< ଦାନିୟେଲ 4 >

1 ସମୁଦାୟ ପୃଥିବୀନିବାସୀ ଯାବତୀୟ ଗୋଷ୍ଠୀ, ଦେଶୀୟ ଓ ଭାଷାବାଦୀ ଲୋକମାନଙ୍କ ପ୍ରତି ନବୂଖଦ୍‍ନିତ୍ସର ରାଜାର (ବିଜ୍ଞାପନ); “ତୁମ୍ଭମାନଙ୍କର ବାହୁଲ୍ୟ ରୂପେ ଶାନ୍ତି ହେଉ।
Le roi Nébucadnézar à tous les peuples, aux nations et aux hommes de toute langue qui habitent sur toute la terre. A vous grande prospérité!
2 ସର୍ବୋପରିସ୍ଥ ପରମେଶ୍ୱର ମୋର ପକ୍ଷରେ ଯେଉଁ ଯେଉଁ ଚିହ୍ନ ଓ ଆଶ୍ଚର୍ଯ୍ୟକ୍ରିୟା ସାଧନ କରିଅଛନ୍ତି, ତାହାସବୁ ପ୍ରଚାର କରିବାକୁ ମୋର ଉଚିତ ବୋଧ ହେଲା।
J'ai trouvé bon de publier les signes et les miracles que le Dieu suprême a opérés sur moi.
3 ତାହାଙ୍କର ଚିହ୍ନସକଳ କିପରି ମହତ ଓ ତାହାଙ୍କର ଆଶ୍ଚର୍ଯ୍ୟ କ୍ରିୟାସକଳ କିପରି ପ୍ରଭାବିଶିଷ୍ଟ! ତାହାଙ୍କର ରାଜ୍ୟ ଅନନ୍ତକାଳୀନ ରାଜ୍ୟ ଓ ତାହାଙ୍କର କର୍ତ୍ତୃତ୍ୱ ପୁରୁଷାନୁକ୍ରମେ ଥାଏ।
Ses signes! qu'ils sont grands! et ses miracles! qu'ils sont puissants! Son empire est un empire éternel, et sa domination se perpétue à travers tous les âges.
4 ମୁଁ ନବୂଖଦ୍‍ନିତ୍ସର ଆପଣା ଗୃହରେ ଶାନ୍ତିରେ ଥିଲି ଓ ଆପଣା ପ୍ରାସାଦରେ ତେଜସ୍ୱୀ ଥିଲି।
Moi, Nébucadnézar, je vivais tranquille dans ma maison, et heureux dans mon palais:
5 ମୁଁ ଗୋଟିଏ ସ୍ୱପ୍ନ ଦେଖିଲି, ତାହା ମୋତେ ଭୀତ କରାଇଲା ଓ ଶଯ୍ୟା ଉପରେ ମୋର ଚିନ୍ତା ଓ ମନର ଦର୍ଶନ ମୋତେ ଉଦ୍‍ବିଗ୍ନ କଲା।
j'eus un songe qui m'effraya, et les pensées que j'avais sur ma couche, et les visions de mon esprit me troublaient.
6 ଏହେତୁ ସ୍ୱପ୍ନର ଅର୍ଥ ମୋତେ ଜଣାଇବା ନିମନ୍ତେ ମୁଁ ବାବିଲର ସମସ୍ତ ବିଦ୍ୱାନ୍‍ ଲୋକଙ୍କୁ ମୋʼ ନିକଟକୁ ଆଣିବା ପାଇଁ ଆଜ୍ଞା କଲି;
Et de par moi ordre fut donné d'amener devant moi tous les sages de Babel, afin qu'ils m'expliquassent le sens du songe.
