< ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 23 >

1 ତୁମ୍ଭେ ମିଥ୍ୟାପବାଦ ଉତ୍ଥାପନ କରିବ ନାହିଁ; ଅନ୍ୟାୟ ସାକ୍ଷୀ ହୋଇ ଦୁଷ୍ଟର ସାହାଯ୍ୟ କରିବ ନାହିଁ।
Thou shalt not raise a false report: put not thy hand with the wicked to be an unrighteous witness.
2 ତୁମ୍ଭେ ଦୁଷ୍କର୍ମ କରିବାକୁ ବହୁ ଲୋକର ପଶ୍ଚାଦ୍‍ବର୍ତ୍ତୀ ହେବ ନାହିଁ, ପୁଣି, ନ୍ୟାୟବିଚାର ଅନ୍ୟଥା କରିବା ପାଇଁ ବହୁ ଲୋକର ପକ୍ଷ ହୋଇ ପ୍ରତିବାଦ କରିବ ନାହିଁ;
Thou shalt not follow a multitude to [do] evil; neither shalt thou speak in a cause to decline after many to wrest [judgment]:
3 କିଅବା ବିଚାରରେ ଦରିଦ୍ରର ପକ୍ଷପାତ କରିବ ନାହିଁ।
Neither shalt thou countenance a poor man in his cause.
4 ତୁମ୍ଭେ ଆପଣା ଶତ୍ରୁର ଗୋରୁ କି ଗଧକୁ ପଥ ହୁଡ଼ି ଯିବାର ଦେଖିଲେ, ଅବଶ୍ୟ ତାହା ନିକଟକୁ ତାକୁ ଘେନିଯିବ।
If thou shalt meet thy enemy's ox or his ass going astray, thou shalt surely bring it back to him again.
5 ଯଦି ତୁମ୍ଭେ ଆପଣା ଶତ୍ରୁର ଗର୍ଦ୍ଦଭକୁ ଭାର ତଳେ ପଡ଼ିଥିବାର ଦେଖ, ତାକୁ ଛାଡ଼ି ଯିବାରୁ ନିବୃତ୍ତ ହୁଅ, ତୁମ୍ଭେ ଅବଶ୍ୟ ତାହା ସଙ୍ଗରେ ତାକୁ ମୁକ୍ତ କରିବ।
If thou shalt see the ass of him that hateth thee lying under his burden, and wouldest forbear to help him, thou shalt surely help with him.
6 ଦରିଦ୍ରର ବିଚାରରେ ତୁମ୍ଭେ ତାହା ପ୍ରତି ଅନ୍ୟାୟ କରିବ ନାହିଁ।
Thou shalt not wrest the judgment of thy poor in his cause.
7 ମିଥ୍ୟା ବିଷୟରୁ ଆପଣାକୁ ଦୂରରେ ରଖ; ପୁଣି, ନିର୍ଦ୍ଦୋଷକୁ ଓ ଧାର୍ମିକକୁ ନଷ୍ଟ କର ନାହିଁ; ଯେହେତୁ ଆମ୍ଭେ ଦୁଷ୍ଟକୁ ନିର୍ଦ୍ଦୋଷ କରିବା ନାହିଁ।
Keep thee far from a false matter; and the innocent and righteous slay thou not: for I will not justify the wicked.
8 ତୁମ୍ଭେ ଲାଞ୍ଚ ନେବ ନାହିଁ, କାରଣ ଲାଞ୍ଚ ଦୃଷ୍ଟି ଥିବା ଲୋକମାନଙ୍କୁ ଅନ୍ଧ କରିଦିଏ ଓ ଧାର୍ମିକମାନଙ୍କର ବାକ୍ୟ ଅନ୍ୟଥା କରେ।
And thou shalt take no gift: for the gift blindeth the wise, and perverteth the words of the righteous.
9 ତୁମ୍ଭେ ବିଦେଶୀ ପ୍ରତି ଅତ୍ୟାଚାର କରିବ ନାହିଁ, କାରଣ ତୁମ୍ଭେ ବିଦେଶୀର ମନ ଜାଣୁଅଛ, ଯେହେତୁ ତୁମ୍ଭେମାନେ ମିସର ଦେଶରେ ବିଦେଶୀ ଥିଲ।
Also thou shalt not oppress a stranger; for ye know the heart of a stranger, seeing ye were strangers in the land of Egypt.
