< ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 26 >

1 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଧିକାରାର୍ଥେ ତୁମ୍ଭକୁ ଯେଉଁ ଦେଶ ଦେବେ, ତୁମ୍ଭେ ସେହି ଦେଶରେ ଉପସ୍ଥିତ ହୋଇ ତାହା ଅଧିକାର କରି ବାସ କଲେ;
و چون به زمینی که یهوه خدایت تو رانصیب می‌دهد داخل شدی، و در آن تصرف نموده، ساکن گردیدی،۱
2 ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଦତ୍ତ ଆପଣା ସେହି ଦେଶର ଭୂମିଜାତ ସମସ୍ତ ପ୍ରଥମ ଫଳରୁ କିଛି କିଛି ରଖିବ ଓ ଚାଙ୍ଗୁଡ଼ିରେ ତାହା ନେଇ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମ ପ୍ରତିଷ୍ଠା କରାଇବା ନିମନ୍ତେ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନକୁ ଗମନ କରିବ।
آنگاه نوبر تمامی حاصل زمین را که از زمینی که یهوه خدایت به تومی دهد، جمع کرده باشی بگیر، و آن را در سبدگذاشته، به مکانی که یهوه خدایت برگزیند تا نام خود را در آن ساکن گرداند، برو.۲
3 ପୁଣି ତୁମ୍ଭେ ତତ୍କାଳୀନ ଯାଜକ ନିକଟକୁ ଯାଇ ତାହାକୁ କହିବ, “ସଦାପ୍ରଭୁ ଆମ୍ଭମାନଙ୍କୁ ଯେଉଁ ଦେଶ ଦେବା ପାଇଁ ଆମ୍ଭମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଥିଲେ, ସେହି ଦେଶରେ ଆମ୍ଭେ ଉପସ୍ଥିତ ହୋଇଅଛୁ, ଏହା ଆଜି ଆମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସାକ୍ଷାତରେ ପ୍ରକାଶ କରୁଅଛୁ।”
و نزد کاهنی که در آن روزها باشد رفته، وی را بگو: «امروز برای یهوه خدایت اقرار می‌کنم که به زمینی که خداوندبرای پدران ما قسم خورد که به ما بدهد، داخل شده‌ام.»۳
4 ତହୁଁ ଯାଜକ ତୁମ୍ଭ ହସ୍ତରୁ ସେହି ଚାଙ୍ଗୁଡ଼ି ନେଇ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଯଜ୍ଞବେଦି ସମ୍ମୁଖରେ ରଖିବ।
و کاهن سبد را از دستت گرفته، پیش مذبح یهوه خدایت بگذارد.۴
5 ପୁଣି ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଉତ୍ତର ଦେଇ କହିବ, “ଏକ ଜଣ ଭ୍ରମଣକାରୀ ଅରାମୀୟ ଲୋକ ଆମ୍ଭର ପିତା ଥିଲା ଓ ସେ ଅଳ୍ପସଂଖ୍ୟକ ହୋଇ ମିସରକୁ ଯାଇ ପ୍ରବାସ କଲା; ପୁଣି ସେ ସ୍ଥାନରେ ସେ ମହାନ, ବଳବାନ ଓ ବହୁସଂଖ୍ୟକ ଏକ ଗୋଷ୍ଠୀ ହୋଇ ଉଠିଲା।
پس تو به حضوریهوه خدای خود اقرار کرده، بگو: «پدر من ارامی آواره بود، و با عددی قلیل به مصر فرود شده، درآنجا غربت پذیرفت، و در آنجا امتی بزرگ وعظیم و کثیر شد.۵
6 ତହିଁରେ ମିସରୀୟ ଲୋକମାନେ ଆମ୍ଭମାନଙ୍କ ପ୍ରତି ଦୌରାତ୍ମ୍ୟ କଲେ ଓ ଆମ୍ଭମାନଙ୍କୁ କ୍ଳେଶ ଦେଇ କଠିନ ଦାସତ୍ୱ କରାଇଲେ।
و مصریان با ما بدرفتاری نموده، ما را ذلیل ساختند، و بندگی سخت بر مانهادند.۶
7 ତହୁଁ ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପୈତୃକ ପରମେଶ୍ୱରଙ୍କ ନିକଟରେ ଡାକ ପକାଇଲୁ, ଆଉ ସଦାପ୍ରଭୁ ଆମ୍ଭମାନଙ୍କ ରବ ଶୁଣିଲେ ଓ ଆମ୍ଭମାନଙ୍କ କ୍ଳେଶ, ଶ୍ରମ ଓ ଅତ୍ୟାଚାର ଦେଖିଲେ।