7 ତହିଁରେ ମନ୍ତ୍ରବେତ୍ତା, ଗଣକ, କଲ୍‍ଦୀୟ ଓ ଶୁଭାଶୁଭବାଦୀମାନେ ମୋʼ ନିକଟକୁ ଆସିଲେ; ପୁଣି, ମୁଁ ସେମାନଙ୍କୁ ସ୍ୱପ୍ନ ଜଣାଇଲି; ମାତ୍ର ସେମାନେ ତହିଁର ଅର୍ଥ ମୋତେ କହି ପାରିଲେ ନାହିଁ।
Alors furent introduits les devins, les enchanteurs, les Chaldéens et les mages, et je leur dis le songe, mais ils ne m'en expliquèrent point le sens.
8 ମାତ୍ର ଅବଶେଷରେ ମୋʼ ଦେବତାର ନାମାନୁସାରେ ବେଲ୍‍ଟଶତ୍ସର ନାମବିଶିଷ୍ଟ ଦାନିୟେଲ ମୋʼ ନିକଟକୁ ଆସିଲେ, ତାଙ୍କ ଅନ୍ତରରେ ପବିତ୍ର ଦେବଗଣର ଆତ୍ମା ଅଛନ୍ତି; ପୁଣି, ମୁଁ ତାଙ୍କୁ ସ୍ୱପ୍ନଟି ଜଣାଇ କହିଲି,
Et enfin parut devant moi Daniel, nommé Beltsazar du nom de mon Dieu, et en qui est l'esprit des dieux saints, et je lui dis le songe:
9 ହେ ମନ୍ତ୍ରବେତ୍ତାଗଣର ଅଧ୍ୟକ୍ଷ ବେଲ୍‍ଟଶତ୍ସର, ମୁଁ ଜାଣେ, ପବିତ୍ର ଦେବଗଣର ଆତ୍ମା ତୁମ୍ଭ ଅନ୍ତରେ ଅଛନ୍ତି ଓ କୌଣସି ନିଗୂଢ଼ ବାକ୍ୟ ତୁମ୍ଭ ପ୍ରତି କଷ୍ଟକର ହୁଏ ନାହିଁ, ଏଥିପାଇଁ ମୁଁ ସ୍ୱପ୍ନରେ ଯେଉଁ ଯେଉଁ ଦର୍ଶନ ପାଇଅଛି, ତାହା ଓ ତହିଁର ଅର୍ଥ ମୋତେ ଜଣାଅ।
Beltsazar, chef des mages, en qui je sais que se trouve l'esprit des dieux saints, et pour qui aucun mystère n'est embarrassant, dis-moi les visions que j'ai vues en songe, et leur signification.
10 ଶଯ୍ୟା ଉପରେ ମୋʼ ମନର ଦର୍ଶନ ଏହି ପ୍ରକାର ଥିଲା; ମୁଁ ଅନାଇଲି, ଆଉ ଦେଖ, ଭୂମଣ୍ଡଳର ମଧ୍ୟସ୍ଥଳରେ ଏକ ବୃକ୍ଷ ଓ ତାହା ଅତି ଉଚ୍ଚ।
Or voici les visions [qui se sont présentées] à mon esprit, pendant que j'étais couché: Je regardais, et voici, il y avait au milieu de la terre un grand arbre qui était très élevé;
11 ସେ ବୃକ୍ଷ ବଢ଼ିଲା ଓ ଦୃଢ଼ ହେଲା ଓ ତହିଁର ଉଚ୍ଚତା ଗଗନ ସ୍ପର୍ଶ କଲା, ପୁଣି ସମୁଦାୟ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ତାହା ଦୃଶ୍ୟମାନ ଥିଲା।
l'arbre était grand et vigoureux, et sa hauteur atteignait au ciel, et il était aperçu jusqu'au bout de la terre.
12 ତହିଁର ପତ୍ରମାନ ସୁନ୍ଦର ଓ ତହିଁର ଫଳ ଅନେକ ଥିଲା, ଆଉ ତହିଁରେ ସମସ୍ତଙ୍କ ପାଇଁ ଖାଦ୍ୟ ଥିଲା। କ୍ଷେତ୍ରସ୍ଥ ପଶୁଗଣ ତହିଁର ତଳେ ଛାୟା ପାଇଲେ ଓ ଆକାଶସ୍ଥ ପକ୍ଷୀଗଣ ତହିଁର ଶାଖାମାନରେ ବାସ କଲେ ଓ ସମସ୍ତ ପ୍ରାଣୀ ତହିଁରୁ ଖାଦ୍ୟ ପାଇଲେ।
Son feuillage était beau, et ses fruits abondants, et il offrait une nourriture à tous: sous lui les bêtes des champs venaient chercher l'ombre, et les oiseaux du ciel habitaient ses branches, et il y avait une nourriture pour toute chair.
