< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 38 >

1 ସେହି ସମୟରେ ଯିହୁଦା ଆପଣା ଭ୍ରାତୃଗଣ ନିକଟରୁ ଅଦୁଲ୍ଲମୀୟ ହୀରା ନାମକ ଜଣେ ଲୋକ ନିକଟକୁ ଗଲା।
It happened at that time that Judah moved away from his brothers and stayed with an Adullamite, whose name was Hirah.
2 ସେଠାରେ ଶୂୟ ନାମରେ କୌଣସି କିଣାନୀୟ ଲୋକର ଗୋଟିଏ କନ୍ୟାକୁ ଦେଖି ତାକୁ ବିବାହ କରି ତାହାର ସହବାସ କଲା।
There Judah saw the daughter of a Canaanite whose name was Shua. And he married her and slept with her.
3 ଏଣୁ ସେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରନ୍ତେ, ସେ ତାହାର ନାମ ଏର ଦେଲା।
She conceived and gave birth to a son, and he named him Er.
4 ଏଥିଉତ୍ତାରେ ପୁନର୍ବାର ତାହାର ଗର୍ଭ ହୁଅନ୍ତେ, ସେ ପୁତ୍ର ପ୍ରସବ କରି ତାହାର ନାମ ଓନନ୍‍ ଦେଲା।
She conceived again and gave birth to a son, and she named him Onan.
5 ପୁନର୍ବାର ତାହାର ଗର୍ଭ ହୁଅନ୍ତେ, ସେ ପୁତ୍ର ପ୍ରସବ କରି ତାହାର ନାମ ଶେଲା ଦେଲା। ଏହାର ଜନ୍ମ ସମୟରେ ଯିହୁଦା କଷୀବରେ ଥିଲା।
Then she gave birth to another son, and named him Shelah. And he was at Kezib when she gave birth to him.
6 ଏଥିଉତ୍ତାରେ ଯିହୁଦା ତାମର ନାମ୍ନୀ ଏକ କନ୍ୟା ଆଣି ଆପଣା ଜ୍ୟେଷ୍ଠ ପୁତ୍ର ଏର ସହିତ ତାହାକୁ ବିବାହ ଦେଲା।
And Judah got a wife for Er, his firstborn, and her name was Tamar.
7 ମାତ୍ର ଯିହୁଦାର ଜ୍ୟେଷ୍ଠ ପୁତ୍ର ଏର ସଦାପ୍ରଭୁଙ୍କ ସାକ୍ଷାତରେ ଦୁଷ୍ଟ ଥିଲା; ଏଣୁ ସଦାପ୍ରଭୁ ତାହାକୁ ବିନାଶ କଲେ।
Now Er, Judah's firstborn, was wicked in the sight of Jehovah, so God killed him.
8 ତହିଁରେ ଯିହୁଦା ଓନନ୍‍କୁ କହିଲା, “ତୁମ୍ଭେ ଆପଣା ଭ୍ରାତୃଭାର୍ଯ୍ୟାର ସହବାସ କର ଓ ତାହା ପ୍ରତି ଦେବରର କର୍ତ୍ତବ୍ୟ କର୍ମ କରି ଭ୍ରାତୃବଂଶ ଉତ୍ପନ୍ନ କର।”
Then Judah said to Onan, "Sleep with your brother's wife and fulfill the duty of a brother-in-law to her, and raise up offspring for your brother."
9 ମାତ୍ର ସେହି ବଂଶ ଆପଣାର ହେବ ନାହିଁ, ଏହା ବୁଝି ଓନନ୍‍ ଭ୍ରାତୃଭାର୍ଯ୍ୟାର ସଙ୍ଗମ କାଳେ ଭ୍ରାତୃବଂଶ ଉତ୍ପନ୍ନ କରିବା ଅନିଚ୍ଛାରେ ଭୂମିରେ ରେତଃପାତ କଲା।
But Onan knew that the offspring wouldn't be his. So it happened when he slept with his brother's wife that he released his semen on the ground, so that he would not produce offspring for his brother.
10 ତାହାର ଏରୂପ କର୍ମ ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ ଥିଲା; ଏଣୁ ସେ ତାକୁ ମଧ୍ୟ ନାଶ କଲେ।
And what he did was evil in the sight of God, so he killed him also.
