< ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 25 >

1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
וַיְדַבֵּ֥ר יְהוָ֖ה אֶל־מֹשֶׁ֥ה לֵּאמֹֽר׃
2 ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ ଆମ୍ଭ ନିମନ୍ତେ ଉପହାର ସଂଗ୍ରହ କରିବାକୁ କୁହ; ଯାହାର ହୃଦୟ ଯାହାକୁ ଇଚ୍ଛୁକ କରାଏ, ତାହାଠାରୁ ତୁମ୍ଭେମାନେ ଆମ୍ଭର ସେହି ଉପହାର ଗ୍ରହଣ କରିବ।
דַּבֵּר֙ אֶל־בְּנֵ֣י יִשְׂרָאֵ֔ל וְיִקְחוּ־לִ֖י תְּרוּמָ֑ה מֵאֵ֤ת כָּל־אִישׁ֙ אֲשֶׁ֣ר יִדְּבֶ֣נּוּ לִבֹּ֔ו תִּקְח֖וּ אֶת־תְּרוּמָתִֽי׃
3 ଅର୍ଥାତ୍‍, ସ୍ୱର୍ଣ୍ଣ, ରୌପ୍ୟ ଓ ପିତ୍ତଳ;
וְזֹאת֙ הַתְּרוּמָ֔ה אֲשֶׁ֥ר תִּקְח֖וּ מֵאִתָּ֑ם זָהָ֥ב וָכֶ֖סֶף וּנְחֹֽשֶׁת׃
4 ପୁଣି, ନୀଳବର୍ଣ୍ଣ, ଧୂମ୍ରବର୍ଣ୍ଣ, ସିନ୍ଦୂର ବର୍ଣ୍ଣ, ଶୁଭ୍ର କ୍ଷୌମସୂତ୍ର, ଛାଗର ଲୋମ,
וּתְכֵ֧לֶת וְאַרְגָּמָ֛ן וְתֹולַ֥עַת שָׁנִ֖י וְשֵׁ֥שׁ וְעִזִּֽים׃
5 ରକ୍ତୀକୃତ ମେଷର ଚର୍ମ ଓ ଶିଶୁକ ଚର୍ମ, ଶିଟୀମ୍‍ କାଷ୍ଠ,
וְעֹרֹ֨ת אֵילִ֧ם מְאָדָּמִ֛ים וְעֹרֹ֥ת תְּחָשִׁ֖ים וַעֲצֵ֥י שִׁטִּֽים׃
6 ଦୀପ ନିମନ୍ତେ ତୈଳ ପୁଣି, ଅଭିଷେକାର୍ଥ ତୈଳ ଓ ସୁଗନ୍ଧି ଧୂପ ନିମନ୍ତେ ଗନ୍ଧଦ୍ରବ୍ୟ,
שֶׁ֖מֶן לַמָּאֹ֑ר בְּשָׂמִים֙ לְשֶׁ֣מֶן הַמִּשְׁחָ֔ה וְלִקְטֹ֖רֶת הַסַּמִּֽים׃
7 ପୁଣି, ଏଫୋଦ ଓ ବୁକୁପଟା ନିମନ୍ତେ ଗୋମେଦକ ମଣି ପ୍ରଭୃତି ଖଚନୀୟ ପ୍ରସ୍ତର; ଏହି ସମସ୍ତ ଉପହାର ସେମାନଙ୍କଠାରୁ ଗ୍ରହଣ କରିବ।
אַבְנֵי־שֹׁ֕הַם וְאַבְנֵ֖י מִלֻּאִ֑ים לָאֵפֹ֖ד וְלַחֹֽשֶׁן׃
