< ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 16 >

1 ପୁନର୍ବାର ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,
मग परमेश्वर देवाचा शब्द माझ्याकडे आला आणि म्हणाला.
2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଯିରୂଶାଲମକୁ ତାହାର ଘୃଣାଯୋଗ୍ୟ କ୍ରିୟାସକଳ ଜଣାଅ,
मानवाच्या मुला, त्यांच्या किळस वाण्या कृत्याबद्दल यरूशलेमेस बजावून सांग.
3 ଆଉ କୁହ, ପ୍ରଭୁ, ସଦାପ୍ରଭୁ ଯିରୂଶାଲମକୁ ଏହି କଥା କହନ୍ତି: ତୁମ୍ଭର ଉତ୍ପତ୍ତି ଓ ଜନ୍ମସ୍ଥାନ କିଣାନୀୟ ଦେଶ ଅଟେ; ପୁଣି ତୁମ୍ଭର ପିତା ଇମୋରୀୟ ଓ ମାତା ଜଣେ ହିତ୍ତୀୟା ଥିଲା।
असे जाहीर कर परमेश्वर देव यरूशलेमेला असे म्हणतो, तुझी सुरुवात आणि जन्म सुध्दा कनान देशात झाला आहे, तुझा बाप आमोरी आणि आई हित्ती होती.
4 ତୁମ୍ଭ ଜନ୍ମର ବିବରଣ ଏହି, ତୁମ୍ଭେ ଜନ୍ମ ହେବା ଦିନ ତୁମ୍ଭର ନାଭି କଟା ହୋଇ ନ ଥିଲା, କିଅବା ତୁମ୍ଭକୁ ପରିଷ୍କାର କରିବା ପାଇଁ ଜଳରେ ସ୍ନାନ କରାଯାଇ ନ ଥିଲା; ତୁମ୍ଭେ ଲବଣରେ ମଖାଯାଇ ନ ଥିଲ, କିଅବା ପଟୀରେ ଗୁଡ଼ା ଯାଇ ନ ଥିଲ।
तू जन्मला त्या दिवशी तुझी नाळ कापली नाही, तुला पाण्याने स्वच्छ केले नाही, किंवा मिठ लावून चोपडले नाही, किंवा बाळंत्याने गुंडळले नाही, तुझा जन्म झाला त्या दिवशी तुझा तिव्र तिटकारा येऊन तुला उघड्यावर फेकून दिले.
5 ଏହିସବୁ ମଧ୍ୟରୁ କୌଣସି କାର୍ଯ୍ୟ କରିବା ପାଇଁ, ତୁମ୍ଭ ପ୍ରତି ଦୟା ବହିବା ପାଇଁ କେହି ତୁମ୍ଭ ଉପରେ ସ୍ନେହ ଦୃଷ୍ଟି ନ କଲା; ମାତ୍ର ତୁମ୍ଭେ ଜନ୍ମ ହେବା ଦିନ ତୁମ୍ଭର ଘୃଣାଯୋଗ୍ୟ ଅବସ୍ଥା ସକାଶୁ ଖୋଲା ପଡ଼ିଆରେ ଫୋପଡ଼ା ଯାଇଥିଲ।
कुणाच्या डोळ्यात तुझ्याबद्दल करुणा दिसली नाही, ज्या दिवशी तुझा जन्म झाला, तुला मोकळ्या जागेत फेकून दिले.
6 ଏଥିଉତ୍ତାରେ ଆମ୍ଭେ ଯେତେବେଳେ ତୁମ୍ଭ ନିକଟ ଦେଇ ଗଲୁ ଓ ତୁମ୍ଭକୁ ରକ୍ତରେ ଛଟପଟ ହେବାର ଦେଖିଲୁ, ସେତେବେଳେ ଆମ୍ଭେ ତୁମ୍ଭକୁ କହିଲୁ, ‘ତୁମ୍ଭେ ନିଜ ରକ୍ତରେ (ଲିପ୍ତ) ଥିଲେ ହେଁ ଜୀବିତ ହୁଅ; ହଁ, ତୁମ୍ଭେ ନିଜ ରକ୍ତରେ (ଲିପ୍ତ) ଥିଲେ ହେଁ ଜୀବିତ ହୁଅ;’ ଏହି କଥା ଆମ୍ଭେ ତୁମ୍ଭକୁ କହିଲୁ।
पण मी तुझ्या जवळून जातांना तुला रक्तबंबाळ पाहिले; आणि मी तुझ्या ओघळणाऱ्या रक्ताला जीवन बोललो.
7 ଆମ୍ଭେ କ୍ଷେତ୍ରରେ ଉଦ୍ଭିଦ ପରି ତୁମ୍ଭକୁ ବହୁସଂଖ୍ୟକ କରାଇଲୁ, ତହିଁରେ ତୁମ୍ଭେ ବୃଦ୍ଧି ପାଇ ଅତି ବଡ଼ ହୋଇ ଉଠିଲ ଓ ମହାଶୋଭାରୂପ ଅଳଙ୍କାର ସ୍ୱରୂପ ହେଲ; ତୁମ୍ଭର ସ୍ତନଯୁଗଳ ସୁଡୌଲ ଓ ତୁମ୍ଭର କେଶ ଦୀର୍ଘ ହେଲା; ତଥାପି ତୁମ୍ଭେ ବିବସନା ଓ ଉଲଙ୍ଗିନୀ ଥିଲ।
मी तुला भूमीतील रोपासारखे पेरले. तू बहुगुणीत झालीस. आणि मोठी झालीस, व तू आभुषणांचा दागीना झालीस, तुला उर फुटले आणि केस दाट झाले, तू बिनवस्त्र होती.
8 ପୁଣି, ଆମ୍ଭେ ଯେତେବେଳେ ତୁମ୍ଭର ନିକଟ ଦେଇ ଗମନ କଲୁ ଓ ତୁମ୍ଭ ପ୍ରତି ଅନାଇଲୁ, ସେତେବେଳେ ଦେଖ, ତୁମ୍ଭର ସେ ସମୟ ତ ପ୍ରେମର ସମୟ; ତହୁଁ ଆମ୍ଭେ ତୁମ୍ଭ ଉପରେ ଆପଣା ବସ୍ତ୍ରାଞ୍ଚଳ ପ୍ରସାରିଲୁ ଓ ତୁମ୍ଭର ଉଲଙ୍ଗତା ଆଚ୍ଛାଦନ କଲୁ; ହଁ, ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଶପଥ କରି ତୁମ୍ଭ ସଙ୍ଗେ ନିୟମ ସ୍ଥିର କଲୁ, ତହିଁରେ ତୁମ୍ଭେ ଆମ୍ଭର ହେଲ।
मी पुन्हा तुझ्या जवळून गेलो, तेव्हा वेळ तुझ्या प्रेमाच्या विकासाची होती, तेव्हा मी तुझ्यावर पांघरुन घालून तुझी नग्नता झाकली. मग मी शपथ वाहून तुझ्याशी करार केला. परमेश्वर देव म्हणतो, या कराराने तू माझी झाली आहेस.