10 ଆଉ ତୁମ୍ଭେ ଆପଣା ଭୂମିରେ ଛଅ ବର୍ଷ ପର୍ଯ୍ୟନ୍ତ ବୀଜ ବପନ କରିବ ଓ ତହିଁରୁ ଉତ୍ପନ୍ନ ଶସ୍ୟାଦି ସଂଗ୍ରହ କରିବ।
And six years thou shalt sow thy land, and shalt gather in the fruits thereof:
11 ମାତ୍ର ସପ୍ତମ ବର୍ଷରେ ତାକୁ ବିଶ୍ରାମ ଦେବ ଓ ପଡ଼ିଆ ରଖିବ; ତହିଁରେ ତୁମ୍ଭର ଦରିଦ୍ରମାନେ ଖାଇବାକୁ ପାଇବେ; ସେମାନେ ଯାହା ଅବଶିଷ୍ଟ ରଖିବେ, ତାହା ବନ ପଶୁମାନେ ଖାଇବେ। ପୁଣି, ତୁମ୍ଭ ଦ୍ରାକ୍ଷାକ୍ଷେତ୍ର ଓ ଜୀତବୃକ୍ଷ ପ୍ରତି ମଧ୍ୟ ସେହିରୂପ କରିବ।
But the seventh [year] thou shalt let it rest and lie still; that the poor of thy people may eat: and what they leave, the beasts of the field shall eat. In like manner thou shalt deal with thy vineyard, [and] with thy olive-yard.
12 ତୁମ୍ଭେ ଛଅ ଦିନ ଆପଣା କର୍ମ କରି ସପ୍ତମ ଦିନରେ ବିଶ୍ରାମ କରିବ, ତହିଁରେ ତୁମ୍ଭର ଗୋରୁ ଓ ଗର୍ଦ୍ଦଭ ବିଶ୍ରାମ ପାଇବେ, ପୁଣି, ତୁମ୍ଭ ଦାସୀପୁତ୍ର ଓ ବିଦେଶୀ ଲୋକ ଆଶ୍ୱାସ ପାଇବେ।
Six days thou shalt do thy work, and on the seventh day thou shalt rest: that thy ox and thy ass may rest, and the son of thy handmaid, and the stranger, may be refreshed.
13 ଆମ୍ଭେ ତୁମ୍ଭମାନଙ୍କୁ ଯାହା ଯାହା କହିଅଛୁ, ସେସମସ୍ତ ବିଷୟରେ ସାବଧାନ ହୁଅ; ଅନ୍ୟ ଦେବଗଣର ନାମ ସ୍ମରଣ କରାଅ ନାହିଁ, କିଅବା ତୁମ୍ଭମାନଙ୍କ ମୁଖରୁ ତାହା ଶୁଣା ନ ଯାଉ।
And in all [things] that I have said to you be circumspect: and make no mention of the names of other gods, neither let it be heard from thy mouth.
14 ତୁମ୍ଭେ ବର୍ଷ ମଧ୍ୟରେ ତିନି ଥର ଆମ୍ଭ ଉଦ୍ଦେଶ୍ୟରେ ଉତ୍ସବ କରିବ।
Three times thou shalt keep a feast to me in the year.