11 ସେତେବେଳେ ଯିହୁଦା ଆପଣା ପୁତ୍ରବଧୂ ତାମରକୁ କହିଲା, “ମୋହର ପୁତ୍ର ଶେଲା ବଡ଼ ନ ହେବା ପର୍ଯ୍ୟନ୍ତ ତୁମ୍ଭେ ବିଧବା ହୋଇ ଆପଣା ପିତୃଗୃହରେ ଯାଇ ରୁହ,” ଯେହେତୁ ସେ ଭାବିଲା, “କେଜାଣି ଭାଇମାନଙ୍କ ପରି ଶେଲା ମଧ୍ୟ ମରିଯିବ।” ଏଥିପାଇଁ ତାମର ପିତୃଗୃହରେ ଯାଇ ବାସ କଲା।
Then Judah said to his daughter-in-law Tamar, "Remain a widow in your father's house until my son Shelah is grown up." For he thought, "I do not want him to die too, like his brothers." So Tamar went and lived in her father's house.
12 ଆଉ ଅନେକ ଦିନ ଗତ ହୁଅନ୍ତେ, ଶୂୟର କନ୍ୟା ଯିହୁଦାର ଭାର୍ଯ୍ୟା ମଲା; ତହିଁ ଉତ୍ତାରେ ଯିହୁଦା ସାନ୍ତ୍ୱନାଯୁକ୍ତ ହୋଇ ଅଦୁଲ୍ଲମୀୟ ହୀରା ନାମକ ବନ୍ଧୁ ସହିତ ତିମ୍ନାରେ ଆପଣା ମେଷର ଲୋମଚ୍ଛେଦକମାନଙ୍କ ନିକଟକୁ ଗଲା।
After some time, Judah's wife, the daughter of Shua, died. And Judah finished mourning, and went up to his sheepshearers at Timnah, he and his friend Hirah the Adullamite.
13 ସେତେବେଳେ କେହି ଜଣେ ତାମରକୁ ସମ୍ବାଦ ଦେଇ କହିଲା, “ଦେଖ, ତୁମ୍ଭ ଶ୍ୱଶୁର ଆପଣା ମେଷର ଲୋମ ଚ୍ଛେଦନ କରିବା ପାଇଁ ତିମ୍ନାକୁ ଯାଉଅଛି।”
And Tamar was told, saying, "Look, your father-in-law is going up to Timnah to shear his sheep."
14 ତହିଁରେ ତାମର ବିଧବା ବସ୍ତ୍ର ପରିତ୍ୟାଗ କରି ଆବରକ ବସ୍ତ୍ର ପିନ୍ଧି ଆପଣାକୁ ଆଚ୍ଛାଦନ କରି ତିମ୍ନାର ପଥପାର୍ଶ୍ଵସ୍ଥିତ ଐନମର ପ୍ରବେଶ ସ୍ଥାନରେ ବସି ରହିଲା; କାରଣ ସେ ଦେଖିଲା, ଶେଲା ବଡ଼ ହେଲେ ହେଁ ତାହା ସହିତ ଆପଣାର ବିବାହ ହେଲା ନାହିଁ।
She took off her widow's clothes and covered herself with a veil, and wrapped herself, and sat at the entrance to Enaim, which is on the way to Timnah. For she saw that Shelah was grown up, and she had not been given to him as a wife.
15 ସେତେବେଳେ ଯିହୁଦା ତାକୁ ଦେଖି ବେଶ୍ୟା ଜ୍ଞାନ କଲା, କାରଣ ସେ ମୁଖ ଆଚ୍ଛାଦନ କରିଥିଲା।
When Judah saw her, he thought that she was a prostitute because she had covered her face.
16 ଏନିମନ୍ତେ ସେ ପଥପାର୍ଶ୍ଵରେ ତାହା ନିକଟକୁ ଯାଇ ପୁତ୍ରବଧୂକୁ ଚିହ୍ନି ନ ପାରି କହିଲା, “ନିବେଦନ କରୁଅଛି, ତୁମ୍ଭ କତିକି ମୋତେ ଯିବାକୁ ଦିଅ।” ତହୁଁ ତାମର କହିଲା, “ତୁମ୍ଭେ ମୋʼ କତିକି ଆସିବା ପାଇଁ କଅଣ ଦେବ?”
He went over to her by the road and said, "Please come, let me sleep with you," for he did not know that she was his daughter-in-law. She said, "What will you give me for sleeping with you?"
