< ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 15 >

1 ଏଥିଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,
The word of YHWH came to me, saying,
2 “ହେ ମନୁଷ୍ୟ-ସନ୍ତାନ, ଦ୍ରାକ୍ଷାଲତାର ଗଛ, ବନସ୍ଥ ବୃକ୍ଷଗଣ ମଧ୍ୟରେ ସ୍ଥିତ ଦ୍ରାକ୍ଷାଲତାର ଶାଖା, ଅନ୍ୟ ସକଳ ଗଛ ଅପେକ୍ଷା କାହିଁରେ ଅଧିକ?
"Son of man, what is the vine tree more than any tree, the vine-branch which is among the trees of the forest?
3 କୌଣସି କାର୍ଯ୍ୟ ନିମନ୍ତେ କି ତହିଁରୁ କାଠ ନିଆଯିବ? ଅବା କୌଣସି ପାତ୍ର ଟଙ୍ଗାଇବା ନିମନ୍ତେ କି ଲୋକେ ତହିଁରୁ ମେଖ କରିବେ?
Shall wood be taken of it to make any work? Or will men take a pin of it to hang any vessel thereon?
4 ଦେଖ, ଜାଳ ହେବା ପାଇଁ ତାହା ଅଗ୍ନିରେ ପକାଗଲା; ଅଗ୍ନି ତାହାର ଦୁଇ ମୁଣ୍ଡ ଗ୍ରାସ କଲା ଓ ତହିଁର ମଧ୍ୟଭାଗ ଦଗ୍ଧ ହେଲା ତାହା କି କୌଣସି କାର୍ଯ୍ୟକୁ ଆସିବ?
Look, it is cast into the fire for fuel; the fire has devoured both its ends, and its midst is burned: is it profitable for any work?
5 ଦେଖ, ଅବିକଳ ଥିବା ବେଳେ ତାହା କୌଣସି କାର୍ଯ୍ୟର ଯୋଗ୍ୟ ନୋହିଲା; ଅଗ୍ନି ଗ୍ରାସ କଲା ଉତ୍ତାରେ ଓ ତାହା ଦଗ୍ଧ ହେଲା ଉତ୍ତାରେ ତାହା କି କୌଣସି କାର୍ଯ୍ୟର ଅଧିକ ଅଯୋଗ୍ୟ ନୋହିବ?
Look, when it was whole, it was meet for no work: how much less, when the fire has devoured it, and it is burned, shall it yet be meet for any work.
6 ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ଯେପରି ବନସ୍ଥ ଗଛସବୁର ମଧ୍ୟସ୍ଥିତ ଦ୍ରାକ୍ଷାଲତାକୁ ଅଗ୍ନିରେ ଜାଳ ହେବା ପାଇଁ ନିରୂପଣ କରିଅଛୁ, ସେହିପରି ଆମ୍ଭେ ଯିରୂଶାଲମ ନିବାସୀମାନଙ୍କୁ ନିରୂପଣ କରିବା।
"Therefore thus says YHWH: 'As the vine tree among the trees of the forest, which I have given to the fire for fuel, so will I give the inhabitants of Jerusalem.
7 ପୁଣି, ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖିବା, ସେମାନେ ଅଗ୍ନିରୁ ବାହାରି ଯିବେ, ମାତ୍ର ଅଗ୍ନି ସେମାନଙ୍କୁ ଗ୍ରାସ କରିବ; ପୁଣି, ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖିଲେ, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
I will set my face against them; they shall go forth from the fire, but the fire shall devour them; and you shall know that I am YHWH, when I set my face against them.
8 ଆଉ, ଆମ୍ଭେ ଦେଶକୁ ଧ୍ୱଂସର ସ୍ଥାନ କରିବା, କାରଣ ସେମାନେ ସତ୍ୟ-ଲଙ୍ଘନ କରିଅଛନ୍ତି, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”
I will make the land desolate, because they have committed a trespass,' says YHWH."

< ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 15 >