< ଦାନିୟେଲ 9 >

1 ମାଦୀୟ ବଂଶଜାତ ଅକ୍ଷଶ୍ୱେରଶର ପୁତ୍ର ଯେ ଦାରୀୟାବସ କଲ୍‍ଦୀୟ ରାଜ୍ୟ ଉପରେ ରାଜା ନିଯୁକ୍ତ ହୋଇଥିଲା, ତାହାର ପ୍ରଥମ ବର୍ଷରେ।
In anno primo Darii filii Assueri de semine Medorum, qui imperavit super regnum Chaldaeorum:
2 ତାହାର ଶାସନ କାଳର ପ୍ରଥମ ବର୍ଷରେ ମୁଁ, ଦାନିୟେଲ, ଶାସ୍ତ୍ର ଦ୍ୱାରା ବର୍ଷର ସଂଖ୍ୟା, ଅର୍ଥାତ୍‍, ଯିରୂଶାଲମର ଉଚ୍ଛିନ୍ନତାର ସମୟ ସତୁରି ବର୍ଷ ହେବା ବିଷୟରେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କର ନିକଟରେ ଉପସ୍ଥିତ ହୋଇଥିଲା, ତାହା ମୁଁ ବୁଝିଲି।
Anno uno regni eius, ego Daniel intellexi in libris numerum annorum, de quo factus est sermo Domini ad Ieremiam prophetam, ut complerentur desolationis Ierusalem septuaginta anni.
3 ଏଣୁ ମୁଁ ଉପବାସ, ଚଟ ପରିଧାନ ଓ ଭସ୍ମ ଲେପନ କରି ପ୍ରାର୍ଥନା ଓ ବିନତି ଦ୍ୱାରା ପ୍ରଭୁ ପରମେଶ୍ୱରଙ୍କର ଅନ୍ଵେଷଣ କରିବା ପାଇଁ ତାହାଙ୍କ ପ୍ରତି ଦୃଷ୍ଟି କଲି।
Et posui faciem meam ad Dominum Deum meum rogare et deprecari in ieiuniis, sacco, et cinere.
4 ପୁଣି, ମୁଁ ସଦାପ୍ରଭୁ ମୋର ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କଲି ଓ ପାପ ସ୍ୱୀକାର କରି କହିଲି, “ହେ ପ୍ରଭୁ, ତୁମ୍ଭେ ମହାନ ଓ ଭୟାନକ ପରମେଶ୍ୱର, ଯେଉଁମାନେ ତୁମ୍ଭଙ୍କୁ ପ୍ରେମ କରନ୍ତି ଓ ତୁମ୍ଭର ଆଜ୍ଞା ପାଳନ କରନ୍ତି, ତୁମ୍ଭେ ସେମାନଙ୍କ ପ୍ରତି ନିୟମ ଓ ଦୟା ରକ୍ଷା କରିଥାଅ।
Et oravi Dominum Deum meum, et confessus sum, et dixi: Obsecro Domine Deus magne et terribilis, custodiens pactum, et misericordiam diligentibus te, et custodientibus mandata tua.
5 ଆମ୍ଭେମାନେ ପାପ ଓ କୁଟିଳାଚରଣ କରିଅଛୁ ଓ ଦୁଷ୍କର୍ମ କରି ବିଦ୍ରୋହୀ ହୋଇଅଛୁ, ଆଉ ତୁମ୍ଭର ବିଧି ଓ ଶାସନର ପଥ ତ୍ୟାଗ କରିଅଛୁ।
Peccavimus, iniquitatem fecimus, impie egimus, et recessimus: et declinavimus a mandatis tuis, ac iudiciis.
6 ପୁଣି, ତୁମ୍ଭର ଯେଉଁ ଦାସ ଭବିଷ୍ୟଦ୍‍ବକ୍ତାଗଣ ଆମ୍ଭମାନଙ୍କର ରାଜାଗଣକୁ, ଆମ୍ଭମାନଙ୍କର ଅଧିପତିଗଣକୁ ଓ ଆମ୍ଭମାନଙ୍କର ପୂର୍ବପୁରୁଷଗଣକୁ ଓ ଦେଶସ୍ଥ ଲୋକସମୂହକୁ ତୁମ୍ଭ ନାମରେ କଥା କହିଲେ, ସେମାନଙ୍କ ପ୍ରତି ଆମ୍ଭେମାନେ କର୍ଣ୍ଣପାତ କରି ନାହୁଁ।
Non obedivimus servis tuis prophetis, qui locuti sunt in nomine tuo regibus nostris, principibus nostris, patribus nostris, omnique populo terrae.
