< ଦାନିୟେଲ 11 >

1 ପୁଣି, ମାଦୀୟ ଦାରୀୟାବସର ଅଧିକାରର ପ୍ରଥମ ବର୍ଷରେ ଆମ୍ଭେ ତାହାକୁ ସୁସ୍ଥିର ଓ ସବଳ କରିବା ପାଇଁ ଠିଆ ହେଲୁ।
"And as for me, in the first year of Daryavesh the Mede, I stood up to support and strengthen him.
2 ଏବେ, ଆମ୍ଭେ ତୁମ୍ଭଙ୍କୁ ସତ୍ୟ କଥା ଜଣାଇବା। ଦେଖ, ପାରସ୍ୟରେ ଆଉ ତିନି ରାଜା ଉତ୍ପନ୍ନ ହେବେ ଓ ଚତୁର୍ଥ ରାଜା ସେହି ସମସ୍ତଙ୍କ ଅପେକ୍ଷା ଅଧିକ ଧନଶାଳୀ ହେବ; ଆଉ, ସେ ଆପଣା ଧନରେ ବଳବାନ ହେଲେ ଗ୍ରୀସ୍‍ ରାଜ୍ୟ ବିରୁଦ୍ଧରେ ସମସ୍ତଙ୍କୁ ଉତ୍ତେଜିତ କରିବ।
And now what I show you is true. Look, there shall arise three more kings in Persia, and the fourth shall be far richer than all of them; and when he has grown strong through his riches, he shall stir up all the kingdom of Greece.
3 ତହୁଁ ଏକ ବିକ୍ରମୀ ରାଜା ଉତ୍ପନ୍ନ ହେବ, ସେ ମହାକର୍ତ୍ତୃତ୍ୱରେ ଶାସନ କରିବ ଓ ସ୍ଵେଚ୍ଛାନୁସାରେ କର୍ମ କରିବ।
And a powerful king shall arise, who shall rule an extensive empire, and do as he pleases.
4 ଆଉ, ସେ ଉତ୍ପନ୍ନ ହେଲେ ତାହାର ରାଜ୍ୟ ଭଗ୍ନ ହେବ ଓ ଆକାଶର ଚାରି ଦିଗରେ ବିଭକ୍ତ ହେବ; ମାତ୍ର ତାହାର ବଂଶ ନିମନ୍ତେ କିଅବା ତାହାର କର୍ତ୍ତୃତ୍ୱାନୁଯାୟୀ ଶାସନ ନିମନ୍ତେ ନୋହିବ; କାରଣ ସେମାନଙ୍କ ନିମନ୍ତେ ନୁହେଁ, ମାତ୍ର ଅନ୍ୟମାନଙ୍କ ନିମନ୍ତେ ତାହାର ରାଜ୍ୟ ଉତ୍ପାଟିତ ହେବ।
When he shall arise, his kingdom shall be broken up, and shall be divided toward the four winds of heaven, but not to his posterity, nor according to his authority with which he ruled; for his kingdom shall be uprooted, and will go to others besides these.
5 ପୁଣି, ଦକ୍ଷିଣ ଦେଶର (ମିସର) ରାଜା ଶକ୍ତିଶାଳୀ ହେବ କିନ୍ତୁ ତାହାର ଅଧିପତିମାନଙ୍କ ମଧ୍ୟରୁ ଜଣେ ତାହା ଅପେକ୍ଷା ଅଧିକ ବଳବାନ ହୋଇ କର୍ତ୍ତୃତ୍ୱ ପ୍ରାପ୍ତ ହେବ; ତାହାର ରାଜ୍ୟ ଏକ ବୃହତ ରାଜ୍ୟ ହେବ।
The king of the south shall grow strong, and one of his officers shall grow more powerful, and shall have a greater kingdom than his.
