< ପ୍ରେରିତ 27 >

1 ଯେତେବେଳେ ଆମ୍ଭମାନଙ୍କର ଜାହାଜରେ ଚଢ଼ି ଇତାଲିଆକୁ ଯିବା ନିମନ୍ତେ ସ୍ଥିର ହୋଇଥିଲା, ସେତେବେଳେ ପାଉଲ ଓ ଅନ୍ୟ କେତେକ ବନ୍ଦୀ ଆଗସ୍ତିୟ ରାଜକୀୟ ସୈନ୍ୟଦଳର ଯୂଲିଅସ୍ ନାମକ ଜଣେ ଶତ-ସେନାପତିଙ୍କ ହସ୍ତରେ ସମର୍ପିତ ହେଲେ।
As it was decided that we were to sail to Italy, Paul and some other prisoners were put in charge of a centurion of the Augustan Guard, named Julius.
2 ସେଥିରେ ଏସିଆ ପ୍ରଦେଶର ଉପକୂଳରେ ବିଭିନ୍ନ ସ୍ଥାନକୁ ଯିବା ନିମନ୍ତେ ଉଦ୍ୟତ ଗୋଟିଏ ଆଦ୍ରାମୁତ୍ତୀୟ ଜାହାଜରେ ଆମ୍ଭେମାନେ ଚଢ଼ି ଜାହାଜ ଫିଟାଇଦେଲୁ; ଆଉ ଥେସଲନୀକୀ ସହରରେ ମାକିଦନିଆ ନଗରରୁ ଆରିସ୍ତାର୍ଖ ନାମକ ଜଣେ ବ୍ୟକ୍ତି ଆମ୍ଭମାନଙ୍କ ସାଙ୍ଗରେ ଥିଲେ।
We went on board a ship from Adramyttium, which was on the point of sailing to the ports along the coast of Roman Asia, and put to sea. Aristarchus, a Macedonian from Thessalonica, went with us.
3 ପରଦିନ ଆମ୍ଭେମାନେ ସୀଦୋନରେ ପହଞ୍ଚିଲୁ, ଆଉ ଯୂଲିଅସ୍ ପାଉଲଙ୍କ ପ୍ରତି ସଦୟ ବ୍ୟବହାର କରି ଆପଣା ମିତ୍ରମାନଙ୍କ ପାଖକୁ ଯାଇ ସେବା ପାଇବା ନିମନ୍ତେ ଅନୁମତି ଦେଲେ।
The next day we put in to Sidon, where Julius treated Paul in a friendly manner, and allowed him to go to see his friends and receive their hospitality.
4 ସେହି ସ୍ଥାନରୁ ଜାହାଜ ଫିଟାଇ ପ୍ରତିକୂଳ ପବନ ହେତୁ ଆମ୍ଭେମାନେ ସାଇପ୍ରସ୍ ଦ୍ୱୀପର ଆଶ୍ରୟସ୍ଥଳୀ ଦେଇ ଯାତ୍ରା କରି,
Putting to sea again, we sailed under the lee of Cyprus, because the wind was against us;
5 କିଲିକିୟା ଓ ପଂଫୂଲିଆ ଅଞ୍ଚଳ ସମ୍ମୁଖସ୍ଥ ସମୁଦ୍ର ପାର ହୋଇ ଲୁକିଆ ପ୍ରଦେଶର ମୁରା ସହରକୁ ଆସିଲୁ।
and, after crossing the sea of Cilicia and Pamphylia, we reached Myra in Lycia.
6 ସେଠାରେ ଶତ-ସେନାପତି ଇତାଲିଆକୁ ଯାଉଥିବା ଗୋଟିଏ ଆଲେକ୍‍ଜାଣ୍ଡ୍ରୀୟ ଜାହାଜ ପାଇ ସେଥିରେ ଆମ୍ଭମାନଙ୍କୁ ଚଢ଼ାଇଦେଲେ।
There the Roman officer found an Alexandrian ship on her way to Italy, and put us on board of her.
