< ପ୍ରେରିତ 4 >

1 ପିତର ଏବଂ ଯୋହନ ଲୋକମାନଙ୍କ ନିକଟରେ କଥା କହୁଥିବା ସମୟରେ ଯାଜକମାନେ, ମନ୍ଦିର ସେନାପତି ଓ ସାଦ୍ଦୂକୀମାନେ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ;
Когда они говорили к народу, к ним приступили священники и начальники стражи при храме и саддукеи,
2 ସେମାନେ ବିରକ୍ତ ହୋଇଥିଲେ, କାରଣ ପ୍ରେରିତମାନେ ଲୋକମାନଙ୍କୁ ଶିକ୍ଷା ଦେଉଥିଲେ ଓ ଯୀଶୁଙ୍କ କଥା ଧରି ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ବିଷୟ ପ୍ରଚାର କରୁଥିଲେ।
досадуя на то, что они учат народ и проповедуют в Иисусе воскресение из мертвых;
3 ପୁଣି, ସେମାନେ ଶିଷ୍ୟମାନଙ୍କୁ ଧରି ପରଦିନ ପର୍ଯ୍ୟନ୍ତ କାରାଗାରରେ ରଖିଲେ, କାରଣ ସେତେବେଳେ ସନ୍ଧ୍ୟା ହୋଇଥିଲା।
и наложили на них руки и отдали их под стражу до утра; ибо уже был вечер.
4 ତଥାପି ବାକ୍ୟ ଶୁଣିବା ଲୋକମାନଙ୍କ ମଧ୍ୟରୁ ଅନେକେ ବିଶ୍ୱାସ କଲେ, ଆଉ ପୁରୁଷମାନଙ୍କର ସଂଖ୍ୟା ପ୍ରାୟ ପାଞ୍ଚ ହଜାର ହେଲା।
Многие же из слушавших слово уверовали; и было число таковых людей около пяти тысяч.
5 ପରଦିନ ଲୋକମାନଙ୍କର ଅଧ୍ୟକ୍ଷ, ପ୍ରାଚୀନ ଓ ଶାସ୍ତ୍ରୀମାନେ ଯିରୂଶାଲମ ସହରରେ ଏକତ୍ରିତ ହେଲେ;
На другой день собрались в Иерусалим начальники их, и старейшины, и книжники,
6 ସେଠାରେ ମହାଯାଜକ ହାନାନ, କୟାଫା, ଯୋହନ, ଆଲେକ୍‌ଜାଣ୍ଡର, ପୁଣି, ମହାଯାଜକୀୟ ବଂଶର ସମସ୍ତ ଲୋକ ଉପସ୍ଥିତ ଥିଲେ।
и Анна первосвященник, и Каиафа, и Иоанн, и Александр, и прочие из рода первосвященнического;
7 ସେମାନେ ପ୍ରେରିତମାନଙ୍କୁ ମଧ୍ୟ ସ୍ଥାନରେ ଠିଆ କରାଇ ପଚାରିବାକୁ ଲାଗିଲେ, କି ଶକ୍ତିରେ ବା କେଉଁ ନାମରେ ତୁମ୍ଭେମାନେ ଏହା କରିଅଛ?
и, поставив их посреди, спрашивали: какою силою или каким именем вы сделали это?
8 ସେଥିରେ ପିତର ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ସେମାନଙ୍କୁ କହିଲେ, ହେ ଲୋକମାନଙ୍କର ଅଧ୍ୟକ୍ଷ ଓ ପ୍ରାଚୀନମାନେ,
Тогда Петр, исполнившись Духа Святаго, сказал им: начальники народа и старейшины Израильские!
9 ଆଜି ଯଦି ଜଣେ ରୋଗୀ ପ୍ରତି କରାଯାଇଥିବା ଉତ୍ତମ କାର୍ଯ୍ୟ ବିଷୟରେ ଆମ୍ଭମାନଙ୍କୁ ପଚରାଯାଏ ଯେ, ଏହି ଲୋକ କି ଉପାୟରେ ସୁସ୍ଥ ହୋଇଅଛି?
