର ସନ୍ତାନ, ତୁମ୍ଭେ ପ୍ରଭୁଙ୍କର ସରଳ ପଥକୁ ବକ୍ର କରିବାରୁ କି କ୍ଷାନ୍ତ ହେବ ନାହିଁ?
na akasema “Ewe mwana wa Ibilisi, umejazwa na aina zote za udanganyifu na udhaifu. Wewe ni adui wa kila aina ya haki. Hautakoma kuzigeuza njia za Bwana, zilizonyooka, je utaweza?
11 ଆଉ ଏବେ ଦେଖ, ପ୍ରଭୁଙ୍କର ହସ୍ତ ତୁମ୍ଭ ଉପରେ ରହିଅଛି, ତୁମ୍ଭେ ଅନ୍ଧ ହୋଇ କେତେକ ସମୟ ପର୍ଯ୍ୟନ୍ତ ସୂର୍ଯ୍ୟ ଦେଖିବ ନାହିଁ। ସେହିକ୍ଷଣି କୁହୁଡ଼ି ଓ ଅନ୍ଧକାର ତାହାକୁ ଘୋଡ଼ାଇ ପକାଇଲା, ତେଣୁ ତାହାକୁ ହାତ ଧରି ବାଟ କଢ଼ାଇବା ନିମନ୍ତେ ସେ ଏଣେ-ତେଣେ ଦରାଣ୍ଡି ଲୋକ ଖୋଜିବାକୁ ଲାଗିଲା।
Sasa tazama, mkono wa Bwana upo juu yako, na utakuwa kipofu. Hautaliona Jua kwa muda” mara moja ukungu na giza vilianguka juu ya Elimas; alianza kuzunguka pale akiomba watu wamwongoze kwa kumshika mkono.
12 ସେହି ଶାସନକର୍ତ୍ତା ଏହି ଘଟଣା ଦେଖି ପ୍ରଭୁଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟ ହୋଇ ବିଶ୍ୱାସ କଲେ।
Baada ya liwali kuona kilichotokea, aliamini, kwa sababu alishangazwa kwa mafundisho kuhusu Bwana.
13 ପରେ ପାଉଲ ଓ ତାହାଙ୍କ ସଙ୍ଗୀମାନେ ପାଫ ସହରରୁ ଜଳଯାତ୍ରା କରି ପଂଫୂଲିଆ ଦେଶରେ ପର୍ଗୀ ସହରକୁ ଆସିଲେ; କିନ୍ତୁ ଯୋହନ ସେମାନଙ୍କୁ ପରିତ୍ୟାଗ କରି ଯିରୂଶାଲମ ସହରକୁ ବାହୁଡ଼ିଗଲେ।
Sasa Paulo na rafiki zake walisafiri majini kutoka Pafo na wakafika Perge katika Pamfilia. Lakini Yohana aliwaacha na kurudi Yerusalemu.
14 ସେମାନେ ପର୍ଗୀଠାରୁ ଯାତ୍ରା କରି ପିସିଦିଆ ଦେଶରେ ଆନ୍ତିୟଖିଆ ସହରରେ ପହଞ୍ଚିଲେ, ଆଉ ବିଶ୍ରାମବାର ଦିନରେ ସମାଜଗୃହକୁ ଯାଇ ବସିଲେ।
Paulo na rafiki yake walisafiri kutoka Perge na wakafika Antiokia ya Pisidia. Huko walikwenda katika sinagogi siku ya Sabato na kukaa chini.
15 ପୁଣି, ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନଙ୍କ ଶାସ୍ତ୍ରପାଠ ପରେ ସମାଜଗୃହର ଅଧ୍ୟକ୍ଷମାନେ ସେମାନଙ୍କ ନିକଟକୁ ଏହା କହି ପଠାଇଲେ, ଭାଇମାନେ, ଲୋକମାନଙ୍କ ନିମନ୍ତେ ଯଦି ଆପଣମାନଙ୍କର କୌଣସି ଉପଦେଶର ବିଷୟ ଅଛି, ତେବେ କହନ୍ତୁ।
Baada ya kusoma sheria na manabii, viongozi wa sinagogi aliwatumia ujumbe wakisema, “Ndugu, kama mnao ujumbe wa kutia moyo watu hapa, semeni”
16 ସେଥିରେ ପାଉଲ ଠିଆ ହୋଇ ହସ୍ତରେ ସଙ୍କେତ କରି କହିବାକୁ ଲାଗିଲେ, ହେ ଇସ୍ରାଏଲୀୟ ଲୋକମାନେ ଓ ଈଶ୍ବର ଭୟକାରୀମାନେ, ଶ୍ରବଣ କରନ୍ତୁ।
Kwa hiyo Paulo alisimama na kuwapungia mkono; alisema, “Wanaume wa Israeli na enyi mnao mtii Mungu, sikilizeni.