17 ସେ କହିଲା, “ପଲରୁ ଗୋଟିଏ ଛେଳିଛୁଆ ପଠାଇଦେବି।” ତାମର କହିଲା, “ତାହା ପଠାଇବା ଯାଏ ମୋତେ କି କୌଣସି ବନ୍ଧକ ଦେବ?”
He said, "I will send you a young goat from the flock." She said, "Will you give me something as a guarantee until you send it?"
18 ଯିହୁଦା କହିଲା, “କଅଣ ବନ୍ଧକ ଦେବା?” ତାମର କହିଲା, “ତୁମ୍ଭର ଏହି ମୋହର ଓ ସୂତ୍ର, ଆଉ ହସ୍ତଯଷ୍ଟି।” ତହୁଁ ଯିହୁଦା ତାକୁ ସେହି ସବୁ ଦେଇ ତାହା କତିକି ଗମନ କଲା, ତହିଁରେ ସେ ତାହା ଦ୍ୱାରା ଗର୍ଭବତୀ ହେଲା।
He said, "What kind of guarantee should I give you?" She replied, "Your signet and your cord and your staff that is in your hand." So he gave them to her, and slept with her, and she became pregnant by him.
19 ଏଥିଉତ୍ତାରେ ତାମର ଉଠି ପ୍ରସ୍ଥାନ କଲା, ପୁଣି, ଆବରକ ବସ୍ତ୍ର ପାଲଟି ବିଧବା ବସ୍ତ୍ର ପିନ୍ଧିଲା।
And she got up and left, and took off her veil, and put on her widow's clothing.
20 ଏଉତ୍ତାରେ ଯିହୁଦା ସେହି ସ୍ତ୍ରୀଠାରୁ ବନ୍ଧକ ଦ୍ରବ୍ୟ ନେବା ନିମନ୍ତେ ଆପଣା ଅଦୁଲ୍ଲମୀୟ ବନ୍ଧୁ ଦ୍ୱାରା ଛେଳିଛୁଆ ପଠାଇଦେଲା, ମାତ୍ର ସେ ତାହାର ଦେଖା ପାଇଲା ନାହିଁ।
Judah sent the young goat by his friend, the Adullamite, to receive the guarantee back from the woman's hand, but he did not find her.
21 ଏଣୁ ସେ ସେଠାର ଲୋକମାନଙ୍କୁ ପଚାରିଲା, “ଐନମ ପଥ ପାର୍ଶ୍ୱରେ ଯେଉଁ ମାହାରୀ ଥିଲା, ସେ କାହିଁ?” ସେମାନେ କହିଲେ, “ଏଠାରେ କୌଣସି ମାହାରୀ ରହେ ନାହିଁ।”
Then he asked the men of the place, saying, "Where is the prostitute that was at Enaim by the road?" They said, "There has been no prostitute here."
22 ଏଥିଉତ୍ତାରେ ଯିହୁଦା ନିକଟକୁ ଫେରିଯାଇ କହିଲା, “ମୁଁ ତାହାର ଦେଖା ପାଇଲି ନାହିଁ, ଆଉ ସେଠାର ଲୋକମାନେ ମଧ୍ୟ କହିଲେ, ‘ଏହି ସ୍ଥାନରେ କୌଣସି ମାହାରୀ ରହେ ନାହିଁ।’”
He returned to Judah, and said, "I haven't found her; and also the men of the place said, 'There has been no prostitute here.'"
23 ତେବେ ଯିହୁଦା କହିଲା, “ତାହାଠାରେ ଯାହା ଅଛି, ସେ ତାହା ରଖୁ, ଆମ୍ଭେମାନେ କାହିଁକି ଲଜ୍ଜାସ୍ପଦ ହେବା? ଦେଖ, ମୁଁ ଏହି ଛେଳିଛୁଆ ପଠାଇଲି, ମାତ୍ର ତୁମ୍ଭେ ତାʼର ଦେଖା ପାଇଲ ନାହିଁ।”
Judah said, "Let her keep the things, lest we be publicly shamed. Look, I sent this young goat, but you did not find her."