8 ସେମାନେ ଆମ୍ଭ ନିମନ୍ତେ ଗୋଟିଏ ପବିତ୍ର ସ୍ଥାନ ନିର୍ମାଣ କରନ୍ତୁ; ତହିଁରେ ଆମ୍ଭେ ସେମାନଙ୍କ ମଧ୍ୟରେ ବାସ କରିବା।
וְעָ֥שׂוּ לִ֖י מִקְדָּ֑שׁ וְשָׁכַנְתִּ֖י בְּתֹוכָֽם׃
9 ଆବାସର ଆକାର ଓ ତହିଁର ସମସ୍ତ ପାତ୍ରର ଆକାରାଦିର ଯେଉଁ ଆଦର୍ଶ ଆମ୍ଭେ ତୁମ୍ଭକୁ ଦେଖାଇବା, ତଦନୁସାରେ ତୁମ୍ଭେମାନେ ସମସ୍ତ କରିବ।
כְּכֹ֗ל אֲשֶׁ֤ר אֲנִי֙ מַרְאֶ֣ה אֹותְךָ֔ אֵ֚ת תַּבְנִ֣ית הַמִּשְׁכָּ֔ן וְאֵ֖ת תַּבְנִ֣ית כָּל־כֵּלָ֑יו וְכֵ֖ן תַּעֲשֽׂוּ׃ ס
10 ଆଉ, ସେମାନେ ଅଢ଼ାଇ ହସ୍ତ ଦୀର୍ଘ, ଦେଢ଼ ହସ୍ତ ପ୍ରସ୍ଥ ଓ ଦେଢ଼ ହସ୍ତ ଉଚ୍ଚ ଶିଟୀମ୍‍ କାଷ୍ଠର ଏକ ସିନ୍ଦୁକ ନିର୍ମାଣ କରିବେ।
וְעָשׂ֥וּ אֲרֹ֖ון עֲצֵ֣י שִׁטִּ֑ים אַמָּתַ֨יִם וָחֵ֜צִי אָרְכֹּ֗ו וְאַמָּ֤ה וָחֵ֙צִי֙ רָחְבֹּ֔ו וְאַמָּ֥ה וָחֵ֖צִי קֹמָתֹֽו׃
11 ତହୁଁ ତୁମ୍ଭେ ନିର୍ମଳ ସୁବର୍ଣ୍ଣରେ ତାହା ମଡ଼ାଇବ; ପୁଣି, ତହିଁର ଭିତର ଓ ବାହାର ହିଁ ମଡ଼ାଇବ, ପୁଣି, ତହିଁ ଉପର ଚତୁର୍ଦ୍ଦିଗରେ ସ୍ୱର୍ଣ୍ଣର କାନ୍ଥି କରିବ।
וְצִפִּיתָ֤ אֹתֹו֙ זָהָ֣ב טָהֹ֔ור מִבַּ֥יִת וּמִח֖וּץ תְּצַפֶּ֑נּוּ וְעָשִׂ֧יתָ עָלָ֛יו זֵ֥ר זָהָ֖ב סָבִֽיב׃
12 ପୁଣି, ତହିଁ ନିମନ୍ତେ ସ୍ୱର୍ଣ୍ଣର ଚାରି କଡ଼ା ଛାଞ୍ଚରେ ଢାଳି ତହିଁର ଚାରି କୋଣରେ ଦେବ; ତହିଁର ଏକ ପାର୍ଶ୍ୱରେ ଦୁଇ କଡ଼ା ଓ ଅନ୍ୟ ପାର୍ଶ୍ୱରେ ଦୁଇ କଡ଼ା ରହିବ।
וְיָצַ֣קְתָּ לֹּ֗ו אַרְבַּע֙ טַבְּעֹ֣ת זָהָ֔ב וְנָ֣תַתָּ֔ה עַ֖ל אַרְבַּ֣ע פַּעֲמֹתָ֑יו וּשְׁתֵּ֣י טַבָּעֹ֗ת עַל־צַלְעֹו֙ הָֽאֶחָ֔ת וּשְׁתֵּי֙ טַבָּעֹ֔ת עַל־צַלְעֹ֖ו הַשֵּׁנִֽית׃
13 ଆଉ ତୁମ୍ଭେ ଶିଟୀମ୍‍ କାଷ୍ଠରେ ଦୁଇ ସାଙ୍ଗୀ କରି ସ୍ୱର୍ଣ୍ଣରେ ମଡ଼ାଇବ।