7 ପରେ ଅନେକ ଦିନ ପର୍ଯ୍ୟନ୍ତ ଧିରେ ଧିରେ ଯାଇ କଷ୍ଟରେ କ୍ନିଦ ସହରର ସମ୍ମୁଖରେ ଉପସ୍ଥିତ ହୋଇ ପବନ ଆମ୍ଭମାନଙ୍କୁ ଆଗକୁ ଯିବାକୁ ଛାଡ଼ି ନ ଦେବାରୁ ସାଲ୍ମୋନୀର ବିପରୀତ, କ୍ରୀତୀ ଦ୍ୱୀପର ଆଶ୍ରୟସ୍ଥଳୀ ଦେଇ ଯାତ୍ରା କଲୁ,
For several days our progress was slow, and it was only with difficulty that we arrived off Cnidus. As the wind was still unfavourable when we came off Cape Salmone, we sailed under the lee of Crete,
8 ପୁଣି, କଷ୍ଟରେ କୂଳେ କୂଳେ ଯାଇ “ସୁନ୍ଦର ବନ୍ଦର” ନାମକ ଗୋଟିଏ ସ୍ଥାନକୁ ଆସିଲୁ; ଲାସାୟା ସହର ସେଥିର ନିକଟବର୍ତ୍ତୀ।
and with difficulty, by keeping close in shore, we reached a place called “Fair Havens,” near which was the town of Lasea.
9 ଏହି ପ୍ରକାରେ ଅନେକ ସମୟ ଅତିବାହିତ ହେଲା, ପୁଣି, ଜଳଯାତ୍ରା ବର୍ତ୍ତମାନ ବିପଦଜନକ ହୋଇ ପଡ଼ିଲା, କାରଣ ସେତେବେଳେ ଉପବାସ ପର୍ବ ସମାପ୍ତ ହୋଇଥିଲା। ଏଣୁ ପାଉଲ ସେମାନଙ୍କୁ ସତର୍କ କରାଇ କହିଲେ,
This had taken a considerable time, and sailing was already dangerous, for the Fast was already over; and so Paul gave this warning.
10 ମହାଶୟମାନେ ଏହି ଜଳଯାତ୍ରା ଯେ କେବଳ ମାଲ ଓ ଜାହାଜର ଅନିଷ୍ଟ ହେବ, ତାହା ନୁହେଁ, ମାତ୍ର ଆମ୍ଭମାନଙ୍କ ପ୍ରାଣର ମଧ୍ୟ ଯେ ଅନିଷ୍ଟ ଓ କ୍ଷତିକାରକ ହେବ, ଏହା ମୁଁ ଜାଣୁଅଛି।
‘My friends,’ he said, ‘I see that this voyage will be attended with injury and much damage, not only to the cargo and the ship, but to our own lives also.’
11 କିନ୍ତୁ ଶତ-ସେନାପତି ପାଉଲଙ୍କ କଥା ଅପେକ୍ଷା ଜାହାଜର ଚାଳକ ଓ ଅଧିକାରୀଙ୍କ କଥାରେ ଅଧିକ ମନୋଯୋଗ କଲେ।
The Roman officer, however, was more influenced by the captain and the owner than by what was said by Paul.
12 ଆଉ ସେହି ବନ୍ଦରଟି ଶୀତକାଳ କଟାଇବା ନିମନ୍ତେ ସୁବିଧାଜନକ ନ ଥିବାରୁ କୌଣସି ପ୍ରକାରେ ଫୈନିକ୍ସ୍ ସହରରେ ପହଞ୍ଚି ସେଠାରେ ଶୀତକାଳ କଟାଇବା ନିମନ୍ତେ ସେଠାରୁ ଜାହାଜ ଛାଡ଼ିଦେବାକୁ ଅଧିକାଂଶ ଲୋକ ପରାମର୍ଶ ଦେଲେ; ସେହି ଫୈନିକ୍ସ୍ କ୍ରୀତୀର ଗୋଟିଏ ବନ୍ଦର, ତାହା ଉତ୍ତରପୂର୍ବ ଓ ଦକ୍ଷିଣ-ପୂର୍ବ ଅଭିମୁଖୀ।
And, as the harbour was not a suitable one to winter in, the majority were in favour of continuing the voyage, in hope of being able to reach Phoenix, and winter there. Phoenix was a Cretan harbour, open to the north-east and south-east.
13 ପରେ ଦକ୍ଷିଣା ପବନ ଧୀରେ ଧୀରେ ବହିବାରୁ ସେମାନେ ନିଜ ନିଜର ଉଦ୍ଦେଶ୍ୟ ସଫଳ ହେଲା ବୋଲି ମନେ କରି ଲଙ୍ଗର ତୋଳି କ୍ରୀତୀର କୂଳର ଅତି ନିକଟ ଦେଇ ଯିବାକୁ ଲାଗିଲେ।
So, when a light wind sprang up from the south, thinking that they had found their opportunity, they weighed anchor and kept along the coast of Crete, close in shore.
