< ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 3 >

1 ଏଉତ୍ତାରେ ଆମ୍ଭେମାନେ ଫେରି ବାଶନର ପଥ ଦେଇ ଗମନ କଲୁ; ତହିଁରେ ବାଶନର ରାଜା ଓଗ୍‍ ଅାସି ଅାକ୍ରମଣ କଲେ, ପୁଣି ସେ ଓ ତାହାର ସମସ୍ତ ପ୍ରଜା ଆମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ବାହାରି ଇଦ୍ରିୟୀକୁ ଆସିଲେ।
Then we turned, and went up the way to Bashan: and Og the king of Bashan came out against us, he and all his people, to battle at Edrei.
2 ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ତାହାକୁ ଭୟ କର ନାହିଁ; କାରଣ ଆମ୍ଭେ ତାହାକୁ ଓ ତାହାର ସମସ୍ତ ପ୍ରଜାଙ୍କୁ ଓ ତାହାର ଦେଶକୁ ତୁମ୍ଭ ହସ୍ତରେ ସମର୍ପଣ କରିଅଛୁ; ତୁମ୍ଭେ ଯେପରି ହିଷ୍‍ବୋନ ନିବାସୀ ଇମୋରୀୟମାନଙ୍କ ରାଜା ସୀହୋନ ପ୍ରତି କରିଅଛ, ସେପରି ତାହା ପ୍ରତି ମଧ୍ୟ କରିବ।”
YHWH said to me, "Do not fear him; for I have delivered him, and all his people, and his land, into your hand; and you shall do to him as you did to Sihon king of the Amorites, who lived at Heshbon."
3 ଏହିରୂପେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ମଧ୍ୟ ବାଶନ-ରାଜା ଓଗ୍‍କୁ ଓ ତାହାର ସମସ୍ତ ପ୍ରଜାଙ୍କୁ ଆମ୍ଭମାନଙ୍କ ହସ୍ତରେ ସମର୍ପଣ କଲେ; ତହିଁରେ ଆମ୍ଭେମାନେ ତାହାକୁ ଏପରି ପରାଜୟ କଲୁ ଯେ, ତାହାର କେହି ଅବଶିଷ୍ଟ ରହିଲା ନାହିଁ।
So YHWH our God delivered into our hand Og also, the king of Bashan, and all his people: and we struck him until none was left to him remaining.
4 ସେସମୟରେ ଆମ୍ଭେମାନେ ତାହାର ସମସ୍ତ ନଗର ହସ୍ତଗତ କଲୁ, ସେମାନଙ୍କଠାରୁ ଯାହା ହସ୍ତଗତ ନ କଲୁ, ଏପରି ଗୋଟିଏ ନଗର ରହିଲା ନାହିଁ; ଷାଠିଏ ନଗର, ଅର୍ଗୋବର ସମସ୍ତ ଅଞ୍ଚଳ, ଅର୍ଥାତ୍‍, ବାଶନସ୍ଥ ଓଗ୍‍ର ରାଜ୍ୟ (ହସ୍ତଗତ କଲୁ)।
We took all his cities at that time; there was not a city which we did not take from them; sixty cities, all the region of Argob, the kingdom of Og in Bashan.
5 ସେହି ସବୁ ନଗର ଉଚ୍ଚ ପ୍ରାଚୀର ଓ ଦ୍ୱାର ଓ ଅର୍ଗଳରେ ସୁରକ୍ଷିତ ଥିଲା; ତାହା ଛଡ଼ା ଅନେକ ପ୍ରାଚୀରହୀନ ନଗର ଥିଲା।
All these were cities fortified with high walls, gates, and bars; besides the unwalled towns a great many.
6 ଆମ୍ଭେମାନେ ହିଷ୍‍ବୋନ-ରାଜା ସୀହୋନ ପ୍ରତି ଯେରୂପ କରିଥିଲୁ, ସେରୂପ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନଷ୍ଟ କଲୁ, ସ୍ତ୍ରୀ ଓ ବାଳକ ସମେତ ପ୍ରତ୍ୟେକ ବସତି-ନଗର ସମ୍ପୂର୍ଣ୍ଣ ରୂପେ ବିନଷ୍ଟ କଲୁ।
We utterly destroyed them, as we did to Sihon king of Heshbon, utterly destroying every inhabited city, with the women and the little ones.