וְעָשִׂ֥יתָ בַדֵּ֖י עֲצֵ֣י שִׁטִּ֑ים וְצִפִּיתָ֥ אֹתָ֖ם זָהָֽב׃
14 ପୁଣି, ସିନ୍ଦୁକ ବହିବା ନିମନ୍ତେ ସିନ୍ଦୁକର ଦୁଇ ପାର୍ଶ୍ୱସ୍ଥ କଡ଼ାରେ ସେହି ସାଙ୍ଗୀ ପ୍ରବେଶ କରାଇବ।
וְהֵבֵאתָ֤ אֶת־הַבַּדִּים֙ בַּטַּבָּעֹ֔ת עַ֖ל צַלְעֹ֣ת הָאָרֹ֑ן לָשֵׂ֥את אֶת־הָאָרֹ֖ן בָּהֶֽם׃
15 ସେହି ସାଙ୍ଗୀ ସିନ୍ଦୁକର କଡ଼ାରେ ଥିବ, ତହିଁରୁ ବାହାର କରାଯିବ ନାହିଁ।
בְּטַבְּעֹת֙ הָאָרֹ֔ן יִהְי֖וּ הַבַּדִּ֑ים לֹ֥א יָסֻ֖רוּ מִמֶּֽנּוּ׃
16 ପୁଣି, ଆମ୍ଭେ ତୁମ୍ଭକୁ ଯେଉଁ ସାକ୍ଷ୍ୟପତ୍ର ଦେବା, ତାହା ସେହି ସିନ୍ଦୁକରେ ରଖିବ।
וְנָתַתָּ֖ אֶל־הָאָרֹ֑ן אֵ֚ת הָעֵדֻ֔ת אֲשֶׁ֥ר אֶתֵּ֖ן אֵלֶֽיךָ׃
17 ଏଉତ୍ତାରେ ତୁମ୍ଭେ ଶୁଦ୍ଧ ସୁବର୍ଣ୍ଣରେ ଅଢ଼ାଇ ହସ୍ତ ଦୀର୍ଘ ଓ ଦେଢ଼ ହସ୍ତ ପ୍ରସ୍ଥ ଏକ ପାପାଚ୍ଛାଦନ ନିର୍ମାଣ କରିବ।
וְעָשִׂ֥יתָ כַפֹּ֖רֶת זָהָ֣ב טָהֹ֑ור אַמָּתַ֤יִם וָחֵ֙צִי֙ אָרְכָּ֔הּ וְאַמָּ֥ה וָחֵ֖צִי רָחְבָּֽהּ׃
18 ତୁମ୍ଭେ ସୁବର୍ଣ୍ଣର ଦୁଇ କିରୂବ ପ୍ରସ୍ତୁତ କରିବ; ପିଟାକର୍ମରେ ତାହା ପ୍ରସ୍ତୁତ କରି ସେହି ପାପାଚ୍ଛାଦନର ଦୁଇ ମୁଣ୍ଡରେ ଦେବ।
וְעָשִׂ֛יתָ שְׁנַ֥יִם כְּרֻבִ֖ים זָהָ֑ב מִקְשָׁה֙ תַּעֲשֶׂ֣ה אֹתָ֔ם מִשְּׁנֵ֖י קְצֹ֥ות הַכַּפֹּֽרֶת׃
19 ଏକ କିରୂବ ଏକ ମୁଣ୍ଡରେ ଓ ଅନ୍ୟ କିରୂବ ଅନ୍ୟ ମୁଣ୍ଡରେ ସ୍ଥାପନ କରିବ; ଦୁଇ କିରୂବକୁ ପାପାଚ୍ଛାଦନ ସହିତ ସଂଲଗ୍ନ ଓ ତହିଁର ଦୁଇ ପ୍ରାନ୍ତରେ ଉଭା କରି ସ୍ଥାପନ କରିବ।
וַ֠עֲשֵׂה כְּר֨וּב אֶחָ֤ד מִקָּצָה֙ מִזֶּ֔ה וּכְרוּב־אֶחָ֥ד מִקָּצָ֖ה מִזֶּ֑ה מִן־הַכַּפֹּ֛רֶת תַּעֲשׂ֥וּ אֶת־הַכְּרֻבִ֖ים עַל־שְׁנֵ֥י קְצֹותָֽיו׃
