< ଏଷ୍ଟର 6 >

1 ସେହି ରାତ୍ରିରେ ରାଜା ଶୋଇ ପାରିଲେ ନାହିଁ; ଏଣୁ ସେ ସ୍ମରଣୀୟ ଇତିହାସ-ପୁସ୍ତକ ଆଣିବାକୁ ଆଜ୍ଞା ଦେଲେ ପୁଣି, ତାହା ରାଜାଙ୍କ ସାକ୍ଷାତରେ ପାଠ କରାଗଲା।
Noctem illam duxit rex insomnem, iussitque sibi afferri historias et annales priorum temporum. Quae cum illo praesente legerentur,
2 ତହିଁରେ ଏହି ଲିଖିତ କଥା ଦେଖାଗଲା, ରାଜାଙ୍କ ନପୁଂସକ ବିଗ୍‍ଥନ୍‍ ଓ ତେରଶ୍‍ ନାମକ ଦୁଇ ଜଣ ଦ୍ୱାରପାଳ ଅକ୍ଷଶ୍ୱେରଶ ରାଜାଙ୍କୁ ବଧ କରିବାକୁ ଚେଷ୍ଟା କରିଥିବାରୁ ମର୍ଦ୍ଦଖୟ ତହିଁର ସମ୍ବାଦ ଦେଇଥିଲେ।
ventum est ad illum locum ubi scriptum erat quomodo nunciasset Mardochaeus insidias Bagathan, et Thares eunuchorum, regem Assuerum iugulare cupientium.
3 ଏଣୁ ରାଜା ପଚାରିଲେ, “ଏଥିପାଇଁ ମର୍ଦ୍ଦଖୟଙ୍କୁ କି ପ୍ରକାର ସମ୍ମାନ ଓ ଉଚ୍ଚପଦ ଦିଆଯାଇଅଛି?” ରାଜାଙ୍କ ସେବାକାରୀ ଦାସମାନେ କହିଲେ, “ତାହାଙ୍କ ପାଇଁ କିଛି କରାଯାଇ ନାହିଁ।”
Quod cum audisset rex, ait: Quid pro hac fide honoris ac praemii Mardochaeus consecutus est? Dixerunt ei servi illius ac ministri: Nihil omnino mercedis accepit.
4 ତହୁଁ ରାଜା ପଚାରିଲେ, “ପ୍ରାଙ୍ଗଣରେ କିଏ କିଛି?” ଏହି ସମୟରେ ହାମନ୍‍ ଆପଣା ପ୍ରସ୍ତୁତ ଫାଶୀକାଠରେ ମର୍ଦ୍ଦଖୟଙ୍କୁ ଫାଶୀ ଦେବା ପାଇଁ ରାଜାକୁ କହିବା ନିମନ୍ତେ ରାଜଗୃହର ବାହାର ପ୍ରାଙ୍ଗଣକୁ ଆସିଥିଲେ।
Statimque rex, Quis est, inquit, in atrio? Aman quippe interius atrium domus regiae intraverat, ut suggereret regi, et iuberet Mardochaeum affigi patibulo, quod ei fuerat praeparatum.
5 ତେଣୁ ରାଜାଙ୍କ ଦାସମାନେ ତାହାଙ୍କୁ କହିଲେ, ଦେଖନ୍ତୁ, “ହାମନ୍‍ ପ୍ରାଙ୍ଗଣରେ ଠିଆ ହୋଇଅଛି।” ତେବେ ରାଜା କହିଲେ, “ସେ ଭିତରକୁ ଆସୁ।”
Responderunt pueri: Aman stat in atrio. Dixitque rex: Ingrediatur.
6 ତହିଁରେ ହାମନ୍‍ ଭିତରକୁ ଆସନ୍ତେ, ରାଜା ତାହାଙ୍କୁ କହିଲେ, “ରାଜା ଯାହାକୁ ସମ୍ମାନ କରିବାକୁ ତୁଷ୍ଟ ହୁଅନ୍ତି, ତାହା ପ୍ରତି କଅଣ କରାଯିବ?” ହାମନ୍‍ ମନେ ମନେ ଭାଳିଲେ, ରାଜା ମୋʼ ବିନୁ ଆଉ କାହାକୁ ସମ୍ମାନ କରିବାକୁ ଅଧିକ ତୁଷ୍ଟ ହେବେ?
Cumque esset ingressus, ait illi: Quid debet fieri viro, quem rex honorare desiderat? Cogitans autem in corde suo Aman, et reputans quod nullum alium rex, nisi se, vellet honorare,
7 ଏଣୁ ହାମନ୍‍ ରାଜାଙ୍କୁ ଉତ୍ତର ଦେଲା, “ମହାରାଜ ଯାହାକୁ ସମ୍ମାନ କରିବାକୁ ତୁଷ୍ଟ ହୁଅନ୍ତି,
respondit: Homo, quem rex honorare cupit,
8 ତାହା ପାଇଁ ମହାରାଜାଙ୍କ ପରିଧେୟ ରାଜକୀୟ ବସ୍ତ୍ର ଓ ମହାରାଜାଙ୍କ ଆରୋହଣର ରାଜମୁକୁଟଭୂଷିତ ଅଶ୍ୱ ଅଣାଯାଉ।
debet indui vestibus regiis, et imponi super equum, qui de sella regis est, et accipere regium diadema super caput suum,
9 ଆଉ, ସେହି ବସ୍ତ୍ର ଓ ଅଶ୍ୱ ମହାରାଜାଙ୍କର ଏକ ପ୍ରଧାନ ଅଧିପତିର ହସ୍ତରେ ଦିଆଯାଉ; ପୁଣି, ମହାରାଜ ଯାହାକୁ ସମ୍ମାନ କରିବାକୁ ତୁଷ୍ଟ ହୁଅନ୍ତି, ତାହାଙ୍କୁ ସେମାନେ ସେହି ରାଜବସ୍ତ୍ର ପିନ୍ଧାଉନ୍ତୁ ଓ ସେହି ଅଶ୍ୱରେ ଆରୋହଣ କରାଇ ନଗର ଦାଣ୍ଡରେ ତାହାର ଆଗେ ଆଗେ ଏହା ଘୋଷଣା କରନ୍ତୁ, ‘ମହାରାଜ ଯାହାର ସମ୍ମାନରେ ତୁଷ୍ଟ ହୁଅନ୍ତି, ତାହା ପ୍ରତି ଏରୂପ କରାଯାଏ।’”
et primus de regiis principibus, ac tyrannis teneat equum eius, et per plateam civitatis incedens clamet, et dicat: Sic honorabitur, quemcumque voluerit rex honorare.