6 ମାତ୍ର କେତେକ ବର୍ଷର ଉତ୍ତାରେ ସେମାନେ ପରସ୍ପର ମିଳିତ ହେବେ ଓ ଦକ୍ଷିଣ ଦେଶସ୍ଥ ରାଜାର କନ୍ୟା ନିୟମ ସ୍ଥାପନାର୍ଥେ ଉତ୍ତର ଦେଶସ୍ଥ ରାଜାର ନିକଟକୁ ଆସିବ; ମାତ୍ର କନ୍ୟା ନିଜ ବାହୁ ବଳ ରକ୍ଷା କରିବ ନାହିଁ; କିଅବା ରାଜା ଓ ତାହାର ବାହୁ ସ୍ଥାୟୀ ନୋହିବ; ମାତ୍ର ସେ କନ୍ୟା ଓ ଯେଉଁମାନେ ତାହାକୁ ଆଣିଲେ ଓ ଯେ ତାହାକୁ ଜନ୍ମ କଲା, ଆଉ ସେହି ସମୟରେ ଯେ ତାହାକୁ ବଳ ଦେଲା, ସମସ୍ତେ ସମର୍ପିତ ହେବେ।
At the end of years they shall join themselves together; and the daughter of the king of the south shall come to the king of the north to make an agreement: but she shall not retain her power; neither shall his strength endure; but she shall be surrendered, and her attendants, and he who became the father of her, and he who supported her in those times.
7 ମାତ୍ର କନ୍ୟାର ମୂଳର ଏକ ପଲ୍ଲବରୁ ଜଣେ ସ୍ୱ ସ୍ଥାନରେ ଉତ୍ପନ୍ନ ହେବ, ସେ ସୈନ୍ୟଶ୍ରେଣୀକୁ ଆସି ଉତ୍ତର ଦେଶୀୟ ରାଜାର ଦୁର୍ଗରେ ପ୍ରବେଶ କରିବ ଓ ସେମାନଙ୍କର ବିପକ୍ଷାଚରଣ କରି ଜୟଯୁକ୍ତ ହେବ;
But out of a shoot from her roots shall arise in his place, who shall come against the army, and shall enter into the fortress of the king of the north, and shall deal against them, and shall prevail.
8 ଆହୁରି, ସେ ସେମାନଙ୍କର ଢଳା ପ୍ରତିମା ସହିତ ସେମାନଙ୍କର ଦେବଗଣକୁ ବନ୍ଦୀ କରି ରୂପା ଓ ସୁନାର ମନୋହର ପାତ୍ର ସହିତ ମିସରକୁ ନେଇଯିବ ଓ ସେ କେତେକ ବର୍ଷ ପର୍ଯ୍ୟନ୍ତ ଉତ୍ତର ଦେଶୀୟ ରାଜାଠାରୁ ନିରସ୍ତ ହେବ।
Also their gods, with their molten images, and with their precious vessels of silver and of gold, shall he carry captive into Egypt; and he shall withdraw for some years from the king of the north.
9 ପୁଣି, ସେ ଦକ୍ଷିଣ ଦେଶୀୟ ରାଜାର ରାଜ୍ୟକୁ ଆସିବ, ମାତ୍ର ଆପଣା ଦେଶକୁ ସେ ଫେରିଯିବ।
And he shall come into the realm of the king of the south, but he shall return into his own land.
10 ଆଉ, ତାହାର ପୁତ୍ରଗଣ ଯୁଦ୍ଧ କରିବେ ଓ ମହା-ସୈନିକ ଜନତା ସଂଗ୍ରହ କରିବେ, ସେମାନେ ଆସି ବଢ଼ି ତୁଲ୍ୟ ଉଚ୍ଛୁଳି ବହି ଚାଲିଯିବେ; ଆଉ, ସେମାନେ ଫେରି ତାହାର ଦୁର୍ଗ ପର୍ଯ୍ୟନ୍ତ ଯୁଦ୍ଧ କରିବେ।
And his sons shall wage war, and shall assemble a multitude of great forces, which shall advance and overflow and pass through, and they shall return and wage war, as far as his fortress.
11 ତହିଁରେ ଦକ୍ଷିଣ ଦେଶର ରାଜା କ୍ରୋଧାନ୍ବିତ ହୋଇ ଉତ୍ତର ଦେଶୀୟ ରାଜାଙ୍କ ବିରୁଦ୍ଧରେ ଯୁଦ୍ଧ କରିବ; ତହିଁରେ ସେ (ଉତ୍ତର ଦେଶୀୟ ରାଜା) ମହାଜନତା ସଂଗ୍ରହ କରିବ, ମାତ୍ର ସେହି ଜନତା ତାହାର (ଦକ୍ଷିଣ ଦେଶର ରାଜାଙ୍କ) ହସ୍ତରେ ସମର୍ପିତ ହେବ।
The king of the south shall be moved with rage and shall come forth and fight against him, even with the king of the north; and he shall raise a great multitude, and the multitude shall be given into his hand.