14 କିନ୍ତୁ ଅଳ୍ପ ସମୟ ଉତ୍ତାରେ, ଯାହାକୁ ଇଉରକ୍ୱିଲୋ ବୋଲି କହନ୍ତି, ସେହି ପ୍ରଚଣ୍ଡ ପବନ କୂଳରୁ ବହି ଆଘାତ କରିବାକୁ ଲାଗିଲା।
But shortly afterwards a hurricane came down on us off the land – a north-easter, as it is called.
15 ଜାହାଜଟି ତୋଫାନରେ ପଡ଼ି ପବନର ସମ୍ମୁଖୀନ ହୋଇ ନ ପାରିବାରୁ ଆମ୍ଭେମାନେ ତାହାକୁ ଭାସିଯିବାକୁ ଛାଡ଼ିଦେଲୁ।
The ship was caught by it and was unable to keep her head to the wind, so we had to give way and let her drive before it.
16 ପୁଣି, କାଉଦ ନାମକ ଗୋଟିଏ କ୍ଷୁଦ୍ର ଦ୍ୱୀପର ଆଶ୍ରୟସ୍ଥଳୀରେ ଯାଇ କଷ୍ଟରେ ଜାହାଜର ନୌକାଖଣ୍ଡିକ ଧରି ରକ୍ଷା କରିବାକୁ ସକ୍ଷମ ହେଲୁ,
Running under the lee of a small island called Cauda, we only just managed to secure the ship’s boat,
17 ଆଉ ସେମାନେ ତାହାକୁ ଉଠାଇନେଲା ଉତ୍ତାରେ ନାନା ଉପାୟରେ ଜାହାଜକୁ ତଳୁ ଘେରିଦେଇ ବାନ୍ଧିଲେ, ପୁଣି, କାଳେ ସେମାନେ ସୁର୍ତ୍ତି ନାମକ ଚଡ଼ାରେ ଲାଗିଯିବେ, ଏହି ଭୟରେ ପାଲସବୁ ପକାଇଦେଇ ଭାସିବାକୁ ଲାଗିଲେ।
and, after hoisting it on board, the men frapped the ship. But, afraid of being driven on to the Syrtis Sands, they lowered the yard, and then drifted.
18 ତୋଫାନରେ ଆମ୍ଭମାନଙ୍କର ଅତିଶୟ କଷ୍ଟ ହେବାରୁ ତହିଁ ଆରଦିନ ନାବିକମାନେ ମାଲ ଫୋପାଡ଼ିବାକୁ ଲାଗିଲେ,
So violently were we tossed about by the storm, that the next day they began throwing the cargo overboard,
19 ପୁଣି, ତୃତୀୟ ଦିନରେ ନିଜ ହାତରେ ଜାହାଜର ସରଞ୍ଜାମସବୁ ଫୋପାଡ଼ିଦେଲେ।
and, on the following day, threw out the ship’s tackle with their own hands.
20 ଅନେକ ଦିନ ପର୍ଯ୍ୟନ୍ତ ସୂର୍ଯ୍ୟ କି ନକ୍ଷତ୍ର ଦେଖା ନ ଯିବାରୁ, ପୁଣି, ଭୀଷଣ ଝଡ଼ ଲାଗିରହିବାରୁ ଶେଷରେ ଆମ୍ଭମାନଙ୍କ ରକ୍ଷା ପାଇବାର ସମସ୍ତ ଆଶା ଦୂର ହେଲା।
As neither sun nor stars were visible for several days, and, as the gale still continued severe, all hope of our being saved was at last abandoned.
21 ଆଉ, ସମସ୍ତେ ଅନେକ ଦିନ ପର୍ଯ୍ୟନ୍ତ ଅନାହାରରେ ରହିଲା ପରେ ପାଉଲ ସେମାନଙ୍କ ମଧ୍ୟରେ ଠିଆ ହୋଇ କହିଲେ, ମହାଶୟମାନେ, ମୋହର କଥା ମାନି କ୍ରୀତୀରୁ ଜାହାଜ ନ ଫିଟାଇବା, ପୁଣି, ଏହି ଅନିଷ୍ଟ ଓ କ୍ଷତି ନିବାରଣ କରିବା ଆପଣମାନଙ୍କର ଉଚିତ୍ ଥିଲା।
It was then, when they had gone a long time without food, that Paul came forward, and said, ‘My friends, you should have listened to me, and not have sailed from Crete and so incurred this injury and damage.