17 ଏହି ଇସ୍ରାଏଲ ଜାତିର ଈଶ୍ବର ଆମ୍ଭମାନଙ୍କ ପିତୃପୁରୁଷମାନଙ୍କୁ ମନୋନୀତ କଲେ, ଆଉ ସେମାନେ ମିସର ଦେଶରେ ପ୍ରବାସ କରୁଥିବା ସମୟରେ ସେମାନଙ୍କୁ ଉନ୍ନତ କଲେ, ପୁଣି, ପରାକ୍ରମୀ ବାହୁ ଦ୍ୱାରା ସେଠାରୁ ସେମାନଙ୍କୁ କଢ଼ାଇ ଆଣିଲେ।
Mungu wa hawa watu wa Israeli aliwachagua baba zetu na kuwafanya watu wengi walipokaa katika nchi Misri, na kwa mkono wake kuinuliwa aliwaongoza nje yake.
18 ପରେ ପ୍ରାୟ ଚାଳିଶ ବର୍ଷ ପର୍ଯ୍ୟନ୍ତ ପ୍ରାନ୍ତରରେ ସେ ସେମାନଙ୍କ ବ୍ୟବହାର ସହ୍ୟ କଲେ,
Kwa miaka arobaini aliwavumilia katika jangwa.
19 ପୁଣି, କିଣାନ ଦେଶରେ ସାତଗୋଟି ଜାତିକୁ ବିନାଶ କରି ପ୍ରାୟ ଚାରିଶହ ପଚାଶ ବର୍ଷ ପର୍ଯ୍ୟନ୍ତ ସେମାନଙ୍କୁ ଆପଣା ଦେଶ ଅଧିକାରସ୍ୱରୂପେ ଦେଲେ।
Baada ya kuyaharibu mataifa saba katika nchi ya Kaanani, aliwapa watu wetu nchi yao kwa urithi.
20 ଏଥିଉତ୍ତାରେ ଭାବବାଦୀ ଶାମୁୟେଲଙ୍କ ପର୍ଯ୍ୟନ୍ତ ବିଚାରକର୍ତ୍ତାମାନଙ୍କୁ ନିଯୁକ୍ତ କଲେ।
Matukio haya yote yalitokea zaidi ya miaka mia nne na hamsini. Baada ya vitu hivi vyote, Mungu aliwapa waamuzi mpaka Samweli Nabii.
21 ତତ୍ପରେ ସେମାନେ ଜଣେ ରାଜା ପାଇବା ନିମନ୍ତେ ପ୍ରାର୍ଥନା କଲେ, ଆଉ ଈଶ୍ବର ଚାଳିଶ ବର୍ଷ ପର୍ଯ୍ୟନ୍ତ ବିନ୍ୟାମୀନ୍ ଗୋଷ୍ଠୀର କୀଶଙ୍କ ପୁତ୍ର ଶାଉଲଙ୍କୁ ସେମାନଙ୍କୁ ଦେଲେ।
Baada ya haya, watu waliomba mfalme, hivyo Mungu aliwapa Sauli mwana wa Kishi, mtu wa kabila la Benjamini, kuwa mfalme kwa miaka arobaini.