12 ପୁଣି, ସେହି ଜନତା ଉତ୍ଥାପିତ ହେଲେ, ତାହାର ଚିତ୍ତ ଗର୍ବିତ ହେବ ଓ ସେ ଅୟୁତ ଅୟୁତ ଲୋକଙ୍କୁ ନିପାତ କରିବ; ତଥାପି ସେ ଜୟଯୁକ୍ତ ନୋହିବ।
The multitude shall be taken away, and his heart shall be exalted; and he shall cast down tens of thousands, but he shall not prevail.
13 ଆଉ, ଉତ୍ତର ଦେଶର ରାଜା ଫେରି ପୂର୍ବ ଅପେକ୍ଷା ଏକ ବୃହତ ଜନତା ସଂଗ୍ରହ କରିବ; ପୁଣି ସେ, କାଳର ଅର୍ଥାତ୍‍, ବର୍ଷମାନର ଶେଷରେ ମହାସୈନ୍ୟ ଓ ଅପାର ସାମଗ୍ରୀ ନେଇ ଆସିବ।
The king of the north shall return, and shall raise a multitude greater than the former; and he shall advance after some years with a great army and with abundant supplies.
14 ପୁଣି, ସେହି ସମୟରେ ଅନେକ ଲୋକ ଦକ୍ଷିଣ ଦେଶର ରାଜା ବିରୁଦ୍ଧରେ ଉଠିବେ; ମଧ୍ୟ ତୁମ୍ଭ ଲୋକମାନଙ୍କ ମଧ୍ୟରେ ଅତ୍ୟାଚାରୀଗଣର ସନ୍ତାନମାନେ ଏହି ଦର୍ଶନ ସଫଳାର୍ଥେ ଆପଣାମାନଙ୍କୁ ଉନ୍ନତ କରିବେ; ମାତ୍ର ସେମାନେ ପତିତ ହେବେ।
And in those times many shall rise up against the king of the south: also the violent ones among your people shall rise up in confirmation of the vision; but they shall fail.
15 ଏହିରୂପେ ଉତ୍ତର ଦେଶର ରାଜା ଆସିବ ଓ ଗଡ଼ବନ୍ଦୀ କରି ସୁଦୃଢ଼ ନଗର ହସ୍ତଗତ କରିବ; ତହିଁରେ ଦକ୍ଷିଣ ଦେଶର ସହାୟଗଣ ଓ ମନୋନୀତ ଲୋକମାନେ ପ୍ରତିବାଧା ଦେଇ ପାରିବେ ନାହିଁ; କିଅବା ପ୍ରତିବାଧା କରିବା ପାଇଁ କୌଣସି ଶକ୍ତି ରହିବ ନାହିଁ।
So the king of the north shall come, and build up a siege mound and take a well-fortified city. And the forces of the south shall not prevail, neither his best troops, neither shall there be any strength to resist.
16 ମାତ୍ର ଯେ ତାହାର ବିରୁଦ୍ଧରେ ଆସିବ, ସେ ସ୍ଵେଚ୍ଛାନୁସାରେ କାର୍ଯ୍ୟ କରିବ ଓ ତାହା ସାକ୍ଷାତରେ କେହି ଠିଆ ହେବ ନାହିଁ; ଆଉ, ସେ ରମ୍ୟ (ଇସ୍ରାଏଲ) ଦେଶରେ ଠିଆ ହେବ ଓ ତାହାର ହସ୍ତରେ ବିନାଶ ରହିବ।
But he who comes against him shall do as he pleases, and no one shall be able to withstand him. And he shall stand in the beautiful land, and destruction will be within his power.
