< ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 37 >

1 ସଦାପ୍ରଭୁଙ୍କ ହସ୍ତ ମୋʼ ଉପରେ ଅଧିଷ୍ଠିତ ହେଲା ଓ ସେ ତାହାଙ୍କ ଆତ୍ମାରେ ମୋତେ ବାହାରକୁ ନେଇଯାଇ ଉପତ୍ୟକାର ମଧ୍ୟସ୍ଥଳୀରେ ବସାଇଲେ; ଆଉ, ତାହା ଅସ୍ଥିରେ ପରିପୂର୍ଣ୍ଣ ଥିଲା।
The hand of YHWH was upon me, and he brought me out by the Spirit of YHWH, and set me down in the midst of the valley; and it was full of bones.
2 ତହୁଁ ସେ ସେହି ଅସ୍ଥିସକଳର ନିକଟ ଦେଇ ଚାରିଆଡ଼େ ମୋତେ ଗମନ କରାଇଲେ; ଆଉ ଦେଖ, ସେହି ପ୍ରଶସ୍ତ ଉପତ୍ୟକାରେ ଅନେକ ଅସ୍ଥି ଥିଲା; ପୁଣି, ଦେଖ, ସେହି ସବୁ ଅତିଶୟ ଶୁଷ୍କ ଥିଲା।
And he led me walk all around among them. And look, there were very many on the surface of the valley, and look, they were very dry.
3 ତହିଁରେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଏହି ସକଳ ଅସ୍ଥି କି ସଜୀବ ହୋଇପାରେ?” ଏଥିରେ ମୁଁ ଉତ୍ତର କଲି, “ହେ ପ୍ରଭୁ, ସଦାପ୍ରଭୁ, ଆପଣ ତାହା ଜାଣନ୍ତି।”
And he said to me, "Son of man, can these bones live?" And I answered, "YHWH, you know."
4 ପୁନର୍ବାର ସେ ମୋତେ କହିଲେ, “ତୁମ୍ଭେ ଏହି ସକଳ ଅସ୍ଥିର ଉଦ୍ଦେଶ୍ୟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି ସେମାନଙ୍କୁ କୁହ, ‘ହେ ଶୁଷ୍କ ଅସ୍ଥିସକଳ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ।
Then he said to me, "Prophesy over these bones, and tell them, 'Dry bones, hear the word of YHWH.'
5 ପ୍ରଭୁ, ସଦାପ୍ରଭୁ ଏହି ସକଳ ଅସ୍ଥିକୁ ଏହି କଥା କହନ୍ତି; ଦେଖ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ ପ୍ରାଣବାୟୁ ପ୍ରବେଶ କରାଇବା ଓ ତୁମ୍ଭେମାନେ ଜୀବିତ ହେବ।
Thus says YHWH to these bones: 'Look, I will cause breath to enter into you, and you will live.
6 ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ପେଶୀରଜ୍ଜୁ ଦେବା ଓ ତୁମ୍ଭମାନଙ୍କ ଉପରେ ମାଂସ ଉତ୍ପନ୍ନ କରିବା, ଆଉ ଚର୍ମରେ ତୁମ୍ଭମାନଙ୍କୁ ଆଚ୍ଛାଦନ କରିବା ଓ ତୁମ୍ଭମାନଙ୍କ ମଧ୍ୟରେ ପ୍ରାଣବାୟୁ ଦେବା, ଆଉ ତୁମ୍ଭେମାନେ ଜୀବିତ ହେବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।’”
And I will put tendons on you, and make flesh grow on you, and cover you with skin, and put breath in you, and you will live. Then you will know that I am YHWH.'"