13 ମୁଁ ଶଯ୍ୟା ଉପରେ ମୋʼ ମନର ଦର୍ଶନକ୍ରମେ ଦେଖିଲି, ଆଉ ଦେଖ, ଏକ ପ୍ରହରୀ ଓ ପବିତ୍ର ପୁରୁଷ ସ୍ୱର୍ଗରୁ ଓହ୍ଲାଇ ଆସିଲେ।
Je contemplais durant les visions qui sur ma couche s'offraient à mon esprit, et voici, l'un des Saints qui veillent descendit du ciel.
14 ସେ ଉଚ୍ଚସ୍ୱର କରି ଏହି କଥା କହିଲେ, ‘ଏହି ବୃକ୍ଷକୁ ଛେଦନ କର ଓ ତହିଁର ଶାଖାସବୁ କାଟି ପକାଅ, ତହିଁର ପତ୍ରସବୁ ଝାଡ଼ି ପକାଅ ଓ ଫଳସବୁ ବିଞ୍ଚି ଦିଅ; ତହିଁର ତଳୁ ପଶୁମାନେ, ତହିଁର ଡାଳରୁ ପକ୍ଷୀମାନେ ପଳାଇ ଯାଉନ୍ତୁ।
Il cria avec force, et parla ainsi: Coupez l'arbre, et tronçonnez ses branches, détachez ses feuilles, et dispersez ses fruits, que les animaux fuient son abri, et les oiseaux ses branches!
15 ତଥାପି ଭୂମିରେ ତାହାର ମୂଳ-ଗଣ୍ଡିକୁ ଲୌହ ଓ ପିତ୍ତଳମୟ ବେଡ଼ିରେ ବାନ୍ଧି କ୍ଷେତ୍ରସ୍ଥ କୋମଳ ତୃଣ ମଧ୍ୟରେ ରଖ ଓ ତାହା ଆକାଶର କାକରରେ ତିନ୍ତୁ, ଆଉ ପଶୁମାନଙ୍କ ସଙ୍ଗେ ପୃଥିବୀର ତୃଣରେ ତାହାର ଅଂଶ ହେଉ;
Cependant laissez en terre la souche de ses racines, mais dans des chaînes de fer et d'airain, au milieu de la verdure des campagnes, et qu'il soit trempé de la rosée du ciel, et qu'avec les animaux il entre en part de l'herbe de la terre!
16 ତାହାର ମାନବ ହୃଦୟ ପରିବର୍ତ୍ତିତ ହେଉ ଓ ତାହାକୁ ପଶୁର ହୃଦୟ ଦତ୍ତ ହେଉ ଆଉ, ତାହା ଉପରେ ସାତ କାଳ ବହିଯାଉ।
Son cœur sera autre que celui d'un humain, et le cœur d'une brute lui sera donné, et le temps passera sept fois sur lui.
17 ଯେ ସର୍ବୋପରିସ୍ଥ, ସେ ଯେ ମନୁଷ୍ୟଗଣର ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ଯାହାକୁ ତାହାଙ୍କର ଇଚ୍ଛା, ତାହାକୁ ସେ ତାହା ଦିଅନ୍ତି, ପୁଣି ମନୁଷ୍ୟମାନଙ୍କ ମଧ୍ୟରେ ନୀଚତମ ଲୋକକୁ ତହିଁ ଉପରେ ନିଯୁକ୍ତ କରନ୍ତି, ଜୀବିତ ଲୋକମାନେ ଯେପରି ଏହା ଜାଣିବେ, ଏଥିପାଇଁ ଏହି ବାକ୍ୟ ପ୍ରହରୀଗଣର ଆଦେଶରେ ଓ ଏହି ଦାବୀ ପବିତ୍ରଗଣର ବାକ୍ୟ ଦ୍ୱାରା ହୋଇଅଛି।’
L'arrêt en est délibéré par ceux qui veillent, et l'événement est dans la sentence des Saints, afin que les vivants sachent que le Très-Haut a la domination sur la royauté de l'homme, et qu'il la confère à qui Il veut, et qu'il y élève le plus abject des hommes.