7 ହେ ପ୍ରଭୁ ଧାର୍ମିକତା ତୁମ୍ଭର ଅଟେ, ମାତ୍ର ଆଜିକାର ନ୍ୟାୟ ମୁଖର ବିବର୍ଣ୍ଣତା ଆମ୍ଭମାନଙ୍କର; ତୁମ୍ଭ ବିରୁଦ୍ଧରେ କୃତ ସତ୍ୟ-ଲଙ୍ଘନ ସକାଶୁ ଯିହୁଦାର ଲୋକ ଓ ଯିରୂଶାଲମ ନିବାସୀଗଣ ଓ ତୁମ୍ଭ ଦ୍ୱାରା ତାଡ଼ିତ ସକଳ ଦେଶସ୍ଥ ନିକଟବର୍ତ୍ତୀ ଓ ଦୂରବର୍ତ୍ତୀ ସମସ୍ତ ଇସ୍ରାଏଲ ଲୋକ (ବିବର୍ଣ୍ଣତାର ପାତ୍ର)।
Tibi Domine iustitia: nobis autem confusio faciei, sicut est hodie viro Iuda, et habitatoribus Ierusalem, et omni Israel, his qui prope sunt, et his qui procul in universis terris, ad quas eiecisti eos propter iniquitates eorum, in quibus peccaverunt in te.
8 ହେ ସଦାପ୍ରଭୁ, ମୁଖର ବିବର୍ଣ୍ଣତା ଆମ୍ଭମାନଙ୍କର, ଆମ୍ଭମାନଙ୍କ ରାଜାଗଣର, ଆମ୍ଭମାନଙ୍କ ଅଧିପତିଗଣର ଓ ଆମ୍ଭମାନଙ୍କ ପୂର୍ବପୁରୁଷଗଣର ଅଟେ, କାରଣ ଆମ୍ଭେମାନେ ତୁମ୍ଭ ବିରୁଦ୍ଧରେ ପାପ କରିଅଛୁ।
Domine nobis confusio faciei, regibus nostris, principibus nostris, et patribus nostris, qui peccaverunt.
9 ବିବିଧ ଦୟା ଓ କ୍ଷମା ଆମ୍ଭମାନଙ୍କ ପ୍ରଭୁ ପରମେଶ୍ୱରଙ୍କର ଅଟେ; କାରଣ ଆମ୍ଭେମାନେ ତାହାଙ୍କ ବିରୁଦ୍ଧରେ ବିଦ୍ରୋହାଚରଣ କରିଅଛୁ
Tibi autem Domino Deo nostro misericordia, et propitiatio, quia recessimus a te:
10 ଓ ସେ ଆପଣା ଭବିଷ୍ୟଦ୍‍ବକ୍ତାଗଣ ଦ୍ୱାରା ଆପଣାର ଯେଉଁ ବ୍ୟବସ୍ଥା ସକଳ ଆମ୍ଭମାନଙ୍କ ସମ୍ମୁଖରେ ରଖିଲେ, ତଦନୁସାରେ ଆଚରଣ କରିବା ପାଇଁ ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ରବରେ ମନୋଯୋଗ କରି ନାହୁଁ।
et non audivimus vocem Domini Dei nostri ut ambularemus in lege eius, quam posuit nobis per servos suos prophetas.