24 ଆଉ ପ୍ରାୟ ତିନି ମାସ ଉତ୍ତାରେ କେହି ଯିହୁଦାକୁ କହିଲା, “ତୁମ୍ଭର ପୁତ୍ରବଧୂ ତାମର ବ୍ୟଭିଚାରିଣୀ ହୋଇଅଛି; ଆଉ ବ୍ୟଭିଚାର କ୍ରମେ ତାହାର ଗର୍ଭ ହୋଇଅଛି।” ତହିଁରେ ଯିହୁଦା କହିଲା, “ତାକୁ ବାହାରକୁ ଆଣି ଅଗ୍ନିରେ ଦଗ୍ଧ କର।”
Now it happened about three months later that Judah was told, saying, "Tamar, your daughter-in-law, has turned to prostitution, and now, look, she is pregnant by prostitution." Judah said, "Bring her out, and let her be burned."
25 ଏଥିଉତ୍ତାରେ ସେ ବାହାରକୁ ଅଣାଯାʼନ୍ତେ, ଆପଣା ଶ୍ୱଶୁର ନିକଟକୁ କହି ପଠାଇଲା, “ଏହି ସମସ୍ତ ବସ୍ତୁ ଯାହାର, ସେହି ପୁରୁଷ ଦ୍ୱାରା ଆମ୍ଭର ଗର୍ଭ ହୋଇଅଛି।” ଆହୁରି କହିଲା, “ଏହି ମୋହର ଓ ସୂତ୍ର ଆଉ ଯଷ୍ଟି କାହାର? ତାହା ଚିହ୍ନି ଦେଖ।”
When she was brought out, she sent word to her father-in-law, saying, "By the man who owns these I am pregnant." She also said, "Please discern whose these are—the signet, and the cord, and the staff."
26 ତହୁଁ ଯିହୁଦା ସେହି ସକଳ ପଦାର୍ଥ ଆପଣାର ବୋଲି ସ୍ୱୀକାର କରି କହିଲା, “ସେ ମୋʼ ଠାରୁ ଅଧିକ ଧର୍ମିଷ୍ଠା, କାରଣ ମୁଁ ତାକୁ ମୋର ପୁତ୍ର ଶେଲାକୁ ଦେଲି ନାହିଁ।” ମାତ୍ର ଯିହୁଦା ଆଉ ତାହା କତିକି ଗଲା ନାହିଁ।
Then Judah recognized them, and said, "She is more righteous than I, since I did not give her to my son Shelah." He did not sleep with her again.
27 ପୁଣି, ତାମରର ପ୍ରସବକାଳ ଉପସ୍ଥିତ ହୁଅନ୍ତେ, ତାହାର ଉଦରରେ ଯାଆଁଳା ସନ୍ତାନ ଥିବାର ଦେଖାଗଲା।
It happened when it was time for her to give birth, that look, there were twins in her womb.
28 ଆଉ ତାହାର ପ୍ରସବକାଳରେ ଏକ ବାଳକର ହସ୍ତ ବାହାର ହେଲା; ତହିଁରେ ଧାତ୍ରୀ ତାହାର ସେହି ହସ୍ତରେ ସିନ୍ଦୂର ବର୍ଣ୍ଣ ସୂତ୍ର ବାନ୍ଧି କହିଲା, “ଏ ଜ୍ୟେଷ୍ଠ।”
As she was in labor, one put out a hand, and the midwife took a scarlet thread and tied it on his hand, saying, "This one came out first."
29 ମାତ୍ର ସେ ଆପଣା ହସ୍ତ ଟାଣି ନିଅନ୍ତେ, ଦେଖ, ତାହାର ଭ୍ରାତା ଭୂମିଷ୍ଠ ହେଲା; ତହିଁରେ ଧାତ୍ରୀ କହିଲା, “ତୁମ୍ଭେ କିପ୍ରକାରେ ଆପଣା ନିମନ୍ତେ ଭେଦ କରି ଆସିଲ!” ତୁମ୍ଭଠାରେ ଏହି ଭେଦ ହେଉ। ତେଣୁ ତାହାର ନାମ ପେରସ ହେଲା।
It happened, as he drew back his hand, that look, his brother came out, and she said, "How did you break through?" So he was named Perez.
30 ଏଥିଉତ୍ତାରେ ହସ୍ତରେ ସିନ୍ଦୂରବର୍ଣ୍ଣ-ସୂତ୍ରବଦ୍ଧ ତାହାର ଭ୍ରାତା ଭୂମିଷ୍ଠ ହୁଅନ୍ତେ, ତାହାର ନାମ ସେରହ ହେଲା।
Afterward his brother came out, that had the scarlet thread on his hand, so he was named Zerah.

< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 38 >