18 ମୁଁ ରାଜା ନବୂଖଦ୍‍ନିତ୍ସର ଏହି ସ୍ୱପ୍ନ ଦେଖିଅଛି; ଏବେ ହେ ବେଲ୍‍ଟଶତ୍ସର, ତୁମ୍ଭେ ଅର୍ଥ ଜଣାଅ, କାରଣ ମୋʼ ରାଜ୍ୟସ୍ଥ ସମସ୍ତ ବିଦ୍ୱାନ୍‍ ଲୋକ ତହିଁର ଅର୍ଥ ମୋତେ ଜଣାଇବାକୁ ଅକ୍ଷମ ଅଟନ୍ତି; ମାତ୍ର ତୁମ୍ଭେ ସକ୍ଷମ ଅଟ, କାରଣ ତୁମ୍ଭ ଅନ୍ତରେ ପବିତ୍ର ଦେବଗଣର ଆତ୍ମା ଅଛନ୍ତି।”
Tel est le songe que j'eus, moi, le roi Nébucadnézar; et toi, Beltsazar, donnes-en l'interprétation, puisque tous les sages de mon empire sont incapables de m'en faire connaître le sens; mais toi, tu le peux, car l'esprit des dieux saints est en toi.
19 ତହିଁରେ ବେଲ୍‍ଟଶତ୍ସର ନାମକ ଦାନିୟେଲ କ୍ଷଣକାଳ ଚମତ୍କୃତ ହୋଇ ରହିଲେ ଓ ତାଙ୍କର ଭାବନା ତାଙ୍କୁ ବ୍ୟାକୁଳିତ କଲା। ରାଜା ଉତ୍ତର କରି କହିଲା, “ହେ ବେଲ୍‍ଟଶତ୍ସର, ସେହି ସ୍ୱପ୍ନ ଅବା ତହିଁର ଅର୍ଥ ତୁମ୍ଭଙ୍କୁ ବ୍ୟାକୁଳିତ ନ କରୁ।” ବେଲ୍‍ଟଶତ୍ସର ଉତ୍ତର କରି କହିଲେ, “ହେ ମୋର ପ୍ରଭୁ, ଯେଉଁମାନେ ଆପଣଙ୍କୁ ଘୃଣା କରନ୍ତି, ସେମାନଙ୍କ ପାଇଁ ଏହି ସ୍ୱପ୍ନ ହେଉ ଓ ଆପଣଙ୍କ ବିପକ୍ଷମାନଙ୍କ ପ୍ରତି ତହିଁର ଅର୍ଥ ଘଟୁ।
Alors Daniel, nommé Beltsazar, demeura un moment interdit, et ses pensées le troublaient. Le roi prit la parole et dit: Beltsazar, que le songe et l'interprétation ne te troublent pas! Beltsazar répondit et dit: Mon Seigneur, que le songe s'applique à tes ennemis, et son interprétation à tes adversaires!