7 ମାତ୍ର ଆମ୍ଭେମାନେ ସମସ୍ତ ପଶୁ ଓ ନଗରର ଲୁଟିତ ଦ୍ରବ୍ୟାଦି ଆପଣାମାନଙ୍କ ନିମନ୍ତେ ଲୁଟ ସ୍ୱରୂପେ ଗ୍ରହଣ କଲୁ।
But all the livestock, and the spoil of the cities, we took for a prey to ourselves.
8 ସେହି ସମୟରେ ଆମ୍ଭେମାନେ ଯର୍ଦ୍ଦନର ପୂର୍ବପାରିସ୍ଥ ଇମୋରୀୟମାନଙ୍କ ଦୁଇ ରାଜାଙ୍କର ହସ୍ତରୁ ଅର୍ଣ୍ଣୋନ-ଉପତ୍ୟକାଠାରୁ ହର୍ମୋଣ ପର୍ବତ ପର୍ଯ୍ୟନ୍ତ ସମସ୍ତ ଦେଶ ହସ୍ତଗତ କଲୁ।
We took the land at that time out of the hand of the two kings of the Amorites who were beyond the Jordan, from the Valley of the Arnon to Mount Hermon.
9 (ସୀଦୋନୀୟମାନେ ସେହି ହର୍ମୋଣ ପର୍ବତକୁ ସିରିୟୋନ କହନ୍ତି ଓ ଇମୋରୀୟମାନେ ତାହାକୁ ସନୀର୍‍ କହନ୍ତି)।
(The Sidonians call Hermon Sirion, and the Amorites call it Senir.)
10 ଆମ୍ଭେମାନେ ସମଭୂମିର ସମସ୍ତ ନଗର ଓ ସଲଖା ଓ ଇଦ୍ରିୟୀ ପର୍ଯ୍ୟନ୍ତ ସମସ୍ତ ଗିଲୀୟଦ ଓ ସମସ୍ତ ବାଶନ, ଅର୍ଥାତ୍‍, ବାଶନସ୍ଥିତ ଓଗ୍‍ ରାଜ୍ୟର ସମସ୍ତ ନଗର ହସ୍ତଗତ କଲୁ।
We took all the cities of the plain, and all Gilead, and all Bashan, to Salecah and Edrei, cities of the kingdom of Og in Bashan.
11 (ଅବଶିଷ୍ଟ ରଫାୟୀୟମାନଙ୍କ ମଧ୍ୟରୁ କେବଳ ବାଶନ-ରାଜା ଓଗ୍‍ ଅବଶିଷ୍ଟ ରହିଲା, ଦେଖ, ତାହାର ଖଟ ଲୌହମୟ ଖଟ; ତାହା କି ଅମ୍ମୋନ-ସନ୍ତାନଗଣର ରବ୍ବାରେ ନାହିଁ? ମନୁଷ୍ୟ ହସ୍ତର ପରିମାଣାନୁସାରେ ତାହା ଲମ୍ବାରେ ନଅ ହାତ ଓ ଓସାରରେ ଚାରି ହାତ)।
(For only Og king of Bashan remained of the remnant of the Rephaim; look, his bedstead was a bedstead of iron; isn't it in Rabbah of the people of Ammon? Thirteen feet three inches was its length, and five feet eleven inches its breadth, according to the standard measure.)