15 ତାଡ଼ିଶୂନ୍ୟ ରୁଟିର ଉତ୍ସବ ପାଳନ କରିବ; ଆମ୍ଭ ଆଜ୍ଞାନୁସାରେ ଆବୀବ୍‍ ମାସର ନିରୂପିତ ସମୟରେ ସାତ ଦିନ ତାଡ଼ିଶୂନ୍ୟ ରୁଟି ଭୋଜନ କରିବ, ଯେହେତୁ ତୁମ୍ଭେ ସେହି ସମୟରେ ମିସର ଦେଶରୁ ମୁକ୍ତି ପାଇଅଛ; ପୁଣି, କେହି ରିକ୍ତ ହସ୍ତରେ ଆମ୍ଭ ନିକଟରେ ଉପସ୍ଥିତ ହେବ ନାହିଁ।
Thou shalt keep the feast of unleavened bread: (thou shalt eat unleavened bread seven days, as I commanded thee, in the time appointed of the month Abib; for in it thou camest out from Egypt: and none shall appear before me empty: )
16 ଆଉ, ତୁମ୍ଭେ ଶସ୍ୟଚ୍ଛେଦନ ଉତ୍ସବ, ଅର୍ଥାତ୍‍, କ୍ଷେତରେ ଯାହା ବୁଣ, ତହିଁର ପ୍ରଥମ ସଂଗୃହୀତ ଫଳର ଉତ୍ସବ ପାଳନ କର; ପୁଣି, ବର୍ଷ ଶେଷରେ କ୍ଷେତରୁ ଫଳ ସଂଗ୍ରହ କରିବା ସମୟରେ ଫଳ ସଞ୍ଚୟର ଉତ୍ସବ ପାଳନ କର।
And the feast of harvest, the first-fruits of thy labors, which thou hast sown in the field: and the feast of in-gathering, [which] is in the end of the year, when thou hast gathered in thy labors out of the field.
17 ବର୍ଷ ମଧ୍ୟରେ ତିନି ଥର ତୁମ୍ଭର ସମସ୍ତ ପୁଂଜାତି, ପ୍ରଭୁ ସଦାପ୍ରଭୁଙ୍କ ସାକ୍ଷାତରେ ଉପସ୍ଥିତ ହେବେ।
Three times in the year all thy males shall appear before the LORD God.
18 ତୁମ୍ଭେ ତାଡ଼ିଯୁକ୍ତ ଦ୍ରବ୍ୟ ସହିତ ଆମ୍ଭ ବଳିର ରକ୍ତ ଉତ୍ସର୍ଗ କରିବ ନାହିଁ; ପୁଣି, ଆମ୍ଭ ଉତ୍ସବ-ସମ୍ପର୍କୀୟ ମେଦ ରାତ୍ରିଯାକ ପ୍ରଭାତ ପର୍ଯ୍ୟନ୍ତ ରଖିବ ନାହିଁ।
Thou shalt not offer the blood of my sacrifice with leavened bread; neither shall the fat of my sacrifice remain until the morning.
19 ତୁମ୍ଭ ଭୂମିର ପ୍ରଥମଜାତ ଫଳ ତୁମ୍ଭ ସଦାପ୍ରଭୁ ପରମେଶ୍ୱରଙ୍କ ଗୃହକୁ ଆଣିବ। ତୁମ୍ଭେ ଛାଗବତ୍ସକୁ ତାହାର ମାତୃ ଦୁଗ୍ଧରେ ପାକ କରିବ ନାହିଁ।
The first of the first-fruits of thy land thou shalt bring into the house of the LORD thy God. Thou shalt not seethe a kid in his mother's milk.
20 ଦେଖ, ଆମ୍ଭେ ତୁମ୍ଭକୁ ପଥରେ ରକ୍ଷା କରିବା ପାଇଁ ଓ ତୁମ୍ଭକୁ ଆମ୍ଭର ପ୍ରସ୍ତୁତ ସ୍ଥାନକୁ ଆଣିବା ପାଇଁ ତୁମ୍ଭ ଆଗେ ଆଗେ ଏକ ଦୂତ ପ୍ରେରଣ କରୁଅଛୁ।
Behold, I send an Angel before thee, to keep thee in the way, and to bring thee into the place which I have prepared.
21 ତାହାଙ୍କ ବିଷୟରେ ସାବଧାନ ହୁଅ ଓ ତାହାଙ୍କ ରବରେ ଅବଧାନ କର; ତାହାଙ୍କର ଅସନ୍ତୋଷ ଜନ୍ମାଅ ନାହିଁ; କାରଣ ସେ ତୁମ୍ଭମାନଙ୍କ ଅଧର୍ମ କ୍ଷମା କରିବେ ନାହିଁ; ଯେହେତୁ ତାହାଙ୍କଠାରେ ଆମ୍ଭର ନାମ ଅଛି।
Beware of him, and obey his voice, provoke him not; for he will not pardon your transgressions: for my name [is] in him.
