< ଆମୋଷ 3 >

1 ହେ ଇସ୍ରାଏଲର ସନ୍ତାନଗଣ, ତୁମ୍ଭେମାନେ ଏହି ବାକ୍ୟ ଶୁଣ, ଏହା ସଦାପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ, ଅର୍ଥାତ୍‍, ଯେଉଁ ସମୁଦାୟ ଗୋଷ୍ଠୀକୁ ଆମ୍ଭେ ମିସର ଦେଶରୁ ବାହାର କରି ଆଣିଲୁ, ସେମାନଙ୍କ ବିରୁଦ୍ଧରେ କହିଅଛନ୍ତି,
Listen to this message, Israelites, which the Lord has spoken against you, against the whole nation that I brought out of Egypt:
2 “ପୃଥିବୀସ୍ଥ ଯାବତୀୟ ଗୋଷ୍ଠୀ ମଧ୍ୟରେ କେବଳ ତୁମ୍ଭମାନଙ୍କର ପରିଚୟ ଆମ୍ଭେ ନେଇଅଛୁ; ଏଥିପାଇଁ ତୁମ୍ଭମାନଙ୍କର ସକଳ ଅଧର୍ମର ପ୍ରତିଫଳ ଆମ୍ଭେ ତୁମ୍ଭମାନଙ୍କୁ ଦେବା।
You alone have I cared for of all the nations of the world, this is why I will punish you for your crimes.
3 ଏକ ପରାମର୍ଶ ନ ହେଲେ କି ଦୁଇ ଜଣ ଏକତ୍ର ଗମନ କରିବେ?
Do two walk together unless they agreed to meet?
4 ଶିକାର ନ ପାଇଲେ କି ସିଂହ ବନ ମଧ୍ୟରେ ଗର୍ଜ୍ଜନ କରିବ? କୌଣସି ପଶୁ ନ ଧରିଲେ କି ଯୁବା ସିଂହ ଆପଣା ଗର୍ତ୍ତରେ ହୁଙ୍କାର କରିବ?
Does a lion roar in the forest when there is no prey for him? Does a young lion cry out in his den unless he has caught something?
5 ଫାନ୍ଦ ନ ପାତିଲେ କି ପକ୍ଷୀ ଜାଲରେ ଧରାଯାଇ ଭୂମିରେ ପଡ଼ିବ? କିଛି ନ ଧରିଲେ ଜାଲ କି ଭୂମିରୁ ଛିଟିକି ଉଠିବ?
Does a bird swoop down into a trap if no bait is set for it? Does a trap spring up from the ground if nothing sets it off?
6 ନଗର ମଧ୍ୟରେ ତୂରୀ ବଜାଗଲେ ଲୋକମାନେ କି ଭୀତ ହେବେ ନାହିଁ? ସଦାପ୍ରଭୁ ନ ଘଟାଇଲେ ନଗର ମଧ୍ୟରେ କି ଅମଙ୍ଗଳ ଘଟିବ?
Can a trumpet be blown in a city and the people not tremble? Can disaster strike a city and the Lord not have caused it?
7 ନିଶ୍ଚୟ ପ୍ରଭୁ ସଦାପ୍ରଭୁ ନିଜ ଗୁପ୍ତ ବିଷୟ ଆପଣା ଦାସ ଭବିଷ୍ୟଦ୍‍ବକ୍ତାଗଣଙ୍କୁ ପ୍ରକାଶ ନ କରି କିଛି କରନ୍ତି ନାହିଁ।
Surely the Lord God does nothing without revealing his purpose to his servants the prophets.
8 ସିଂହ ଗର୍ଜ୍ଜନ କରିଅଛି, କିଏ ଭୟ ନ କରିବ? ପ୍ରଭୁ ସଦାପ୍ରଭୁ କଥା କହିଅଛନ୍ତି, କିଏ ଭବିଷ୍ୟଦ୍‍ବାକ୍ୟ ପ୍ରଚାର ନ କରିବ?”
The lion has roared; who does not fear? The Lord God has spoken; who will not prophesy?
9 ତୁମ୍ଭେମାନେ ଅସ୍ଦୋଦସ୍ଥ ସକଳ ଅଟ୍ଟାଳିକାରେ ଓ ମିସର ଦେଶସ୍ଥ ସକଳ ଅଟ୍ଟାଳିକାରେ ଘୋଷଣା କରି କୁହ, “ତୁମ୍ଭେମାନେ ଶମରୀୟାର ପର୍ବତଗଣ ଉପରେ ଏକତ୍ର ହୁଅ, ଆଉ ତହିଁ ମଧ୍ୟରେ କି ମହା କୋଳାହଳ ଓ କି ଉପଦ୍ରବମାନ ହେଉଅଛି, ଏହା ଦେଖ।”
Proclaim over the palaces in Ashdod, and over the palaces in the land of Egypt: Gather upon the mountain of Samaria, and see the violent turmoil, the acts of oppression in her midst.