9 ତହୁଁ ଆମ୍ଭେ ତୁମ୍ଭକୁ ଜଳରେ ସ୍ନାନ କରାଇଲୁ, ହଁ, ଆମ୍ଭେ ସମ୍ପୂର୍ଣ୍ଣ ରୂପେ ତୁମ୍ଭ ଦେହରୁ ତୁମ୍ଭର ରକ୍ତ ଧୋଇ ଦେଲୁ ଓ ଆମ୍ଭେ ତୈଳରେ ତୁମ୍ଭକୁ ମର୍ଦ୍ଦନ କଲୁ।
मी पाण्याने तुला धुतले, आणि तेलाने तुला मळले.
10 ଆହୁରି, ଆମ୍ଭେ ତୁମ୍ଭକୁ ବିଚିତ୍ର ବସ୍ତ୍ର ପିନ୍ଧାଇଲୁ, ଶିଶୁକ ଚର୍ମର ପାଦୁକା ପିନ୍ଧାଇଲୁ ଓ ଆମ୍ଭେ ଶୁଭ୍ର କ୍ଷୌମବସ୍ତ୍ରରେ ତୁମ୍ଭର କଟିବନ୍ଧନ କରାଇଲୁ, ପୁଣି, ପଟ୍ଟବସ୍ତ୍ରରେ ବିଭୂଷିତା କଲୁ।
१०तुला नक्षीकाम केलेले कापड घातले, तुझ्या पायात कातड्याचे जोडे घातले, तुझ्या डोक्याला चांगले रेशमाचे मुलायम कापड घातले.
11 ଆହୁରି, ଆମ୍ଭେ ଅଳଙ୍କାରରେ ତୁମ୍ଭକୁ ଭୂଷିତା କଲୁ, ତୁମ୍ଭ ହସ୍ତରେ କଙ୍କଣ ଓ ଗଳଦେଶରେ ହାର ଦେଲୁ।
११त्यानंतर मी तुला दागिन्यांनी सजवले, तुझ्या हातात कडे घातले आणि गळ्यात साखळी घातली.
12 ପୁଣି, ଆମ୍ଭେ ତୁମ୍ଭ ନାସିକାରେ ନଥ, କର୍ଣ୍ଣରେ କର୍ଣ୍ଣଭୂଷଣ ଓ ମସ୍ତକରେ ସୁନ୍ଦର ମୁକୁଟ ଦେଲୁ।
१२मी तुला नथ घातली आणि कानात बाळी घातली व सुंदर मुकुट तुझ्या डोक्यात घातला.
13 ଏରୂପେ ତୁମ୍ଭେ ସୁନା, ରୂପାରେ ବିଭୂଷିତା ହେଲ, ତୁମ୍ଭର ବସ୍ତ୍ର ଶୁଭ୍ର କ୍ଷୌମସୂତ୍ର, ପଟ୍ଟ ଦ୍ୱାରା ନିର୍ମିତ ଓ ଶିଳ୍ପକର୍ମରେ ବିଚିତ୍ର ହେଲା; ତୁମ୍ଭେ ସରୁ ମଇଦା ଓ ମଧୁ ଓ ତୈଳ ଭୋଜନ କଲ। ପୁଣି, ତୁମ୍ଭେ ପରମାସୁନ୍ଦରୀ ହୋଇ ଅବଶେଷରେ ରାଣୀପଦ ପ୍ରାପ୍ତ ହେଲ।
१३तुला सोन्यारुप्याने सजवीले, तुला रेशमाच्या कापडाचा व नक्षीकाम केलेला पेहराव घातला, तुला जेवणास मधपोळी तेलासह असत. तू अति सुंदर होतीस कारण तुला दिलेल्या तेजाने तू अप्रतीम होतीस असे परमेश्वर देव म्हणतो.
14 ଆଉ, ତୁମ୍ଭ ସୌନ୍ଦର୍ଯ୍ୟର ସୁଖ୍ୟାତି ନାନା ଦେଶରେ ବ୍ୟାପିଲା; କାରଣ ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଆପଣା ଐଶ୍ୱର୍ଯ୍ୟ ଦ୍ୱାରା ତୁମ୍ଭକୁ ଯେଉଁ ସୌନ୍ଦର୍ଯ୍ୟ ଦେଇଥିଲୁ, ତାହା ସିଦ୍ଧ ଥିଲା।
१४तुझ्या देखणे पणाची चर्चा सर्व राष्ट्रात पसरली, ती तुला परिपूर्ण मोहून टाकणारी आहे, जी मी तुला दिली असे परमेश्वर देव म्हणतो.
15 ମାତ୍ର ତୁମ୍ଭେ ଆପଣା ସୌନ୍ଦର୍ଯ୍ୟରେ ନିର୍ଭର କରି ନିଜ ସୁଖ୍ୟାତି ସକାଶୁ ବ୍ୟଭିଚାରିଣୀ ହେଲ, ପୁଣି, ଯେକେହି ତୁମ୍ଭ ନିକଟ ଦେଇ ଗଲା; ତାହା ଉପରେ ତୁମ୍ଭର ବ୍ୟଭିଚାରରୂପ ଜଳ ଢାଳିଲ; ତାହା ତାହାର ଭୋଗ ହେଲା।
१५पण तू आपल्या देखणेपणावर विसंबून राहीली आणि वेश्या कर्म केले, ये जा करणाऱ्यांशी तू वेश्या कर्म केले, त्यांनी तुझे सोंदर्य लुटले.
16 ପୁଣି, ତୁମ୍ଭେ ଆପଣା ବସ୍ତ୍ରର କିଛି କିଛି ନେଇ ଆପଣା ପାଇଁ ନାନା ରଙ୍ଗରେ ଭୂଷିତ ଉଚ୍ଚସ୍ଥଳୀ ନିର୍ମାଣ କଲ ଓ ତହିଁ ଉପରେ ବ୍ୟଭିଚାର କ୍ରିୟା କଲ; ଏପରି କାର୍ଯ୍ୟ ହେବ ନାହିଁ, କିଅବା ହେବାର ହିଁ ଉଚିତ ନୁହେଁ।
१६मग तू आपले विविध रंगी कपड्यांनी उच्च स्थाने सजवली, कधी झाली नाही व कधी केली जाणार नाही असे वेश्या कर्म तू केलेस.