17 ପୁଣି, ସେ ଆପଣା ସମୁଦାୟ ରାଜ୍ୟର ପରାକ୍ରମ ସହିତ ଆସିବା ପାଇଁ ଆପଣା ମନସ୍ଥ କରିବ ଓ ସରଳ ଲୋକମାନେ ତାହା ସଙ୍ଗରେ ଆସିବେ; ସେ ଆପଣା ଇଚ୍ଛାନୁସାରେ କାର୍ଯ୍ୟ କରିବ; ସେ ନଷ୍ଟ କରିବା ପାଇଁ ନାରୀଗଣର କନ୍ୟା ତାହାକୁ ଦେବ; ମାତ୍ର କନ୍ୟା ସ୍ଥିର ରହିବ ନାହିଁ, କିଅବା ତାହା ପାଇଁ ହେବ ନାହିଁ।
He shall set his face to come with the strength of his whole kingdom, and will reach an agreement with him which he shall put into effect. And he shall give him a daughter of women to send destruction on him; but it will not last or be to his advantage.
18 ଏଥିଉତ୍ତାରେ ସେ ଦ୍ୱୀପଗଣର ବିରୁଦ୍ଧରେ ଯାଇ ଅନେକଙ୍କୁ ହସ୍ତଗତ କରିବ; ମାତ୍ର ଜଣେ ଅଧିପତି ତାହାର କୃତ ଅପମାନ ନିବୃତ କରାଇବ; ଆହୁରି, ସେ ତାହାର ଅପମାନ ତାହା ଉପରେ ବର୍ତ୍ତାଇବ।
After this shall he turn his face to the coastal regions, and shall capture many. But a commander shall bring his insolence to an end. In addition, he shall repay him for his insolence.
19 ତହୁଁ ସେ ଆପଣା ଦେଶର ଦୁର୍ଗସକଳର ଆଡ଼େ ଫେରିବ; ମାତ୍ର ସେ ଝୁଣ୍ଟି ପତିତ ହେବ; ପୁଣି, ଦେଖାଯିବ ନାହିଁ।
Then he shall turn his attention toward the fortresses of his own land, but he shall stumble and fall, and shall not be found again.
20 ଏଥିଉତ୍ତାରେ ଯେଉଁ ଜନ ତାହାର ପଦ ପ୍ରାପ୍ତ ହେବ, ସେ ରାଜ୍ୟର ଶୋଭା ସ୍ଥାନର ମଧ୍ୟଦେଇ ଯିବା ପାଇଁ ଜଣେ ପ୍ରଜାପୀଡ଼କକୁ ପ୍ରେରଣ କରିବ; ମାତ୍ର ଅଳ୍ପ ଦିନ ମଧ୍ୟରେ ସେ ବିନଷ୍ଟ ହେବ, ମାତ୍ର କ୍ରୋଧରେ ନୁହେଁ, କିଅବା ଯୁଦ୍ଧରେ ନୁହେଁ।
Then shall arise in his place one who shall send an exactor of tribute to pass through the kingdom to maintain its glory; but within few days he shall be destroyed, though not in anger nor in battle.
21 ପୁଣି, ଯାହାକୁ ସେମାନେ ରାଜାର ସମ୍ମାନ ଦେଇ ନ ଥିଲେ, ଏପରି ଜଣେ ତୁଚ୍ଛ ଲୋକ ତାହାର ପଦ ପ୍ରାପ୍ତ ହେବ; ମାତ୍ର ସେ ନିଶ୍ଚିନ୍ତ ସମୟରେ ଆସିବ ଓ ଚାଟୁବାକ୍ୟ ଦ୍ୱାରା ରାଜ୍ୟ ପାଇବ।
In his place shall arise a despicable person, to whom the honor of kingship had not been given, but he shall come in a time of prosperity, and shall obtain the kingdom through deceit.
22 ଆଉ, ପ୍ଲାବନରୂପ ସୈନ୍ୟଦଳ ଦ୍ୱାରା ସେମାନେ ତାହା ସମ୍ମୁଖରୁ ବହି ଯିବେ ଓ ଭଗ୍ନ ହେବେ; ହଁ, ନିୟମର ଅଧିପତି ମଧ୍ୟ ଭଗ୍ନ ହେବ।
And large armies shall be swept away and shattered before him, as well as the prince of the covenant.