20 ଆପଣ ଯେଉଁ ବୃକ୍ଷ ଦେଖିଲେ, ଯାହା ବଢ଼ି ବଳବାନ ହେଲା, ଯହିଁର ଉଚ୍ଚତା ଗଗନସ୍ପର୍ଶୀ ଓ ସମୁଦାୟ ପୃଥିବୀରେ ଦୃଶ୍ୟମାନ ହେଲା;
L'arbre que tu as vu, qui était grand et vigoureux, et dont la hauteur atteignait au ciel, et qui était vu sur toute la terre,
21 ଯାହାର ପତ୍ରସବୁ ସୁନ୍ଦର ଓ ଫଳ ଅନେକ ଥିଲା ଓ ଯହିଁରେ ସମସ୍ତଙ୍କ ପାଇଁ ଖାଦ୍ୟ ଥିଲା; ଯହିଁର ତଳେ କ୍ଷେତ୍ରସ୍ଥ ପଶୁମାନେ ବାସ କଲେ, ଯହିଁର ଶାଖାମାନର ଉପରେ ଆକାଶସ୍ଥ ପକ୍ଷୀଗଣର ବସତି ଥିଲା;
et dont le feuillage était beau et les fruits abondants, et qui avait une nourriture pour tous, sous lequel s'abritaient les animaux des campagnes, et dont les oiseaux du ciel habitaient les branches,
22 ହେ ମହାରାଜ, ସେହି ବୃକ୍ଷ ଆପଣ ଅଟନ୍ତି, ଆପଣ ବୃଦ୍ଧି ପାଇ ବଳବାନ ହୋଇଅଛନ୍ତି; କାରଣ ଆପଣଙ୍କର ମହତ୍ତ୍ୱ ବୃଦ୍ଧି ପାଇଅଛି ଓ ତାହା ଗଗନ ସ୍ପର୍ଶ କରୁଅଛି ଓ ଆପଣଙ୍କର କର୍ତ୍ତୃତ୍ୱ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ବ୍ୟାପିଅଛି।
c'est toi, ô roi qui es grand et puissant, et dont la grandeur est immense et atteint au ciel, et dont l'empire s'étend jusqu'au bout de la terre.
23 ପୁଣି, ଆପଣ ଯେ ଦେଖିଲେ, ସ୍ୱର୍ଗରୁ ଏକ ପ୍ରହରୀ ଓ ପବିତ୍ର ପୁରୁଷ ଓହ୍ଲାଇ ଆସି କହିଲେ, ଏ ବୃକ୍ଷକୁ ଛେଦନ କରି ବିନଷ୍ଟ କର; ତଥାପି ଭୂମିରେ ତହିଁର ମୂଳ-ଗଣ୍ଡିକୁ ଲୌହ ଓ ପିତ୍ତଳ ବେଡ଼ିରେ ବାନ୍ଧି କ୍ଷେତ୍ରସ୍ଥ କୋମଳ ତୃଣ ମଧ୍ୟରେ ରଖ; ଆଉ, ତାହା ଆକାଶର କାକରରେ ତିନ୍ତୁ ଓ ତାହା ଉପରେ ସାତ କାଳ ବହିଯିବା ପର୍ଯ୍ୟନ୍ତ କ୍ଷେତ୍ରସ୍ଥ ପଶୁଗଣର ସହିତ ତାହାର ଅଂଶ ହେଉ।
Et si le roi a vu l'un des Saints vigilants descendu du ciel et disant: Coupez l'arbre, et abîmez-le, cependant laissez en terre la souche de ses racines, mais dans des chaînes de fer et d'airain, au milieu de la verdure des campagnes, et qu'il soit trempé de la rosée du ciel, et qu'il entre en part avec les bêtes des champs, jusqu'à ce que le temps ait passé sept fois sur lui,
24 ହେ ମହାରାଜ, ଏହାର ଅର୍ଥ ଏହି, ଆଉ ମୋର ପ୍ରଭୁ ମହାରାଜାଙ୍କ ବିଷୟରେ ସର୍ବୋପରିସ୍ଥଙ୍କର ନିରୂପଣ ଏହି।
voici ce que cela signifie, ô roi, et c'est ici l'arrêt du Très-Haut qui s'adresse au roi, mon Seigneur:
25 ଆପଣ ମନୁଷ୍ୟମାନଙ୍କ ମଧ୍ୟରୁ ଦୂରୀକୃତ ହେବେ ଓ କ୍ଷେତ୍ରସ୍ଥ ପଶୁମାନଙ୍କ ସଙ୍ଗରେ ଆପଣଙ୍କର ବସତି ହେବ, ବଳଦର ନ୍ୟାୟ ଆପଣଙ୍କୁ ତୃଣଭୋଜୀ କରାଯିବ, ଆଉ ଆପଣ ଆକାଶର କାକରରେ ତିନ୍ତିବ, ଏହିରୂପେ ଆପଣଙ୍କ ଉପରେ ସାତ କାଳ ବହିଯିବ; ଶେଷରେ ଯେ ସର୍ବୋପରିସ୍ଥ, ସେ ଯେ ମନୁଷ୍ୟମାନଙ୍କ ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ଯାହାକୁ ତାହା ଦେବାକୁ ଇଚ୍ଛା କରିବେ, ତାହାକୁ ସେ ତାହା ଦିଅନ୍ତି, ଏହା ଆପଣ ଜାଣିବେ।
On te chassera du milieu des hommes, et tu demeureras avec les bêtes des champs, et on te donnera, comme au bœuf, de l'herbe à manger, et tu seras trempé de la rosée du ciel, et le temps passera sept fois sur toi, jusqu'à ce que tu reconnaisses que le Très-Haut a la domination sur la royauté de l'homme, et qu'il la confère à qui Il veut.
26 ଆହୁରି, ବୃକ୍ଷର ମୂଳ-ଗଣ୍ଡି ଛାଡ଼ିବା ପାଇଁ ଆଜ୍ଞା ଦିଆ ଯିବାର ଅର୍ଥ ଏହି; ସ୍ୱର୍ଗ ହିଁ କର୍ତ୍ତୃତ୍ୱ କରଇ, ଏହା ଆପଣ ଜାଣିଲା ଉତ୍ତାରେ ଆପଣଙ୍କ ରାଜ୍ୟ ଆପଣଙ୍କ ପ୍ରତି ନିଶ୍ଚିତ ହେବ।
Ce qui a été dit de laisser la souche des racines de l'arbre, c'est que ta royauté te sera restituée dès que tu auras reconnu qu'il règne dans le ciel.
27 ଏହେତୁ ହେ ମହାରାଜ, ମୋର ପରାମର୍ଶ ଆପଣଙ୍କ ନିକଟରେ ଗ୍ରାହ୍ୟ ହେଉ, ଆଉ ଆପଣ ଧାର୍ମିକତା ଦ୍ୱାରା ଆପଣା ପାପସକଳ ଓ ଦରିଦ୍ରମାନଙ୍କ ପ୍ରତି ଦୟା ଦେଖାଇବା ଦ୍ୱାରା ଆପଣା ଅଧର୍ମସକଳ ଦୂର କରନ୍ତୁ; ତାହାହେଲେ ହୋଇପାରେ, ଆପଣଙ୍କ ଶାନ୍ତିର କାଳ ବୃଦ୍ଧି ପାଇବ।”
Aussi, ô roi, que mon conseil soit agréé de toi, et rachète tes péchés par la justice, et ton iniquité par la compassion envers les pauvres, si peut-être ta prospérité se prolonge.
28 ରାଜା ନବୂଖଦ୍‍ନିତ୍ସର ପ୍ରତି ଏହିସବୁ ଘଟିଲା।
Tout cela est arrivé au roi Nébucadnézar.
29 ବାର ମାସର ଶେଷରେ ସେ ବାବିଲର ରାଜପ୍ରାସାଦରେ ବୁଲୁଥିଲା।
Au bout de douze mois il se promenait dans son palais royal à Babel:
30 “ରାଜା ଏହି କଥା କହିଲା, ମୁଁ ଆପଣା ବଳର ପ୍ରଭାବରେ ଓ ଆପଣା ପ୍ରତାପର ମହିମା ନିମନ୍ତେ ରାଜଧାନୀ କରିବା ପାଇଁ ଯାହା ନିର୍ମାଣ କରିଅଛି, ଏହି କି ସେହି ମହତୀ ବାବିଲ ନୁହେଁ?”
le roi prit la parole et dit: N'est-ce pas là cette vaste Babel que j'ai bâtie, pour être une résidence royale, par ma grande puissance, et à la gloire de ma majesté?