17 ଆହୁରି, ଆମ୍ଭର ସୁନା ଓ ଆମ୍ଭର ରୂପାରେ ନିର୍ମିତ ଯେସକଳ ସୁନ୍ଦର ଆଭରଣ ଆମ୍ଭେ ତୁମ୍ଭକୁ ଦେଇଥିଲୁ, ତୁମ୍ଭେ ତାହା ନେଇ ପୁରୁଷାକୃତି ପ୍ରତିମାଗଣ ନିର୍ମାଣ କରି ସେମାନଙ୍କ ସଙ୍ଗେ ବ୍ୟଭିଚାର କଲ;
१७मी दिलेल्या शोभेच्या सोन्याचांदीच्या दागीन्यांची तू पुरुष प्रतिमा बनवीली आणि त्यांच्या बरोबर तू वेश्या कर्म केले.
18 ପୁଣି, ତୁମ୍ଭେ ଆପଣା ବିଚିତ୍ର ବସ୍ତ୍ରସବୁ ନେଇ ସେମାନଙ୍କୁ ପିନ୍ଧାଇଲ ଓ ସେମାନଙ୍କ ସମ୍ମୁଖରେ ଆମ୍ଭର ତୈଳ ଓ ଆମ୍ଭର ଧୂପ ରଖିଲ।
१८तू त्यांना नक्षीकाम केलेली वस्त्रे घातली त्यांनी तू सुगंधी तेलाचा धुप चढवला.
19 ମଧ୍ୟ ସରୁ ମଇଦା, ତୈଳ ଓ ମଧୁ, ଆଦି ଆମ୍ଭର ଯେଉଁ ଖାଦ୍ୟ ଦ୍ୱାରା ଆମ୍ଭେ ତୁମ୍ଭକୁ ପ୍ରତିପାଳନ କଲୁ, ତାହା ତୁମ୍ଭେ ସୌରଭାର୍ଥେ ସେମାନଙ୍କ ସମ୍ମୁଖରେ ରଖିଲ, ଆଉ ଏପ୍ରକାର ହୋଇଥିଲା, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
१९भाकर, पिठ, तेल, मध मी तुला दिले व तुला खाऊ घातले ते तुझ्यापुढे सुवासीक अर्पण असे होते. असे घडले प्रभू परमेश्वर देव जाहीर पणे सांगतो.
20 ଆହୁରି, ଆମ୍ଭ ନିମନ୍ତେ ତୁମ୍ଭେ ଯେଉଁମାନଙ୍କୁ ଜନ୍ମ କରିଥିଲ, ତୁମ୍ଭେ ଆପଣାର ସେହି ପୁତ୍ର ଓ କନ୍ୟାଗଣକୁ ନେଇ ଗ୍ରାସିତ ହେବା ପାଇଁ ସେମାନଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଅଛ।
२०मग तुझ्या पुत्र कन्यांना जे माझ्यापासून जन्मले त्यांना तू खाऊन टाकण्यासाठी अर्पण केले आणि वेश्याकर्म केलेस.
21 ତୁମ୍ଭେ ଯେ ଆମ୍ଭର ସନ୍ତାନଗଣକୁ ବଧ କରିଅଛ ଓ ଅଗ୍ନିରେ ଗମନ କରାଇ ସେମାନଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଅଛ, ତୁମ୍ଭର ଏହି ବ୍ୟଭିଚାର କି କ୍ଷୁଦ୍ର ବିଷୟ?
२१तू मूर्तीच्यापुढे माझ्या लेकरांना अग्नीने जाळून खाक केले व त्यांचे अग्नीअर्पण केले.
22 ପୁଣି, ତୁମ୍ଭେ ଆପଣାର ସକଳ ଘୃଣାଯୋଗ୍ୟ ଓ ବ୍ୟଭିଚାର କ୍ରିୟା କରିବା ବେଳେ ଆପଣା ଯୌବନାବସ୍ଥାର ସମୟ, ଅର୍ଥାତ୍‍, ଯେଉଁ ସମୟରେ ତୁମ୍ଭେ ବିବସନା, ଉଲଙ୍ଗିନୀ ଥିଲ ଓ ନିଜ ରକ୍ତରେ ଛଟପଟ ହେଉଥିଲ, ସେହି ସମୟକୁ ସ୍ମରଣ କରି ନାହଁ।
२२तुझे सर्व किळसवाणे व वेश्याकर्म तू कुमारी असतांना नग्न होऊन रक्तात लोळत होती याचे स्मरण तुला झाले नाही.
23 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭକୁ ଧିକ୍‍ ଧିକ୍‍! ତୁମ୍ଭର ଏହିସବୁ ଦୁଷ୍ଟାଚରଣ ଉତ୍ତାରେ,
२३तुला हाय हाय असो! असे परमेश्वर देव जाहीर करतो, या सर्व दुष्टपणात आणखी भर,
24 ତୁମ୍ଭେ ପ୍ରତିମା ପୂଜା କରିବାକୁ ଆପଣା ନିମନ୍ତେ ମନ୍ଦିର ନିର୍ମାଣ କରିଅଛ ଓ ପ୍ରତ୍ୟେକ ଛକରେ ଉଚ୍ଚସ୍ଥଳୀ ନିର୍ମାଣ କରିଅଛ।
२४तू आपल्यासाठी संस्कार गृह बांधले, व सार्वजनिक असे पवित्र ठिकाण उभे केले
25 ତୁମ୍ଭେ ପ୍ରତ୍ୟେକ ପଥ ମୁଣ୍ଡରେ ଉଚ୍ଚସ୍ଥଳୀ ପ୍ରସ୍ତୁତ କରିଅଛ ଓ ଆପଣାର ସୌନ୍ଦର୍ଯ୍ୟକୁ ଘୃଣାଯୋଗ୍ୟ କରିଅଛ ଓ ପ୍ରତ୍ୟେକ ପଥିକ ପାଇଁ ଆପଣାର ପାଦଦ୍ୱୟ ଅନାବୃତ କରିଅଛ, ଆଉ ଆପଣାର ବ୍ୟଭିଚାର କ୍ରିୟା ବଢ଼ାଇଅଛ।
२५तू पवित्र ठिकाण आपल्यासाठी प्रत्येक रस्त्यावर उभे केले आणि तुझे सौंदर्य जाहीर केले, तू आपले पाय पसरुन आपल्या मना प्रमाणे वेश्या कर्म केले.