7 ଏଥିରେ ମୋତେ ଯେପରି ଆଜ୍ଞା ଦିଆଯାଇଥିଲା, ତଦନୁସାରେ ମୁଁ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲି; ପୁଣି, ମୁଁ ପ୍ରଚାର କରୁ କରୁ ଏକ ଶବ୍ଦ ହେଲା ଓ ଦେଖ, ଭୂମିକମ୍ପ ହେଲା, ଆଉ ଅସ୍ଥିସକଳ ଏକତ୍ର ହୋଇ ପ୍ରତ୍ୟେକ ଅସ୍ଥି ଆପଣା ଅସ୍ଥିରେ ସଂଯୁକ୍ତ ହେଲା।
So I prophesied as I was commanded; and as I prophesied, there was a sound, and look, a rattling, and the bones came together, bone to bone.
8 ତହିଁରେ ମୁଁ ନିରୀକ୍ଷଣ କଲି, ଆଉ ଦେଖ, ସେହି ସବୁ ଅସ୍ଥି ଉପରେ ପେଶୀରଜ୍ଜୁ ହେଲା ଓ ମାଂସ ଉତ୍ପନ୍ନ ହେଲା, ପୁଣି, ଚର୍ମ ସେହି ସବୁକୁ ଆଚ୍ଛାଦନ କଲା; ମାତ୍ର ସେହି ସବୁର ମଧ୍ୟରେ ପ୍ରାଣବାୟୁ ନ ଥିଲା।
And I watched, and look, there were tendons on them, and flesh grew and skin covered them. But there was no breath in them.
9 ତହିଁରେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ବାୟୁ ଉଦ୍ଦେଶ୍ୟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର, ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର ଓ ବାୟୁକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ହେ ପ୍ରାଣବାୟୁ, ଚତୁର୍ଦ୍ଦିଗରୁ ଆସ ଓ ଏହି ହତ ଲୋକମାନେ ଯେପରି ଜୀବିତ ହେବେ, ଏଥିପାଇଁ ସେମାନଙ୍କ ଉପରେ ବହ।”
Then he said to me, "Prophesy to the breath, prophesy, son of man, and tell the breath, 'Thus says YHWH: Come from the four winds, breath, and breathe on these corpses, that they may live.'"
10 ତହୁଁ ସେ ମୋତେ ଯେପରି ଆଜ୍ଞା କଲେ, ତଦନୁସାରେ ମୁଁ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତେ, ପ୍ରାଣବାୟୁ ସେମାନଙ୍କ ମଧ୍ୟକୁ ଆସିଲା, ଆଉ ସେମାନେ ଜୀବିତ ହେଲେ ଓ ଅତିଶୟ ମହାନ ସୈନ୍ୟବାହିନୀ ହୋଇ ଆପଣା ଆପଣା ଚରଣରେ ଠିଆ ହେଲେ।
So I prophesied as he commanded me, and the breath came into them, and they lived and stood up on their feet, an exceedingly great army.
11 ତେବେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଏହି ଅସ୍ଥିସକଳ ସମୁଦାୟ ଇସ୍ରାଏଲ ବଂଶ ଅଟନ୍ତି; ଦେଖ, ସେମାନେ କହନ୍ତି, ଆମ୍ଭମାନଙ୍କର ଅସ୍ଥିସବୁ ଶୁଷ୍କ ହୋଇଅଛି, ଆମ୍ଭମାନଙ୍କର ଭରସା ନଷ୍ଟ ହୋଇଅଛି; ଆମ୍ଭେମାନେ ସମ୍ପୂର୍ଣ୍ଣ ରୂପେ ଉଚ୍ଛିନ୍ନ ହୋଇଅଛୁ।
Then he said to me, "Son of man, these bones are the whole house of Israel. Look, they say, 'Our bones are dried up, and our hope is lost; we are completely cut off.'
12 ଏଥିପାଇଁ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ଆମ୍ଭର ଲୋକେ, ଦେଖ, ଆମ୍ଭେ ତୁମ୍ଭମାନଙ୍କର କବର ମୁକ୍ତ କରିବା ଓ ତୁମ୍ଭମାନଙ୍କୁ ତୁମ୍ଭମାନଙ୍କ କବରରୁ ବାହାର କରାଇବା, ଆଉ ତୁମ୍ଭମାନଙ୍କୁ ଇସ୍ରାଏଲ ଦେଶକୁ ଆଣିବା।
Therefore prophesy, and tell them, 'Thus says YHWH: Look, I will open your graves and will raise you from your graves, my people. And I will bring you into the land of Israel.