Если от нас сегодня требуют ответа в благодеянии человеку немощному, как он исцелен,
10 ତାହାହେଲେ ଆପଣମାନେ ସମସ୍ତେ ଓ ସମସ୍ତ ଇସ୍ରାଏଲ ଲୋକ ଜ୍ଞାତ ହେଉନ୍ତୁ ଯେ, ଯେଉଁ ନାଜରିତୀୟ ଯୀଶୁ ଖ୍ରୀଷ୍ଟଙ୍କୁ ଆପଣମାନେ କ୍ରୁଶରେ ବଧ କରିଅଛନ୍ତି, ଯାହାଙ୍କୁ ଈଶ୍ବର ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି, ତାହାଙ୍କ ନାମରେ, ହଁ, ତାହାଙ୍କ ଦ୍ୱାରା ଏହି ଲୋକଟି ସୁସ୍ଥ ହୋଇ ଆପଣମାନଙ୍କ ସାକ୍ଷାତରେ ଠିଆ ହୋଇଅଛି।
то да будет известно всем вам и всему народу Израильскому, что именем Иисуса Христа Назорея, Которого вы распяли, Которого Бог воскресил из мертвых, Им поставлен он перед вами здрав.
11 “‘ଗୃହ ନିର୍ମାଣକାରୀ ଯେ ଆପଣମାନେ, ଆପଣମାନଙ୍କ ଦ୍ୱାରା ଯେଉଁ ପ୍ରସ୍ତର ଅଗ୍ରାହ୍ୟ ହୋଇଥିଲା, ଯାହା କୋଣର ପ୍ରଧାନ ପ୍ରସ୍ତର ହେଲା, ସେ ସେହି ପ୍ରସ୍ତର।’
Он есть камень, пренебреженный вами зиждущими, но сделавшийся главою угла, и нет ни в ком ином спасения,
12 ତାହାଙ୍କ ଛଡ଼ା ଆଉ କାହାଠାରେ ପରିତ୍ରାଣ ନାହିଁ; କାରଣ ଯାହା ଦ୍ୱାରା ଆମ୍ଭମାନଙ୍କୁ ପରିତ୍ରାଣ ପାଇବାକୁ ହେବ, ଆକାଶ ତଳେ ମନୁଷ୍ୟମାନଙ୍କ ମଧ୍ୟରେ ଆଉ କୌଣସି ନାମ ଦିଆଯାଇ ନାହିଁ।”
ибо нет другого имени под небом, данного человекам, которым надлежало бы нам спастись.
13 ସେମାନେ ପିତର ଓ ଯୋହନଙ୍କ ସାହସ ଦେଖି ଏବଂ ସେମାନେ ଯେ ଅଶିକ୍ଷିତ ଓ ଅଜ୍ଞାନ ଲୋକ, ଏହା ବୁଝି ଆଶ୍ଚର୍ଯ୍ୟ ହେଲେ, ପୁଣି, ସେମାନେ ଯୀଶୁଙ୍କ ସାଙ୍ଗରେ ଥିଲେ ବୋଲି ସେମାନଙ୍କୁ ଚିହ୍ନିଲେ,
Видя смелость Петра и Иоанна и приметив, что они люди некнижные и простые, они удивлялись, между тем узнавали их, что они были с Иисусом;
14 ଆଉ ସେହି ସୁସ୍ଥ ହୋଇଥିବା ଲୋକଟି ସେମାନଙ୍କ ସାଙ୍ଗରେ ଠିଆ ହୋଇଥିବାର ଦେଖି, ସେମାନଙ୍କ ବିରୁଦ୍ଧରେ କିଛି କହି ପାରିଲେ ନାହିଁ।
видя же исцеленного человека, стоящего с ними, ничего не могли сказать вопреки.
15 ପରେ ସେମାନଙ୍କୁ ସଭାରୁ ବାହାରିଯିବାକୁ ଆଜ୍ଞା ଦେଇ ସେମାନେ ପରସ୍ପର ମଧ୍ୟରେ ପରାମର୍ଶ କରି କହିବାକୁ ଲାଗିଲେ ଏହି ଲୋକମାନଙ୍କ ପ୍ରତି କଅଣ କରିବା?