22 ପରେ ସେ ତାହାଙ୍କୁ ପଦଚ୍ୟୁତ କରି ସେମାନଙ୍କର ରାଜା ହେବା ନିମନ୍ତେ ଦାଉଦଙ୍କୁ ଉତ୍ଥାପନ କଲେ; ସେ ମଧ୍ୟ ତାହାଙ୍କ ବିଷୟରେ ସାକ୍ଷ୍ୟ ଦେଇ କହିଲେ, ଆମ୍ଭେ ଯିଶୀର ପୁତ୍ର ଦାଉଦଙ୍କୁ ପାଇଅଛୁ, ସେ ଆମ୍ଭର ମନର ମତ ବ୍ୟକ୍ତି, ସେ ସମସ୍ତ ବିଷୟରେ ଆମ୍ଭର ଇଚ୍ଛା ପାଳନ କରିବେ।
Kisha baada ya Mungu kumuondoa katika ufalme, alimwinua Daudi kuwa mfalme wao. Ilikuwa ni kuhusu Daudi kwamba Mungu alisema, 'Nimempata Daudi mwana wa Yese kuwa mtu apendezwaye na moyo wangu; ambaye atafanya kila kitu nipendacho.'
23 ତାହାଙ୍କ ବଂଶରୁ ଈଶ୍ବର ପ୍ରତିଜ୍ଞାନୁସାରେ ଇସ୍ରାଏଲ ନିମନ୍ତେ ଜଣେ ତ୍ରାଣକର୍ତ୍ତା; ଅର୍ଥାତ୍‍ ଯୀଶୁଙ୍କୁ ଉତ୍ପନ୍ନ କରିଅଛନ୍ତି।
Kutoka kwenye ukoo wa mtu huyu Mungu ameiletea Israeli mkombozi, Yesu, kama alivyoahidi kufanya.
24 ତାହାଙ୍କ ଆଗମନ ପୂର୍ବେ ଯୋହନ ସମସ୍ତ ଇସ୍ରାଏଲ ଲୋକଙ୍କ ନିକଟରେ ପ୍ରଥମରେ ମନ-ପରିବର୍ତ୍ତନର ବାପ୍ତିସ୍ମ ଘୋଷଣା କରିଥିଲେ;
Hili lilianza kutokea, kabla ya Yesu kuja, Yohana kwanza alitangaza ubatizo wa toba kwa watu wote wa Israeli.
25 ଆଉ ଯୋହନ ଆପଣାର ନିରୂପିତ କର୍ମ ସମାପ୍ତ କରୁ କରୁ କହିଲେ, ମୁଁ ଯେ ବୋଲି ତୁମ୍ଭେମାନେ ମନେ କରୁଅଛ, ମୁଁ ସେ ନୁହେଁ। କିନ୍ତୁ ଦେଖ, ମୋ ପଛରେ ଜଣେ ଆସୁଅଛନ୍ତି, ତାହାଙ୍କ ପାଦର ପାଦୁକା ଫିଟାଇବାକୁ ମୁଁ ଯୋଗ୍ୟ ନୁହେଁ।
Naye Yohana alipokuwa akimalizia kazi yake, alisema, 'Mwanifikiri mimi ni nani? mimi si yule. Lakini sikilizeni, ajaye nyuma yangu, sisitahili kulegeza viatu vya miguu yake.'
26 ହେ ଭାଇମାନେ, ଅବ୍ରହାମଙ୍କ ବଂଶର ସନ୍ତାନସନ୍ତତି ଓ ଆପଣମାନଙ୍କ ମଧ୍ୟରୁ ଈଶ୍ବର ଭୟକାରୀମାନେ, ଆମ୍ଭମାନଙ୍କ ନିକଟକୁ ଏହି ପରିତ୍ରାଣର ବାକ୍ୟ ପ୍ରେରିତ ହୋଇଅଛି।
Ndugu, watoto wa ukoo wa Abrahamu, na wale ambao kati yenu mnamwabudu Mungu, ni kwa ajili yetu kwamba ujumbe huu wa ukombozi umetumwa.
27 କାରଣ ଯିରୂଶାଲମ ନିବାସୀମାନେ ଆଉ ସେମାନଙ୍କର ଅଧ୍ୟକ୍ଷଗଣ ତାହାଙ୍କୁ ପୁଣି, ପ୍ରତି ବିଶ୍ରାମବାର ଦିନରେ ପାଠ କରାଯାଉଥିବା ଭାବବାଦୀମାନଙ୍କର ବାକ୍ୟସବୁକୁ ନ ଜାଣିବାରୁ ତାହାଙ୍କୁ ଦୋଷୀ କରି ସେ ସମସ୍ତ ସଫଳ କଲେ,
Kwa wale waishio Yerusalemu, na watawala wao, hawakumtambua kwa uhalisia, na wala hawakuutambua ujumbe wa manabii ambao husomwa kila Sabato; kwa hiyo walitimiliza ujumbe wa manabii kwa kumhukumu kifo Yesu.