23 ପୁଣି, ତାହାର ସହିତ ଚୁକ୍ତି ସ୍ଥିର କରାଗଲା ପରେ ସେ ପ୍ରତାରଣାପୂର୍ବକ କାର୍ଯ୍ୟ କରିବ; କାରଣ ସେ ଆସି ଅଳ୍ପ ଲୋକ ଦ୍ୱାରା ପରାକ୍ରମୀ ହେବ।
And after an alliance is made with him he shall work deceitfully; for he shall become strong with a small force.
24 ସେ ନିଶ୍ଚିନ୍ତ ସମୟରେ ଦେଶର ଅତ୍ୟୁତ୍ତମ ସ୍ଥାନରେ ପ୍ରବେଶ କରିବ ଓ ତାହାର ପିତୃ ଓ ପିତାମହଗଣ ଯାହା କରି ନ ଥିଲେ, ତାହା ସେ କରିବ; ସେ ସେମାନଙ୍କ ମଧ୍ୟରେ ଲୁଟିତ ଦ୍ରବ୍ୟ ଓ ଅପହୃତ ବସ୍ତୁ ଓ ଧନ ବିଞ୍ଚି ଦେବ ଓ ଦୃଢ଼ ଗଡ଼ସକଳର ବିରୁଦ୍ଧରେ ସେ କିଛି କାଳ କୌଶଳ କଳ୍ପନା କରିବ।
In a time of prosperity he shall come even on the richest places of the province; and he shall do that which his fathers have not done, nor their fathers; he shall distribute among them plunder, and spoil, and property. He shall devise plans against their strongholds, but only for a time.
25 ପୁଣି, ସେ ମହାସୈନ୍ୟଦଳ ସଙ୍ଗେ ନେଇ ଦକ୍ଷିଣ ଦେଶର ରାଜା ବିରୁଦ୍ଧରେ ଆପଣା ବଳ ଓ ସାହସ ଉତ୍ତେଜିତ କରିବ; ତହିଁରେ ଦକ୍ଷିଣ ଦେଶର ରାଜା ଅତି ବୃହତ ଓ ପରାକ୍ରାନ୍ତ ସୈନ୍ୟ ଘେନି ତାହା ସଙ୍ଗେ ଯୁଦ୍ଧ କରିବ; ମାତ୍ର ସେ ସ୍ଥିର ହୋଇ ରହିବ ନାହିଁ; କାରଣ ସେମାନେ ତାହା ବିରୁଦ୍ଧରେ ନାନା କୌଶଳ କଳ୍ପନା କରିବେ।
And he shall stir up his power and his courage against the king of the south with a great army; and the king of the south shall wage war in battle with an extremely large and powerful army; but he shall not stand; for they shall devise plans against him.
26 ଯେଉଁମାନେ ତାହାର ଆହାର ଭୋଜନ କରନ୍ତି, ସେମାନେ ତାହାକୁ ବିନାଶ କରିବେ, ପୁଣି ତାହାର ସୈନ୍ୟଦଳ ବହି ଯିବେ ଓ ଅନେକେ ହତ ହୋଇ ପଡ଼ିବେ।
Yes, those who eat of his royal food shall seek to destroy him, and his army shall be swept away; and many shall fall slain.
27 ପୁଣି, ଏହି ଦୁଇ ରାଜାର ଚିତ୍ତ ଅନିଷ୍ଟ କରିବାକୁ ପ୍ରବୃତ୍ତ ହେବ ଓ ସେମାନେ ଏକ ମେଜରେ ବସି ମିଥ୍ୟା କଥା କହିବେ; ମାତ୍ର ତାହା ସଫଳ ନୋହିବ; କାରଣ ସେତେବେଳେ ହେଁ ପରିଣାମ ନିରୂପିତ କାଳର ଅପେକ୍ଷା କରିବ।
As for both these kings, their minds shall be fixed on evil, and they shall speak lies at the table; but it shall not succeed; for still the end shall be at the appointed time.