و چون نزد یهوه، خدای پدران خود، فریاد برآوردیم، خداوند آواز ما را شنید ومشقت و محنت و تنگی ما را دید.۷
8 ପୁଣି ସଦାପ୍ରଭୁ ବଳବାନ ହସ୍ତ ଦ୍ୱାରା, ବିସ୍ତୀର୍ଣ୍ଣ ବାହୁ ଦ୍ୱାରା, ମହାଭୟ ଓ ନାନା ଚିହ୍ନ ପୁଣି ଆଶ୍ଚର୍ଯ୍ୟକର୍ମ ଦ୍ୱାରା ଆମ୍ଭମାନଙ୍କୁ ମିସରରୁ ବାହାର କରି ଆଣିଲେ।
و خداوند مارا از مصر به‌دست قوی و بازوی افراشته و خوف عظیم، و با آیات و معجزات بیرون آورد.۸
9 ଆଉ ସେ ଆମ୍ଭମାନଙ୍କୁ ଏହି ସ୍ଥାନକୁ ଆଣିଅଛନ୍ତି ଓ ଏହି ଦେଶ, ଏକ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ଆମ୍ଭମାନଙ୍କୁ ଦେଇଅଛନ୍ତି।
و ما رابه این مکان درآورده، این زمین را زمینی که به شیرو شهد جاری است به ما بخشید.۹
10 ଏବେ, ହେ ସଦାପ୍ରଭୋ, ଦେଖ, ତୁମ୍ଭେ ଆମ୍ଭକୁ ଯେଉଁ ଭୂମି ଦେଇଅଛ, ଆମ୍ଭେ ତହିଁର ପ୍ରଥମ ଫଳ ଆଣିଅଛୁ।” ଏଉତ୍ତାରେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ତାହା ରଖିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ପ୍ରଣାମ କରିବ।
و الان اینک نوبر حاصل زمینی را که تو‌ای خداوند به من دادی، آورده‌ام.» پس آن را به حضور یهوه خدای خود بگذار، و به حضور یهوه، خدایت، عبادت نما.۱۰
11 ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ପ୍ରତି ଓ ତୁମ୍ଭ ପରିବାର ପ୍ରତି ଯେଉଁ ଯେଉଁ ମଙ୍ଗଳ କରିଅଛନ୍ତି, ସେହି ସବୁରେ ତୁମ୍ଭେ, ଲେବୀୟ ଓ ତୁମ୍ଭ ମଧ୍ୟବର୍ତ୍ତୀ ବିଦେଶୀୟ ଲୋକ, ତୁମ୍ଭେ ସମସ୍ତେ ଆନନ୍ଦ କରିବ।
و تو با لاوی و غریبی که در میان تو باشد ازتمامی نیکویی که یهوه، خدایت، به تو و به خاندانت بخشیده است، شادی خواهی نمود.۱۱
12 ତୃତୀୟ ବର୍ଷରେ, ଅର୍ଥାତ୍‍, ଦଶମାଂଶ-ବର୍ଷରେ ତୁମ୍ଭେ ଆପଣା ଉତ୍ପନ୍ନ ଶସ୍ୟାଦିର ଦଶମାଂଶ ଦେବାର ସମାପ୍ତ କଲା ଉତ୍ତାରେ ତୁମ୍ଭେ ଲେବୀୟକୁ, ବିଦେଶୀକୁ, ପିତୃହୀନକୁ ଓ ବିଧବାକୁ ତାହା ଦେବ, ତହିଁରେ ସେମାନେ ତୁମ୍ଭ ନଗର-ଦ୍ୱାର ମଧ୍ୟରେ ଭୋଜନ କରି ତୃପ୍ତ ହେବେ।
و در سال سوم که سال عشر است، چون ازگرفتن تمامی عشر محصول خود فارغ شدی، آن را به لاوی و غریب و یتیم و بیوه‌زن بده، تا دراندرون دروازه های تو بخورند و سیر شوند.۱۲
13 ତହୁଁ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଏହା କହିବ, ମୋʼ ପ୍ରତି ତୁମ୍ଭର ସମସ୍ତ ଆଜ୍ଞାନୁସାରେ “ମୁଁ ଆପଣା ଗୃହରୁ ପବିତ୍ର ବସ୍ତୁ ବାହାର କରି ପୃଥକ ରଖିଅଛି, ମଧ୍ୟ ଲେବୀୟକୁ ଓ ବିଦେଶୀକୁ, ପିତୃହୀନକୁ ଓ ବିଧବାକୁ ଦେଇଅଛି; ମୁଁ ତୁମ୍ଭର କୌଣସି ଆଜ୍ଞାଲଙ୍ଘନ କରି ନାହିଁ, କିଅବା ତାହା ପାସୋରି ନାହିଁ।
وبه حضور یهوه خدایت بگو: «موقوفات را از خانه خود بیرون کردم، و آنها را نیز به لاوی و غریب ویتیم و بیوه‌زن، موافق تمامی اوامری که به من امرفرمودی، دادم، و از اوامر تو تجاوز ننموده، فراموش نکردم.۱۳