28 ଆଉ ପ୍ରାଣଦଣ୍ଡର କୌଣସି କାରଣ ନ ପାଇଲେ ସୁଦ୍ଧା ତାହାଙ୍କୁ ବଧ କରିବା ନିମନ୍ତେ ପୀଲାତଙ୍କୁ ନିବେଦନ କଲେ।
Japokuwa hawakupata sababu nzuri kwa kifo ndani yake, walimwomba Pilato amuue.
29 ପୁଣି, ତାହାଙ୍କ ବିଷୟରେ ଯାହାସବୁ ଲେଖାଅଛି, ସେ ସମସ୍ତ ପୂର୍ଣ୍ଣ କଲା ଉତ୍ତାରେ ତାହାଙ୍କୁ କ୍ରୁଶରୁ ଓହ୍ଲାଇ ଆଣି ସମାଧିରେ ରଖିଦେଲେ।
Walipomaliza mambo yote yaliyoandikwa kuhusu yeye, walimshusha kutoka mtini na kumlaza kaburini.
30 କିନ୍ତୁ ଈଶ୍ବର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଲେ,
Lakini Mungu alimfufua kutoka wafu.
31 ପୁଣି, ଯେଉଁମାନେ ତାହାଙ୍କ ସହିତ ଗାଲିଲୀରୁ ଯିରୂଶାଲମ ସହରକୁ ଆସିଥିଲେ, ସେମାନେ ଅନେକ ଦିନ ପର୍ଯ୍ୟନ୍ତ ତାହାଙ୍କ ଦର୍ଶନ ପାଇଲେ; ସେମାନେ ବର୍ତ୍ତମାନ ଲୋକମାନଙ୍କ ନିକଟରେ ତାହାଙ୍କର ସାକ୍ଷୀ।
Alionekana kwa siku nyingi kwa wale waliokwenda pamoja naye kutoka Galilaya kuelekea Yerusalemu. Watu hawa sasa ni mashahidi wa watu.
32 ଆଉ ପିତୃ-ପୁରୁଷମାନଙ୍କ ନିକଟରେ କୃତ ପ୍ରତିଜ୍ଞା ବିଷୟରେ ଆମ୍ଭେମାନେ ଆପଣମାନଙ୍କୁ ଏହି ସୁସମାଚାର ଜଣାଉଅଛୁ ଯେ,
Hivyo tunawaletea habari njema kuhusu ahadi walizopewa mababu zetu.
33 ଈଶ୍ବର ଯୀଶୁଙ୍କୁ ଉତ୍ଥାପନ କରି ସେମାନଙ୍କର ସନ୍ତାନ ଯେ ଆମ୍ଭେମାନେ, ଆମ୍ଭମାନଙ୍କ ପ୍ରତି ସେହି ପ୍ରତିଜ୍ଞା ସଫଳ କରିଅଛନ୍ତି, ଯେପରି ଦ୍ବିତୀୟ ଗୀତସଂହିତାରେ ମଧ୍ୟ ଲେଖାଅଛି, “ତୁମ୍ଭେ ଆମ୍ଭର ପୁତ୍ର, ଆଜି ଆମ୍ଭେ ତୁମ୍ଭକୁ ଜନ୍ମ ଦେଲୁ।”
Mungu aliweka ahadi hizi kwetu, watoto wao, katika hilo alimfufua Yesu na kumrudisha tena katika uhai. Hili pia liliandikwa katika Zaburi ya pili: 'Wewe ni Mwanangu, leo nimekuwa Baba yako'
34 ସେ ଯେ ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି; ପୁଣି, ସେ ଯେ ଆଉ କ୍ଷୟସ୍ଥାନକୁ ଫେରିବେ ନାହିଁ, ଏହି ବିଷୟରେ ସେ ଏହି ପ୍ରକାର କହିଅଛନ୍ତି, “‘ଆମ୍ଭେ ଦାଉଦଙ୍କ ନିକଟରେ ପ୍ରତିଜ୍ଞାତ ପବିତ୍ର ଓ ଅଟଳ ଆଶୀର୍ବାଦ ସବୁ ତୁମ୍ଭମାନଙ୍କୁ ପ୍ରଦାନ କରିବା।’
Pia kuhusu ukweli ni kwamba alimfufua kutoka wafu ili kwamba mwili wake usiharibike, ameongea hivi: 'Nitakupatia utakatifu na baraka halisi za Daudi'
35 ପୁଣି, ସେ ମଧ୍ୟ ଆଉ ଗୋଟିଏ ଗୀତସଂହିତାରେ କହିଅଛନ୍ତି, ‘ତୁମ୍ଭେ ଆପଣା ପବିତ୍ର ଜଣକୁ କ୍ଷୟ ପାଇବାକୁ ଦେବ ନାହିଁ।’”
Hii ndiyo sababu kasema pia katika zaburi nyingine, 'Hautaruhusu mtakatifu wako kuuona uozo.'