13 ପୁଣି, ହେ ଆମ୍ଭର ଲୋକେ, ଆମ୍ଭେ ତୁମ୍ଭମାନଙ୍କର କବର ମୁକ୍ତ କରି ତୁମ୍ଭମାନଙ୍କୁ ତୁମ୍ଭମାନଙ୍କ କବରରୁ ବାହାର କରାଇଲେ, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
And you will know that I am YHWH, when I have opened your graves and raise you up out of your graves, my people.
14 ଆଉ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ ଆପଣା ଆତ୍ମା ଦେବା, ତହିଁରେ ତୁମ୍ଭେମାନେ ଜୀବିତ ହେବ, ପୁଣି, ଆମ୍ଭେ ତୁମ୍ଭମାନଙ୍କ ନିଜ ଦେଶରେ ତୁମ୍ଭମାନଙ୍କୁ ବସାଇବା; ତହିଁରେ ଆମ୍ଭେ ସଦାପ୍ରଭୁ ଏହା କହିଅଛୁ ଓ ସଫଳ କରିଅଛୁ ବୋଲି ତୁମ୍ଭେମାନେ ଜାଣିବ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”
And I will put my breath in you and you will live, and I will place you in your own land. Then you will know that I am YHWH; I have spoken it and I will do it,' says YHWH."
15 ସଦାପ୍ରଭୁଙ୍କ ବାକ୍ୟ ପୁନର୍ବାର ମୋʼ ନିକଟରେ ଉପସ୍ଥିତ ହେଲା, ଯଥା;
And the word of YHWH came again to me, saying,
16 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଏକ ଯଷ୍ଟି ନେଇ ତହିଁ ଉପରେ ଏହି କଥା ଲେଖ, ‘ଯିହୁଦା ନିମନ୍ତେ ଓ ତାହାର ସଖା ଇସ୍ରାଏଲ-ସନ୍ତାନଗଣ ନିମନ୍ତେ;’ ତହିଁ ଉତ୍ତାରେ ଆଉ ଏକ ଯଷ୍ଟି ନେଇ ତହିଁ ଉପରେ ଏହି କଥା ଲେଖ, ‘ଯୋଷେଫ ନିମନ୍ତେ, ଇଫ୍ରୟିମର ଓ ତାହାର ସଖା ସମୁଦାୟ ଇସ୍ରାଏଲ ବଂଶର ଯଷ୍ଟି;’
"And you, son of man, take one stick and write on it, 'For Judah, and the people of Israel associated with him.' Then take another stick and write on it, 'For Joseph, the stick of Ephraim and all the house of Israel associated with him.'
17 ଆଉ, ସେହି ଦୁଇ ଯଷ୍ଟି ଯେପରି ତୁମ୍ଭ ହସ୍ତରେ ଏକ ହେବ, ଏଥିପାଇଁ ସେହି ଦୁଇ ଯଷ୍ଟିକୁ ପରସ୍ପର ସହିତ ଯୋଡ଼।
Then join them one to another for yourself into one stick, that they may become one in your hand.
18 ପୁଣି, ତୁମ୍ଭ ଲୋକଙ୍କର ସନ୍ତାନଗଣ ଯେତେବେଳେ ତୁମ୍ଭଙ୍କୁ କହିବେ, ‘ଏଥିରେ ତୁମ୍ଭର କି ଅଭିପ୍ରାୟ, ଏହା କି ତୁମ୍ଭେ ଆମ୍ଭମାନଙ୍କୁ ଜଣାଇବ ନାହିଁ?’
And when your people ask you, saying, 'Will you not tell us what these things mean?'