26 ଆହୁରି, ତୁମ୍ଭେ ଆପଣାର କାମୁକତା ପ୍ରତିବାସୀ, ମିସରୀୟମାନଙ୍କ ସହିତ ବ୍ୟଭିଚାର କରିଅଛ ଓ ଆମ୍ଭକୁ ବିରକ୍ତ କରିବା ପାଇଁ ଆପଣା ବ୍ୟଭିଚାର କ୍ରିୟା ବଢ଼ାଇଅଛ।
२६तू मिसर देशाच्या लोकांशी, शेजाऱ्यांशी जे वासनाधुंद त्यांच्या सोबत वेश्या कर्म केले त्याचा मला राग येतोय.
27 ଏହେତୁ ଦେଖ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ତୁମ୍ଭର ଦୈନିକ ଖାଦ୍ୟ ଊଣା କରିଅଛୁ ଓ ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି, ତୁମ୍ଭ ଭ୍ରଷ୍ଟାଚରଣରେ ଲଜ୍ଜିତ ଅଟନ୍ତି, ସେହି ପଲେଷ୍ଟୀୟ କନ୍ୟାମାନଙ୍କ ଇଚ୍ଛାରେ ତୁମ୍ଭକୁ ସମର୍ପଣ କଲୁ।
२७बघ मी माझा हात तुझ्यावर उचलीन व तुझी उपासमार करीन तुझ्या शत्रुंचा हात तुझ्यावर पडेल व पलिष्ट्यांच्या कन्या तुझ्या वासनाधुंदपणाची तुझी लाज काढतील.
28 ତୁମ୍ଭେ ଅତୃପ୍ତ ହେବାରୁ ଅଶୂରୀୟମାନଙ୍କ ସହିତ ବ୍ୟଭିଚାର କରିଅଛ; ହଁ, ତୁମ୍ଭେ ସେମାନଙ୍କ ସଙ୍ଗେ ବ୍ୟଭିଚାର କଲେ ହେଁ ତୃପ୍ତା ହୋଇ ନାହଁ।
२८तू अश्शूरांशी वेश्या काम केले कारण त्यांने तू समाधानी झाली नाहीस. तू समाधान होईपर्यंत वेश्या काम करीत होतीस.
29 ଆହୁରି, ତୁମ୍ଭେ କିଣାନ ଦେଶରେ କଲ୍‍ଦୀୟ ପର୍ଯ୍ୟନ୍ତ ଆପଣା ବ୍ୟଭିଚାର କ୍ରିୟା ବୃଦ୍ଧି କରିଅଛ; ପୁଣି, ତହିଁରେ ହେଁ ତୃପ୍ତା ହୋଇ ନାହଁ।
२९तू व्यापाऱ्यांच्या म्हणजे खास्द्यांच्या देशात बरेच वेश्या काम केले किंबहूना यानेही तुझे समाधान झाले नाही.
30 ପ୍ରଭୁ, ସଦାପ୍ରଭୁ କହନ୍ତି, ତୁମ୍ଭର ହୃଦୟ କିପରି ଦୁର୍ବଳ, ଏଥିପାଇଁ ତୁମ୍ଭେ ସ୍ଵେଚ୍ଛାଚାରିଣୀ ବେଶ୍ୟା ସ୍ତ୍ରୀ ପରି ଏହିସବୁ କାର୍ଯ୍ୟ କରିଅଛ।
३०तुझे हृदय इतके कमजोर का? “असे परमेश्वर प्रभू देव जाहीरपणे सांगतो” तू स्वतःच्या मना प्रमाणे निर्लज्ज स्त्री सारखे सर्व काही केले.
31 ତୁମ୍ଭେ ପ୍ରତ୍ୟେକ ପଥ ମୁଣ୍ଡରେ ଆପଣା ଉଚ୍ଚସ୍ଥାନ ନିର୍ମାଣ କରୁଅଛ ଓ ପ୍ରତ୍ୟେକ ଛକରେ ମଞ୍ଚ ପ୍ରସ୍ତୁତ କରୁଅଛ; ପୁଣି, ତୁମ୍ଭେ ବେଶ୍ୟା ପରି ନ ହୋଇ ଭଡ଼ା ତୁଚ୍ଛ କରିଅଛ।
३१रस्त्यावर, प्रत्येक नाक्यावर तू संस्कार गृह बांधले व सार्वजनिक ठिकाणी पवित्र ठिकाण उभे केलेस, तू वेश्याकमाई घेतली नाही व वेश्येचा रिवाज मोडला.
32 ତୁମ୍ଭେ ତ ବ୍ୟଭିଚାରିଣୀ ଭାର୍ଯ୍ୟା! ତୁମ୍ଭେ ତ ଆପଣା ସ୍ୱାମୀ ବଦଳରେ ଅଜଣା ଲୋକଙ୍କୁ ଗ୍ରହଣ କରୁଅଛ।
३२तू जारीण आपल्या पतीच्या ऐवजी परक्या पुरुषाशी जारकर्म केले.
33 ଲୋକେ ବେଶ୍ୟାମାନଙ୍କୁ ଭଡ଼ା ଦିଅନ୍ତି; ମାତ୍ର ତୁମ୍ଭେ ଆପଣା ପ୍ରେମିକ ସମସ୍ତଙ୍କୁ ଭଡ଼ା ଦେଉଅଛ, ଆଉ ତୁମ୍ଭର ବେଶ୍ୟାବୃତ୍ତି କ୍ରମେ ସେମାନେ ଯେପରି ଚତୁର୍ଦ୍ଦିଗରୁ ତୁମ୍ଭ ନିକଟକୁ ଆସନ୍ତି, ଏଥିପାଇଁ ତୁମ୍ଭେ ସେମାନଙ୍କୁ ଲାଞ୍ଚ ଦେଉଅଛ।
३३लोक प्रत्येक वेश्येला धन देतात, पण तू आपल्या जारकर्म्यांना उलट पक्षी मोबदला देतेस, तुझ्याशी वेश्या कर्म करावे म्हणून सर्व बाजूने तू त्यांना लाच देतेस.