И, приказав им выйти вон из синедриона, рассуждали между собою,
16 କାରଣ ଏମାନଙ୍କ ଦ୍ୱାରା ଯେ, ଗୋଟିଏ ମହା ଆଶ୍ଚର୍ଯ୍ୟକର୍ମ ସାଧିତ ହୋଇଅଛି ଏହା ଯିରୂଶାଲମ ସହରନିବାସୀ ସମସ୍ତଙ୍କ ନିକଟରେ ପ୍ରକାଶିତ ହୋଇଅଛି, ଆଉ ଆମ୍ଭେମାନେ ତାହା ଅସ୍ୱୀକାର କରି ନ ପାରୁ;
говоря: что нам делать с этими людьми? Ибо всем, живущим в Иерусалиме, известно, что ими сделано явное чудо, и мы не можем отвергнуть сего;
17 କିନ୍ତୁ ଏ କଥାଟା ଯେପରି ଲୋକମାନଙ୍କ ମଧ୍ୟରେ ଆହୁରି ଅଧିକ ବ୍ୟାପି ନ ଯାଏ, ଏଥିପାଇଁ ଏହି ନାମରେ କୌଣସି ଲୋକକୁ ଆଉ କିଛି ନ କହିବାକୁ ସେମାନଙ୍କୁ ଭୟ ଦେଖାଇବା।
но, чтобы более не разгласилось это в народе, с угрозою запретим им, чтобы не говорили об сем никому из людей.
18 ପରେ ସେମାନଙ୍କୁ ଡାକି ଯୀଶୁଙ୍କ ନାମରେ ଆଦୌ କଥା ନ କହିବାକୁ ବା ଶିକ୍ଷା ନ ଦେବାକୁ ଦୃଢ଼ରୂପେ ସେମାନଙ୍କୁ ଅାଜ୍ଞା ଦେଲେ।
И, призвав их, приказали им отнюдь не говорить и не учить о имени Иисуса.
19 କିନ୍ତୁ ପିତର ଓ ଯୋହନ ସେମାନଙ୍କୁ ଉତ୍ତର ଦେଲେ, ଈଶ୍ବରଙ୍କ କଥା ଶୁଣିବା ଅପେକ୍ଷା ଆପଣମାନଙ୍କ କଥା ଶୁଣିବା ଈଶ୍ବରଙ୍କ ଦୃଷ୍ଟିରେ ଯଥାର୍ଥ କି ନା, ତାହା ଆପଣମାନେ ବିଚାର କରନ୍ତୁ
Но Петр и Иоанн сказали им в ответ: судите, справедливо ли пред Богом слушать вас более, нежели Бога?
20 କାରଣ ଆମ୍ଭେମାନେ ଯାହା ଯାହା ଦେଖିଅଛୁ ଓ ଶୁଣିଅଛୁ, ସେହିସବୁ ନ କହି ରହି ନ ପାରୁ।
Мы не можем не говорить того, что видели и слышали.
21 ସେଥିରେ ସେମାନେ ଲୋକମାନଙ୍କ ହେତୁ ସେମାନଙ୍କୁ ଦଣ୍ଡ ଦେବାର କୌଣସି ବାଟ ନ ପାଇବାରୁ ସେମାନଙ୍କୁ ଅଧିକ ଭୟ ଦେଖାଇ ଛାଡ଼ିଦେଲେ, ଯେଣୁ ଯାହା ଘଟିଥିଲା, ସେଥିନିମନ୍ତେ ଲୋକ ସମସ୍ତେ ଈଶ୍ବରଙ୍କ ମହିମା କୀର୍ତ୍ତନ କରିବାକୁ ଲାଗିଲେ,
Они же, пригрозив, отпустили их, не находя возможности наказать их, по причине народа; потому что все прославляли Бога за происшедшее.
22 କାରଣ ଯେଉଁ ଲୋକଠାରେ ସେହି ସୁସ୍ଥତାର ଆଶ୍ଚର୍ଯ୍ୟକର୍ମ କରାଯାଇଥିଲା, ତାହାର ବୟସ ଚାଳିଶ ବର୍ଷରୁ ଊର୍ଦ୍ଧ୍ୱ ଥିଲା।
Ибо лет более сорока было тому человеку, над которым сделалось сие чудо исцеления.
23 ଶିଷ୍ୟମାନେ ମୁକ୍ତ ହୋଇ ଆପଣା ସଙ୍ଗୀମାନଙ୍କ ନିକଟକୁ ଗଲେ ଏବଂ ପ୍ରଧାନ ଯାଜକ ଓ ପ୍ରାଚୀନମାନେ ସେମାନଙ୍କୁ ଯାହା ଯାହା କହିଥିଲେ, ସେହିସବୁ ଜଣାଇଲେ।
Быв отпущены, они пришли к своим и пересказали, что говорили им первосвященники и старейшины.