31 ରାଜାର ମୁଖରେ ଏହି କଥା ଥାଉ ଥାଉ ଏହି ସ୍ୱର୍ଗୀୟ ବାଣୀ ହେଲା, “ହେ ରାଜନ୍‍ ନବୂଖଦ୍‍ନିତ୍ସର, ତୁମ୍ଭକୁ ଏହି କଥା କୁହାଯାଉଅଛି, ତୁମ୍ଭଠାରୁ ରାଜ୍ୟ ଗଲା।
Le mot était encore dans la bouche du roi, qu'une voix descendit du ciel: Il t'est dit, ô roi Nébucadnézar: La royauté t'est ôtée!
32 ପୁଣି, ତୁମ୍ଭେ ମନୁଷ୍ୟମାନଙ୍କ ମଧ୍ୟରୁ ଦୂରୀକୃତ ହେବ ଓ କ୍ଷେତ୍ରସ୍ଥ ପଶୁମାନଙ୍କ ସଙ୍ଗରେ ତୁମ୍ଭର ବସତି ହେବ; ବଳଦ ନ୍ୟାୟ ତୁମ୍ଭକୁ ତୃଣଭୋଜୀ କରାଯିବ, ଏହିରୂପେ ତୁମ୍ଭ ଉପରେ ସାତ କାଳ ବହିଯିବ; ଶେଷରେ ଯେ ସର୍ବୋପରିସ୍ଥ, ସେ ଯେ ମନୁଷ୍ୟମାନଙ୍କ ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ଯାହାକୁ ତାହାଙ୍କର ଇଚ୍ଛା, ତାହାକୁ ସେ ତାହା ଦିଅନ୍ତି, ଏହା ତୁମ୍ଭେ ଜାଣିବ।”
et on te chassera du milieu des hommes, et tu demeureras avec les bêtes des champs, on te donnera, comme au bœuf, de l'herbe à manger, et le temps passera sept fois sur toi, jusqu'à ce que tu reconnaisses que le Très-Haut a la domination sur la royauté de l'homme, et qu'il la confère à qui Il veut.
33 ସେହି ଦଣ୍ଡରେ ନବୂଖଦ୍‍ନିତ୍ସର ପ୍ରତି ସେହି କଥା ସଫଳ ହେଲା; ଆଉ, ସେ ମନୁଷ୍ୟମାନଙ୍କ ମଧ୍ୟରୁ ଦୂରୀକୃତ ହୋଇ ବଳଦ ନ୍ୟାୟ ତୃଣ ଭୋଜନ କଲା, ଆଉ ତାହାର ଶରୀର ଆକାଶର କାକରରେ ତିନ୍ତିଲା, ଶେଷରେ ତାହାର କେଶ ଉତ୍କ୍ରୋଶ ପକ୍ଷୀର ପର ତୁଲ୍ୟ ଓ ତାହାର ନଖ ପକ୍ଷୀର ନଖ ତୁଲ୍ୟ ବଢ଼ିଲା।
Au même instant la parole s'accomplit sur Nébucadnézar, et il fut chassé du milieu des hommes, et on lui donna, comme au bœuf, de l'herbe à manger, et son corps fut trempé de la rosée du ciel, jusqu'à ce que ses cheveux crussent, comme aux aigles, et ses ongles, comme aux oiseaux.