28 ସେତେବେଳେ ସେ ଅନେକ ସମ୍ପତ୍ତି ନେଇ ଆପଣା ଦେଶକୁ ଫେରିଯିବ ଓ ତାହାର ଚିତ୍ତ ପବିତ୍ର ନିୟମର ପ୍ରତିଫଳ ହେବ; ଆଉ, ସେ ସ୍ଵେଚ୍ଛାମତ କର୍ମ କରି ଆପଣା ଦେଶକୁ ଫେରିଯିବ।
Then shall he return into his land with great property; and his mind shall be against the holy covenant. And he shall take action, and then return to his own land.
29 ନିରୂପିତ କାଳରେ ସେ ଫେରି ଦକ୍ଷିଣ ଦେଶରେ ପ୍ରବେଶ କରିବ; ମାତ୍ର ପୂର୍ବକାଳରେ ଯେପରି ହୋଇଥିଲା, ଶେଷ କାଳରେ ସେପରି ନୋହିବ।
At the appointed time he shall return, and come into the south; but this time the outcome shall not be as it was before.
30 କାରଣ କିତ୍ତୀମର ଜାହାଜସକଳ ତାହାର ବିରୁଦ୍ଧରେ ଆସିବ, ଏଥିପାଇଁ ସେ ଦୁଃଖିତ ହୋଇ ଫେରିଯିବ ଓ ପବିତ୍ର ନିୟମର ପ୍ରତିକୂଳରେ କ୍ରୋଧ କରି ସ୍ଵେଚ୍ଛାମତ କାର୍ଯ୍ୟ କରିବ; ସେ ଫେରିଯିବ ଓ ପବିତ୍ର ନିୟମତ୍ୟାଗୀ ଲୋକମାନଙ୍କ ପ୍ରତି ମନୋଯୋଗ କରିବ।
For ships from Kittim shall come against him; therefore he shall be intimidated, and shall turn back, and be enraged against the holy covenant, and shall take action. He shall turn back, and show regard to those who forsake the holy covenant.
31 ଆଉ, ତାହାର ପକ୍ଷସ୍ଥ ସୈନ୍ୟଗଣ ଉଠି ଧର୍ମଧାମ, ଅର୍ଥାତ୍‍, ଦୁର୍ଗ ଅଶୁଚି କରିବେ ଓ ନିତ୍ୟ ନୈବେଦ୍ୟ ନିବୃତ୍ତ କରିବେ, ଆଉ ସର୍ବନାଶକାରୀ ଘୃଣାଯୋଗ୍ୟ ବସ୍ତୁ ସ୍ଥାପନ କରିବେ।
Forces shall come at his order, and they shall profane the sanctuary and the fortress, and shall take away the daily burnt offering, and they shall set up the abomination that causes desolation.
32 ପୁଣି, ଯେଉଁମାନେ ନିୟମର ପ୍ରତିକୂଳରେ ଦୁଷ୍ଟାଚରଣ କରନ୍ତି, ସେ ଚାଟୁବାକ୍ୟ ଦ୍ୱାରା ସେମାନଙ୍କୁ ବିପଥଗାମୀ କରାଇବ; ମାତ୍ର ଯେଉଁ ଲୋକମାନେ ଆପଣା ପରମେଶ୍ୱରଙ୍କୁ ଜାଣନ୍ତି, ସେମାନେ ବଳବାନ ହେବେ ଓ ମହତ୍ କର୍ମ କରିବେ।
And those who act wickedly toward the covenant he shall corrupt by smooth words; but the people who know their God shall be strong, and take action.
33 ଆଉ, ଲୋକମାନଙ୍କ ମଧ୍ୟରେ ଜ୍ଞାନୀମାନେ ଅନେକଙ୍କୁ ଉପଦେଶ ଦେବେ; ତଥାପି ଅନେକ ଦିନ ପର୍ଯ୍ୟନ୍ତ ସେମାନେ ଖଡ୍ଗରେ, ଅଗ୍ନିଶିଖାରେ, ବନ୍ଦୀଦଶାରେ ଓ ଲୁଟରେ ପତିତ ହେବେ।
And those who are wise among the people shall instruct many; yet they shall fall by the sword and by flame, by captivity and by plunder for some time.