24 ସେମାନେ ତାହା ଶୁଣି ଏକଚିତ୍ତରେ ଈଶ୍ବରଙ୍କ ନିକଟରେ ଉଚ୍ଚସ୍ୱରରେ ପ୍ରାର୍ଥନା କରି କହିଲେ, ହେ ପ୍ରଭୁ ତୁମ୍ଭେ ଆକାଶ, ପୃଥିବୀ, ସମୁଦ୍ର ଏବଂ ସେ ସବୁ ମଧ୍ୟରେ ଥିବା ସମସ୍ତ ବିଷୟ ସୃଷ୍ଟି କରିଅଛ।
Они же, выслушав, единодушно возвысили голос к Богу и сказали: Владыко Боже, сотворивший небо, и землю, и море, и все, что в них!
25 ତୁମ୍ଭେ ଆପଣା ଦାସ ଆମ୍ଭମାନଙ୍କ ପିତା ଦାଉଦଙ୍କ ମୁଖ ଦେଇ ପବିତ୍ର ଆତ୍ମାଙ୍କ ଦ୍ୱାରା ଏହି କଥା କହିଅଛ, “‘ଅଣଯିହୁଦୀମାନେ କାହିଁକି କଳହ କଲେ, ଆଉ ଲୋକମାନେ କାହିଁକି ଅନର୍ଥକ ବିଷୟ କଳ୍ପନା କଲେ?
Ты устами отца нашего Давида, раба Твоего, сказал Духом Святым: что мятутся язычники и народы замышляют тщетное?
26 ପ୍ରଭୁଙ୍କ ବିରୁଦ୍ଧରେ ଓ ତାହାଙ୍କ ଅଭିଷିକ୍ତଙ୍କ ବିରୁଦ୍ଧରେ, ପୃଥିବୀର ରାଜାମାନେ ଠିଆ ହେଲେ, ପୁଣି, ଶାସନକର୍ତ୍ତାମାନେ ଏକତ୍ର ହେଲେ।’
Восстали цари земные, и князья собрались вместе на Господа и на Христа Его.
27 କାରଣ ତୁମ୍ଭର ଯେଉଁ ପବିତ୍ର ଦାସ ଯୀଶୁଙ୍କୁ ତୁମ୍ଭେ ଅଭିଷିକ୍ତ କଲ, ପ୍ରକୃତରେ ତାହାଙ୍କ ବିରୁଦ୍ଧରେ ହେରୋଦ ଏବଂ ପନ୍ତିୟ ପୀଲାତ ଉଭୟ ଅଣଯିହୁଦୀ ଓ ଇସ୍ରାଏଲ ଲୋକମାନଙ୍କ ସହିତ ଏହି ନଗରରେ,
Ибо поистине собрались в городе сем на Святаго Сына Твоего Иисуса, помазанного Тобою, Ирод и Понтий Пилат с язычниками и народом Израильским,
28 ତୁମ୍ଭର ସଂକଳ୍ପ ଦ୍ୱାରା ଯେ ସମସ୍ତ ବିଷୟ ଘଟିବ ବୋଲି ପୂର୍ବରୁ ନିରୂପିତ ହୋଇଥିଲା, ତାହା କରିବାକୁ ଏକତ୍ର ହେଲେ।
чтобы сделать то, чему быть предопределила рука Твоя и совет Твой.
29 ଆଉ ଏବେ, ହେ ପ୍ରଭୁ, ସେମାନଙ୍କ ତର୍ଜନଗର୍ଜନ ପ୍ରତି ଦୃଷ୍ଟିପାତ କର; ପୁଣି, ତୁମ୍ଭର ଦାସମାନଙ୍କୁ ପୂର୍ଣ୍ଣ ସାହସ ସହ ତୁମ୍ଭର ବାକ୍ୟ କହିବାକୁ ଶକ୍ତି ଦିଅ,
И ныне, Господи, воззри на угрозы их и дай рабам Твоим со всею смелостью говорить слово Твое,
30 ଆଉ ସେଥି ସଙ୍ଗେ ସଙ୍ଗେ ତୁମ୍ଭର ପବିତ୍ର ଦାସ ଯୀଶୁଙ୍କ ନାମରେ ସୁସ୍ଥ କରିବା ନିମନ୍ତେ ଏବଂ ଲକ୍ଷଣ ଓ ଅଦ୍ଭୁତ କର୍ମମାନ ସାଧନ କରିବା ପାଇଁ ତୁମ୍ଭର ହସ୍ତ ବିସ୍ତାର କର।”
тогда как Ты простираешь руку Твою на исцеления и на соделание знамений и чудес именем Святаго Сына Твоего Иисуса.