11 ହଁ, ସମୁଦାୟ ଇସ୍ରାଏଲ ତୁମ୍ଭର ବ୍ୟବସ୍ଥା ଲଙ୍ଘନ କରିଅଛନ୍ତି, ତୁମ୍ଭର ରବରେ ଯେପରି ସେମାନେ ମନୋଯୋଗ ନ କରିବେ, ଏଥିପାଇଁ ସେମାନେ ବିପଥଗାମୀ ହୋଇଅଛନ୍ତି, ଏହି କାରଣରୁ ଅଭିଶାପ ଓ ପରମେଶ୍ୱରଙ୍କ ସେବକ ମୋଶାଙ୍କ ବ୍ୟବସ୍ଥାରେ ଲିଖିତ ଶପଥ ଆମ୍ଭମାନଙ୍କ ଉପରେ ଢଳା ଯାଇଅଛି; କାରଣ ଆମ୍ଭେମାନେ ତାହାଙ୍କ ବିରୁଦ୍ଧରେ ପାପ କରିଅଛୁ।
Et omnis Israel praevaricati sunt legem tuam, et declinaverunt ne audirent vocem tuam, et stillavit super nos maledictio, et detestatio, quae scripta est in libro Moysi servi Dei, quia peccavimus ei.
12 ପୁଣି, ସେ ଆମ୍ଭମାନଙ୍କ ଉପରେ ମହା ଅମଙ୍ଗଳ ଘଟାଇବା ଦ୍ୱାରା ଆମ୍ଭମାନଙ୍କ ବିରୁଦ୍ଧରେ ଓ ଯେଉଁ ବିଚାରକର୍ତ୍ତାଗଣ ଆମ୍ଭମାନଙ୍କର ବିଚାର କଲେ, ସେମାନଙ୍କ ବିରୁଦ୍ଧରେ ଯାହା କହିଥିଲେ, ଆପଣାର ସେହି ବାକ୍ୟ ସେ ସଫଳ କରିଅଛନ୍ତି; କାରଣ ଯିରୂଶାଲମ ପ୍ରତି ଯାହା କରାଯାଇଅଛି, ସମୁଦାୟ ଆକାଶମଣ୍ଡଳ ତଳେ ସେପରି କରାଯାଇ ନାହିଁ।
Et statuit sermones suos, quos locutus est super nos, et super principes nostros, qui iudicaverunt nos, ut superinduceret in nos magnum malum, quale numquam fuit sub omni caelo, secundum quod factum est in Ierusalem.
13 ମୋଶାଙ୍କ ବ୍ୟବସ୍ଥାର ଲିଖନାନୁସାରେ ଏହିସବୁ ଅମଙ୍ଗଳ ଆମ୍ଭମାନଙ୍କ ପ୍ରତି ଘଟିଅଛି; ତଥାପି ଆମ୍ଭେମାନେ ଆପଣା ଆପଣା ଅଧର୍ମରୁ ଫେରିବା ପାଇଁ ଓ ତୁମ୍ଭର ସତ୍ୟତା ବୁଝିବା ପାଇଁ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ବିନତି କରି ନାହୁଁ।
Sicut scriptum est in lege Moysi, omne malum hoc venit super nos: et non rogavimus faciem tuam Domine Deus noster, ut reverteremur ab iniquitatibus nostris, et cogitaremus veritatem tuam.
14 ଏନିମନ୍ତେ ସଦାପ୍ରଭୁ ଅମଙ୍ଗଳାର୍ଥେ ଜାଗ୍ରତ ହୋଇ ଆମ୍ଭମାନଙ୍କ ପ୍ରତି ତାହା ଘଟାଇଅଛନ୍ତି; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯାହା ଯାହା କରନ୍ତି, ଆପଣାର ସେହି ସକଳ କାର୍ଯ୍ୟରେ ସେ ଧାର୍ମିକ ଅଟନ୍ତି, ମାତ୍ର ଆମ୍ଭେମାନେ ତାହାଙ୍କ ରବରେ ମନୋଯୋଗ କରି ନାହୁଁ।
Et vigilavit Dominus super malitiam, et adduxit eam super nos: iustus Dominus Deus noster in omnibus operibus suis, quae fecit: non enim audivimus vocem eius.
15 ଏଣୁ ଏବେ ହେ ପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭେ ବଳବାନ ହସ୍ତ ଦ୍ୱାରା ମିସର ଦେଶରୁ ଆପଣା ଲୋକମାନଙ୍କୁ ବାହାର କରି ଆଣି ଆଜିକାର ନ୍ୟାୟ କୀର୍ତ୍ତି ଲାଭ କରିଅଛ; ଆମ୍ଭେମାନେ ପାପ କରିଅଛୁ, ଆମ୍ଭେମାନେ ଦୁଷ୍କର୍ମ କରିଅଛୁ।
Et nunc Domine Deus noster, qui eduxisti populum tuum de Terra Aegypti in manu forti, et fecisti tibi nomen secundum diem hanc: peccavimus, iniquitatem fecimus.