12 ଏହି ସମୟରେ ଆମ୍ଭେମାନେ ଅର୍ଣ୍ଣୋନ-ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ସେହି ସମସ୍ତ ଦେଶ ଅଧିକାର କଲୁ; ତହିଁରେ ମୁଁ ଗିଲୀୟଦର ପର୍ବତମୟ ଦେଶର ଅର୍ଦ୍ଧେକ ଓ ତହିଁର ନଗରସବୁ ରୁବେନୀୟମାନଙ୍କୁ ଓ ଗାଦୀୟମାନଙ୍କୁ ଦେଲି।
This land we took in possession at that time: from Aroer, which is by the Valley of the Arnon, and half the hill country of Gilead, and its cities, gave I to the Reubenites and to the Gadites:
13 ପୁଣି ମୁଁ ଗିଲୀୟଦର ଅବଶିଷ୍ଟ ଅଂଶ ଓ ସମସ୍ତ ବାଶନ, ଅର୍ଥାତ୍‍, ଓଗ୍‍ର ରାଜ୍ୟ, ବିଶେଷରେ ସମୁଦାୟ ବାଶନ ସହିତ ଅର୍ଗୋବର ସମସ୍ତ ଅଞ୍ଚଳ ମନଃଶିର ଅର୍ଦ୍ଧ ବଂଶକୁ ଦେଲି (ତାହା ରଫାୟୀୟ ଦେଶ ବୋଲି ବିଖ୍ୟାତ।
and the rest of Gilead, and all Bashan, the kingdom of Og, gave I to the half-tribe of Manasseh. All the region of Argob, with all Bashan, was called the land of Rephaim.
14 ମନଃଶିର ପୁତ୍ର ଯାୟୀର, ଗଶୂରୀୟ ଓ ମାଖାଥୀୟ ସୀମା ପର୍ଯ୍ୟନ୍ତ ଅର୍ଗୋବର ସମସ୍ତ ଅଞ୍ଚଳ ହସ୍ତଗତ କରି ଆପଣା ନାମାନୁସାରେ ଆଜି ପର୍ଯ୍ୟନ୍ତ ବାଶନ ଦେଶର ସେହି ସମସ୍ତ ସ୍ଥାନର ନାମ ହବୋତ୍‍-ଯାୟୀର ରଖିଲା)।
Jair the son of Manasseh took all the region of Argob, to the border of the Geshurites and the Maacathites, and called them, even Bashan, after his own name, Havvoth Jair, to this day.)
15 ପୁଣି ମୁଁ ମାଖୀରକୁ ଗିଲୀୟଦ ଦେଲି।
I gave Gilead to Makir.
16 ଆଉ ଗିଲୀୟଦଠାରୁ ଅର୍ଣ୍ଣୋନ-ଉପତ୍ୟକା, ଅର୍ଥାତ୍‍, ଉପତ୍ୟକାର ମଧ୍ୟସ୍ଥାନ ଓ ତହିଁର ସୀମା ସମେତ, ପୁଣି ସେହିଠାରୁ ଅମ୍ମୋନ-ସନ୍ତାନଗଣର ସୀମା ଯବ୍ବୋକ୍‍ ନଦୀ ପର୍ଯ୍ୟନ୍ତ;
To the Reubenites and to the Gadites I gave from Gilead to the Valley of the Arnon, the middle of the valley, and its border, even to the river Jabbok, which is the border of the people of Ammon;
17 ଆଉ କିନ୍ନେରତ୍‍ଠାରୁ ପାଦଭୂମିସ୍ଥ ସମୁଦ୍ର, ଅର୍ଥାତ୍‍, ପିସ୍ଗାର ଅଧଃସ୍ଥିତ ଲବଣ ସମୁଦ୍ର ପର୍ଯ୍ୟନ୍ତ ପୂର୍ବ ଦିଗବର୍ତ୍ତୀ ପଦାଭୂମି ଓ ଯର୍ଦ୍ଦନ ଓ ତହିଁର ଅଞ୍ଚଳ ରୁବେନୀୟ ଓ ଗାଦୀୟ ଲୋକମାନଙ୍କୁ ଦେଲି।
the Arabah also, and the Jordan and its border, from Kinnereth even to the sea of the Arabah, the Salt Sea, under the slopes of Pisgah eastward.