34 ପୁଣି, ଅନ୍ୟ ସ୍ତ୍ରୀମାନଙ୍କ ଅପେକ୍ଷା ତୁମ୍ଭ ବେଶ୍ୟାବୃତ୍ତିର ପ୍ରଭେଦ ଏହି ଯେ, ତୁମ୍ଭ ସଙ୍ଗେ ବ୍ୟଭିଚାର କରିବା ପାଇଁ କେହି ତୁମ୍ଭର ପଶ୍ଚାଦ୍‍ଗାମୀ ହୁଏ ନାହିଁ; ଆଉ, ତୁମ୍ଭେ ଭଡ଼ା ଦେଲେ ହେଁ ତୁମ୍ଭକୁ କିଛି ଭଡ଼ା ଦିଆଯାଏ ନାହିଁ, ଏଥିପାଇଁ ତୁମ୍ଭର କ୍ରିୟା ବିପରୀତ ଅଟେ।
३४म्हणून तुझ्यात व इतर स्त्रियात फरक आहे, कुणी तुझ्या बरोबर झोपण्यास तयार होत नाही जोपर्यंत तू त्यास मोबदला देत नाही, तो तुला काही धन देत नाही.
35 ଏହେତୁ ହେ ବେଶ୍ୟା, ସଦାପ୍ରଭୁଙ୍କର ବାକ୍ୟ ଶୁଣ;
३५परमेश्वर देवाचा शब्द तू हे जारीण ऐक.
36 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭର ଅଶୁଚିତା ଢଳା ଯାଇଅଛି ଓ ତୁମ୍ଭର ପ୍ରେମିକଗଣର ସଙ୍ଗେ ତୁମ୍ଭର ବ୍ୟଭିଚାର ହେତୁ ତୁମ୍ଭର ଉଲଙ୍ଗତା ଅନାବୃତ ହୋଇଅଛି, ଏଥିପାଇଁ, ପୁଣି, ତୁମ୍ଭର ଘୃଣାଯୋଗ୍ୟ ସକଳ ଦେବତାର ନିମନ୍ତେ ଓ ତୁମ୍ଭେ ସେମାନଙ୍କୁ ଆପଣା ସନ୍ତାନଗଣର ଯେଉଁ ରକ୍ତ ଦେଇଅଛ; ତହିଁ ସକାଶୁ;
३६असे परमेश्वर देव म्हणतो, कारण तू आपल्या वासनेची ओतणी करुण निर्लज्जता तुझ्या वेश्याकर्माने जारकर्म्यावर व मूर्तीपुढे उघडी केली, आणि तू आपल्या लेकरांचे रक्त मूर्तीला वाहीले;
37 ଦେଖ, ତୁମ୍ଭେ ଯେଉଁମାନଙ୍କଠାରେ ସନ୍ତୋଷ ପାଇଅଛ, ତୁମ୍ଭର ସେହି ପ୍ରେମିକ ସମସ୍ତଙ୍କୁ, ଆଉ ଯେଉଁମାନଙ୍କୁ ତୁମ୍ଭେ ପ୍ରେମ କରିଅଛ ଓ ଯେଉଁମାନଙ୍କୁ ତୁମ୍ଭେ ଘୃଣା କରିଅଛ, ସେହି ସମସ୍ତଙ୍କୁ ଆମ୍ଭେ ଏକତ୍ର କରିବା; ଆମ୍ଭେ ତୁମ୍ଭ ବିରୁଦ୍ଧରେ ଚତୁର୍ଦ୍ଦିଗରୁ ସେମାନଙ୍କୁ ଏକତ୍ର କରି ସେମାନଙ୍କ ଆଗରେ ତୁମ୍ଭର ଉଲଙ୍ଗତା ଅନାବୃତ କରିବା, ତହିଁରେ ସେମାନେ ତୁମ୍ଭର ସମସ୍ତ ଉଲଙ୍ଗତା ଦେଖିବେ।
३७यास्तव पहा! तुझे चाहाते व द्वेष्टे सर्वांना जमा करून तुझी लाज परराष्ट्री पुढे उघडी करेल व ते तुझी नग्नता सर्व बाजूने बघतील.
38 ବିବାହ ନିୟମ ଲଙ୍ଘନକାରିଣୀ ଓ ରକ୍ତପାତକାରିଣୀ ସ୍ତ୍ରୀମାନେ ଯେରୂପ ବିଚାରିତା ହୁଅନ୍ତି, ସେରୂପ ଆମ୍ଭେ ତୁମ୍ଭର ବିଚାର କରିବା ଏବଂ କୋପ ଓ ଅନ୍ତର୍ଜ୍ୱାଳାର ରକ୍ତ ତୁମ୍ଭ ଉପରେ ଉପସ୍ଥିତ କରିବା।
३८तुझ्या जारकर्माचे व तू सांडलेल्या रक्ता बद्दल शासन मी तुला करीन व माझ्या रागाने व त्वेषाने तुझे रक्त सांडेल.
39 ଆମ୍ଭେ, ମଧ୍ୟ ତୁମ୍ଭକୁ ସେମାନଙ୍କ ହସ୍ତରେ ସମର୍ପଣ କରିବା, ତହିଁରେ ସେମାନେ ତୁମ୍ଭର ମନ୍ଦିର ସ୍ଥାନସବୁ ଭାଙ୍ଗି ପକାଇବେ ଓ ଉଚ୍ଚସ୍ଥଳୀସବୁ ଉତ୍ପାଟନ କରିବେ; ପୁଣି, ସେମାନେ ତୁମ୍ଭକୁ ବିବସନା କରି ତୁମ୍ଭର ସୁନ୍ଦର ଅଳଙ୍କାରସବୁ ହରଣ କରି ନେବେ; ଆଉ, ସେମାନେ ତୁମ୍ଭକୁ ବିବସନା ଓ ଉଲଙ୍ଗିନୀ କରି ଛାଡ଼ି ଦେବେ।
३९तुला मी त्यांच्या हाती सोपवेन व ते तुझे सर्व घरे पाडून टाकतील तुझे वस्त्र, दागिने हुसकावून तुला उघडी नागडी करतील.
40 ଆହୁରି, ସେମାନେ ତୁମ୍ଭ ବିରୁଦ୍ଧରେ ଏକ ସମାଜ ଆଣି ତୁମ୍ଭକୁ ପ୍ରସ୍ତରାଘାତ କରିବେ ଓ ଆପଣା ଆପଣା ଖଡ୍ଗରେ ତୁମ୍ଭକୁ ବିନ୍ଧିବେ।
४०मग ते तुझ्या विरुध्द लोक जमा करून तुला धोंडमार करतील व तलवारीने तुझे तुकडे करतील.