34 ଯେତେବେଳେ ସେମାନେ ପତିତ ହେବେ, ସେତେବେଳେ ସେମାନେ ଅଳ୍ପ ସାହାଯ୍ୟ ପ୍ରାପ୍ତ ହେବେ; ମାତ୍ର ଅନେକେ ଚାଟୁବାକ୍ୟ ଦ୍ୱାରା ସେମାନଙ୍କ ସହିତ ଯୋଗ ଦେବେ।
Now when they shall fall, they shall receive a little help. And many shall join with them insincerely.
35 ପୁଣି, ସେମାନଙ୍କ ମଧ୍ୟରେ ଜ୍ଞାନୀମାନେ ସେମାନଙ୍କୁ ନିର୍ମଳ, ପରିଷ୍କୃତ ଓ ଶୁକ୍ଳୀକୃତ କରିବା ପାଇଁ ପରିଣାମର ସମୟ ପର୍ଯ୍ୟନ୍ତ ପତିତ ହେବେ; କାରଣ ତାହା ନିରୂପିତ କାଳର ଅପେକ୍ଷା କରେ।
Some of those who are wise shall fall, to be refined, purified and cleansed until the time of the end; for the appointed time is still to come.
36 ଆଉ, ରାଜା ଆପଣା ଇଚ୍ଛାନୁସାରେ କର୍ମ କରିବ ଓ ସକଳ ଦେବତା ଅପେକ୍ଷା ଆପଣାକୁ ବଡ଼ କରି ଦର୍ପ କରିବ, ପୁଣି ଈଶ୍ୱରଗଣର ଈଶ୍ୱରଙ୍କ ବିରୁଦ୍ଧରେ ଅଦ୍ଭୁତ କଥା କହିବ ଓ କ୍ରୋଧ ସଫଳ ହେବା ପର୍ଯ୍ୟନ୍ତ ସମୃଦ୍ଧି ହେବ; କାରଣ ଯାହା ନିରୂପିତ ହୋଇଅଛି, ତାହା କରାଯିବ।
And the king shall do as he pleases. And he shall exalt and magnify himself above every god, and shall speak outrageous things against the God of gods. And he shall prosper until the indignation is accomplished; for that which is decreed shall be done.
37 ସେ ଆପଣା ପୂର୍ବପୁରୁଷଗଣର ଦେବତାମାନଙ୍କୁ ମାନିବ ନାହିଁ; ଅଥବା ସ୍ତ୍ରୀମାନଙ୍କ ବାଞ୍ଛାକୁ କିଅବା କୌଣସି ଦେବତାକୁ ମାନିବ ନାହିଁ; କାରଣ ସେ ସମସ୍ତଙ୍କ ଅପେକ୍ଷା ଆପଣାକୁ ବଡ଼ କରିବ।
Neither shall he regard the gods of his fathers, nor the one desired by women, nor show regard to any other god, because he shall magnify himself above all.
38 ମାତ୍ର ଆପଣା ସ୍ଥାନରେ ସେ ଦୁର୍ଗର ଦେବତାକୁ ସମ୍ମାନ କରିବ ଓ ତାହାର ପିତୃଗଣର ଅଜ୍ଞାତ ଦେବତାକୁ ସୁନା, ରୂପା, ବହୁମୂଲ୍ୟ ପ୍ରସ୍ତର ଓ ମନୋହର ଦ୍ରବ୍ୟ ଦେଇ ସମ୍ମାନ କରିବ।
But instead he shall honor the god of fortresses; a god whom his fathers did not know shall he honor with gold and silver, and with valuable stones, and costly gifts.
39 ପୁଣି, ସେ ବିଦେଶୀୟ ଦେବତାର ସାହାଯ୍ୟରେ ଦୃଢ଼ତମ ଦୁର୍ଗମାନର ପ୍ରତିକୂଳରେ କାର୍ଯ୍ୟ କରିବ, ଯେକେହି ତାହାକୁ ସ୍ୱୀକାର କରିବ, ସେ ତାହାର ଗୌରବ ବୃଦ୍ଧି କରିବ ଓ ଅନେକଙ୍କ ଉପରେ ସେମାନଙ୍କୁ କର୍ତ୍ତୃତ୍ୱ ପଦ ଦେବ ଓ ପାରିତୋଷିକ ରୂପେ ଭୂମି ବିଭାଗ କରିବ।
And he shall deal with the strongest fortresses with the help of a foreign god. Whoever acknowledges him he shall grant considerable honor; and he shall make them rulers over many, and shall divide the land for a price.