19 ସେତେବେଳେ ତୁମ୍ଭେ ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଇଫ୍ରୟିମର ହସ୍ତରେ ଥିବା ଯୋଷେଫର ଯଷ୍ଟି, ପୁଣି, ତାହାର ସଖା ଇସ୍ରାଏଲୀୟ ଗୋଷ୍ଠୀସମୂହକୁ ଆମ୍ଭେ ନେବା; ଆଉ, ଆମ୍ଭେ ସେମାନଙ୍କୁ ତାହା ସଙ୍ଗେ, ଅର୍ଥାତ୍‍, ଯିହୁଦାର ଯଷ୍ଟି ସଙ୍ଗେ ଯୋଡ଼ି ସେମାନଙ୍କୁ ଏକ କରିବା, ତହିଁରେ ସେମାନେ ଆମ୍ଭ ହସ୍ତରେ ଏକ ଯଷ୍ଟି ହେବେ।
tell them, 'Thus says YHWH: "Look, I will take the stick of Joseph, which is in the hand of Ephraim, and the tribes of Israel associated with him, and I will put them on it, that is, on the stick of Judah, and make them into one stick, and they will be one in my hand."'
20 ଆଉ, ତୁମ୍ଭେ ଯେଉଁ ଦୁଇ ଯଷ୍ଟିରେ ଲେଖିବ, ତାହା ସେମାନଙ୍କ ସାକ୍ଷାତରେ ତୁମ୍ଭ ହସ୍ତରେ ରହିବ।
And the sticks on which you write on will be in your hand in front of them.
21 ପୁଣି, ତୁମ୍ଭେ ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଇସ୍ରାଏଲର ସନ୍ତାନଗଣ ଯେଉଁ ଯେଉଁ ସ୍ଥାନକୁ ଯାଇଅଛନ୍ତି, ସେହି ସ୍ଥାନସ୍ଥ ଗୋଷ୍ଠୀୟମାନଙ୍କ ମଧ୍ୟରୁ ଆମ୍ଭେ ସେମାନଙ୍କୁ ଗ୍ରହଣ କରିବା ଓ ଚତୁର୍ଦ୍ଦିଗରୁ ସେମାନଙ୍କୁ ସଂଗ୍ରହ କରି ସେମାନଙ୍କର ନିଜ ଦେଶକୁ ଆଣିବା;
"Then say to them, 'Thus says YHWH: Look, I am going to take the people of Israel from among the nations where they are gone, and will gather them from all around, and bring them into their own land.
22 ଆଉ, ସେହି ଦେଶରେ ଇସ୍ରାଏଲର ସକଳ ପର୍ବତ ଉପରେ ଆମ୍ଭେ ଏମାନଙ୍କୁ ଏକ ଗୋଷ୍ଠୀ କରିବା ଓ ଏକ ରାଜା ଯେ ସମସ୍ତଙ୍କର ରାଜା ହେବେ, ପୁଣି, ସେମାନେ ଆଉ ଦୁଇ ଗୋଷ୍ଠୀ ନୋହିବେ, କିଅବା ଆଉ କେବେ ଦୁଇ ରାଜ୍ୟରେ ବିଭକ୍ତ ହେବେ ନାହିଁ।
And I will make them one nation in the land, on the mountains of Israel, and one king will rule over them, and they will no longer be two nations, and no longer be divided into two kingdoms.
23 ପୁଣି, ସେମାନେ ଆପଣାମାନଙ୍କର ପ୍ରତିମାଗଣ ଦ୍ୱାରା କିଅବା ଘୃଣାଯୋଗ୍ୟ ବସ୍ତୁ ଦ୍ୱାରା ଅଥବା ଆପଣାମାନଙ୍କର କୌଣସି ଆଜ୍ଞାଲଙ୍ଘନ ଦ୍ୱାରା ଆପଣାମାନଙ୍କୁ ଆଉ ଅଶୁଚି କରିବେ ନାହିଁ; ମାତ୍ର ସେମାନେ ଯେଉଁ ସକଳ ବାସ ସ୍ଥାନରେ ପାପ କରିଅଛନ୍ତି, ସେମାନଙ୍କର ସେହି ସକଳ ବାସସ୍ଥାନରୁ ଆମ୍ଭେ ସେମାନଙ୍କୁ ଉଦ୍ଧାର କରି ଶୁଚି କରିବା; ତହିଁରେ ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା।
And they will no longer defile themselves with their idols, or with their detestable things, or with any of their transgressions. But I will save them from all their unfaithfulness in which they have sinned, and will cleanse them. And will they be my people, and I will be their God.