22 ମାତ୍ର ତୁମ୍ଭେ ଯଦି ନିତାନ୍ତ ତାହାଙ୍କ ରବରେ ମନୋଯୋଗ କରିବ, ପୁଣି, ଆମ୍ଭେ ଯାହାସବୁ କହୁ, ତାହା କରିବ; ତେବେ ଆମ୍ଭେ ତୁମ୍ଭ ଶତ୍ରୁମାନଙ୍କର ଶତ୍ରୁ ଓ ତୁମ୍ଭ ବୈରୀମାନଙ୍କର ବୈରୀ ହେବା।
But if thou shalt indeed obey his voice, and do all that I speak; then I will be an enemy to thy enemies, and an adversary to thy adversaries.
23 କାରଣ ଆମ୍ଭର ଦୂତ ତୁମ୍ଭ ଆଗେ ଆଗେ ଯାଇ ତୁମ୍ଭକୁ ଇମୋରୀୟ, ହିତ୍ତୀୟ, ପରିଷୀୟ, କିଣାନୀୟ, ହିବ୍ବୀୟ ଓ ଯିବୂଷୀୟମାନଙ୍କ ଦେଶକୁ ଆଣିବେ, ପୁଣି, ଆମ୍ଭେ ସେମାନଙ୍କୁ ଉଚ୍ଛିନ୍ନ କରିବା।
For my Angel shall go before thee, and bring thee in to the Amorites, and the Hittites, and the Perizzites, and the Canaanites, [and] the Hivites, and the Jebusites; and I will cut them off.
24 ତୁମ୍ଭେ ସେମାନଙ୍କ ଦେବଗଣକୁ ପ୍ରଣାମ କରିବ ନାହିଁ ଓ ସେମାନଙ୍କର ସେବା କରିବ ନାହିଁ, ପୁଣି, ସେମାନଙ୍କ କ୍ରିୟାନୁସାରେ କ୍ରିୟା କରିବ ନାହିଁ; ମାତ୍ର ସେମାନଙ୍କୁ ସମୂଳେ ଉତ୍ପାଟନ କରିବ ଓ ସେମାନଙ୍କ ସ୍ତମ୍ଭସବୁ ଭାଙ୍ଗି ପକାଇବ।
Thou shalt not bow down to their gods, nor serve them, nor do after their works: but thou shalt utterly overthrow them, and quite break down their images.
25 ତୁମ୍ଭେମାନେ ଆପଣାମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କର ସେବା କରିବ; ତହିଁରେ ସେ ତୁମ୍ଭମାନଙ୍କ ଅନ୍ନ ଓ ଜଳରେ ଆଶୀର୍ବାଦ କରିବେ, ପୁଣି, ଆମ୍ଭେ ତୁମ୍ଭ ମଧ୍ୟରୁ ରୋଗ ଦୂର କରିବା।
And ye shall serve the LORD your God, and he will bless thy bread, and thy water; and I will take sickness away from the midst of thee.
26 ତୁମ୍ଭ ଦେଶରେ କାହାରି ଗର୍ଭପାତ ହେବ ନାହିଁ, ପୁଣି, କେହି ବନ୍ଧ୍ୟା ହେବ ନାହିଁ; ଆମ୍ଭେ ତୁମ୍ଭ ଆୟୁର ପରିମାଣ ପୂର୍ଣ୍ଣ କରିବା।
There shall nothing cast their young, nor be barren, in thy land: I will complete the number of thy days.
27 ଆମ୍ଭେ ତୁମ୍ଭ ଆଗେ ଆଗେ ଆମ୍ଭ ବିଷୟକ ଭୟ ପ୍ରେରଣ କରିବା; ପୁଣି, ତୁମ୍ଭେ ଯେଉଁସବୁ ଲୋକଙ୍କ ନିକଟରେ ଉପସ୍ଥିତ ହେବ, ସେମାନଙ୍କୁ ବ୍ୟାକୁଳ କରିବା ଓ ଆମ୍ଭେ ତୁମ୍ଭର ଶତ୍ରୁଗଣକୁ ବିମୁଖ କରିବା।
I will send my fear before thee, and will destroy all the people to whom thou shalt come, and I will make all thy enemies turn their backs to thee.