20 ପୁଣି, କିରୂବମାନେ ପରସ୍ପର ସମ୍ମୁଖୀନ ହୋଇ ପକ୍ଷ ଊର୍ଦ୍ଧ୍ୱକୁ ବିସ୍ତାର କରି ପାପାଚ୍ଛାଦନ ଆବରଣ କରିବେ; ପାପାଚ୍ଛାଦନ ପ୍ରତି କିରୂବମାନଙ୍କର ମୁଖ ରହିବ।
וְהָי֣וּ הַכְּרֻבִים֩ פֹּרְשֵׂ֨י כְנָפַ֜יִם לְמַ֗עְלָה סֹכְכִ֤ים בְּכַנְפֵיהֶם֙ עַל־הַכַּפֹּ֔רֶת וּפְנֵיהֶ֖ם אִ֣ישׁ אֶל־אָחִ֑יו אֶל־הַכַּפֹּ֔רֶת יִהְי֖וּ פְּנֵ֥י הַכְּרֻבִֽים׃
21 ତୁମ୍ଭେ ସେହି ପାପାଚ୍ଛାଦନ ସେହି ସିନ୍ଦୁକ ଉପରେ ରଖିବ, ପୁଣି, ଆମ୍ଭେ ତୁମ୍ଭକୁ ଯେଉଁ ସାକ୍ଷ୍ୟପତ୍ର ଦେବା, ତାହା ସେହି ସିନ୍ଦୁକ ଭିତରେ ଥୋଇବ।
וְנָתַתָּ֧ אֶת־הַכַּפֹּ֛רֶת עַל־הָאָרֹ֖ן מִלְמָ֑עְלָה וְאֶל־הָ֣אָרֹ֔ן תִּתֵּן֙ אֶת־הָ֣עֵדֻ֔ת אֲשֶׁ֥ר אֶתֵּ֖ן אֵלֶֽיךָ׃
22 ଆଉ ଆମ୍ଭେ ସେହି ସ୍ଥାନରେ ତୁମ୍ଭ ସହିତ ସାକ୍ଷାତ କରିବା ଓ ପାପାଚ୍ଛାଦନର ଉପରି ଭାଗରୁ, ଅର୍ଥାତ୍‍, ସାକ୍ଷ୍ୟ-ସିନ୍ଦୁକର ଉପରିସ୍ଥ କିରୂବ ଦ୍ୱୟ ମଧ୍ୟରୁ ତୁମ୍ଭ ସଙ୍ଗେ ଆଳାପ କରି ଇସ୍ରାଏଲ-ସନ୍ତାନଗଣ ବିଷୟକ ଆମ୍ଭର ସମସ୍ତ ଆଜ୍ଞା ତୁମ୍ଭକୁ ଜଣାଇବା।
וְנֹועַדְתִּ֣י לְךָ֮ שָׁם֒ וְדִבַּרְתִּ֨י אִתְּךָ֜ מֵעַ֣ל הַכַּפֹּ֗רֶת מִבֵּין֙ שְׁנֵ֣י הַכְּרֻבִ֔ים אֲשֶׁ֖ר עַל־אֲרֹ֣ן הָעֵדֻ֑ת אֵ֣ת כָּל־אֲשֶׁ֧ר אֲצַוֶּ֛ה אֹותְךָ֖ אֶל־בְּנֵ֥י יִשְׂרָאֵֽל׃ פ
23 ତହିଁ ଉତ୍ତାରେ ତୁମ୍ଭେ ଶିଟୀମ୍‍ କାଷ୍ଠରେ ଦୁଇ ହସ୍ତ ଦୀର୍ଘ ଓ ଏକ ହସ୍ତ ପ୍ରସ୍ଥ ଓ ଦେଢ଼ ହସ୍ତ ଉଚ୍ଚ ଗୋଟିଏ ମେଜ ନିର୍ମାଣ କରି
וְעָשִׂ֥יתָ שֻׁלְחָ֖ן עֲצֵ֣י שִׁטִּ֑ים אַמָּתַ֤יִם אָרְכֹּו֙ וְאַמָּ֣ה רָחְבֹּ֔ו וְאַמָּ֥ה וָחֵ֖צִי קֹמָתֹֽו׃