16 ହେ ପ୍ରଭୁ, ବିନୟ କରେ, ତୁମ୍ଭର ସମସ୍ତ ଧାର୍ମିକତାନୁସାରେ, ତୁମ୍ଭର ନଗର ଯିରୂଶାଲମ, ତୁମ୍ଭର ପବିତ୍ର ପର୍ବତ ପ୍ରତି ତୁମ୍ଭର କ୍ରୋଧ ଓ କୋପ ନିବୃତ୍ତ ହେଉ; କାରଣ ଆମ୍ଭମାନଙ୍କର ପାପ ଓ ଆମ୍ଭମାନଙ୍କର ପୂର୍ବପୁରୁଷଗଣର ଅଧର୍ମ ସକାଶୁ ଯିରୂଶାଲମ ଓ ତୁମ୍ଭର ଲୋକମାନେ ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥିତ ଲୋକଙ୍କର ନିନ୍ଦାର ପାତ୍ର ହୋଇଅଛନ୍ତି।
Domine in omnem iustitiam tuam: avertatur obsecro ira tua, et furor tuus a civitate tua Ierusalem, et a monte sancto tuo. Propter peccata enim nostra, et iniquitates patrum nostrorum, Ierusalem, et populus tuus in opprobrium sunt omnibus per circuitum nostrum.
17 ଏହେତୁ ହେ ଆମ୍ଭମାନଙ୍କର ପରମେଶ୍ୱର, ଏବେ ତୁମ୍ଭ ଦାସର ପ୍ରାର୍ଥନା ଓ ବିନତିରେ କର୍ଣ୍ଣପାତ କର ଓ ତୁମ୍ଭର ଏହି ଯେଉଁ ଧର୍ମଧାମ ଧ୍ୱଂସିତ ହୋଇଅଛି, ତହିଁ ପ୍ରତି ପ୍ରଭୁଙ୍କ ସକାଶେ ଆପଣା ମୁଖ ପ୍ରସନ୍ନ କର।
Nunc ergo exaudi Deus noster orationem servi tui, et preces eius: et ostende faciem tuam super sanctuarium tuum, quod desertum est propter temetipsum.
18 ହେ ମୋର ପରମେଶ୍ୱର, କର୍ଣ୍ଣ ଡେରି ଶୁଣ; ଆପଣା ଚକ୍ଷୁ ମେଲି ଆମ୍ଭମାନଙ୍କର ଉଚ୍ଛିନ୍ନତା ପ୍ରତି ଓ ତୁମ୍ଭ ନାମରେ ଖ୍ୟାତ ଏହି ନଗର ପ୍ରତି ଦୃଷ୍ଟିପାତ କର; କାରଣ ଆମ୍ଭେମାନେ ନିଜ ଧାର୍ମିକତା ସକାଶୁ ନୁହେଁ, ମାତ୍ର ତୁମ୍ଭର ମହାଦୟା ସକାଶୁ ତୁମ୍ଭ ଛାମୁରେ ଆମ୍ଭମାନଙ୍କର ନିବେଦନ ଉତ୍ସର୍ଗ କରୁଅଛୁ।
Inclina Deus meus aurem tuam, et audi: aperi oculos tuos, et vide desolationem nostram, et civitatem, super quam invocatum est nomen tuum: neque enim in iustificationibus nostris prosternimus preces ante faciem tuam, sed in miserationibus tuis multis:
19 ହେ ପ୍ରଭୁ, ଶୁଣ; ହେ ପ୍ରଭୁ, କ୍ଷମା କର; ହେ ପ୍ରଭୁ, ମନୋଯୋଗ କରି କର୍ମ କର; ବିଳମ୍ବ ନ କର; ହେ ମୋʼ ର ପରମେଶ୍ୱର, ନିଜ ସକାଶେ କର୍ମ କର, କାରଣ ତୁମ୍ଭର ନଗର ଓ ତୁମ୍ଭର ଲୋକମାନେ ତୁମ୍ଭ ନାମରେ ଖ୍ୟାତ ଅଟନ୍ତି।”
Exaudi Domine, placare Domine: attende et fac: ne moreris propter temetipsum Deus meus: quia nomen tuum invocatum est super civitatem, et super populum tuum.