24 ପୁଣି, ଆମ୍ଭର ଦାସ ଦାଉଦ ସେମାନଙ୍କ ଉପରେ ରାଜା ହେବେ ଓ ସେହି ସମସ୍ତଙ୍କର ଏକ ପାଳକ ହେବେ; ସେମାନେ ମଧ୍ୟ ଆମ୍ଭର ଶାସନ ପଥରେ ଚାଲିବେ ଓ ଆମ୍ଭର ବିଧିସକଳ ରକ୍ଷା କରି ପାଳନ କରିବେ।
"'"And my servant David will be king over them; and they will all have one shepherd. And they will walk in my ordinances, and observe my statutes, and do them.
25 ଆଉ, ଆମ୍ଭେ ଆପଣା ଦାସ ଯାକୁବକୁ ଯେଉଁ ଦେଶ ଦେଇଅଛୁ ଓ ଯହିଁ ମଧ୍ୟରେ ତୁମ୍ଭମାନଙ୍କ ପୂର୍ବପୁରୁଷଗଣ ବାସ କଲେ, ସେହି ଦେଶରେ ସେମାନେ ବାସ କରିବେ; ପୁଣି, ସେମାନେ, ଅର୍ଥାତ୍‍, ସେମାନେ, ସେମାନଙ୍କର ସନ୍ତାନମାନେ ଓ ସେମାନଙ୍କ ସନ୍ତାନଗଣର ସନ୍ତାନମାନେ ସଦାକାଳ ତହିଁ ମଧ୍ୟରେ ବାସ କରିବେ; ଆଉ, ଆମ୍ଭର ଦାସ ଦାଉଦ ସଦାକାଳ ସେମାନଙ୍କର ଅଧିପତି ହେବେ।
And they will live in the land that I gave to Jacob my servant, in which your fathers lived; and they and their children and their children's children will live there forever, and David my servant will be their prince forever.
26 ଆହୁରି, ଆମ୍ଭେ ସେମାନଙ୍କ ସହିତ ଶାନ୍ତିର ଏକ ନିୟମ ସ୍ଥିର କରିବା; ତାହା ସେମାନଙ୍କ ସହିତ ଚିରକାଳୀନ ନିୟମ ହେବ; ପୁଣି, ଆମ୍ଭେ ସେମାନଙ୍କୁ ବସାଇବା ଓ ବଢ଼ାଇବା ଓ ସେମାନଙ୍କ ମଧ୍ୟରେ ସଦାକାଳ ଆମ୍ଭେ ଆପଣା ଧର୍ମଧାମ ସ୍ଥାପନ କରିବା।
And I will make a covenant of peace with them; it will be an everlasting covenant with them. And I will give to them and increase their numbers, and will set my sanctuary in their midst forever.
27 ଆମ୍ଭର ଆବାସ ମଧ୍ୟ ସେମାନଙ୍କ ସଙ୍ଗରେ ରହିବ; ଆଉ, ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ।
And my dwelling place will be with them; and I will be their God, and they will be my people.
28 ପୁଣି, ଯେତେବେଳେ ଆମ୍ଭର ପବିତ୍ର ସ୍ଥାନ ସେମାନଙ୍କ ମଧ୍ୟରେ ସଦାକାଳ ରହିବ, ସେତେବେଳେ ଆମ୍ଭେ ଯେ ଇସ୍ରାଏଲର ପବିତ୍ରକାରୀ ସଦାପ୍ରଭୁ ଅଟୁ, ଏହା ଗୋଷ୍ଠୀୟମାନେ ଜାଣିବେ।”
Then the nations will know that I am YHWH who sanctifies Israel, when my sanctuary is in their midst forever."'"

< ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 37 >