24 ନିର୍ମଳ ସ୍ୱର୍ଣ୍ଣରେ ତାହା ମଡ଼ାଇବ, ପୁଣି, ତହିଁର ଚତୁର୍ଦ୍ଦିଗରେ ସ୍ୱର୍ଣ୍ଣର କାନ୍ଥି କରିବ।
וְצִפִּיתָ֥ אֹתֹ֖ו זָהָ֣ב טָהֹ֑ור וְעָשִׂ֥יתָ לֹּ֛ו זֵ֥ר זָהָ֖ב סָבִֽיב׃
25 ପୁଣି, ତହିଁର ଚତୁର୍ଦ୍ଦିଗରେ ଚତୁରଙ୍ଗୁଳି ପରିମିତ ଏକ ବେଷ୍ଟନ କରିବ ଓ ସେହି ବେଷ୍ଟନର ଚତୁର୍ଦ୍ଦିଗରେ ସୁବର୍ଣ୍ଣ କାନ୍ଥି କରିବ।
וְעָשִׂ֨יתָ לֹּ֥ו מִסְגֶּ֛רֶת טֹ֖פַח סָבִ֑יב וְעָשִׂ֧יתָ זֵר־זָהָ֛ב לְמִסְגַּרְתֹּ֖ו סָבִֽיב׃
26 ଆଉ ସୁବର୍ଣ୍ଣ ନିର୍ମିତ ଚାରି କଡ଼ା କରି ତହିଁର ଚାରି ପାହ୍ୟାର ଚାରି କୋଣରେ ରଖିବ।
וְעָשִׂ֣יתָ לֹּ֔ו אַרְבַּ֖ע טַבְּעֹ֣ת זָהָ֑ב וְנָתַתָּ֙ אֶת־הַטַּבָּעֹ֔ת עַ֚ל אַרְבַּ֣ע הַפֵּאֹ֔ת אֲשֶׁ֖ר לְאַרְבַּ֥ע רַגְלָֽיו׃
27 ମେଜ ବହନାର୍ଥେ ସାଙ୍ଗୀର ଘରା ନିମନ୍ତେ ସେହି କଡ଼ା ବେଷ୍ଟନ-ପାର୍ଶ୍ୱରେ ଥିବ।
לְעֻמַּת֙ הַמִּסְגֶּ֔רֶת תִּהְיֶ֖יןָ הַטַּבָּעֹ֑ת לְבָתִּ֣ים לְבַדִּ֔ים לָשֵׂ֖את אֶת־הַשֻּׁלְחָֽן׃
28 ପୁଣି, ସେହି ମେଜ ବହନାର୍ଥେ ଶିଟୀମ୍‍ କାଷ୍ଠରେ ସାଙ୍ଗୀ ପ୍ରସ୍ତୁତ କରି ସ୍ୱର୍ଣ୍ଣରେ ମଡ଼ାଇବ।
וְעָשִׂ֤יתָ אֶת־הַבַּדִּים֙ עֲצֵ֣י שִׁטִּ֔ים וְצִפִּיתָ֥ אֹתָ֖ם זָהָ֑ב וְנִשָּׂא־בָ֖ם אֶת־הַשֻּׁלְחָֽן׃
29 ପୁଣି, ଥାଳୀ, ଚାମଚ, ଗଡ଼ୁ ଓ ଢାଳିବା ନିମନ୍ତେ ପାତ୍ର ନିର୍ମାଣ କରିବ, ଏହି ସମସ୍ତ ଶୁଦ୍ଧ ସୁବର୍ଣ୍ଣରେ ନିର୍ମାଣ କରିବ।
וְעָשִׂ֨יתָ קְּעָרֹתָ֜יו וְכַפֹּתָ֗יו וּקְשֹׂותָיו֙ וּמְנַקִּיֹּתָ֔יו אֲשֶׁ֥ר יֻסַּ֖ךְ בָּהֵ֑ן זָהָ֥ב טָהֹ֖ור תַּעֲשֶׂ֥ה אֹתָֽם׃
30 ତୁମ୍ଭେ ସେହି ମେଜ ଉପରେ ଆମ୍ଭ ସମ୍ମୁଖରେ ସର୍ବଦା ଦର୍ଶନୀୟ ରୁଟି ରଖିବ।