40 ଆଉ, ଅନ୍ତିମ କାଳରେ ଦକ୍ଷିଣ ଦେଶର ରାଜା ତାହା ସଙ୍ଗେ ବିରୋଧ କରିବ ଓ ଉତ୍ତର ଦେଶର ରାଜା ରଥ, ଅଶ୍ୱାରୋହୀଗଣ ଓ ଅନେକ ଜାହାଜ ନେଇ ତାହା ବିରୁଦ୍ଧରେ ଘୂର୍ଣ୍ଣିବାୟୁ ତୁଲ୍ୟ ଆସିବ ଓ ସେ ନାନା ଦେଶ ମଧ୍ୟରେ ପ୍ରବେଶ କରି ବଢ଼ି ତୁଲ୍ୟ ପ୍ଲାବନ କରି ବହିଯିବ।
And at the time of the end shall the king of the south attack him. And the king of the north shall come against him like a whirlwind, with chariots, and with horsemen, and with many ships; and he shall invade countries, and pass through like a flood.
41 ସେ ମଧ୍ୟ ରମ୍ୟ (ଇସ୍ରାଏଲ) ଦେଶରେ ପ୍ରବେଶ କରିବ, ତହିଁରେ ଅନେକ ଦେଶ ପରାସ୍ତ ହେବ; ମାତ୍ର ଇଦୋମ ଓ ମୋୟାବ ଓ ଅମ୍ମୋନ-ସନ୍ତାନଗଣର ଶ୍ରେଷ୍ଠାଂଶ ତାହାର ହସ୍ତରୁ ରକ୍ଷା ପାଇବେ।
He shall enter also into the beautiful land, and many countries shall be overthrown; but these shall be delivered out of his hand: Edom, and Moab, and the foremost of the sons of Ammon.
42 ଆହୁରି, ସେ ନାନା ଦେଶ ଉପରେ ଆପଣା ହସ୍ତ ପ୍ରସାରିବ ଓ ମିସର ଦେଶ ରକ୍ଷା ପାଇବ ନାହିଁ।
He shall reach out his hand also on other countries, and the land of Egypt shall not escape.
43 ମାତ୍ର ମିସରର ସୁନା ଓ ରୂପାର ଭଣ୍ଡାର ସକଳ ଓ ବହୁମୂଲ୍ୟ ଦ୍ରବ୍ୟସକଳ ତାହାର ହସ୍ତଗତ ହେବ; ଆଉ, ଲୂବୀୟ ଓ କୂଶୀୟମାନେ ତାହାର ଅନୁଚର ହେବେ।
But he shall have control over the treasures of gold and of silver, and over all the riches of Egypt; and the Libyans and the Ethiopians shall be at his feet.
44 ମାତ୍ର ପୂର୍ବ ଓ ଉତ୍ତର ଦେଶରୁ ଆଗତ ସମ୍ବାଦ ତାହାକୁ ଉଦ୍‍ବିଗ୍ନ କରିବ; ତହିଁରେ ସେ ଅନେକଙ୍କୁ ଉଚ୍ଛିନ୍ନ ଓ ସମ୍ପୂର୍ଣ୍ଣ ରୂପେ ବିନାଶ କରିବା ପାଇଁ ମହାକୋପରେ ଯାତ୍ରା କରିବ।
But news out of the east and out of the north shall trouble him; and he shall go out with tremendous rage to destroy and utterly sweep away many.
45 ପୁଣି, ସେ ସମୁଦ୍ର ଓ ରମ୍ୟ ପବିତ୍ର ପର୍ବତର ମଧ୍ୟରେ ଆପଣା ରାଜକୀୟ ତମ୍ବୁ ସ୍ଥାପନ କରିବ; ତଥାପି ତାହାର ଅନ୍ତିମକାଳ ଉପସ୍ଥିତ ହେବ, ଆଉ କେହି ତାହାର ସାହାଯ୍ୟ କରିବ ନାହିଁ।
And he shall pitch his royal tents between the sea and the beautiful holy mountain. Yet he shall come to his end, with no one to help him.

< ଦାନିୟେଲ 11 >