10 ଏଥିରେ ରାଜା ହାମନ୍‍କୁ କହିଲେ, “ତୁମ୍ଭେ ଏହା ଶୀଘ୍ର କର; ଯେପରି କହିଲ, ସେପରି ସେହି ବସ୍ତ୍ର ଓ ସେହି ଅଶ୍ୱ ଘେନି ରାଜଦ୍ୱାରରେ ଉପବିଷ୍ଟ ଯିହୁଦୀୟ ମର୍ଦ୍ଦଖୟ ପ୍ରତି କର; ତୁମ୍ଭେ ଯେସକଳ କଥା କହିଅଛ, ତହିଁରୁ କିଛି ହିଁ ଊଣା କର ନାହିଁ।”
Dixitque ei rex: Festina, et sumpta stola et equo, fac, ut locutus es, Mardochaeo Iudaeo, qui sedet ante fores palatii. Cave ne quidquam de his, quae locutus es, praetermittas.
11 ତେଣୁ ହାମନ୍‍ ସେହି ବସ୍ତ୍ର ଓ ଅଶ୍ୱ ନେଇ ମର୍ଦ୍ଦଖୟଙ୍କୁ ବସ୍ତ୍ରାନ୍ୱିତ କଲେ ଓ ଅଶ୍ୱାରୋହଣ କରାଇ ନଗରର ଦାଣ୍ଡରେ ବୁଲାଇଲେ, ପୁଣି “ମହାରାଜ ଯାହାକୁ ସମ୍ମାନ କରିବାକୁ ତୁଷ୍ଟ ହୁଅନ୍ତି, ତାହା ପ୍ରତି ଏରୂପ କରାଯାଏ;” ଏହି କଥା ତାହାର ଆଗେ ଆଗେ ଘୋଷଣା କଲେ।
Tulit itaque Aman stolam et equum, indutumque Mardochaeum in platea civitatis, et impositum equo praecedebat, atque clamabat: Hoc honore condignus est, quemcumque rex voluerit honorare.
12 ଏଉତ୍ତାରୁ ମର୍ଦ୍ଦଖୟ ପୁନର୍ବାର ରାଜଦ୍ୱାରକୁ ଆସିଲେ, ମାତ୍ର ହାମନ୍‍ ଶୋକାନ୍ୱିତ ହୋଇ ଓ ମସ୍ତକ ଢାଙ୍କି ଆପଣା ଗୃହକୁ ଶୀଘ୍ର ଗଲେ।
Reversusque est Mardochaeus ad ianuam palatii: et Aman festinavit ire in domum suam, lugens et operto capite:
13 ପୁଣି, ହାମନ୍‍ ଆପଣା ପ୍ରତି ଘଟିତ ଏହି ସମସ୍ତ କଥା ଆପଣା ଭାର୍ଯ୍ୟା ସେରଶ୍‍କୁ ଓ ଆପଣାର ସମସ୍ତ ମିତ୍ରଙ୍କୁ କହିଲେ; ତହିଁରେ ତାହାଙ୍କର ଜ୍ଞାନୀ ଲୋକମାନେ ଓ ତାହାଙ୍କ ଭାର୍ଯ୍ୟା ସେରଶ୍‍ ତାହାଙ୍କୁ କହିଲେ, “ଯାହା ସାକ୍ଷାତରେ ତୁମ୍ଭର ଏହି ପତନର ଆରମ୍ଭ ହୋଇଅଛି, ସେ ମର୍ଦ୍ଦଖୟ ଯେବେ ଯିହୁଦୀ ବଂଶୀୟ ଲୋକ ହୁଏ, ତେବେ ତୁମ୍ଭେ ତାହାଙ୍କୁ ଜୟ କରି ପାରିବ ନାହିଁ; ମାତ୍ର ତାହାର ସାକ୍ଷାତରେ ନିତାନ୍ତ ପତିତ ହେବ।”
narravitque Zares uxori suae, et amicis omnia quae evenissent sibi. Cui responderunt sapientes, quos habebat in consilio, et uxor eius: Si de semine Iudaeorum est Mardochaeus, ante quem cadere coepisti, non poteris ei resistere, sed cades in conspectu eius.
14 ସେମାନେ ତାହା ସହିତ ଏରୂପ କଥାବାର୍ତ୍ତା କରୁ କରୁ ରାଜନପୁଂସକମାନେ ଆସି ଏଷ୍ଟରଙ୍କ ପ୍ରସ୍ତୁତ ଭୋଜକୁ ହାମନ୍‍କୁ ନେବା ପାଇଁ ଚଞ୍ଚଳ ହେଲେ।
Adhuc illis loquentibus, venerunt eunuchi regis, et cito eum ad convivium, quod regina paraverat, pergere compulerunt.

< ଏଷ୍ଟର 6 >