וְנָתַתָּ֧ עַֽל־הַשֻּׁלְחָ֛ן לֶ֥חֶם פָּנִ֖ים לְפָנַ֥י תָּמִֽיד׃ פ
31 ଆହୁରି, ତୁମ୍ଭେ ନିର୍ମଳ ସୁବର୍ଣ୍ଣର ଏକ ଦୀପବୃକ୍ଷ ନିର୍ମାଣ କରିବ; ପିଟାକର୍ମରେ ଦୀପବୃକ୍ଷ, ତହିଁର ଗଣ୍ଡି ଓ ଶାଖା ନିର୍ମିତ ହେବ; ଆଉ ଗୋଲାଧାର, କଳିକା ଓ ପୁଷ୍ପ ତହିଁରେ ସଂଲଗ୍ନ ରହିବ।
וְעָשִׂ֥יתָ מְנֹרַ֖ת זָהָ֣ב טָהֹ֑ור מִקְשָׁ֞ה תֵּעָשֶׂ֤ה הַמְּנֹורָה֙ יְרֵכָ֣הּ וְקָנָ֔הּ גְּבִיעֶ֛יהָ כַּפְתֹּרֶ֥יהָ וּפְרָחֶ֖יהָ מִמֶּ֥נָּה יִהְיֽוּ׃
32 ଅର୍ଥାତ୍‍, ତହିଁର ଏକ ପାର୍ଶ୍ୱରୁ ତିନି ଦୀପଶାଖା ଓ ଅନ୍ୟ ପାର୍ଶ୍ୱରୁ ତିନି ଦୀପଶାଖା, ଏହିରୂପେ ଦୁଇ ପାର୍ଶ୍ୱରୁ ଛଅ ଶାଖା ନିର୍ଗତ ହେବ।
וְשִׁשָּׁ֣ה קָנִ֔ים יֹצְאִ֖ים מִצִּדֶּ֑יהָ שְׁלֹשָׁ֣ה ׀ קְנֵ֣י מְנֹרָ֗ה מִצִּדָּהּ֙ הָאֶחָ֔ד וּשְׁלֹשָׁה֙ קְנֵ֣י מְנֹרָ֔ה מִצִּדָּ֖הּ הַשֵּׁנִֽי׃
33 ତହିଁର ଏକ ଶାଖାରେ ବାଦାମପୁଷ୍ପାକୃତି ତିନି ଗୋଲାଧାର, କଳିକା ଓ ପୁଷ୍ପ ରହିବ, ପୁଣି, ଅନ୍ୟ ଶାଖାରେ ବାଦାମପୁଷ୍ପାକୃତି ତିନି ଗୋଲାଧାର, କଳିକା ଓ ପୁଷ୍ପ ରହିବ; ସେହି ଦୀପବୃକ୍ଷରୁ ନିର୍ଗତ ଛଅ ଶାଖାରେ ଏହିରୂପେ ହେବ।
שְׁלֹשָׁ֣ה גְ֠בִעִים מְֽשֻׁקָּדִ֞ים בַּקָּנֶ֣ה הָאֶחָד֮ כַּפְתֹּ֣ר וָפֶרַח֒ וּשְׁלֹשָׁ֣ה גְבִעִ֗ים מְשֻׁקָּדִ֛ים בַּקָּנֶ֥ה הָאֶחָ֖ד כַּפְתֹּ֣ר וָפָ֑רַח כֵּ֚ן לְשֵׁ֣שֶׁת הַקָּנִ֔ים הַיֹּצְאִ֖ים מִן־הַמְּנֹרָֽה׃
34 ମାତ୍ର ଦୀପବୃକ୍ଷରେ ବାଦାମପୁଷ୍ପାକୃତି ଚାରି ଗୋଲାଧାର, କଳିକା ଓ ପୁଷ୍ପ ରହିବ;
וּבַמְּנֹרָ֖ה אַרְבָּעָ֣ה גְבִעִ֑ים מְשֻׁקָּדִ֔ים כַּפְתֹּרֶ֖יהָ וּפְרָחֶֽיהָ׃