41 ପୁଣି, ସେମାନେ ତୁମ୍ଭର ଗୃହସବୁ ଅଗ୍ନିରେ ଦଗ୍ଧ କରିବେ ଓ ଅନେକ ସ୍ତ୍ରୀଲୋକଙ୍କ ସାକ୍ଷାତରେ ତୁମ୍ଭ ଉପରେ ଦଣ୍ଡାଜ୍ଞା ସଫଳ କରିବେ; ପୁଣି, ଆମ୍ଭେ ତୁମ୍ଭକୁ ବ୍ୟଭିଚାର କ୍ରିୟାରୁ ନିବୃତ୍ତ କରାଇବା, ତୁମ୍ଭେ ମଧ୍ୟ ଆଉ ଭଡ଼ା ଦେବ ନାହିଁ।
४१ते तुझ्या घराला जाळून टाकतील अनेक स्त्रियांच्या डोळ्यादेखत तुझ्यावर शासन केले जाईल, मी तुझे वेश्या कर्म बंद करेन, आणि आता तू कुणालाही मोबदला देणार नाहीस.
42 ଏହିରୂପେ ତୁମ୍ଭ ପ୍ରତି ଆମ୍ଭର କୋପ ଶାନ୍ତ ହେବ, ତୁମ୍ଭଠାରୁ ଆମ୍ଭର ଅନ୍ତର୍ଜ୍ୱାଳା ଯିବ ଓ ଆମ୍ଭେ କ୍ଷାନ୍ତ ହୋଇ ଆଉ କ୍ରୋଧ କରିବା ନାହିଁ।
४२मग माझा राग तुझ्या वरचा थंड होईल; मग माझा राग निघून जाईल, मी शांत होईन व पुन्हा कोपणार नाही.
43 ତୁମ୍ଭେ ଆପଣା ଯୌବନାବସ୍ଥା ସ୍ମରଣ କରି ନାହଁ, ମାତ୍ର ଏହିସବୁ ବିଷୟରେ ଆମ୍ଭକୁ ବିରକ୍ତ କରିଅଛ, ଏହେତୁ ଦେଖ, ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ହିଁ ତୁମ୍ଭ କାର୍ଯ୍ୟର ଫଳ ତୁମ୍ଭ ମସ୍ତକରେ ବର୍ତ୍ତାଇବା, ତହିଁରେ ତୁମ୍ଭେ ଆପଣାର ସକଳ ଘୃଣାଯୋଗ୍ୟ କ୍ରିୟା ଉପରେ ଏପ୍ରକାର ଭ୍ରଷ୍ଟାଚରଣ କରିବ ନାହିଁ।
४३कारण तू आपल्या तरुणपणात माझी आठवण केली नाहीस आणि मला क्रोधावीष्ट केलेस. बघ तुझ्या वाईट कृत्याचे परीणाम मी तुझ्या शिरी घेऊन येईन; असे परमेश्वर देव जाहीर करतो, म्हणून आता यापुढे तू वाईट वेश्या काम करणार नाहीस.
44 ଦେଖ, ଯେକେହି ପ୍ରବାଦ ବ୍ୟବହାର କରେ, ସେ ତୁମ୍ଭ ବିରୁଦ୍ଧରେ ଏହି ପ୍ରବାଦ ବ୍ୟବହାର କରିବ ଯଥା; ‘ମାତା ଯେସନ, କନ୍ୟା ତେସନ।’
४४बघ! तुला अनुसरुन जे कोणी म्हणी वापरतील, जशी आई आपल्या मुलीसाठी आहे
45 ତୁମ୍ଭେ ଆପଣା ମାତାର କନ୍ୟା, ସେ ଆପଣା ସ୍ୱାମୀକୁ ଓ ସନ୍ତାନମାନଙ୍କୁ ଘୃଣା କରେ; ତୁମ୍ଭେ ନିଜ ଭଗିନୀଗଣର ଭଗିନୀ, ସେମାନେ ଆପଣା ଆପଣା ସ୍ୱାମୀକୁ ଓ ସନ୍ତାନଗଣକୁ ଘୃଣା କଲେ; ତୁମ୍ଭମାନଙ୍କର ମାତା ଜଣେ ହିତ୍ତୀୟା ଓ ତୁମ୍ଭମାନଙ୍କର ପିତା ଜଣେ ଇମୋରୀୟ ଥିଲା।
४५तू आपल्या आईची मुलगी आहेस, जिने आपल्या पतीचा व लेकराचा तिरस्कार केला व तुझ्या आपल्या बहीणीने बहीणीच्या पतीच्या व तिच्या लेकरांचा तिरस्कार केला, तुझी आई हित्ती आणि तुझा बाप आमोरी आहे.
46 ପୁଣି, ଶମରୀୟା ତୁମ୍ଭର ବଡ଼ ଭଗିନୀ, ସେ ଆପଣା କନ୍ୟାଗଣ ସହିତ ତୁମ୍ଭର ଉତ୍ତର ଦିଗରେ ବାସ କରେ; ଆଉ, ସଦୋମ ତୁମ୍ଭର ସାନ ଭଗିନୀ, ସେ ଓ ତାହାର କନ୍ୟାଗଣ ତୁମ୍ଭର ଦକ୍ଷିଣ ଦିଗରେ ବାସ କରନ୍ତି।
४६तुझी मोठी बहीण शोमरोनी आणि तिची कन्या पूर्वेकडे वस्तीला आहे त्यापैकी एक सदोम आहे.
47 ତଥାପି ତୁମ୍ଭେ ସେମାନଙ୍କ ପଥରେ ଗମନ କରି ନାହଁ, କିଅବା ସେମାନଙ୍କର ଘୃଣାଯୋଗ୍ୟ କ୍ରିୟାନୁସାରେ କର୍ମ କରି ନାହଁ; ମାତ୍ର ତାହା ଅତି କ୍ଷୁଦ୍ର ଥିଲା ପରି ମନେ କରି, ତୁମ୍ଭେ ଆପଣାର ସମସ୍ତ ଆଚାରବ୍ୟବହାରରେ ସେମାନଙ୍କ ଅପେକ୍ଷା ଅଧିକ ଭ୍ରଷ୍ଟା ହୋଇଅଛ।
४७आता तिच्या पावलावर पाऊल टाकून तिरस्कार करु नको; जरी या थोडक्या बाबी आहेत तरी देखील तू होती त्याहून तुझे मार्ग वाईट आहेत.