18 ଏଥିଉତ୍ତାରେ ମୁଁ ସେହି ସମୟରେ ତୁମ୍ଭମାନଙ୍କୁ ଆଜ୍ଞା ଦେଇ କହିଲି, “ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଅଧିକାରାର୍ଥେ ତୁମ୍ଭମାନଙ୍କୁ ଏହି ଦେଶ ଦେଇଅଛନ୍ତି; ତୁମ୍ଭମାନଙ୍କ ମଧ୍ୟରୁ ସମସ୍ତ ବୀରପୁରୁଷ ସସଜ୍ଜ ହୋଇ ତୁମ୍ଭମାନଙ୍କ ଭ୍ରାତୃଗଣ ଇସ୍ରାଏଲ ସନ୍ତାନମାନଙ୍କ ସମ୍ମୁଖରେ ପାର ହୋଇଯିବେ।
I commanded you at that time, saying, "YHWH your God has given you this land to possess it: you shall pass over armed before your brothers the children of Israel, all the men of valor.
19 ମାତ୍ର ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ନଗର ଦେଇଅଛି, ସେହି ସବୁ ନଗରରେ ତୁମ୍ଭମାନଙ୍କ ଭାର୍ଯ୍ୟା ଓ ବାଳକଗଣ ଓ ପଶୁମାନେ ବାସ କରିବେ; କାରଣ ମୁଁ ଜାଣେ, ତୁମ୍ଭମାନଙ୍କର ଅନେକ ପଶୁ ଅଛି।
But your wives, and your little ones, and your livestock, (I know that you have much livestock), shall live in your cities which I have given you,
20 ଏଉତ୍ତାରେ ସଦାପ୍ରଭୁ ତୁମ୍ଭମାନଙ୍କ ଭ୍ରାତୃଗଣକୁ ତୁମ୍ଭମାନଙ୍କ ତୁଲ୍ୟ ବିଶ୍ରାମ ଦେଲେ ଓ ଯର୍ଦ୍ଦନର ସେପାରିରେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେଉଁ ଦେଶ ସେମାନଙ୍କୁ ଦେବେ, ସେମାନେ ମଧ୍ୟ ସେହି ଦେଶ ଅଧିକାର କଲେ ତୁମ୍ଭେମାନେ ପ୍ରତ୍ୟେକେ ମୋହର ଦତ୍ତ ଆପଣା ଆପଣା ଅଧିକାରକୁ ଫେରିଯିବ।”
until YHWH gives rest to your brothers, as to you, and they also possess the land which YHWH your God gives them beyond the Jordan: then you shall return every man to his possession, which I have given you."
21 ଆଉ ମୁଁ ସେହି ସମୟରେ ଯିହୋଶୂୟଙ୍କୁ ଆଜ୍ଞା ଦେଇ କହିଲି, “ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଏହି ଦୁଇ ରାଜାଙ୍କ ପ୍ରତି ଯାହା କରିଅଛନ୍ତି, ତୁମ୍ଭେ ତାହା ସ୍ୱଚକ୍ଷୁରେ ଦେଖିଅଛ; ତୁମ୍ଭେ ପାର ହୋଇ ଯେଉଁ ଯେଉଁ ରାଜ୍ୟ ବିରୁଦ୍ଧରେ ଯାଉଅଛ, ସେସବୁ ରାଜ୍ୟ ପ୍ରତି ସଦାପ୍ରଭୁ ତଦ୍ରୂପ କରିବେ।
I commanded Joshua at that time, saying, "Your eyes have seen all that YHWH your God has done to these two kings: so shall YHWH do to all the kingdoms where you go over.
22 ତୁମ୍ଭେମାନେ ସେମାନଙ୍କୁ ଭୟ କରିବ ନାହିଁ; କାରଣ ଯେ ତୁମ୍ଭମାନଙ୍କ ସପକ୍ଷରେ ଯୁଦ୍ଧ କରନ୍ତି, ସେହି ସଦାପ୍ରଭୁ ତ ତୁମ୍ଭମାନଙ୍କ ପରମେଶ୍ୱର ଅଟନ୍ତି।”
Do not fear them, for YHWH your God himself will fight for you."