36 ଦାଉଦ ତ ଆପଣା ସମକାଳୀନ ଲୋକମାନଙ୍କ ମଧ୍ୟରେ ଈଶ୍ବରଙ୍କର ସଙ୍କଳ୍ପ ଅନୁସାରେ ସେବକର କାର୍ଯ୍ୟ କଲା ଉତ୍ତାରେ ମହାନିଦ୍ରାପ୍ରାପ୍ତ ହେଲେ ଏବଂ ଆପଣା ପିତୃ-ପୁରୁଷମାନଙ୍କ ନିକଟରେ ସମାଧିସ୍ଥ ହୋଇ କ୍ଷୟ ପାଇଲେ;
Kwa kuwa baada ya Daudi kutumikia mapenzi ya Mungu katika kizazi chake, alilala, alilazwa pamoja na baba zake, na aliuona uaharibifu,
37 କିନ୍ତୁ ଯାହାଙ୍କୁ ଈଶ୍ବର ଉଠାଇଅଛନ୍ତି, ସେ କ୍ଷୟ ପାଇ ନାହାନ୍ତି।
Lakini aliyefufuliwa na Mungu hakuuona uharibifu.
38 ଅତଏବ, ହେ ଭାଇମାନେ, ଆପଣମାନେ ଏହା ଅବଗତ ହେଉନ୍ତୁ, ଏହି ବ୍ୟକ୍ତିଙ୍କ ଦ୍ୱାରା ଆପଣମାନଙ୍କ ନିକଟରେ ପାପ କ୍ଷମା ପ୍ରଚାର କରାଯାଉଅଛି,
Hivyo na ifahamike kwenu, ndugu, kupitia mtu huyu, msamaha wa dhambi umehubiriwa.
39 ପୁଣି, ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ଯେ ସମସ୍ତ ବିଷୟରୁ ଆପଣମାନେ ମୁକ୍ତ ହୋଇ ଧାର୍ମିକ ଗଣିତ ହୋଇପାରିଲେ ନାହିଁ, ବିଶ୍ୱାସକାରୀ ପ୍ରତ୍ୟେକ ଲୋକ ତାହାଙ୍କ ଦ୍ୱାରା ସେହି ସମସ୍ତ ବିଷୟରୁ ମୁକ୍ତ ହୋଇ ଧାର୍ମିକ ଗଣିତ ହୁଅନ୍ତି।
Kwa yeye kila aaminiye anahesabiwa haki na mambo yote ambayo sheria ya Musa isingewapatia haki.
40 ତେଣୁ ସାବଧାନ, କାଳେ ଭାବବାଦୀମାନଙ୍କ ଶାସ୍ତ୍ରରେ ଯାହା କୁହାଯାଇଅଛି, ତାହା ଯେପରି ଆପଣମାନଙ୍କ ପ୍ରତି ନ ଘଟେ,
Hivyo basi kuweni waangalifu kwamba kitu walichokiongelea manabii kisitokee kwenu:
41 “‘ହେ ଅବଜ୍ଞାକାରୀମାନେ, ତୁମ୍ଭେମାନେ ଦେଖି ପୁଣି, ଚମତ୍କୃତ ହୋଇ ବିନଷ୍ଟ ହୁଅ; ଯେଣୁ ଆମ୍ଭେ ତୁମ୍ଭମାନଙ୍କ ସମୟରେ ଗୋଟିଏ କାର୍ଯ୍ୟ ସାଧନ କରୁଅଛୁ, ଯଦି କେହି ସେହି କାର୍ଯ୍ୟ ତୁମ୍ଭମାନଙ୍କ ନିକଟରେ ବର୍ଣ୍ଣନା କରେ, ତେବେ ତୁମ୍ଭେମାନେ କୌଣସି ପ୍ରକାରେ ତାହା ବିଶ୍ୱାସ କରିବ ନାହିଁ।’”
'Tazama, enyi mnaodharau, na mkashangae na mkaangamie; kwa vile nafanya kazi katika siku zenu, Kazi ambayo hamwezi kuiamini, hata kama mtu atawaeleza.”