22 ଯାହା ହେଉ, ଏବେ ମୁଁ ଆପଣମାନଙ୍କୁ କହୁଅଛି, ସାହସ ଧରନ୍ତୁ, କାରଣ ଆପଣମାନଙ୍କ ମଧ୍ୟରେ କାହାର ପ୍ରାଣନାଶ ହେବ ନାହିଁ, କେବଳ ଜାହାଜ ନଷ୍ଟ ହେବ।
Yet, even as things are, I beg you not to lose courage, for there will not be a single life lost among you – only the ship.
23 ଯେଣୁ ମୁଁ ଯେଉଁ ଈଶ୍ବରଙ୍କର ଲୋକ, ପୁଣି, ଯାହାଙ୍କର ମଧ୍ୟ ମୁଁ ସେବା କରେ, ତାହାଙ୍କର ଜଣେ ଦୂତ ଏହି ରାତ୍ରିରେ ମୋ ପାଖରେ ଠିଆ ହୋଇ କହିଲେ,
For last night an angel of the God to whom I belong, and whom I serve, stood by me, and said –
24 ପାଉଲ, ଭୟ କର ନାହିଁ; କାଇସରଙ୍କର ସମ୍ମୁଖରେ ତୁମ୍ଭକୁ ଠିଆ ହେବାକୁ ହେବ, ଆଉ ଦେଖ, ତୁମ୍ଭର ସହଯାତ୍ରୀ ସମସ୍ତଙ୍କୁ ଈଶ୍ବର ତୁମ୍ଭକୁ ଦାନ କରିଅଛନ୍ତି।
“Have no fear, Paul; you must appear before the Emperor, and God himself has given you the lives of all your fellow voyagers.”
25 ଅତଏବ, ମହାଶୟମାନେ, ସାହସ ଧରନ୍ତୁ, କାରଣ ଈଶ୍ବରଙ୍କଠାରେ ମୋହର ବିଶ୍ୱାସ ଅଛି ଯେ, ମୋତେ ଯେପରି କୁହା ହୋଇଅଛି, ଠିକ୍ ସେହିପରି ଘଟିବ।
Therefore, courage, my friends! For I believe God, that everything will happen exactly as I have been told.
26 କିନ୍ତୁ ଆମ୍ଭମାନଙ୍କୁ କୌଣସି ଗୋଟିଏ ଦ୍ୱୀପରେ ଯାଇ ପଡ଼ିବାକୁ ହେବ।
We will, however, have to be driven on some island.’
27 ଏହି ରୂପେ ଆମ୍ଭେମାନେ ଆଦ୍ରିଆ ସମୁଦ୍ରରେ ଇତଃସ୍ତତଃ ଚାଳିତ ହେଉ ହେଉ ଯେତେବେଳେ ଚତୁର୍ଦ୍ଦଶ ରାତ୍ରି ଉପସ୍ଥିତ ହେଲା, ସେତେବେଳେ ପ୍ରାୟ ଅର୍ଦ୍ଧରାତ୍ରି ସମୟରେ ନାବିକମାନେ କୌଣସି ସ୍ଥଳର ନିକଟବର୍ତ୍ତୀ ହେଉଛନ୍ତି ବୋଲି ଅନୁମାନ କଲେ।
It was now the fourteenth night of the storm, and we were drifting about in the Adriatic Sea, when, about midnight, the sailors began to suspect that they were drawing near land.
28 ଏଣୁ ସେମାନେ ମାପ କରି ଶହେ କୋଡ଼ିଏ ଫୁଟ ଗଭୀରର ପାଣି ପାଇଲେ ପୁଣି ଟିକିଏ ଆଗକୁ ଯାଇ ଆଉ ଥରେ ମାପ କରି ନବେ ଫୁଟ ଗଭୀରର ପାଣି ପାଇଲେ।
So they took soundings, and found twenty fathoms of water. After waiting a little, they took soundings again, and found fifteen fathoms.
29 କାଳେ ଆମ୍ଭେମାନେ କୌଣସି ପଥୁରିଆ ଭୂମିରେ ଯାଇ ପଡ଼ୁ, ଏହି ଭୟରେ ସେମାନେ ଚାରିଟା ଲଙ୍ଗର ପକାଇଦେଇ ଦିନ ଅପେକ୍ଷାରେ ରହିଲେ।
Then, as they were afraid of our being driven on some rocky coast, they let go four anchors from the stern, and longed for daylight.