14 ମୁଁ ଆପଣା ଶୋକ ସମୟରେ ତହିଁରୁ କିଛି ଭୋଜନ କରି ନାହିଁ, ଅବା ଅଶୁଚି ହୋଇ ତହିଁରୁ କିଛି ରଖି ନାହିଁ, କିଅବା ମୃତ ଲୋକ ଉଦ୍ଦେଶ୍ୟରେ ତହିଁରୁ କିଛି ଦେଇ ନାହିଁ। ମୁଁ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ରବରେ ଅବଧାନ କରିଅଛି, ତୁମ୍ଭେ ମୋତେ ଯାହା ଯାହା ଆଜ୍ଞା କଲ, ସେହି ସମସ୍ତ ମୁଁ କରିଅଛି।
در ماتم خود از آنها نخوردم ودر نجاستی از آنها صرف ننمودم، و برای اموات از آنها ندادم، بلکه به قول یهوه، خدایم، گوش داده، موافق هر‌آنچه به من امر فرمودی، رفتارنمودم.۱۴
15 ତୁମ୍ଭେ ଆପଣା ପବିତ୍ର ନିବାସ ସ୍ୱର୍ଗରୁ ଦୃଷ୍ଟିପାତ କର, ପୁଣି ତୁମ୍ଭର ଲୋକ ଇସ୍ରାଏଲକୁ ଓ ଆମ୍ଭମାନଙ୍କ ପୂର୍ବପୁରୁଷଗଣ ପ୍ରତି କୃତ ଆପଣା ଶପଥ ଅନୁସାରେ ଯେଉଁ ଭୂମି ଆମ୍ଭମାନଙ୍କୁ ଦେଇଅଛ, ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ଆଶୀର୍ବାଦ କର।”
از مسکن مقدس خود از آسمان بنگر، و قوم خود اسرائیل و زمینی را که به ما دادی چنانکه برای پدران ما قسم خوردی، زمینی که به شیر و شهد جاری است، برکت بده،.»۱۵
16 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆଜି ତୁମ୍ଭକୁ ଏହିସବୁ ବିଧି ଓ ଶାସନ ପାଳନ କରିବାକୁ ଆଜ୍ଞା ଦେଉଅଛନ୍ତି; ଏଥିପାଇଁ ତୁମ୍ଭେ ଆପଣା ସମସ୍ତ ହୃଦୟ ଓ ସମସ୍ତ ପ୍ରାଣ ସହିତ ତାହାସବୁ ମାନିବ ଓ କରିବ,
امروز یهوه، خدایت، تو را امر می‌فرمایدکه این فرایض و احکام را بجا آوری، پس آنها رابه تمامی دل و تمامی جان خود نگاه داشته، بجاآور.۱۶
17 ତୁମ୍ଭେ ଆଜି ସ୍ୱୀକାର କରିଅଛ ଯେ, ସଦାପ୍ରଭୁ ତୁମ୍ଭର ପରମେଶ୍ୱର ହେବେ ଓ ତୁମ୍ଭେ ତାହାଙ୍କ ପଥରେ ଚାଲିବ ଓ ତାହାଙ୍କ ବିଧି, ଆଜ୍ଞା ଓ ଶାସନ ମାନିବ ଓ ତାହାଙ୍କ ରବରେ କର୍ଣ୍ଣପାତ କରିବ।
امروز به یهوه اقرار نمودی که خدای توست، و اینکه به طریقهای او سلوک خواهی نمود، و فرایض و اوامر و احکام او را نگاه داشته، آواز او را خواهی شنید.۱۷
18 ପୁଣି ସଦାପ୍ରଭୁ ଆଜି ଏହି ଅଙ୍ଗୀକାର କରିଅଛନ୍ତି ଯେ, ତାହାଙ୍କ ପ୍ରତିଜ୍ଞାନୁସାରେ ତୁମ୍ଭେ ତାହାଙ୍କର ସଞ୍ଚିତ ଧନ ହେବ ଓ ତାହାଙ୍କର ସମସ୍ତ ଆଜ୍ଞା ମାନିବ;
و خداوند امروز به تواقرار کرده است که تو قوم خاص او هستی، چنانکه به تو وعده داده است، و تا تمامی اوامر اورا نگاه داری.۱۸
19 ପୁଣି ସେ ତୁମ୍ଭକୁ ପ୍ରଶଂସାରେ, ନାମରେ ଓ ସମ୍ମାନରେ ଆପଣାର ସୃଷ୍ଟ ସମସ୍ତ ଦେଶୀୟ ଲୋକମାନଙ୍କ ଅପେକ୍ଷା ଶ୍ରେଷ୍ଠ କରିବେ, ଆଉ ତୁମ୍ଭେ ତାହାଙ୍କ ବାକ୍ୟାନୁସାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର ଲୋକ ହେବ।
و تا تو را در ستایش و نام و اکرام از جمیع امتهایی که ساخته است، بلند گرداند، وتا برای یهوه، خدایت، قوم مقدس باشی، چنانکه وعده داده است.۱۹

< ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 26 >