48 ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ କହୁଅଛୁ, ତୁମ୍ଭର ଭଗିନୀ ସଦୋମ, ତାହାର କନ୍ୟାଗଣ ତୁମ୍ଭ ପରି ଓ ତୁମ୍ଭ କନ୍ୟାଗଣ ପରି କର୍ମ କରି ନାହାନ୍ତି।
४८परमेश्वर देव जाहीर करतो की सदोम तुझी बहीण आणि तुझी मुलगी, तू आपल्या बहिणीप्रमाणे वाईट कृत्ये केली नाहीस.
49 ଦେଖ, ତୁମ୍ଭ ଭଗିନୀ ସଦୋମର ଏହି ଅଧର୍ମ ଥିଲା; ତାହାର ଓ ତାହାର କନ୍ୟାଗଣର ଅହଙ୍କାର, ଭକ୍ଷ୍ୟର ପୂର୍ଣ୍ଣତା ଓ ସମୃଦ୍ଧି ଜନିତ ଶାନ୍ତି ଥିଲା, ସେ ଦରିଦ୍ର ଓ ଦୀନହୀନଙ୍କର ହସ୍ତ ସବଳ କଲା ନାହିଁ।
४९पाहा! सदोम या तुझ्या बहिणीचे हे पातक आहे. ती आपल्या फुरसतीत सर्व बाबतीत उध्दट, निष्काळजी, करुणाहीन, होती. तिने व तिच्या मुलीने गरजू व गरीबांना मदतीचा हात पुढे केला नाही.
50 ପୁଣି, ସେମାନେ ଅହଙ୍କାରିଣୀ ଥିଲେ ଓ ଆମ୍ଭ ସମ୍ମୁଖରେ ଘୃଣାଯୋଗ୍ୟ କ୍ରିୟା କଲେ; ଏହେତୁ ଆମ୍ଭକୁ ଯେପରି ଭଲ ଦିଶିଲା, ସେହିପରି ଆମ୍ଭେ ସେମାନଙ୍କୁ ଦୂର କଲୁ।
५०ती उध्दट आणि किळसवाणी कार्य तिने माझ्या पुढे केले आहे, तुझ्या देखत मी तुला हुसकावून दिले आहे.
51 ପୁଣି, ଶମରୀୟା ତୁମ୍ଭ ପାପର ଅର୍ଦ୍ଧେକ ପାପ କରି ନାହିଁ; ମାତ୍ର ତୁମ୍ଭେ ସେମାନଙ୍କ ଅପେକ୍ଷା ଆପଣା ଘୃଣାଯୋଗ୍ୟ କ୍ରିୟା ଅଧିକ ବଢ଼ାଇଅଛ ଓ ଆପଣାର କୃତ ସକଳ ଘୃଣାଯୋଗ୍ୟ କ୍ରିୟା ଦ୍ୱାରା ତୁମ୍ଭେ ଆପଣା ଭଗିନୀଗଣକୁ ଧାର୍ମିକ ପରି କରିଅଛ।
५१शोमरोनाने तुझ्या सारखे निम्मे पाप केले नाही, त्यांनी केलेल्या पापापेक्षा तू अनेक किळस वाणे पापे केलीस, तू दाखवलेस की तुझी बहीण तुझ्याहून सरळ आहे कारण सर्व ओंगाळ कर्म तू केलेले आहेस.
52 ତୁମ୍ଭେ ଆପଣା ଭଗିନୀଗଣର ପକ୍ଷରେ ବିଚାର ନିଷ୍ପତ୍ତି କରିବାରୁ ଆପଣା ଅପମାନ ଆପେ ଭୋଗ କର; ସେମାନଙ୍କ ଅପେକ୍ଷା ତୁମ୍ଭର କୃତ ଅଧିକ ଘୃଣାଯୋଗ୍ୟ ପାପସମୂହ ଦ୍ୱାରା ସେମାନେ ତୁମ୍ଭ ଅପେକ୍ଷା ଧାର୍ମିକ ହୋଇଅଛନ୍ତି; ହଁ, ତୁମ୍ଭେ ଆପଣା ଭଗିନୀଗଣକୁ ଧାର୍ମିକ କରିଅଛ, ଏଥିପାଇଁ ତୁମ୍ଭେ ମଧ୍ୟ ଲଜ୍ଜିତ ହୁଅ ଓ ଆପଣା ଅପମାନ ଭୋଗ କର।
५२विशेषत; तू आपली स्वतःची लाज दाखवलीस; या मार्गाने तू आपल्या बहीणीपेक्षा उत्तम आहेस हे दर्शविले, तू केलेल्या पापाने सर्व किळसवाणे कार्य तू केलेले आहेस, तुझी बहीण तुझ्याहून उत्तम आहे, विशेषत; तू आपली लाज उघडी केली, या मानाने तुझी बहीण तुझ्या मानाने उत्तम आहे.
53 ପୁଣି, ଆମ୍ଭେ ସେମାନଙ୍କର ବନ୍ଦୀତ୍ୱାବସ୍ଥା, ଅର୍ଥାତ୍‍, ସଦୋମ ଓ ତାହାର କନ୍ୟାଗଣର ବନ୍ଦୀତ୍ୱାବସ୍ଥା, ଶମରୀୟା ଓ ତାହାର କନ୍ୟାଗଣର ବନ୍ଦୀତ୍ୱାବସ୍ଥା, ପୁଣି, ସେମାନଙ୍କ ମଧ୍ୟବର୍ତ୍ତୀ ତୁମ୍ଭର ବନ୍ଦୀଗଣର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା;
५३यास्तव मी तुझे भविष्य सामान्य स्थितीत आणेन, सदोमाचे भविष्य आणि तुझ्या बहिणीचे आणि शोमरोनाचे व तिच्या बहीणीचे भविष्यपण त्यांच्यापैकी असेल.
54 ତହିଁରେ ତୁମ୍ଭେ ଆପଣା ଅପମାନ ଭୋଗ କରିବ ଓ ସେମାନଙ୍କ ପ୍ରତି ସାନ୍ତ୍ୱନା ସ୍ୱରୂପ ହୋଇ ଯାହା ଯାହା କରିଅଛ, ସେହି ସବୁ ସକାଶୁ ଲଜ୍ଜିତ ହେବ।
५४या सर्वांचा लेखा जोखा तुला आपली लज्जा उघडी केली जाईल; आणि या मार्गाने तुझे सांत्वन केले जाईल.