10 କାରଣ ସଦାପ୍ରଭୁ କହନ୍ତି, “ଯେଉଁମାନେ ଆପଣା ଆପଣା ଅଟ୍ଟାଳିକାରେ ଦୌରାତ୍ମ୍ୟ ଓ ଲୁଟିତ ଦ୍ରବ୍ୟ ସଞ୍ଚୟ କରନ୍ତି, ସେମାନେ ନ୍ୟାୟ କରିବାକୁ ଜାଣନ୍ତି ନାହିଁ।”
For they do not know how to do right. They are heaping up violence and oppression in their palaces, says the Lord.
11 ଏନିମନ୍ତେ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, “ଏକ ଜଣ ବିପକ୍ଷ ଦେଶର ଚତୁର୍ଦ୍ଦିଗରେ (ଉଠିବ); ଆଉ, ସେ ତୁମ୍ଭଠାରୁ ତୁମ୍ଭର ବଳ ନତ କରିବ ଓ ତୁମ୍ଭର ଅଟ୍ଟାଳିକାସବୁ ଲୁଟିତ ହେବ।”
Therefore the Lord God says: An enemy will surround the land, he will strip your strength from you. and your palaces will be looted.
12 ସଦାପ୍ରଭୁ ଏହି କଥା କହନ୍ତି, “ମେଷପାଳକ ଯେପରି ସିଂହ ମୁଖରୁ ଦୁଇ ଗୋଡ଼ ଅବା କାନରୁ ଖଣ୍ଡେ ରକ୍ଷା କରେ, ସେପରି ଇସ୍ରାଏଲର ଯେଉଁ ସନ୍ତାନଗଣ ଶମରୀୟାରେ ଖଟର କୋଣରେ ଓ ଶଯ୍ୟାର ପାଟଗଦି ଉପରେ ବସନ୍ତି, ସେମାନେ ରକ୍ଷା କରାଯିବେ।”
The Lord says: Just as a shepherd rescues from the jaws of a lion two shinbones or a piece of an ear, so the Israelites living in Sameria will be rescued – with the corner of a couch, and the damask of a divan!
13 “ତୁମ୍ଭେମାନେ ଏହା ଶୁଣ ଓ ଯାକୁବ ବଂଶ ବିରୁଦ୍ଧରେ ସାକ୍ଷ୍ୟ ଦିଅ, ଏହା ପ୍ରଭୁ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର କହନ୍ତି।
Listen and testify against the house of Jacob, says the Lord God, the God of hosts.
14 କାରଣ ଆମ୍ଭେ ଯେଉଁ ଦିନ ଇସ୍ରାଏଲକୁ ତାହାର ସମସ୍ତ ଅପରାଧର ପ୍ରତିଫଳ ଦେବା, ସେହି ଦିନ ଆମ୍ଭେ ବେଥେଲ୍‍ସ୍ଥ ଯଜ୍ଞବେଦିସକଳକୁ ହିଁ ପ୍ରତିଫଳ ଦେବା, ତହିଁରେ ଯଜ୍ଞବେଦିର ଶୃଙ୍ଗସକଳ କଟାଯାଇ ଭୂମିରେ ପଡ଼ିବ।
On the day when I punish Israel for their crimes, I will also visit in judgment the altars of Bethel, the horns of the altar will be hacked off, and they will fall to the ground.
15 ପୁଣି, ଆମ୍ଭେ ଶୀତକାଳର ଗୃହକୁ ଓ ଗ୍ରୀଷ୍ମକାଳର ଗୃହକୁ ଆଘାତ କରିବା; ଆଉ, ହସ୍ତୀଦନ୍ତର ଗୃହସକଳ ନଷ୍ଟ ହେବ ଓ ବଡ଼ ବଡ଼ ଗୃହ ଲୁପ୍ତ ହେବ।” ଏହା ସଦାପ୍ରଭୁ କହନ୍ତି।
I will destroy the winter houses together with the summer houses and the houses of ivory will perish. Many great houses will be swept away, says the Lord.

< ଆମୋଷ 3 >