35 ପୁଣି, ସେହି ଦୀପବୃକ୍ଷରୁ ଯେଉଁ ଛଅ ଶାଖା ନିର୍ଗତ ହୁଏ, ସେମାନଙ୍କ ଏକ ଶାଖାଦ୍ୱୟର ତଳେ ଏକ କଳିକା ଓ ଦ୍ୱିତୀୟ ଶାଖାଦ୍ୱୟର ତଳେ ଏକ କଳିକା ଓ ତୃତୀୟ ଶାଖାଦ୍ୱୟର ତଳେ ଏକ କଳିକା ରହିବ।
וְכַפְתֹּ֡ר תַּחַת֩ שְׁנֵ֨י הַקָּנִ֜ים מִמֶּ֗נָּה וְכַפְתֹּר֙ תַּ֣חַת שְׁנֵ֤י הַקָּנִים֙ מִמֶּ֔נָּה וְכַפְתֹּ֕ר תַּחַת־שְׁנֵ֥י הַקָּנִ֖ים מִמֶּ֑נָּה לְשֵׁ֙שֶׁת֙ הַקָּנִ֔ים הַיֹּצְאִ֖ים מִן־הַמְּנֹרָֽה׃
36 ଆଉ, କଳିକା, ଶାଖା ତହିଁର ଅଂଶ ହେବ ଓ ସମସ୍ତ ନିର୍ମଳ ସ୍ୱର୍ଣ୍ଣରେ ନିର୍ମିତ ଏକ ପିଟାକର୍ମ ହେବ।
כַּפְתֹּרֵיהֶ֥ם וּקְנֹתָ֖ם מִמֶּ֣נָּה יִהְי֑וּ כֻּלָּ֛הּ מִקְשָׁ֥ה אַחַ֖ת זָהָ֥ב טָהֹֽור׃
37 ଆଉ, ତୁମ୍ଭେ ତହିଁ ପାଇଁ ସପ୍ତ ପ୍ରଦୀପ ନିର୍ମାଣ କରିବ; ତହିଁରେ ଲୋକମାନେ ସେହି ପ୍ରଦୀପ ଜ୍ୱଳାଇଲେ, ତହିଁର ସମ୍ମୁଖରେ ଆଲୁଅ ହେବ
וְעָשִׂ֥יתָ אֶת־נֵרֹתֶ֖יהָ שִׁבְעָ֑ה וְהֶֽעֱלָה֙ אֶת־נֵ֣רֹתֶ֔יהָ וְהֵאִ֖יר עַל־עֵ֥בֶר פָּנֶֽיהָ׃
38 ଏବଂ ନିର୍ମଳ ସୁବର୍ଣ୍ଣରେ ତହିଁର ଚିମୁଟା ଓ ଅଙ୍ଗାରଦାନି ନିର୍ମାଣ କରିବ।
וּמַלְקָחֶ֥יהָ וּמַחְתֹּתֶ֖יהָ זָהָ֥ב טָהֹֽור׃
39 ଏହି ଦୀପବୃକ୍ଷ ଓ ତହିଁର ସାମଗ୍ରୀ ସର୍ବସୁଦ୍ଧା ଏକ ତାଳନ୍ତ ନିର୍ମଳ ସୁବର୍ଣ୍ଣରେ ନିର୍ମିତ ହେବ।
כִּכָּ֛ר זָהָ֥ב טָהֹ֖ור יַעֲשֶׂ֣ה אֹתָ֑הּ אֵ֥ת כָּל־הַכֵּלִ֖ים הָאֵֽלֶּה׃
40 ସାବଧାନ, ପର୍ବତରେ ତୁମ୍ଭକୁ ତହିଁର ଯେଉଁ ଯେଉଁ ଆଦର୍ଶ ପ୍ରଦର୍ଶିତ ହୋଇଅଛି, ସେହିରୂପେ ସମସ୍ତ କର।
וּרְאֵ֖ה וַעֲשֵׂ֑ה בְּתַ֨בְנִיתָ֔ם אֲשֶׁר־אַתָּ֥ה מָרְאֶ֖ה בָּהָֽר׃ ס

< ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 25 >