23 ସେହି ସମୟରେ ମୁଁ ସଦାପ୍ରଭୁଙ୍କୁ ବିନତି କରି କହିଲି,
I begged YHWH at that time, saying,
24 “ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭେ ଆପଣା ଦାସ ନିକଟରେ ଆପଣା ମହିମା ଓ ବଳବାନ ହସ୍ତ ପ୍ରକାଶ କରିବାକୁ ଆରମ୍ଭ କରିଅଛ; ତୁମ୍ଭର କ୍ରିୟା ତୁଲ୍ୟ ଓ ତୁମ୍ଭର ପରାକ୍ରାନ୍ତ କର୍ମ ତୁଲ୍ୟ ଯେ କରିପାରେ, ସ୍ୱର୍ଗରେ କି ମର୍ତ୍ତ୍ୟରେ ଏପରି ଆଉ କିଏ ଅଛି?
"Lord YHWH, you have begun to show your servant your greatness, and your strong hand: for what god is there in heaven or in earth, that can do according to your works, and according to your mighty acts?
25 ମୁଁ ବିନୟ କରୁଅଛି, ମୋତେ ସେପାରିକି ଯିବାକୁ ଓ ଯର୍ଦ୍ଦନର ସେପାରିସ୍ଥିତ ସେହି ଉତ୍ତମ ଦେଶ, ସେହି ରମଣୀୟ ପର୍ବତ ଓ ଲିବାନୋନ ଦେଖିବାକୁ ଦିଅ।”
Please let me go over and see the good land that is beyond the Jordan, that good hill country, and Lebanon."
26 ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ସକାଶୁ ମୋʼ ଉପରେ କ୍ରୋଧ କଲେ ଓ ମୋʼ କଥା ଶୁଣିଲେ ନାହିଁ; ଆଉ ସଦାପ୍ରଭୁ ମୋତେ କହିଲେ, “ତୁମ୍ଭର ଯଥେଷ୍ଟ ହେଲାଣି ଏ ବିଷୟରେ ଆମ୍ଭକୁ ଆଉ କୁହ ନାହିଁ।
But YHWH was angry with me for your sakes, and did not listen to me; and YHWH said to me, "Enough from you; speak no more to me of this matter.
27 ପିସ୍ଗାର ଶୃଙ୍ଗକୁ ଚଢ଼ି ଯାଅ, ଆଉ ପଶ୍ଚିମ ଓ ଉତ୍ତର ଓ ଦକ୍ଷିଣ ଓ ପୂର୍ବ ଆଡ଼େ ଅନାଇ ଦେଖ ଓ ଆପଣା ଚକ୍ଷୁରେ ତାହା ନିରୀକ୍ଷଣ କର; କାରଣ ତୁମ୍ଭେ ଏହି ଯର୍ଦ୍ଦନ ପାର ହେବ ନାହିଁ।
Go up to the top of Pisgah, and lift up your eyes westward, and northward, and southward, and eastward, and see with your eyes: for you shall not go over this Jordan.
28 ମାତ୍ର ଯିହୋଶୂୟକୁ ଆଜ୍ଞା ଦିଅ ଓ ତାହାକୁ ସାହସ ଦିଅ ଓ ତାହାକୁ ବଳବାନ କରାଅ; କାରଣ ସେ ଏହି ଲୋକମାନଙ୍କର ଆଗେ ଆଗେ ପାର ହୋଇଯିବ; ପୁଣି ତୁମ୍ଭେ ଯେଉଁ ଦେଶ ଦେଖିବ, ତାହା ସେ ସେମାନଙ୍କୁ ଅଧିକାର କରାଇବ।”
But commission Joshua, and encourage him, and strengthen him; for he shall go over before this people, and he shall cause them to inherit the land which you shall see."
29 ଏହିରୂପେ ଆମ୍ଭେମାନେ ବେଥ୍-ପିୟୋର ସମ୍ମୁଖସ୍ଥିତ ଉପତ୍ୟକାରେ ବାସ କଲୁ।
So we stayed in the valley over against Beth Peor.

< ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 3 >