42 ସେମାନେ ବାହାରିଯାଉଥିବା ସମୟରେ, ଯେପରି ପରବର୍ତ୍ତୀ ବିଶ୍ରାମବାର ଦିନରେ ସେହିସବୁ କଥା ସେମାନଙ୍କୁ କୁହାଯାଏ, ଏଥିପାଇଁ ସେମାନେ ବିନତି କରିବାକୁ ଲାଗିଲେ।
Wakati Paulo na Barnaba walipoondoka, watu wakawaomba waongee maneno haya siku ya Sabato ijayo.
43 ସଭା ସମାପ୍ତ ହେଲା ଉତ୍ତାରେ ଯିହୁଦୀ ଓ ଯିହୁଦୀମତାବଲମ୍ବୀ ଅଣଯିହୁଦୀମାନଙ୍କ ମଧ୍ୟରୁ ଅନେକେ ପାଉଲ ଓ ବର୍ଣ୍ଣବ୍ବାଙ୍କ ପଛେ ପଛେ ଗଲେ; ସେମାନେ ସେମାନଙ୍କ ସହିତ କଥାବାର୍ତ୍ତା କରି ଈଶ୍ବରଙ୍କ ଅନୁଗ୍ରହରେ ସ୍ଥିର ହୋଇ ରହିବାକୁ ସେମାନଙ୍କୁ ପ୍ରବର୍ତ୍ତାଇଲେ।
Wakati mkutano wa sinagogi ulipokwisha, Wayahudi wengi na waongofu thabiti waliwafuata Paulo na Barnaba, ambao waliongea nao na waliwahimiza waendelee katika neema ya Mungu.
44 ପୁଣି, ପରବର୍ତ୍ତୀ ବିଶ୍ରାମବାର ଦିନରେ ପ୍ରାୟ ସମସ୍ତ ନଗରବାସୀ ଈଶ୍ବରଙ୍କ ବାକ୍ୟ ଶୁଣିବା ନିମନ୍ତେ ଏକତ୍ରିତ ହେଲେ।
Sabato iliyofuata, karibu mji mzima ulikusanyika kusikia neno la Mungu.
45 କିନ୍ତୁ ଯିହୁଦୀମାନେ ଲୋକସମୂହଙ୍କୁ ଦେଖି ଈର୍ଷାରେ ପୂର୍ଣ୍ଣ ହେଲେ, ପୁଣି, ନିନ୍ଦା କରୁ କରୁ ପାଉଲଙ୍କ କଥାରେ ପ୍ରତିବାଦ କରିବାକୁ ଲାଗିଲେ।
Wayahudi walipoona makutano, walijawa na wivu na kuongea maneno yaliyopinga vitu vilivyosemwa na Paulo na walimtukana.