20 ଏହିରୂପେ ମୁଁ ନିବେଦନ ଓ ପ୍ରାର୍ଥନା କରୁଥିଲି, ପୁଣି ମୋʼ ର ପାପ ଓ ମୋʼ ର ଇସ୍ରାଏଲ ଲୋକଙ୍କର ପାପ ସ୍ୱୀକାର କରୁଥିଲି, ଆଉ ମୋʼ ପରମେଶ୍ୱରଙ୍କ ପବିତ୍ର ପର୍ବତ ନିମନ୍ତେ ସଦାପ୍ରଭୁ ମୋʼ ପରମେଶ୍ୱରଙ୍କ ଛାମୁରେ ଆପଣା ନିବେଦନ ଉତ୍ସର୍ଗ କରୁଥିଲି;
Cumque adhuc loquerer, et orarem, et confiterer peccata mea, et peccata populi mei Israel, et prosternerem preces meas in conspectu Dei mei, pro monte sancto Dei mei:
21 ଏପରି ମୁଁ ପ୍ରାର୍ଥନା କରି କଥା କହୁ କହୁ ଆଦ୍ୟରେ ଦର୍ଶନରେ ମୁଁ ଯାହାଙ୍କୁ ଦେଖିଥିଲି, ସେହି ପୁରୁଷ ଗାବ୍ରିଏଲ ଶୀଘ୍ର ଉଡ଼ିବା ପାଇଁ ଆଦେଶପ୍ରାପ୍ତ ହୋଇ ପ୍ରାୟ ସନ୍ଧ୍ୟାକାଳୀନ ନୈବେଦ୍ୟ ସମୟରେ ଆସି ମୋତେ ସ୍ପର୍ଶ କଲେ।
Adhuc me loquente in oratione, ecce vir Gabriel, quem videram in visione a principio, cito volans tetigit me in tempore sacrificii vespertini.
22 ପୁଣି, ସେ ମୋତେ ଶିକ୍ଷା ଦେଲେ ଓ ମୋʼ ସଙ୍ଗେ କଥାବାର୍ତ୍ତା କରି କହିଲେ, “ହେ ଦାନିୟେଲ, ମୁଁ ଏବେ ତୁମ୍ଭକୁ ବୁଦ୍ଧିର କୌଶଳ ଦେବାକୁ ଆସିଲି।
Et docuit me, et locutus est mihi, dixitque: Daniel nunc egressus sum ut docerem te, et intelligeres.
23 ତୁମ୍ଭର ବିନତିର ଆରମ୍ଭ ସମୟରେ ଆଜ୍ଞା ନିର୍ଗତ ହେଲା, ଆଉ ତୁମ୍ଭକୁ ଜଣାଇବା ପାଇଁ ମୁଁ ଆସିଅଛି, କାରଣ ତୁମ୍ଭେ ଅତ୍ୟନ୍ତ ପ୍ରିୟପାତ୍ର; ଏଥିପାଇଁ ଏ ବିଷୟ ବିବେଚନା କର ଓ ଦର୍ଶନ ବୁଝ।
Ab exordio precum tuarum egressus est sermo: ego autem veni ut indicarem tibi, quia vir desideriorum es: tu ergo animadverte sermonem, et intellige visionem.
24 ଆଜ୍ଞାଲଙ୍ଘନ ସମାପ୍ତ କରିବାକୁ ଓ ପାପର ଶେଷ କରିବାକୁ ଓ ଅଧର୍ମର ପ୍ରାୟଶ୍ଚିତ୍ତ କରିବାକୁ, ଆଉ ଅନନ୍ତକାଳସ୍ଥାୟୀ ଧର୍ମ ଆଣିବାକୁ, ପୁଣି ଦର୍ଶନ ଓ ଭବିଷ୍ୟଦ୍‍ବାକ୍ୟ ମୁଦ୍ରାଙ୍କିତ କରିବାକୁ ଓ ମହାପବିତ୍ର ସ୍ଥାନକୁ ଅଭିଷିକ୍ତ କରିବାକୁ ତୁମ୍ଭ ଲୋକଙ୍କର ଓ ତୁମ୍ଭ ପବିତ୍ର ନଗର ନିମନ୍ତେ ସତୁରି ସପ୍ତାହ ନିରୂପିତ ହୋଇଅଛି।
Septuaginta hebdomades abbreviatae sunt super populum tuum, et super urbem sanctam tuam ut consummetur praevaricatio, et finem accipiat peccatum, et deleatur iniquitas, et adducatur iustitia sempiterna, et impleatur visio, et prophetia, et ungatur Sanctus sanctorum.