28 ଆମ୍ଭେ ତୁମ୍ଭ ଆଗେ ଆଗେ ବିରୁଡ଼ିମାନଙ୍କୁ ପଠାଇବା; ସେମାନେ ହିବ୍ବୀୟ, କିଣାନୀୟ ଓ ହିତ୍ତୀୟମାନଙ୍କୁ ତୁମ୍ଭ ସମ୍ମୁଖରୁ ଘଉଡ଼ାଇ ଦେବେ।
And I will send hornets before thee, which shall drive out the Hivite, the Canaanite, and the Hittite from before thee.
29 ମାତ୍ର ଏକ ବର୍ଷରେ ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ଘଉଡ଼ାଇ ଦେବା ନାହିଁ, ତାହାହେଲେ ଦେଶ ଶୂନ୍ୟ ହୋଇଯିବ ଓ ତୁମ୍ଭ ପ୍ରତିକୂଳରେ ବନ୍ୟ ପଶୁମାନଙ୍କ ସଂଖ୍ୟା ବୃଦ୍ଧି ପାଇବ।
I will not drive them out from before thee in one year; lest the land should become desolate, and the beast of the field should multiply against thee.
30 ତୁମ୍ଭେ ଯେପର୍ଯ୍ୟନ୍ତ ବର୍ଦ୍ଧିତ ହୋଇ ନାହଁ ଓ ଦେଶ ଅଧିକାର କରି ନାହଁ, ସେପର୍ଯ୍ୟନ୍ତ ଆମ୍ଭେ ତୁମ୍ଭ ସମ୍ମୁଖରୁ ସେମାନଙ୍କୁ କ୍ରମେ କ୍ରମେ ଘଉଡ଼ାଇ ଦେବା।
By little and little I will drive them out from before thee, until thou shalt be increased and inherit the land.
31 ପୁଣି, ଆମ୍ଭେ ସୂଫ ସାଗରଠାରୁ ପଲେଷ୍ଟୀୟମାନଙ୍କର ସମୁଦ୍ର ପର୍ଯ୍ୟନ୍ତ ଓ ପ୍ରାନ୍ତରଠାରୁ ଫରାତ୍‍ ନଦୀ ପର୍ଯ୍ୟନ୍ତ ତୁମ୍ଭର ସୀମା ନିରୂପଣ କରିବା; କାରଣ ଆମ୍ଭେ ସେହି ଦେଶ ନିବାସୀମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବା; ତହିଁରେ ତୁମ୍ଭେ ଆପଣା ସମ୍ମୁଖରୁ ସେମାନଙ୍କୁ ଘଉଡ଼ାଇ ଦେବ।
And I will set thy bounds from the Red sea even to the sea of the Philistines, and from the desert to the river: for I will deliver the inhabitants of the land into your hand; and thou shalt drive them out before thee.
32 ତୁମ୍ଭେ ସେମାନଙ୍କ ସହିତ କିମ୍ବା ସେମାନଙ୍କ ଦେବଗଣ ସହିତ କୌଣସି ନିୟମ ସ୍ଥିର କରିବ ନାହିଁ।
Thou shalt make no covenant with them, nor with their gods.
33 ସେମାନେ ତୁମ୍ଭ ଦେଶରେ ବାସ କରିବେ ନାହିଁ, କଲେ ସେମାନେ ଆମ୍ଭ ବିରୁଦ୍ଧରେ ତୁମ୍ଭକୁ ପାପ କରାଇବେ; ଯେହେତୁ ତୁମ୍ଭେ ଯଦି ସେମାନଙ୍କ ଦେବଗଣର ସେବା କର, ତେବେ ତାହା ଅବଶ୍ୟ ତୁମ୍ଭର ଫାନ୍ଦ ସ୍ୱରୂପ ହେବ।
They shall not dwell in thy land, lest they make thee to sin against me: for if thou shalt serve their gods, it will surely be a snare to thee.

< ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 23 >