46 ସେଥିରେ ପାଉଲ ଓ ବର୍ଣ୍ଣବ୍ବା ସାହସପୂର୍ବକ କହିଲେ, ପ୍ରଥମରେ ଆପଣମାନଙ୍କ ନିକଟରେ ଈଶ୍ବରଙ୍କ ବାକ୍ୟ କୁହାଯିବା ଆବଶ୍ୟକ ଥିଲା; ଆପଣମାନେ ତାହା ଅଗ୍ରାହ୍ୟ କରି ଆପଣା ଆପଣାକୁ ଅନନ୍ତ ଜୀବନର ଅଯୋଗ୍ୟ ବୋଲି ବିଚାର କରୁଥିବାରୁ, ଦେଖନ୍ତୁ, ଆମ୍ଭେମାନେ ଅଣଯିହୁଦୀମାନଙ୍କ ନିକଟକୁ ଯାଉଅଛୁ, (aiōnios g166)
Lakini Paulo na Barnaba waliongea kwa ujasiri na kusema, “Ilikuwa ni muhimu kwamba neno la Mungu liongelewe kwanza kwenu. Kwa kuwa mnalisukumia mbali kutoka kwenu nakujiona kuwa hamkusitahili uzima wa milele, angalieni tutawageukia Mataifa. (aiōnios g166)
47 କାରଣ ପ୍ରଭୁ ଆମ୍ଭମାନଙ୍କୁ ଏହି ପ୍ରକାର ଆଜ୍ଞା ଦେଇଅଛନ୍ତି, “‘ଆମ୍ଭେ ତୁମ୍ଭକୁ ଅଣଯିହୁଦୀମାନଙ୍କ ନିମନ୍ତେ ଆଲୋକସ୍ୱରୂପେ ସ୍ଥାପନ କରିଅଛୁ, ଯେପରି ତୁମ୍ଭେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ପରିତ୍ରାଣ ଆଣିବ।’”
Kama ambavyo Bwana ametuamuru, akisema, 'Nimewaweka ninyi kama nuru kwa watu wa mataifa, kwamba mlete wokovu kwa pande zote za dunia.”
48 ଅଣଯିହୁଦୀମାନେ ଏହା ଶୁଣି ଆନନ୍ଦିତ ହେଲେ ଆଉ ଈଶ୍ବରଙ୍କ ବାକ୍ୟର ଗୌରବ କରିବାକୁ ଲାଗିଲେ, ପୁଣି, ଯେତେ ଲୋକ ଅନନ୍ତ ଜୀବନ ନିମନ୍ତେ ନିରୂପିତ ହୋଇଥିଲେ, ସେମାନେ ବିଶ୍ୱାସ କଲେ, (aiōnios g166)
Mataifa waliposikia hili, walifurahi na kulisifu neno la Bwana. Wengi waliochaguliwa kwa uzima wa milele waliamini. (aiōnios g166)
49 ଆଉ ସମୁଦାୟ ଅଞ୍ଚଳରେ ପ୍ରଭୁଙ୍କର ବାକ୍ୟ ବ୍ୟାପିଗଲା।
Neno la Bwana lilienea nchi yote.
50 କିନ୍ତୁ ଯିହୁଦୀମତାବଲମ୍ବୀ ଅଣଯିହୁଦୀ ପ୍ରମୁଖ ମହିଳାମାନଙ୍କୁ ଓ ନଗରର ପ୍ରଧାନ ପ୍ରଧାନ ବ୍ୟକ୍ତିଙ୍କୁ ଯିହୁଦୀମାନେ ଉତ୍ତେଜିତ କଲେ, ପୁଣି, ପାଉଲ ଓ ବର୍ଣ୍ଣବ୍ବାଙ୍କ ପ୍ରତି ତାଡ଼ନା ଘଟାଇ ଆପଣାମାନଙ୍କ ସୀମାରୁ ସେମାନଙ୍କୁ ବାହାର କରିଦେଲେ।
Lakini wayahudi waliwasihi waliojitoa na wanawake muhimu, pia na viongozi wa mji. Haya yalichochea mateso dhidi ya Paulo na Barnaba na waliwatupa nje ya mipaka ya mji.
51 ସେଥିରେ ସେମାନେ ଆପଣା ଆପଣା ପାଦର ଧୂଳି ସେମାନଙ୍କ ବିରୁଦ୍ଧରେ ଝାଡ଼ିଦେଇ ଇକନୀୟ ସହରକୁ ଗଲେ,
Lakini Paulo na Barnaba walikung'uta vumbi ya miguu yao. Kisha walienda kwenye mji wa Ikonia.
52 ଆଉ ଶିଷ୍ୟମାନେ ଆନନ୍ଦରେ ଓ ପବିତ୍ର ଆତ୍ମାରେ ପୂର୍ଣ୍ଣ ହେବାକୁ ଲାଗିଲେ।
Na wanafunzi walijawa na furaha pamoja na Roho mtakatifu.

< ପ୍ରେରିତ 13 >