30 ପୁଣି, ନାବିକମାନେ ଜାହାଜର ସମ୍ମୁଖଭାଗରୁ ଲଙ୍ଗର ପକାଇବା ଛଳରେ ନୌକାଖଣ୍ଡିକ ସମୁଦ୍ରକୁ ଓହ୍ଲାଇ ଦେଇ ଜାହାଜରୁ ପଳାଇଯିବା ନିମନ୍ତେ ଚେଷ୍ଟା କରନ୍ତେ,
The sailors wanted to leave the ship, and had lowered the boat, on pretence of running out anchors from the bows,
31 ପାଉଲ ଶତ-ସେନାପତି ଓ ସୈନ୍ୟମାନଙ୍କୁ କହିଲେ, ଏମାନେ ଜାହାଜରେ ନ ରହିଲେ ଆପଣମାନେ ରକ୍ଷା ପାଇ ପାରିବେ ନାହିଁ।
when Paul said to the Roman officer and his men, ‘Unless the sailors remain on board, you cannot be saved.’
32 ସେଥିରେ ସୈନ୍ୟମାନେ ନୌକାର ଦଉଡିସବୁ କାଟିଦେଇ ତାହାକୁ ଜଳରେ ପକାଇଦେଲେ।
So the soldiers cut the ropes which held the boat, and let her drift away.
33 ଆଉ, ଦିନ ହୋଇ ଆସୁଥିବା ପର୍ଯ୍ୟନ୍ତ ପାଉଲ ସେମାନଙ୍କୁ କିଛି ଭୋଜନ କରିବା ନିମନ୍ତେ ଉତ୍ସାହ ଦେଇ କହିଲେ, ଆଜିକି ଚଉଦ ଦିନ ହେଲା ଆପଣମାନେ ଅପେକ୍ଷାରେ ଥାଇ କିଛି ଭୋଜନ ନ କରି ଅନାହାରରେ ରହିଅଛନ୍ତି।
In the interval before daybreak Paul kept urging them all to take something to eat. ‘It is a fortnight today,’ he said, ‘that, owing to your anxiety, you have gone without food, taking nothing.
34 ଏଣୁ କିଛି ଭୋଜନ କରିବା ନିମନ୍ତେ ମୁଁ ଆପଣମାନଙ୍କୁ ପରାମର୍ଶ ଦେଉଅଛି, କାରଣ ତାହା ଅାପଣମାନଙ୍କ ରକ୍ଷା ନିମନ୍ତେ ପ୍ରୟୋଜନ; ଯେଣୁ ଆପଣମାନଙ୍କର କାହାରି ମସ୍ତକର ଗୋଟିଏ କେଶ ନଷ୍ଟ ହେବ ନାହିଁ।
So I beg you to take something to eat; your safety depends on it, for not one of you will lose even a hair of his head.’
35 ସେ ଏହିସବୁ କଥା କହି ରୁଟି ଘେନି ସମସ୍ତଙ୍କ ସାକ୍ଷାତରେ ଈଶ୍ବରଙ୍କୁ ଧନ୍ୟବାଦ ଦେଇ ତାହା ଭାଙ୍ଗି ଭୋଜନ କରିବାକୁ ଲାଗିଲେ।
With these words he took some bread, and, after saying the thanksgiving to God before them all, broke it in pieces, and began to eat;
36 ସେଥିରେ ସେମାନେ ସମସ୍ତେ ସାହସ ପ୍ରାପ୍ତ ହୋଇ ନିଜେ ନିଜେ ମଧ୍ୟ ଭୋଜନ କଲେ।
and the men all felt cheered and had something to eat themselves.
37 ଆମ୍ଭେମାନେ ଜାହାଜରେ ସର୍ବସୁଧା ଦୁଇ ଶହ ଛଅସ୍ତରୀ ଜଣ ପ୍ରାଣୀ ଥିଲୁ।
There were about seventy-six of us on board, all told.
38 ସେମାନେ ଯଥେଷ୍ଟ ଭୋଜନ କଲା ପରେ ସମୁଦ୍ରରେ ଗହମ ପକାଇଦେଇ ଜାହାଜକୁ ହାଲୁକା କରିବାକୁ ଲାଗିଲେ,
After satisfying their hunger, they further lightened the ship by throwing the grain into the sea.