25 ଏଥିପାଇଁ ତୁମ୍ଭେ ଜ୍ଞାତ ହୁଅ ଓ ବୁଝ ଯେ, ଯିରୂଶାଲମକୁ ପୁନଃସ୍ଥାପନ ଓ ନିର୍ମାଣ କରିବାର ଆଜ୍ଞା ପ୍ରକାଶ ହେବା ସମୟଠାରୁ ଅଧିପତି, ଅଭିଷିକ୍ତ ବ୍ୟକ୍ତିଙ୍କ ପର୍ଯ୍ୟନ୍ତ ସାତ ସପ୍ତାହ ହେବ; ପୁଣି, ସଙ୍କଟ କାଳରେ ହିଁ ତାହା ଛକ ଓ ପରିଖା ସହିତ ତିନି କୋଡ଼ି ଦୁଇ ସପ୍ତାହ ପୁନଃନିର୍ମିତ ହେବ।
Scito ergo, et animadverte: Ab exitu sermonis, ut iterum aedificetur Ierusalem, usque ad Christum ducem, hebdomades septem, et hebdomades sexaginta duae erunt: et rursum aedificabitur platea, et muri in angustia temporum.
26 ପୁଣି, ତିନି କୋଡ଼ି ଦୁଇ ସପ୍ତାହ ଉତ୍ତାରେ ଅଭିଷିକ୍ତ ବ୍ୟକ୍ତି ଉଚ୍ଛିନ୍ନ ହେବେ ଓ ସେ ଅକିଞ୍ଚନା ହେବେ; ଆଉ, ଆଗାମୀ ଅଧିପତିର ଲୋକମାନେ ନଗର ଓ ଧର୍ମଧାମ ନଷ୍ଟ କରିବେ ଓ ପ୍ଲାବନ ଦ୍ୱାରା ତାହାର ଶେଷ ହେବ, ପୁଣି ଶେଷ ପର୍ଯ୍ୟନ୍ତ ହିଁ ଯୁଦ୍ଧ ହେବ; ନାନା ଉଚ୍ଛିନ୍ନତା ନିରୂପିତ ହୋଇଅଛି।
Et post hebdomades sexaginta duas occidetur Christus: et non erit eius populus, qui eum negaturus est. Et civitatem, et sanctuarium dissipabit populus cum duce venturo: et finis eius vastitas, et post finem belli statuta desolatio.
27 ପୁଣି, ସେ ଏକ ସପ୍ତାହ ପର୍ଯ୍ୟନ୍ତ ଅନେକଙ୍କ ସହିତ ଦୃଢ଼ ନିୟମ କରିବ ଓ ସପ୍ତାହର ଅର୍ଦ୍ଧେକ କାଳ ଯଜ୍ଞ ଓ ନୈବେଦ୍ୟ ନିବୃତ୍ତ କରାଇବ; ଆଉ, ଘୃଣାଯୋଗ୍ୟ ବସ୍ତୁସକଳର ପକ୍ଷ ଉପରେ ବିନାଶକ ଜଣେ ଆସିବ; ପୁଣି, ନିରୂପିତ ସିଦ୍ଧି ପର୍ଯ୍ୟନ୍ତ ବିନାଶ କର ଉପରେ କ୍ରୋଧ ଢଳାଯିବ।”
Confirmabit autem pactum multis hebdomada una: et in dimidio hebdomadis deficiet hostia et sacrificium: et erit in templo abominatio desolationis: et usque ad consummationem et finem perseverabit desolatio.

< ଦାନିୟେଲ 9 >