34 ଏଥିଉତ୍ତାରେ ସେହି ସମୟର ଶେଷରେ ମୁଁ ନବୂଖଦ୍‍ନିତ୍ସର ସ୍ୱର୍ଗ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କଲି, ତହିଁରେ ମୋର ବୁଦ୍ଧି ମୋʼ କତିକି ଫେରି ଆସିଲା, ତହୁଁ ମୁଁ ସର୍ବୋପରିସ୍ଥଙ୍କର ଧନ୍ୟବାଦ କଲି ଓ ଯେ ଅନନ୍ତଜୀବୀ, ତାହାଙ୍କର ପ୍ରଶଂସା ଓ ସମାଦର କଲି; କାରଣ ତାହାଙ୍କର କର୍ତ୍ତୃତ୍ୱ ଅନନ୍ତକାଳୀନ ଓ ତାହାଙ୍କର ରାଜ୍ୟ ପୁରୁଷାନୁକ୍ରମେ ଥାଏ।
Mais à l'expiration du temps, moi Nébucadnézar, j'élevai mes yeux vers le ciel, et la connaissance me revint, et je bénis le Très-Haut, et je louai et magnifiai Celui qui vit éternellement, dont l'empire est un empire éternel, et dont la royauté dure à travers tous les âges.
35 ପୁଣି, ପୃଥିବୀନିବାସୀ ସମସ୍ତେ ଅବସ୍ତୁ ତୁଲ୍ୟ ଗଣିତ; ଆଉ ସେ ସ୍ୱର୍ଗୀୟ ସୈନ୍ୟଗଣ ମଧ୍ୟରେ ଓ ପୃଥିବୀର ନିବାସୀଗଣର ମଧ୍ୟରେ ଆପଣା ଇଚ୍ଛାନୁସାରେ କାର୍ଯ୍ୟ କରନ୍ତି; ଆଉ, କେହି ତାହାଙ୍କର ହସ୍ତ ସ୍ଥଗିତ କରି ନ ପାରେ ଓ “ତୁମ୍ଭେ କʼଣ କରୁଅଛ” ଏହା ତାହାଙ୍କୁ କହି ନ ପାରେ।
Auprès de lui tous les habitants de la terre sont réputés néant, et Il en agit à son gré avec l'armée du ciel et les habitants de la terre, et il n'en est aucun qui puisse retenir sa main et lui dire: Que fais-tu?
36 ସେହି ସମୟରେ ମୋʼ ବୁଦ୍ଧି ମୋʼ କତିକି ଫେରି ଆସିଲା ଓ ମୋʼ ରାଜ୍ୟର ଗୌରବ ନିମନ୍ତେ ମୋର ପ୍ରତାପ ଓ ତେଜ ମୋʼ କତିକି ଫେରି ଆସିଲା; ତହିଁରେ ମୋର ମନ୍ତ୍ରୀ ଓ ଅମାତ୍ୟଗଣ ମୋର ଅନ୍ୱେଷଣ କଲେ; ପୁଣି, ମୁଁ ଆପଣା ରାଜ୍ୟରେ ସ୍ଥାପିତ ହେଲି ଓ ମୋର ମହିମା ଅତିଶୟ ବୃଦ୍ଧି ପାଇଲା।
Dans ce temps-là, la connaissance me revint, et à la gloire de mon empire, de ma majesté et de ma splendeur elle me revint, et mes conseillers et mes grands vinrent me chercher, et je fus rétabli sur mon trône, et j'obtins un grand accroissement de grandeur.
37 ଏଣୁ ମୁଁ ନବୂଖଦ୍‍ନିତ୍ସର ସେହି ସ୍ୱର୍ଗସ୍ଥ ରାଜାଙ୍କର ପ୍ରଶଂସା, ପ୍ରତିଷ୍ଠା ଓ ସମାଦର କରୁଅଛି; କାରଣ ତାହାଙ୍କର ସକଳ କ୍ରିୟା ସତ୍ୟ ଓ ତାହାଙ୍କର ପଥସକଳ ନ୍ୟାଯ୍ୟ; ପୁଣି, ଯେଉଁମାନେ ଗର୍ବାଚରଣ କରନ୍ତି, ସେମାନଙ୍କୁ ନତ କରିବାକୁ ତାହାଙ୍କର କ୍ଷମତା ଅଛି।
Maintenant, moi Nébucadnézar, je loue et j'exalte et je magnifie le Roi du ciel, car toute son action est vérité, et ses voies, justice, et Il peut abaisser ceux qui suivent la voie de l'orgueil.

< ଦାନିୟେଲ 4 >