39 ଦିନ ହୁଅନ୍ତେ, ସେ ସ୍ଥଳ ସେମାନେ ଚିହ୍ନି ପାରିଲେ ନାହିଁ, ମାତ୍ର ସେମାନେ ବାଲିକୂଳ ଥିବା ଗୋଟିଏ ଖାଲ ଦେଖି କୌଣସି ପ୍ରକାରେ ସେଠାରେ ଜାହାଜ ଲଗାଇବା ନିମନ୍ତେ ପରାମର୍ଶ କଲେ।
When daylight came, they could not make out what land it was, but, observing a creek in which there was a beach, they consulted as to whether they could run the ship safely into it.
40 ଏଣୁ ସେମାନେ ଲଙ୍ଗରସବୁ କାଟି ସେଗୁଡ଼ିକ ସମୁଦ୍ରରେ ଛାଡ଼ିଦେଲେ, ଆଉ ସାଙ୍ଗେ ସାଙ୍ଗେ ମଙ୍ଗର ଦଉଡିସବୁ ଫିଟାଇ ପବନ ଆଡ଼କୁ ଆଗ ପାଲ ଉଠାଇ କୂଳ ଆଡ଼କୁ ଯିବାକୁ ଚେଷ୍ଟା କଲେ।
Then they cast off, and abandoned the anchors, and at the same time unlashed the gear of the steering oars, hoisted the foresail to the wind, and made for the beach.
41 କିନ୍ତୁ ସେମାନେ ଦୁଇ ସମୁଦ୍ର ମିଶିଥିବା ସ୍ଥାନରେ ଯାଇ ପଡ଼ନ୍ତେ, ଜାହାଜଟି ଚଡ଼ାରେ ଲାଗିଗଲା; ତାହାର ସମ୍ମୁଖଭାଗ ଲାଖିଯାଇ ଅଚଳ ହୋଇ ରହିଲା, କିନ୍ତୁ ପଛ ଭାଗ ତରଙ୍ଗର ପ୍ରଚଣ୍ଡତାରେ ଭାଙ୍ଗି ଯିବାକୁ ଲାଗିଲା।
They got, however, into a kind of channel, and there ran the ship aground. The bows stuck fast and could not be moved, while the stern began breaking up under the strain.
42 ସେତେବେଳେ କାଳେ ବନ୍ଦୀମାନଙ୍କ ମଧ୍ୟରୁ କେହି ପହଁରି ପଳାଇଯାଏ, ଏଥିପାଇଁ ସେମାନଙ୍କୁ ବଧ କରିବା ନିମନ୍ତେ ସୈନ୍ୟମାନେ ପରାମର୍ଶ କଲେ,
The advice of the soldiers was that the prisoners should be killed, so that none of them could swim away and make their escape.
43 କିନ୍ତୁ ଶତ-ସେନାପତି ପାଉଲଙ୍କୁ ରକ୍ଷା କରିବା ଇଚ୍ଛାରେ ସେମାନଙ୍କ ସଙ୍କଳ୍ପରୁ ସେମାନଙ୍କୁ କ୍ଷାନ୍ତ କରି ଆଜ୍ଞା ଦେଲେ ଯେ, ଯେଉଁମାନେ ପହଁରି ଜାଣନ୍ତି, ସେମାନେ ସମୁଦ୍ରରେ ଡେଇଁପଡ଼ି ପ୍ରଥମେ ସ୍ଥଳକୁ ଯାଆନ୍ତୁ,
But the Roman officer, anxious to save Paul, prevented their carrying out their intention, and ordered that those who could swim should be the first to jump into the sea and try to reach the shore;
44 ପୁଣି, ଅବଶିଷ୍ଟମାନଙ୍କ ମଧ୍ୟରୁ କେହି କେହି ତକ୍ତା ଓ ଆଉ କେହି କେହି ଜାହାଜର ଅନ୍ୟାନ୍ୟ ଭଙ୍ଗା ଖଣ୍ଡ ଧରି ଯାଉନ୍ତୁ। ଏହି ପ୍ରକାରେ ସମସ୍ତେ ନିରାପଦରେ ସ୍ଥଳରେ ପହଞ୍ଚିଲେ।
and that the rest should follow, some on planks, and others on different pieces of the ship. In these various ways everyone managed to get safely ashore.

< ପ୍ରେରିତ 27 >