31 ସେମାନେ ପ୍ରାର୍ଥନା କଲା ଉତ୍ତାରେ, ଯେଉଁ ସ୍ଥାନରେ ଏକତ୍ର ହୋଇଥିଲେ, ତାହା କମ୍ପି ଉଠିଲା, ପୁଣି, ସମସ୍ତେ ପବିତ୍ର ଆତ୍ମାରେ ପରିପୂର୍ଣ ହୋଇ, ସାହସରେ ଈଶ୍ବରଙ୍କ ବାକ୍ୟ କହିବାକୁ ଲାଗିଲେ।
И, по молитве их, поколебалось место, где они были собраны, и исполнились все Духа Святаго, и говорили слово Божие с дерзновением.
32 ବିଶ୍ୱାସକାରୀ ଲୋକସମୂହ ଏକଚିତ୍ତ ଓ ଏକପ୍ରାଣ ଥିଲେ; ସେମାନଙ୍କ ମଧ୍ୟରୁ କେହିହେଲେ ଆପଣା ସମ୍ପତ୍ତି ମଧ୍ୟରୁ କିଛି ନିଜର ବୋଲି କହୁ ନ ଥିଲେ, କିନ୍ତୁ ସେମାନଙ୍କର ସମସ୍ତ ବିଷୟ ସାଧାରଣ ଥିଲା।
У множества же уверовавших было одно сердце и одна душа; и никто ничего из имения своего не называл своим, но все у них было общее.
33 ପ୍ରେରିତମାନେ ମହାଶକ୍ତି ସହିତ ପ୍ରଭୁ ଯୀଶୁଙ୍କ ପୁନରୁତ୍ଥାନ ବିଷୟରେ ସାକ୍ଷ୍ୟ ଦେବାକୁ ଲାଗିଲେ, ପୁଣି, ସମସ୍ତଙ୍କ ଉପରେ ମହା ଅନୁଗ୍ରହ ଥିଲା।
Апостолы же с великою силою свидетельствовали о воскресении Господа Иисуса Христа; и великая благодать была на всех их.
34 ଯେଣୁ ସେମାନଙ୍କ ମଧ୍ୟରେ କାହାରି କୌଣସି ଅଭାବ ନ ଥିଲା, କାରଣ ଯେତେ ଲୋକଙ୍କର ଭୂମି ବା ଗୃହ ଥିଲା, ସେମାନେ ତାହା ବିକ୍ରୟ କରି ବିକ୍ରୀତ ସମ୍ପତ୍ତିର ମୂଲ୍ୟ ଆଣି ପ୍ରେରିତମାନଙ୍କର ପାଦ ତଳେ ରଖୁଥିଲେ,
Не было между ними никого нуждающегося; ибо все, которые владели землями или домами, продавая их, приносили цену проданного
35 ଆଉ ପ୍ରତ୍ୟେକ ଜଣକୁ ତାହାର ଅଭାବ ଅନୁସାରେ ତାହା ବିତରଣ କରାଯାଉଥିଲା।
и полагали к ногам Апостолов; и каждому давалось, в чем кто имел нужду.
36 ପୁଣି, ଯୋଷେଫ, ସାଇପ୍ରସ୍ ଦ୍ବୀପରୁ ଲେବୀ ବଂଶଜାତ ଜଣେ ଲୋକ, ଯାହାଙ୍କୁ ପ୍ରେରିତମାନେ ବର୍ଣ୍ଣବ୍ବା ବୋଲି ଉପନାମ ଦେଇଥିଲେ (ଅର୍ଥାତ୍‍ ସାନ୍ତ୍ୱନାର ପୁତ୍ର),
Так Иосия, прозванный от Апостолов Варнавою, что значит сын утешения, левит, родом Кипрянин,
37 ତାଙ୍କର ଖଣ୍ଡେ କ୍ଷେତ୍ର ଥିଲା; ସେ ତାହା ବିକ୍ରୟ କରି ସେଥିର ଟଙ୍କା ଆଣି ପ୍ରେରିତମାନଙ୍କର ପାଦ ତଳେ ଥୋଇଲେ।
у которого была своя земля, продав ее, принес деньги и положил к ногам Апостолов.

< ପ୍ରେରିତ 4 >