55 ପୁଣି, ତୁମ୍ଭର ଭଗିନୀଗଣ, ଅର୍ଥାତ୍‍, ସଦୋମ ଓ ତାହାର କନ୍ୟାଗଣ ସେମାନଙ୍କର ପୂର୍ବ ଦଶା ପ୍ରାପ୍ତ ହେବେ, ଶମରୀୟା ଓ ତାହାର କନ୍ୟାଗଣ ସେମାନଙ୍କର ପୂର୍ବ ଦଶା ପ୍ରାପ୍ତ ହେବେ, ଆଉ ତୁମ୍ଭେ ଓ ତୁମ୍ଭର କନ୍ୟାଗଣ ତୁମ୍ଭମାନଙ୍କର ପୂର୍ବ ଦଶା ପ୍ରାପ୍ତ ହେବ।
५५म्हणून सदोम व तुझ्या बहिणीची पूर्वीच्या स्थितीहून सामान्य स्थिती आणेन. मग शोमरोन व तिच्या मुलीची स्थिती मी सामान्य करेन.
56 କାରଣ ତୁମ୍ଭର ଆତ୍ମପ୍ରଶଂସାର ସମୟରେ ତୁମ୍ଭେ ଆପଣା ଭଗିନୀ ସଦୋମର ନାମ ମୁଖରେ ଆଣି ନ ଥିଲ।
५६जेव्हा तू घमंडी होतीस सदोम तुझ्या बहीणीचे नाव मुखातून उच्चारण केले नव्हते.
57 ସେହି ସମୟରେ ତୁମ୍ଭର ଦୁଷ୍ଟତା ପ୍ରକାଶ ପାଇ ନ ଥିଲା, ପାଇଲା ଉତ୍ତାରେ ତୁମ୍ଭର ତୁଚ୍ଛକାରିଣୀ ଅରାମର କନ୍ୟାଗଣ ଓ ତାହାର ଚତୁର୍ଦ୍ଦିଗ ନିବାସିନୀ ସମସ୍ତେ, ପଲେଷ୍ଟୀୟମାନଙ୍କର କନ୍ୟାଗଣ ଚାରି ଦିଗରେ ତୁମ୍ଭର ଅପମାନ କଲେ।
५७तुझा दुष्टपणा जेव्हा प्रकट झाला. पण तू आता अदोमाचे कन्ये तिरस्कारणीय बाब आहेस आणि सभोवतालच्या पलिष्टीच्या कन्येसाठी असलेले सर्व लोक तिरस्कार करतील.
58 ସଦାପ୍ରଭୁ କହନ୍ତି, ତୁମ୍ଭେ ଆପଣା ବ୍ୟଭିଚାର ଓ ଘୃଣାଯୋଗ୍ୟ କ୍ରିୟାର ଭାର ବହନ କରିଅଛ।
५८तू तुझी लज्जा दाखवली आणि तुझे तिरस्करणीय कृती केली असे परमेश्वर देव जाहीर करत आहे.
59 କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଶପଥ ଅବଜ୍ଞା କରି ନିୟମ ଯେପରି ଭଗ୍ନ କରିଅଛ, ଆମ୍ଭେ ତୁମ୍ଭ ପ୍ରତି ସେହିରୂପ ବ୍ୟବହାର କରିବା।
५९प्रभू परमेश्वर देव असे म्हणतो, मी इतरांशी जसा वागलो तसा मी तुझ्याशी वागेन ज्यांनी शपथेचा तिरस्कार केला व करार मोडला.
60 ତଥାପି ତୁମ୍ଭ ଯୌବନାବସ୍ଥାରେ ତୁମ୍ଭ ସହିତ ଆମ୍ଭ କୃତ ନିୟମ ଆମ୍ଭେ ସ୍ମରଣ କରିବା ଓ ତୁମ୍ଭ ପକ୍ଷରେ ଆମ୍ଭେ ଅନନ୍ତକାଳସ୍ଥାୟୀ ଏକ ନିୟମ ସ୍ଥାପନ କରିବା।
६०तुझ्या तरुणपणात केलेल्या माझ्या कराराचे मी सर्वदा स्मरण करीन आणि मी सर्व काही कराराच्या द्वारे स्थापीत करेन.
61 ସେହି ସମୟରେ ଯେତେବେଳେ ତୁମ୍ଭେ ଆପଣା ଭଗିନୀଗଣକୁ, ତୁମ୍ଭର ବଡ଼ ଓ ସାନ ଭଗିନୀଗଣକୁ ଗ୍ରହଣ କରିବ, ସେତେବେଳେ ତୁମ୍ଭେ ଆପଣା ଆଚାର ବ୍ୟବହାର ସ୍ମରଣ କରି ଲଜ୍ଜିତ ହେବ; ଆଉ, ଆମ୍ଭେ ସେମାନଙ୍କୁ କନ୍ୟା ରୂପେ ତୁମ୍ଭକୁ ଦେବା, ମାତ୍ର ତୁମ୍ଭର ନିୟମାନୁକ୍ରମେ ନୁହେଁ।
६१मग तुला तुझ्या मार्गाची आठवण होईल आणि आपल्या थोरल्या बहिणीची व धाकट्या बहिणीबद्दल लज्जीत होशील, तू तुझी मुलगी त्यांना देईल पण तुझ्या करारामुळे नव्हे.
62 ପୁଣି, ଆମ୍ଭେ ତୁମ୍ଭ ସହିତ ଆପଣା ନିୟମ ସ୍ଥିର କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେ ଜାଣିବ।
६२तुझ्या सोबत करार स्थापीत करेल, मग तुम्हास कळेल मी परमेश्वर देव आहे.
63 ତୁମ୍ଭେ ଯାହା ଯାହା କରିଅଛ, ତୁମ୍ଭର ସେହି ସବୁ ଯେତେବେଳେ ଆମ୍ଭେ କ୍ଷମା କରିବା, ସେତେବେଳେ ତୁମ୍ଭେ ସ୍ମରଣ କରି ଲଜ୍ଜିତ ହେବ ଓ ନିଜ ଅପମାନ ହେତୁ ଆଉ କେବେ ଆପଣା ମୁଖ ଫିଟାଇବ ନାହିଁ।” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
६३या बाबीमुळे तुला सर्व काही स्मरण होईल आणि त्याची लाज वाटेल तू केलेल्या सर्व कर्माची मी तुला क्षमा केली, “असे परमेश्वर देव जाहीर करत आहे.”

< ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 16 >